Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଓଡିଶାରୁ ଚାଲିଗଲା ମୌସୁମୀ, ଅଳ୍ପ କେତୋଟି ଜିଲ୍ଲା ରହିଛି ପ୍ରଭାବ

ଭୁବନେଶ୍ବର: ଶେଷରେ ଓଡିଶାବାସୀଙ୍କୁ ସୁଖଦୁଃଖରେ ଭସାଇ ବିଦାୟ ନେଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏ ନେଇ ଘୋଷଣା କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ସୂଚନା ଅନୁସାରେ ଅଳ୍ପ କେତୋଟି ଜିଲ୍ଲାରେ ମୌସୁମୀର ପ୍ରଭାବ ଆଉ କିଛି ଦିନ ପାଇଁ ରହିବ। ଏହାପରେ ସଂପୂର୍ଣ୍ଣ ଭାବେ ଓଡିଶାରୁ ବିଦାୟ ନେବ।

ପାଣିପାଗ ବିଭାଗ ଅନୁସାରେ ମୌସୁମୀ ବାୟୁ ସୁନ୍ଦରଗଡ, ଝାରସୁଗୁଡା, କେଉଁଝର, ଦେଓଗଡ, ସମ୍ବଲପୁର, ବରଗଡ, ବଲଙ୍ଗିର, ସୋନପୁର, ଅନୁଗୁଳ, ଢେଙ୍କାନାଲ, ବୌଦ୍ଧ, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, କଟକ, ନୟାଗଡ ଜିଲ୍ଲାରୁ ଆଜି ମୌସୁମୀ ବାଦୟ ନେଇଛି। ଅନ୍ୟ ଜିଲ୍ଲାରୁ ଖୁବ ଶିଘ୍ର ମୌସୁମୀ ବିଦାୟ ନେବ ବୋଲି ପାଣିପାଗି ବିଭାଗ କହିଛି।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଘୂର୍ଣ୍ଣିବଳୟ, ୧୮ ତାରିଖ ବେଳକୁ ପୁଣି ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତା ୧୮ ସେପ୍ଟେମ୍ବର ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଆଗୁଆ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ଏହା ଦ୍ବାରା ଆସନ୍ତା ୧୮ ସେପ୍ଟେମ୍ବର ବେଳକୁ ରାଜ୍ୟରେ ପୁଣି ବର୍ଷା ବଢିବ ବୋଲି କୁହାଯାଇଛି।

ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଏକ ସୁଦୃଶଃ-ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଦ୍ବାରା ମଧ୍ୟ କେତେକ ସ୍ଥାନରେ ଅଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଓଡିଶାରେ ପହଞ୍ଚିଲା ଦକ୍ଷିଣ ପଶ୍ଚିମ ବାୟୁ: ଆଗାମୀ ୪ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡିଶା ଉପକୂଳ ଛୁଇଁଛି। ଆଗାମୀ ୪୮ ଘଣ୍ଟା ଭିତରେ ସାରା ରାଜ୍ୟରେ ମୌସୁମୀ ସକ୍ରିୟ ହେବ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଚଳିତ ବର୍ଷ ମୌସୁମୀ ଓଡିଶାରେ ପହଞ୍ଚିଛି। ଓଡିଶାରେ ୧୦ ତାରିଖରୁ ୧୪ ତାରିଖ ଭିତରେ ମୌସୁମୀ ଛୁଇଁବ ବୋଲି ପୂର୍ବରୁ ପାଣିପାଗ କେନ୍ଦ୍ର ଆକଳନ କରିଥିଲା।

ତେବେ ଆଜିଠାରୁ ଆସନ୍ତା ୧୪ ତାରିଖ ଯାଏଁ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଅନୁମାନ କରିଛି । ପ୍ରବଳ ବର୍ଷା ଯୋଗୁଁ ରାଜ୍ୟରେ ବନ୍ୟା ପରିସ୍ଥିତି ଏବଂ ଭୁସ୍ଖଳନ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ସତର୍କ କରିଛି।