Categories
ବିଶେଷ ଖବର ରାଜ୍ୟ ଖବର

ଓଡିଶାର ଫୁଟପାଥ୍ ବ୍ୟବସାୟୀଙ୍କୁ ୩୦ କୋଟି ୩୦ ଲକ୍ଷ ଟଙ୍କା କୋଭିଡ ସହାୟତା ଦେଲେ ନବୀନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ବ ବିକ୍ରେତାଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦ ଓ ଜୁନ୍‌ ୨୦୨୧ରେ ୩୦୦୦ ଟଙ୍କା ଲେଖାଏ ସହାୟତି ଦିଆଯାଇଥିଲା । ଏହାସହିତ ସେମାନଙ୍କ ବଜାର ସୁବିଧା ପାଇଁ ୮୭ଟି ସହରାଞ୍ଚଳରେ ଭେଣ୍ଡିଂ ଜୋନ୍‌ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ମୁକ୍ତା ଯୋଜନାରେ ୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଛନ୍ତି ।

ଏହି ଅବସରରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ପଥପାର୍ଶ୍ବ ବିକ୍ରେତା ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ସମସ୍ତଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି । ‘ଆପଣମାନଙ୍କ କଷ୍ଟ ମୁଁ ଅନୁଭବ କରୁଛି। ମୁଁ କହିବାକୁ ଚାହେଁ ଯେ ସରକାର ସବୁବେଳେ ଆପଣମାନଙ୍କ ସାଥିରେ ଅଛନ୍ତି।’

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସହାୟତା ଆପଣମାନଙ୍କ ଜୀବିକାକୁ ସୁରକ୍ଷା ଯୋଗାଇବ। ଗୋଟିଏ ସହରର ଅର୍ଥନୀତିରେ ପଥପାର୍ଶ୍ବ ବିକ୍ରେତା ହେଉଛନ୍ତି ଗୁରୁତ୍ବପୂର୍ଣ୍ଣ ଅଂଶ । ବଡ ବଡ ମଲ୍‌ ଓ ଦୋକାନ ଥିବା ସତ୍ତ୍ବେ, ପଥପାର୍ଶ୍ବ ବିକ୍ରେତା ମାନଙ୍କର ଗୁରୁତ୍ବ ରହିଛି ଓ ରହିବ ବୋଲି ସେ କହିଥିଲେ।

କୋଭିଡ ସଂପର୍କରେ ସେମାନଙ୍କୁ ସତର୍କ କରାଇ ମୁଖ୍ୟମନ୍ତ୍ରୀ କହିଲେ ଯେ କୋଭିଡ ଭୟ ଏବେ ବି ଯାଇନାହିଁ। ତେଣୁ ସେମାନେ ସତର୍କ ରହିବା ସହ କୋଭିଡର ନିୟମ ପାଳନ କରି ସୁରକ୍ଷିତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଲେ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଉଛନ୍ତି ଗରିବଙ୍କ ମନର କଥା ବୁଝୁଥିବା ଜଣେ ଜନନେତା । ଅଭିନବ ଉପାୟରେ ସେ ସମସ୍ତଙ୍କୁ ସବୁ ସମୟରେ ସାହାଯ୍ୟ କରିଆସିଛନ୍ତି । ମନ୍ତ୍ରୀ ଜେନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ଘର ମରାମତି ସହାୟତା ସହିତ ରାଜ୍ୟର ଅନେକ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରିଥିଲେ ।

ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ଉପସ୍ଥିତ ପଥପାର୍ଶ୍ବ ବିକ୍ରେତାମାନେ ସେମାନଙ୍କ ମନ କଥା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ । ଭୁବନେଶ୍ବରରୁ ଅକ୍ଷୟ ମହାନ୍ତି, ରାଉରକେଲାରୁ କୃଷ୍ଣଚନ୍ଦ୍ର ମୁଖାର୍ଜୀ, ସମ୍ବଲପୁରରୁ ରବିନାରାୟଣ ପ୍ରଧାନ, କଟକର ଶ୍ରୀଧର ରାୟ ଓ ବ୍ରହ୍ମପୁରରୁ ଟୁନି ବେହେରା ସେମାନଙ୍କର ମତବ୍ୟକ୍ତ କରି କହିଲେ ଯେ ଲକ୍‌ଡାଉନ ହେବା ପରେ ସେମାନଙ୍କର ଆର୍ଥିକ ଅବସ୍ଥା ଶୋଚନୀୟ ହୋଇଯାଇଥିଲା । ମୁଖ୍ୟମନ୍ତ୍ରୀ ସେମାନଙ୍କ ଦୁଃଖ ବୁଝି ଠିକ୍‌ ସମୟରେ ସେମାନଙ୍କୁ ସାହାଯ୍ୟ କରିଛନ୍ତି । ଦୁଇ ଥର ସାହାଯ୍ୟ ପାଇବା ପରେ ଆଜି ତୃତୀୟ ଥର ସହଯୋଗର ହାତ ବଢାଇଛନ୍ତି। ସେଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘ ଜୀବନ କାମନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ହଜାର ହଜାର ଧନ୍ୟବାଦ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ, ମ୍ୟୁନିସ୍‌ପାଲ ଆଡମିନିଷ୍ଟ୍ରେସନ ଧନ୍ୟବାଦ ଅର୍ପଣ କରିଥିଲେ ।

କାର୍ଯ୍ୟକ୍ରମରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ବିଭିନ୍ନ ଜିଲ୍ଲାର ଆୟୋଜିତ କାର୍ଯ୍ୟକ୍ରମରେ ମହାନଗର ନିଗମ କମିଶନରମାନେ ଏବଂ ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଓ ପୌରାଞ୍ଚଳ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ବାରିପଦାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରତାପ ଜେନା

ବାରିପଦା, ଆଜି ବାରିପଦା ଠାରେ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ପଚାଂୟତିରାଜ , ପାନୀୟଜଳ , ଆଇନ , ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ ।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ଜେନା ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବରପୁତ୍ର ମାନଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜବାନ ଏବଂ କରୋନା ଲଢେଇରେ ଶହୀଦ ହୋଇଥିବା କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ମାହାଙ୍ଗା ହତ୍ୟାକାଣ୍ଡ ଘଟଣା: ମନ୍ତ୍ରୀ ପ୍ରତାପ ଜେନାଙ୍କ ଗିରଫ ଦାବିରେ ବିଜେପିର ଶୋଭାଯାତ୍ରା

ଭୁବନେଶ୍ବର: ମାହାଙ୍ଗା ବିଜେପି ନେତାଙ୍କ ହତ୍ୟାକାଣ୍ଡ ଘଟଣାରେ ଆଜି ରାଜଧାନୀରେ ରାଜ୍ୟ ବିଜେପି ପ୍ରତିବାଦ କରୁଛି। ଏହି ହତ୍ୟାକାଣ୍ଡରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଥିବା ବିଜେପି ଅଭିଯୋଗ କରିଛି। ଏହାସହ ମନ୍ତ୍ରୀଙ୍କ ଗିରଫ ଦାବିରେ ବିଧାନସଭା ଘେରାଉ କରିବା ପାଇଁ ବିଜେପି ଯୋଜନା କରୁଛି।

ସେଥିପାଇଁ ରାଜ୍ୟ କାର୍ଯ୍ଯାଳୟରୁ ବିଧାନସଭା ଅଭିମୁଖେ ବିଜେପି ପଦଯାତ୍ରା କରୁଛି। ତତସହିତ ଏହି ପ୍ରତିବାଦରେ ମାହାଙ୍ଗାରୁ ବାହାରିଥିବା ସଦଭାବନା ଶୋଭାଯାତ୍ରା ମଧ୍ୟ ସାମିଲ ହୋଇଛି। ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ବରେ ବିଜେପିର ଶୋଭାଯାତ୍ରା ଆରମ୍ଭ ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ନବୀନ ନିବାସକୁ ବିଜେପି ବିଧାୟକମାନେ ଆସିବାକୁ ନେଇ ବଡ କଥା କହିଲେ ମନ୍ତ୍ରୀ ପ୍ରତାପ ଜେନା

ଭୁବନେଶ୍ବର, ଆଜି ନବୀନ ନିବାସକୁ ବିଜେପି ବିଧାୟକମାନେ ଆସିଥିଲେ। ଉଦ୍ଦେଶ୍ୟ ଥିଲା ମୁଖ୍ୟମନ୍ତ୍ରୀ କାହିଁକି ବିଧାନସଭା ଆସୁ ନାହାଁନ୍ତି, ଚାଷୀଙ୍କ ସମସ୍ୟା କଥା କାହିକି ବୁଝୁ ନାହାଁନ୍ତି। ସେମାନେ ବିଧାନସଭାରୁ ଏକ ରାଲି କରି ନବୀନ ନିବାସରେ ପହଁଚିଥିଲେ। ସେଠାରେ ଭିତରକୁ ନ ଛଡା ଯିବାରୁ ନବୀନ ନିବାସ ଆଗରେ ବିଜେପି ବିଧାୟକମାନେ ଧାରଣାରେ ବସି ରହିଲେ। ମୁଖ୍ୟମନ୍ତ୍ରୀ ଧାରଣାସ୍ଥଳକୁ ଆସି ତାଙ୍କୁ ଭିତରକୁ ନେଇ ଆଲୋଚନା କରିଥିଲେ।

ତେବେ ଏହି ଘଟଣାକୁ ନେଇ ନଗର ଉନ୍ନୟନ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଏକ ବଡ କଥା। ସେ କହିଛନ୍ତି ଯେ, ନବୀନ ନିବାସ ପରି ଏକ ପବିତ୍ର ସ୍ଥାନରେ ବିଜେପି ବିଧାୟକମାନେ ଆସି ନିଜକୁ ପବିତ୍ର କରିଛନ୍ତି। ସେମାନେ ଯେତେ ସବୁ ପାପ କରିଥିଲେ ତାହା ଏହି ମାଟିରେ ଧୋଇ ହୋଇଯାଇଛି। ସେମାନେ ନିର୍ବାଚନ ଜିତିବା ପାଇଁ ଯାହା ପାପ କରିଥିଲେ ତାହାର ଆଜି ସମାପ୍ତ ହୋଇଛି। ତେବେ ସେମାନେ ନବୀନ ନିବାସ ଆସିବାକୁ ଆମେ ସ୍ବାଗତ କରୁଛୁ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ପୌର ନିର୍ବାଚନ ଖୁବ୍ ଶୀଘ୍ର

ଭୁବନେଶ୍ୱର: ରାଜ୍ୟରେ ଖୁବ୍ ଶୀଘ୍ର ପୌର ନିର୍ବାଚନ ହେବେ। ଏ ନେଇ ପ୍ରକ୍ରିୟା ଚାଲିଛି। ଅଦାଲତ ୫୦ ପ୍ରତିଶତ ଭିତରେ ସଂରକ୍ଷଣ ସୀମିତ ରଖିବାକୁ କହିଛନ୍ତି। ସେତିକି ଭିତରେ କିପରି ହେବ, ସେ ନେଇ ବ୍ୟବସ୍ଥା କରାଯାଉଛି ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା।

ଅପରପକ୍ଷରେ ପୌର ନିର୍ବାଚନ ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ରନାଥ ସାହୁ କହିଛନ୍ତି ଯେ ରାଜ୍ୟରେ ୧୧୬ଟି ପୌର ସଂସ୍ଥା ଅଛି। ୧୧୪ଟି ରେ ନିର୍ବାଚିତ ପ୍ରତିନିଧି ନାହାନ୍ତି। ୨୦୧୮ରେ ହିନ୍ଦୋଳ ଓ ଅତବିରା ଏନଏସି ନିର୍ବାଚନ ହୋଇଛି। ସେମାନଙ୍କ କାର୍ଯ୍ୟକାଳ ୨୦୨୩ରେ ସରିବ। ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ କାମ ରାଜ୍ୟ ସରକାରଙ୍କ। ସେମାନେ ଏହି କାମ ଯେତେ ଶୀଘ୍ର ସାରି ଆମକୁ ଚୂଡାନ୍ତ ରିପୋର୍ଟ ଦେବା ପରେ ଆମେ ଭୋଟର ଲିଷ୍ଟ ପ୍ରସ୍ତୁତ କରି ପୌର ନିର୍ବାଚନ କରିବୁ ବୋଲି ସେ ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ମାହାଙ୍ଗା ହତ୍ୟାକାଣ୍ଡ ଘଟଣାରେ ବିକ୍ଷୋଭ: ଅଟକ ରହିଲେ ଶତାଧିକ କଂଗ୍ରେସ କର୍ମୀ

ଭୁବନେଶ୍ବର: ଆଜି ମାହାଙ୍ଗା ହତ୍ୟାକାଣ୍ଡ ଘଟଣାରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଉଛି। ଏହି ହତ୍ୟାକାଣ୍ଡରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଅଛି ବୋଲି ଅଭିଯୋଗ କରି ଛାତ୍ର କଂଗ୍ରେସ ପକ୍ଷରୁ ରାଲି କରାଯାଉଛି।

ମାଷ୍ଟର କ୍ୟାଣ୍ଟିନ ଠାରୁ ରାଜମହଲ ଛକ ଏବଂ ସେଠାରୁ ଶିଶୁ ଭବନ ଛକ ଦେଇ ୬ ନମ୍ବରରେ ରହୁଥିବା ମନ୍ତ୍ରୀ ପ୍ରତାପ ଜେନାଙ୍କ ବାସଭବନ ପର୍ଯ୍ୟନ୍ତ ବିକ୍ଷୋଭ କରାଯିବାର ଛାତ୍ର କଂଗ୍ରେସ ଯୋଜନା କରିଥିଲା। ହେଲେ ସେହି ରାଲିକୁ ରାଜମହଲ ଛକ ଠାରେ ପୋଲିସ ଅଟକାଇଦେଇଛି। ଏହା ସହିତ ଶତାଧିକ କଂଗ୍ରେସ କର୍ମୀଙ୍କୁ ପୋଲିସ ଅଟକ ରଖିଛି।