Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା: ବେଗୁନିଆ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ପରିମାଣର ମହୁଲି ପୋଚ ଏବଂ ଦେଶୀ ମଦ ଜବତ

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ସଦର ଥାନା ଅନ୍ତର୍ଗତ ବରପଦା ଜଙ୍ଗଲ ଅଞ୍ଚଳରେ ବେଗୁନିଆ ଅବକାରୀ ବିଭାଗ ଦ୍ୱାରା ଚଢ଼ାଉ କରାଯାଇଥିଲା। ଉକ୍ତ ଚଢ଼ାଉ ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ସନ୍ତୋଷ ସାହୁ ଏବଂ ବେଗୁନିଆ ଅବକାରୀ ଅଧିକାରୀ ଏନ.ଜେଗିନୀ ରାଓ ଙ୍କ ତତ୍ୱାବଧାନରେ ଚଢ଼ାଉ କରାଯାଇଥିଲା।

ଉକ୍ତ ଚଢ଼ାଉରେ ୪୦୦୦ କେଜି ମହୁଲି ପୋଚ ଏବଂ ୨୨୦ ଲିଟର ଦେଶୀ ମଦ ଜବତ ହୋଇଛି। ଉକ୍ତ ଜବତ ସାମଗ୍ରୀକୁ ଘଟଣାସ୍ଥଳରେ ନଷ୍ଟ କରିଦିଆଯାଇଛି। ତେବେ ଜଙ୍ଗଲ ଫାଇଦା ନେଇ ଅଭିଯୁକ୍ତ ମାନେ ବେଆଇନ ମଦ ଭାଟି ଅଞ୍ଚଳରୁ ଫେରାର ହେବାକୁ ସକ୍ଷମ ହୋଇଯାଇଛନ୍ତି। ଉକ୍ତ ଘଟଣାରେ ଅବକାରୀ ବିଭାଗ ଦୁଇ ଗୋଟି ମାମଲା ରୁଜୁ କରିଥିବା ଜଣାପଡିଛି।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ବାଣପୁରରେ ପୋଲିସ ଏବଂ ଅବକାରୀ ବିଭାଗର ଚଢାଉ: ବିପୁଳ ପରିମାଣର ମହୁଲି ପୋଚ ଓ ଦେଶୀ ମଦ ଜବତ

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକ ନୀଳାଦ୍ରିପ୍ରସାଦ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଦେଶୀ ମଦ ଭାଟି ଉପରେ ମିଳିତ ଚଢ଼ାଉ କରାଯାଇଛି। ଉକ୍ତ ପଞ୍ଚାୟତ ଅଧିନସ୍ଥ ହାତିବାରୀ ଓ ବାଜଡିହ ଗ୍ରାମରେ ଆଜି ସକାଳ ୬.୩୦ ଘଟିକାରୁ ମଧ୍ୟାହ୍ନ ୧୨.୩୦ ଘଟିକା ଯାଏଁ ଚଢ଼ାଉ ଜାରି ରହିଥିଲା।

ଟାଙ୍ଗୀ ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନଙ୍କ ନେତୃତ୍ୱରେ ବାଣପୁର ପୋଲିସ ଓ ଅବକାରୀ ବିଭାଗର ମିଳିତ ଚଢାଉ କାର୍ଯ୍ୟ ଆରମ୍ଭ ହୋଇଥିଲା। ଚଢାଉ ସମୟରେ ୬୩ ଡ୍ରମରୁ ମୋଟ ୪ ହଜାର ୮ ଶହ ଲିଟର ଗୁଡ ମିଶ୍ରିତ ମହୁଲି ପୋଚ ଓ ୩୭୦ ଲିଟର ଦେଶୀ ମଦ ଜବତ କରି ନଷ୍ଟ କରିଦିଆଯାଇଛି।

ଉକ୍ତ ଚଢାଉରେ ଚିଲିକା ଅତିରିକ୍ତ ତହସିଲଦାର ଅପର୍ଣ୍ଣା ଡାଙ୍ଗୁଆ, ବାଲୁଗାଁ ଅବକାରୀ ସବ ଇନ୍ସପେକ୍ଟର ମନୋଜ କୁମାର ବାରିକ, ଖୋର୍ଦ୍ଧା ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ, ଟାଙ୍ଗୀ ଅବକାରୀ ସବ ଇନ୍ସପେକ୍ଟର ସୁନିତା ଦଳାଇ, ବାଣପୁର ଥାନା ଏଏସଆଇ ଶ୍ରୀନିବାସ ପ୍ରଧାନ ଏବଂ ଦୁଇ ସେକ୍ସନ ପୋଲିସ ଫୋର୍ସ ସାମିଲ ଥିଲେ। କିନ୍ତୁ ଦେଶୀ ମଦ ବେପାରୀ ଜଙ୍ଗଲର ସୁଯୋଗ ନେଇ ଘଟଣାସ୍ଥଳରୁ ଖସି ପଳାଇଥିଲେ। ଏହି ପରିପ୍ରେକ୍ଷୀରେ ଅବକାରୀ ବିଭାଗ ପିଆର ନମ୍ବର ୨୨ ଏବଂ ୮୨ ରେ ଦୁଇ ଗୋଟି ଦାବିହୀନ ମାମଲା ରୁଜୁ କରିଛି।