Categories
ଆଜିର ଖବର ରାଜ୍ୟ ଖବର

ମନ୍ତ୍ରୀ ପରିଷଦଙ୍କ ସପ୍ତମ ବୈଠକ: ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ଉପସ୍ଥ।ପନ ଓ ସବିଶେଷ ଆଲୋଚନା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦଙ୍କ ସପ୍ତମ ବୈଠକ  ଆଜି ଲୋକ ସେବା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା, ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟଗଣ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅନ୍ୟ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କମିଶନର ଓ ଶାସନ ସଚିବ ଏବଂ  ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ।  

ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ରାଜ୍ୟ ଗଠନର ଶତବାର୍ଷିକୀ ପାଳନ ଅବସରରେ ସରକାର ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ସମୃଦ୍ଧ ଏବଂ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ଏକ ଉଚ୍ଚାଭିଳାଷୀ ସଂକଳ୍ପ ନେଇଛନ୍ତି। ୨୦୪୭ ସୁଦ୍ଧା ଆମ ଦେଶକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବାର ଲକ୍ଷ୍ୟ ହାସଲ ଦିଗରେ ମଧ୍ୟ ଏହା ସହାୟକ ହେବ। ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ମାର୍ଗଦର୍ଶନ ଏବଂ  ନୀତି ଆୟୋଗଙ୍କ ସହଯୋଗରେ ସରକାର ଅଗଷ୍ଟ ୨୦୨୪ ଠାରୁ ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି।  ଅନ୍ତର୍ଭୁକ୍ତି , ସମୃଦ୍ଧି ଓ ସମ୍ପନ୍ନତା ଏହି ଭିଜନ ଦସ୍ତାବିଜ ର ଆଧାର। ୨୦୪୭ ସୁଦ୍ଧା ୧.୫ ଟ୍ରିଲିୟନ ଆମେରିକୀୟ ଡଲାର  ମୂଲ୍ୟର ଜିଏସଡିପି ବା  ରାଜ୍ୟ ସାମଗ୍ରିକ ଘରୋଇ ଉତ୍ପାଦ ଲକ୍ଷ୍ୟ ହାସଲ କରିବା ଏବଂ ଭାରତର ଜିଡିପିର ୫% ଅଂଶଦାର ହେବା ପାଇଁ ଓଡିଶା ଏପର୍ଯ୍ୟନ୍ତ ହାସଲ କରିଥିବା ଅର୍ଥନୈତିକ ଅଭିବୃଦ୍ଧି ହାର କୁ ଅତିକ୍ରମ କରିବା ସହ ଏହାକୁ ଦ୍ରୁତତର କରିବା ଆବଶ୍ୟକ।

ସେ କହିଥିଲେ ଯେ  ଏହା  ଆମ ପାଇଁ ଏକ ଆହ୍ବାନ ଓ ସୁଯୋଗ। ସହଯୋଗୀ ପରିବେଶ, ସରକାରୀ-ବେସରକାରୀ ନିବେଶ, କାର୍ଯ୍ୟାନ୍ୱୟନ ଜନିତ ସହାୟତା ଓ ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ ସମନ୍ୱୟ ବ୍ୟବସ୍ଥା ସହ ଏହି ଲକ୍ଷ୍ଯ ହାସଲ ହୋଇପାରିବ। ୨୦୩୬ ସୁଦ୍ଧା ପ୍ରମୁଖ କ୍ଷେତ୍ରଗୁଡ଼ିକରେ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇବା ପାଇଁ ଲକ୍ଷ୍ୟ ରଖାଯାଇଥିବା ୩୬ଟି ସର୍ବୋଚ୍ଚ ପ୍ରାଥମିକ କାର୍ଯ୍ୟକ୍ରମ ଚିହ୍ନଟ କରି ଏକ ରଣନୈତିକ ପଦକ୍ଷେପ ୩୬ ପାଇଁ ୩୬ଆରମ୍ଭ କରି ଓଡ଼ିଶାର ଅଭିବୃଦ୍ଧିର ପରିବର୍ତ୍ତନ ଯାତ୍ରାକୁ ତ୍ୱରାନ୍ୱିତ କରାଯିବ। ମନ୍ତ୍ରୀ ପରିଷଦଙ୍କ ସୁଚିନ୍ତିତ ପରାମର୍ଶ ଓ ମାର୍ଗଦର୍ଶନ ଦ୍ଵାରା ଚିଠା କୁ ଚୂଡ଼ାନ୍ତ ରୂପ ଦେବା ସମ୍ଭବ ହେବ, ଏବଂ ତଦନୁଯାୟୀ ସେଥିରେ ସ୍ଥାନିତ ଲକ୍ଷ୍ୟ ଗୁଡିକର ସଫଳ ରୂପାୟନ ପାଇଁ ଏକ କାର୍ଯ୍ୟାନ୍ବୟନ ଖସଡା ପ୍ରସ୍ତୁତ କରାଯାଇ ପାରିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ବୈଠକରେ  ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧିହାର ହାସଲ କରିବାକୁ ରପ୍ତାନୀ ଭିତ୍ତିକ ଉତ୍ପାଦନ ର ଆବଶ୍ୟକତା ଓ ବିଭିନ୍ନ ନିୟମାବଳୀର ଅନୁପାଳନ ଓ ସରକାରୀ ନିୟନ୍ତ୍ରଣ ର ପ୍ରତିବନ୍ଧକ  ହ୍ରାସ ସମ୍ବନ୍ଧରେ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ସୂଚନା ପ୍ରଦାନ କରିଥିଲେ। ତତ୍ପରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏବଂ ୬ ଟି ସଚିବ ସ୍ତରୀୟ କ୍ଷେତ୍ରୀୟ ଗୋଷ୍ଠୀ ର ସଦସ୍ୟ ମାନେ ଭିଜନ ଦସ୍ତାବିଜର ବିଭିନ୍ନ ଦିଗ ଓ ଲକ୍ଷ୍ଯ ସହ ୩୬ ପାଇଁ ୩୬ ଗୁରୁତ୍ୱପୂର୍ଣ୍ଣ ପ୍ରାଥମିକତା ଗୁଡିକୁ ମିଳିତ ଭାବେ ଉପସ୍ଥାପନା କରିଥିଲେ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଭିତ୍ତିଭୂମି କ୍ଷେତ୍ରକୁ ଅଧିକ ପ୍ରାଥମିକତା ଦେବାର ଆବଶ୍ୟକତା ସମ୍ବନ୍ଧରେ ଗୁରୁତ୍ବାରୋପ   କରିବା ସହ  ରାସ୍ତା, ରେଳପଥ, ବନ୍ଦର ଓ ବିମାନ ଯୋଗାଯୋଗ ବ୍ୟବସ୍ଥା ର ସମ୍ପ୍ରସାରଣ ପାଇଁ ସ୍ଵତନ୍ତ୍ର ଯୋଜନା ପ୍ରଣୟନ ନିମନ୍ତେ ପରାମର୍ଶ ଦେଇଥିଲେ । ଏହି ଆଲୋଚନାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ବ ମନ୍ତ୍ରୀ ଶ୍ରୀଯୁକ୍ତ  ସୁରେଶ ପୂଜାରୀ, ପଞ୍ଚାୟତିରାଜ  ଓ ପାନୀୟଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀଯୁକ୍ତ ରବିନାରାୟଣ ନାୟକ, ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ
ଶ୍ରୀଯୁକ୍ତ ପୃଥ୍ବୀରାଜ  ହରିଚନ୍ଦନ, ଯୋଗାଣ ଓ ଖାଦ୍ଯ ସୁରକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ପାତ୍ର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀଯୁକ୍ତ ମୁକେଶ ମହାଲିଙ୍ଗ, ଗୃହ ଓ ନଗର ଉନ୍ନୟନ, ସାଧାରଣ ଉଦ୍ଯୋଗ  ମନ୍ତ୍ରୀ ଡ଼. କୃଷ୍ଣ ଚନ୍ଦ୍ର ମହାପାତ୍ର ବିଦ୍ୟାଳୟ ଓ ଗଣ ଶିକ୍ଷା, ଅନୁସୂଚିତ ଜନଜାତି ଓ  ଅନୁସୂଚିତ ଜାତି ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ  ଓ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀଯୁକ୍ତ ଗଣେଶରାମ ସିଂଖୁଣ୍ଟିଆ  ପ୍ରମୁଖ ସକ୍ରିୟ ଅଂଶଗ୍ରହଣ କରିବା ସହ ନିଜ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।

ବୈଠକରେ ସ୍ଥିର ହୋଇଥିଲା ଯେ, ଆଗାମୀ ୧୫  ଦିନ ମଧ୍ୟରେ ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ଉପରେ ରାଜ୍ୟର ୪ ଟି ସ୍ଥାନରେ ଆଞ୍ଚଳିକ କର୍ମଶାଳା ଅନୁଷ୍ଠିତ କରାଯିବ ସହ  ବିଭିନ୍ନ ସ୍ତରରେ ଜନ ପ୍ରତିନିଧି, ଜନସାଧାରଣ, ନାଗରିକ ସମାଜ, ବୁଦ୍ଧିଜୀବୀ ଙ୍କ ସହିତ ବିଚାରବିମର୍ଶ କରାଯାଇ ଏହି ଭିଜନ ଦସ୍ତାବିଜ କୁ ଚୂଡ଼ାନ୍ତ ରୂପରେଖ ପ୍ରଦାନ କରାଯିବ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ, ନିଆଗଲା ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଖାରବେଳ ଭବନ ଠାରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ସମସ୍ତ ବିଭାଗର ମନ୍ତ୍ରୀ ମାନଙ୍କ ଉପସ୍ଥିତିରେ ବିଭାଗଗୁଡ଼ିକର କାର୍ଯ୍ୟ ସମୀକ୍ଷା କରିଥିଲେ। ବିଭିନ୍ନ ବିଭାଗରେ କାର୍ଯ୍ୟକାରୀ ହେଉଥିବା ଜନାଭିମୁଖୀ କାଯ୍ୟକ୍ରମଗୁଡି଼କୁ ବ୍ୟାପକ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକ ରେ ବଜେଟ 2024-25 ମୁତାବକ ଅଦ୍ୟାବଧି ହୋଇଥିବା ଖର୍ଚ୍ଚ ଉପରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ। ଯେଉଁ ସବୁ ବିଭାଗ ରେ ଅଦ୍ୟାବଧି ଖର୍ଚ୍ଚ କମ ହୋଇଛି, ସେହିସବୁ ବିଭାଗକୁ ଖର୍ଚ୍ଚ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟ ସମସ୍ତ ବିଭାଗ ମାନଙ୍କୁ ମଧ୍ୟ ଅନୁରୂପ ଭାବେ ଆଗାମୀ ବଜେଟ ପୂର୍ବରୁ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ କାର୍ଯ୍ୟ କରି ଖର୍ଚ୍ଚ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସ୍ୱାସ୍ଥ୍ୟ ସେବା ଓ ଭିତ୍ତିଭୂମିର ଉନ୍ନତି, ସାମାଜିକ ସୁରକ୍ଷା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ କାର୍ଯ୍ୟକ୍ରମ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା। ପୂର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ତରଫରୁ ରାସ୍ତା ଓ ସେତୁ ନିର୍ମାଣର ଅଗ୍ରଗତି ସହ ଓଡ଼ିଶାରେ ଜାତୀୟ ରାଜପଥର ଉନ୍ନତିକରଣ ସମ୍ପର୍କରେ ଆଲୋଚନା କରାଯାଇଥିଲା। କୃଷି ବିଭାଗ ତରଫରୁ ଶୀତଳ ଭଣ୍ଡାର ଖୋଲାଯିବା ନେଇ ଆଲୋଚନା କରା ଯାଇଥିଲା।

ବିଦ୍ୟାଳୟ ଉନ୍ନତିକରଣ, ଜଳସମ୍ପଦ ବିଭାଗ ପ୍ରକଳ୍ପଗୁଡିକର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଇଥିଲା। ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର 4 ର୍ଥ ପର୍ଯ୍ୟାୟ ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ସହିତ ଆଗାମୀ 2 ୟ କିସ୍ତି ପ୍ରଦାନ ସମ୍ପର୍କିତ ଆଲୋଚନା କରାଯାଇଥିଲା।

ଆହୁରି ମଧ୍ୟ ପୁଲିସ ସେବା ସୁଦୃଢ଼ୀକରଣକୁ ଗୁରୁତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ସଚିବ ମାନଙ୍କୁ ନୂଆ ନୂଆ କାର୍ଯ୍ୟକ୍ରମ କରିବାକୁ ପରାମର୍ଶ ଦେଇଛନ୍ତି। ସେ କହିଥିଲେ ଯେ, ଅନେକ ବିଭାଗ ଭଲ କାମ କରିଛନ୍ତି l ମୋଟାମୋଟି ଭାବେ କାର୍ଯ୍ୟ ଓ ଖର୍ଚ୍ଚ ଠିକ ଚାଲିଛି l ସମସ୍ତଙ୍କୁ ବିଭାଗ ପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ କହିଥିଲେ। ଆଗାମୀ 2 ମାସ ମଧ୍ୟରେ ବଜେଟ ପୂର୍ବରୁ ବିଭାଗ ମାନେ ଶତ ପ୍ରତିଶତ ଖର୍ଚ୍ଚ ଲକ୍ଷ୍ୟ ହାସଲ ପ୍ରୟାସ କରିବାକୁ କହିଥିଲେ l ଚିରା ଚରିତ ଢାଞ୍ଚାରୁ ବାହାରି ନିଜ ନିଜ ବିଭାଗ ରେ ଦୀର୍ଘ ସୂତ୍ରୀ ଏବଂ ନୂଆ ନୂଆ ଯୋଜନା କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବିକଶିତ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ 2036 ପାଇଁ 3 ଲକ୍ଷ 20, ହଜାର ପ୍ରସ୍ତାବ ଆସିଛି। ଆମେ ସେଥିରୁ ଭଲ ଭଲ ପ୍ରସ୍ତାବ ଗୁଡି଼କୁ ଗ୍ରହଣ କରିପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଉତ୍କର୍ଷ ଓଡ଼ିଶା ଆୟୋଜନ ଏବଂ ଓଡ଼ିଶାରେ ପୁଞ୍ଜିନିବେଶ ପ୍ରତିଶ୍ରୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ନିଜ ନିଜ ବିଭାଗକୁ ଶକ୍ତି ଶାଳୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସହ ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଅନ୍ୟ ସମସ୍ତ ବିଭାଗର ସଚିବ ମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ସୋମବାରରେ ବସିବ ରାଜ୍ୟ କ୍ୟାବିନେଟ ଏବଂ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ବର: ଆସନ୍ତା ସୋମବାର ଦିନ ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଏବଂ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଲୋକସେବା ଭବନରେ ଅପରାହ୍ନରେ ବସିବ ବୋଲି ନିଷ୍ପତି ହୋଇଛି।

ଏହି ବୈଠକରେ ପ୍ରଥମେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଏଥିରେ ପ୍ରାୟ ଦଶଟି ପ୍ରସ୍ତାବ ଉପରେ ମୋହର ବାଜିବ। ସେହିପରି ଏହି ବୈଠକରେ ରାଜ୍ୟ ବଜେଟକୁ ଅନୁମୋଦନ ପ୍ରଦାନ କରାଯିବ। ଏହାପରେ ମନ୍ତ୍ରୀ ପରିଷଦ ବୈଠକରେ ମଧ୍ୟ ବଜେଟକୁ ଅନୁମୋଦନବ କରାଯିବ।

ଚଳିତ ମାସ ୨୧ ତାରିଖରୁ ରାଜ୍ୟରେ ବଜେଟ ଅଧିବେଶନ ଆରମ୍ଭ ହେବ। ଫେବୃଆରୀ ୨୪ ତାରିଖରେ ରାଜ୍ୟ ବଜେଟ୍ ଉପସ୍ଥାପନ ହେବ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ ଉପସ୍ଥାପନ କରିବେ।ଏହି ଅଧିବଶନ ୨ ଟି ପର୍ଯ୍ୟାୟରେ ହେବ।

ପ୍ରଥମ ପର୍ଯ୍ୟାୟର ବଜେଟ ଅଧିବେଶନ ଫେବୃଆରୀ ୨୧ ତାରିଖରୁ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ। ସେହିଭଳି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୦ ତାରିଖରୁ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବ।