Categories
ଆଜିର ଖବର ରାଜ୍ୟ ଖବର

କଂଗ୍ରେସ ପକ୍ଷରୁ ନିର୍ମାଣ ସୌଧରେ ଥିବା ଆରଆଣ୍ଡବି ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଘେରାଉ

ଭୁବନେଶ୍ୱର: କଂଗ୍ରେସ ପକ୍ଷରୁ ଭୁବନେଶ୍ୱର ସ୍ଥିତ ନିର୍ମାଣ ସୌଧ ଠାରେ ଅବସ୍ଥିତ ଆର. ଆଣ୍ଡ. ବି. (ସିଭିଲ)ର ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରଦେଶ କଂଗ୍ରେସର କାର୍ଯ୍ୟକାରୀ କମିଟି ସଦସ୍ୟ ଶ୍ରୀ ମାନସ ରଞ୍ଜନ ଚୌଧୁରୀଙ୍କ ନେତୃତ୍ୱରେ ଘେରାଉ କରାଯାଇଥିଲା।

ବରଗଡ଼ ଜିଲ୍ଲାର ଆର. ଆଣ୍ଡ.ବି. ବିଭାଗ ପକ୍ଷରୁ ନିର୍ଦ୍ଧାରିତ ମୂଲ୍ୟ ଠାରୁ ଅଧିକ ମୂଲ୍ୟରେ ଟେଣ୍ଡର କରାଯାଇ ରାଜ୍ୟ ରାଜକୋଷର ଅର୍ଥକୁ ବିଜୁ ଜନତା ଦଳ ସରକାର ଲୁଟ କରୁଛନ୍ତି ବୋଲି ଶ୍ରୀ ମାନସ ଚୌଧୁରୀ ଅଭିଯୋଗ କରିଛନ୍ତି। ବରଗଡ଼ ଜିଲ୍ଲାରେ ଅଧିକ ମୂଲ୍ୟର ଟେଣ୍ଡର କରାଯାଇ ସରକାରୀ ଅର୍ଥକୁ ହରିଲୁଟ କରାଯାଉଛି ବୋଲି ସେ କହିଛନ୍ତି।

ଏଥିରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାଶ, ପିସିସି ସାଧାରଣ ସଂପାଦକ ପ୍ରକାଶ ମିଶ୍ର, ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ, ମନୋଜ ବିଶ୍ୱାଳ, ରଣଜିତ ପାତ୍ର, ସୁବ୍ରତ ମହାପାତ୍ର, ଅଜୟ ସାହୁ, ପ୍ରଦୀପ ମହାପାତ୍ର, ସଂକୁନା କହଁର, ନିହାର ବେହେରା, ବଟକୃଷ୍ଣ ରାଉତରାୟ, ସୁନିଲ ମାଟିଆ, ରଣଜିତ୍ ସେନାପତି, କାର୍ତିକ କାଣ୍ଡି, ଉଦିତ ପ୍ରଧାନ ଓ ସ୍ପନ୍ଦନ ସ୍ୱାଇଁ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ଜଳ ସେଚନ ବିଭାଗ ଅନ୍ତର୍ଗତ ପ୍ରାଚୀ ଡିଭିଜନ ରେ କଟକ ଜ଼ିଲ୍ଲା କଂଗ୍ରେସ ର ଅଭିନବ ବିକ୍ଷୋଭ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ ଜଳ ସେଚନ ବିଭାଗ ଅନ୍ତର୍ଗତ ପ୍ରାଚୀ ଡିଭିଜନରେ କଟକ ଜ଼ିଲ୍ଲା କଂଗ୍ରେସର ଅଭିନବ ବିକ୍ଷୋଭ ଅନୁଷ୍ଠିତ ହୋଇଥିଲା। ଜ଼ିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କ ନେତୃତ୍ୱରେ କଟକ ଜ଼ିଲ୍ଲାର କିଛି ଚାଷୀ ଏବଂ ଅନ୍ୟାନ୍ୟ ବର୍ଗର ଲୋକ ପ୍ରାଚୀ ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ପ୍ରତାପ ଚନ୍ଦ୍ର ଚୌଧୁରୀଙ୍କ କାର୍ଯ୍ୟାଳୟରେ ପହଞ୍ଚି କଟକ ସଦର ବ୍ଲକ ଅନ୍ତର୍ଗତ ଖଣ୍ଡେଇତା ପଞ୍ଚାୟତ ର କେନାଲ ବନ୍ଧ ରାସ୍ତା ଓ କେନାଲର ବିଭିନ୍ନ ସମସ୍ୟା ସମ୍ପର୍କରେ ପଚରାଉଚରା କରିଥିଲେ।

ଏହି ରାସ୍ତା କାମ ପାଇଁ ଉକ୍ତ ଅଧିକାରୀ ଲାଞ୍ଚ ମାଗୁଥିବାର ଅଭିଯୋଗ ଆସିଥିଲା। ରାସ୍ତା କାମପାଇଁ ଯେତେ ଅନୁରୋଧ କଲେବି ସମ୍ପୃକ୍ତ ଅଧିକାରୀ ଶୁଣିଲେ ନାହିଁ। ବିନା ଲାଞ୍ଚରେ କାମ ହୋଇପାରିବ ନାହିଁ ବୋଲି ଜାଣିବା ପରେ ସ୍ଥାନୀୟ ଅଧିବାସୀ ହତାଶ ହୋଇପଡ଼ିଥିଲେ। ସେମାନେ ଏ ସଂକ୍ରାନ୍ତ ରେ କଟକ ଜ଼ିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କୁ ଅବଗତ କରାଇଲେ। ଆଜି ଶ୍ରୀ ଚୌଧୁରୀ ଏବଂ ଖଣ୍ଡେଇତା ପଂଚାୟତର ସ୍ଥାନୀୟ ବାସିନ୍ଦା ପ୍ରାଚୀ ଡିଭିଜନ ଯାଇ ସମ୍ପୃକ୍ତ ଅଧିକ୍ଷଣ ଯନ୍ତ୍ରୀଙ୍କୁ କିଛି ପରିବାପତ୍ର ପ୍ୟାଣ୍ଟ ସାର୍ଟ ଦେଇ ଏହି ରାସ୍ତା କରିଦେବାକୁ ଅନୁରୋଧ କରିଥିଲେ। ଯେହେତୁ ସେମାନେ ଚାଷୀ ଓ ଗରିବ ଶ୍ରେଣୀର ଲୋକ ସେଥିପାଇଁ ସେମାନେ ଟଙ୍କା ଲାଞ୍ଚ ଦେବାପାଇଁ ଅକ୍ଷମ ବୋଲି କହିଥିଲେ। ସମ୍ପୃକ୍ତ ଅଧିକ୍ଷଣ ଯନ୍ତ୍ରୀ ନିଜର ଭୁଲ ସ୍ୱୀକାର କରି ଏକ ସପ୍ତାହ ମଧ୍ୟରେ ରେ କାର୍ଯ୍ୟ ଆରମ୍ଭ କରିବେ ବୋଲି ପ୍ରତିଶୃତି ଦେଲେ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ, କଟକ ଜ଼ିଲ୍ଲା କଂଗ୍ରେସ ସଭାପତି ଶ୍ରୀ ଚୌଧୁରୀ ନିଆରା ଢଙ୍ଗ ରେ ସବୁବେଳେ ଜନସାଧାରଣଙ୍କ ସମସ୍ୟାକୁ ନେଇ ପ୍ରତିବାଦ କରିଥାନ୍ତି। ଆଜି ମଧ୍ୟ ସେଠାରେ ଅନେକ ଯୁବ ଚାଷୀ ମୁହଁରେ ମାନସ ଚୌଧୁରୀ ଙ୍କ ମୁଖା ପିନ୍ଧି ଏବଂ ହାତରେ “ମୁଁ ମାନସ ଚୌଧୁରୀ “ଶୀର୍ଷକ ପ୍ଲାକାର୍ଡ ଧରି ଅଧିକାରୀଙ୍କ ନିକଟରେ ବିକ୍ଷୋଭ କରିଥିଲେ।  କାରଣ ସମ୍ପୃକ୍ତ ରାସ୍ତାକାମ ପାଇଁ ଅନୁରୋଧ କରିଥିବl ଚାଷୀମାନେ ଯେତେବେଳେ ତାଙ୍କର ଦାବିକୁ ମାନସ ଚୌଧୁରୀଙ୍କର ସମର୍ଥନ ଅଛି ବୋଲି କହିଥିଲେ, ସେତେବେଳେ ଅଫିସର ଜଣକ ଉକ୍ତ ଚାଷୀଙ୍କୁ ଅପମାନ ଦେବାସହ କହିଥିଲେ ଯେ “ସେ କିଏ ମୁଁ ଜାଣିନି ‘”।

ଅନ୍ୟ ଏକ ଘଟଣାରେ ଜଣେ ବିରୋଧୀ ଦଳର କର୍ପୋରେଟର କଟକ ମେୟର ଶ୍ରୀ ସୁବାଷ ସିଂ ଙ୍କ ନିକଟରେ ନିଜ ୱାର୍ଡ ର ଉର୍ନ୍ନତି ମୂଳକ କାଯ୍ୟର ଦାଵୀ କରିଥିଲେ ଏବଂ ଶ୍ରୀ ସିଂ ଏହାର ଉତ୍ତରରେ କହିଥିଲେ ଯେ ତାଙ୍କ ସରକାରୀ ଅଫିସର ବାଥରୁମ କବାଟ ଲଗାଇବା ପାଇଁ ତାଙ୍କ ପାଖରେ ଅର୍ଥ ନାହିଁ। ଏହି ପ୍ରସଙ୍ଗ ରେ ଶ୍ରୀ ଚୌଧୁରୀ ଏକ କବାଟ ଏବଂ ଫିଟିଙ୍ଗ ବାବଦକୁ ୫୦୦ ଟଙ୍କା କଟକ ମୁନସିପାଲ କର୍ପୋରେସନ ରେ ପହଞ୍ଚି କମିଶନର ଙ୍କୁ ଦେବା ଘଟଣା ଚର୍ଚ୍ଚା ର ବିଷୟ ହୋଇଥିଲା।

ସେହିପରି ଶ୍ରୀ ଚୌଧୁରୀ ମଧ୍ୟ ଭୁବନେଶ୍ୱର ଜ଼ିଲ୍ଲା କଂଗ୍ରେସ ସଭାପତି ଥିବାବେଳେ ଇସ୍କନ ମନ୍ଦିର ପାଖ ରାଜପଥରେ ବନ୍ୟା ପରିସ୍ଥିତି ସୃଷ୍ଟିର ପ୍ରତିବାଦରେ ଆଠ ନମ୍ବର କଲ୍ୟାଣ ମଣ୍ଡପ ପାଖରେ ଥିବା ଜାତୀୟ ରାଜପଥ ମୁଖ୍ୟ କାର୍ଯ୍ୟାଳୟ ଭିତରେ ପାଣି ପମ୍ପ ଲଗାଇ ବନ୍ୟା ପରିସ୍ଥିତି ସୃଷ୍ଟି କରିଦେଇଥିଲେ। ଉଦ୍ଧେଶ୍ୟ ଥିଲା ଇସ୍କନ ମନ୍ଦିର ପାଖ ରାଜପଥ ର ବନ୍ୟା ପରିସ୍ଥିତିକୁ ଏନ. ଏଚ. ଏ. ଆଇ କତୃପକ୍ଷ ହୃଦୟଙ୍ଗମ କରନ୍ତୁ।

ଏହି କାର୍ଯ୍ୟକ୍ରମରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାଶିର ନୱାଜ଼, ମନୋଜ ରାଉତ, ପ୍ରକାଶ ମିଶ୍ର, ମନୋଜ ବିଶ୍ୱାଳ, ରଂଜିତ ପାତ୍ର, ଅଜୟ ସାହୁ,ସଂକୁନା କାଁଅର ଓ ପ୍ରଭାତ ପ୍ରତାପ ସିଂ ଅଂଶ ଗ୍ରହଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଟିପିସିଓଡିଏଲ୍‌ର ବିରୋଧରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର:  ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ଆହ୍ୱାନରେ ଟିପିସିଓଡିଏଲ୍‌ର ବିରୋଧରେ ଗଣ ଆନ୍ଦୋଳନ ଆଜି ସ୍ଥାନୀୟ ଫୁଲନଖରା ଛକ ନିକଟସ୍ଥ ସବଡିଭିଜନ କାର୍ଯ୍ୟାଳୟ ଠାରେ କରାଯାଇଥିଲା । କଂଗ୍ରେସ ତରଫରୁ ଜନହିତକର ଦାବିଗୁଡ଼ିକୁ ନେଇ ଏହି ଗଣଆନ୍ଦୋଳନ କରାଯାଇଥିଲା ।

କୋଭିଡ ସମୟରେ ଲୋକମାନଙ୍କର ଆର୍ଥିକ ମେରୁଦଣ୍ଡ ଭାଙ୍ଗିଯାଇଥିବା ସମୟରେ ଦେଢ଼ ବର୍ଷ ଆଦାୟ ହୋଇନଥିବା ବିଦ୍ୟୁତ ବିଲ୍‌କୁ ଜୋର ଜବରଦସ୍ତ ଆଦାୟ କରୁଥିବାରୁ ଭୁବନେଶ୍ୱର ଜିଲ୍ଲାର ତିନିନମ୍ବର ଜୋନର ସଭାପତି ବ୍ରହ୍ମାନନ୍ଦ ସାହୁ ଓ ଦୁଇ ନମ୍ବର ବ୍ଲକ ସଭାପତି ଶ୍ରୀ ଅଶୋକ ଦାସଙ୍କ ନେତୃତ୍ୱରେ ଆଜି ଏ ଧାରଣା କାର୍ଯ୍ୟକମ୍ର ଅନୁଷ୍ଠିତ ହୋଇଥିଲା ।

ଏଥିରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ବରିଷ୍ଠ କଂଗ୍ରେସ ନେତା ତଥା ପିସିସି ଉପସଭାପତି ଶିବାନନ୍ଦ ରାୟ, କଟକ ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀ, ପୂର୍ବତନ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ମନୋରଞ୍ଜନ ଦାଶ, ସୁବ୍ରତ ମହାପାତ୍ର, ମିହିର ଆଚାର୍ଯ୍ୟ, ଆତ୍ମାରାମ ପତି ପ୍ରମୁଖ ଉଦବୋଧନ ଦେଇ କହିଥିଲେ ଯେ ଟାଟା କମ୍ପାନୀ ଆଉ ବିଜୁଜନତା ଦଳର ମୁଖ୍ୟ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ମଧୁଚନ୍ଦ୍ରିକାରେ ଯେଉଁ ଖେଳ ଚାଲିଛି ତାହାର ଫାଇଦା ନେଇ ଟାଟା କମ୍ପାନୀ ଓଡ଼ିଶାବାସୀଙ୍କୁ ଶୋଷଣ କରୁଛନ୍ତି । ତାକୁ ଆଉ ବରଦାସ୍ତ କରାଯିବନି ।

ଟାଟା କମ୍ପାନୀ ବିରୋଧରେ ଗଳି କନ୍ଦିରେ ଆନ୍ଦୋଳନ କରାଯିବା ସହ ଟାଟା କମ୍ପାନୀର ମନୋମୁଖି କାର୍ଯ୍ୟକ୍ରମ ବିରୋଧରେ ସମସ୍ତ କଂଗ୍ରେସ କର୍ମୀ ଲଢ଼େଇ କରିବେ ଏବଂ ଟାଟା କମ୍ପାନୀ ପୁରୁଣା ମିଟର ଥିବାରୁ ତାଙ୍କ ନୂଆ ମିଟର ବସେଇବାର ଆବଶ୍ୟକତା କୁ ନିନ୍ଦା କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୁବ୍ରତ ମହାପାତ୍ର, ଶ୍ରୀଧର ବଳିଆର ସିଂ, ମିହିର ଆଚାର୍ଯ୍ୟ, ସମରେନ୍ଦ୍ର ହାତୀ ପ୍ରମୁଖ ଯୋଗଦେଇ ବିଜୁଜନତା ଦଳ ନବୀନ ସରକାରଙ୍କ ପ୍ରତି କଟୁ ସମାଲୋଚନା କରି ଏତାଦୃଶ କାର୍ଯ୍ୟ ପାଇଁ ତୀବ୍ର ନିନ୍ଦା କରିବା ସହ ଏହା ୫୦୦ କୋଟି ଟଙ୍କାର ଦୂର୍ନୀତି ବୋଲି କହିଥିଲେ । ସର୍ବଶେଷରେ ଏକ ପ୍ରତିନିଧି ମଣ୍ଡଳୀ ଟିପିସିଓଡିଏଲ ମୁଖ୍ୟଙ୍କ ଉଦ୍ଦେଶ୍ୟରେ କନିଷ୍ଠ ଯନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ ।