Categories
ଜାତୀୟ ଖବର ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡର ହେଲା ନୂଆ ନାମ, ଜାଣନ୍ତୁ କଣ

ଭୁବନେଶ୍ବର: ଭାରତୀୟ ସମ୍ବିଧାନ ର ଜନକ ତଥା ସାମାଜିକ ନ୍ୟାୟ ର ମହାନ୍ ପ୍ରବକ୍ତା ଡକ୍ଟର ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵର ବରମୁଣ୍ଡାର ନବନିର୍ମିତ ବସ ଷ୍ଟାଣ୍ଡ ନା।

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଏହା ପ୍ରକାଶ କରିବା ସହ ଡକ୍ଟର ଆମ୍ବେଦକରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏବେ ବରମୁଣ୍ଡା ବସଷ୍ଟାଣ୍ଡ ବାବା ସାହେବ ଭୀମ ରାଓ ଆମ୍ବେଦକର ବସ ଟର୍ମିନାଲ ଭାବରେ ପରିଚିତ ହେବ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଡକ୍ଟର ଆମ୍ବେଦକର ଜଣ ଦୂରଦର୍ଶୀ ନେତା ସମର୍ପିତ ସମାଜ ସଂସ୍କାରକ ଥିଲେ। ସମାଜର ଦଳିତ ନିଷ୍ପେଶିତଙ୍କ ପାଇଁ ସେ ଥିଲେ ଆଶାର ଆଲୋକ। ଏକ ନ୍ୟାୟ ପୂର୍ଣ ସମାଜ ଗଠନ ପାଇଁ ସେ ସାରା ଜୀବନ କାମ କରି ଯାଇଛନ୍ତି।

ଦେଶ ଗଠନରେ ତାଙ୍କର ମହାନ୍ ଅବଦାନ ଓ ଆଦର୍ଶ ବିଷୟରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଡକ୍ଟର ବାବାସାହେବ ଆମ୍ବେଦକର ବସଷ୍ଟାଣ୍ଡ ରେ 900 ବର୍ଗ ଫୁଟ ଅଞ୍ଚଳରେ ଏକ ସ୍ଵତନ୍ତ୍ର ଗ୍ୟାଲେରୀ ନିର୍ମାଣ କରାଯିବ। ଡିଜିଟାଲ ଜ୍ଞାନକୌଶଳ ବ୍ୟବହାର ଜରିଆରେ ଡକ୍ଟର ଆମ୍ବେଦକରଙ୍କ ଜୀବନୀ ଓ ଆଦର୍ଶ କୁ ଏଠାରେ ସୁନ୍ଦର ଭାବରେ ଉପସ୍ଥାପିତ କରାଯିବ।

ଭାରତୀୟ ସମ୍ବିଧାନ ର ଏକ ନକଲ ସହିତ ବାବା ସାହେବ ଦ୍ଵାରା ବ୍ୟବହୃତ ବିଭିନ୍ନ ଜିନିଷ ମଧ୍ଯ ଏଠାରେ ପ୍ରଦର୍ଶିତ ହେବ। 15.5 ଏକର ପରିମିତ ଜମିରେ ନିର୍ମିତ ଏହି ବସଷ୍ଟାଣ୍ଡ ଦୈନିକ ତିରିଶ ହଜାର ଯାତ୍ରୀଙ୍କ ପରିବହନ ର ମୁଖ୍ୟ ମାଧ୍ୟମ ହେବ। ଏହାକୁ ଦୃଷ୍ଟିରେ ରଖି ଏଠାରେ ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗ ର ବିକାଶ କରାଯିବା ସହ ନିରାପତ୍ତା ପ୍ରତି ମଧ୍ୟ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି।