Categories
ଆଜିର ଖବର ରାଜ୍ୟ ଖବର

ମଦ ବ୍ୟବସାୟୀଙ୍କର ଜବତ ଟଙ୍କାକୁ ନେଇ ବିଜେଡିକୁ ଘେରିଲା ବିଜେପି

ଭୁବନେଶ୍ୱର: ନିକଟରେ ବଲାଙ୍ଗୀର ସମ୍ବଲପୁରରୁ ମଦ ବ୍ୟବସାୟୀଙ୍କ ଘରୁ ଗଦାଗଦା ଟଙ୍କା ବାହାରିବା ନେଇ ବିଜେଡିକୁ ଟାର୍ଗେଟ କରିଛି ବିଜେପି। ଏହି ଟଙ୍କା ଶାସକ ବିଜେଡିର କି ନାହିଁ ସେ ନେଇ ପ୍ରଶ୍ନ କରିଛି ବିଜେପି। ଆଜି ରାଜ୍ୟ କାର୍ଯ୍ୟାଳୟରେ ବିଜେପି ମୁଖପାତ୍ର ମନୋଜ ମହାପାତ୍ର ଏକ ସାମ୍ବାଦିକ ସମ୍ମିଳନୀ କରି ଏହି ଅଭିଯୋଗ କରିଛନ୍ତି।

ଏଥିସହିତ ପଶ୍ଚିମ ଓଡିଶାର ବିଜେଡି ନେତା ଓ ମନ୍ତ୍ରୀ ଏହି ମଦ ବେପାରୀ ସହିତ ସାମିଲ ରହିଛନ୍ତି ବୋଲି ବିଜେପି ଅଭିଯୋଗ କରିଛି। ମଦ ବ୍ୟବସାୟୀ ସହିତ ମନ୍ତ୍ରୀ ଟୁକୁନି ସାହୁଙ୍କ ଏକ ଫଟୋକୁ ମନୋଜ ସାମ୍ବାଦିକ ସମ୍ମିଳନୀରେ ଦେଖାଇଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ରୋହିତଙ୍କ ବହିସ୍କାର ନେଇ ବିଜେପିର ସମାଲୋଚନା, କହିଲେ ଏହା କେବଳ ଆଇ ୱାସ

ଭୁବନେଶ୍ୱର: ଦୁର୍ନିତୀକୁ ପଶ୍ରୟ ଦେଉଥିବା ଏକ ଜନବିରୋଧି ସରକାର ଓଡିଶାରେ ଚାଲିଛି। ତଥାକଥିତ “୫-ଟି ଏଠାରେ ଏକ ଧୂଆଁବାଣ ସଦୃଶ ବୋଲି ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର କହିଛନ୍ତି। ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମହାପାତ୍ର କହିଛନ୍ତି ଯେ, ଗତ କାଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀଙ୍କୁ ବହିଷ୍କାର କଲେ।

ଶ୍ରୀ ପୁଜାରୀଙ୍କୁ ବହିଷ୍କାର ପୂର୍ବରୁ ତାଙ୍କ ବ୍ୟକ୍ତିଗତ ସଚିବ ଓ ଅତିରିକ୍ତ ବ୍ୟକ୍ତିଗତ ସଚିବଙ୍କୁ ଅପସାରଣ କରାଯାଇଥିଲା। ଶ୍ରୀ ପୁାଜରୀଙ୍କୁ ବହିଷ୍କାର କରାଯିବାର କିଛି ଘଂଟା ଭିତରେ ବିଭାଗୀୟ ସଚିବ ଶ୍ରୀ ବିଷ୍ଣୁପଦ ସେଠୀଙ୍କୁ ମଧ୍ୟ ଅପସରଣ କରିଦିଆଗଲା। କାହାକୁ ମନ୍ତ୍ରୀ ରଖିବେ କିମ୍ବା ବହିଷ୍କାର କରିବେ ତାହା ମୁଖ୍ୟମନ୍ତ୍ରୀଙ୍କର ଇଚ୍ଛାଧିନ ବ୍ୟାପାର କିନ୍ତୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ବହିଷ୍କାର କରିବା ପଛରେ କାରଣ କ’ଣ? ଉଚ୍ଚ ଶିକ୍ଷା ବିଭାଗରେ ବିଭିନ୍ନ ଅନିୟମିତତା ଓ କେଳେଙ୍କାରୀ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ପୃଷ୍ଠା ମଣ୍ଡନ କରିଛି।

ଏହା ସହିତ ମନ୍ତ୍ରୀ ଶ୍ରୀ ପୂଜାରୀ ଏକ ବିଭାଗର ସମୀକ୍ଷା ବେଳେ ମନ୍ତ୍ରୀ ତଥା ବିଭାଗର ଅପାରଗତା ବିଷୟରେ କୁହାଯାଇଛି । ଅପାରଗତା, ଅଯୋଗ୍ୟତା ଓ ଜନବିରୋଧି କାର୍ଯ୍ୟ ପାଇଁ ମନ୍ତ୍ରୀଙ୍କୁ ବିଦା କରିବାରେ କିଛି ଅସୁବିଧା ନାହିଁ। କିନ୍ତୁ ଅତୀତରେ ଦେଖାଯାଇଛି ମୁଖ୍ୟମନ୍ତ୍ରୀ ଜନବିରୋଧି ତଥା ଦୁର୍ନିତୀଗ୍ରସ୍ତ ମନ୍ତ୍ରୀଙ୍କୁ ବହିଷ୍କାର କରିଛନ୍ତି ଓ ପରେ ମନ୍ତ୍ରୀମଣ୍ଡଳରେ ପୁନଃ ଥଇଥାନ କରିଛନ୍ତି।

ଯଦି ଉଚ୍ଚ ଶିକ୍ଷା ବିଭାଗରେ ବ୍ୟାପକ ଦୁର୍ନିତୀ ଓ କେଳେଙ୍କାରୀ ହୋଇଛି, ଯଦି ଦୁର୍ନିତୀ ପ୍ରତି “ଜିରୋ ଟଲେରାନ୍ସ” ରେ ବିଶ୍ୱାସ ରଖିଛନ୍ତି ତାହାଲେ ମୁଖ୍ୟମନ୍ତ୍ରୀ ମନ୍ତ୍ରୀମଣ୍ଡଳରୁ ରୋହିତ ପୂଜାରୀଙ୍କୁ କାହିଁକି ବାଦ୍ ଦେଲେ ତାର କାରଣ ଓଡିଶାବାସୀଙ୍କ ଆଗରେ ସ୍ପଷ୍ଟ କରନ୍ତୁ । ଯଦି ଦୁର୍ନିତୀ କାରଣ ଅଛି କିମ୍ବା ଦୁର୍ନିତୀ ହୋଇଛି ତାହେଲେ ତାର ଭିଜିଲାନ୍ସ ତଦନ୍ତ ଦେବେ କି ମୁଖ୍ୟମନ୍ତ୍ରୀ ବୋଲି ଶ୍ରୀ ମହାପାତ୍ର ପ୍ରଶ୍ନ କରିଛନ୍ତି ।

ଅତୀତରେ ମହିଳା ଓ ଶିଶୁ ବିଭାଗରେ ବ୍ୟାପକ ଦୁର୍ନିତୀ ଓ ଜନବିରୋଧୀ କାର୍ଯ୍ୟ ପାଇଁ ସେତେବେଳର ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଆଇ ୱାସ୍ ପାଇଁ ମୁଖ୍ୟମନ୍ତ୍ରୀ ବିଦା କରିଥିଲେ । ଏବେ ତାଙ୍କୁ ପୁନଃ ମନ୍ତ୍ରୀ ଭାବେ ଥଇଥାନ କରିଛନ୍ତି । ତାଙ୍କର କାର୍ଯ୍ୟଦକ୍ଷତା କ’ଣ? ବହିଷ୍କୃତ ମନ୍ତ୍ରୀ ରୋହିତ ପୂଜାରୀଙ୍କ ଉଚ୍ଚ ଶିକ୍ଷା ବିଭାଗକୁ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଦିଆଯାଇଛି । ରୋହିତଙ୍କୁ ବହିଷ୍କାର କେବଳ ଆଇ ୱାସ୍ ନୁହେଁ ତ ? କ’ଣ ପାଇଁ ପୂର୍ବରୁ ଅତନୁ ସବ୍ୟସାଚୀ ନାୟକଙ୍କୁ ମନ୍ତ୍ରୀ ମଣ୍ଡଳରୁ ବାହାର କରିଥିଲେ ଓ ବର୍ତମାନ ତାଙ୍କୁ କେଉଁ ଯୋଗ୍ୟତା ଆଧାରରେ ଉଚ୍ଚଶିକ୍ଷା ବିଭାଗ ଦେଇଛନ୍ତି ବୋଲି ଶ୍ରୀ ମହାପାତ୍ର ପ୍ରଶ୍ନ କରିଛନ୍ତି ।

ପ୍ରକୃତରେ ଯଦି ମୁଖ୍ୟମନ୍ତ୍ରୀ ସବୁ ବିଭାଗୀୟ ମନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତାକୁ ସମୀକ୍ଷା କରୁଥାନ୍ତି, ତାହାଲେ ସବୁ ମନ୍ତ୍ରୀଙ୍କର କାର୍ଯ୍ୟଦକ୍ଷତା କ’ଣ ତାହା ସାର୍ବଜନୀନ କରାନ୍ତୁ ଓ ଜିରୋ ଟଲେରାନ୍ସ, ୫-ଟିର ଆଧାରରେ ଉଚ୍ଚଶିକ୍ଷା ବିଭାଗରେ ହୋଇଥିବା ବ୍ୟାପକ କେଳେଙ୍କାରୀର ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଶ୍ରୀ ମହାପାତ୍ର କହିଛନ୍ତି । ଏହି ଅବସରରେ ରାଜ୍ୟ ମୁଖପାତ୍ର ଶ୍ରୀ ଅନିଲ ବିଶ୍ୱାଳ ଉପସ୍ଥିତ ଥିଲେ ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

BREAKING: ତେଜେଶ୍ବର, ମନୋଜ, ଅନିଲଙ୍କୁ ବିଜେପି ମୁଖପାତ୍ର ଭାବେ ମିଳିଲା ନିଯୁକ୍ତି

ଭୁବନେଶ୍ବର: ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ମିଶିଥିବା ନୂଆ ନେତାଙ୍କୁ ମିଳିଛି ନୂଆ ନିଯୁକ୍ତି। ସେମାନେ ହେଲେ ମନୋଜ ମହାପାତ୍ର, ଅନିଲ ବିଶ୍ୱାଳ ଏବଂ ତେଜେଶ୍ୱର ପରିଡା।ଏହି ତିନିଜଣଙ୍କୁ ଆଜି ଦଳ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛି।

ଦଳୀୟ ମିଡଆ ବିଭାଗକୁ ଆହୁରି ଅଧିକ ସୁଦୃଢ କରିବା ପରିପ୍ରେକ୍ଷୀରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ଏହି ୩ ଜଣଙ୍କୁ ରାଜ୍ୟ ମୁଖପାତ୍ର ଦାୟୀତ୍ୱ ପ୍ରଦାନ କରାଯାଇଛି। ଏ ନେଇ ରାଜ୍ୟ ଗଣମାଧ୍ୟମର ମୁଖ୍ୟ ତଥା ପ୍ରବକ୍ତା ଦିଲୀପ ମଲ୍ଲିକ ସୂଚନା ଦେଇଛନ୍ତି।

ତେଜେଶ୍ବର ପରିଡା ବିଜେଡିର ମୁଖପାତ୍ର ଭାବେ ଦୀର୍ଘଦିନ ଧରି କାର୍ଯ୍ୟ କରିଆସୁଥିଲେ। ସେ ନିକଟରେ ବିଜେପିରେ ଯୋଗ ଦେଇଛନ୍ତି। ସେହିପରି ମନୋଜ ମହାପାତ୍ର ମଧ୍ୟ କଂଗ୍ରେସର ମୁଖପାତ୍ର ଭାବେ କାର୍ଯ୍ୟ କରୁଥିଲେ। ସେ ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଧର୍ମେନ୍ଦ୍ର ଏମିତି କାହିଁକି କଲେ? ମନୋଜ ମିଶ୍ରଣ ବେଳକୁ ଆସିଲେ, ତେଜେଶ୍ବର ବେଳକୁ ନାହିଁ

ଭୁବନେଶ୍ବର: ଓଡିଶା ବିଧାନାସଭା ନିର୍ବାଚନ ଆହୁରି ପ୍ରାୟ ବର୍ଷେ ପାଖାପାଖି ରହିଛି। ହେଲେ ଓଡିଶା ରାଜନୀତି ଏବେ ବେଶ୍ ସକ୍ରିୟ ହୋଇଯାଇଛି। ସାଧାରଣତଃ ନିର୍ବାଚନର କିଛି ମାସ ପୂର୍ବରୁ ଦଳ ଡିଆଁ ପର୍ବ ହୋଇଥାଏ। ହେଲେ ଏବେଠାରୁ ଏହି ଦଳବଦଳ ଉତ୍ସବ ଆରମ୍ଭ ହୋଇଯାଇଛି। ବିଶେଷ ଭାବେ ବିଜେଡି ଓ ବିଜେପି ଦଳରୁ ନେତାମାନେ ଡିଆଁଡିଇଁ ଆରମ୍ଭ କରିସାରିଲେଣି।

ସେହିପରି ଉତ୍ସବ ଗତ କିଛିଦିନ ଧରି ବିଜେପି ରାଜ୍ୟ କାର୍ଯ୍ୟଳୟରେ ଆୟୋଜିତ ହେବାରେ ଲାଗିଛି। ଏହି ଉତ୍ସବ ବିଜେପି ପାଇଁ କେତେ ଲାଭ ବା କ୍ଷତି ହେବ ତାହା ଭିନ୍ନ କଥା। କିନ୍ତୁ ଏହି ଉତ୍ସବରୁ ବାରି ହୋଇପଡୁଛି ଦଳ ଭିତରେ ଥିବା ଅନ୍ତଃଦ୍ବନ୍ଦ। କାରଣ କେଉଁ ନେତା କାହାକୁ ଦଳକୁ ଆଣିଲେ ଆଉ ସେହି ମିଶ୍ରଣ ଉତ୍ସବରେ କିଏ ଟୋପି ପିନ୍ଧାଇବ ତାହା ହିଁ ଏହି ଅନ୍ତଃଦ୍ବନ୍ଦକୁ ପଦାରେ ପକାଇଛି। ଏହାର ପ୍ରମାଣ ଗତି କିଛିଦିନ ତଳେ ଦୁଇଟି ମିଶ୍ରଣ ପର୍ବରୁ ସ୍ପଷ୍ଟ ହୋଇଛି।

ଗତ ସେପ୍ଟେମ୍ବର ୩୦ ତାରିଖରେ ବିଜେଡିର ମୁଖପାତ୍ର ତଥା କେନ୍ଦ୍ରାପଡାର ଯୁବ ନେତା ତେଜେଶ୍ବର ପରିଡା ବିଜେପିରେ ମିଶିଲେ।  ତାଙ୍କ ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟ ପ୍ରଭାରୀ ପ୍ରମୁଖ ରହିଲେ। ସେଦିନ ସେହି ଅଫିସ ଭିତରେ ଖୋଦ ରାଜ୍ୟ ବିଜେପିର ହର୍ତ୍ତାକର୍ତ୍ତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ। ହେଲେ ମିଶ୍ରଣ ପର୍ବକୁ ଆସିଲେ ନାହିଁ। ଦୁଇ ମିନଟ ପାଇ ମଧ୍ୟ ମିଶ୍ରଣ ପର୍ବରେ ନିଜକୁ ସାମିଲ ନ କରି ଅଫିସରେ ଅନ୍ୟକାମ ପାଇଁ ବସି ରହିଲେ।

ସେହିପରି ଆଉ ଏକ ଘଟଣାକୁ ଦେଖିବା। ଏଇ ଅକ୍ଟୋବର ୪ ତାରିଖରେ ବିଜେପିରେ ମିଶିଲେ କଂଗ୍ରେସର ମୁଖପାତ୍ର ମନୋଜ ମହାପାତ୍ର ଏବଂ ତାଙ୍କ ସମର୍ଥକ। ସେହି ମିଶ୍ରଣ ପର୍ବରେ କିନ୍ତୁ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ମନୋଜ ଏବଂ ତାଙ୍କ ସମର୍ଥକଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ସ୍ବାଗତ କରିଥିଲେ। ତେବେ ପ୍ରଶ୍ନ ଉଠୁଛି ଯେ, ଧର୍ମେନ୍ଦ୍ର ଏପରି କାହିଁକି କଲେ। ତେଜେଶ୍ବର କଣ ଭୁଲ କଲେ ଯେ, ସେ ଅଫିସରେ ଥାଇ ମଧ୍ୟ ତାଙ୍କୁ ସ୍ବାଗତ କଲେ ନାହିଁ। ଆଉ ମନୋଜ ମହାପାତ୍ର କଣ ହେଲେ ଯେ ତାଙ୍କୁ ସ୍ବାଗତ କଲେ।

ଏହାର କାରଣରେ ଏତିକି କୁହାଯାଇପାରେ ଯେ, ତେଜେଶ୍ବରଙ୍କୁ ବୈଜୟନ୍ତ ପଣ୍ଡା ଆଣିଛନ୍ତି। ତେଣୁ ସେ ସେହି କାର୍ଯ୍ୟକ୍ରମରେ ରହିବା ଉଚିତ ମଣିଲେ ନାହିଁ। ଏହା ନୁହେଁ ଯେ, ତେଜେଶ୍ବର ବିଜେପିରେ ସାମିଲ ହେବା ପୂର୍ବରୁ ଧର୍ମେନ୍ଦ୍ରଙ୍କ ସହିତ କଥା ହୋଇ ନ ଥିବେ।  ଏହା ନୁହେଁ ଯେ ଧର୍ମେନ୍ଦ୍ର ଏହି ମିଶ୍ରଣକୁ ଅନୁମତି ଦେଇ ନ ଥିବେ। ତାଙ୍କ ଜାଣତରେ ଏହା ନିଶ୍ଚିତ ହୋଇଥିବା। ହେଲେ ସେ ଏହି ମିଶ୍ରଣ ପର୍ବରେ ଯୋଗଦେବାକୁ ଉଚିତ ମନେ କଲେ ନାହିଁ। ଏହା ହିଁ ସ୍ପଷ୍ଟ ଯେ, ବୈଜୟନ୍ତ ଆଉ ଧର୍ମେନ୍ଦ୍ର ମଧ୍ୟରେ ରାଜନୈତିକ ସଂପର୍କ କିପରି ରହିଛି।

ବିଗତ ଦିନକୁ ଦେଖିଲେ ଏହା ସ୍ପଷ୍ଟ ଯେ, ଦଳର ଏମିତି କୌଣସି ମିଶ୍ରଣ ପର୍ବ ନାହିଁ ଯାହା କି ଧର୍ମେନ୍ଦ୍ର ଓଡିଶାରେ ଥିବେ ଆଉ ଏଥିରେ ଯୋଗ ଦେବେ ନାହିଁ। କୌଣସି ନେତା ବିଜେପିର ସାମିଲ ହେବାକୁ ଥିଲେ ଧର୍ମେନ୍ଦ୍ର ଦିଲ୍ଲୀରୁ ଦୈଡି ଆସନ୍ତି। ନିଜେ ମିଶ୍ରଣ ପୂର୍ବର ସମସ୍ତ କଥାବାର୍ତ୍ତା କରି ଦିନ ଧର୍ଯ୍ୟ କରନ୍ତି। ହେଲେ ସେଦିନ ଖୋଦ ଧର୍ମେନ୍ଦ୍ର ମିଶ୍ରଣ ପର୍ବ ବେଳେ ଦଳୀୟ କାର୍ଯ୍ୟାଳୟରେ ରହି ଏଥିରେ ଯୋଗ ନ ଦେବା ଏବଂ ମନୋଜ ମହାପାତ୍ରଙ୍କ ମିଶ୍ରଣରେ ଯୋଗ ଦେବାକୁ ନେଇ ଚର୍ଚ୍ଚା ଚାଲିଛି।

ତେବେ ଏ ସବୁ ବାଦବିବାଦ ଭିତରେ ତେଜେଶ୍ବର ପରିଡାଙ୍କ ରାଜନୈତିକ ଭବିଷ୍ୟତ କଣ ହେବ ତାହା ସନ୍ଦେହ ଜନକ। କାରଣ ‘ପ୍ରଧାନ’ ଆଉ ‘ପଣ୍ଡା’ ଙ୍କ ବଳ କଷାକଷି ମଝିରେ ‘ପରିଡା’ ଲହୁଲୁହାଣ ହୋଇଯିବାର ଆଶଙ୍କା ସୃଷ୍ଟି ହୋଇଛି।

Categories
ବିଶେଷ ଖବର ରାଜ୍ୟ ଖବର

ରାଜ୍ୟ ସରକାରଙ୍କୁ କଂଗ୍ରେସର କଡା ସମାଲୋଚନା, କହିଲେ ଏପରି କଥା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ବାରମ୍ବାର କୁହନ୍ତି ଆଇନ୍ ତା’ ବାଟରେ ଯିବ । କିନ୍ତୁ ଆଇନ ନା ତା’ ବାଟରେ ଯାଉଛି ନା ଅପରାଧିମାନଙ୍କୁ ଧରିବା ବାଟରେ ଯାଉଛି । ରାଜ୍ୟରେ ସଂଗଠିତ ହେଉଥିବା ଅପରାଧିଗୁଡ଼ିକରେ ଶାସକ ବିଜୁ ଜନତା ଦଳର ନେତା, ମନ୍ତ୍ରୀମାନଙ୍କର ସମ୍ପ୍ରତି ଯୋଗୁଁ ଆଇନ ରାଜ୍ୟରେ ସଂପୂର୍ଣ୍ଣ ଭାବେ ଅବଟାରେ ଯାଉଛି ବୋଲି ବିଜୁ ଜନତା ଦଳ ଓ ସରକାରଙ୍କୁ କଡ଼ା ଟାର୍ଗେଟ କରିଛି କଂଗ୍ରେସ ।

କଂଗ୍ରେସ ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ କଂଗ୍ରେସ ମୁଖପାତ୍ର ଶ୍ରୀ ମନୋଜ ମହାପାତ୍ର କହିଲେ ଯେ, ମୁଖ୍ୟମନ୍ତ୍ରୀ ସବୁବେଳେ ଆଇନ ତା’ ବାଟରେ ଯିବ ବୋଲି କହନ୍ତି । କେବଳ ମୁଖ୍ୟମନ୍ତ୍ରୀ ନୁହେଁ, ବିଜୁ ଜନତା ଦଳର ବରିଷ୍ଠ ନେତା ମନ୍ତ୍ରୀ ଓ ସାଧାରଣ ସଦସ୍ୟ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କର ଏହି ଉକ୍ତିକୁ ବହୁଳ ଭାବରେ ପ୍ରଚାର ଓ ପ୍ରସାର କରନ୍ତି ।

ବୋଧହୁଏ ଶାସକ ବିଜୁ ଜନତା ଦଳର ନେତା, ମନ୍ତ୍ରୀମାନେ ଭାବନ୍ତି ଯେ, ଆଇନ୍ ତା’ ବାଟରେ ପଳେଇବ କିନ୍ତୁ ସେଥିପାଇଁ ବିଜୁ ଜନତା ଦଳର ନେତା, କର୍ମୀମାନେ ଅପରାଧ କରିବାକୁ ପଛଉନାହାଁନ୍ତି । ଅପରାଧ ନିୟନ୍ତ୍ରଣ ଦାୟିତ୍ୱରେ ଥିବା ପୁଲିସ୍ ପ୍ରଶାସନ ଏହି ଶାସକ ଦଳ ସମର୍ଥିତ ଗୁଣ୍ଡାମାନଙ୍କର ସମର୍ଥକ ହୋଇଥିବା ସେ ଅଭିଯୋଗ କରିଥିଲେ ।

ରାଜ୍ୟ ସରକାର ମାନ୍ୟବର ସୁପ୍ରିମ୍‌କୋର୍ଟରେ ଆଫିଡେବିଟ୍ ଦେଇ ପରୋକ୍ଷରେ ସ୍ୱୀକାର କରିଛନ୍ତି ନାରୀ ନିର୍ଯ୍ୟାତନା, ଧର୍ଷଣ, ହତ୍ୟା ଓ ନାବାଳିକା ନିର୍ଯ୍ୟାତନାରେ ଓଡ଼ିଶା ଦେଶରେ ସର୍ବାଗ୍ରେ । ନାରୀ ନିର୍ଯ୍ୟାତନାରେ ଅପବାଦ ମୁଣ୍ଡାଇଥିବା ଓଡ଼ିଶା ଯୋଗୁଁ ବୋଧହୁଏ ରାଜ୍ୟ ସରକାର ନାରୀ ପ୍ରତି ହେଉଥିବା ନିର୍ଯ୍ୟାତନା ମାମଲାରେ କେସ୍ ଦରଦ ନ କରିବାକୁ ପୁଲିସ୍ ପ୍ରଶାସନକୁ ଅଲିଖିତ ନିର୍ଦ୍ଦେଶ ଦେଇଛନ୍ତି । ସେଥିପାଇଁ ରାଜ୍ୟର ଲୋମହର୍ଷଣକାରୀ ହତ୍ୟାକାଣ୍ଡ ପ୍ରସଙ୍ଗରେ ପୁଲିସ୍ ଏତଲାକୁ ଦରଜ କରିନଥିଲା ।

ଅନ୍ୟପଟେ ଶାସକ ଦଳର ବିଧାୟକଙ୍କ ବିରୋଧି ଯୌନ ଶୋଷଣ ମାମଲା ଭୁବନେଶ୍ୱର ଖଣ୍ଡଗିରି ଥାନାରେ ପଞ୍ଜିକୃତ ହୋଇପାରୁନାହିଁ । ମାନ୍ୟବର ସୁପ୍ରିମ୍‌କୋର୍ଟ ସ୍ପଷ୍ଟଭାବେ ନିର୍ଦ୍ଦେଶ ଦେଇଛନ୍ତି ଯେ, କୌଣସି ସଙ୍ଗିନ୍ ଦଫା ମାମଲାରେ ପୁଲିସ୍ ଏତଲା ପଞ୍ଜିକରଣ କରିବାକୁ ବାଧ୍ୟ । କିନ୍ତୁ ରାଜ୍ୟରେ ନାରୀ ନିର୍ଯ୍ୟାତନା, ଧର୍ଷଣ, ହତ୍ୟା, ମହିଳା ଓ ଶିଶୁ ନିର୍ଯ୍ୟାତନା, ଅପହରଣ ମାମଲାରେ ମଧ୍ୟ ପୁଲିସ୍ ଜାଣିଶୁଣି ଅଭିଯୋଗଗୁଡ଼ିକର ପଞ୍ଜିକରଣ କରୁନାହିଁ, ଯାହା ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶନାମାର ଖୋଲା ଉଲଘଂନ ଏବଂ ପୁଲିସର ଏତାଦୃଶ ମନୋଭାବ ଜାରି ରହିଲେ ରାଜ୍ୟରେ ମହିଳା ଓ ନାବାଳିକାମାନେ ସୁରକ୍ଷିତ ନୁହଁନ୍ତି ।

ଯେଉଁଥିପାଇଁ ଅସନ୍ତୋଷସ୍ୱରୂପ ରାଜ୍ୟରେ ବି.ଜେ.ଡ଼ି ସେ ବେଟି ବଚାଓ ଭଳି ସ୍ଲୋଗାନ ଆରମ୍ଭ ହୋଇଗଲାଣି । ମହିଳା ସଶକ୍ତିକରଣର ନାରା ଦେଉଥିବା ରାଜ୍ୟ ସରକାର ପ୍ରକୃତରେ ମହିଳାଙ୍କୁ ଶୋଷଣ କରୁଛି । ମମିତା, ମାଧବୀଲତା, ଇତିଶ୍ରୀ, କୁନ୍ଦୁଲି, ବେବିନା ଭଳି ବହୁ ଯୁବତୀଙ୍କୁ ହତ୍ୟା କରାଯାଉଛି ଏବଂ ଏ ଘଟଣାର ହତ୍ୟାକାରୀମାନେ ଆଇନର ପରିଧି ଭିତରେ ଆସୁନାହାନ୍ତି ।

ପ୍ରତ୍ୟେକ ଅପରାଧି ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀମାନଙ୍କ ଉପରେ ଶାସକ ବିଜୁ ଜନତା ଦଳର ନେତାମନ୍ତ୍ରୀ, ପ୍ରଶାସନ ଓ ପୁଲିସ୍‌ର ପ୍ରସନ୍ନ ଆର୍ଶିବାଦ ଥିବା ଭଳି ମନେ ହେଉଛି । ଅପରାଧିଙ୍କୁ ଦଣ୍ଡିତ କରିବାକୁ ଗଠିତ ହେଉଥିବା ଏ ବ୍ୟବସ୍ଥାର ଅବ୍ୟବସ୍ଥା ଯୋଗୁଁ ଆମ ପୂର୍ବ ପୁରୁଷମାନେ ଦୁଃଖିତ ହେଉଥିବେ । ଏହି ସମ୍ବାଦିକ ସମ୍ମିଳନୀରେ ବରିଷ୍ଠ ନେତା ଓ ମୁଖପାତ୍ର ମନୋରଞ୍ଜନ ଦାସ ଓ ଅମିୟ ପାଣ୍ଡବ ଉପସ୍ଥିତ ଥିଲେ ।