Categories
ବିଶେଷ ଖବର ରାଜ୍ୟ ଖବର

ସୁଆଣ୍ଡୋର ପୁନଃବିକଶିତ ଜନ୍ମ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ତାରିଖ ହେଲା ଘୋଷଣା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ। ଆଗାମୀ ୨୩ ତାରିଖରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋର ପୁନଃବିକଶିତ ଜନ୍ମ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ।

ଉତ୍କଳମଣି ଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର ଶିବ ମନ୍ଦିର ଜରାଜୀର୍ଣ୍ଣ ଅବସ୍ଥାରେ ଥିଲା.
ସୁଆଣ୍ଡୋ ବାସୀଙ୍କ ଅନୁରୋଧ କ୍ରମେ ଲୋକେଶ୍ୱର ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପନ୍ନ କରାଯାଇଛି. ଏହାର ପ୍ରତିଷ୍ଠା ଉତ୍ସବ ଆଜି ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଶ୍ରୀ ପାଣ୍ଡିଆନ ଯୋଗ ଦେଇ ପୂର୍ଣ୍ଣାହୁତିରେ ମଧ୍ୟ ଅଂଶଗ୍ରହଣ କରିଥିଲେ।

ପରେ ଶ୍ରୀ ପାଣ୍ଡିଆନ ଉତ୍କଳମଣିଙ୍କ ଷଠୀଘର, ଢିଙ୍କିଶାଳ ଆଦିର ସଂରକ୍ଷଣ କାର୍ଯ୍ୟ ପରିଦର୍ଶନ କରିବା ସହିତ ଗାଁ ପୋଖରୀର ପୁର୍ନରୁଦ୍ଧାର କାର୍ଯ୍ୟ ତଥା ସଂଗ୍ରହାଳୟ କାର୍ଯ୍ୟ ବୁଲି ଦେଖିଥିଲେ ଏବଂ କାର୍ଯ୍ୟର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରିଥିଲେ।

ସେବା ଓ ସଂଗ୍ରାମର ପ୍ରତୀକ ଉତ୍କଳମଣି ଓଡିଆ ଜନମାନସର ଅଦ୍ବିତୀୟ ନେତା । ଦେଶ ପାଇଁ, ଜାତି ପାଇଁ ତାଙ୍କର ତ୍ୟାଗ ଆଜି ତାଙ୍କୁ ଅମର କରି ରଖିଛି। ଗୋପବନ୍ଧୁଙ୍କ ଜନ୍ମସ୍ଥାନ ଏବଂ ସୁଆଣ୍ଡୋ ର ବିକାଶ କାର୍ଯ୍ୟ ପଣ୍ଡିତ ଗୋପବନ୍ଧୁଙ୍କ ପରିବାର ତଥା ସୁଆଣ୍ଡୋ ଜନସାଧାରଣଙ୍କ ସହଯୋଗରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମ ସ୍ଥାନରେ ଭି କେ ପାଣ୍ଡିଆନ

ଭୁବନେଶ୍ବର: ଆଜି 5ଟି ସଚିବ ଭି କେ ପାଣ୍ଡିଆନ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋ ଗ୍ରାମ ପରିଦର୍ଶନରେ ଯାଇଥିଲେ। ସେଠାରେ ରାଜ୍ୟ ସରକାରଙ୍କ ତରଫରୁ ସୁଆଣ୍ଡୋ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ତାହାର ସେ ତଦାରଖ କରିଥିଲେ।

ସେଠାରେ ଗୋପବନ୍ଧୁଙ୍କ ଜନ୍ମସ୍ଥଳ ସହିତ ନିକଟରେ ଥିବା ପୁଷ୍କରଣୀ, ମନ୍ଦିର ଏବଂ ବିଦ୍ୟାଳୟର ପୁନଃଉଦ୍ଧାର କାର୍ଯ୍ୟ ଚାଲିଛି। ପାଣ୍ଡିଆନଙ୍କ ଗସ୍ତ ସମୟରେ ପୁରୀ ଜିଲ୍ଲା ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସହିତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Categories
ବିଶେଷ ଖବର

ଯାଜପୁର ହେବ ଓଡିଶାର ଏକ ନମ୍ବର ଜିଲ୍ଲା: ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଯାଜପୁର ଜିଲ୍ଲା ମହୋତ୍ସବ ୨୦୨୩ ଉଦ୍‌ଘାଟନ କରିଛନ୍ତି। ଏହି ଜିଲ୍ଲା ମହୋତ୍ସବ ୬ ଦିନ ପର୍ଯ୍ୟନ୍ତ ଚାଲିବ।

ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଅନେକ ଧର୍ମ, ଆଧ୍ୟାତ୍ମକ ଓ ଦର୍ଶନ ତତ୍ତ୍ବର ସଂଗମ ସ୍ଥଳ ହେଉଛି ଯାଜପୁର। ଯାଜପୁରର ସଂସ୍କୃତିରେ ବିଭିନ୍ନ ତତ୍ତ୍ବର ପ୍ରତିଫଳନ ଦେଖିବାକୁ ମିଳିଥାଏ। ଯାଜପୁର ଦିନେ ଓଡିଶାର ରାଜଧାନୀ ଥିଲା। ଧର୍ମ, ସାହିତ୍ୟ ଓ ସଂସ୍କୃତିର କେନ୍ଦ୍ର ଥିଲା। ହିନ୍ଦୁ ଧର୍ମ ପରି ବୌଦ୍ଧ ଧର୍ମର ମଧ୍ୟ ବିକାଶ ହୋଇଥିଲା। ରତ୍ନଗିରି, ଲଳିତଗିରି ଓ ଉଦୟଗିରି ଏବେ ସାରା ବିଶ୍ବର ବୌଦ୍ଧ ମାନଙ୍କ ପାଇଁ ଆକର୍ଷଣର କେନ୍ଦ୍ର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମା ବିରଜାଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯାଜପୁର ହେଉଛି ଶକ୍ତି ପୀଠ। ଏହାର ଗୌରବମୟ ଇତିହାସ ରହିଛି। ସ୍ବାଧୀନତା ସଂଗ୍ରାମ ଠାରୁ ଆରମ୍ଭ କରି କଳା, ସାହିତ୍ୟ, ସଂସ୍କୃତି, କୃଷି, ପର୍ଯ୍ୟଟନ ସବୁ କ୍ଷେତ୍ରରେ ଯାଜପୁରର ସ୍ବତନ୍ତ୍ର ପରିଚୟ ରହିଛି। ଯାଜପୁର ତାର ଐତିହ୍ୟକୁ ସାଥିରେ ନେଇ ଆଜି ବିକାଶ ପଥରେ ଆଗେଇ ଚାଲିଛି। ଶିଳ୍ପ, ନିଯୁକ୍ତି ଓ ଭିତ୍ତିଭୂମି ଆଜି ଯାଜପୁରର ନୂଆ ପରିଚୟ ହୋଇଛି। ମୋର ଦୃଢ ବିଶ୍ବାସ, ଯାଜପୁର ରାଜ୍ୟର ଏକ ନମ୍ବର ଜିଲ୍ଲା ହୋଇ ସମସ୍ତଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ।

ଜିଲ୍ଲା ପରିଷଦ ଅଧ୍ୟକ୍ଷା ନଳିନୀପ୍ରଭା ଜେନା, ବିଧାୟକ ସୁନନ୍ଦା ଦାସ ପ୍ରମୁଖ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀଙ୍କ ବିକାଶ କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ବିଧାୟକ ପ୍ରଣବ ପ୍ରକାଶ ଦାସ ନିଜର ଅଭିଭାଷଣ ରଖି କହିଥିଲେ ଯେ ଯାଜପୁର ପ୍ରତି ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଆଶୀର୍ବାଦ ଓ ଭଲପାଇବା ଅଛି। ଯାଜପୁର ଆଜି ବିକାଶ କ୍ଷେତ୍ରରେ ସୁନାମ କରିଛି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଯାଜପୁରରେ କଳିଙ୍ଗ ନଗର ଷ୍ଟିଲ କମ୍ପ୍ଲେକ୍‌ସ ଓ ମେଡିକାଲ କଲେଜ ହେବା ସହିତ ଯୋଗାଯୋଗ କ୍ଷେତ୍ରରେ ଯାଜପୁରର ଦ୍ରୁତ ବିକାଶ ହୋଇପାରିଛି ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଂଜନ ଘଡାଇ, ବିଧାୟକ ଅମର ପ୍ରସାଦ ଶତପଥୀ, ବିଧାୟକ ପ୍ରଣବ ବଳବନ୍ତରାୟ, ବିଧାୟକ ଅଶୋକ ବଳ ପ୍ରମୁଖ ଯୋଗ ଦେଇଥିଲେ।

ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ।

Categories
ବିଶେଷ ଖବର

୫-ଟି ସଚିବଙ୍କ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ ପରିଦର୍ଶନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଜି ସଂଧ୍ୟାରେ ସ୍ଥାନୀୟ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ ପରିଦର୍ଶନ କରି ସେଠାରେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମ ଅଧୀନରେ ଚାଲିଥିବା ଅନେକ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏହାସହିତ ସେଠାରେ ପଢୁଥିବା ଥିବା ଛାତ୍ରଛାତ୍ରୀ ମାନଙ୍କ ସହିତ ଆଲୋଚନା ମଧ୍ୟ କରି ଥିଲେ।

