ନୂଆଦିଲ୍ଲୀ: ନିର୍ବାଚନ ଫଳାଫଳ ପରେ ପଶ୍ଚିମବଙ୍ଗରେ ହିଂସା କମିବାର ନାଁ ଧରୁନି। ବର୍ତ୍ତମାନ କେନ୍ଦ୍ର ମନ୍ତ୍ରୀ ଭି. ମୁରଲୀଧରନଙ୍କ ଉପରକୁ ମେଦିନୀପୁରରେ ଆକ୍ରମଣ ହୋଇଥିବା ଖବର ମିଳିଛି। ଏହି ଆକ୍ରମଣରେ କେନ୍ଦ୍ରମନ୍ତ୍ରୀଙ୍କ ଗାଡି କ୍ଷତିଗ୍ରସ୍ତ ହୋଇଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣର ଏକ ଭିଡିଓ ମଧ୍ୟ ସାମାଜିକ ଗଣମାଧ୍ୟମରେ ଘୁରି ବୁଲୁଛି।
TMC goons attacked my convoy in West Midnapore, broken windows, attacked personal staff. Cutting short my trip. #BengalBurning @BJP4Bengal @BJP4India @narendramodi @JPNadda @AmitShah @DilipGhoshBJP @RahulSinhaBJP pic.twitter.com/b0HKhhx0L1
— V Muraleedharan (@VMBJP) May 6, 2021
ତେବେ ଆକ୍ରମଣର ଏକ ଭିଡିଓକୁ ନିଜେ କେନ୍ଦ୍ର ମନ୍ତ୍ରୀ ମୁରଲୀଧରନ ଟ୍ବିଟରରେ ସେୟାର କରିଛନ୍ତି। ଟିଏମସି କର୍ମୀ ଏହି ଆକ୍ରମଣ କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଅଭିଯୋଗ କରିଛନ୍ତି।