Categories
ଆଜିର ଖବର ରାଜ୍ୟ ଖବର ସଂସ୍କୃତି

ସମୀକ୍ଷା ହେଲା ମନୋଜ ଦାସ ଓ ମନ୍ମଥ ଦାସ ସ୍ମୃତି ସଂଗ୍ରହାଳୟ କାର୍ଯ୍ୟର ଅଗ୍ରଗତି

ଭୁବନେଶ୍ୱର: ଭୋଗରାଇ ବିଧାୟକ ଶ୍ରୀ ଅନନ୍ତ ଦାସ ଓ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ ବାଲେଶ୍ୱର ଜିଲ୍ଲାର ଶଙ୍ଖାରୀ ଗସ୍ତ କରି ମନୋଜ ଦାସ ଓ ମନ୍ମଥ ଦାସ ସ୍ମୃତି ସଂଗ୍ରାହାଳୟର କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି ।

ଓଡ଼ିଶାର ବରପୁତ୍ର ପଦ୍ମଭୂଷଣ ମନୋଜ ଦାସଙ୍କ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କ ଜନ୍ମ ସ୍ଥାନ ଶଙ୍ଖାରୀଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସ୍ମୃତି ସଂଗ୍ରହାଳୟ ନିର୍ମାଣ କରାଯାଉଛି। ଏହାର ନିର୍ମାଣ କାର୍ଯ୍ୟକୁ ତ୍ୱାରନ୍ୱିତ କରି ଆସନ୍ତା ଜୁଲାଇ ୧୫ ତାରିଖ ସୁଦ୍ଧା ଶେଷ କରିବାକୁ ଉଭୟ ଶ୍ରୀ ଦାସ ଓ ଶ୍ରୀ ରାଉତରାଏ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମନୋଜ ଦାସଙ୍କ ନିଜସ୍ୱ ବାସ ଭବନ, ରାଧାକୃଷ୍ଣ ମନ୍ଦିର, ପୋଖରୀ ପୁନରୁଦ୍ଧାର, ଓପେନ ଏୟାର ଥିଏଟର, ବାଖ୍ୟାନ ଓ ଧ୍ୟାନ କେନ୍ଦ୍ର, ଗ୍ୟାଲେରୀ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବା ସହ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ବାସିନ୍ଦାମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ମଧ୍ୟ ଆଲୋଚନା କରିଥିଲେ। ଏହାପରେ ଶ୍ରୀ ରାଉତରାଏ ଜଳେଶ୍ୱର ବ୍ଲକର ରାଇବଣିଆ ଦୁର୍ଗ ଗସ୍ତ କରି ସେଠାରେ ଜାରି ଉନ୍ନୟନ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଥିଲେ ।

ସୂଚନା ଯୋଗ୍ୟ, ଓଡିଶାର ବରପୁତ୍ରମାନଙ୍କୁ ସମ୍ମାନ ପ୍ରଦର୍ଶନପୂର୍ବକ ଏଭଳି ସ୍ମୃତି ସଂଗ୍ରାହଳୟ ନିର୍ମାଣ ନିମନ୍ତେ ରାଜ୍ୟ ସରକାର ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗକୁ ଗୁରୁଦାୟିତ୍ୱ ପ୍ରଦାନ କରୁଛନ୍ତି । ସରକାରଙ୍କ ପରାମର୍ଶ ଅନୁଯାୟୀ ବିଭାଗ ପକ୍ଷରୁ ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଠାରେ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋଠାରେ ସଫଳତାର ସହ ଏକ ଭବ୍ୟ ସଂଗ୍ରାହଳୟ ନିର୍ମାଣ କରାଯାଇଛି ।

ଏହି ଗସ୍ତ ଅବସରରେ ଇନଟାକ୍‌ ସଂସ୍ଥାର ନିର୍ଦ୍ଦେଶକ ମଲ୍ଲିକା ମିତ୍ର, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଶିବଲାଲ ସାହୁ, ପ୍ରନିତତ୍ତ୍ୱ ସଂସ୍ଥା ଅଧିକ୍ଷକ, ଜିଲ୍ଲା ସଂସ୍କୃତି ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ଅସାଧାରଣ ପ୍ରତିଭାର ଅଧିକାରୀ ଥିଲେ ମନୋଜ ଦାସ: ପୂଜ୍ୟ ପ୍ରଣାମ ଟ୍ରଷ୍ଟ ପକ୍ଷରୁ ପ୍ରଥମ ବାର୍ଷିକ ଶ୍ରାଦ୍ଧସଭା

ଭୁବନେଶ୍ୱର: ରାଜ୍ୟ ପୂଜ୍ୟ ପ୍ରଣାମ ଟ୍ରଷ୍ଟ ପକ୍ଷରୁ କଥା ସମ୍ରାଟ, ଭାରତବର୍ଷର ଅନନ୍ୟ କବି ପ୍ରତିଭା ପଦ୍ମଭୂଷଣ ମନୋଜ ଦାସଙ୍କ ପ୍ରଥମ ଶ୍ରାଦ୍ଧସଭା ପୂର୍ବତନ କୁଳପତି ପ୍ରଫେସର ଡଃ ବିମଳେନ୍ଦୁ ମହାନ୍ତିଙ୍କ ପୌରହିତ୍ୟରେ ବୁଦ୍ଧ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି।

ସ୍ୱର୍ଗତ ମନୋଜ ଦାସଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି ବରିଷ୍ଠ ରାଜନେତା, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ତଥା ଅରବିନ୍ଦ ଓ ଶ୍ରୀମାଙ୍କ ପ୍ରତି ସମର୍ପିତ ନିରଞ୍ଜନ ପଟ୍ଟନାୟକ କହିଲେ ଯେ, ଛାତ୍ର ଜୀବନରୁ ଶେଷ ନିଶ୍ୱାସ ତ୍ୟାଗ ପର୍ଯ୍ୟନ୍ତ ଯଦି କେହି ମନୋଜ ବାବୁଙ୍କ ଜୀବନ ଉପରେ ଗବେଷଣା କରିବେ, ତାର ନିର୍ଯ୍ୟାସ ଆସିବ, ସେ ଜଣେ ଅସାଧାରଣ ପ୍ରତିଭାର ଅଧିକାରୀ। ଶ୍ରୀ ଅରବିନ୍ଦ ଓ ଶ୍ରୀମାଙ୍କ ଆଦର୍ଶ, ଦର୍ଶନ ଓ ବିଚାରଧାରାକୁ ବିଶ୍ୱବାସୀଙ୍କ ନିକଟରେ ପହଞ୍ଚାଇବା ପାଇଁ ସେ ଅହରହ ଉଦ୍ୟମ କରୁଥିଲେ।

ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ବିଶିଷ୍ଟ କଥାକାର, ଓଡ଼ିଆ ଭାଷା ସାହିତ୍ୟର ଉପାସକ ଗୌରହରି ଦାସ କହିଲେ ଯେ, ଶ୍ରୀ ଅରବିନ୍ଦଙ୍କ ଅତିମାନସ ସତ୍ତାକୁ ସେ ତାଙ୍କ ସାହିତ୍ୟରେ ମଧ୍ୟ ପ୍ରୟୋଗ କରିଛନ୍ତି। ତାଙ୍କ ସାହିତ୍ୟରେ ଗ୍ରାମୀଣ ଜନତାର ଦୈନନ୍ଦିନ ଜୀବନ ଠାରୁ ବିଶ୍ୱ ଇତିହାସର କଥାବସ୍ତୁକୁ ସେ ସ୍ଥାନିତ କରିଛନ୍ତି । ସେ ଜଣେ ସମନ୍ୱୟବାଦୀ ସାହିତ୍ୟିକ। ଯୁବକମାନଙ୍କୁ ପ୍ରେରଣା ଦେବା ସହ ପୌଢମାନଙ୍କ ଆବଶ୍ୟକତାକୁ ନେଇ ସେ ସାହିତ୍ୟ ସୃଷ୍ଟି କରୁଥିଲେ।