ପ୍ରଥମେ ଶ୍ରୀ ପାଣ୍ଡିଆନ ନିର୍ମାଣାଧୀନ ଷ୍ଟେଟ ଅଫ ଦ ଆର୍ଟ ଅଡିଟୋରିଅମ କାମ ବୁଲି ଦେଖିଥିଲେ। ୧୦୦୦ ଆସନ ବିଶିଷ୍ଟ ଏହି ଅଡିଟୋରିଅମର ନିର୍ମାଣ କାର୍ଯ୍ୟ ଡିସେମ୍ବର ୨୦୨୩ ସୁଦ୍ଧା ଶେଷ ହେବ ବୋଲି ଆଲୋଚନା ସମୟରେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ ଏହି ଅତ୍ୟାଧୁନିକ ଅଡିଟୋରିଅମ ଦେଶର ସବୁଠାରୁ ବଡ ଅଡିଟୋରିଅମ ହେବ ଏବଂ କୃଷି ଶିକ୍ଷା କ୍ଷେତ୍ରରେ ରାଜ୍ୟ ଠାରୁ ଆରମ୍ଭ କରି ଜାତୀୟ ଓ ଆନ୍ତର୍ଜାତୀୟ ସ୍ତର ପର୍ଯ୍ୟନ୍ତ ବିଭିନ୍ନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ, କର୍ମଶାଳା ଓ କନ୍‌ଫରେନ୍‌ସର ଆୟୋଜନ କରାଯାଇ ପାରିବ। ଓୟୁଏଟି ର ସବୁ ଶ୍ରେଣୀ ଗୃହକୁ ସ୍ମାର୍ଟ କରାଯିବ।

କୃଷି ବିଶ୍ବବିଦ୍ୟାଳୟକୁ ଜାତୀୟ ସ୍ତରର ଏକ ଅଗ୍ରଣୀ ଶିକ୍ଷା ଓ ଗବେଷଣା ଅନୁଷ୍ଠାନରେ ପରିଣତ କରିବା ପାଇଁ ସମସ୍ତ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ସୂଚନାଯୋଗ୍ୟ ଯେ କୃଷି ବିଭାଗ ପ୍ରମୁଖ ସଚିବ ଶ୍ରୀ ଅରବିନ୍ଦ ପାଢୀ ଓ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଉଭୟ ହେଉଛନ୍ତି କୃଷି ବିଜ୍ଞାନର ଛାତ୍ର।

ଏହାପରେ ସେ ୨୦୦ ଆସନ ବିଶିଷ୍ଟ କୃଷକ ହଷ୍ଟେଲର ନବୀକରଣ କାମ ବୁଲି ଦେଖିଥିଲେ। କୃଷି ସଂପର୍କିତ ବିଭିନ୍ନ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗ ଦେଉଥିବା କୃଷକମାନେ ଏହି ହଷ୍ଟେଲରେ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ୨୦୨୩ ସେପ୍ଟେମ୍ବର ମାସ ସୁଦ୍ଧା ଏହାର ନବୀକରଣ କାର୍ଯ୍ୟ ସଂପୂର୍ଣ୍ଣ ହେବ ବୋଲି ସମୀକ୍ଷା ରୁ ଜଣାଯାଇଛି।

କୃଷି ବିଶ୍ବବିଦ୍ୟାଳୟର ଛାତ୍ରାବାସ କାମ ମଧ୍ୟ ଶ୍ରୀ ପାଣ୍ଡିଆନ ଅନୁଧ୍ୟାନ କରିଥିଲେ । ଏଥିରେ ୫୦୦ ଛାତ୍ର ରହିବାର ବ୍ୟବସ୍ଥା କରାଯାଉଛି। ଡିସେମ୍ବର ୨୦୨୩ ସୁଦ୍ଧା ଏହାର ନିର୍ମାଣ କାମ ଶେଷ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।

ପରିଶେଷରେ ସେ ଛାତ୍ରୀନିବାସର ନବୀକରଣ କାର୍ଯ୍ୟ ବୁଲି ଦେଖିଥିଲେ ଏବଂ ଛାତ୍ରୀ ମାନଙ୍କ ସହ ବିଭିନ୍ନ ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ। ଛାତ୍ରୀନିବାସର ଉନ୍ନତିକରଣ କାର୍ଯ୍ୟ ଖୁବ ଭଲ ହେଉଛି ବୋଲି ଛାତ୍ରୀମାନେ ମତ ଦେଇଥିଲେ। ଛାତ୍ରୀ ନିବାସ ରେ ବ୍ୟାଡମିଣ୍ଟନ କୋର୍ଟ ଓ ଜିମ ସୁବିଧାର ବିକାଶ ପାଇଁ ସେ ମାନଙ୍କ ଅନୁରୋଧ କୁ ଦୃଷ୍ଟିରେ ରଖି ପଦକ୍ଷେପ ନିଆଯିବ ବୋଲି ୫-ଟି ସଚିବ ଛାତ୍ରୀମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ।

ଏହି ପରିଦର୍ଶନ ସମୟରେ କୃଷି ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢୀ, ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଭି.ଭି.କେ. ଯାଦବ, ଓବିସିସିର ପରିଚାଳନା ନିର୍ଦ୍ଦେଶକ ଓ ଓୟୁଏଟିର କୁଳପତି ପ୍ରମୁଖ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ବଡିଭୋରରୁ ପୁରୀ, ମା ମଙ୍ଗଳା ମନ୍ଦିର ଦର୍ଶନ ସହ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ପାଣ୍ଡିଆନ

ଭୁବନେଶ୍ବର: ଆଜି ବଡି ଭୋରରୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭି କେ ପାଣ୍ଡିଆନ ପୁରୀ ଗସ୍ତ କରିଛନ୍ତି। ସେ ଶ୍ରୀମନ୍ଦିରରେ ଶ୍ରୀ ଜୀୟୁଙ୍କୁ ଦର୍ଶନ କରିବା ସହିତ ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ତଦାରଖ କରିଥିଲେ। ସେ ଉତ୍ତରଦ୍ବାରରୁ ପଶ୍ଚିମଦ୍ବାର ଓ ଦକ୍ଷିଣ ଦ୍ବାରରେ ଜାରି ରହିଥିବା ନିର୍ମାଣ ସମ୍ପର୍କରେ ପଚାରି ବୁଝିଛନ୍ତି।

ଏହାପରେ ସେ ବାଲିଗୁଆଳି ସ୍ଥିତ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଓ ହସ୍ପିଟାଲରେ କରାଯାଉଥିବା ନିର୍ମାଣ କାମକୁ ମଧ୍ୟ ବୁଲି ଦେଖିବା ସହ ସମୀକ୍ଷା କରିଛନ୍ତି। ଆଗାମୀ ଅଗଷ୍ଟ ସୁଦ୍ଧା ନିର୍ମାଣ କାମ ଶେଷ କରିବାକୁ ୫-ଟି ସଚିବ ନିର୍ଦ୍ଦେଶ ଦେଇଛନ୍ତି।

୬୫୦ ବେଡ୍ ବିଶିଷ୍ଟ ହସ୍ପିଟାଲ ନିର୍ମାଣ କାର୍ଯ୍ୟ କରାଯାଉଛି । ନିର୍ମାଣକାରୀ ସଂସ୍ଥା ପକ୍ଷରୁ କାମର ଅଗ୍ରଗତି ସଂପର୍କରେ ତାଙ୍କୁ ଅବଗତ କରାଯାଇଛି । ଏହାଛଡ଼ା ମେଡିକାଲ କଲେଜରେ ଫାର୍ମାସିଷ୍ଟ ଓ ନର୍ସିଂ କ୍ବାର୍ଟର ବ୍ଲକ୍ ବୁଲି ଦେଖିଛନ୍ତି । ନିର୍ମାଣକାର୍ଯ୍ୟକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି ଭି.କେ ପାଣ୍ଡିଆନ । ଆଗାମୀ ଅଗଷ୍ଟ ସୁଦ୍ଧା ନିର୍ମାଣ କାମ ଶେଷ କରିବାକୁ ୫-ଟି ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ପରେ ସେ ଚନ୍ଦ୍ରଭାଗାରେ ପହଞ୍ଚି ପାରିପାର୍ଶ୍ବିକ ଉନ୍ନତିମୂଳକ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଛନ୍ତି । ସେହିପରି କୋଣାର୍କ ମନ୍ଦିର ମଧ୍ୟ ପରିଦର୍ଶନ କରିଛନ୍ତି ପାଣ୍ଡିଆନ। ସେଠାରେ ଏଏସଆଇ ଦ୍ବାରା ଚାଲିଥିବା କାର୍ଯ୍ୟ ତଦାରଖ କରିବା ସହିତ ବେଳାଭୂମି ଉନ୍ନତି କରଣ ନେଇ ମଧ୍ୟ ଆଲୋଚନା କରିଛନ୍ତି।

ଏହାପରେ କାକଟପୁର ମାଆ ମଙ୍ଗଳାଙ୍କ ପୀଠ ଗସ୍ତ କରି ମାଆଙ୍କ ଦର୍ଶନ ମଧ୍ୟ କରିଛନ୍ତି ପାଣ୍ଡିଆନ। ସେଠାରେ ମାଆ ମଙ୍ଗଳା ପୂଜକମାନେ ତାଙ୍କୁ ପାଛୋଟି ନେଇଥିଲେ। ସେଠାରେ ମନ୍ତ୍ରୀ ତୁଷାର କାନ୍ତି ବେହେରା ମଧ୍ୟ ଉପସ୍ଥିତ ଥିଲେ। ସେଠାରେ ସେ ଜଙ୍କସନ, ମଲଟି ପରପୋଜ୍ ଇଣ୍ଡୋର ଷ୍ଟାଡିଅମ ନିର୍ମାଣ କାମର ସମୀକ୍ଷା କରିଥିଲେ।

ତାଙ୍କ ସହିତ ପୁରୀ ଜିଲ୍ଲାପାଳ ଜିଲ୍ଲାପାଳ ସମର୍ଥ ବର୍ମା ଓ ଅନ୍ୟାନ୍ୟ ପ୍ରଶାସନିକ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ପୂର୍ବରୁ ପାଣ୍ଡିଆନ ପ୍ରତି ଶନିବାରରେ କେବଳ ଶ୍ରୀମନ୍ଦିର ଦର୍ଶନ ସହିତ ପୁରୀର ଉନ୍ନୟନ କାର୍ଯ୍ୟ ତଦାରଖ କରି ଆସୁଥିଲେ। ହେଲେ ଏଥର ସେ ଚନ୍ଦ୍ରଭାଗା, କୋଣାର୍କ, କାକଟପୁର ମା ମଙ୍ଗଳା ମଧ୍ୟ ଦର୍ଶନ କରି ସେଠାର ଉନ୍ନୟନ କାର୍ଯ୍ୟ ତଦାରଖ କରିଥିଲେ।

Categories
ବିଶେଷ ଖବର

ମାଲକାନଗିରିରେ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ ବିକାଶକୁ ଆହୁରି ଆଗେଇ ନେବ।

ଭିଡିଓ କନ୍ଫରେନ୍ସିଂ ଜରିଆରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ମାଲକାନଗିରି ସବୁବେଳେ ମୋ ପାଇଁ ସ୍ବତନ୍ତ୍ର ହୋଇ ରହିଛି। ମାଲକାନଗିରିର ବିକାଶ କାମ ମୋତେ ସବୁଠାରୁ ଅଧିକ ଖୁସି ଦେଇଥାଏ। ମୋର ପୂର୍ଣ୍ଣ ବିଶ୍ବାସ, ମାଲକାନଗିରି ପରିଚୟ ଆଗକୁ ଆହୁରି ଉଜ୍ଜଳ ହେବ। ରାଜ୍ୟର ଏକ ଆଗୁଆ ଜିଲ୍ଲା ଭାବରେ ବିକାଶ ମାନଚିତ୍ରରେ ମାଲକାନଗିରି ନିଜର ସ୍ଥିତିକୁ ଆହୁରି ଦୃଢ କରିବ।’

ଆଜି ଉଦ୍ଘାଟିତ ହୋଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ରହିଛି – ଅନ୍ବେଷା କାର୍ଯ୍ୟକ୍ରମରେ ଶିକ୍ଷାଗ୍ରହଣ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ପିଲାମାନଙ୍କ ପାଇଁ ଦୁଇଟି ହଷ୍ଟେଲ। ଏଥିରେ ୬୦୦ ପୁଅ ଓ ୬୦୦ ଝିଅ ରହିବପାଇଁ ବ୍ୟବସ୍ଥା କରାଯାଇଛି। ମୋଟୁ ଟ୍ରାଇ ଜଙ୍କସନ୍ଠାରେ ବିଜୁ ପଟ୍ଟନାୟକ ଅନ୍ତଃରାଜ୍ୟ ବସ୍ ଟର୍ମିନାଲ। ଏହା ଜିଲ୍ଲା ସହିତ ଛତିଶଗଡ ଓ ଅନ୍ଧ୍ରପ୍ରଦେଶକୁ ଗମନାଗମନ ସୁଗମ କରିଛି। ଏହାସହିତ ମାଲକାନଗିରି ବଣ୍ଡା ଅଞ୍ଚଳକୁ ଯୋଡୁଥିବା ଏକ ଉଚ୍ଚସ୍ତରୀୟ ସେତୁ ଓ ବାଲିମେଳା ଠାରେ ତମସା ନଦୀ ଉପରେ ବିଜୁ ସେତୁ, କ୍ରୀଡାର ବିକାଶ ପାଇଁ ଏକ ଜୁଡୋ ଏକାଡେମୀ ଓ ପିଲାମାନଙ୍କ ପାଇଁ ଏକ ସ୍ବଧାର ଗୃହ।

ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ମାଲକାନଗିରିବାସୀ ଆଜି ବିକାଶ ସହ ଯୋଡି ହୋଇ ରହିଛନ୍ତି। ବିକାଶ କାମରେ ଆପଣମାନଙ୍କ ସହଯୋଗ ସବୁବେଳେ ଆମକୁ ଉତ୍ସାହିତ କରି ଆସିଛି। ଜିଲ୍ଲାରେ ଶିକ୍ଷା ଓ ସଚେତନତା ପ୍ରସାର ଘଟିଛି। ଯୋଗାଯୋଗରେ ଉନ୍ନତି ଆସିଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଠାରୁ ଆରମ୍ଭ କରି ବିଭିନ୍ନ କଲ୍ୟାଣ ଯୋଜନାର ସୁଯୋଗ ଆପଣମାନେ ନେଉଥିବା ଖୁସିର କଥା। ମାଲକାନଗିରିର ସଫଳ ଚାଷୀ, ମିଶନଶକ୍ତିର ମା ମାନେ, ଛାତ୍ରଛାତ୍ରୀ, ଯୁବବର୍ଗ – ଏ ସମସ୍ତଙ୍କ ସଫଳତା ଆଜି ଜିଲ୍ଲା ପାଇଁ ନୂଆ ପରିଚୟ ଆଣିଛି ବୋଲି ସେ କହିଥିଲେ।

ବଣ୍ଡା ଘାଟିର ଝିଅ କରମା ମୁଦୁଲି ଭୁବନେଶ୍ବରର ସବୁଠାରୁ ଭଲ ସରକାରୀ ମହିଳା ୟୁନିଭରସିଟିରେ ପାଠ ପଢୁଥିବାର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ସୁଯୋଗ ଆଣିଥାଏ ଓ ଶିକ୍ଷା ହିଁ ଏ ରୂପାନ୍ତର ଆଣିଛି। ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ପାଠ ପଢି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଚିତ୍ରକୁଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ଟାଙ୍ଗଲୁ ପ୍ରମୁଖ ବକ୍ତବ୍ୟ ରଖି ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

Categories
ଧର୍ମ ବିଶେଷ ଖବର ରାଜ୍ୟ ଖବର ସଂସ୍କୃତି

ମା’ ଭଗବତୀ ମନ୍ଦିର ଦର୍ଶନ କରି ପ୍ରସ୍ତାବିତ ପ୍ରକଳ୍ପ ଅନୁଧ୍ୟାନ କଲେ ୫ଟି ସଚିବ ଭି କେ ପାଣ୍ଡିଆନ

ସୀତାରାମ ଅଗ୍ରୱାଲ

ବାଣପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ସକାଳେ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପିଠ ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ମା’ ଭଗବତୀ ମନ୍ଦିର ପରିଦର୍ଶନ କରିଛନ୍ତି ୫ଟି ସଚିବ ଭି କେ ପାଣ୍ଡିଆନ। ଶ୍ରୀ ପାଣ୍ଡିଆନ ସକାଳ ୬ ଘଟିକା ୧୦ ମିନିଟ ସମୟରେ ମା’ ଙ୍କ ମନ୍ଦିର ସମ୍ମୁଖରେ ପହଞ୍ଚିବା କ୍ଷଣି ତାଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଓ ଏସପି ସ୍ୱାଗତ ଜଣେଇବା ସହ ମନ୍ଦିର ମଧ୍ୟକୁ ପାଛୋଟି ନେଇଥିଲେ। ମନ୍ଦିର ମଧ୍ୟରେ ମାତ୍ର ୧୫ ମିନିଟ ସମୟ ଅତିବାହିତ କରିଥିଲେ ଶ୍ରୀ ପାଣ୍ଡିଆନ। ଉକ୍ତ ସମୟ ମଧ୍ୟରେ ମନ୍ଦିରର ବିଭିନ୍ନ ଉନ୍ନତି କରଣ ଯୋଜନା ଗୁଡ଼ିକ ଉପରେ ଜିଲ୍ଲାପାଳଙ୍କ ସହ ଆଲୋଚନା କରିବା ପରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଉପରେ ଶ୍ରୀ ପାଣ୍ଡିଆନ ମୋହର ମାରିଛନ୍ତି।

ପ୍ରମୁଖ ଉନ୍ନୟନମୂଳକ ପ୍ରକଳ୍ପ ଗୁଡ଼ିକ ହେଲା:

୧. ମନ୍ଦିର ଜମିର ସୀମା ନିର୍ଦ୍ଧାରଣ ସହ ଜବରଦଖଲ କାରୀଙ୍କୁ ଉଚ୍ଛେଦ।

୨. ମନ୍ଦିର ପଛପଟ ପ୍ରାଚୀର ସମ୍ପ୍ରସାରଣ।

୩.ବସ ଷ୍ଟାଣ୍ଡ ନିର୍ମାଣ ଓ ପାର୍କିଙ୍ଗ ବ୍ୟବସ୍ଥା।

୪. ଦୋଳବେଦି ଛକରୁ ଭଗବତୀ ମନ୍ଦିର ପର୍ଯ୍ୟନ୍ତ ମୁଖ୍ୟ ରାସ୍ତା ପ୍ରଶସ୍ତିକରଣ (ପ୍ରସ୍ତାବିତ ୧୦ ମିଟର)

୫. ଯାତ୍ରୀ ନିବାସ ଓ କଲ୍ୟାଣ ମଣ୍ଡପ ନିର୍ମାଣ।

୬. ମୁଖ୍ୟ ମନ୍ଦିର ପୁନରୁଦ୍ଧାର ଓ ପରିକ୍ରମା ମାର୍ଗ ନିର୍ମାଣ।

୭. ରୋଷ ଘର ଉନ୍ନତିକରଣ।

୮. ସର୍ବସାଧାରଣ ପ୍ରସାଦ ସେବନ ଗୃହ ନିର୍ମାଣ।

୯. ମନ୍ଦିର କାର୍ଯ୍ୟାଳୟ ନିଯୋଗୀ ବୈଠକ ଗୃହ ନିର୍ମାଣ।

୧୦. ଐତିହାସିକ ଦକ୍ଷେଶ୍ୱର ମନ୍ଦିରର ପୁନରୁଦ୍ଧାର।

ତେବେ ଉକ୍ତ ସମସ୍ତ ପ୍ରକଳ୍ପ ପାଇଁ ୫ଟି ସଚିବ ମନ୍ଦିର ପ୍ରଶାସନ, ବାଣପୁର ଜନସାଧାରଣ ଏବଂ ସେବାୟତଙ୍କ ସହ ଆଲୋଚନା କରି ତୁରନ୍ତ ପ୍ଲାନ ଏଷ୍ଟିମେଟ କରି ପଠାଇବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପାଣ୍ଡିଆନଙ୍କ ଗସ୍ତ ସମୟରେ କେବଳ ସୀମିତ ବ୍ୟକ୍ତିଙ୍କ ମନ୍ଦିର ମଧ୍ୟକୁ ପ୍ରବେଶ ଅନୁମତି ଥିବା ବେଳେ ଜିଲ୍ଲାପାଳ, ଏସପି, ବାଲୁଗାଁ ଏସଡିପିଓ, ବାଣପୁର ଆଇଆଇସି, ତହସିଲଦାର, ପୂର୍ତ୍ତବିଭାଗ ନିର୍ବାହୀ ଯନ୍ତ୍ରୀ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ, ଏଣ୍ଡାଉମେଣ୍ଟ କାର୍ଯ୍ୟନିର୍ବାହୀ ଅଧିକାରୀ, ଏନଏସି ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଆଦି ମନ୍ଦିର ମଧ୍ୟରେ ଉପସ୍ଥିତ ଥିଲେ।

ତେବେ ଏହି ସମୟରେ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିଙ୍କୁ ମନ୍ଦିର ମଧ୍ୟରେ ପ୍ରବେଶ ନିଷେଧ ଥିବାରୁ ସାମ୍ବାଦିକଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ପାଣ୍ଡିଆନଙ୍କ ଗସ୍ତ ଉପଲକ୍ଷେ ସମଗ୍ର ବାଣପୁର ସହରରେ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।  ଭଗବତୀ ମନ୍ଦିର ଗସ୍ତ ସାରି ପାଣ୍ଡିଆନ ଭୁଷଣ୍ଡପୁର ମା’ ଉଗ୍ରତାରା ମନ୍ଦିର ପରିଦର୍ଶନକୁ ଯାଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

5ଟି ସଚିବଙ୍କ ପୁରୀ ଗସ୍ତ, ମହାପ୍ରଭୁଙ୍କୁ କଲେ ଦର୍ଶନ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ

ପୁରୀ: ଆଜି ସକାଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5ଟି ସଚିବ ଭି କେ ପାଣ୍ଡିଆନ ପୁରୀ ଗସ୍ତ କରିଛନ୍ତି। ସେ ପ୍ରଥମେ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୃଙ୍କୁ ଦର୍ଶନ କରିଛନ୍ତି। ତାଙ୍କ ସହିତ ତାଙ୍କର ଧର୍ମପତ୍ନୀ ତଥା ମିଶନ ଶକ୍ତିର ସଚିବ ସୁଜାତା କାର୍ତ୍ତିକେଆନ ମଧ୍ୟ ଶ୍ରୀଜୀୟୁଙ୍କୁ ଦର୍ଶନ କରିଛନ୍ତି।

ଏହା ପରେ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ତଦାରଖ କରିଥିଲେ। ଏଥିସହିତ ଶ୍ରୀମନ୍ଦିରର ଆଉ କଣ ଉନ୍ନୟନ କାର୍ଯ୍ୟ କରାଯାଇପାରିବ ସେ ନେଇ ମଧ୍ୟ ଆଲୋଚନା କରିଥିଲେ।

Categories
ଜାତୀୟ ଖବର ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ୱାର୍ଲ୍ଡ ସ୍କିଲ ସେଣ୍ଟର ପରିଦର୍ଶନ କଲେ ୫-‘ଟି’ ସଚିବ ଭି. କେ. ପାଣ୍ଡିଆନ

ଭୁବନେଶ୍ୱର : ଓଡିଶାର ଯୁବଗୋଷ୍ଠୀଙ୍କୁ ବିଶ୍ୱସ୍ତରୀୟ କୌଶଳ ତାଲିମ ପ୍ରଦାନ କରି ରାଜ୍ୟକୁ ଆଗେଇ ନେବାକୁ ହେବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-‘ଟି’ ସଚିବ ଶ୍ରୀ ଭି. କେ. ପାଣ୍ଡିଆନ କହିଛନ୍ତି। ଆଜି ଶ୍ରୀ ପାଣ୍ଡିଆନ ୱାର୍ଲ୍ଡ ସ୍କିଲ ସେଣ୍ଟର ପରିଦର୍ଶନରେ ଆସି ଏହାର ପରିଚାଳନା ଓ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି।

ବିଶ୍ୱସ୍ତରୀୟ ନିଯୁକ୍ତି ନିମନ୍ତେ ୱାର୍ଲ୍ଡ ସ୍କିଲ ସେଣ୍ଟରରେ ଏକ ବର୍ଷିଆ ଅତ୍ୟାଧୁନିକ କୌଶଳ ତାଲିମ ଦିଆଯାଉଛି। ଆଗାମୀ ଦିନରେ ଏହା ଏକ ବିଶ୍ୱସ୍ତରୀୟ ବ୍ରାଣ୍ଡ ଭାବେ ଉଭା ହେବ ବୋଲି ସେ କହିଛନ୍ତି। ଏଠାରୁ ପ୍ରଶିକ୍ଷଣ ନେଉଥିବା ପ୍ରଶିକ୍ଷାର୍ଥୀମାନେ ବିଶ୍ୱସ୍ତରର ପ୍ରମୁଖ ସଂସ୍ଥାମାନଙ୍କରେ ନିଯୁକ୍ତି ପାଇବେ। ଆଗାମୀ ଦିନରେ ରାଜ୍ୟର ସରକାରୀ ଆଇଟିଆଇରେ ମଧ୍ୟ ଏହି ଭଳି ଉନ୍ନତ ମାନର ଭିତ୍ତିଭୂମି ତିଆରି କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।

ପ୍ରଶିକ୍ଷାର୍ଥୀଙ୍କ ଆତ୍ମବିଶ୍ୱାସ ଦେଖି ସେ ଖୁସି ବ୍ୟକ୍ତ କରିବା ସହ ସେମାନଙ୍କର ଆକାଂକ୍ଷା ସ୍ତର ଅଧିକ ରହିଛି ବୋଲି ମତବ୍ୟକ୍ତ କରିଛନ୍ତି। ୱାର୍ଲ୍ଡ ସ୍କିଲ ସେଣ୍ଟରର ପାଠ୍ୟକ୍ରମ ଆଇଟିଇଇଏସ୍‌, ସିଙ୍ଗାପୁର ଶୈଳୀରେ ପରିଚାଳିତ ହେଉଛି। ତେଣୁ ଶ୍ରୀ ପାଣ୍ଡିଆନ ଏଠାରେ ମୁତୟନ ହୋଇଥିବା ଆଇଟିଇଇଏସ୍‌, ସିଙ୍ଗାପୁରର ଅଧିକାରୀମାନଙ୍କ ସହ ସେମାନଙ୍କର ଅଭିଜ୍ଞତା ବିଷୟରେ ପଚାରି ବୁଝିଥିଲେ।

ଏହି ଅବସରରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା କହିଛନ୍ତି ଯେ ୱାର୍ଲ୍ଡ ସ୍କିଲ ସେଣ୍ଟରରୁ ଉତ୍ତୀର୍ଣ୍ଣ ହେଉଥିବା ପ୍ରଶିକ୍ଷାର୍ଥୀଙ୍କ ନିଯୁକ୍ତି ନିମନ୍ତେ ବିଭିନ୍ନ ଏଜେନ୍ସି ଓ ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକର ସହଭାଗିତା ଉପରେ ଗୁରୁତ୍ୱ ଦିଆଯାଉଛି।

୫-‘ଟି’ ସଚିବ ଶ୍ରୀ ପାଣ୍ଡିଆନ ବିୟୁଟି ୱେଲ୍‌ନେସ୍‌ ସ୍ପା, ଫେସିଆଲ ଓ ବଡି ଥେରାପି ଷ୍ଟୁଡିଓ, ହେୟାର ଫେସନ ଡିଜାଇନ, କଟିଙ୍ଗ ଓ ଷ୍ଟାଇଲିଙ୍ଗ ଷ୍ଟୁଡିଓ, ମେକାଟ୍ରନିକ୍ସ, ନିଉମାଟିକ, ଅଟୋମେସନ ଓ ବେସିକ ରୋବୋଟିକ୍ସ, ମେକାନିକାଲ ଓ ଇଲେକ୍‌ଟି୍ରକାଲ ସର୍ଭିସେସ, ଫାୟାର ଡିଟେକ୍ସନ ଓ ପ୍ରୋଟେକ୍ସନ, ପାଇପିଂ ଓ ପ୍ଲମ୍ବିଂ, ଏୟାରକଣ୍ଡିସନିଙ୍ଗ ଓ ରେଫ୍ରିଜେରେସନ ଲ୍ୟାବ ପରିଦର୍ଶନ କରି ପ୍ରଶିକ୍ଷକ ଏବଂ ପ୍ରଶିକ୍ଷାର୍ଥୀମାନଙ୍କ ସହ ଆଲୋଚନା କରିଥିଲେ।

୨୦୨୩ ସୁଦ୍ଧା ୱାର୍ଲ୍ଡ ସ୍କିଲ ସେଣ୍ଟରରେ ଭର୍ଟିକାଲ ଟ୍ରାନ୍ସପୋର୍ଟେସନ ଏବଂ ୨୦୨୪ ମସିହା ଭିତରେ ପ୍ରେସିସନ ଇଞ୍ଜିନିୟରିଂ ବ୍ୟବସ୍ଥା କରାଯିବ। ଏତଦ୍‌ବ୍ୟତୀତ ଏଠାରେ ଡିଜିଟାଲ ସ୍କିଲିଂ ହବ୍‌ ପ୍ରତିଷ୍ଠା ହେବ ଏବଂ ଏହା ସ୍କିଲ ପ୍ରତିଯୋଗିତାର ହବ୍‌ ରୂପେ କାର୍ଯ୍ୟ କରିବ। ଅନ୍ୟମାନଙ୍କ ମଧ୍ୟରେ ୱାର୍ଲ୍ଡ ସ୍କିଲ ସେଣ୍ଟରର ସିଇଓ ଶ୍ରୀ ରେଘୁ ଜି ଓ ୱାର୍ଲ୍ଡ ସ୍କିଲ ସେଣ୍ଟରର ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ବାବା ଆଖଣ୍ଡଳମଣି ପିଠର ଉନ୍ନୟନ କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟ ସଚିବଙ୍କ ସହ 5ଟି ସଚିବ

ଭୁବନେଶ୍ବର: ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ 5ଟି ସଚିବ ଭି କେ ପାଣ୍ଡିଆନ ଭଦ୍ରକ ଜିଲ୍ଲା ଗସ୍ତରେ ଯାଇଛନ୍ତି। ସେମାନେ ବାବା ଆଖଣ୍ଡଳମଣି ପିଠର ଉନ୍ନୟନ କାର୍ଯ୍ୟକୁ ତଦାରଖ କରିଛନ୍ତି। ଏଥିସହିତ ଉଭୟ ସେଠାରେ ଥିବା ସେବକମାନଙ୍କ ସହିତ ମଧ୍ୟ ଆଲୋଚନା କରିଛନ୍ତି।

ବାବା ଆଖଣ୍ଡଳମଣି ପିଠର ସମସ୍ତ କାର୍ଯ୍ୟ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ଏକ ସାକ୍ଷାତକାରରେ କହିଛନ୍ତି। ଏଥିସହିତ ଏହି ସ୍ଥାନକୁ ଆସୁଥିବା ଯାତ୍ରୀମାନଙ୍କ ପାଇଁ ରହଣି ବ୍ୟବସ୍ଥାର ମଧ୍ୟ କରାଯିବ ବୋଲି ସେ କହିଛନ୍ତି। ଉଭୟ ଧାମରାକୁ ମଧ୍ୟ ଗସ୍ତ କରିଛନ୍ତି। ସେଠାରେ ପ୍ରସ୍ତାବିତ ବାଲିମୁଣ୍ଡା ଏୟାର ଷ୍ଟ୍ରିପ୍‌ ଓ କଇଁଥଖୋଲା ଶିଳ୍ପାଞ୍ଚଳ ବୁଲି ଦେଖିଛନ୍ତି। ଏମାନଙ୍କ ସହିତ ଜିଲ୍ଲାପାଳ ଏବଂ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ପ୍ରଶଂସା କରି କହିଥିଲେ ଯେ ଆପଣମାନଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ସଂପୂର୍ଣ୍ଣ ଭରସା ରହିଛି। ଆପଣମାନେ ମଧ୍ୟ ଗାଁ ଗାଁରେ ବିକାଶର ନେତୃତ୍ବ ନେଇ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ଓ ଭରସାକୁ ସାକାର କରିପାରିଛନ୍ତି।

ଜାତୀୟ ପତାକା ତିଆରି ପରି ଏକ ମର୍ଯ୍ୟଦାପୂର୍ଣ୍ଣ ଦାୟିତ୍ବ ଅର୍ପଣ କରିଥିବାରୁ ମିଶନ ଶକ୍ତିର ମା ମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ। ମିଶନ ଶକ୍ତିରେ ସାମିଲ ହୋଇ ଆମେ ଗର୍ବିତ ବୋଲି ସେମାନେ ପ୍ରକାଶ କରିବା ସହିତ ଏଥିପାଇଁ ଆଜି ବିଭିନ୍ନ କ୍ଷେତ୍ରରେ ନିଜର ପ୍ରତିଭାର ବିକାଶ ହୋଇପାରିଛି ବୋଲି ସେମାନେ କହିଥିଲେ ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଡିସେମ୍ବର ୨୦୨୩ ସୁଦ୍ଧା ଶେଷ ହେବ ବଡ ଡାକ୍ତରଖାନାର କ୍ଲିନିକାଲ ବ୍ଲକର କାମ

ଭୁବନେଶ୍ବର: କଟକ ଶ୍ରୀରାମଚଂଦ୍ର ମେଡିକାଲ କଲେଜ କେବଳ ଓଡିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନଙ୍କ ପାଇଁ ଭରସାଯୋଗ୍ୟ ଚିକିତ୍ସା କେନ୍ଦ୍ରର ସୁନାମ ଲାଭ କରିଛି। ତେଣୁ ୭୫ ବର୍ଷ ତଳେ ନିର୍ମିତ ହୋଇଥିବା ଏହି ବିରାଟ ଅନୁଷ୍ଠାନର ରୂପାନ୍ତରଣ ସହିତ ଏଠାରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ବିକଶିତ କରିବାର ଆବଶ୍ୟକତା ଅନୁଭୂତ ହୋଇଥିଲା। ୧୭୫ ଏକର ଜମିରେ ୩୫୦୦ କୋଟି ଟଙ୍କାରେ ଏହି ମର୍ଯ୍ୟଦାଜନକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜର ୫-ଟି ଉପକ୍ରମରେ ରୂପାନ୍ତରଣ କରି ଏମସ ପ୍ଲସ ସୁବିଧା ରୋଗୀଙ୍କୁ ଯୋଗାଇ ଦେବାପାଇଁ ରାଜ୍ୟ ସରକାର କାମ କରୁଛନ୍ତି ।

କଟକ ଶ୍ରୀରାମଚନ୍ଦ୍ରଭଂଜ ମେଡିକାଲ କଲେଜକୁ ଶିକ୍ଷା, ଚିକିତ୍ସା ସେବା ଓ ଗବେଷଣା କ୍ଷେତ୍ରରେ ଏକ ବିଶ୍ବସ୍ତରୀୟ ଅନୁଷ୍ଠାନ ଭାବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କର ଦୂରଦର୍ଶୀ ଯୋଜନା ବାସ୍ତବରୂପ ନେବାକୁ ଯାଉଛି। ଏହି ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ 5-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ସକାଳେ କଟକ ବଡ ଡାକ୍ତରଖାନା ପରିଦର୍ଶନ କରି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ । ନିର୍ମାଣ କାର୍ଯ୍ୟର ଗୁଣାତ୍ମକ ମାନସହିତ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରକଳ୍ପ ଶେଷ କରାଯିବା ଉପରେ ଶ୍ରୀ ପାଣ୍ଡିଆନ ଗୁରୁତ୍ବାରୋପ କରିଥିଲେ।

ନୂଆକରି ନିର୍ମାଣ ହେଉଥିବା କ୍ଲିନିକାଲ ବ୍ଲକ ୧ ଓ ୪ ର ନିର୍ମାଣ କାର୍ଯ୍ୟ ଡିସେମ୍ବର ୨୦୨୩ ସୁଦ୍ଧା ଶେଷ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ। ତାସହିତ ଅନ୍ୟ ବ୍ଲକ ଗୁଡିକର ନିର୍ମାଣ ଗୁଡିକ ଜାରି ରଖିବାକୁ ପରାମର୍ଶ ଦେଇଥିଲେ। ରୋଗୀଙ୍କ ସଂପର୍କୀୟ ମାନଙ୍କ ରହିବା ନିମନ୍ତେ ଧର୍ମଶାଳା ଓ ବଜେଟ ହୋଟେଲ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାସହିତ ରାଣୀହାଟ ଛକ ନିକଟରେ ବ୍ୟବସାୟିକ କଂପ୍ଲେକ୍ସ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ବଡ ଡାକ୍ତରଖାନାର ଅଧ୍ୟାପକ, ଚିକିତ୍ସକ ଓ ଅନ୍ୟ କର୍ମଚାରୀମାନଙ୍କ ରହଣୀ ନିମନ୍ତେ ୧୩ଟି ଆବାସିକ ଗୃହ ନିର୍ମାଣ କରାଯିବ। ବର୍ତ୍ତମାନ ସୁଦ୍ଧା ମାତ୍ର ୫ଟି କାମ ଆରମ୍ଭ ହୋଇଛି। ତେଣୁ ତୁରନ୍ତ ସମସ୍ତ ଆବାସିକ ବ୍ଲକର କାମ ଆରମ୍ଭ କରି ଡିସେମ୍ବର ୨୦୨୩ ସୁଦ୍ଧା ସଂପୂର୍ଣ୍ଣ କରିବାକୁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ। ଏହାସହିତ ଏସସିବି ପବ୍ଲିକ ସ୍କୁଲର କାମ ମଧ୍ୟ ମାର୍ଚ୍ଚ ୨୦୨୩ ସୁଦ୍ଧା ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ପରେ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ତାଳଦଣ୍ଡା କେନାଲ ପରିଦର୍ଶନ କରି ଏହାର ରୂପାନ୍ତର କାର୍ଯ୍ୟ ବୁଲି ଦେଇଥିଲେ। ଏହି ତାଳଦଣ୍ଡା କେନାଲ କୂଳରେ ବୁଲା ବିକାଳୀ ମାନେ ଯେଭଳି ନ ବସିବେ, ସେମାନଙ୍କ ପାଇଁ କଟକ ମ୍ୟୁନିସିପାଲଟି କର୍ପୋରେସନ ପକ୍ଷରୁ ଅର୍ବାନ ହାଟ ନିର୍ମାଣ କରାଯାଉଛି। ଏହି କାମ ଡିସେମ୍ବର ୨୦୨୨ ସୁଦ୍ଧା ଶେଷ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।

ଭବିଷ୍ୟତର ପାର୍କିଂ ଆବଶ୍ୟକତାକୁ ଦୃଷ୍ଟିରେ ରଖି ବଫର ଜୋନ ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ମାଲପରିବହନ କରୁଥିବା ବଡ ବଡ ଯାନ ଗୁଡିକର ପାର୍କିଂ ପାଇଁ ରେଲୱେ ଠାରୁ ଅଧିକ ଜମି ନେବା ପାଇଁ ସେ ପରାମର୍ଶ ଦେଇଥିଲେ। ସ୍ଥାନୀୟ ଲୋକ ତଥା ବୁଲା ବିକାଳୀ ମାନେ ଯେପରି ତାଳଦଣ୍ଡା କେନାଲରେ ଅଳିଆ ଆବର୍ଜନା ନ ପକାଇବେ, ସେଥିପାଇଁ ସେମାନଙ୍କୁ ସଚେତନ କରିବା ସହିତ କେନାଲ ରାସ୍ତାରେ ଥିବା ସମସ୍ତ ଇଲେକ୍ଟ୍ରି ସବ୍‌ଷ୍ଟେସନ, ପାଣି ପାଇପ ତଥା ନର୍ଦ୍ଦମାଜଳ ପାଇପ ସଂପୂର୍ଣ୍ଣ ଭାବରେ ତୁରନ୍ତ ସ୍ଥାନାନ୍ତକରଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।

୩.୫ କିଲୋମିଟର ପରିବ୍ୟାପ୍ତ ତାଳଦଣ୍ଡା କେନାଲ ରାସ୍ତାର ବିକାଶ କାମକୁ ଜାତୀୟ ରାଜପଥ ୧୬ ଅତିକ୍ରମ କରି କଟକ ସହର ଶେଷ ସୀମା ପର୍ଯ୍ୟନ୍ତ ବିକଶିତ କରିବା ପାଇଁ ୫-ଟି ସଚିବ ପରାମର୍ଶ ଦେଇଥିଲେ। ସେହିପରି ବିଭିନ୍ନ ଜାଗାରେ ଥିବା ସେତୁ ନିକଟସ୍ଥ ସଂଯୋଗକାରୀ ରାସ୍ତା ପ୍ରଶସ୍ତ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଥିଲେ। ରେଲୱେ ଜମି ନିକଟରେ ଥିବା ଜଳାଶୟର ସଂରକ୍ଷଣ ଓ ବିକାଶ ଉପରେ ସେ ଗୁରୁତ୍ବାରୋପ କରିଥିଲେ।

ଏତଦ୍‌ବ୍ୟତୀତ କେନାଲ ରୋଡର ଲ୍ୟାଣ୍ଡସ୍କେପିଂ, ତାର ରକ୍ଷଣାବେକ୍ଷଣ ଓ ପରିଚ୍ଛନ୍ନତା ସର୍ବାଧିକ ଗୁରୁତ୍ବପୂର୍ଣ୍ଣ ବୋଲି ଶ୍ରୀ ପାଣ୍ଡିଆନ ମତବ୍ୟକ୍ତ କରିଥିଲେ। ସୂଚନାଯୋଗ୍ୟ ଯେ ଜୋବ୍ରାରୁ ରାଣୀହାଟ ପର୍ଯ୍ୟନ୍ତ ଦେଢ କିଲୋମିଟର ରାସ୍ତାର ଲ୍ୟାଣ୍ଡସ୍କେପିଂ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦୨୦ ଅକ୍ଟୋବରରେ ଉଦ୍‌ଘାଟିତ କରିଥିଲେ।

ତାଳଦଣ୍ଡା କେନାଲ ଅତୀତରେ ଆମର ଜଳସେଚନ, ଜଳ ପରିବହନ ତଥା ଅର୍ଥନୈତିକ ବିକାଶରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା। ୧୮୬୨ ଖ୍ରୀଷ୍ଟାଦ୍ଦରେ ଏହା ଇଷ୍ଟ ଇଣ୍ଡିଆ କଂପାନୀ ଦ୍ବାରା ଖନନ ହୋଇଥିଲା।, ତେଣୁ ତାଳଦଣ୍ଡା କେନାଲର ଐତିହାସିକ ଗୁରୁତ୍ବ ସଂପର୍କରେ ଭବିଷ୍ୟତ ପୀଢିକୁ ଅବଗତ କରିବା ପାଇଁ ଏକ ସଂଗ୍ରହାଳୟ ଓ ପ୍ରଦର୍ଶନୀ ସ୍ଥଳ ବିକଶିତ କରିବାପାଇଁ ନିଷ୍ପତ୍ତି ହୋଇଥିଲା। ଏଥିରେ ତାଳଦଣ୍ଡା କେନାଲର ଇତିହାସ ଓ ବର୍ତ୍ତମାନର ବିକାଶ କାମ ସଂପର୍କିତ ଫଟୋଚିତ୍ର ଏଥିରେ ସ୍ଥାନୀତ ହେବ।

୫-ଟି ସଚିବଙ୍କ ସହିତ ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ ଦାୟିତ୍ବରେ ଥିବା ଶ୍ରୀ ବିଶାଳ ଦେବ, କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ଦଳାଇ, କଟକ ଜିଲ୍ଲାପାଳ, ସିଡିଏର ଅଧ୍ୟକ୍ଷ ଏବଂ କଟକ ମ୍ୟୁନିସିପାଲଟି କମିଶନର, ଏସସିବି କଲେଜର ଅଧ୍ୟକ୍ଷ, ଅଧୀକ୍ଷକ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର

୪ ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଏହି କାମ ପାଇଁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ। ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ।

ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ଆସ୍ଥା ରଖି ଜାତୀୟ ପତାକା ପ୍ରସ୍ତୁତ ପରି ଏକ ଗୁରୁଦାୟିତ୍ବ ଅର୍ପଣ କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ, କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ଘୋଷଣା କଲେ ରିଲିଫ ସହାୟତା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ ।

ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେଵା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ।

ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବନ୍ୟାଂଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି।  ଖୁରୁଧା , ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲା ଯେଉଁ ଗାଁ ମାନଙ୍କ ରେ ପାଣି ପଶିଛି ସେଠାରେ ବିପନ୍ନ ଲୋକ ମାନଙ୍କୁ 15ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲା ର ପାଣି ପଶିଥିବା ଗାଁର ଲୋକମାନଙ୍କୁ ସାତ ଦିନ ପାଇଁ ରିଲିଫ ଦିଆଯିବ। ପାଣି ଛାଡିବାର ସାତ ଦିନ ମଧ୍ୟ୍ୟ ରେ କ୍ଷୟକ୍ଷତି ଆକଳନ କରିବା ଏବଂ ତାର 15ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ, ପ୍ରଶାସନ କୁ ନିର୍ଦେଶ ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଉନ୍ନୟନ କମିଶନର ଓ ୫ଟି ସଚିବଙ୍କ ଓଲଟପୁର ଗସ୍ତ, NIRTAR ହସ୍ପିଟାଲର ବିକାଶ ଲାଗି କଲେ ଅନୁଧ୍ୟାନ

ଭୁବନେଶ୍ୱର: ଓଲଟପୁର ସ୍ଥିତ NIRTAR ଅସ୍ଥି ଚିକିତ୍ସା ତଥା ଥାଇଥାନ ସମ୍ପର୍କିତ ଏକ ପ୍ରସିଦ୍ଧ ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ। ପ୍ରତିଦିନ ରାଜ୍ୟ ର ବିଭିନ୍ନ ଅଂଚଳରୁ ଚିକିତ୍ସା ପାଇଁ ଶହ ଶହ ରୋଗୀ ଏଠାକୁ ଆସିଥାନ୍ତି।

ରୋଗୀମାନେ ଯେପରି ସୁବିଧାରେ ଏହି ପ୍ରତିଷ୍ଠାନର ସ୍ୱାସ୍ଥ୍ୟ ସେବାର ସୁଯୋଗ ପାଇପାରିବେ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ଉନ୍ନୟନ କମିଶନର ପ୍ରଦୀପ ଜେନା, ୫ଟି ସଚିବ ଭି କେ ପାଣ୍ଡିଆନ ଓଲଟପୁର ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ।

ସେମାନଙ୍କ ସହିତ ପୂର୍ତ୍ତ ବିଭାଗ ସଚିବ ବୀର ବିକ୍ରମ ଯାଦବ, କଟକ ଜିଲ୍ଲାପାଳ ଭବାନୀ ଚଇନି ଓ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ସ୍ଥାନୀୟ ଲୋକ ଓ ରୋଗୀ ମାନଙ୍କ ସହ ଆଲୋଚନା ପରେ ନିମ୍ନୋକ୍ତ ନିଷ୍ପତ୍ତି ନିଆଯାଇଛି।

ରୋଗୀ ମାନେ ଯେପରି ସୁବିଧାରେ NIRTAR ରେ ପହଂଚିପାରିବେ ସେଥିପାଇଁ ନିଆଳି ଅଡଶପୁର ରାସ୍ତାର ବୋଇରାଇ ଛକ ଠାରୁ ଓଲଟପୁର NIRTAR ପର୍ଯ୍ୟନ୍ତ ରାସ୍ତାକୁ ଦୁଇ ଥକିଆ କରାଯିବ।

NIRTAR ହସ୍ପିଟାଲ ପାର୍ଶ୍ଵବର୍ତ୍ତୀ ଜମି ଅଧିଗ୍ରହଣ କରି ସେ ଅଂଚଳର ବିକାଶ କରାଯିବ।
ହଷ୍ଟେଲର ମଧ୍ୟ ଉନ୍ନତି କରାଯିବ।

ଏହି ଗସ୍ତ ଅବସରରେ ଉନ୍ନୟନ କମିଶନର ଓ ୫ଟି ସଚିବ ହସ୍ପିଟାଲର ବିଭିନ୍ନ ୱାର୍ଡ ବୁଲି ଦେଖିବା ସହ ରୋଗୀ ମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ।

Categories
ଆଜିର ଖବର ଧର୍ମ ସଂସ୍କୃତି

ଝଙ୍କଡ଼ ଗସ୍ତ କଲେ ମୁଖ୍ୟମନ୍ତ୍ରୀଙ୍କ ସଚିବ: ମା’ ସାରଳାଙ୍କ ପୀଠର ବିକାଶ ପାଇଁ ପ୍ରସ୍ତୁତ ହେବ ମାଷ୍ଟର ପ୍ଲାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରେ ଜଗତସିଂହପୁରର ଝଙ୍କଡ଼ ପୀଠକୁ ଯାଇ ମା’ ସାରଳାଙ୍କୁ ପୂଜାର୍ଚନା କରିଥିଲେ ଏବଂ ପୀଠର ବିକାଶ ସମ୍ପର୍କରେ ସେବାୟତ, ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଥିଲେ।

ଝଙ୍କଡ଼ ଓଡ଼ିଶାର ଏକ ପ୍ରସିଦ୍ଧ ଶକ୍ତି ପୀଠ। ମା’ ସାରଳାଙ୍କ ଆଶୀର୍ବାଦରୁ ଏହି ପୀଠରୁ ଆଦିକବି ସାରଳା ଦାସ ସାରଳା ମହାଭାରତ ରଚନା କରିଥିଲେ। ପ୍ରତିଦିନ ଏହି ପୀଠକୁ ମା’ ଙ୍କ ଦର୍ଶନ ପାଇଁ ବିଭିନ୍ନ ସ୍ଥାନରୁ ଭକ୍ତ ମାନେ ଆସିଥାନ୍ତି। ତେଣୁ ଭକ୍ତ ମାନଙ୍କ ସୁବିଧା ପାଇଁ ପୀଠ ର ବିକାଶ ଜରୁରୀ ହୋଇ ପଡିଛି।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ ଶ୍ରୀ ପାଣ୍ଡିଆନ ପୀଠର ବିକାଶ ସମ୍ପର୍କରେ ସେବାୟତ, ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରିଥିଲେ। ପୀଠର ଆବଶ୍ୟକତାକୁ ଭିତ୍ତି କରି ବିକାଶ ପାଇଁ ତୁରନ୍ତ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ୫-ଟି ମଡେଲରେ ଏହା କାର୍ଯ୍ୟକାରୀ କରାଯିବ। ଏହି ପରିଦର୍ଶନ ସମୟରେ ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପାଟୱାରୀ ଓ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ସାତ ଦିନ ମଧ୍ୟରେ ପ୍ରସ୍ତୁତ ହେବ କଟକ ଚଣ୍ଡି ମନ୍ଦିରର ମାଷ୍ଟର ପ୍ଲାନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପ୍ରତ୍ୟୁଷରେ କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ମାଆଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ଉନ୍ନୟନମୂଳକ କାମ ସଂପର୍କରେ ସେବାୟତ, ଜିଲ୍ଲାପ୍ରଶାସନ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଆଲୋଚନା କରିଛନ୍ତି।

ମନ୍ଦିରର ଉନ୍ନତି କରଣ ତଥା ଅନ୍ୟାନ୍ୟ ବିକାଶ କାର୍ଯ୍ୟ ପାଇଁ ୭ ଦିନ ମଧ୍ୟରେ ମାଷ୍ଟରପ୍ଲାନ ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ.

ସୂଚନାଯୋଗ୍ୟ ଯେ କଟକର ପ୍ରସିଦ୍ଧ ଚଣ୍ଡୀମନ୍ଦିର ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଶ୍ରଦ୍ଧା ଓ ଆସ୍ଥାର ପ୍ରତୀକ । ଏହି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କର ସ୍ପଷ୍ଟ ନିର୍ଦ୍ଦେଶ ରହିଛି। ଏଥିପାଇଁ ମନ୍ଦିର କମିଟି ଜିଲ୍ଲା ପ୍ରଶାସନ ସହିତ ବିଭିନ୍ନ ଉନ୍ନୟନମୂଳକ ପଦକ୍ଷେପ ସଂପର୍କରେ ଆଲୋଚନା କରିବ.

ମନ୍ଦିରର ବିଭିନ୍ନ ସମସ୍ୟା ସମ୍ପର୍କରେ 5T ସଚିବ ଆଲୋଚନା କରିବା ସହ ମନ୍ଦିରର ଅଞ୍ଚଳ ବୁଲି ଦେଖିଛନ୍ତି । ମନ୍ଦିରରେ ଥିବା ସମସ୍ୟା, ବିଶେଷ କରି ଜଳ ନିଷ୍କାସନ, ପାର୍କିଂ ଓ ମରାମତି ନେଇ ମନ୍ଦିର କର୍ତ୍ତୃପକ୍ଷ 5T ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ବିଭିନ୍ନ କାମ ହାତକୁ ନିଆଯାଇଛି ବୋଲି ଜଣାଯାଇଛି .
ମନ୍ଦିରକୁ ଅଧିକ ସୁନ୍ଦର କରିବା ସହ ଏଠାକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ସମସ୍ତଙ୍କ ସହଯୋଗରେ ମନ୍ଦିରର ବିକାଶମୂଳକ କାର୍ଯ୍ୟ ଆରମ୍ଭ ହେବ ।

5T ସଚିବଙ୍କ ଗସ୍ତ ସମୟରେ ଆରଡିସି, ଜିଲ୍ଲାପାଳ ସିଏମସି କମିଶନର, ଡିସିପି, ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।

Categories
ବିଶେଷ ଖବର

OUTRରେ ଭିତ୍ତିଭୂମିର ବିକାଶ ସହିତ ଖୋଲିବ ନୂଆ ପାଠ୍ୟକ୍ରମ: ପ୍ରଥମ ପର୍ଯ୍ୟାୟରେ ବିନିଯୋଗ ହେବ ୩ଶହ କୋଟି

ଭୁବନେଶ୍ବର: Odisha university of technology and research କୁ engineering ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ଗଢ଼ିତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଜି ଭୁବନେଶ୍ବର ଘାଟିକିଆ ଠାରେ ଥିବା Odisha University of Technology & Research ପରିଦର୍ଶନ କରି ସେଠାରେ ଭିତ୍ତିଭୂମିର ବିକାଶ ପାଇଁ ସ୍ଥିତି ଅନୁଧ୍ୟାନ କରିଛନ୍ତି।

ସୂଚନାଯୋଗ୍ୟ ଯେ ପୂର୍ବରୁ କଲେଜ ଅଫ ଇଂଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (CET) ଭାବରେ ପରିଚିତ ଥିବାବେଳେ ଏବେ ଏହା OUTR ବା ଓଡିଶା ବୈଷୟିକ ଓ ଗବେଷଣା ବିଶ୍ବବିଦ୍ୟାଳୟରେ ରୂପାନ୍ତରିତ ହୋଇଛି। ୨୦୨୧ ଜୁଲାଇ ୧୭ ତାରିଖରେ ଏହି ପରିବର୍ତ୍ତନ ପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଥିଲା।

କଲେଜରୁ ବିଶ୍ବବିଦ୍ୟାଳୟ ହେବାପରେ ଏହାର ଭିତ୍ତିଭୂମିର ବିକାଶକୁ ଦୃଷ୍ଟିରେ ରଖି ୫-ଟି ସଚିବ ଭି କେ ପାଣ୍ଡିଆନ ଓ ଆଇ ଟି ବିଭାଗର ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଆଜି OUTR ଗସ୍ତ କରି ପରିସ୍ଥିତିର ଅନୁଧ୍ୟାନ କରି ଭିତ୍ତିଭୂମିର ବିକାଶ ସମ୍ପର୍କ ରେ ଆଲୋଚନା କରିଛନ୍ତି।

ଏହି ଆଲୋଚନା ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ୩୦୦ କୋଟି ବିନିଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିବା ବେଳେ ଅଧିକ ୪ଟି ବିଭାଗ ଖୋଲିବା ନେଇ ମଧ୍ୟ ନିଷ୍ପତ୍ତି ହୋଇଛି। ୨ରୁ ୩ବର୍ଷ ମଧ୍ୟରେ ବିକାଶ କାର୍ଯ୍ୟ ଓ ଭିତ୍ତିଭୂମି ସ୍ଥାପନ କରି ଜାତୀୟସ୍ତରରେ କିଭଳି ଏହାକୁ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ କରାଯିବ ସେଥିପ୍ରତି ଆଲୋଚନାରେ ଗୁରୁତ୍ବ ଦିଆଯାଇଛି।

ସୂଚନାଯୋଗ୍ୟ ଯେ ବିଶ୍ବବିଦ୍ୟାଳୟରେ ମୋଟ ୨୬ଟି ବିଭାଗ ଥିବା ବେଳେ ୪୦୦୦ରୁ ଅଧିକ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ଏହାକୁ ଦେଶର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବେ ପରିଣତ କରିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି।

ବିଶ୍ବବିଦ୍ୟାଳୟର ପ୍ରସ୍ତାବିତ ମାଷ୍ଟର ପ୍ଲାନ ଦେଖିବା ସହ ଭିତ୍ତିଭୂମିର ଆବଶ୍ୟକତା, କର୍ମଚାରୀ ଓ ଅଧ୍ୟାପକଙ୍କ ଆବଶ୍ୟକତା ସମେତ ଛାତ୍ରଛାତ୍ରୀଙ୍କ ପାଇଁ ଆବଶ୍ୟକ ସୁବିଧା ସମ୍ପର୍କରେ ଶ୍ରୀ ପାଣ୍ଡିଆନ ଶିକ୍ଷାନୁଷ୍ଠାନର କର୍ତ୍ତୃପକ୍ଷ ଓ ବିଭାଗୀୟ ସଚିବଙ୍କ ସହ ବିସ୍ତୃତ ଆଲୋଚନା ଓ ସମୀକ୍ଷା କରିଛନ୍ତି।

OUTRକୁ ଗସ୍ତ ସମୟରେ ୫-ଟି ସଚିବ ବିଶ୍ବବିଦ୍ୟାଳୟର ବିଭିନ୍ନ ଲାବୋରେଟୋରୀ ଓ ସ୍ମାର୍ଟକ୍ଲାସ ବୁଲି ଦେଖିଥିଲେ। ଏହାସହିତ ବିଶ୍ବବିଦ୍ୟାଳୟର ବିଭିନ୍ନ ବିଭାଗର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ସେମାନଙ୍କ ଠାରୁ ଫିଡ଼ବ୍ୟାକ ନେଇଥିଲେ। ୫-ଟି ସଚିବଙ୍କ ସହ ସିଧାସଳଖ ଆଲୋଚନା କରିବା ସହ ନିଜ ଶିକ୍ଷାନୁଷ୍ଠାନର ଉନ୍ନତି ବିଷୟରେ ଜାଣି ଛାତ୍ରଛାତ୍ରୀମାନେ ଖୁସି ବ୍ୟକ୍ତ କରିଛନ୍ତି।

ରାଜ୍ୟ ସରକାରଙ୍କ ଏହି ପଦକ୍ଷେପ ଦ୍ୱାରା ଇଞ୍ଜିନିଅରିଂ ପଢ଼ୁଥିବା ଛାତ୍ରଛାତ୍ରୀ ମାନେ ବିଶେଷ ଭାବରେ ଉପକୃତ ହେବେ।

କୋଭିଡ ସମୟରେ ସମଗ୍ର ଦେଶରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଥିଲା। ଏହି ସମୟରେ ରାଜ୍ୟରେ ପ୍ରଥମେ ସ୍କୁଲ ଓ ପରେ କଲେଜର ରୂପାନ୍ତରିକରଣ ମାଧ୍ୟମରେ ଶିକ୍ଷା ବ୍ୟବସ୍ଥାକୁ ସଜାଡ଼ିବାକୁ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଏହି କ୍ରମରେ ଏବେ ବିଶ୍ବବିଦ୍ଯାଳୟ ଗୁଡିକର ରୂପାନ୍ତର ପାଇଁ ପଦକ୍ଷେପ ଆରମ୍ଭ ହୋଇଛି।

Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟ ଶାସନ ସଚିବ, 5- ଟି ସଚିବଙ୍କ ସମ୍ବଲପୁର ଗସ୍ତ, ସମୁଲେଇ ପ୍ରକଳ୍ପର ସମୀକ୍ଷା

​ସମ୍ବଲପୁର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଧେଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (5-ଟି ) ଭି. କେ. ପାଣ୍ଡିଆନ ସମ୍ବଲପୁର ଗସ୍ତରେ ଆସି ସମୁଲେଇ ପ୍ରକଳ୍ପର ସମୀକ୍ଷା କରିଛନ୍ତି | ଏହି ଉଚ୍ଚ ସଚିବ ସ୍ତରୀୟ ଟିମରେ ୱାର୍କସ ବିଭାଗର ପ୍ରମୁଖ ସଚିବ ଭି. ଭି ଯାଦବ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର. ଭିନିଲକ୍ରିଷ୍ଣା ସମ୍ବଲପୁର ଆସିଥିଲେ।

​ଏହି ଉଚ୍ଚ ସଚିବ ସ୍ତରୀୟ ଟିମ ସମ୍ବଲପୁରରେ ପହଂଚି ପ୍ରଥମେ ମା ସମୁଲେଇଙ୍କ ଦର୍ଶନ ସହିତ ପ୍ରକଳ୍ପପାଇଁ ବିସ୍ତାପିତ ହେବାକୁ ଥିବା ଅଞ୍ଚଳକୁ ନିରୀକ୍ଷଙ୍କ କରିଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜନବସତି କୁ ସ୍ଥାନାନ୍ତରଣ କରି ଦୁର୍ଗାପାଲି ଠାରେ ନିର୍ମାଣଧୀନ କଲୋନୀ କୁ ଅବସ୍ଥାପିତ କରାଯିବ। ସେଠାରେ ପ୍ରଶାସନ ତରଫରୁ ସମସ୍ତ ପ୍ରକାର ସୁବିଧା ଯୋଗେଇ ଦିଆଯିବ।

ଏହି ପ୍ରକଳ୍ପ ଦ୍ୱାରା ସମ୍ବଲପୁର ଜିଲ୍ଲା ଓଡିଶା ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିବା ସହ ଅର୍ଥନୀତି କ୍ଷେତ୍ରରେ ରେ ସୁଦୃଢ ହେବ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ଅଗଣିତ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ। ମନ୍ଦିର ପାରିପାର୍ଶ ବୁଲିବା ପରେ ଟିମ ଦୁର୍ଗାପାଲି ଗସ୍ତ କରି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେଉଥିବା ବାସିନ୍ଦାଙ୍କ ପାଇଁ ନିର୍ମାଣ କରାଯାଉଥିବା କଲୋନୀ ବୁଲି ଦେଖିଛନ୍ତି। ଏବଂ କାମ ଗୁଡିକ ତୁରନ୍ତ ସାରିବା ସହ ଅନ୍ୟାନ୍ୟ ଅନୁସଙ୍ଗିକ ବ୍ୟବସ୍ଥା ଯଥାଶୀଘ୍ର ସାରିବାକୁ ନିର୍ଦ୍ଧେଶ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ ନିର୍ମାଣ ସ୍ଥଳୀରେ ବିସ୍ଥାପନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ସାରିଛି ଏବଂ ଏପ୍ରିଲ ପ୍ରଥମ ସପ୍ତାହରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ। ଆସନ୍ତା ବର୍ଷ ମଧ୍ୟଭାଗ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ କରାଯିବା ଲକ୍ଷ୍ୟ ରଖାଯାଇଛି।​

​ଏହି ପରିଦର୍ଶନରେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଡ. ସୁରେଶ ଚନ୍ଦ୍ର ଦଳେଇ ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା, ସଦର ଉପଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ସହିତ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଖବରକାଗଜ ହକରମାନଙ୍କୁ ହକ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପାଇଲେ ୬୦୦୦ ଟଙ୍କା ଲେଖାଏଁ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ୍‌ ପ୍ରଦାନ କରିଛନ୍ତି। ସେମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି ।

ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକର ମାନଙ୍କ ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍‌ ପ୍ରସ୍ତୁତ କରାଯାଇ ପଞ୍ଜୀକୃତ କରାଯାଇଛି। ପ୍ରତ୍ୟେକ ପଞ୍ଜୀକୃତ ହକର ୬୦୦୦ ଟଙ୍କା ଲେଖାଏ ସହାୟତା ପାଇଛନ୍ତି । ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି । ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି।

ଏହି ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହକର ମାନେ ହେଉଛନ୍ତି ଖବର କାଗଜ ଓ ପାଠକ ମାନଙ୍କ ମଧ୍ୟରେ ସେତୁ । ଖରା, ବର୍ଷା, ଶୀତ ସବୁ ସମୟରେ ଏପରିକି କୋଭିଡ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟକୁ ଭୁଲି ପାଠକ ମାନଙ୍କୁ ଖବର କାଗଜ ଯୋଗାଇଛନ୍ତି । ଡିଜିଟାଲ ଯୁଗରେ ମଧ୍ୟ ଖବର କାଗଜର ଚାହିଦା କମି ନାହିଁ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ସହାୟତା ସହିତ ହକର ମାନଙ୍କୁ ଅଣସଂଗଠିତ ସାମାଜିକ ସୁରକ୍ଷା ବୋର୍ଡରେ ସାମିଲ କରାଯାଇ ସାହାଯ୍ୟ ପ୍ରଦାନ କରାଯିବ। ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ବଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକର ମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି । ହକର ମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍‌ ନିର୍ମାଣ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ନିର୍ମାଣ କରାଯିବ।

ସୂଚନାଯୋଗ୍ୟ ଯେ ଦୁର୍ଘଟଣାଜନିତ ସଂପର୍ଣ୍ଣ ଅକ୍ଷମତା ଯୋଗୁ ହକର ମାନଙ୍କୁ ଦେଢ ଲକ୍ଷ ଟଙ୍କା, ଉଭୟ ଅଙ୍ଗ ହରାଇଥିବା ହକର ମାନଙ୍କୁ ୮୦ ହଜାର ଓ ଗୋଟିଏ ଅଙ୍ଗ ହରାଇଥିବା ହକର ମାନଙ୍କୁ ୪୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି ।

ଲୋକସେବା ଭବନ କନ୍‌ଭେନସନ ହଲ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ କହିଲେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନେକ ଜନକଲ୍ୟାଣ କାର୍ଯ୍ୟକ୍ରମ କରି ଓଡିଶାରେ ପ୍ରଗତୀର ନୂଆ ଇତିହାସ ଲେଖିଛନ୍ତି । ଆର୍ଥିକ ଦୂରାବସ୍ଥାର ସମ୍ମୁଖୀନ ହେଉଥିବା ହକର ମାନେ ଏହାଦ୍ବାରା ଉପକୃତ ହେବେ ବୋଲି ସେ କହିଥିଲେ । ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ଶ୍ରୀ ମାନସ ମଙ୍ଗରାଜ ଏଥିରେ ଯୋଗ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ସାରା ଦେଶରେ ଅଭିନବ ଓ ଅନନ୍ୟ ।

କାର୍ଯ୍ୟକ୍ରମରେ ଭୁବନେଶ୍ବରରୁ ଶ୍ରୀ ଗୋବର୍ଦ୍ଧନ ଦାସ, କଟକରୁ ରତ୍ନାକର ପ୍ରଧାନ, ସମ୍ବଲପୁରରୁ କୃଷ୍ଣଚନ୍ଦ୍ର ନାଥ ଓ ବ୍ରହ୍ମପୁରରୁ ଶ୍ରୀ ସନ୍ତୋଷ ପାଣିଗ୍ରାହୀ ପ୍ରମୁଖ ହକରମାନେ ସେମାନଙ୍କର ଅନୁଭବ ବ୍ୟକ୍ତ କରି କହିଥିଲେ ଯେ ଆମେ ହକର ଭାଇମାନେ ଅନେକ ଅର୍ଥାଭାବର ସମ୍ମୁଖୀନ ହୋଇଛୁ । ମୁଖ୍ୟମନ୍ତ୍ରୀ ଆମ ଦୁଃଖ ବୁଝିଥିବାରୁ ଆମେ ହୃଦୟରୁ ତାଙ୍କ ପ୍ରତି ଆମର କୃତଜ୍ଞତା ପ୍ରକାଶ କରୁଛୁ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ, ବିଧାୟକଗଣ, ଜିଲ୍ଲାପାଳ, ସୂଚନା ଓ ଲୋକସଂପର୍କ ଅଧିକାରୀ ଓ ହକର ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

କଟକ ତାଳଦଣ୍ଡା କେନାଲ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର,  ଆଜି ମୁଖ୍ୟମନ୍ତ୍ରୀ କଟକ ଗସ୍ତ କରି ଏସସିବି ମେଡିକାଲରେ ନଅ ଟି ଏକମୋ ମେସିନର ଉଦଘାଟନ କରିଛନ୍ତି। ସେଠାରୁ ଫେରିବା ବାଟରେ ମୁଖ୍ୟମନ୍ତ୍ରୀ ତାଳଦଣ୍ଡା କେନାଲ ଓ ଏହାର ଦୁଇପାର୍ଶ୍ବର ସୌନ୍ଦର୍ଯ୍ୟକରଣ ବ୍ୟବସ୍ଥା ବୁଲି ଦେଖିଥିଲେ। ଏହାର ବିକାଶ କାମକୁ ନେଇ ନବୀନ ସନ୍ତୋଷ ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ ପାଣ୍ଡିଆନ ତାଳଦଣ୍ଡା କେନାଲର ସୌନ୍ଦର୍ଯ୍ୟକରଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟଯୋଗାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ବିଧାୟକଗଣ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।