Categories
ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ମଦ ବ୍ୟବସାୟୀଙ୍କ ଜବତ ଟଙ୍କାକୁ ନେଇ ଓଡିଶା ରାଜନୀତିରେ ଝଡ, ବିଜେଡି କଲା ସାଂଘାତିକ ଅଭିଯୋଗ

ଭୁବନେଶ୍ବର: ଓଡିଶା ଓ ଝାଡଖଣ୍ଡ ମଦ ବ୍ୟବସାୟୀଙ୍କ ଘରୁ ବିପୁଳ ପରିମାଣର ଟଙ୍କା ମିଳିବା ପରେ ବର୍ତ୍ତମାନ ଓଡିଶା ରାଜନୀତିରେ ସୃଷ୍ଟି ହୋଇଛି ଝଡ। ଏତେ ଟଙ୍କା ସଂପୃକ୍ତ ବ୍ୟବସାୟୀଙ୍କ ବ୍ୟବସାୟରୁ ଆସିଛି ନା ତାହା ଆଉ କାହାର। ଏହାକୁ ନେଇ ଉଭୟ ବିଜେଡି ଓ ବିଜେପି ମଧ୍ୟରେ କାଦୁଅ ଫିଙ୍ଗା ଚାଲିଛି। ତେବେ ଝାଡଖଣ୍ଡର ଜଣେ କଂଗ୍ରେସ ସାଂସଦଙ୍କ ଭାଇଙ୍କର ଏହି ମଦ ବ୍ୟବସାୟ ହୋଇଥିବାରୁ ଓଡିଶା କଂଗ୍ରେସ ଚୁପ ରହିଛି।

ପ୍ରଥମେ ଏହି ମଦ ବ୍ୟବସାୟୀଙ୍କ ଜବତ ଟଙ୍କା ବିଜେଡିର ବୋଲି ବିଜେପି ଏକ ସାମ୍ବାଦିକ ସମ୍ମିଳନୀ କରି ପରୋକ୍ଷରେ ସୂଚନା ଦେଇଛି। ଦଳର ମୁଖପାତ୍ର ମନୋଜ ମହାପାତ୍ର ଏହି ସାମ୍ବାଦିକ ସମ୍ମିଳନୀରେ ବଲାଙ୍ଗୀର ନେତ୍ରୀ ତଥା ମନ୍ତ୍ରୀ ଟୁକୁନି ସାହୁଙ୍କୁ ଟାର୍ଗେଟ କରିଛି। ମନୋଜ ଟୁକୁନୀ ସାହୁଙ୍କ ସହିତ ସେହି ବ୍ୟବସାୟୀ ବସିଥିବାର ଫଟୋ ଦେଖାଇଛନ୍ତି। ସିଧା ବିଜେଡିକୁ ଟାର୍ଗେଟ କରି ସେ କହିଛନ୍ତି ଯେ, ଏହି ଟଙ୍କା ବିଜେଡି ଆଗୁଆ ନିର୍ବାଚନ କରି ଖର୍ଚ୍ଚ କରିବା ପାଇଁ ମଦ ବ୍ୟବସାୟୀଙ୍କ ପାଖରେ ଗଚ୍ଛିତ ରଖିଥିଲା।

ମନୋଜ କହିଛନ୍ତି ଯେ, ବଲାଙ୍ଗୀର, ବରଗଡ ଏବଂ ସମ୍ବଲପୁରର ବିଜେଡି ନେତା ଏଥିରେ ସଂପୃକ୍ତି ରହିଛି। ହେଲେ ବିଜେଡି ଏହାକୁ ସଂପୂର୍ଣ୍ଣ ଖଣ୍ଡନ କରଛି। ଦଳର ମୁଖପାତ୍ର ଇପିସ୍ସିତା ସାହୁ ଏକ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ, ବିଜେପି ମିଛ କହୁଛି। ସେ କହିଛନ୍ତି ଯେ, ଝାଡଖଣ୍ଡର ବିଜେପି ସେଠାରେ ଅଭିଯୋଗ କରିଛି ଯେ, ଏହି ଟଙ୍କା କଂଗ୍ରେସ ଦଳର। ହେଲେ ଓଡିଶା ବିଜେପି କହୁଛି ଏହା ବିଜେଡିର।

