Categories
ଜାତୀୟ ଖବର ବିଶେଷ ଖବର

ମହାପ୍ରଭୁଙ୍କ ନିକଟରେ ଓଡ଼ିଶା ବାସୀଙ୍କ ମଙ୍ଗଳ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷୀଣ କରିଛନ୍ତି। ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ମଧ୍ଯ ମୁଖ୍ୟମନ୍ତ୍ରୀଙ୍କ ସହିତ ପୁରୀ ଯାଇଥିଲେ।

ଭକ୍ତ ମାନଙ୍କୁ ମିଳୁଥିବା ନୂତନ ସୁବିଧା ସୁଯୋଗ ସମ୍ପର୍କର ଅନୁଭୂତି ନେବାପାଇଁ ମୁଖ୍ୟମନ୍ତ୍ରୀ ଆଜି ପୁଣି ଥରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ବାସୀଙ୍କ ଉନ୍ନତି ଓ ମଙ୍ଗଳ କାମନା କରିଥିଲେ। ପ୍ରକଳ୍ପର ଭବ୍ୟତା ଓ ଆଧ୍ୟାତ୍ମିକତା ପୂର୍ଣ୍ଣ ପରିବେଶକୁ ଦେଖି ମୁଖ୍ୟମନ୍ତ୍ରୀ ଆନନ୍ଦ ଓ ସନ୍ତୋଷ ପ୍ରକାଶ କରିଥଲେ।

ଗତ ୧୭ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏହାର ଲୋକାର୍ପଣ କରିଥିଲେ। ଶ୍ରୀ ମନ୍ଦିରର ସୁରକ୍ଷା, ମହାପ୍ରଭୁଙ୍କ ଯାନିଯାତ୍ରା ଓ ଭକ୍ତ ମାନଙ୍କ ସୁବିଧା ଦୃଷ୍ଟିରୁ ଏହା ଅତି ଜରୁରୀ ଥିଲା।

ମନ୍ଦିର ଚତୁଃ ପାର୍ଶ୍ଵରେ ୭୫ ମିଟର ପ୍ରଶସ୍ତ ଏହି ପରିକ୍ରମା ପ୍ରକଳ୍ପ ଅତ୍ୟନ୍ତ ଭବ୍ୟ, ସୌନ୍ଦର୍ଯ୍ୟମୟ ହେବା ସହିତ ପିଢ଼ି ପରେ ପିଢ଼ି ଭକ୍ତ ମାନଙ୍କୁ ଏକ ଆଧ୍ୟାତ୍ମିକ ପରିବେଶ ପ୍ରଦାନ କରିବ।

ସୁନ୍ଦର୍ ସବୁଜ ପରିବେଶ, ଖଣ୍ଡେଲାଇଟସ ପଥରର ଆକର୍ଷଣୀୟ କାରିଗରୀ କାମ ସହିତ ଭକ୍ତ ମାନଙ୍କ ପାଇଁ କ୍ଲୋକ୍ ରୁମ୍, ସୂଚନା କେନ୍ଦ୍ର, ଆମ୍ପି ଥିଏଟର ଆଦି ଅନେକ ସୁବିଧା କରାଯାଇଛି।

Categories
ବିଶେଷ ଖବର

୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନ: ଆଜି ୪ର୍ଥ ପର୍ଯ୍ୟାୟର ପ୍ରଥମ ଦିନରେ ୩୮୯ଟି ସ୍କୁଲ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପିଲାମାନଙ୍କ ମଧ୍ୟରେ ବିପୁଳ ଆନନ୍ଦ ଉତ୍ସାହ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ଏହି ପର୍ଯ୍ୟାୟର ପ୍ରଥମ ଦିନରେ ଆଜି ୫ଟି ଜିଲ୍ଲା – ଗଞ୍ଜାମ, ଝାରସୁଗୁଡା, ଜଗତସିଂହପୁର, କେନ୍ଦ୍ରାପଡା ଓ ବରଗଡ ଜିଲ୍ଲାର ୩୮୯ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି।

ଏଥିରେ ଗଞ୍ଜାମ ଜିଲ୍ଲାର ୧୪୯ଟି ହାଇସ୍କୁଲ, ଝାରସୁଗୁଡାର ୧୧ଟି,    ଜଗତସିଂହପୁରର ୫୭ଟି, କେନ୍ଦ୍ରାପଡାର ୧୧୨ଟି ଓ ବରଗଡର ୬୦ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।

ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି  ସ୍କୁଲ ରୂପାନ୍ତରିତ ହୋଇଛି। ଚତୁର୍ଥ ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆଜି ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି। ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି। ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ। ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିର ଉନ୍ନତି ଓ ପ୍ରଗତି କ୍ଷେତ୍ରରେ ଆଗାମୀ ଦିନରେ ମୁଖ୍ୟ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ୫-ଟି ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ  ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ।

ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି। ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି। ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି। ଏକ ଉଜ୍ଜଳ ଭବିଷ୍ୟତ ଗଠନ ପାଇଁ ଏବେ ସରକାରୀ ସ୍କୁଲ ଗୁଡିକ ଶ୍ରେଷ୍ଠ ମାଧ୍ୟମ ହୋଇଛି। ତେଣୁ ତୁମେମାନେ ଏହି ରୂପାନ୍ତରିତ ସ୍କୁଲର ସଠିକ ଉପଯୋଗ କରି ଭଲ ପାଠ ପଢି ଏକ ସୁନ୍ଦର ଭବିଷ୍ୟତ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଆହ୍ବାନ ଦେଇ କହିଥିଲେ ଯେ ତୁମେମାନେ ତୁମ ଜୀବନରେ ୫-ଟି ନୀତିର ପ୍ରୟୋଗ କର। ଏହା ତୁମ ମାନଙ୍କ ପାଇଁ  ସଫଳତା ଆଣିଦେବ। ତୁମେ ମାନେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ଚେଷ୍ଟା କର। ମିଳିମିଶି କାମ କର। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ କ୍ରୀଡା କ୍ଷେତ୍ରରେ ଟିମ୍‌ ୱାର୍କର ବିଶେଷ ଭୂମିକା ରହିଛି। ସ୍ବଚ୍ଛତା ଓ ସାଧୁତା ହେଉଛି ମଣିଷ ଜୀବନର ଶ୍ରେଷ୍ଠ ଗୁଣ। ଜୀବନର ସବୁ କ୍ଷେତ୍ରରେ ସାଧୁତା ଅବଲମ୍ବନ କରିବାକୁ ଚେଷ୍ଟା କର। ସମୟ ହେଉଛି ତୁମ ମାନଙ୍କ ପାଇଁ ସବୁଠାରୁ ମୂଲ୍ୟବାନ। ସମୟକୁ ନଷ୍ଟ ନ କରି ତାର ଉପଯୋଗ କର। ଏହି ଚାରୋଟି ନୀତିକୁ ଅନୁସରଣ କଲେ ଜୀବନରେ ସଫଳତା ହାସଲ କରି ରୂପାନ୍ତର ଆସିବ।

କାର୍ଯ୍ୟକ୍ରମରେ ଯୋଗ ଦେଇ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କହିଲେ ଯେ ୨୦୨୧ ଫେବୃଆରୀ ୧୬ ରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ହିଞ୍ଜିଳିକାଟୁରୁ ସ୍କୁଲ ରୂପାନ୍ତର କାର୍ଯ୍ୟ ଆରମ୍ଭ କରିଥିଲେ। ଆଜି ଚତୁର୍ଥ ପର୍ଯ୍ୟାୟରେ ଆମେ ପହଞ୍ଚିଛୁ। ସ୍ଥାନୀୟ ଜନପ୍ରତିନିଧି, ସ୍କୁଲ ପରିଚାଳନା କମିଟି ଓ ଜନସାଧାରଣଙ୍କୁ ଧନ୍ୟବାଦ ଦେଇ ସେ କହିଲେ ଯେ ଆପଣମାନଙ୍କ ସମସ୍ତଙ୍କ ଆନ୍ତରିକ ସହଯୋଗ ଯୋଗୁଁ ଆମେ ଏହି ସଫଳତା ହାସଲ କରିଛୁ। ୫-ଟି ସ୍କୁଲ ରୂପାନ୍ତର ଆଜି ପିଲାଙ୍କ ମଧ୍ୟରେ ଭଲ ପାଠ ପଢି ବଡ ହେବାର ସ୍ବପ୍ନକୁ ଜାଗ୍ରତ କରିପାରିଛି ବୋଲି ସେ କହିଥିଲେ।

ଏହି ଅବସରରେ ୫-ଟି ସ୍କୁଲ ରୂପାନ୍ତର ସଂପର୍କରେ ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀମାନେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ଗଞ୍ଜାମରେ ୧୦ମ ଶ୍ରେଣୀର ଛାତ୍ର ରୁଦ୍ରପ୍ରସାଦ ସାହୁ, ଝାରସୁଗୁଡାର ୧୦ମ ଶ୍ରେଣୀ ଛାତ୍ରୀ କୁମାରୀ ଋତୁପୂର୍ଣ୍ଣା ବେହେରା, ଜଗତସିଂହପୁରରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଶୁଭଶ୍ରୀ ପଣ୍ଡା, କେନ୍ଦ୍ରପଡାରେ ୧୦ମ ଶ୍ରେଣୀ ଛାତ୍ର ସୁବ୍ରତ କୁମାର ସାହୁ ଏବଂ ବରଗଡରେ ୧୦ମ ଶ୍ରେଣୀ ଛାତ୍ରୀ ସାଇପ୍ରିୟା ଭୁଏ ପ୍ରମୁଖ ସେମାନଙ୍କ ମତାମତ ଦେଇ କହିଲେ ଯେ ଆମେ ଏବେ ଆମର ସ୍ବପ୍ନର ସ୍କୁଲ ପାଇଛୁ। ଆମ ସ୍କୁଲରେ ଏବେ ସ୍ମାର୍ଟ କ୍ଲାସ ରୁମ୍, ଡିଜିଟାଲ ଇଣ୍ଟରଆକ୍‌ଟିଭ ବୋର୍ଡ, ଇ-ଲାଇବ୍ରେରୀ, କଂପ୍ୟୁଟର, ଇଣ୍ଟରନେଟ, ଆଧୁନିକ ଟଏଲେଟ୍‌, ସ୍ବଚ୍ଛ ପାନୀୟ ଜଳର ବ୍ୟବସ୍ଥା, ଉନ୍ନତ ଖେଳ ପଡିଆ, ଖେଳ ଉପକରଣ – ସବୁ ସୁବିଧା ରହିଛି। ସ୍ମାର୍ଟ ସ୍କୁଲର ଆମେ ଏବେ ସ୍ମାର୍ଟ ଛାତ୍ରଛାତ୍ରୀ। ଆମେ ଏବେ ଆମର ଶିକ୍ଷା ଓ ଆମର ଭବିଷ୍ୟତ ନେଇ ଦୃଢ ଆତ୍ମବିଶ୍ବାସର ସହ ଆଗକୁ ବଢିବାର ପ୍ରେରଣା ପାଇଛୁ।

ପିଲାମାନେ ସମସ୍ତେ ଶିକ୍ଷକ, ଡାକ୍ତର, କୃଷି ବିଜ୍ଞାନୀ ହେବେ ବୋଲି ଆତ୍ମବିଶ୍ବାସ ସହ ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏବଂ ୫-ଟି ଅଧ୍ୟକ୍ଷ ପାଣ୍ଡିଆନ ପିଲାମାନଙ୍କ ଉତ୍ସାହ ଓ ଗଭୀର ଆତ୍ମବିଶ୍ବାସକୁ ଦେଖି ଖୁସି ହେବା ସହିତ ପିଲାମାନଙ୍କ ସ୍ବପ୍ନ ନିଶ୍ଚୟ ପୂରଣ ହେବ ବୋଲି କହିଥିଲେ।

କାର୍ଯ୍ୟକ୍ରମରେ ଗଞ୍ଜାମରେ ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଝାରସୁଗୁଡାରେ ବିଧାୟିକା ଦିପାଳୀ ଦାସ, ଜଗତସିଂହପୁରରେ ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, କେନ୍ଦ୍ରାପଡାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବରଗଡରେ ବିଧାୟିକା ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖ ଯୋଗ ଦେଇ ଶିକ୍ଷା କ୍ଷେତ୍ରରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବରେ ଉଚ୍ଚ ପ୍ରଶଂସା କରିଥିଲେ। ସ୍କୁଲ ରୂପାନ୍ତର ଓଡିଶାର ଭବିଷ୍ୟତକୁ ଉଜ୍ବଳ ଓ ସୁଦୃଢ କରିବ ବୋଲି ସେମାନେ ମତ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ। ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ସିକିମ ସ୍ୱତ୍ତ୍ୱ ସମସ୍ୟାର ସମାଧାନ, ୨ ଲକ୍ଷ ୫୦ ହଜାର ରୟତ ଓ ଉତ୍ତରାଧିକାରୀ ହେବେ ଉପକୃତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-‘ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଶ୍ରୀଯୁକ୍ତ ଭି. କେ. ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ଲୋକମାନଙ୍କଠୁ ସିକିମ ସ୍ୱତ୍ତ୍ୱ ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ନିବେଦନ ପତ୍ର ପ୍ରାପ୍ତ ହୋଇଥିଲା।

ଏହି ସବୁ ନିବେଦନ ପତ୍ରକୁ ଅନୁଧ୍ୟାନ କରି ସିକିମ ସ୍ୱତ୍ତ୍ୱ ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଗଠିତ ରାଜସ୍ୱ ଟାସ୍କଫୋର୍ସକୁ ପ୍ରେରଣ କରାଯାଇଥିଲା।

ରାଜସ୍ୱ ଟାସ୍କଫୋର୍ସ ରାଜସ୍ୱ ଆୟୁକ୍ତ, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ରାଜସ୍ୱ ବିଭାଗର କାର୍ଯ୍ୟରତ ବରିଷ୍ଠ ଅଧିକାରୀ ତଥା ବିଭିନ୍ନ ବିଶେଷଜ୍ଞମାନଙ୍କ ସହ ପରାମର୍ଶ କରି ଓଡିଶା ଭୂ-ସଂସ୍କାର ଆଇନକୁ ସଂଶୋଧନ କରିବା ନିମନ୍ତେ ସରକାରଙ୍କୁ ପରାମର୍ଶ ଦେଇଥିଲେ।

ଏଠାରେ ସୂଚନାଯୋଗ୍ୟ କି ରାଜ୍ୟରେ ୮୧,୫୨୪ ଗୋଟି ଖାତାରେ ପ୍ରାୟ ଏ ୧,୨୩,୧୧୧ ଡି ଜମି ସିକିମ ଭାବରେ ରେକର୍ଡ ହୋଇଅଛି । ସିକିମ ଭାବରେ ରେକର୍ଡ ହୋଇଥିବା ଜମିକୁ ଦଖଲ କରୁଥିବା ବ୍ୟକ୍ତିମାନଙ୍କୁ ଉପ-ରୟତ କିମ୍ବା ଅଧସ୍ତନ-ରୟତ କୁହାଯାଏ।

ଓଡିଶା ଭୂ-ସଂସ୍କାର ଆଇନ, ୧୯୬୦ ଅନୁସାରେ ସିକିମ ଜମିରେ ରୟତି ଘୋଷଣା ନିମନ୍ତେ ଆବେଦନ କରିବାର ଶେଷ ଅବଧି ୧୯୭୭ ମସିହା ପର୍ଯ୍ୟନ୍ତ ଥିଲା। ସମସ୍ତ ସିକିମ ଚାଷୀ ଏହି ସମୟ ଅବଧି ଭିତରେ ଆବେଦନ କରିପାରି ନଥିଲେ। ତେଣୁ, ସିକିମ ଭାବରେ ରେକର୍ଡ ହୋଇଥିବା ଜମିକୁ ଦଖଲ କରୁଥିବା ଉପ-ରୟତ କିମ୍ବା ଅଧସ୍ତନ-ରୟତ ଅଥବା ସେମାନଙ୍କର ଉତ୍ତରାଧିକାରୀମାନଙ୍କୁ ସେହି ଜମି ଉପରେ ରୟତି ଅଧିକାର ଦେବା ପାଇଁ ଓଡିଶା ଭୂ-ସଂସ୍କାର ଆଇନ, ୧୯୬୦ର ଆବଶ୍ୟକୀୟ ସଂଶୋଧନ ବିଧାନ ସଭା ଦ୍ୱାରା ପାରିତ ହୋଇ ବିଧି ବିଭାଗ ଦ୍ୱାରା ବିଜ୍ଞପ୍ତି ପ୍ରକାଶ ହୋଇଛି।

ଯାହା ଫଳରେ ସିକିମ ଜମିକୁ ଚାଷ ଓ ବାସଗୃହ ଭାବେ ବ୍ୟବହାର କରୁଥିଲେ, ସେହି ଜମିରେ ରୟତି ଅଧିକାର ପାଇବା ପାଇଁ ଦୁଇ ବର୍ଷ ମଧ୍ୟରେ ରାଜସ୍ୱ ଅଧିକାରୀଙ୍କ ନିକଟରେ ସମ୍ପୃକ୍ତ ଚାଷୀମାନେ ଆବେଦନ କରିପାରିବେ।

ତହସୀଲଦାର ମଧ୍ୟ ସ୍ୱତଃପୂର୍ତ୍ତ ଭାବେ ସିକିମ ଭାବରେ ରେକର୍ଡ ହୋଇଥିବା ଜମିକୁ ଦଖଲ କରୁଥିବା ଉପ-ରୟତ କିମ୍ବା ଅଧସ୍ତନ-ରୟତ ଅଥବା ସେମାନଙ୍କର ଉତ୍ତରାଧିକାରୀମାନଙ୍କୁ ସେହି ଜମି ଉପରେ ରୟତି ଅଧିକାର ଦେବାପାଇଁ କାର୍ଯ୍ୟ ଆରମ୍ଭ କରିପାରିବେ। ଆବଶ୍ୟକତା ଅନୁସାରେ ସରକାର ଏହି ସମୟ ସୀମାକୁ ବୃଦ୍ଧି କରିପାରନ୍ତି।

ରାଜସ୍ୱ ଅଧିକାରୀ ଆଦେଶନାମା ଜାରି କଲାବେଳେ ଷ୍ଟାଣ୍ଡାର୍ଡ ଏକର ପିଛା ୧୪,୨୦୦ ଟଙ୍କା ହିସାବରେ କ୍ଷତିପୂରଣ ସ୍ଥିର କରିବେ। ଏହି କ୍ଷତିପୂରଣ ଟଙ୍କା ଉପ-ରୟତ କିମ୍ବା ଅଧସ୍ତନ-ରୟତ ଅଥବା ସେମାନଙ୍କର ଉତ୍ତରାଧିକାରୀମାନେ ଏହି ସିକିମ ଜମିର ମୂଳ ରୟତଙ୍କୁ କିମ୍ବା ଉତ୍ତରାଧିକାରୀମାନଙ୍କୁ ପ୍ରଦାନ କରିବେ। ଏହି କ୍ଷତିପୂରଣ ରାଶିର ପରିମାଣ ସରକାର ସମୟାନୁକ୍ରମେ ପରିବର୍ତ୍ତନ କରିପାରନ୍ତି।

ଏହାପରେ ଏହି ସିକିମ ଜମି ଉପରେ ଉପ-ରୟତ କିମ୍ବା ଅଧସ୍ତନ-ରୟତ ଅଥବା ସେମାନଙ୍କର ଉତ୍ତରାଧିକାରୀମାନେ ରୟତ ଭାବରେ ଘୋଷିତ ହେବେ ଏବଂ ଏହି ଜମି ଉପରେ ସେମାନଙ୍କର ବଂଶାନୁକ୍ରମିକ ଓ ହସ୍ତାନ୍ତରଯୋଗ୍ୟ ଅଧିକାର ପ୍ରାପ୍ତି ହେବ।

ଏହି ସଂଶୋଧନ ଫଳରେ ଓଡ଼ିଶାର ୨୬ଟି ଜିଲ୍ଲାର ପ୍ରାୟ ୨ ଲକ୍ଷ ପଚାଶ ହଜାର ରୟତ ଓ ତାଙ୍କର ଉତ୍ତରାଧିକାରୀମାନେ ଉପକୃତ ହେବେ। ଏ ସମ୍ବନ୍ଧରେ ବିସ୍ତୃତ ନିୟମାବଳୀ ଆଜି ସମସ୍ତ ଜିଲ୍ଲାପାଳ ଓ ରାଜସ୍ୱ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି ଓ ତ୍ୱରିତ ପଦକ୍ଷେପ ନେବା ପାଇଁ ବିଭାଗ ତରଫରୁ ନିର୍ଦ୍ଦେଶ ଦିଆଯାଇଛି।

Categories
ଆଞ୍ଚଳିକ

ଭିକେ ପାଣ୍ଡିଆନଙ୍କ ଚିଲିକା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ: ଯୋଗ ଦେଲେ ସାଂସଦ ମାନସ ମଙ୍ଗରାଜ

ଚିଲିକା (ସୀତାରାମ ଅଗ୍ରୱାଲ): ଆସନ୍ତା ୧୦ ତାରିଖରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ବାଣପୁରର ପଲଟନ ପଡିଆରେ ଏକ ସାଧାରଣ ସଭାରେ ଯୋଗଦେବେ। ଏହି ଅବସରରେ ଚିଲିକା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ବିକାଶ କାର୍ଯ୍ୟର ତଦାରଖ କରିବେ ଶ୍ରୀ ପାଣ୍ଡିଆନ। ଏନେଇ ଆଜି ମଧ୍ୟାହ୍ନରେ ନାଚୁଣୀ ସୁନାଖଳା ଡାକ ବଙ୍ଗଳା ଠାରେ ଏକ ପ୍ରସ୍ତୁତି ବୈଠକରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଯୋଗଦେଇଛନ୍ତି। ଉକ୍ତ ପ୍ରସ୍ତୁତି ବୈଠକରେ ଚିଲିକା ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ରାଜା ଚକ୍ର, ଖୋର୍ଦ୍ଧା ଜିଲ୍ଲା ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ବାଣପୁର ନଗରପାଳ ମିଟୁ ନାୟକ, ପ୍ରଭାସ ସୁନ୍ଦରାୟ ଓ ବିଜୁଜନତା ଦଳର ସମସ୍ତ ନେତା ଓ କର୍ମୀ ସାମିଲ ଥିଲେ।

ଏହା ସହ ଆସନ୍ତା ୧୭ ତାରିଖ ଦିନ ପୁରୀ ପରିକଳ୍ପନା ପ୍ରକଳ୍ପ ଉଦଘାଟନ ହେବ। ସେଥିଲାଗି ଆସନ୍ତା ୮ ତାରିଖ ଦିନ ପୁରୀ ପରିକ୍ରମା ପ୍ରକଳ୍ପ ରଥ କେମିତି ସମସ୍ତ ପଞ୍ଚାୟତ ର ଘରେ ଘରେ ପହଞ୍ଚିବ ଓ ଅରୁଆ ଚାଉଳ, ଗୁଆ ସଂଗ୍ରହ କରାଯିବ, ସେଥିପାଇଁ ଆମେ ସମସ୍ତେ ସହଯୋଗ କରିବା ବୋଲି ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଅନୁରୋଧ କରିଥିଲେ।

ଏତଦବ୍ୟତୀତ ସଭାସ୍ଥଳ, ବ୍ୟାରିକେଡ଼, ଜନସାଧାରଣଙ୍କ ଗମନାଗମନର ସୁବିଧା, ଟ୍ରାଫିକ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା ୧୦ ରେ ଖୋର୍ଦ୍ଧା ଗସ୍ତରେ ଭି କେ ପାଣ୍ଡିଆନ: ବାଣପୁରରେ ସାଧାରଣ ସଭାକୁ କରିବେ ସମ୍ବୋଧନ

ଖୋର୍ଦ୍ଧା/ଚିଲିକା (ସୀତାରାମ ଅଗ୍ରୱାଲ): ଆସନ୍ତା ୧୦ ତାରିଖରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆସୁଛନ୍ତି। ସେ ଖୋର୍ଦ୍ଧାର ହାବେଳୀ ପଡିଆ ଏବଂ ବାଣପୁରର ପଲଟନ ପଡିଆରେ ଏକ ସାଧାରଣ ସଭାରେ ଯୋଗଦେବେ ବୋଲି ଜଣାପଡିଛି। ଏହି ଅବସରରେ ଚିଲିକା ନିର୍ବାଚନ ମଣ୍ଡଳିରେ ବିଭିନ୍ନ ବିକାଶ କାର୍ଯ୍ୟର ତଦାରଖ କରିବେ ଶ୍ରୀ ପାଣ୍ଡିଆନ।

ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଏସପି ସିଦ୍ଧାର୍ଥ କଟାରିଆ, ଅତିରିକ୍ତ ଏସପି କିଶୋର ଚନ୍ଦ୍ର ମୁଣ୍ଡ, ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଡଃ ବାଦଲ ମହାନ୍ତି, ବାଲୁଗାଁ ଏସଡ଼ିପିଓ ଶୁଭ୍ରାଂଶୁ ଶେଖର ମିଶ୍ର, ବାଣପୁର ଆଇଆଇସି ରମେଶ ଚନ୍ଦ୍ର ଦେବତା, ବାଲୁଗାଁ ଆଇଆଇସି ଜୟ ପ୍ରକାଶ ପରିଡ଼ା ଆଦି ବାଣପୁର ପଲଟନ ପଡିଆ ଗସ୍ତ କରି ସମସ୍ତ ବ୍ୟବସ୍ଥା ପରଖିଥିଲେ।

ସଭାସ୍ଥଳ, ବ୍ୟାରିକେଡ଼, ଜନସାଧାରଣଙ୍କ ଗମନାଗମନର ସୁବିଧା, ଟ୍ରାଫିକ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ସ୍ଥାନୀୟ ପ୍ରଶାସନ ଏବଂ ଜନ ପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ ଅଧିକାରୀ ମାନେ। ଶ୍ରୀ ପାଣ୍ଡିଆନ ବାଣପୁର ଗସ୍ତବେଳେ ମା’ ଭଗବତୀ ମନ୍ଦିର ମଧ୍ୟ ଦର୍ଶନ କରିବେ ବୋଲି ଜଣାପଡିଛି।

Categories
ବିଶେଷ ଖବର

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ଶ୍ରୀମନ୍ଦିର ପରିଚାଳନା କମିଟି ଓ ବରିଷ୍ଠ ସେବାୟତଗଣ

ଭୁବନେଶ୍ବର: ନବୀନ ନିବାସରେ ଥିଲା ଆଜି ଏକ ଆଧ୍ୟାତ୍ମିକ ପରିବେଶ। ଜୟ ଜଗନ୍ନାଥ ଧ୍ବନୀରେ ପ୍ରକମ୍ପିତ ହେଉଥିଲା ପୁରା ପରିସର। ଶ୍ରୀମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟଗଣ, ବରିଷ୍ଠ ସେବାୟତଗଣ, ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ଅଧିକାରୀ ମାନଙ୍କୁ ନେଇ ଏକ ୫୦ ଜଣିଆ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାରମ୍ପରିକ ରୀତିରେ ନିମନ୍ତ୍ରଣ କରିଥିଲେ।

ଆଜି ଭୁବନେଶ୍ବରରେ ପହଞ୍ଚି ସେବାୟତ ଓ ଅନ୍ୟମାନେ ପ୍ରଥମେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରି ନବୀନ ନିବାସକୁ ଆସିଥିଲେ।

ନିମନ୍ତ୍ରଣ ପାଇଁ ସେବାୟତମାନଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶ୍ରୀ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଗୁଆ ଓ ଚାଉଳ ପ୍ରଦାନ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପରିକ୍ରମା ପ୍ରକଳ୍ପ ଆପଣମାନଙ୍କ କାମ। ସେବାୟତ ବନ୍ଧୁମାନଙ୍କ କାମ। ପୁରୀବାସୀଙ୍କ କାମ। ଏହି ପବିତ୍ର କାମ ପାଇଁ ଯାହା  ଆବଶ୍ୟକ ସବୁ ସହଯୋଗ ରାଜ୍ୟ ସରକାର ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେବାୟତମାନେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ତଥା ପୁରୀ ସହରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ “ଆପଣ ଇତିହାସ ରଚିଲେ। ଯୁଗ ଯୁଗ ପାଇଁ ଆପଣଙ୍କ ନାମ ଲିପିବଦ୍ଧ ହୋଇରହିବ।” ଜଗନ୍ନାଥଙ୍କ ଆଶୀର୍ବାଦ ଆପଣଙ୍କ ଉପରେ ଅଛି ବୋଲି ମତଦେଇ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘ ଜୀବନ କାମନା କରିଥିଲେ। ଆପଣଙ୍କ ନିର୍ଦ୍ଦେଶରେ ୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ ମଧ୍ୟ ଦିନରାତି ପରିଶ୍ରମ କରି ବହୁତ ଭଲ କାମ କରୁଛନ୍ତି। ସାରା ଓଡିଶାର ରୂପରେଖରେ ପରିବର୍ତ୍ତନ ଆଣିଛନ୍ତି ବୋଲି ସେମାନେ ଆନନ୍ଦର ସହ ମତବ୍ୟକ୍ତ କରିଥିଲେ।

ସେବାୟତ ମାନଙ୍କ ସହିତ ଆଲୋଚନା କରି ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କହିଲେ ଯେ ପରିକ୍ରମା ପ୍ରକଳ୍ପ ସମ୍ଭବ ହୋଇପାରିଛି ପୁରୀ ବାସୀଙ୍କ ତ୍ୟାଗ  ଯୋଗୁଁ। ସେବାୟତମାନଙ୍କ ତ୍ୟାଗ ଯୋଗୁ। ଆପଣମାନଙ୍କ ଅତୁଳନୀୟ ତ୍ୟାଗ ସବୁଦିନ ପାଇଁ  ସମସ୍ତେ ଶ୍ରଦ୍ଧାର ସହ ମନେରଖିବେ ବୋଲି ଶ୍ରୀ ପାଣ୍ଡିଆନ୍ କହିଥିଲେ। ପରିକ୍ରମା ପ୍ରକଳ୍ପ କାମ ସମୟରେ ଅନେକ ବାର ବହୁତ ଅସୁବିଧା କିପରି ମହାପ୍ରଭୁଙ୍କ ଆଶୀର୍ବାଦରେ ଦୂର ହୋଇଛି ଏବଂ କାମ ସବୁ ଭଲ ଭାବରେ ଆଗେଇ ଚାଲିଥିଲା ସେ ବିଷୟରେ ଶ୍ରୀ ପାଣ୍ଡିଆନ ନିଜ ବ୍ୟକ୍ତିଗତ ଅନୁଭୂତି ବର୍ଣ୍ଣନା କରିଥିଲେ।

ପୁରୀ ସହରର ବିକାଶ ପାଇଁ  ତଥା ସେବାୟତ ମାନଙ୍କ କଲ୍ୟାଣ ପାଇଁ ଯାହାକିଛି ଆବଶ୍ୟକ, ମୁଖ୍ୟମନ୍ତ୍ରୀ ସବୁକିଛି କରିବେ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ସବୁ ସେବାୟତ ମାନଙ୍କୁ ଉପଢୌକନ ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।

ଶ୍ରୀମନ୍ଦିରର ସୁରକ୍ଷା ସହିତ ଭକ୍ତମାନଙ୍କ ଶୃଙ୍ଖଳିତ ଦର୍ଶନ ଓ ସେମାନଙ୍କ ପାଇଁ ଏକ ଦିବ୍ୟ ଅନୁଭବ ସୃଷ୍ଟି କରିବା ଲକ୍ଷ୍ୟ ନେଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଆରମ୍ଭ କରାଯାଇଛି। ୨୦୨୧ ନଭେମ୍ବର ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ମହାରାଜ ଶ୍ରୀ ଦିବ୍ୟସିଂହ ଦେବ, ସାଧୁ ସନ୍ଥ ,ବିଭିନ୍ନ ରାଜନୈତିକ  ଦଳର  ପ୍ରତିନିଧି  ତଥା  ବିଶିଷ୍ଟ  ବ୍ୟକ୍ତି  ମାନଙ୍କ ଉପସ୍ଥିତିରେ ଏହି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ।  ଲୋକାର୍ପଣ  କାର୍ଯ୍ୟ  ମଧ୍ୟ  ସେହିପରି  ସାଧୁ  ସନ୍ଥ  ଏବଂ ସବୁ  ରାଜନୈତିକ  ଦଳ ଓ  ସମାଜ ର  ସବୁ  ବର୍ଗର   ଲୋକଙ୍କୁ  ସାମିଲ କରାଯିବ. ପ୍ରକଳ୍ପ କାର୍ଯ୍ୟ ନିର୍ଦ୍ଧାରିତ  ସମୟରେ ସଂପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ପ୍ରକଳ୍ପ କାମର ନିୟମିତ ସମୀକ୍ଷା କରୁଛନ୍ତି।

Categories
ବିଶେଷ ଖବର

ମୟୁରଭଂଜ ଗସ୍ତରେ ଭି.କେ. ପାଣ୍ଡିଆନ: ସ୍ଥାନୀୟ ଲୋକ ଏବଂ ଛାତ୍ରଛାତ୍ରୀ ମାନଙ୍କ ସହିତ କଲେ ମତବିନିମୟ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଆଜି ମୟୁରଭଂଜ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବା ସହିତ ସ୍ଥାନୀୟ ଲୋକ ଏବଂ ଛାତ୍ରଛାତ୍ରୀ ମାନଙ୍କ ସହିତ ମତବିନିମୟ କରିଛନ୍ତି।

ବାରିପଦାଠାରେ ବିଶ୍ବବିଦ୍ୟାଳୟ ପଡିଆରେ ଜିଲ୍ଲାର ସମସ୍ତ ଛାତ୍ରଛାତ୍ରୀ ମାନଙ୍କ ସହିତ ଆଲୋଚନା କରି ନୂଆ ଓଡିଶା ଗଠନରେ ଯୁବଶକ୍ତିର ଯୋଗଦାନ ପାଇଁ ପ୍ରେରଣା ଦେଇଥିଲେ। ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଥିଲେ ଯେ ଏହା ଯୁବକଯୁବତୀ ମାନଙ୍କ ପାଇଁ ବିପୁଳ ସୁଯୋଗ ସୃଷ୍ଟି କରିଛି। ଏହି କାର୍ଯ୍ୟକ୍ରମ ଦ୍ବାରା ସେମାନେ ନିଜର ପ୍ରତିଭା ପ୍ରଦର୍ଶନ କରିବା ସହିତ ସେମାନଙ୍କର ସାମଗ୍ରିକ ବ୍ୟକ୍ତିତ୍ବର ବିକାଶରେ ମଧ୍ୟ ଏହା ସହାୟକ ହେବ। ଏହାସହିତ ପାଠପଢାରେ ମଧ୍ୟ ସେମାନେ ଉଲ୍ଲେଖନୀୟ ସଫଳତା ହାସଲ କରିପାରିବେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ଶିକ୍ଷକଙ୍କ ମାର୍ଗ ଦର୍ଶନ ହିଁ ଜୀବନରେ ସଫଳତା ଆଣିଥାଏ ବୋଲି ପାଣ୍ଡିଆନ୍ ମତ ଦେଇ    ପ୍ରାଚୀନ ଗୁରୁ ଶିଷ୍ୟ ପରମ୍ପରାର ଉଦାହରଣ ଦେଇଥିଲେ।

ଏହାପରେ ସେ ମୟୁରଭଞ୍ଜ ଜିଲ୍ଲାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ। ୧୦,୨୧୦ କୋଟି ଟଙ୍କା ବ୍ୟୟରେ କାର୍ଯ୍ୟକାରୀ ହେଉଥିବା ଏହି ପ୍ରକଳ୍ପ ଦ୍ବାରା ୨,୭୦,୯୦୦ ଏକର ଚାଷଜମି ଜଳସେଚିତ ହୋଇପାରିବ। ସମୀକ୍ଷାରୁ ଜଣାଯାଇଥିଲା ଯେ ୨୦୨୪ ମଇ ସୁଦ୍ଧା ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ଶେଷ ହେବ ଏବଂ ଦ୍ବିତୀୟ ପର୍ଯ୍ୟାୟ ଜୁନ ୨୦୨୮ ସୁଦ୍ଧା ସଂପୂର୍ଣ୍ଣ ହେବ।

ଏହି ଅବସରରେ ଶ୍ରୀ ପାଣ୍ଡିଆନ ଦେଓ, ଉଦଳାର ସୋନ ପ୍ରକଳ୍ପ, ଖଇରୀ ବନ୍ଧନ ପ୍ରକଳ୍ପ ଓ କ୍ଲଷ୍ଟର ବୃହତ ଉଠାଜଳସେଚନ ପ୍ରକଳ୍ପ ଆଦି ପ୍ରମୁଖ ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ। ଏହିସବୁ ପ୍ରକଳ୍ପ ଗୁଡିକ ପାଇଁ ୩୨୮୨ କୋଟି ଟଙ୍କା ବିନିଯୋଗ ହେଉଥିବା ବେଳେ, ଏହାଦ୍ବାରା ୧,୧୬,୫୦୦ ଏକର ଜମି ଜଳସେଚିତ ହୋଇପାରିବ। ଏହିସବୁ ପ୍ରକଳ୍ପ ଗୁଡିକୁ ତ୍ବରାନ୍ବିତ କରିବା ପାଇଁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।

ଏହାପରେ ସେ ବାରିପଦାରେ ବୁଢାବଳଙ୍ଗ ଉପରେ ନିର୍ମାଣାଧୀନ ନଦୀ ବନ୍ଧ ଏବଂ ରିଂଗ ରୋଡ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ଏଥିପାଇଁ ୧୫୪ କୋଟି ଟଙ୍କା ବିନିଯୋଗ କରାଯାଉଛି। ଏହାସହିତ ୭୨.୬୩ କୋଟି ଟଙ୍କାରେ ନିର୍ମିତ ହେବାକୁ ଥିବା ଘାଟି ରାସ୍ତା, ବାରିପଦାରେ ୪୮ କୋଟି ଟଙ୍କା ବ୍ୟୟରେ ବୁଢାବଳଙ୍ଗ ନଦୀ ଉପରେ ବୃହତ ସେତୁର ନିର୍ମାଣ, ୩୦୬ କୋଟି ଟଙ୍କା ବ୍ୟୟରେ ନିର୍ମାଣାଧୀନ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍‌ପିଟାଲ ଏବଂ ବାରିପଦା ଠାରେ ୪୭.୩୫ କୋଟି ଟଙ୍କା ବ୍ୟୟରେ ଏକ କ୍ୟାନସର ହସ୍‌ପିଟାଲ ନିର୍ମାଣ ଆଦି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରି ସମସ୍ତ ପ୍ରକଳ୍ପକୁ ତ୍ବରାନ୍ବିତ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ଶ୍ରୀ ପାଣ୍ଡିଆନଙ୍କ ମୟୁରଭଂଜକୁ ପୂର୍ବରୁ କରିଥିବା ଗସ୍ତ ପରେ ଆରମ୍ଭ ହୋଇଥିବା କେତେକ ପ୍ରକଳ୍ପର ମଧ୍ୟ ସେ ସମୀକ୍ଷା କରିଥିଲେ।

Categories
ବିଶେଷ ଖବର

ସଂଖ୍ୟାଲଘୁ ଧାର୍ମିକ ସ୍ଥଳ ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କୀ ସହିତ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ଧାମନଗର ଗସ୍ତ ଅବସରରେ ଖାନୱାର ଏକ ପ୍ରତିନିଧି ଦଳ ତାଙ୍କୁ ଭେଟି ଏ ବିଷୟରେ ଅନୁରୋଧ କରିଥିଲେ। ଶ୍ରୀ ପାଣ୍ଡିଆନ ଏହି ଅନୁରୋଧ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ। ସେମାନଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପାଣି ଟାଙ୍କୀ ଓ ଜଳଯୋଗାଣ ସୁବିଧା ପାଇଁ ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ ଯେ  ପୀରବାବା ହୁଜୁର ମୁଜାହିଦ ଏ ମିଲାତପେଙ୍କ ଅନୁଗାମୀମାନେ ପ୍ରତିଦିନ ବହୁ ସଂଖ୍ୟାରେ ଖନୱାକୁ ଆସିଥାନ୍ତି। ପୀରବାବା ହୁଜୁର ମୁଜାହିଦଙ୍କ ଉର୍ସ ଉତ୍ସବ ସମୟରେ ଏଠାରେ ବିଶେଷ ଭିଡ ପରିଲକ୍ଷିତ ହୋଇଥାଏ। ସେଠାରେ ଜଳଯୋଗଣରେ ଉନ୍ନତି ହେବା ଦ୍ୱାରା ଛାତ୍ରଛାତ୍ରୀ, ତୀର୍ଥଯାତ୍ରୀ, ଉର୍ସ ମୁଜାହିଦ ଏ ମିଲାତ କମିଟିର ସଦସ୍ୟମାନଙ୍କ ସମେତ ୨ ଲକ୍ଷ ଭକ୍ତ ଉପକୃତ ହେବେ। ସେମାନଙ୍କ ଅସୁବିଧାର ତୁରନ୍ତ ସମାଧାନ ହୋଇଥିବାରୁ ଧାମନଗର ଅଞ୍ଚଳର ମୁସଲମାନ ଭାଇ ଓ ଭଉଣୀମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇବା ସହିତ ଗଭୀର କୃତଜ୍ଞତା ବ୍ୟକ୍ତ କରିଛନ୍ତି।