କାର୍ଯ୍ୟକ୍ରମର ପ୍ରାରମ୍ଭରେ ପୂଜ୍ୟ ପ୍ରଣାମ ଟ୍ରଷ୍ଟର କାର୍ଯ୍ୟକାରୀ ସଭାପତି ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର ସ୍ୱାଗତ ଭାଷଣ ସହ ପଣ୍ଡିଚେରୀ ଆଶ୍ରମରେ ତାଙ୍କ ସହ ମିଶିବାର ଅନୁଭୂତି ବର୍ଣ୍ଣନା କରିଥିଲେ। ଟ୍ରଷ୍ଟର ସାଧାରଣ ସମ୍ପାଦକ ଶିକ୍ଷାବିତ୍ ଡଃ ବଦ୍ରୀନାଥ ପଟ୍ଟନାୟକ ଡଃ ମନୋଜ ଦାସ ଓ ପ୍ରଫେସର ମନ୍ମଥ ନାଥ ଦାସଙ୍କ ସ୍ମୃତି ପାଇଁ ଠୋସ କାର୍ଯ୍ୟକ୍ରମ ଗ୍ରହଣ କରାଯିବ ବୋଲି କହିଥିଲେ। ଶେଷରେ ଟ୍ରଷ୍ଟି ତଥା କୋଷାଧ୍ୟକ୍ଷ ଡଃ ସୌରେନ୍ଦ୍ର କୁମାର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ କବି, ନାଟ୍ୟକାର ରବିନ୍ଦ୍ର ନାଥ ଦାସ, ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର ଓ ଶ୍ରୀମତୀ ବୀଣାଦେବୀଙ୍କ ଆତ୍ମାର ସଦ୍‌ଗତି ପାଇଁ ଏକ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା। ସହ ସମ୍ପାଦକ ପ୍ରଦୀପ ମହାପାତ୍ର, ବାସ୍ତୁବିତ ମନୋଜ ଲେଙ୍କା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ମନୋଜ ଦାସଙ୍କ ଜନ୍ମସ୍ଥାନ ସ୍ମାରକୀ କାର୍ଯ୍ୟକୁ ଶିଘ୍ର ଶେଷ କର,ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଭୁବନେଶ୍ବର: ମନୋଜ ଦାସଙ୍କ ପରିବାର ସଦସ୍ୟ ମାନଙ୍କ ପ୍ରସ୍ତାବ କ୍ରମେ ରାଜ୍ୟ ସରକାର ତାଙ୍କର ଜନ୍ମସ୍ଥାନ ବାଲେଶ୍ବର ଜିଲ୍ଲା ଶଂଖାରୀ ଗ୍ରାମରେ ଥିବା ତାଙ୍କର ପୈତୃକ ବାସଭବନକୁ ହାତକୁ ନେବେ ଏବଂ ତାହାକୁ ପ୍ରଥିତଯଶା ଭାତୃଦ୍ବୟ ପ୍ରଫେସର ମନ୍ମଥ ନାଥ ଦାସ ଓ ମନୋଜ ଦାସ, ଏହି ଦୁଇ ଭାଇଙ୍କ ନାମରେ ‘ମନ୍ମଥ-ମନୋଜ ସ୍ମାରକୀ’ ଭାବରେ ଘୋଷଣା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

ସେଠାରେ ଉଭୟ ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ଦ୍ବାରା ଇତିହାସ ଓ ସାହିତ୍ୟ ଉପରେ ଲିଖିତ ସମସ୍ତ ପୁସ୍ତକକୁ ରଖାଯାଇ ଏକ ଲାଇବ୍ରେରୀ ମଧ୍ୟ ସ୍ଥାପନ କରାଯିବ ଓ ବାସଭବନ ପରିସରରେ ଥିବା ମନ୍ଦିରର ସଂରକ୍ଷଣ ମଧ୍ୟ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲ।ଏଥିପାଇଁ ତାଙ୍କ ପରିବାର ତରଫରୁ ଆବଶ୍ୟକ ପୈତୃକ ଜମି ଓ ଘର ହସ୍ତାନ୍ତର ପ୍ରକ୍ରିୟା ଜାରି ରହିଛି। ଏହି ପ୍ରକ୍ରିୟାକୁ ତ୍ବରାନ୍ବିତ କରି ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସଙ୍କ ସ୍ମୃତି ପୁରସ୍କାର ରାଶି ପରିମାଣ ବଢିଲା, ନିମୟରେ ହେଲା ପରିବର୍ତ୍ତନ

ଭୁବନେଶ୍ବର: ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ୨୦୨୧ ମଇ ମାସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ ଏବଂ ଏହାର ନିୟମାବଳୀ ମଧ୍ୟ ପ୍ରକାଶିତ ହୋଇଥିଲା । ତେବେ ବିଭିନ୍ନ ସ୍ତରରେ ସାହିତ୍ୟିକ ଓ ବିଶିଷ୍ଟ ବ୍ୟକ୍ତିଙ୍କର ମତାମତ ସଂଗ୍ରହ କରାଯାଇ ଏହି ପୁରସ୍କାରରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି।

ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡିଆ ସାହିତ୍ୟିକ ମାନଙ୍କୁ ଆନ୍ତର୍ଜାତୀୟ ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଥିଲା। ନୂତନ ନିଷ୍ପତ୍ତି ଅନୁଯାୟୀ ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଭାରତୀୟ ସାହିତ୍ୟିକ ମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ।

ସେହିପରି ଯୁବପୀଢି ମଧ୍ୟରେ ଉଭୟ ଇଂରାଜୀ ଓ ଓଡିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ ‘ମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା। ଏଥିନିମନ୍ତେ ଉଭୟ ଓଡ଼ିଆ ଓ ଇରାଜୀ ଭାଷା ରେ ଗୋଟିଏ ଗୋଟିଏ ପୁରସ୍କାର ପ୍ରଦାନ କରାଯିବ ଓ ପୁରସ୍କାର ବାବଦରେ ଏକ ଲଷ ଟଙ୍କା ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

ନୂତନ ନିଷ୍ପତ୍ତି ଅନୁଯାୟୀ ଉଭୟ ଇଂରାଜୀ ଓ ଓଡିଆରେ ଗଳ୍ପ ବିଭାଗରେ ରାଜ୍ୟସ୍ତରରେ ପ୍ରଥମ ବିବେଚିତ ଛାତ୍ରଛାତ୍ରୀ ମାନଙ୍କୁ ୩୦ ହଜାର ଟଙ୍କା, ଦ୍ବିତୀୟ ବିବେଚିତ ଛାତ୍ରଛାତ୍ରୀ ମାନଙ୍କୁ ୨୦ ହଜାର ଟଙ୍କା ଏବଂ ତୃତୀୟ ବିବେଚିତ ଛାତ୍ରଛାତ୍ରୀମାନଙ୍କୁ ୧୦ ହଜାର ଟଙ୍କାର ଆର୍ଥିକ ପୁରସ୍କାର ଦିଆଯିବା ସହ ମନୋଜ ଦାସଙ୍କ ପୁସ୍ତକ, ତୈଳଚିତ୍ର, ଅଙ୍ଗବସ୍ତ୍ର ଓ ତାମ୍ରଫଳକ ପ୍ରଦାନ କରାଯିବ। ପ୍ରଥମ ସ୍ଥାନ ପାଇଁ ପ୍ରତ୍ୟେକ ବିଭାଗରେ ଜଣଙ୍କୁ, ଦ୍ବିତୀୟ ସ୍ଥାନ ପାଇଁ ପ୍ରତ୍ୟେକ ବିଭାଗରେ ଦୁଇ ଜଣଙ୍କୁ ଓ ତୃତୀୟ ସ୍ଥାନ ପାଇଁ ପ୍ରତ୍ୟେକ ବିଭାଗରେ ତିନି ଜଣଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ଏଥିନିମନ୍ତେ ପ୍ରତିବର୍ଷ ୨ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରାଯିବ।

ସେହିପରି ମନୋଜ ଦାସଙ୍କ ପରିବାର ସଦସ୍ୟ ମାନଙ୍କ ପ୍ରସ୍ତାବ କ୍ରମେ ରାଜ୍ୟ ସରକାର ତାଙ୍କର ଜନ୍ମସ୍ଥାନ ବାଲେଶ୍ବର ଜିଲ୍ଲା ଶଂଖାରୀ ଗ୍ରାମରେ ଥିବା ତାଙ୍କର ପୈତୃକ ବାସଭବନକୁ ହାତକୁ ନେବେ ଏବଂ ତାହାକୁ ପ୍ରଥିତଯଶା ଭାତୃଦ୍ବୟ ପ୍ରଫେସର ମନ୍ମଥ ନାଥ ଦାସ ଓ ମନୋଜ ଦାସ, ଏହି ଦୁଇ ଭାଇଙ୍କ ନାମରେ ‘ମନ୍ମଥ-ମନୋଜ ସ୍ମାରକୀ’ ଭାବରେ ଘୋଷଣା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ସେଠାରେ ଉଭୟ ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ଦ୍ବାରା ଇତିହାସ ଓ ସାହିତ୍ୟ ଉପରେ ଲିଖିତ ସମସ୍ତ ପୁସ୍ତକକୁ ରଖାଯାଇ ଏକ ଲାଇବ୍ରେରୀ ମଧ୍ୟ ସ୍ଥାପନ କରାଯିବ ଓ ବାସଭବନ ପରିସରରେ ଥିବା ମନ୍ଦିରର ସଂରକ୍ଷଣ ମଧ୍ୟ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

ଏଥିପାଇଁ ତାଙ୍କ ପରିବାର ତରଫରୁ ଆବଶ୍ୟକ ପୈତୃକ ଜମି ଓ ଘର ହସ୍ତାନ୍ତର ପ୍ରକ୍ରିୟା ଜାରି ରହିଛି। ଏହି ପ୍ରକ୍ରିୟାକୁ ତ୍ବରାନ୍ବିତ କରି ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Categories
ଜାତୀୟ ଖବର ବିଶେଷ ଖବର ବ୍ୟକ୍ତିତ୍ୱ ରାଜ୍ୟ ଖବର

ମନୋଜ ଦାସଙ୍କ ସ୍ମୃତିରେ ରାଜ୍ୟ ସରକାରଙ୍କ ଘୋଷଣା, ଦିଆଯିବ 10 ଲକ୍ଷ ଟଙ୍କାର ପୁରସ୍କାର

ଭୁବନେଶ୍ବର, ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ। ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡିଆ ସାହିତ୍ୟିକମାନଙ୍କୁ ଏହି ପୁରସ୍କାର ଓଡିଶା ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଦିଆଯିବ। ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏ ନେଇ ଆଜି ରାଜ୍ୟ ସରକାର ନିଷ୍ପତି ଗ୍ରହଣ କରିଛନ୍ତି।

ଏଥିସହିତ ଯୁବପୀଢିଙ୍କ ମଧ୍ୟରେ ଉଭୟ ଇଂରାଜୀ ଓ ଓଡିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ ‘ମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବ। ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଗୋଟିଏ ଲେଖାଏଁ ପୁରସ୍କାର ତଥା ଏକ ଲକ୍ଷ ଟଙ୍କା ପ୍ରଦାନ କରାଯିବ।

ବାଲେଶ୍ବର ଜିଲ୍ଲା ଶଂଖାରୀ ଗ୍ରାମରେ ଥିବା ତାଙ୍କର ପୈତୃକ ବାସଭବନକୁ ପ୍ରଫେସର ମନ୍ମଥ ନାଥ ଦାସ ଓ ମନୋଜ ଦାସ, ଏହି ଦୁଇ ଭାଇଙ୍କ ନାମରେ ‘ମନ୍ମଥ-ମନୋଜ ସ୍ମାରକୀ’ ଭାବରେ ଘୋଷଣା କରାଯିବ। ଉଭୟ ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ଦ୍ବାରା ଇତିହାସ ଓ ସାହିତ୍ୟ ଉପରେ ଲିଖିତ ସମସ୍ତ ପୁସ୍ତକକୁ ରଖାଯାଇ ଏକ ଲାଇବ୍ରେରୀ ମଧ୍ୟ ସ୍ଥାପନ କରାଯିବ।

ସେହିପରି ତାଙ୍କ ସ୍ମୃତିରେ ଉତ୍କଳ ପ୍ରସଙ୍ଗ, ଓଡିଶା ରିଭ୍ୟୁ ଏବଂ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ପ୍ରକାଶିତ କୋଣାର୍କ ପତ୍ରିକାର ସ୍ବତନ୍ତ୍ର ସଂଖ୍ୟା ପ୍ରକାଶ କରାଯିବ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ, ପ୍ରତିଷ୍ଠିତ ଶିକ୍ଷାବିତ, ଲୋକପ୍ରିୟ ସ୍ତମ୍ଭକାର ଏବଂ ସଫଳ ଲେଖକ ମଜୋଜ ଦାସଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ଶ୍ରୀ ମୋଦୀ କହିଛନ୍ତି: “ ମଜୋଜ ଦାସ ପ୍ରସିଦ୍ଧ ଶିକ୍ଷାବିତ, ଲୋକପ୍ରିୟ ସ୍ତମ୍ଭକାର ଏବଂ ସଫଳ ଲେଖକ ଭାବେ ନିଜକୁ ପ୍ରତିଷ୍ଠା କରିପାରିଥିଲେ । ଇଂରାଜୀ ଏବଂ ଓଡିଆ ସାହିତ୍ୟରେ ତାଙ୍କର ବିଶେଷ ଅବଦାନ ରହିଥିଲା । ସେ ଶ୍ରୀ ଅରବିନ୍ଦଙ୍କ ଦର୍ଶନର ଜଣେ ଅଗ୍ରଣୀ ପ୍ରଣେତା ମଧ୍ୟ ଥିଲେ । ତାଙ୍କ ଦେହାନ୍ତରେ ମର୍ମାହତ । ତାଙ୍କ ପରିବାର ପ୍ରତି ମୋର ସମବେଦନା । ଓମ୍ ଶାନ୍ତି” ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ରାଷ୍ଟ୍ରୀୟ ସମ୍ମାନ ସହିତ ମନୋଜ ଦାସଙ୍କ ଶେଷକୃତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର, ଯଶସ୍ବୀ ସାରସ୍ବତ ସାଧକ, ମନୋଜ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସ୍ବର୍ଗତ ମନୋଜ ଦାସଙ୍କ ଅମଳିନ ପ୍ରତିଭା ସାହିତ୍ୟ ଓ ଦର୍ଶନ ଜଗତ ପାଇଁ ସବୁବେଳେ ଏକ ଆଲୋକ ସ୍ତମ୍ଭ ହେଇ ରହିଥିବ ଵୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ବିୟୋଗରେ ଉତ୍କଳ ଜନନୀ ତାର ଅନ୍ୟତମ ସୂଯୋଗ୍ୟ ସନ୍ତାନ କୁ ହରାଇଲା ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ପରଲୋକ ଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି। ରାଷ୍ଟ୍ରୀୟ ସମ୍ମାନ ସହ ସ୍ବର୍ଗତ ମନୋଜ ଦାସ ଙ୍କ ଶେଷକୃତ୍ୟ କରିବା ପାଇଁ ଓଡ଼ିଶା ସରକାରଙ୍କ ପଷରୁ ପଣ୍ଡିଚେରୀ ସରକାରଙ୍କୁ ଅନୁରୋଧ କରାଯାଇଛି । ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାରଙ୍କ ପଷରୁ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସ୍ବର୍ଗତ ଦାସଙ୍କ ଶେଷ କୃତ୍ୟରେ ଯୋଗ ଦେବେ।

Categories
ଜାତୀୟ ଖବର ବିଶେଷ ଖବର ବ୍ୟକ୍ତିତ୍ୱ ରାଜ୍ୟ ଖବର

ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସଙ୍କ ପରଲୋକ, ଭାରତୀୟ ସାହିତ୍ୟ ପାଇଁ ଏକ ଅପୂରଣୀୟ କ୍ଷତି

ଭୁବନେଶ୍ବର, ଆଜି ଓଡିଶାର ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସଙ୍କ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ହୋଇ ପୁଡୁଚେରୀରେ ଚିକିତ୍ସିତ ହେଉଥିଲେ। ତାଙ୍କର ଶୀଘ୍ର ଆରୋଗ୍ୟଲାଭ ପାଇଁ ବିଭିନ୍ନ ସାହିତ୍ୟିକଙ୍କ ମହଲରେ ପ୍ରାର୍ଥନା କରାଯାଇଥିଲା। ହେଲେ ସେ ସବୁ ବ୍ୟର୍ଥ ଗଲା। 87 ବର୍ଷ ବୟସରେ ସେ ପ୍ରାଣତ୍ୟାଗ କରିଛନ୍ତି।

ମନୋଜ ଶ୍ରୀଅରବିନ୍ଦଙ୍କ ଜଣେ ଭକ୍ତ ଭାବେ ପୁଡୁଚେରୀ ଆଶ୍ରମରେ ରହିଆସୁଥିଲେ। ସେହି ଆଶ୍ରମ ହସପିଟାଲରେ ତାଙ୍କୁ ଚିକିତ୍ସା କରାଯାଉଥିଲା। ବର୍ତ୍ତମାନ ତାଙ୍କର ବିୟୋଗରେ ଭାରତୀୟ ସାହିତ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି। କାରଣ ମନୋଜ ଦାସ ଓଡିଶାର ହୋଇଥିଲେ ମଧ୍ୟ ଭାରତୀୟ ସାହିତ୍ୟ ପ୍ରତି ତାଙ୍କର ଅବଦାନ ଅତୂଳନୀୟ। ସେ ଉଭୟ ଇଂରାଜୀ ଏବଂ ଓଡିଶା ସାହିତ୍ୟକୁ ତାଙ୍କର କଲମ ଚାଳନା କରି ସମୃଦ୍ଧ କରିଛନ୍ତି।

ମନୋଜ ଦାସ ବାଲେଶ୍ବର ଜିଲ୍ଲାର ଶଙ୍ଖାରି ଗ୍ରାମଠାରେ ୧୯୩୪ ମସିହା ଫେବୃଆରୀ ୨୭ ତାରିଖ ଦିନ ଏକ ସଂଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ । ପରିବାରରେ ପ୍ରଥମ ଦୁଇ ସନ୍ତାନ ପୁଅ, ତାପର ଦୁଇ ସନ୍ତାନ ଝିଅ ସେ ପଞ୍ଚମ ତଥା କନିଷ୍ଠ ସନ୍ତାନ ଅଟନ୍ତି । ମାତା କାଦମ୍ବିନୀ ଦେବୀଙ୍କ ପ୍ରଭାବରେ ବାଲ୍ୟକାଳରୁ ମନୋଜ ଦାସ ରାମାୟଣ ଓ ମହାଭାରତ ପ୍ରତି ଶ୍ରଦ୍ଧା ଜାତ ହୋଇଥିଲା । ପରବର୍ତ୍ତୀ ସମୟରେ ସେ ଏହି ଦୁଇଟି ଗ୍ରନ୍ଥକୁ ‘ଅଲୌକିକ ଶକ୍ତିର ଉତ୍ସ’ ଭାବେ ଅଭିହିତ କରିଛନ୍ତି ।

ବାଲେଶ୍ୱରରେ ଅଧ୍ୟୟନ କରୁଥିବା ସମୟରେ ତାଙ୍କର ପ୍ରଥମ ଗ୍ରନ୍ଥ ସଂକଳନ ‘ସମୁଦ୍ରର କ୍ଷୁଧା’ ପ୍ରକାଶ ପାଇଲା ଏବଂ ସେହି ସମୟରେ ‘ଦିଗନ୍ତ’ ପତ୍ରିକା ସମ୍ପାଦନା ଆରମ୍ଭ କରିଥିଲେ । ପରେ ସେ ବାମପନ୍ଥୀ ଆନ୍ଦୋଳନ ସହିତ ଯୋଗ ଦେଇଥିଲେ । ୧୯୫୨ ମସିହାରେ ଫକୀର ମୋହନ ମହାବିଦ୍ୟାଳୟରେ ପ୍ରଥମ ବର୍ଷର ଛାତ୍ର ସମୟରେ ସେ ଛାତ୍ର ୟୁନିୟନର ସଭାପତି ଏବଂ ରାଜ୍ୟ ଛାତ୍ର ଫେଡେରେସନର ଉପସଭାପତି ନିର୍ବାଚିତ ହୋଇଥିଲେ ।

୧୯୫୫ ମସିହାରେ ପୁରୀ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରି କଟକରେ ଆଇନ ଅଧ୍ୟୟନ କଲେ । ସେତେବେଳକୁ ‘ଜୀବନର ସ୍ୱାଦ’ ଗଳ୍ପ ସଂକଳନ ସହିତ ବିଭିନ୍ନ ଇଂରାଜୀ ପତ୍ରିକାରେ ତାଙ୍କ ଲେଖା ପ୍ରକାଶିତ ହେଉଥାଏ । ୧୯୫୬ ମସିହାରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆଇନ କଲେଜର ଛାତ୍ର ସଂଘର ସଭପତି ରୂପେ ଇଣ୍ଡୋନେସିଆରେ ଆୟୋଜିତ ଛାତ୍ର ସମ୍ମିଳନୀରେ ଯୋଗ ଦେଇଥିଲେ ଏବଂ ରେଭେନ୍ସା ମହାବିଦ୍ୟାଳୟରୁ ଇଂରାଜୀ ସ୍ନାତକୋତ୍ତର ଅଧ୍ୟୟନ ପରେ ୧୯୫୯ ମସିହାରେ ଖ୍ରୀଷ୍ଟ ମହବିଦ୍ୟାଳୟରେ ଅଧ୍ୟାପନା କଲେ ।

୧୯୬୧ ମସିହାରେ ‘ଆରଣ୍ୟକ’ ପ୍ରକାଶ ପାଇବା ପରେ ଓଡି଼ଆ ଗଳ୍ପ ସାହିତ୍ୟର ମାନଦଣ୍ଡ ନିରୂପିତ ହୋଇଥିଲା । ୧୯୬୩ ମସିହାରେ ମନୋଜ ଦାସ ପଣ୍ଡିଚେରୀ ଶ୍ରୀ ଅରବିନ୍ଦ ଆଶ୍ରମରେ ଇଂରାଜୀ ସାହିତ୍ୟର ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ୧୯୬୫ ମସିହାରେ ‘ଶେଷ ବସନ୍ତର ଚିଠି’ ପ୍ରକାଶ ପାଇବା ପରେ ୧୯୬୬ ମସିହାରେ ଓଡ଼ିଶା ସାହିତ୍ୟ ଅକାଦେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ ।

ଅମୃତ ଫଳ, ଶେଷ ତାନ୍ତ୍ରିକର ସନ୍ଧାନରେ, ଆରଣ୍ୟକ, ଲକ୍ଷ୍ମୀର ଅଭିସାର, ଶେଷ ବସନ୍ତର ଚିଠି, ଅରଣ୍ୟ ଉଲ୍ଲାସ, ଆବୁପୁରୁଷ ଓ ଅନ୍ୟାନ୍ୟ କାହାଣୀ,ଅବୋଲକରା କାହାଣୀ,କନକ ଉପତ୍ୟକାର କାହାଣୀ, ଅନ୍ତରଙ୍ଗ ଭାରତ ର  ସ୍ରଷ୍ଟା ଥିଲେ ମନୋଜ ଦାସ।  ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ, ସରସ୍ବତୀ ସମ୍ମାନ ଓ  ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମଭୂଷଣା ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ ।

ସେ ଟାଇମସ ଏଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ , ଦ ହିନ୍ଦୁ ଏବଂ ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ । ତାଙ୍କର ବିୟୋଗ ଆଜି ଭାରତୀୟ ସାହିତ୍ୟ ମିୟମ୍ରାଣ ହୋଇପଡିଛି।

Categories
ଆଜିର ଖବର ସଂସ୍କୃତି

ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ପାଇଲେ ଅଲୌକିକ କଳିଙ୍ଗ ଲିଟେରାରୀ ପୁରସ୍କାର

ଭୁବନେଶ୍ବର, ପ୍ରଖ୍ୟାତ ସାହିତ୍ୟିକ ତଥା ଔପନାସିକ ମନୋଜ ଦାସଙ୍କୁ ପ୍ରଦାନ କରାଯାଇଛି ଅଲୌକିକ କଳିଙ୍ଗ ଲିଟେରାରୀ ପୁରସ୍କାର। ଭୁବନେଶ୍ବରରେ ଆୟୋଜିତ କଳିଙ୍ଗ ଲିଟେରଚର ଫେଷ୍ଟିଭାଲରେ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏହି ପୁରସ୍କାରକୁ ପ୍ରଖ୍ୟାତ ସାହିତ୍ୟିକ ସୀତାକାନ୍ତ ମହାପାତ୍ର ଏବଂ ପ୍ରତିଭା ରାୟ ପୁରସ୍କାର ପ୍ରଦାନ କରିଛନ୍ତି।

ପ୍ରତିବର୍ଷ ଭୁବନେଶ୍ବରର ପ୍ରତିଷ୍ଠିତ ଅନୁଷ୍ଠାନ କଳିଙ୍ଗ ଲିଟେରଚର ଫେଷ୍ଟିଭାଲ ବା କେଏଲଏଫ ତରଫରୁ ଏପରି ପୁରସ୍କାର ପ୍ରଦାନ କରିଆସୁଛି।ମୁଖ୍ୟତଃ ସାହିତ୍ୟ, କଳା, ସଂସ୍କୃତି କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା ବ୍ୟକ୍ତି ବିଶେଷଙ୍କୁ ପ୍ରଦାନ କରାଯାଇଥାଏ। ଏହି ଉପଲକ୍ଷେ ଅନୁଷ୍ଠାନ ତରଫରୁ ଦୁଇ ଦିନ ଧରି ସାହିତ୍ୟ ଅଲୋଚନା ଚକ୍ରର ମଧ୍ୟ ଆୟୋଜନ କରାଯାଇଛି। ଏଥିରେ ଭାରତର ପ୍ରଖ୍ୟାତ ସାହିତ୍ୟିକମାନେ ଯୋଗ ଦେଇ ନିଜସ୍ବ ମତ ରଖିଥିଲେ।

ମନୋଜ ଦାସ ନିକଟରେ ପଦ୍ମ ଭୂଷଣ ସମ୍ମାନ ପାଇବା ପାଇଁ ମନୋନିତ ହୋଇଛନ୍ତି। ପୂର୍ବରୁ ସାହିତ୍ୟ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ସେ ଦେଶ ତଥା ଆନ୍ତର୍ଜାତୀୟ ସମସ୍ତରରେ ବହୁ ପୁରସ୍କାରର ହାସଲ କରିଛନ୍ତି।