Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ୱର ଓ ପୁରୀ ରେଳ ଷ୍ଟେସନ ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

ଭୁବନେଶ୍ବର: ପୂର୍ବତଟ ରେଳପଥ ମହାପ୍ରବନ୍ଧକ ମନୋଜ ଶର୍ମା ଆଜି ଭୁବନେଶ୍ୱର ଓ ପୁରୀ ଷ୍ଟେସନ ନିରୀକ୍ଷଣ କରିବା ସହିତ ପୁରୀ ଷ୍ଟେସନ ନିକଟସ୍ଥ ଟ୍ରେନ୍ କୋଚ୍ ରକ୍ଷଣାବେକ୍ଷଣ ଡିପୋ ଯାଞ୍ଚ କରିଛନ୍ତି। ଏହା ସହିତ ଯାତ୍ରୀମାନଙ୍କ ସୁବିଧା ପାଇଁ ଟ୍ରେନ୍ କୋଚରେ ପ୍ରଦାନ କରାଯାଉଥିବା ସୁବିଧାଗୁଡ଼ିକର ମଧ୍ୟ ଏହାରୀ ଶର୍ମା ଯାଞ୍ଚ କରିଛନ୍ତି।

ଶ୍ରୀ ଶର୍ମା ଭୁବନେଶ୍ୱର ଷ୍ଟେସନ ପରିଦର୍ଶନ କରି ଚାଲୁ ରହିଥିବା ବିଶ୍ୱସ୍ତରୀୟ ରେଳ ଷ୍ଟେସନ କାର୍ଯ୍ୟ ସମୀକ୍ଷା କରିଥିଲେ। ଭୁବନେଶ୍ୱର ଠାରେ ଅତି ସୁନ୍ଦର ଷ୍ଟେସନ ବିଲଡିଂ ନିର୍ମାଣ କାର୍ଯ୍ୟ ଅନ୍ତର୍ଭୁକ୍ତ ଥିବାବେଳେ ଅନୁସଙ୍ଗିକ ଯାତ୍ରୀ ସୁବିଧା ଓ ପରିସେବା ସ୍ଥାନ ପାଇବ। ପୁରୀ ରେଳ ଷ୍ଟେସନର ବିଶ୍ୱ ସ୍ତରୀୟ ଭିତ୍ତିଭୂମି ଏବଂ ଆଧୁନିକ ଯାତ୍ରୀ ସୁବିଧା ସହିତ ପୁନଃ ବିକାଶ ପାଇଁ ଚାଲିଥିବା କାର୍ଯ୍ୟଗୁଡ଼ିକର ସମୀକ୍ଷା କରିବା ସହିତ ଏହି ପ୍ରକଳ୍ପ କାର୍ଯ୍ୟକୁ ଏକ ଆଦର୍ଶ ନିର୍ମାଣ କାର୍ଯ୍ୟ କରାଇବାକୁ ସଂପୃକ୍ତ ଅଧିକାରୀମାନଙ୍କୁ ଶ୍ରୀ ଶର୍ମା ନିର୍ଦ୍ଦେଶ ଦେଇଛନ୍ତି।

ଉଚ୍ଚମାନର ଯାତ୍ରୀ ସୁବିଧା ଯୋଗାଇବା ଉପରେ ଗୁରୁତ୍ୱାରୋପ କରି ଶ୍ରୀ ଶର୍ମା ଉପଯୁକ୍ତ ପରିଷ୍କାର ପରିଚ୍ଛନ୍ନତା ଏବଂ କୋଚର ସ୍ୱଚ୍ଛତା ବଜାୟ ରଖିବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ପିଟ୍ ଲାଇନ୍ ଯାଞ୍ଚ କରିବା ସମୟରେ ଶ୍ରୀ ସୁନକର କୋଚ୍ ଗୁଡିକର ସଫେଇ କାର୍ଯ୍ୟ, ଚାର୍ଜିଂ, ପାଣି ଭରିବା ସହିତ କୋଚ୍ ରକ୍ଷଣାବେକ୍ଷଣ ଉପରେ ଗୁରୁତ୍ୱାରୋପ କରିଥିବା ସହ ଟ୍ରେନ ରେକ୍ ର ପ୍ରତ୍ୟେକ କୋଚ୍ ଗୁଡିକର ସହଜ ସୁବିଧା ଯୋଗାଇବା ପାଇଁ ଆବଶ୍ୟକୀୟ ସୁବିଧା ପ୍ରଦାନ କରିବାକୁ କହିଛନ୍ତି।

ଯାତ୍ରୀ କୋଚଗୁଡିକର ପ୍ରାଥମିକ ରକ୍ଷଣାବେକ୍ଷଣ ପାଇଁ ପିଟ୍ ଲାଇନ୍ ହେଉଛି ପ୍ରମୁଖ ଭିତ୍ତିଭୂମି ସୁବିଧା। ପ୍ରତ୍ୟେକ ନିର୍ଦ୍ଧାରିତ ଯାତ୍ରା ପରେ, ଅଣ୍ଡର-ଗିଅର ପରୀକ୍ଷା, ବ୍ରେକିଂ ସିଷ୍ଟମ ଯାଞ୍ଚ, ବୈଦ୍ୟୁତିକ ରକ୍ଷଣାବେକ୍ଷଣ, ସଫେଇ କରିବା, କୋଚର ଉଭୟ ବାହ୍ୟ ଏବଂ ଆଭ୍ୟନ୍ତରୀଣ ଅଂଶ ଧୋଇବା, କୋଚ୍‌ ଗୁଡିକ ମଧ୍ୟରେ ଯାତ୍ରୀ ପରିସେବା ଗୁଡିକର ଫିଟିଙ୍ଗ ଏବଂ ଜଳ ଭରିବା ଯାଞ୍ଚ କରାଯାଇଥାଏ।

ପୁରୀ ରେଳ ଷ୍ଟେସନରେ ଯୋଗାଇ ଦିଆଯାଇଥିବା ଯାତ୍ରୀ ପରିସେବା ମୁଖ୍ୟତ ଯାତ୍ରୀମାନଙ୍କ ପାଇଁ ବିଶେଷକରି ପର୍ଯ୍ୟଟକ ଏବଂ ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଲକ୍ଷ୍ୟ ରଖାଯାଇଅଛି।

ଗତ ବର୍ଷ ରଥ ଯାତ୍ରା ସମୟରେ ମାନ୍ୟବର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀ ରେଳ ଷ୍ଟେସନରେ ପ୍ରଦାନ କରାଯାଇଥିବା ଭିତ୍ତିଭୂମି ସୁବିଧା ସହିତ ଯାତ୍ରୀ ପରିସେବା ତଥା ସୁବିଧା ନିରୀକ୍ଷଣ କରିଥିଲେ।

ତେଣୁ, ପୂର୍ବତଟ ରେଳପଥ ମହାପ୍ରବନ୍ଧକ ଶ୍ରୀ ଶର୍ମାଙ୍କ ପରିଦର୍ଶନ ପୁରୀରେ ସର୍ବୋତ୍ତମ ସୁବିଧା ଏବଂ ଯାତ୍ରୀମାନଙ୍କ ଆରାମ ପାଇଁ ସୁବିଧା ପ୍ରଦାନ କରାଯାଉଥିବା ପରିସେବା ଗୁଡିକର ଅଗ୍ରଗତି ଦିଗରେ ପୂର୍ବ ତଟ ରେଳପଥର ନିରନ୍ତର ପ୍ରୟାସକୁ ପରିପୂର୍ଣ୍ଣ କରିବା କ୍ଷେତ୍ରରେ ଏକ ମହତ କାର୍ଯ୍ୟ ଅଟେ।

ଏହି ନିରୀକ୍ଷଣ ସମୟରେ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ରିଙ୍କେଶ ରାୟଙ୍କ ସହ ପୂର୍ବତଟ ରେଳପଥ ମୁଖ୍ୟାଳୟ ଏବଂ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳର ବରିଷ୍ଠ ଅଧିକାରୀମାନେ ଶ୍ରୀ ଶର୍ମାଙ୍କୁ ସହାୟତା କରିଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ପୂର୍ବ ତଟ ରେଳପଥର ନୂତନ ମହାପ୍ରବନ୍ଧକ ହେଲେ ମନୋଜ ଶର୍ମା

ଭୁବନେଶ୍ବର: 1985 ବ୍ୟାଚ୍ ର ଭାରତୀୟ ରେଳ ଇଞ୍ଜିନିୟରିଂ ସେବା (ଆଇଆରଏସ୍ଇ) ର ଅଧିକାରୀ ମନୋଜ ଶର୍ମା ମହାପ୍ରବନ୍ଧକ ଭାବରେ ପୂର୍ବ ତଟ ରେଳପଥରେ ଯୋଗ ଦେଇଛନ୍ତି।

ଏହା ପୂର୍ବରୁ ଶ୍ରୀ ଶର୍ମା ମୁମ୍ବାଇରେ କେନ୍ଦ୍ରୀୟ ରେଳବାଇ (CR) ର ମୁଖ୍ୟ ପ୍ରଶାସନିକ ଅଧିକାରୀ (ନିର୍ମାଣ) ଭାବରେ କାର୍ଯ୍ୟ କରୁଥିଲେ। ସେ ପଶ୍ଚିମ ରେଳବାଇରେ ଡିଭିଜନାଲ ରେଲୱେ ମ୍ୟାନେଜର (ଡିଆରଏମ)/ରତଲାମ, ଉତ୍ତର ରେଳବାଇରେ ମୁଖ୍ୟ ଇଞ୍ଜିନିୟର, ଭାରତର ଜାତୀୟ ରାଜପଥ ପ୍ରାଧିକରଣ (N.H.A.I.), ଦିଲ୍ଲୀରେ ମୁଖ୍ୟ ଜେନେରାଲ ମ୍ୟାନେଜର,ଏବଂ ଲଖନଉ ରେ ଅନୁସନ୍ଧାନ ଡିଜାଇନ୍ ଏବଂ ମାନକ ସଂଗଠନରେ ଯୁଗ୍ମ ନିର୍ଦ୍ଦେଶକ/ନିର୍ଦ୍ଦେଶକ (R.D.S.O) ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ।

ଶର୍ମା 1987 ରେ ଭାରତୀୟ ରେଳବାଇରେ ଯୋଗ ଦେଇଛନ୍ତି। ସେ ରୁରକି ବିଶ୍ୱବିଦ୍ୟାଳୟରୁ ସିଭିଲ୍ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି ଏବଂ ଆଇ ଆଇ ଟି ଦିଲ୍ଲୀରୁ ଏମ ଟେକ କରିଛନ୍ତି। ପ୍ରୋଜେକ୍ଟ ନିର୍ମାଣ ଏବଂ କାର୍ଯ୍ୟକ୍ଷମ କରିବାରେ ତାଙ୍କର ବହୁଳ ଅଭିଜ୍ଞତା ରହିଛି।  ସେ ବିଭିନ୍ନ ମନ୍ତ୍ରଣାଳୟରେ, ଯେପରିକି RDSO,ଲଖନଉ, NHAI ଇତ୍ୟାଦି ଭଳି ବିଭିନ୍ନ ସରକାରୀ କ୍ଷେତ୍ରରେ ବିଭିନ୍ନ କ୍ଷମତାରେ କାର୍ଯ୍ୟ କରିଛନ୍ତି।

ଶ୍ରୀ ଶର୍ମା ଅତ୍ୟନ୍ତ ପ୍ରତିବଦ୍ଧ ଏବଂ ନିଷ୍ଠାପର ଅଧିକାରୀ ଏବଂ ତାଙ୍କର ଭାରତୀୟ ରେଳବାଇର କାର୍ଯ୍ୟ କାରିତା ଉପରେ ଉଜ୍ଜ୍ୱଳ ଜ୍ଞାନ ଏବଂ କାର୍ଯ୍ୟ ଦକ୍ଷତା ରହିଛି, ସକ୍ରିୟ ଆଭିମୁଖ୍ୟ ଏବଂ ସମସ୍ୟା ସମାଧାନ କୌଶଳ ରହିଛି, ସର୍ବଦା ଅତିରିକ୍ତ ଦାୟିତ୍ ବହନ କରିବାରେ ତତ୍ପର ରହିଥାନ୍ତି । ପ୍ରତ୍ୟେକ କାର୍ଯ୍ୟକୁ ଏକ ଆହ୍ୱାନ ଭାବରେ ଗ୍ରହଣ କରି ଶ୍ରୀ ଶର୍ମା ସର୍ବଦା ଭାରତୀୟ ରେଳବାଇର ଲକ୍ଷ୍ୟାଧର୍ଯ୍ୟ ପୂରଣ କରିବାରେ ଚେଷ୍ଟା କରିଥାନ୍ତି।

I.I.T, ଦିଲ୍ଲୀରୁ MTech ବ୍ୟତୀତ, ଶ୍ରୀ ଶର୍ମା ବିଭିନ୍ନ ସରକାରୀ ସଂସ୍ଥାରେ ଏବଂ ମନ୍ତ୍ରଣାଳୟରେ ଭିନ୍ନ ଭିନ୍ନ କ୍ଷମତାରେ କାର୍ଯ୍ୟ କରୁଥିବାବେଳେ ବହୁ ବର୍ଷ ଧରି ସେହି ସବୁ କାର୍ଯ୍ୟ ଶୈଳୀର ଦକ୍ଷତା ଏବଂ ଅଭିଜ୍ଞତା କୁ ଏକାଠି କରିବାରେ ସଫଳ ହେଇଛନ୍ତି।  ଏତଦବ୍ୟତୀତ ଶ୍ରୀ ଶର୍ମା 2011 ମସିହାରେ ଦିଲ୍ଲୀର ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ପବ୍ଲିକ୍ ଆଡମିନିଷ୍ଟ୍ରେସନରୁ ତାଙ୍କର ପବ୍ଲିକ୍ ଆଡମିନିଷ୍ଟ୍ରେସନ୍ ପାଠ୍ୟକ୍ରମ ମଧ୍ୟ ସମ୍ପୂର୍ଣ କରିଛନ୍ତି।