Categories
ନିର୍ବାଚନ ଖବର ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ନବୀନଙ୍କ ମାଷ୍ଟରଷ୍ଟ୍ରୋକ, ବଢିଲା ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଭତ୍ତା, ଏଣିକି ମିଳିବ ୧୦୦୦ ରୁ ୧୪୦୦ ଟଙ୍କା

ଭୁବନେଶ୍ବର: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ।

ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ଟ ୧୦୦୦, ଟ ୧୨୦୦ ଓ ଟ ୧୪୦୦ ପାଇବେ। ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ 3683 କୋଟି ଟଙ୍କା ଖର୍ଚ୍ଚ କରିବେ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବୃଆରୀ ମାସର ପେନସନ ଫେବୃଆରୀ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ।

5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ଲୋକ ମାନେ ଏହି ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ପେନସନ ରାଶି ପରିମାଣକୁ ବୃଦ୍ଧି କରିଛନ୍ତି।

ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ବ୍ୟବସ୍ଥା କରିଛନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ରୋଗୀ, ଓଡିଶା ରାଜ୍ୟ ଏଡ୍‌ସ ସେଲ ଦ୍ୱାରା ଚିହ୍ନଟକୃତ ଏଡ୍‌ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, transgender, କୋଭିଡ ଦ୍ୱାରା ହୋଇଥିବା ଅନାଥ ପିଲା ଓ ବିଧବାଙ୍କ ସହିତ ଅନାନ୍ୟ ଦୁର୍ବଳ ଶ୍ରେଣୀର ବ୍ୟକ୍ତିଙ୍କୁ ସାମିଲ କରାଯାଇଛି। ଏଥି ସହିତ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାର ଅତିରିକ୍ତ ସହାୟତା ଦେଉଛନ୍ତି।

ଏହି ଯୋଜନାରେ ଛୋଟ ପିଲା ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି।

ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ। ବର୍ତ୍ତମାନ ସମସ୍ତେ ବର୍ଦ୍ଧିତ ଭତ୍ତା ପାଇବେ।

Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଆଉ ୪ ଲକ୍ଷ ୧୩ ହଜାର ଜଣଙ୍କୁ ଦିଆଯିବ ପେନସନ

ଭୁବନେଶ୍ବର: ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ଏକ ବାଣ ମାରିଛନ୍ତି। ତାହା ହେଲା ରାଜ୍ୟରେ ଆଉ ନୂଆ ୪ ଲକ୍ଷ ୧୩ ହଜାର ଜଣଙ୍କୁ ମଧୁବାବୁ ପେନସନ ଦେବା ପାଇଁ ଘୋଷଣା କରିଛନ୍ତି। ସାମାଜିକ ସୁରକ୍ଷା ପେନ୍‌ସନ୍ ଅଧିନରେ ଏହି ଅତିରିକ୍ତ ସଂଖ୍ୟାକୁ ନବୀନ ଅନୁମୋଦନ କରିଛନ୍ତି।

ପୂର୍ବରୁ ଏହି ଯୋଜନା ଅଧିନରେ ୨୮ ଲକ୍ଷ ୬୧ ହଜାର ହିତାଧିକାରୀ ଲାଭ ପାଉଥିଲେ। ବର୍ତ୍ତମାନ ଏହା ବୃଦ୍ଧି ପାଇ ୩୨ ଲକ୍ଷ ୭୫ ହଜାର ହିତାଧିକାରୀ ହେଲେ।

ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୫ଟି ସଚିବ ଗସ୍ତ ସମୟରେ ଗ୍ରହଣ କରାଯାଇଥିବା ଅଭିଯୋଗ ଏବଂ ମୋ ସରକାରଙ୍କଠାରୁ ମିଳିଥିବା ମତାମତକୁ ବିଚାରକୁ ନେଇ ଏହି ଯୋଜନାରେ ଅଧିକ ଲୋକଙ୍କୁ ଅନ୍ତର୍ଭୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।

ଏଠାରେ ଉଲ୍ଲେଖ କରାଯାଇପାରେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ୫ ଟି ସଚିବ ଶ୍ରୀ ଭି.କେ ପାଣ୍ଡିଆନ୍ ଏବଂ ସିଏମଓର ଅନ୍ୟ ବରିଷ୍ଠ ଅଧିକାରୀମାନେ ବିକାଶମୂଳକ ପ୍ରକଳ୍ପର ସମୀକ୍ଷା ଏବଂ ତୃଣମୂଳ ସ୍ତରରେ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଜିଲ୍ଲା ଗସ୍ତ କରୁଛନ୍ତି। ତାହାକୁ ଧ୍ୟାନରେ ରଖି ମୁଖ୍ୟମନ୍ତ୍ରୀ ଏହି ଅନୁମୋଦନ କରିଛନ୍ତି।

ସମସ୍ତ ନୂତନ ଅନୁମୋଦିତ ହିତାଧିକାରୀମାନେ ସେମାନଙ୍କର ପ୍ରଥମ ପେନସନ ରାଶି ଆସନ୍ତା ୧୫ ଅଗଷ୍ଟରେ ଗ୍ରାମ ପଞ୍ଚାୟତ ମୁଖ୍ୟାଳୟ କିମ୍ବା ୱାର୍ଡ ଅଫିସରେ ନିର୍ବାଚିତ ପ୍ରତିନିଧୀଙ୍କ ଉପସ୍ଥିତିରେ ପାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ହିତାଧିକାରୀଙ୍କୁ ପେନ୍‌ସନ୍ ସୁଗମ ଏୂବଂ ସୁନିଶ୍ଚିତ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଛି।

ମଧୁ ବାବୁ ପେନ୍ସନ୍ ଯୋଜନା ଅଧୀନରେ ୨୮.୬୧ ଲକ୍ଷ ବା ୨୮,୬୧,୧୯୫ ଜଣ ହିତାଧିକାରୀଙ୍କୁ ଓଡ଼ିଶା ସରକାର ସାମାଜିକ ସୁରକ୍ଷା ପେନସନ ପ୍ରଦାନ କରୁଛନ୍ତି। ଏଥିରେ ମାସିକ ୫୦୦ ଟଙ୍କା, ୭୦୦ ଟଙ୍କା କିମ୍ବା  ୯୦୦ ଟଙ୍କା ପ୍ରଦାନ କରାଯାଉଛି।

ହିତାଧିକାରୀ ଯେପରିକି ବୟସ୍କ ବ୍ୟକ୍ତି, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, କୁଷ୍ଠରୋଗୀ, ଏଡସ୍ ରୋଗୀ, ଛାଡପତ୍ର / ଗରିବ, ଟ୍ରାନ୍ସଜେଣ୍ଡର ବ୍ୟକ୍ତି, କୋଭିଡ ପ୍ରଭାବିତ ପରିବାରର ଅନାଥ ପିଲା ଏବଂ ଅନ୍ୟାନ୍ୟ ଅସୁରକ୍ଷିତ ବ୍ୟକ୍ତି ଏହି ଯୋଜନା ଅଧୀନରେ ଅନ୍ତର୍ଭୁକ୍ତ ହୋଇଛନ୍ତି।

ମଧୁବାବୁ ପେନସନ ଯୋଜନାରେ ୦-୭୯ ବର୍ଷ ବୟସ ମଧ୍ୟରେ, ବିଭିନ୍ନ ବର୍ଗର ହିତାଧିକାରୀମାନେ ମାସକୁ  ୫୦୦ ଟଙ୍କା ପାଆନ୍ତି, ଯେତେବେଳେ ୮୦ ବର୍ଷରୁ ଅଧିକ ବୟସର ହିତାଧିକାରୀମାନେ ମାସକୁ ୭୦୦ ଟଙ୍କା ପାଇଥାନ୍ତି।

ସେହିଭଳି, ଏହି ଯୋଜନା ଅଧୀନରେ ୪୦-୫୯ ପ୍ରତିଶତ ଅକ୍ଷମତା ଥିବା ହିତାଧିକାରୀମାନେ ମାସକୁ ୫୦୦ ଟଙ୍କା ଏବଂ ୬୦ ପ୍ରତିଶତ  ତଦୁର୍ଦ୍ଧ୍ୱ ଅକ୍ଷମତା ଥିବା ହିତାଧିକାରୀମାନେ ମାସକୁ ୭୦୦ ଟଙ୍କା ପାଇଥାନ୍ତି। ତେବେ ଯେଉଁଠାରେ ୬୦ ପ୍ରତିଶତ କିମ୍ବା ତାହାଠାରୁ ତଦୁର୍ଦ୍ଧ୍ୱ ଅକ୍ଷମତା ଏବଂ ୮୦ ବର୍ଷରୁ ଅଧିକ ବୟସର ହିତାଧିକାରୀମାନେ ମାସିକ ୯୦୦ ଟଙ୍କା ପାଇଥାନ୍ତି।

ଏହି ୪ ଲକ୍ଷ ୧୩ ହଜାର ନୂତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବା ରାଜ୍ୟର ସାମାଜିକ ସୁରକ୍ଷା ବ୍ୟବସ୍ଥାକୁ ମଜବୁତ କରିବାରେ ସହାୟକ ହେବ।

Categories
ଆଜିର ଖବର ରାଜ୍ୟ ଖବର

ମଧୁବାବୁ ପେନସନ ଯୋଜନାରେ ସାମିଲ ହେବେ ତୃତୀୟ ଲିଙ୍ଗୀ

ଭୁବନେଶ୍ବର: ମଧୁବାବୁ ପେନସନ ଯୋଜନାରେ ସାମିଲ ହେବେ ତୃତୀୟ ଲିଙ୍ଗୀ। ଏଣିକି କିନ୍ନରମାନଙ୍କୁ ମଧ୍ୟ ଏହି ଯୋଜନାରେ ପେନସନ ମିଳିବ । ଏହି  ଯୋଜନାରେ 6 ହଜାର କିନ୍ନର ଉପକୃତ ହେବେ । ବୟସାନୁସାରେ କିନ୍ନରମାନେ 5 ଶହରୁ 9 ଶହ ଟଙ୍କା ପର୍ଯ୍ୟନ୍ତ ପେନସନ ପାଇବେ  । ଏହି ଯୋଜନାରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ମିଳିଥିବା ନେଇ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ପଣ୍ଡା। ଉଭୟ ଅନଲାଇନ ଏବଂ ଅଫ ଲାଇନ ମାଧ୍ୟମରେ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ଆବେଦନ କରାଯାଇ ପାରିବ। ମଧୁବାବୁ ପେନସନ ଯୋଜାନାରେ ହିତାଧିକାରୀଙ୍କୁ ମିଳିବ ଆଗୁଆ ଚାରି ମାସର ଟଙ୍କା। ଏହି ଯୋଜନାରେ ୪୮ ଲକ୍ଷ ହିତାଧିକାରୀ ଉପକୃତ ହୋଇପାରିବେ। ଏହାସହିତ ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ ଏକ ହଜାର ଟଙ୍କାର ସହାୟତା।