Categories
ଆଜିର ଖବର ରାଜ୍ୟ ଖବର

ଓଡ଼ିଶାରେ ‘ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ବିଗତ ବର୍ଷ ମାନଙ୍କରେ ରେଳବାଇ କ୍ଷେତ୍ରରେ ଓଡ଼ିଶାକୁ ପୂର୍ବରୁ କରାଯାଇଥିବା ଅଣଦେଖା ମୋଦି ସରକାରରେ ଦୂର ହୋଇଛି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରରେ ଅମୃତକାଳରେ ଯାତ୍ରୀ ସୁବିଧା ବଢିବା ସହ ଓଡ଼ିଶାର ରେଳବାଇର ବ୍ୟାପକ ଉନ୍ନତି ହେଉଛି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ରବିବାର ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଓଡ଼ିଶାର ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ସମେତ ଦେଶରେ ୯ଟି ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ପ୍ରଧାନ ଏହା କହିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ଆଜି ସମଗ୍ର ଭାରତବର୍ଷ ଓ ଓଡ଼ିଶା ପାଇଁ ଏକ ଗୌରବର ଦିନ । ପ୍ରଧାନମନ୍ତ୍ରୀଙ୍କ କରକମଳରେ ଓଡ଼ିଶାର ସାଂସ୍କୃତିକ ରାଜଧାନୀ ଶ୍ରୀଜଗନ୍ନାଥ ପୁରୀରୁ ଭୁବନେଶ୍ୱର ଦେଇ ଇସ୍ପାତ ନଗରୀ ରାଉରକେଲା ପର୍ଯ୍ୟନ୍ତ ‘ବନ୍ଦେ ଭାରତ ଟ୍ରେନ’ର ଚଳାଚଳ ଶୁଭାରମ୍ଭ ହୋଇଛି । ଏହା ଖୁସିର ବିଷୟ ।  ଓଡ଼ିଶା ଏବଂ ଦେଶରେ ଯାତ୍ରୀ ସୁବିଧାକୁ ପ୍ରାଥମିକତା ଦେଇଥିବାରୁ ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁଧନ୍ୟବାଦ ଜଣାଇବା ସହ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ  ପ୍ରଥମ ପର୍ଯ୍ୟାୟରେ ବନ୍ଦେ ଭାରତ ଦେଶର ପ୍ରାୟ ସବୁ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳରେ ଚଳାଚଳ ହେଲା । ଏବେ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟରେ ଧୀରେ ଧୀରେ ଦ୍ୱିତୀୟ ବନ୍ଦେ ଭାରତ ଟ୍ରେନ ଚଳାଚଳ ହେଉଛି ।

ଆଜି ପ୍ରଧାନମନ୍ତ୍ରୀ ମୋଦି ଦେଶରେ ୧୧ ରାଜ୍ୟକୁ ଯୋଡୁଥିବା ୯ଟି ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିଛନ୍ତି । ବନ୍ଦେ ଭାରତ ଏକ୍ସପ୍ରେସ ନୂଆ ଭାରତର ସାମର୍ଥ୍ୟ, ସମ୍ଭାବନା ଏବଂ ସଂକଳ୍ପର ପ୍ରତୀକ’ । ଶୁଭାରମ୍ଭ ହୋଇଥିବା ଦ୍ୱିତୀୟ ବନ୍ଦେ ଭାରତ ଟ୍ରେନ୍ ରାଉରକେଲା, ଝାରସୁଗୁଡା, ରେଢ଼ାଖୋଲ, ସମ୍ବଲପୁର, ଅନୁଗୋଳ, ତାଳଚେର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଭୁବନେଶ୍ଵର ଦେଇ ପୁରୀ ଯାତାୟତ କରିବ । ଏହା ଦ୍ୱାରା ପୁରୀ ଓ ସମ୍ବଲପୁରରେ ଧାର୍ମିକ ପର୍ଯ୍ୟଟନରେ ଅଭିବୃଦ୍ଧି ହେବା ସହ ଆର୍ଥିକ ବିକାଶ ହେବ ଏବଂ ବ୍ୟବସାୟର ସୁଯୋଗ ବୃଦ୍ଧି ହେବ ।

ରେଳ ଦୂରତାକୁ କମାଇଥାଏ । ମହାତ୍ମା ଗାନ୍ଧି ରେଳରେ ବୁଲି ଦେଶରେ ଜାଗରଣ ତିଆରି କରିଥିଲେ । ଏକବିଂଶ ଶତାବ୍ଦୀରେ ଅମୃତ କାଳର ପିଢି ତିଆରି କଲାବେଳେ ବୁଲେଟ ଟ୍ରେନ୍ କଲା ଭଳି ଓଡ଼ିଶାରେ ଟ୍ରେନ୍ ଚଳାଚଳ ହେଉଛି । ପୂର୍ବରୁ ଗତ ମଇ ମାସରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଥମେ ପୁରୀ-ହାଓ୍ୱଡ଼ା ବନ୍ଦେ ଭାରତ ଟ୍ରେନର ଲୋକାର୍ପଣ ହୋଇଥିବା ବେଳେ କମ୍ ସମୟର ବ୍ୟବଧାନରେ ପୁରୀ- ଭୁବନେଶ୍ୱର- ରାଉରକେଲା ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ  ଓଡ଼ିଶାରେ ତୃତୀୟ ବନ୍ଦେ ଭାରତ ଟ୍ରେନର ଯୋଜନା ଆରମ୍ଭ ହେଲେ ଉକ୍ତ ଟ୍ରେନକୁ ପୁରୀରୁ ଭାୟା ସମ୍ବଲପୁର, ବରଗଡ଼, କଳାହାଣ୍ଡି, ନୂଆପଡା ଦେଇ ରାୟପୁର ପର୍ଯ୍ୟନ୍ତ ଚଳାଚଳ କରିବା ପାଇଁ ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ପୂର୍ବରୁ ଓଡ଼ିଶାରେ ରେଳ କହିଲେ ଖୋର୍ଦ୍ଧାକୁ ବୁଝାଯାଉଥିଲା । ପୂର୍ବ ସରକାରରେ ଓଡ଼ିଶାରେ ରେଳ ଅନୁଦାନ ବର୍ଷକୁ ହଜାର କୋଟି ଟଙ୍କା ଆସୁନଥିବା ବେଳେ ଆଜି ମୋଦି ସରକାରରେ ବିନା ଦାବିରେ ରେକର୍ଡସଂଖ୍ୟକ ରେଳ ଅନୁଦାନ ଆସୁଛି । ଓଡ଼ିଶାର ପୁରୀ, କଟକ, ଚାଳଚେର ରୋଡ, ରାଉରକେଲା, ବାଲେଶ୍ୱର, ସମ୍ବଲପୁର, ଭଦ୍ରକ, ବ୍ରହ୍ମପୁର ସମେତ ୫୭ଟି ରେଳ ଷ୍ଟେସନକୁ ନବୀକରଣ କରିବାର କାମ ଚାଲୁରହିଛି । ସବୁ ରେଳ ଲାଇନର ଶତପ୍ରତିଶତ ବିଦ୍ୟୁତିକରଣ ହୋଇଛି । ନୂଆ ନୂଆ ରେଳ ଲାଇନ ହେଉଛି । ଯାଜପୁର ରୋଡରୁ ଧାମରା, ଦେବଗଡର ବାରକୋଟରୁ କୁଚିଣ୍ଡା ସବଡିଭିଜନ ଦେଇ ଝାରସୁଗୁଡା ପର୍ଯ୍ୟନ୍ତ ରେଳଲାଇନ ପାଇଁ ସର୍ଭେ କରିବାକୁ ଅର୍ଥ ମଞ୍ଜୁର ହୋଇଛି । ଓଡ଼ିଶାର ସବୁ ସ୍ଥାନରେ ରେଳ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଭାରତ ସରକାର ପ୍ରତିବଦ୍ଧ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଏହି ଅବସରରେ ଶ୍ରୀ ପ୍ରଧାନ ଲୋକାର୍ପିତ ବନ୍ଦେ ଭାରତ ଟ୍ରେନରେ ଭୁବନେଶ୍ୱରରୁ ଅନୁଗୁଳ ପର୍ଯ୍ୟନ୍ତ ଯାତ୍ରା କରିଥିଲେ । ଛାତ୍ରଛାତ୍ରୀ ଏବଂ ଯାତ୍ରୀଙ୍କ ଠାରୁ ବନ୍ଦେ ଭାରତ ଟ୍ରେନ ଯାତ୍ରାର ଅନୁଭୂତି ବୁଝିଥିଲେ । କେନ୍ଦ୍ରମନ୍ତ୍ରୀଙ୍କୁ କଟକ, ଢେଙ୍କାନାଳ, ଅନୁଗୋଳ ସମେତ ବିଭିନ୍ନ ରେଳ ଷ୍ଟେସନ ଠାରେ ସ୍ୱାଗତ କରାଯାଇଥିଲା ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆଜି ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ଆଜି ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଓଡ଼ିଶାବାସୀଙ୍କ ପାଇଁ ପୁରୀ-ରାଉରକେଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିବେ।

ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଧର୍ମେନ୍ଦ୍ର ପ୍ରଧାନ ଏବଂ ଉଦ୍ୟମଶୀଳତା ମନ୍ତ୍ରୀ ଅନ୍ୟ ସାଂସଦ ତଥା ବିଧାୟକଙ୍କ ସହ ଭୁବନେଶ୍ୱର ଠାରେ ଉପସ୍ଥିତ ରହି ଏହି କାର୍ଯ୍ୟକୁ ଅନୁଗୃହୀତ୍ତ କରିବେ।

ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀର ପବିତ୍ର ସହର ପ୍ରଭୁ ଜଗନ୍ନାଥଙ୍କ ବାସସ୍ଥାନକୁ ଇସ୍ପାତ ନଗରୀ ରାଉରକେଲା (ଓଡ଼ିଶାର ଇଣ୍ଡଷ୍ଟ୍ରିଆଲ୍ ରାଜଧାନୀ) ସହିତ ସଂଯୋଗ କରିବ ଏବଂ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର, ଅନଗୁଳ ଠାରେ ଥିବା ଇଣ୍ଡଷ୍ଟ୍ରିଆଲ୍ ଏରିଆ ଏବଂ ଝାରସୁଗୁଡା ସହିତ ସଂଯୋଗ କରିବ। ଏହି ପ୍ରିମିୟମ୍ ସେବା ପୁରୀ-ରାଉରକେଲା ମଧ୍ୟରେ ଦ୍ରୁତତମ ରେଳ ସଂଯୋଗ ପ୍ରଦାନ କରିବ ଏବଂ ଶନିବାର ବ୍ୟତୀତ ସପ୍ତାହରେ ଛଅ ଦିନ ଚାଲିବ।

ଏହି ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ରାଉରକେଲା ପର୍ଯ୍ୟନ୍ତ 7 ଘଣ୍ଟା 45 ମିନିଟରେ 505 କିଲୋମିଟର ଦୂରତା ଅତିକ୍ରମ କରିବ। ଟ୍ରେନ୍ ସଂଖ୍ୟା 20836 ପୁରୀ- ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ 05.00 ଘଣ୍ଟାରେ ଯାତ୍ରା ଆରମ୍ଭ କରିବ ଏବଂ ସେହି ଦିନ 12: 45 ରେ ରାଉରକେଲାରେ ପହଞ୍ଚିବ। ପ୍ରତ୍ୟାବର୍ତ୍ତନ ଦିଗରେ, 20835 ରାଉରକେଲା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ 14:10 ଘଣ୍ଟାରେ ରାଉରକେଲା ଛାଡି ସେହି ଦିନ 21.40 ଘଣ୍ଟାରେ ପୁରୀରେ ପହଞ୍ଚିବ। ଏହି ଟ୍ରେନଟି ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢ଼େଙ୍କାନାଳ, ତାଳଚେର ରୋଡ, ଅନଗୁଳ, ରେଢ଼ାଖୋଲ, ସମ୍ବଲପୁର ସହର ଏବଂ ଝାରସୁଗୁଡା ଷ୍ଟେସନ ମାନଙ୍କରେ ରହିବ।

ଏହି ବନ୍ଦେ ଭାରତ ସେବା ପୁରୀ-ରାଉରକେଲା ମଧ୍ୟରେ ଚାଲୁଥିବା ଅନ୍ୟାନ ଟ୍ରେନ ମାନଙ୍କ ତୁଳନାରେ ହାରାହାରି ଯାତ୍ରା ସମୟକୁ ଯଥେଷ୍ଟ ହ୍ରାସ କରିବ। ପୁରୀ-ଯୋଗ ନାଗରୀ ଋଷିକେଶ ଏକ୍ସପ୍ରେସ 11.50 ଘଣ୍ଟା ନେଇଥାଏ ଏବଂ ପୁରୀ-ହାଟିଆ ତପସ୍ୱିନି ଏକ୍ସପ୍ରେସ 10.25 ଘଣ୍ଟା ନେଇଥାଏ ଯାହାକି ଏହି ମାର୍ଗରେ ଦ୍ରୁତତମ ଟ୍ରେନ୍ ଅଟେ।

ଏହି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନରେ ଯାତ୍ରୀମାନଙ୍କ ଆରାମ ପାଇଁ ଅଧିକ ଉନ୍ନତ ତଥା ଆରାମଦାୟକ ସୁବିଧା ଵିଶେଶ୍ୱତଃ ରହିଛି। ଯାତ୍ରୀମାନଙ୍କଠାରୁ ନିଆଯାଇଥିବା ମତାମତକୁ ଆଧାର କରି ଏହି ଵିଶେଶ୍ୱତଃ ଗୁଡିକ ନୂତନ ଭାବରେ ଏହି ଟ୍ରେନରେ ପ୍ରାବଧାନ କରାଯାଇଛି।

ଏହା ଉପକୂଳ, ମଧ୍ୟ ଏବଂ ପଶ୍ଚିମ ଓଡିଶାର ଜିଲ୍ଲା ଗୁଡିକୁ ସଂଯୋଗ କରିବା ସହ ଉପକୂଳ ଏବଂ ପଶ୍ଚିମ ଓଡିଶା ଅଞ୍ଚଳର ଲୋକଙ୍କ ବିଳାସପୂର୍ଣ୍ଣ, ଆରାମଦାୟକ, ସୁଗମ, ନିରାପଦ ଟ୍ରେନ୍ ଯାତ୍ରା କରିବାର ସ୍ୱପ୍ନକୁ ପୂରଣ କରିବ। ଏହି ଟ୍ରେନ୍ ପୁରୀ ଏବଂ ରାଉରକେଲା ମଧ୍ୟରେ ଯାତ୍ରା ସମୟ ହ୍ରାସ କରିବାସହ ତୀର୍ଥଯାତ୍ରୀ, ବ୍ୟବସାୟୀ, ଛାତ୍ର ଏବଂ ପର୍ଯ୍ୟଟକଙ୍କୁ ବହୁଳ ଭାବରେ ଉପକୃତ କରିବ।

Categories
ଆଜିର ଖବର ରାଜ୍ୟ ଖବର

ପୂର୍ବତଟ ରେଳପଥର ମହା ପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଲ ଷ୍ଟେସନ୍ ନିରୀକ୍ଷଣ

ଭୁବନେଶ୍ବର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପ ନାରାୟଣ ସୁନକର ଆଜି ଭୁବନେଶ୍ୱର ରେଳ ଷ୍ଟେସନର ନିରୀକ୍ଷଣ କରିଛନ୍ତି ଏବଂ ଭୁବନେଶ୍ୱରରୁ ତାଲଚର ପର୍ଯ୍ୟନ୍ତ (ଅନଗୁଳ ମଧ୍ୟ ଦେଇ) ୱିଣ୍ଡୋ ଟ୍ରେଲିଂ ନିରୀକ୍ଷଣ କରିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା ମଧ୍ୟ କରିଛନ୍ତି।

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓଡିଶାକୁ ବିଶେଷ ଧ୍ୟାନ ଦେଉଛନ୍ତି ଏବଂ ଓଡିଶାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ତାଙ୍କ ନିରନ୍ତର ତଦାରଖ ଏବଂ ପ୍ରାଥମିକତା ଅଧୀନରେ ରହିଛି। ମାନ୍ୟବର ରେଳମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଶ୍ରୀ ସୁନକର ଆଜି ଭୁବନେଶ୍ୱର ରେଳ ଷ୍ଟେସନର ବିସ୍ତୃତ ଚଳପ୍ରଚଳ ସ୍ଥାନ, ଟିକେଟ ସଂରକ୍ଷଣ କେନ୍ଦ୍ର, ଷ୍ଟେସନ ଏବଂ ପ୍ଲାଟଫର୍ମରେ ଉପଲବ୍ଧ ବିଭିନ୍ନ ଯାତ୍ରୀ ସୁବିଧା ଗୁଡିକର ଯାଞ୍ଚ କରିଛନ୍ତି। ମହା ପ୍ରବନ୍ଧକ ପ୍ରସ୍ତାବିତ ନୂତନ ଷ୍ଟେସନ୍ ବିଲ୍ଡିଂର ଡିଜାଇନର ସମୀକ୍ଷା କରିବା ସହ ବିଭିନ୍ନ କାର୍ଯ୍ୟର ଅଗ୍ରଗତି ବିଷୟରେ ପଚାରି ବୁଝିଥିଲେ।

ସେ ମଧ୍ୟ ଭୁବନେଶ୍ୱରରୁ ତାଲଚେରକୁ (ଭାୟା ଅନଗୁଳ) ଦେଇ ୱିଣ୍ଡୋ ଟ୍ରେଲିଂ ନିରୀକ୍ଷଣ କରିବା ସହ ତାଲଚେର ଅଞ୍ଚଳରେ ଥିବା ବିଭିନ୍ନ ସାଇଡିଙ୍ଗର ମଧ୍ୟ ନିରୀକ୍ଷଣ କରିଥିଲେ। ଯାଞ୍ଚ ସମୟରେ ସେ ବିଭିନ୍ନ ଜନ ସଂଗଠନ ଦ୍ୱାରା ଦିଆଯାଇଥିବା ସ୍ମାରକପତ୍ର ଗ୍ରହଣ କରିଥିଲେ ଏବଂ ଅଭିଯୋଗଗୁଡିକର ଶୀଘ୍ର ସମାଧାନ ପାଇଁ ଆଶ୍ୱାସନା ଦେଇଥିଲେ।

ଭୁବନେଶ୍ୱର ରେଳ ଷ୍ଟେସନ ନିରୀକ୍ଷଣ ସମୟରେ ଶ୍ରୀ ସୁନକର ଯାତ୍ରୀ ମାନଙ୍କୁ ଦିଆଯାଉଥିବା ମୌଳିକ ସୁବିଧା ତଥା ଆବଶ୍ୟକତା ଗୁଡିକ ଯେପରି ଯାତ୍ରୀମାନଙ୍କୁ ସହାୟକ ହୋଇପାରିବ ସେଥିପ୍ରତି ଧ୍ୟାନଦେବାକୁ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ଶୀଘ୍ର ସମାପ୍ତି ପାଇଁ ଧ୍ୟାନ ଦେବାକୁ ସେ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଯାତ୍ରୀ ମାନଙ୍କ ସୁବିଧା ପାଇଁ ଆବଶ୍ୟକ କରୁଥିବା ବିସ୍ତୃତ ଚଳପ୍ରଚଳ ସ୍ଥାନ, କନକୋର୍ସ, ପ୍ଲାଟଫର୍ମ, ଆଲୋକିକରଣ, ଯାତ୍ରୀ ପ୍ରତୀକ୍ଷା କକ୍ଷ, ଶୌଚଳାୟ, ଏସ୍କାଲେଟର, ଲିଫ୍ଟ ଇତ୍ୟାଦି ଗୁଡିକର ଉପଲବ୍ଧି ଉପରେ ପ୍ରଥମିକତା ଦେବାକୁ ସେ ଅଧିକାରୀମାନଙ୍କୁ କହିଥିଲେ।

ଏହି ନିରୀକ୍ଷଣ ସମୟରେ ମହାପ୍ରବନ୍ଧଙ୍କକ ସହିତ ଖୋର୍ଦ୍ଧା ରୋଡ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ରିଙ୍କେଶ ରାୟଙ୍କ ସମେତ ମୁଖ୍ୟାଳୟ ଓ ରେଳମଣ୍ଡଳର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଉଦ୍ଘାଟନ ହେବ ଭାରତର ପ୍ରଥମ ଆଲୁମୁନିୟମ ପଣ୍ୟବାହୀ ଟ୍ରେନ ରେକ

ଭୁବନେଶ୍ଵର: ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ ଆଜି ଓଡିଶା ଗସ୍ତ କରୁଛନ୍ତି।

ତାଙ୍କ ଗସ୍ତ ସମୟରେ ଶ୍ରୀ ବୈଷ୍ଣବ ମଧ୍ୟାହ୍ନରେ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଭାରତର ପ୍ରଥମ ଆଲୁମୁନିୟମ ପଣ୍ୟବାହୀ (BOBRNALHSM1) ଟ୍ରେନ (ୱାଗନ) ରେକକୁ ଉଦ୍ଘାଟନ କରିବେ।

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ପୂର୍ବତଟ ରେଳପଥ ମୁଖ୍ୟାଳୟ ରେଳ ସଦନ ଠାରେ ରେଳବାଇ ମହାପ୍ରବନ୍ଧକ ଓ ଅନ୍ୟ ଅଧିକାରୀମାନଙ୍କ ସହିତ ଓଡ଼ିଶାରେ ଚାଲୁରହିଥିବା ରେଳ ପ୍ରକଳ୍ପ ଗୁଡିକର ସମୀକ୍ଷା କରିବେ।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ୱର ରେଳ ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ୍ ଳାଇନଚ୍ୟୁତ, ଅନେକ ଗାଡି ପ୍ରଭାବିତ

ଭୁବନେଶ୍ୱର: ଗତକାଲି ରାତିରେ ଭୁବନେଶ୍ୱର ରେଳ ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ମାଲବାହୀ ଟ୍ରେନ୍ ର ପାଞ୍ଚଟି କୋଚ୍ ଳାଇନଚ୍ୟୁତ ହୋଇଛି। ତେବେ ଏହି ଦୁର୍ଘଟଣାରେ ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହୋଇ ନାହିଁ। କିନ୍ତୁ ଏହା ଯୋଗୁଁ ରେଳ ମାର୍ଗରେ ରେଳ ଚଳାଚଳ ଆଂଶିକ ପ୍ରଭାବିତ ହୋଇଛି।

ସୂଚନାନୁସାରେ, କୁହାଯାଉଛି ଯେ ଏହି ଦୁର୍ଘଟଣା ରାତି ପ୍ରାୟ ୮.୩୫ ସମୟରେ ଘଟିଥିଲା। ଯେତେବେଳେ ଟ୍ରେନ୍ ଚକ୍ରଧରପୁର ଡିଭିଜନରୁ ଭୁବନେଶ୍ୱର ଏବଂ କଟକ ଦେଇ ବିଜୟାନଗରମକୁ ଯାଉଥିଲା।