ତେଣୁ ବିଜେପି ନେତାଙ୍କ ମଧ୍ୟରେ ତାଳମେଳ ନାହିଁ ବୋଲି ବିଜେଡି ଅଭିଯୋଗ କରିଛି। ଦଳ କହିଛି ଯେ, ବିଜେପି ସାମ୍ବାଦିକ ସମ୍ମିଳନୀ କରିବା ପୂର୍ବରୁ ଝାଡଖଣ୍ଡ ବିଜେପିକୁ ପଚାରି ଦେଇଥିଲେ ଭଲ ହୋଇଥାଆନ୍ତା। ତେବେ ଇପସ୍ସିତା ଆଉ ଏକ ବଡ ଅଭିଯୋଗ କରିଛନ୍ତି। ତାହା ହେଲା ଯେ, ଜବତ ଟଙ୍କା ହେଉଛି ପଶ୍ଚିମ ଓଡିଶାର କେତେକ ବିଜେପି ନେତାଙ୍କର। ବର୍ତ୍ତମାନ ତଦନ୍ତ ଚାଲିଛି। ଏହି ତଦନ୍ତ ପରେ ପ୍ରକୃତ ରହସ୍ୟ ଫିଟିବ ବୋଲି ବିଜେଡି କହିଛି।

ତେବେ ପ୍ରକୃତରେ ଦେଖିବାକୁ ଗଲେ ଏପରି ବିପୁଳ ପରିମାଣର ଟଙ୍କା ମିଳିବା କେବଳ ଓଡିଶା ଝାଡଖଣ୍ଡ କାହିଁକି ସାରା ଦେଶରେ ଏହା ଏକ ଚର୍ଚ୍ଚା ବିଷୟ ପାଲଟିଛି। ଏପରିକି ଖୋଦ ପ୍ରଧାନମନ୍ତ୍ରୀ ଏହି ଖବରକୁ ନିଜ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେହିପରି ବହୁ ବିଜେପି ନେତା ଓ ମନ୍ତ୍ରୀ ଏହି ଟଙ୍କାକୁ ନେଇ କେବଳ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ହେଲେ କେହି ବିଜେଡିକୁ ସମାଲୋଚନା କରି ନାହାଁନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ମଦ ବ୍ୟବସାୟୀଙ୍କର ଜବତ ଟଙ୍କାକୁ ନେଇ ବିଜେଡିକୁ ଘେରିଲା ବିଜେପି

ଭୁବନେଶ୍ୱର: ନିକଟରେ ବଲାଙ୍ଗୀର ସମ୍ବଲପୁରରୁ ମଦ ବ୍ୟବସାୟୀଙ୍କ ଘରୁ ଗଦାଗଦା ଟଙ୍କା ବାହାରିବା ନେଇ ବିଜେଡିକୁ ଟାର୍ଗେଟ କରିଛି ବିଜେପି। ଏହି ଟଙ୍କା ଶାସକ ବିଜେଡିର କି ନାହିଁ ସେ ନେଇ ପ୍ରଶ୍ନ କରିଛି ବିଜେପି। ଆଜି ରାଜ୍ୟ କାର୍ଯ୍ୟାଳୟରେ ବିଜେପି ମୁଖପାତ୍ର ମନୋଜ ମହାପାତ୍ର ଏକ ସାମ୍ବାଦିକ ସମ୍ମିଳନୀ କରି ଏହି ଅଭିଯୋଗ କରିଛନ୍ତି।

ଏଥିସହିତ ପଶ୍ଚିମ ଓଡିଶାର ବିଜେଡି ନେତା ଓ ମନ୍ତ୍ରୀ ଏହି ମଦ ବେପାରୀ ସହିତ ସାମିଲ ରହିଛନ୍ତି ବୋଲି ବିଜେପି ଅଭିଯୋଗ କରିଛି। ମଦ ବ୍ୟବସାୟୀ ସହିତ ମନ୍ତ୍ରୀ ଟୁକୁନି ସାହୁଙ୍କ ଏକ ଫଟୋକୁ ମନୋଜ ସାମ୍ବାଦିକ ସମ୍ମିଳନୀରେ ଦେଖାଇଥିଲେ।