Categories
ଆଜିର ଖବର

ପାଣ୍ଡିଆନ ଏକା ନୁହଁନ୍ତି, ପୂର୍ବରୁ ମଧ୍ୟ ଓଡିଶା ରାଜନୀତିରେ ଚହଳ ପକାଇଛନ୍ତି ରାଜ୍ୟ ବାହାର ବ୍ୟକ୍ତିତ୍ବ

ଭୁବନେଶ୍ବର: ଓଡିଶା ରାଜନୀତିରେ ବର୍ତ୍ତମାନ ଭି କେ ପାଣ୍ଡିଆନ ଏକ ଚର୍ଚ୍ଚିତ ନାମ। କାରଣ ଆଇଏଏସ ଅଫିସରରୁ ଅବସର ନେଇ ସକ୍ରିୟ ରାଜନୀତିକୁ ପଦାର୍ପଣ କରିଛନ୍ତି। ତେବେ ତାଙ୍କର ପରିଶ୍ରମ ଏବଂ ଭିଜନକୁ ନେଇ ମଧ୍ୟ ସେ ଓଡିଶା ରାଜନୀତିରେ ଜଣେ ପରିଚିତ ବ୍ୟକ୍ତିତ୍ବ ହୋଇଛନ୍ତି। ତାଙ୍କର ଜନ୍ମ ତାମିଲନାଡୁରେ ହେଲେ ସେ ଓଡିଶା ଲୋକଙ୍କର ସେବା କରିବାରେ ନିଜକୁ ସମର୍ପିତ କରିଛନ୍ତି। ଓଡ଼ିଶାରେ ବାହାର ରାଜ୍ୟର ନେତାମାନେ ରାଜନୀତି କରିବା କିଛି ନୂଆ କଥା ନୁହେଁ।

ରାଜ୍ୟ ବାହାରର ନେତାଙ୍କୁ ଓଡ଼ିଶାରୁ ରାଜନୀତି କରିବାର ପରମ୍ପରା କଂଗ୍ରେସ ସମୟରୁ ଆରମ୍ଭ ହୋଇଛି। ସ୍ୱାଧୀନତା ପରେ ୧୯୫୨ରେ ଆର. ପି. ଦୁବେ, ୧୯୫୬ରେ ପି.ଡି. ହିମତସିଂକା, ୧୯୬୬ରେ ହନିଫ ମହମ୍ମଦ, ୧୯୭୦ରେ ସୁରଜମଲ ଶାହା, ୧୯୮୪ରେ କେ. ଭି. ପାନିକର, ୧୯୮୮ରେ ମନମୋହନ ମାଥୁର ଓଡ଼ିଶାରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି। ସେହିପରି ବ୍ରହ୍ମପୁରରୁ ପୂର୍ବତନ ପ୍ରଧାନମନ୍ତ୍ରୀ ପି ଭି ନରସିଂହ ରାଓ ୧୯୯୬ରେ ଲୋକସଭାକୁ ନିର୍ବାଚିତ ହୋଇଛନ୍ତି।

କଂଗ୍ରେସ ବିରୋଧୀ ଜନତା ଦଳ ମଧ୍ୟ ପଛରେ ନ ଥିଲା। ବିଜୁ ପଟ୍ଟନାୟକଙ୍କ ନେତୃତ୍ୱରେ ଶାସନ କ୍ଷମତାକୁ ଆସିଥିବା ଜନତା ଦଳରୁ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ ଆର ବୋମାଇ ୧୯୯୨ରେ ରାଜ୍ୟସମାକୁ ଓଡ଼ିଶାରୁ ନିର୍ବାଚିତ ହୋଇଥିଲେ। ନିର୍ବାଚନ ପରେ ସେ ଓଡ଼ିଶା ପ୍ରତି ଦୃଷ୍ଟି ଦେଇ ନ ଥିବାରୁ ବଡ଼ ହୋ ହାଲା ହୋଇଥିଲା।

ବିଜେପି ମଧ୍ୟ ଏହି ଅଣ ଓଡ଼ିଆ ସମସ୍ୟାରୁ ମୁକ୍ତ ନୁହେଁ। ୨୦୦୪ରେ ବିଜେପି କୋଟାରେ ଉତ୍ତରପ୍ରଦେଶର ନେତା ଛତରପାଲ ସିଂହ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ସେ ନିର୍ବାଚିତ ହେବାପରେ ଏପରି କାମ କଲେ ଯେ ଓଡ଼ିଶା ନାମ ବଦନାମ ହେଲା। ସେ ପ୍ରଶ୍ନ ପଚାରିବା ପାଇଁ ଲାଞ୍ଚ ନେଇ ଧରାପଡ଼ିବାରୁ ସଦସ୍ୟ ପଦ ହରାଇଥିଲେ। ଏହାପରେ ୨୦୦୮ରେ ସାମ୍ବାଦିକ ବଲବୀର ପୁଞ୍ଜ ବିଜେପି କୋଟାରେ ଓଡ଼ିଶାରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ଅଶ୍ୱିନୀ ବୈଷ୍ଣବ ବିଜେପି ଓ ବିଜେଡି ସହାୟତାରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି।

କେବଳ ରାଜ୍ୟସଭା ନୁହେଁ ଲୋକସଭା ଓ ବିଧାନସଭାକୁ ଅଣ ଓଡ଼ିଆ ନେତାମାନେ ମଧ୍ୟ ନିର୍ବାଚିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବିଜେପିର ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂହଦେଓ, ବିଜେଡିର କନ୍ଧମାଳର ପୂର୍ବତନ ଲୋକସଭା ସାଂସଦ ପ୍ରତ୍ୟୁଷା କୁମାରୀ, ପୂର୍ବତନ ରାଜ୍ୟସଭା ସାଂସଦ ତଥା ବିଧାନସଭା ସଦସ୍ୟ ଭୂପିନ୍ଦର ସିଂହ, କଂଗ୍ରେସର ସନ୍ତୋଷ ସିଂହ ସାଲୁଜା ମଧ୍ୟ ଅଛନ୍ତି।

କେବଳ ଓଡିଶା ନୁହେଁ, ଦେଶର ଅନେକ ରାଜ୍ୟରେ ରାଜ୍ୟ ବାହାରର ନେତା ରାଜନୀତି କରିଥିବାର ଅନେକ ନଜିର ରହିଛି। ତାମିଲନାଡୁ ରାଜନୀତିର ଅନ୍ୟତମ ପ୍ରତୀକ, ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେ ଜୟଲଳିତାଙ୍କ ପରାମର୍ଶଦାତା ଏମଜି ରାମଚନ୍ଦ୍ରନ ତାମିଲନାଡୁର ନୁହଁନ୍ତି। ସେ ଶ୍ରୀଲଙ୍କାର କାଣ୍ଡିଠାରେ ଏକ ମାଲାୟାଲି ନାୟାର ପରିବାରରେ ଜନ୍ମଗ୍ରହଣ କରିଥିଲେ।

ଜଣେ ଆୟଙ୍ଗର ବ୍ରାହ୍ମଣ ହୋଇଥିଲେ ମଧ୍ୟ ଜୟଲଳିତା ନିଜେ କର୍ଣ୍ଣାଟକରେ ବଡ଼ ହୋଇଥିଲେ, କାରଣ ତାଙ୍କ ଜେଜେବାପା ଏହାର କୋର୍ଟ ଫିଜିସିଆନ ଭାବରେ ମହୀଶୂର ରାଜ୍ୟକୁ ସ୍ଥାନାନ୍ତରିତ ହୋଇଥିଲେ। ତେବେ ତାଙ୍କର ପ୍ରାରମ୍ଭିକ ପିଲାଦିନ ମହୀଶୂର ଏବଂ ବେଙ୍ଗାଲୁରୁରେ ବିତାଇବା ପରେ ସେ ୧୯୫୮ ମସିହାରେ ୧୦ ବର୍ଷ ବୟସରେ ତାମିଲନାଡୁରେ ବସବାସ କରିଥିଲେ।

ଉତ୍ତର ପ୍ରଦେଶରେ ଦଳିତ ରାଜନୀତି ବିଷୟରେ ଚିନ୍ତା କଲେ ମନରେ ପ୍ରଥମ ନାମ ହେଉଛି କଂଶୀରାମ। ସେ ପଞ୍ଜାବର ବାସିନ୍ଦା, ପୁଣେର ଏକ ସରକାରୀ ଲ୍ୟାବରେ କାମ କରୁଥିଲେ, କିନ୍ତୁ ଦୁଇ ଦଶନ୍ଧି ଧରି ୟୁପି ରାଜନୀତିର ଗତିପଥ ବଦଳାଇବାରେ ସଫଳ ହୋଇଥିଲେ। କୁହାଯାଉଛି ଯେ ପ୍ରଥମେ ଦଳିତ ଶୋଶିତ ସମାଜ ସଂଘର୍ଷ ସମିତି (ଡିଏସ୍ -୪) ଏବଂ ପରେ ତାଙ୍କ ଦଳ ବହୁଜନ ସମାଜ ପାର୍ଟି (ବିଏସପି) ମାଧ୍ୟମରେ ୟୁପିରେ ତାଙ୍କ ଦଳିତ ରାଜନୀତିକୁ ଆଗକୁ ନେବାକୁ ନିଷ୍ପତ୍ତି ନେବା ପରେ ସେ ପଞ୍ଜାବରେ ତାଙ୍କ ପରିବାର ତ୍ୟାଗ କରିଥିଲେ।

କହିବାକୁ ଗଲେ ଜାତୀୟ ସ୍ତରର ଆଉ ଜଣେ ରାଜନେତା ହେଲେ ସମାଜବାଦୀ ଜର୍ଜ ଫର୍ଣ୍ଣାଣ୍ଡିଜ୍। ମାଙ୍ଗାଲୁରୁର ମୂଳ ବାସିନ୍ଦା ତାଙ୍କ ପରିବାର ଦ୍ୱାରା ପୂଜାରୀ ହେବା ପାଇଁ ବେଙ୍ଗାଲୁରୁ ପଠାଯାଇଥିଲା। ଫର୍ଣ୍ଣାଣ୍ଡିଜ୍ ଶ୍ରମିକ ସମସ୍ୟା ପ୍ରତି ଆକର୍ଷିତ ହୋଇଥିଲେ ଏବଂ ଜଣେ ଟ୍ରେଡ୍ ୟୁନିୟନ ନେତା ହୋଇଥିଲେ। ମୁମ୍ବାଇ ଚାଲି ଯାଇ ସେ ଅନେକ ଧର୍ମଘଟ କରିଥିଲେ ଏବଂ ୧୯୬୭ ଲୋକସଭା ନିର୍ବାଚନରେ ମହାରାଷ୍ଟ୍ର ରାଜନୀତିର ଜଣେ ନେତା ଏସକେ ପାଟିଲଙ୍କୁ ମୁମ୍ବାଇରୁ ପରାସ୍ତ କରିଥିଲେ। ତାଙ୍କର ପରବର୍ତ୍ତୀ ହବ୍ ଥିଲା ବିହାର।

ଜରୁରୀକାଳୀନ ପରିସ୍ଥିତି ବିରୋଧୀ ସଂଗ୍ରାମୀମାନଙ୍କ ମଧ୍ୟରୁ ଅନ୍ୟତମ ଫର୍ଣ୍ଣାଣ୍ଡିଜ୍ ୧୯୭୭ରେ ବିହାରର ମୁଜାଫରପୁର ଆସନରୁ ପ୍ରାୟ ୩ ଲକ୍ଷ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଥିଲେ। ମୁଜାଫରପୁର ନିର୍ବାଚନରେ ଯେଉଁ ସ୍ଲୋଗାନ୍ ସର୍ବବ୍ୟାପୀ ହୋଇଥିଲା ତାହା ହେଲା – ଜେଲ୍ କା ଫାଟକ ଟୁଟେଗା, ଜର୍ଜ ହମାରା ଛୁଟେଗା (ଜେଲର ଦ୍ୱାର ଭାଙ୍ଗିଯିବ; ଆମ ଜର୍ଜ ମୁକ୍ତ ହେବେ)। ପରବର୍ତ୍ତୀ ସମୟରେ ରାଜନୀତି ସହ ତାଙ୍କର ସମ୍ପର୍କ ମୁଖ୍ୟତଃ ବିହାରରୁ ରହିଥିଲା।

ବିଜେପିର ସୁଷମା ସ୍ୱରାଜ ୧୯୭୭ମସିହାରେ ହରିୟାଣାରୁ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ ଏବଂ ୧୯୯୦ ଦଶକର ଶେଷ ଭାଗରେ ଦକ୍ଷିଣ ଦିଲ୍ଲୀରୁ ଲୋକସଭା ନିର୍ବାଚନ ଜିତିଥିଲେ ଏବଂ ପରେ ୨୦୦୯ରୁ ମଧ୍ୟପ୍ରଦେଶର ବିଦିଶାରୁ ଲୋକସଭା ନିର୍ବାଚନ ଜିତିଥିଲେ। ୧୯୯୮ରେ ସେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବରେ ମଧ୍ୟ ବହୁତ ସଂକ୍ଷିପ୍ତ କାର୍ଯ୍ୟକାଳ ଅତିବାହିତ କରିଥିଲେ।

ଫର୍ଣ୍ଣାଣ୍ଡିଜଙ୍କ ବ୍ୟତୀତ ବିହାର ରାଜନୀତିରେ ଆଉ ଜଣେ ‘ବାହାର ଲୋକ’ ରାଜନୀତି କରିଛନ୍ତି । ସେ ହେଲେ ମଧ୍ୟପ୍ରଦେଶର ବାସିନ୍ଦା ଶରଦ ଯାଦବ ଦୀର୍ଘ ଦିନ ଧରି ବିହାରର ଦଳ ଜନତା ଦଳ (ୟୁନାଇଟେଡ୍) ସହ ଜଡ଼ିତ ଥିଲେ ଏବଂ ରାଜ୍ୟର ମାଧେପୁରାରୁ ୪ଥର ଲୋକସଭା ନିର୍ବାଚନ ଜିତିଥିଲେ। ମଧ୍ୟପ୍ରଦେଶ ଏହି ଘଟଣାରେ ଅପରିଚିତ ନୁହେଁ। କଂଗ୍ରେସର ପ୍ରମୁଖ ଚେହେରା ଏବଂ ଦଳର ସମ୍ଭାବ୍ୟ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କମଲନାଥ କାନପୁରରେ ରହୁଥିବା ଏକ ବ୍ୟବସାୟୀ ପରିବାରରୁ ଆସିଛନ୍ତି।

ଅନ୍ୟ ରାଜ୍ୟ ବାହାର ନେତା

ମହାରାଷ୍ଟ୍ରରେ ଯେତେବେଳେ ମାଟିପୁତ୍ର ନୀତି ଜୋର ଧରିଥିଲା ବିହାରର ରୋହତାସରେ ଜନ୍ମଗ୍ରହଣ କରିଥିବା କଂଗ୍ରେସର ସଞ୍ଜୟ ନିରୁପମ ତାଙ୍କ ରାଜନୈତିକ ଜୀବନ ମୁଖ୍ୟତଃ ମୁମ୍ବାଇରେ ବିତାଇଥିଲେ। ଏପରିକି ସେ ମୁମ୍ବାଇ କଂଗ୍ରେସ କମିଟିର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ।

ଆନ୍ଧ୍ରପ୍ରଦେଶର ବାସିନ୍ଦା ଚଳଚ୍ଚିତ୍ର ଅଭିନେତ୍ରୀ ଜୟାପ୍ରଦା ଉତ୍ତରପ୍ରଦେଶର ସମାଜବାଦୀ ପାର୍ଟି ସହ ଜଡ଼ିତ ଥିଲେ ଏବଂ ଉତ୍ତର ପ୍ରଦେଶରେ ନିଜର ରାଜନୀତି କରିଥିଲେ। ସେ ରାମପୁରରୁ ଲୋକସଭା ସାଂସଦ ଭାବେ ମଧ୍ୟ ପ୍ରତିନିଧିତ୍ୱ କରିଥିଲେ। ହେମା ମାଳିନୀ ମଧ୍ୟ ତାମିଲନାଡୁର ଏକ ଆୟଙ୍ଗର ବ୍ରାହ୍ମଣ ପରିବାରରୁ ଆସିଛନ୍ତି, କିନ୍ତୁ ଲୋକସଭାରେ ୟୁପିର ମଥୁରାରୁ ପ୍ରତିନିଧିତ୍ୱ କରନ୍ତି। ଏପରିକି ପଶ୍ଚିମବଙ୍ଗ ନିବାସୀ ଅଭିନେତ୍ରୀ ଜୟା ଭାଦୁରୀ ମଧ୍ୟ ଉତ୍ତର ପ୍ରଦେଶରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି।

କଂଗ୍ରେସ ନେତା ସଚିନ ପାଇଲଟ ରାଜସ୍ଥାନ ରାଜନୀତିର ଏକ ପ୍ରମୁଖ ଚେହେରା ହୋଇପାରନ୍ତି କିନ୍ତୁ ସେ ପଶ୍ଚିମ ୟୁପିର ଗ୍ରେଟର ନୋଏଡାରେ ଥିବା ଏକ ଗୁଜ୍ଜର ପରିବାରରୁ ଆସିଛନ୍ତି । ତାଙ୍କ ପିତା ରାଜେଶ ପାଇଲଟ୍ ରାଜସ୍ଥାନର ଦୌସାକୁ ନିଜର ଗଡ଼ ବନାଇ ରାଜ୍ୟକୁ ନିଜର ରାଜନୈତିକ ଘର କରିଥିଲେ ।

ରାଜସ୍ଥାନ ପାଇଁ ଏହି ଧାରା ନୂଆ ନୁହେଁ । ୧୯୮୦ ମସିହାରୁ ରାଜସ୍ଥାନରେ ସିକରରୁ ପ୍ରତିନିଧିତ୍ୱ କରିଥିବା ପୂର୍ବତନ ଲୋକସଭା ବାଚସ୍ପତି ବଳରାମ ଜାଖର ପଞ୍ଜାବର ବାସିନ୍ଦା ଥିଲେ ଏବଂ ବିଭାଜନ ପୂର୍ବରୁ ଲାହୋରରେ ଅଧ୍ୟୟନ କରିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେଙ୍କ ମୂଳ ସିନ୍ଧିଆ ପରିବାରର ଗୋଆଲିୟର ମରାଠା ରାଜପରିବାରରେ ମଧ୍ୟ ରହିଛି, କିନ୍ତୁ ରାଜସ୍ଥାନରେ ବିବାହ କରି ରାଜ୍ୟକୁ ନିଜର ରାଜନୈତିକ କ୍ଷେତ୍ରରେ ପରିଣତ କରିଛନ୍ତି ।

ଅଖିଳେଶ ଯାଦବଙ୍କ ପତ୍ନୀ ଡିମ୍ପଲ ମଧ୍ୟ ଉତ୍ତରାଖଣ୍ଡର ଏକ ରାଜପୁତ ପରିବାରରୁ ଆସିଛନ୍ତି, ଯେମିତି କି ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ତାଙ୍କ ମୂଳ ନାମ ଅଜୟ ସିଂ ବିଷ୍ଟ।
ଆଧୁନିକ ଭାରତୀୟ ରାଜନୀତି ଭଳି ଅତୀତରେ ଏହି ‘ବାହାର’ ରାଜନେତାଙ୍କ ଧାରା ମଧ୍ୟ ପୁରୁଣା। ଭାରତର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସୁଚେତା କ୍ରିପାଲାନି ୧୯୬୩ ରୁ ୧୯୬୭ ପର୍ଯ୍ୟନ୍ତ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଥିଲେ। ସେ ଅମ୍ବାଲାରେ ଏକ ବଙ୍ଗୀୟ ବ୍ରାହ୍ମୋ ପରିବାରରେ ଜନ୍ମଗ୍ରହଣ କରିଥିଲେ। ପାର୍ସୀ ସମ୍ପ୍ରଦାୟର ସିପିଆଇ ନେତା ରୁସ୍ତମ ସାଟିନ, ଯିଏ କି ୧୯୬୭ରେ ବାରଣାସୀରୁ ବିଧାୟକ ଭାବରେ ଜିତିଥିଲେ ଏବଂ ସଂଯୁକ୍ତ ବିଧାୟକ ଦଳ ରାଜ୍ୟ ସରକାରରେ ଗୃହ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ହୋଇଥିଲେ।

Categories
ବିଶେଷ ଖବର

ମୁଖ୍ୟମନ୍ତ୍ରୀ ମକା ମିଶନର କାର୍ଯ୍ୟକାରିତା ସଂପର୍କରେ ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ: ଫସଲ ଉତ୍ପାଦନରେ ୫୧ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ୫-ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷଙ୍କ ଭି.କେ. ପାଣ୍ଡିଆନ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମକା ମିଶନର କାର୍ଯ୍ୟକାରିତା ସଂପର୍କରେ ସମୀକ୍ଷା କରିବା ସହିତ ଜନଅଭିଯୋଗ ଶୁଣାଣି ଭିତ୍ତିରେ ପାନ ଚାଷୀ, କିଆଫୁଲ ଚାଷୀ ଓ ଲେମନ୍‌ଗ୍ରାସ ଚାଷୀମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଗ୍ରହଣ କରାଯାଇଥିବା କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ। ସମୀକ୍ଷାରୁ ଜଣା ଯାଇଛି ଯେ ମୁଖ୍ୟମନ୍ତ୍ରୀ ମକା ମିଶନ କାର୍ଯ୍ୟକ୍ରମ ପାଇଁ ଆରମ୍ଭ ହୋଇଥିବା କ୍ଷେତ୍ର ପ୍ରଦର୍ଶନରେ ଉତ୍ସାହଜନକ ଅଗ୍ରଗତି ପରିଲକ୍ଷିତ ହୋଇଛି ଏବଂ ଫସଲ ଉତ୍ପାଦନରେ ଶତକଡା ୫୧ ପ୍ରତିଶତ ବୃଦ୍ଧି ଘଟିଛି। ଏଥି ସହିତ ମକାର ସଂଗ୍ରହ ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି। ନଭେମ୍ବର ଶେଷ ସୁଦ୍ଧା ୪୪,୭୩୦ କୁଇଣ୍ଟାଲ ମକା ଏଫ.ପି.ଓ ଦ୍ୱାରା ସଂଗ୍ରହ କରାଯାଇଛି।

ମକା ଚାଷୀ ଯେପରି ଉଚିତ୍ ମୂଲ୍ୟ ପାଇପାରିବେ ସେଥିପାଇଁ ଅଧିକ ଏଫ.ପି.ଓ ଗଠନ ସହିତ ସେମାନଙ୍କ ଜରିଆରେ ସଂଗ୍ରହ ଜାରି ରଖିବା ପାଇଁ ବୈଠକରେ ନିଷ୍ପତି ନିଆଯାଇଛି। ଆହୁରି ମଧ୍ୟ ଚାଷୀ ଯେପରି ଅଧିକ ମୂଲ୍ୟ ପାଇବେ ସେଥିପାଇଁ ଅଧିକରୁ ଅଧିକ ଘରୋଇ ବ୍ୟବସାୟୀଙ୍କୁ ଏଥିରେ ସଂପୃକ୍ତ କରିବା ପାଇଁ ନିଷ୍ପତି ନିଆଯାଇଛି। ଏହା ସହିତ ଏଫ.ପି.ଓ ର ଦକ୍ଷତା ବୃଦ୍ଧି ପାଇଁ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ନିଷ୍ପତି ହୋଇଛି। ଓର୍‌ମାସ୍‌ ମଧ୍ୟ ମକାର ପ୍ରାଥମିକ ପ୍ରକ୍ରିୟାକରଣ ଓ ମାର୍କେଟିଂରେ ସହଯୋଗ କରିବ ବୋଲି ବୈଠକରୁ ଜଣାଯାଇଛି।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ଶେଷ ସୁଦ୍ଧା ୧୫ଟି ଏଫ.ପି.ଓ ଗଠନ କରାଯିବ ଏବଂ ଏଥି ମଧ୍ୟରୁ ୧୩ଟି ଗଠିତ ହୋଇସାରିଛି। କେବଳ ମହିଳାମାନଙ୍କୁ ନେଇ ୪ଟି ଏଫ.ପି.ଓ ଗଠନ କରାଯାଇଛି। ମିଶନର ପ୍ରଥମ ବର୍ଷରେ ୨୦ ହଜାର ମେଟ୍ରିକ ଟନ୍ ମକା ସଂଗ୍ରହ ଓ ମାର୍କେଟିଂ ଲକ୍ଷ୍ୟ ରଖାଯାଇଛି।

ରାଜ୍ୟରେ ମକା ମିଶନ ଜରିଆରେ ନବରଙ୍ଗପୁର, କୋରାପୁଟ, ଗଜପତି ଓ ନୂଆପଡା ଜିଲ୍ଲାରେ ମକା ମିଶନ କାର୍ଯ୍ୟକାରୀ କରାଯାଉଛି। ଏହି ମିଶନରେ ଚାଷୀମାନଙ୍କ ସହିତ ଆମର ମିଶନ ଶକ୍ତିର ମା’ମାନେ ମଧ୍ୟ ଅଂଶଗ୍ରହଣ କରୁଛନ୍ତି।

ସେହିପରି ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ଅନୁଷ୍ଠିତ ଜନଅଭିଯୋଗ ଶୁଣାଣିରେ ମିଳିଥିବା ପାନ ଚାଷୀ, କିଆଫୁଲ ଚାଷୀ ଓ ଲେମନ୍‌ ଗ୍ରାସ ଚାଷୀମାନେ ସେମାନଙ୍କର ବିଭିନ୍ନ ସମସ୍ୟା ସଂପର୍କରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

ତଦନୁଯାୟୀ, ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ପାନ ଚାଷୀ, କିଆଫୁଲ, ଓ ଲେମନ୍‌ ଗ୍ରାସ ଚାଷୀଙ୍କ କଲ୍ୟାଣ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଘୋଷଣା କରିଥିଲେ। ପାନ ଚାଷୀଙ୍କ ପାଇଁ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଣ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ସେହିପରି ଆପିକଲ୍ ଜରିଆରେ କିଆଫୁଲ ପ୍ରୋସେସିଂ ୟୁନିଟ୍ କରିବା ପାଇଁ ମଧ୍ୟ ଘୋଷଣା କରାଯାଇଥିଲା। ଯାହାଦ୍ୱାରା ଉଭୟ ପାନ ଚାଷୀ ଓ କିଆଫୁଲ ଚାଷୀ ଉପକୃତ ହୋଇପାରିବେ। କୋରାପୁଟରେ ଲେମନ୍‌ ଗ୍ରାସ୍‌ ଚାଷର ବିଶେଷ ଆଦର ରହିଥିବାରୁ ସେଠାରେ ଏହାକୁ ଅଧିକ ବ୍ୟାପକ କରିବା ପାଇଁ Horticulture Mission Plus ଅଧିନରେ ୮୪ ହଜାର ଟଙ୍କା ଏବଂ NHM ରେ ୧୬ ହଜାର ଟଙ୍କା ଏହିପରି ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ଯୋଗାଇଦେବା ପାଇଁ ନିଷ୍ପତି ହୋଇଥିଲା।

ଆଜିର ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇଥିବା ସହାୟତାଗୁଡିକୁ ୨୬ ଜାନୁୟାରୀ ୨୦୨୪ ପୂର୍ବରୁ ଆରମ୍ଭ କରିବା ପାଇଁ ନିଷ୍ପତି ହୋଇଥିଲା। ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା  ସୁରେଶ କୁମାର ମହାପାତ୍ର, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢୀ ଓ ସମବାୟ ସଚିବଙ୍କ ସମେତ ନବରଙ୍ଗପୁର, ଗଞ୍ଜାମ, ପୁରୀ ଓ କୋରାପୁଟର ଜିଲ୍ଲାପାଳ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର ସଂସ୍କୃତି

5T ଅଧ୍ୟକ୍ଷ ପଣ୍ଡିଆନଙ୍କ ପୁରୀ ଶ୍ରୀମନ୍ଦିର ପରିଦର୍ଶନ, ଭୋର ୫ ଟାରୁ ୭ଟା ପର୍ଯ୍ୟନ୍ତ କଲେ ସମୀକ୍ଷା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ଦିଗରେ ପଦକ୍ଷେପ ନେବା ସହିତ ମଠ ଗୁଡିକ ର ପୁନରୁଦ୍ଧାର କାମ, କାମ ତ୍ୱରାନ୍ୱିତ କରିବା ପାଇଁ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଆଜି ପ୍ରତ୍ୟୁଷ ୫ ଟା ଠାରୁ ୭ ଟା ପର୍ଯ୍ୟନ୍ତ ସେ ସମୀକ୍ଷା କରିଥିଲେ ଓ ସମଗ୍ର ପରିକ୍ରମା ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ସହ ଭକ୍ତ ମାନଙ୍କ ସହ ମଧ୍ୟ ଆଲୋଚନା କରିଥିଲେ। ଏହି ସମୀକ୍ଷା ଅବସରରେ ଶ୍ରୀ ପାଣ୍ଡିଆନ୍ ଦୋଳବେଦି ଅଞ୍ଚଳ ର ତ୍ଵରିତ ବିକାଶ ଏମାର ମଠ, ପଞ୍ଜାବୀ ମଠ ଆଦି ର ପୁନରୁଦ୍ଧାର ସହିତ ପରିକ୍ରମା ପ୍ରକଳ୍ପ ସମ୍ମୁଖ ଭାଗ ର ପେଣ୍ଟିଂ କାମ ଆଗେଇ ନେବାକୁ ପରାମର୍ଶ ଦେଇଥିଲେ।

ଏହା ସହିତ ଭକ୍ତ ମାନଙ୍କ ସ୍ବଚ୍ଛନ୍ଦ ଦର୍ଶନ ପାଇଁ ମରୀଚି କୋଟ ଛକ ଠାରୁ ଧାଡ଼ି ଆରମ୍ଭ ସହିତ ସିଂହଦ୍ଵାର ଠାରୁ ମରୀଚି କୋଟ ଛକ ପର୍ଯ୍ୟନ୍ତ ବଡ଼ଦାଣ୍ଡ ର ଉଭୟ ପାର୍ଶ୍ଵ ରୁ ଭେଣ୍ଡିଂ ଜୋନ୍ ହଟାଇ ଅନ୍ୟତ୍ର ଥଇଥାନ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ।

ସେହିପରି ଶ୍ରୀ ମନ୍ଦିର ଉତ୍ତର ଦକ୍ଷୀଣ ଓ ପଶ୍ଚିମ ପାର୍ଶ୍ୱ ର ଲ୍ୟାଣ୍ଡସ୍କେପିଂ କାମ 9 ଡିସେମ୍ବର ସୁଦ୍ଧା ସାରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ମଠ ପୁନଃ ନିର୍ମାଣ ପାଇଁ ଅଧିକ ସଂଖ୍ୟକ ଦକ୍ଷ କାରିଗର ନିଯୁକ୍ତ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ

ଏତବ୍ୟତୀତ ମେଘନାଦ ପାଚେରୀ ନିକଟରେ ସବୁ ଇଲେକ୍ଟ୍ରିକାଲ କାମକୁ ଶୀଘ୍ର ସାରିବାକୁ ସେ ପରାମର୍ଶ ଦେଇଥିଲେ। ସେଠାରେ ଥିବା ବିଭିନ୍ନ ପୋଲ୍, ତାର ଓ ଅନ୍ୟାନ୍ୟ ସେବା ବ୍ୟବସ୍ଥାକୁ ଶୀଘ୍ର ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମେଘନାଦ ପାଚେରୀ ନିକଟରେ ଥିବା ଐତିହ୍ୟ ସମ୍ପନ୍ନ ଛୋଟ ଛୋଟ ମନ୍ଦିର ଓ ନିର୍ମାଣକୁ ସୁରକ୍ଷିତ ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।

ଟ୍ରିଣ୍ଟମେଣ୍ଟ ପ୍ଲାଣ୍ଟ ପରିମଳ ବ୍ୟବସ୍ଥାର ଉନ୍ନତି କାମ ଠିକ୍ ସମୟରେ ସରିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ। ଏହି ପରିଦର୍ଶନ ପୁରୀ ଜିଲ୍ଲାପାଳ, IG ,SP OBCC MD ଏବଂ ବିଭିନ୍ନ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର

୫-ଟି ଅଧ୍ୟକ୍ଷଙ୍କୁ ଭେଟିଲେ ଉତ୍ତରକାଶୀ ଟନେଲରେ ଫସି ରହିଥିବା ଓଡିଆ ଶ୍ରମିକଙ୍କ ପରିବାର ସଦସ୍ୟ 

ଭୁବନେଶ୍ବର: ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶ୍ରମିକଙ୍କ ପରିବାର ସଦସ୍ୟ ମାନଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ନେବା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି। ସେମାନେ ହେଲେ ନବରଙ୍ଗପୁର ଜିଲ୍ଲାର ଫୁଲଚାନ୍ଦ ଭତ୍ରା, ମୟୁରଭଂଜ ଜିଲ୍ଲାର ବିମଳା ନାୟକ, ଚିତ୍ତରଂଜନ ନାୟକ ପୂର୍ବରୁ  ଅନ୍ୟ  ଦୁଇ ଶ୍ରମିକଙ୍କ  ପରିବାର ଉତ୍ତର କାଶୀରେ ପହଂଚି ସାରିଛନ୍ତି। ଏହାଦ୍ବାରା ଉଦ୍ଧାର ପରେ ଫସି ରହିଥିବା ଶ୍ରମିକମାନେ ସେମାନଙ୍କ ପରିବାରବର୍ଗଙ୍କୁ ଭେଟି ପାରିବେ।

ସୂଚନାଯୋଗ୍ୟ ଯେ, ଦୀର୍ଘ ୧୩ ଦିନ ଧରି ଉତ୍ତରକାଶୀର ଏକ ନିର୍ମାଣାଧୀନ ଟନେଲ ମଧ୍ୟରେ ୪୧ ଜଣ ଶ୍ରମିକ  ଫସି ରହିଛନ୍ତି। ଏଥିରେ ଓଡିଶାର ୫ ଜଣ ଶ୍ରମିକ ରହିଛନ୍ତି। ଏହି ଶ୍ରମିକ ମାନେ ହେଲେ – ଭଦ୍ରକ ଜିଲ୍ଲାର ତପନ ମଣ୍ଡଳ, ନବରଙ୍ଗପୁରର ଭଗବାନ ଭତ୍ରା  ଏବଂ ମୟୁରଭଂଜର ବିଶେଶ୍ବର ନାୟକ, ଧୀରେନ ନାୟକ ଓ ରାଜୁ ନାୟକ।

ଏହି ଶ୍ରମିକଙ୍କ ପରିବାର ସଦସ୍ୟ ୫-ଟି ଅଧ୍ୟକ୍ଷଙ୍କୁ ନବୀନ  ନିବାସ  ରେ ସାକ୍ଷାତ କରିଥିଲେ।  ୫-ଟି ଅଧ୍ୟକ୍ଷ ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଆ  ଶ୍ରମିକଙ୍କ  ସୁରକ୍ଷା   ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଜଣାଇଥିଲେ। ରାଜ୍ୟ ସରକାରଙ୍କ ଅଫିସର ଓ ସ୍ବତନ୍ତ୍ର ଟିମ୍‌ ଉଦ୍ଧାରସ୍ଥଳୀକୁ ଯାଇଛନ୍ତି ଏବଂ ଉଦ୍ଧାରକାରୀ ଦଳ ସହିତ ନିୟମିତ ଯୋଗାଯୋଗରେ ଅଛନ୍ତି। ଆମର ସବୁ ଶ୍ରମିକ ସୁରକ୍ଷିତ ଅଛନ୍ତି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଘଟଣା ସଂପର୍କରେ ସଂପୂର୍ଣ୍ଣ ଅବଗତ ଅଛନ୍ତି ଏବଂ ଶ୍ରମିକ ମାନଙ୍କ ନିରାପତ୍ତା ଓ ଉଦ୍ଧାର କାର୍ଯ୍ୟ ସଂପର୍କରେ ନିୟମିତ ଖବର ନେଉଛନ୍ତି ବୋଲି ସେ ପରିବାର ସଦସ୍ୟ ମାନଙ୍କୁ  କହିଥିଲେ।

ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ ହୋଇଛି ଏବଂ  ଖୁବ ଶୀଘ୍ର ସେମାନେ  ପରିବାରକୁ ଫେରି ଆସିବେ ବୋଲି  ୫-ଟି ଅଧ୍ୟକ୍ଷ ସେମାନଙ୍କୁ ଆଶ୍ବାସନା ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ବୌଦ୍ଧ ଜିଲ୍ଲା ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୨୪ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ପ୍ରକଳ୍ପଟି ହେଉଛି – ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।

ଏହାଦ୍ବାରା ବୌଦ୍ଧ ଜିଲ୍ଲାର ଜନସାଧାରଣ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ।

Categories
ଆଜିର ଖବର

‘ପାଣ୍ଡିଆନ ପ୍ରଣବ’ ଯୋଡିକୁ ନେଇ ଚର୍ଚ୍ଚା, ବବିଙ୍କ କ୍ଷମତା ହ୍ରାସ କହୁଥିବା ଲୋକଙ୍କର ଆଜି ମୁହଁ ବନ୍ଦ

ଭୁବନେଶ୍ବର: ବିଭିନ୍ନ ସମୟରେ ଓଡିଶା ରାଜନୀତିରେ ଚର୍ଚ୍ଚାରେ ରହି ଆସିଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ବା ବବି ଦାସ। ନିକଟରେ କେତେକ ଡିଜିଟାଲ ମିଡିଆରେ ବବି ଦାସଙ୍କ କ୍ଷମତା କୁଆଡେ ହ୍ରାସ ପାଇଗଲା ବୋଲି ଖବର ପ୍ରକାଶ କରାଯାଇଥିଲା। ବବି ଦାସ ଉଭୟ ନବୀନ ଏବଂ ପାଣ୍ଡିଆନଙ୍କ ରୋଶର ଶିକାର ହୋଇଛନ୍ତି ବୋଲି ସେଥିରେ କୁହାଯାଇଥିଲା।

ହେଲେ ଆଜି ପାଣ୍ଡିଆନ ତାଙ୍କର ବିଭିନ୍ନ ଗସ୍ତ ସମୟରେ ବବି ଦାସଙ୍କୁ ସାଥୀରେ ନେବା ଘଟଣା ଓଡିଶା ରାଜନୀତିକୁ ହଲଚଲ କରିଛି। କାରଣ ପାଣ୍ଡିଆନ ଅବସର ନେଇ 5ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ ହେବା ପରେ କୁଆଡେ ବବିଙ୍କ କ୍ଷମତା ହ୍ରାସ ପାଇଲା ବୋଲି ଅନେକ ଅପ୍ରଚାର କରିବାରେ ଲାଗିଲେ। ହେଲେ ତାହା ଭୁଲ ବୋଲି ପାଣ୍ଡିଆନ ନିଜେ ପ୍ରମାଣିତ କରିଦେଲେ।

ପୂର୍ବରୁ ପାଣ୍ଡିଆନ ଆଇଏଏସ ବା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଓ 5ଟି ସଚିବ ଥିବା ବେଳେ ସେ ବବିଙ୍କ ଉପରେ ପୁରା ଭରସା କରିଆସିଛନ୍ତି। ହେଲେ ସେ ଅବସର ନେଇ 5ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ହେବା ପରେ ତାହା ବଜାଇ ରହିବ କି ନାହିଁ କେତେକଙ୍କର ସନ୍ଦେହ ଥିଲା। ହେଲେ ଆଜି ପାଣ୍ଡିଆନ ବବିଙ୍କ ଉପରେ ସଂପୂର୍ଣ୍ଣ ଭରସା କରିବା ସେହି ସନ୍ଦେହକୁ ଦୂରିଭୂତ କରିଦେଇଛି। ପାଣ୍ଡିଆନଙ୍କ ସହିତ ପ୍ରଣବଙ୍କ ଯୋଡି ଦେଖିବା ପରେ ସେହି ନିନ୍ଦୁକଙ୍କ ମୁହଁ ବନ୍ଦ ହୋଇଯାଇଛି।

ଆଜି 5ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଭୋର 4 ଟା 30 ରେ ପୁରୀ ଗସ୍ତ କରିଥିଲେ। ଉଦ୍ଦେଶ୍ୟ ଥିଲା ସେଠାରେ ଚାଲିଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ତଦାରଖ କରିବା। ତେବେ ସେହି ଗସ୍ତ ବେଳେ ପାଣ୍ଡିଆନ ବବି ଦାସଙ୍କୁ ସାଥୀରେ ନେଇଥିଲେ। ଫଳରେ ପାଣ୍ଡିଆନଙ୍କ ଭରସାରେ ବବି ଦାସ ସେମିତି ଅଛନ୍ତି ବୋଲି ପ୍ରମାଣିତ ହୋଇଛି।

ସେହିପରି ପୁଣି ଥରେ ଦିନବେଳା ପାଣ୍ଡିଆନ ପୁରୀର ପୂର୍ବତନ ବିଧାୟକ ମହେଶ୍ବର ମହାନ୍ତିଙ୍କୁ ଦେଖିବା ପାଇଁ ଡାକ୍ତରଖାନାକୁ ଯାଇଥିଲେ। ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ସେ ଚିକିତ୍ସିତ ହେଉଛନ୍ତି। ତେବେ ସେଠାକୁ ମଧ୍ୟ ପାଣ୍ଡିଆନ ବବି ଦାସଙ୍କୁ ସାଥିରେ ନେଇଥିଲେ। ଫଳରେ ପୂର୍ବପରି ବବିଙ୍କୁ ଉପରେ ପୂର୍ଣ୍ଣ ଭରସା ତଥା ବିଶ୍ବାସ କରିଛନ୍ତି ଭି କେ ପାଣ୍ଡିଆନ।

ପୂର୍ବରୁ ଦେଖିବାକୁ ଗଲେ ବବି ଦାସ ଦଳ ତଥା ସରକାରଙ୍କ ପାଇଁ ଯେପରି ଦିନରାତି କାମ କରିଛନ୍ତି ତାହା ପାଣ୍ଡିଆନ ଖୋଦ ଅନୁଭବ କରିଛନ୍ତି। ଯେତେବେଳେ 5ଟି ସଚିବ ଭାବେ ପାଣ୍ଡିଆନ ଜିଲ୍ଲା ଗସ୍ତ କରୁଥିଲେ ସେତେବେଳେ ବବିଙ୍କ ପରିଶ୍ରମ ଏବଂ ସହଯୋଗ କଣ ଥିଲା ତାହା ସେ ନିଜେ ଅନୁଭବ କରିଛନ୍ତି। ବର୍ଷ ବର୍ଷ ଧରି ବେଶ୍ ବିଶ୍ବାସର ସହିତ ଦଳ ପାଇଁ କାମ କରି ଆସୁଛନ୍ତି ବବି ଦାସ।

ତେବେ ସାଧାରଣରେ ପ୍ରଶ୍ନ ଉଠେ ଯେ, ପାଣ୍ଡିଆନ ପ୍ରଣବ ଯୋଡି ଭିତରେ ହଠାତ କାହିଁକି ଏପରି ଉଡା ଖବର ପ୍ରକାଶ ପାଇଲା। ତାଙ୍କର କ୍ଷମତା ହ୍ରାସ ହୋଇଗଲା ବୋଲି ବାରମ୍ବାର ପ୍ରଚାର କରାଗଲା। ତେବେ ସାଧାରଣରେ ଏହା କୁହାଯାଉଛି ଯେ, ବିଜେପି ମିଡିଆ ତରଫରୁ କୁଆଡେ ଏପରି ଅପ୍ରଚାର କରାଯାଉଛି। ହେଲେ ପ୍ରକୃତରେ ଘଟଣାଟି ସେଇଆ ନୁହେଁ। ଏହା ଭିତରେ ରହିଛି ଆଉ ଏକ ବଡ କାରଣ। ଯାହା ଯେ କେହି ଜାଣିଲେ ହେବ ଆଶ୍ଚର୍ଯ୍ୟ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଭୋର ୪ ଟା ୩୦ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୀକ୍ଷା କଲେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ

ଭୁବନେଶ୍ବର: ନବୀନ ଓଡିଶା ଓ ୫ଟି ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ଭୋର ୪.୩୦ ରେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ୨୦୨୩ ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ୫ଞ ଓ ନବୀନ ଓଡିଶା ଅଧକ୍ଷ ନିର୍ଦ୍ଦେଶ ଦେଇଥିଲେ।

ପୁନରୁଦ୍ଧାର ସମୟରେ ମଠ ଗୁଡିକର ଇତିହାସ ଓ ପରମ୍ପରା କୁ ଗୁରୁତ୍ଵ ଦେଇ ସମସ୍ତ ଭାଗୀଦାର ମାନଙ୍କ ସହଯୋଗ ରେ କାମ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ।

ପରିକ୍ରମା ପ୍ରକଳ୍ପ ସୌନ୍ଦର‌୍ୟ୍ୟକରଣ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ। ଏତବ୍ୟତୀତ ମେଘନାଦ ପାଚେରୀ ନିକଟରେ ମନ୍ଦିରର କ୍ଷୁଦ୍ର ପ୍ରତିକୃତି ନିର୍ମାଣ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଥିଲେ।

ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀମାନେ ଯେପରି ସ୍ବଚ୍ଛନ୍ଦରେ ମନ୍ଦିରରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତାକୁ ଅବରୋଧ ମୁକ୍ତ ରଖିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ।

ସ୍ଥାନୀୟ ଲୋକ ତଥା ସେବାୟତ ମାନଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡି ର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ଏହା ବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ ୟୁଟିଲିଟ୍ ଗୁଡିକର ସ୍ଥାନାନ୍ତର,ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ।

ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧା ର ବିକାଶ, ପ୍ରମୋଦ ଉଦ୍ୟାନ ଓ ଶ୍ରୀସେତୁ କାମ ର ଅଗ୍ରଗତି ମଧ୍ୟ ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟ ରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ। ଏଥି ପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ।

ଏହି ପରିଦର୍ଶନ ସମୟରେ ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ପୁରୀ ଜିଲ୍ଲାପାଳ, ଏସପି, ଓବିସିସି ଏମଡି ଏବଂ ବିଭିନ୍ନ ଏଜେନସିର ଅଧିକାରୀ ମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ନୂଆ ଦାୟିତ୍ବ ନେବା ପରେ ଶ୍ରୀମନ୍ଦିରରୁ କାର୍ଯ୍ୟ ଆରମ୍ଭ କଲେ ଭି କେ ପାଣ୍ଡିଆନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍  ଆଜି ବଡିଭୋର ରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଭୋର୍ ୪ ରୁ ୬ ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିଥିଲା।

ନୂଆ ଦାୟିତ୍ଵ ଗ୍ରହଣ ପରେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ ଙ୍କ ଏହା ଥିଲା ପ୍ରଥମ ସମୀକ୍ଷା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ନୂଆବର୍ଷ ରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଥିଲେ।

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ପରିକ୍ରମା ପ୍ରକଳ୍ପ ଲ୍ୟାଣ୍ଡସ୍କେପିଂ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ। ସେ ଶ୍ରୀମନ୍ଦିର ଚାରି ଦ୍ଵାର କାମ ମଧ୍ୟ ବୁଲି ଦେଖିଥିଲେ।

ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡି ର ପାର୍କିଂ ପାଇଁ ପର‌୍ୟ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ ନିତ୍ୟ ବ୍ୟବହାର ୟୁନିଟଗୁଡିକର ସ୍ଥାନାନ୍ତର, ପରିକ୍ରମା ପ୍ରକଳ୍ପ ର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ।

ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧା ର ବିକାଶ , ପ୍ରମୋଦ ଉଦ୍ୟାନ, ଓ ଶ୍ରୀ ସେତୁ କାମ ର ଅଗ୍ରଗତି ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟ ରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ। ଏଥି ପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ।

ଏହି ପରିଦର୍ଶନ ସମୟରେ ପୁରୀ ଜିଲ୍ଲାପାଳ, ଏସପ୍, ଓବିସିସି ଏମଡି ବିଭିନ୍ନ ଏଜେନ୍ସିର ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

BreakingNews: ଭି କେ ପାଣ୍ଡିଆନଙ୍କ ସ୍ବେଚ୍ଛାକୃତ ଅବସର ପରେ ମିଳିଲା ନୂଆ ନିଯୁକ୍ତି

ଭୁବନେଶ୍ବର: ଗତକାଲି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5ଟି ସଚିବ ଭି କେ ପାଣ୍ଡିଆନ ସ୍ବେଚ୍ଛାକୃତ ଅବସର ପରେ ତାଙ୍କୁ ମିଳିଛି ନୂଆ ନିଯୁକ୍ତି। ସେ ବର୍ତ୍ତମାନ 5 ଟି ଏବଂ ନବୀନ ଓଡିଶାରେ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି।

ସେ କ୍ୟାବିନେଟ ପ୍ୟାହା ପାଇବେ ବୋଲି ଆଜି ସାଧାରଣ ପ୍ରଶାସନ ବିଭାଗ ତରଫରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ କୁହାଯାଇଛି। ଏଥିରେ ଏହା ମଧ୍ୟ କୁହାଯାଇଛି ଯେ, ସେ ସିଧା ମୁଖ୍ୟମନ୍ତ୍ରୀଙ୍କ ଅଧିନରେ କାର୍ଯ୍ୟ କରିବେ।

ଗତକାଲି ରାତିରେ ଭି କେ ପାଣ୍ଡିଆନ ସ୍ବେଚ୍ଛାକୃତ ଅବସର ନେଇଛନ୍ତି ବୋଲି କେନ୍ଦ୍ର ସରକାରଙ୍କ ଅନୁମୋଦନ ପରେ ଜଣାପଡିଥିଲା। ସେ ଗତ 20 ତାରିଖରୁ ଅବସର ନେବା ପାଇଁ ଆବେଦନ କରିଥିଲେ।

Categories
ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ଲକ୍ଷ୍ମୀ ଯୋଜନାର ବସ୍‌ କର୍ମଚାରୀଙ୍କ ସହ 5T ସଚିବଙ୍କ ଆଲୋଚନା, ୬ଟି ଜିଲ୍ଲାରେ ଗଡିବ ବସ୍‌

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି.କେ. ପାଣ୍ଡିଆନ ଆଜି ଲକ୍ଷ୍ମୀ ଯୋଜନାର ବସ୍‌ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି। ଏହି ଆଲୋଚନାରେ ବସ୍‌ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜର ମାନଙ୍କୁ ମିଶାଇ ୬୫୦ ଜଣ କର୍ମଚାରୀ ଯୋଗ ଦେଇଥିଲେ।

ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାରେ ବସ୍‌ ଚଳାଚଳ ଆରମ୍ଭ କରିବ । ଏହି ଜିଲ୍ଲା ଗୁଡିକ ହେଲା – ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ। ଚଳିତ ମାସ ୧୨ ତାରିଖ ଦିନ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲା ପାଇଁ ଏହି ଯୋଜନାର ଶୁଭାରମ୍ଭ କରିବେ। ଲକ୍ଷ୍ମୀ ଯୋଜନାରେ ବସ୍‌ ଗୁଡିକ ପଞ୍ଚାୟତରୁ ବ୍ଲକ୍‌ ଓ ବ୍ଲକ୍‌ରୁ ଜିଲ୍ଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚାଲିବା ପାଇଁ ଯୋଜନା ରହିଛି।

କର୍ମଚାରୀ ମାନଙ୍କୁ ସମ୍ବୋଧନ କରି 5T ସଚିବ ଶ୍ରୀ ପାଣ୍ଡିଆନ କହିଲେ ଯେ ଯୋଗାଯୋଗ ହେଉଛି ଅର୍ଥନୈତିକ ଓ ସାମାଜିକ ଉନ୍ନତିର ମୌଳିକ ଆଧାର। ତେଣୁ ଲୋକମାନଙ୍କୁ ଉଚ୍ଚମାନର ସେବା ଯୋଗାଇ ଦେବା ଆମର ପ୍ରଥମ ଦାୟିତ୍ବ ହେବା ଉଚିତ। ଏହି ବସ୍‌ ଯୋଜନାରେ ଛୋଟ ପିଲା ଠାରୁ ଆରମ୍ଭ କରି ଚାଷୀ, ବ୍ୟବସାୟୀ, ମିଶନ ଶକ୍ତି ମା ମାନେ, ସମସ୍ତେ ଉପକୃତ ହେବେ।

ସ୍କୁଲ କଲେଜର ପିଲାମାନେ ସେମାନଙ୍କ ଶିକ୍ଷାନୁଷ୍ଠାନକୁ ଯାଇପାରିବେ। ଚାଷୀ ତାର ଉତ୍ପାଦିତ ଦ୍ରଦ୍ୟକୁ ନେଇ ବଜାରରେ ବିକ୍ରିବଟା କରିପାରିବ। ବ୍ୟବସାୟୀମାନେ ସୁରୁଖୁରୁରେ ବ୍ୟବସାୟ କରିପାରିବେ। ରୋଗୀମାନେ ଡାକ୍ତରଖାନାରେ ସୁବିଧାରେ ପହଞ୍ଚିପାରିବେ। ମିଶନ ଶକ୍ତି ମା ମାନେ ମଧ୍ୟ ସେମାନଙ୍କ କାର୍ଯ୍ୟ ପାଇଁ ଯାତାୟତ କରିବା ସହଜ ହେବ।

ଶ୍ରୀ ପାଣ୍ଡିଆନ ପୁଣି କହିଥିଲେ ଯେ, ଲକ୍ଷ୍ମୀ ସମୃଦ୍ଧିର ପ୍ରତୀକ। ତେଣୁ ଏହି ପରିବହନ ସେବା ଗାଁ ଗାଁରେ ସମୃଦ୍ଧି ଆଣିବ। ଅର୍ଥନୈତିକ ବିକାଶକୁ ସୁନିଶ୍ଚିତ କରିବ। ଗ୍ରାମାଞ୍ଚଳ କ୍ଷେତ୍ରକୁ ରୂପାନ୍ତରିତ କରିବ। ତେଣୁ ବସ୍‌ର କର୍ମଚାରୀ ମାନେ ଯାତ୍ରୀମାନଙ୍କୁ ସେମାନଙ୍କ ନିଜ ପରିବାରର ସଦସ୍ୟ ଭାବେ ବ୍ୟବହାର କରିବାକୁ ସେ ପରାମର୍ଶ ଦେଇଥିଲେ।

ଏଥିରେ ସେ ୩-ଏସ୍‌ ଉପରେ ଗୁରୁତ୍ବ ଦେଇଥିଲେ। ଏହି ତିନୋଟି ଏସ୍‌ ହେଲା – ସୁରକ୍ଷା, ସୁବିଧା ଓ ସମ୍ମାନ। ସମସ୍ତଙ୍କ ସୁରକ୍ଷା, ଯାତ୍ରୀଙ୍କ ସୁବିଧା ଓ ପ୍ରତ୍ୟେକ ଯେପରି ସମ୍ମାନର ସହିତ ଯାତାୟତ କରିବେ, ସେଥିପ୍ରତି ଧ୍ୟାନ ଦେବା ହେଉଛି କର୍ମଚାରୀ ମାନଙ୍କ କର୍ତ୍ତବ୍ୟ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ଆଲୋଚନା ପରେ ସମସ୍ତ କର୍ମଚାରୀମାନେ 5T ସଚିବଙ୍କୁ ଧନ୍ୟବାଦ ଦେଇଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଭୁବନେଶ୍ବରର ମେଟ୍ରୋ ରେଳ ପ୍ରକଳ୍ପ, ନୂଆବର୍ଷରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟର ସମୀକ୍ଷା କରିଛନ୍ତି। ମୋଟ ୫୯୨୯ କୋଟି ଟଙ୍କା ବ୍ୟୟରେ ବିସ୍ତୃତ ପ୍ରକଳ୍ପ ରିପୋର୍ଟକୁ ଅନୁମୋଦନ କରାଯାଇଛି। ୫୯୨୯ କୋଟି ଟଙ୍କା ସମ୍ପୂର୍ଣ୍ଣ ରୂପେ ଓଡିଶା ସରକାର ବହନ କରିବେ।

ଏହାକୁ ରାଜ୍ୟ ସରକାରଙ୍କ ୫ଟି ପଦକ୍ଷେପ ଭାବରେ ଗ୍ରହଣ କରାଯିବ। ଚଳିତ ବର୍ଷ  ସପ୍ଲିମେଣ୍ଟାରୀ ବଜେଟରେ ୨୧୦ କୋଟି ପ୍ରଦାନ କରାଯାଇଛି। ଜାନୁଆରୀ ୧ ତାରିଖ ୨୦୨୪ ରେ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ଘୋଷଣା କରାଯାଇଛି। ଭୁବନେଶ୍ୱର ମେଟ୍ରୋ ରେଳ ନିଗମ ଓଡ଼ିଶା ସରକାରଙ୍କ ଏକ ସମ୍ପୂର୍ଣ୍ଣ ମାଲିକାନା କମ୍ପାନୀ ଅଧିନିୟମ ଅନୁଯାୟୀ ନୂତନ ଭାବରେ ଅନ୍ତର୍ଭୁକ୍ତ ହୋଇ କାର୍ଯ୍ୟ ଆରମ୍ଭ କରିଛି।

ଏହି ପ୍ରକଳ୍ପକୁ ତ୍ବାରିନତ କରିବା ପାଇଁ ଏକ କାର୍ଯ୍ୟନିର୍ବାହୀ ଏଜେନ୍ସି ଏବଂ ତଦାରଖ ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରାଯାଇଛି। ମେଟ୍ରୋ ପ୍ରକଳ୍ପର କଟକ ତ୍ରିଶୁଲିଆ ସ୍କୋୟାରରୁ ଭୁବନେଶ୍ୱର ବିମାନବନ୍ଦର ପର୍ଯ୍ୟନ୍ତ କାର୍ଯ୍ୟକରିବ। ଏହା ମଝିରେ ୨୦ ଟି ଷ୍ଟେସନ ରହିବ। ଏହି ଷ୍ଟେସନଗୁଡ଼ିକ ହେଲା ନନ୍ଦନକାନନ, କିଟ ସ୍କୋୟାର, ଡମଣା ସ୍କୋୟାର, ଜୟଦେବ ବିହାର, ବାଣୀ ବିହାର।

ସେହିପରି ରାମ ମନ୍ଦିର, ଭୁବନେଶ୍ୱର ରେଳ ଷ୍ଟେସନ, ବାପୁଜୀ ନାଗର, ଶିଶୁ ଭବନ ଏବଂ କ୍ୟାପିଟାଲ ହସ୍ପିଟାଲରେ ମଧ୍ୟ ରହଣି କରିବ। ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଆରମ୍ଭ ହେବ ଏବଂ ୪୮ ମାସ ମଧ୍ୟରେ ଏହାକୁ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମସ୍ତ ଏଜେନ୍ସିଗୁଡ଼ିକୁ ଘନିଷ୍ଠ ସମନ୍ୱୟରେ କାର୍ଯ୍ୟ କରିବାକୁ ଏବଂ ପ୍ରକଳ୍ପର ଠିକ୍ ସମୟରେ ସମାପ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, “ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଓଡିଶା ପାଇଁ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ। ଭୁବନେଶ୍ୱର ମେଟ୍ରୋ ରେଳ ବ୍ୟବସ୍ଥା ସହିତ ଦେଶର ଶୀର୍ଷ ସହରଗୁଡି ତାଲିକାରେ ସାମିଲ ହେବ। ଏହି ପ୍ରକଳ୍ପ ସହରର ଜନସାଧାରଣଙ୍କ ପରିବହନକୁ ଆହୁରି ମଜବୁତ କରିବ ଏବଂ ସହରର ଆର୍ଥିକ ଅଭିବୃଦ୍ଧିକୁ ମଧ୍ୟ କରିବ।

ଦେଶର ବିଭିନ୍ନ ସହର ପ୍ରକଳ୍ପ ମଧ୍ୟରେ ଭୁବନେଶ୍ବର ଏକ ସ୍ବତନ୍ତ୍ର ସ୍ଥାନ ଗ୍ରହଣ କରିଛି। ଭୁବନେଶ୍ବର ଉନ୍ନତ ମାନର ଜୀବନ ସହିତ ଏକ ଉନ୍ନତ ସହର ଭାବରେ ଉଭା ହେଉଛି। ମୁଁ ନିଶ୍ଚିତ ଯେ ଏହି ମେଗା ପ୍ରକଳ୍ପ ଭୁବନେଶ୍ୱରକୁ ଦେଶର ଏକ ଶ୍ରେଷ୍ଠ ସହର ଭାବରେ ପରିଣତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବିସ୍ତୃତ କ୍ଷେତ୍ର ପରିଦର୍ଶନ ପରେ ଚୂଡ଼ାନ୍ତ ହୋଇଥିବା ଆଲାଇନମେଣ୍ଟ ଚୟନ ବିଷୟରେ ୫ଟି ସଚିବ ଭି କେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଛନ୍ତି। ମୁଖ୍ୟ ରାସ୍ତାକୁ ଧ୍ୟାନ ଦେଇ ଦୈନିକ ସର୍ବାଧିକ ଯାତ୍ରୀ ଉପକୃତ ହେବା ପାଇଁ ଏହି ମାର୍ଗକୁ ଚୟନ କରାଯାଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ମେଟ୍ରୋ ପ୍ରକଳ୍ପର ପରବର୍ତ୍ତୀ ପର୍ଯ୍ୟାୟରେ ଭୁବନେଶ୍ୱର ଏବଂ ଏହାର ଆଖପାଖରେ ଥିବା ଅନ୍ୟ ଅଭିବୃଦ୍ଧି କେନ୍ଦ୍ରଗୁଡ଼ିକୁ ସଂଯୋଗ କରାଯିବ।

ଏହି ବୈଠକରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ଉନ୍ନୟନ କମିଶନର ଅନୁ ଗର୍ଗ, ନଗର ଉନ୍ନନ ବିଭାଗର ପ୍ରମୁଖ ଶାସନ ସଚିବ ଏସ ମାଥିଭାତନମ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର

ଗ୍ରାମାଞ୍ଚଳ ପାଇପ୍ ଜଳ ଯୋଗାଣ ଯୋଜନା ଗୁଡିକରେ ଉନ୍ନତି ଆଣିବା ପାଇଁ କାର୍ଯ୍ୟକାରୀ ହେବ SCADA

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ରାଜ୍ୟର ବିଭିନ୍ନ ଜିଲ୍ଲା ଗସ୍ତ କରିବା ସମୟରେ ବିଭିନ୍ନ ସ୍ଥାନରେ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ଅନେକ ଆପତ୍ତି ଅଭିଯୋଗ ଆସିଥିଲା । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଆଜି ଅନୁଷ୍ଠିତ ହୋଇଥିଲା। ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ସୁଶିଲ କୁମାର ଲୋହାନୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ବୈଠକରେ ଆଠଗଡ, ନରସିଂହପୁର, ପିପିଲି ଓ ଆଠମଲ୍ଲିକ ବ୍ଲକର ପାନୀୟ ଜଳ ସମ୍ପର୍କିତ ସମସ୍ୟାର ତୁରନ୍ତ ସମାଧାନ ପାଇଁ ନିଷ୍ପତ୍ତି ହୋଇଥିଲା। ନରସିଂହପୁର ଓ ଆଠଗଡରେ ନିର୍ମାଣାଧୀନ ସମସ୍ତ ପାଇପ ଜଳ ଯୋଗାଣ ପ୍ରକଳ୍ପ ଗୁଡିକର ଉପଯୁକ୍ତ ତଦାରଖ ସହିତ ପ୍ରକଳ୍ପ ଗୁଡିକର ଉଚ୍ଚମାନ ବଜାୟ ରଖିବା ଓ ପ୍ରକଳ୍ପକୁ ଠିକ୍ ସମୟରେ ଶେଷ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।

ସେହିପରି ପିପିଲିରେ ଚାଲୁଥିବା ପାଇପ୍ ଜଳଯୋଗାଣ ପ୍ରକଳ୍ପ ଗୁଡିକରେ ଥିବା ବିଭିନ୍ନ ସମସ୍ୟାଗୁଡିକ ଦୂର କରିବା ପାଇଁ ତ୍ୱରିତ ପଦକ୍ଷେପ ନେବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ବିଶେଷକରି ପ୍ରକଳ୍ପ ଗୁଡିକର ଉପରମୁଣ୍ଡରେ ବେଆଇନ ଭାବେ ପାଣି ଚୋରି ରୋକିବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।

ସାରା ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଗ୍ରାମାଞ୍ଚଳ ପାଇପ୍ ଜଳ ଯୋଗାଣ ଯୋଜନା ଗୁଡିକରେ ତ୍ରୁଟି ଚିହ୍ନଟ ଓ ତୁରନ୍ତ ସମାଧାନ ପାଇଁ SCADA (Supervisory Control And Data Acquisition ) କାର୍ଯ୍ୟକାରୀ କରାଯିବ। ପ୍ରକଳ୍ପ ଗୁଡିକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକ କର୍ମଚାରୀ ଯୋଗାଇଦେବା ସହିତ ସମସ୍ତ ପ୍ରକଳ୍ପ ଗୁଡିକୁ ବିଦ୍ୟୁତ ଯୋଗାଣ ଜାରି ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି । ପାଇପ୍ ଜଳ ଯୋଗାଣ ପ୍ରକଳ୍ପ ଗୁଡିକରେ ବିଦ୍ୟୁତ ବିଲ୍ ଆଦାୟଜନିତ ସମସ୍ୟାର ସମାଧାନ ପାଇଁ ଏକ ଫଳପ୍ରଦ ପଦ୍ଧତି ବିକାଶ ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା।

Categories
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି: ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ଜଟଣୀ ତହସିଲରେ ଖାସମାହଲ ସମସ୍ୟା, ଦୀର୍ଘ ବର୍ଷର ସମସ୍ୟା। ଏ ସମସ୍ୟା ସଂପର୍କରେ ଜନସାଧାରଣ ୫-ଟି ସଚିବଙ୍କୁ ଜଣାଇଥିଲେ। ଏ ବିଷୟରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି। ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ, ମୁଖ୍ୟ ଶାସନ ସଚିବ ପ୍ରଦିପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ତିନି ମାସ ମଧ୍ୟରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଆଗାମୀ ଡିସେମ୍ବରରେ ଲୋକଙ୍କୁ ପଟ୍ଟା ବଣ୍ଟନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହା ଦ୍ୱାରା ୫୩୭ ପରିବାର ଉପକାର ପାଇବେ।

ସେହିପରି ଭୁବନେଶ୍ୱର ତହସିଲରେ ପତିତ ଜମିର ସତ୍ତ୍ୱ ନେଇ ଦୀର୍ଘ ୬୦ ବର୍ଷ ଧରି ସମସ୍ୟା ଲାଗି ରହିଛି । ଏ ସମ୍ପର୍କରେ ବିଭିନ୍ନ ରାଜସ୍ୱ ଅଦାଲତରେ ୧୦୫୪୩ଟି ମାମଲା ଚାଲିଛି। ଏହି ପତିତ ଜମି ସମ୍ପର୍କରେ ଗଠିତ ରାଜସ୍ୱ ବିଭାଗର Task Force ଦ୍ୱାରା ନିର୍ଦ୍ଧାରିତ SOP ଭିତ୍ତିରେ ଏ ସମସ୍ୟାର ସମାଧାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ ଯେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗର ସମାଧାନ ନିମନ୍ତେ ସମୟ ବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଚଳିତ ସେପ୍ଟେମ୍ବର ମଧ୍ୟ ଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ।