Categories
ଆଜିର ଖବର ରାଜ୍ୟ ଖବର

ବିଜେପି ନେତାଙ୍କୁ ହତ୍ୟା ଘଟଣା: ଅଭିଯୋଗ ପରେ ନିଜର ପ୍ରତିକ୍ରିୟା ରଖିଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଗତକାଲି ମାହଙ୍ଗା ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ହତ୍ୟା ଘଟଣାକୁ ନେଇ ଆଇନ ମନ୍ତ୍ରୀ ପ୍ରତାପ ଜେନା ପ୍ରତିକ୍ରିୟା ରଖିଛନ୍ତି। ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳଙ୍କୁ ଏଭଳି ନିର୍ମମ ହତ୍ୟାକୁ ନିନ୍ଦା କରିବା ସହ ହତ୍ୟାକାରୀ ବିରୋଧରେ ଦୃଢ କାର୍ଯ୍ୟନୁଷ୍ଠାନ ନେବା କଥା କହିଛନ୍ତି ଆଇନ ମନ୍ତ୍ରୀ। ଏହାସହ ତାଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ମନ୍ତ୍ରୀ।

ଆଇନମନ୍ତ୍ରୀ କହିଛନ୍ତି ଯେ, “ଏହି ହତ୍ୟାକୁ ଯେତେ ନିନ୍ଦା କଲେ ସେତେ କମ। ରାଜ୍ୟରେ ହିଂସାକୁ ବରଦାସ୍ତ କରାଯିବ ନାହିଁ। ଦୋଷୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଆବ୍ୟଶକ। ଦୋଷୀ କିପରି ଗିରଫ ହେବେ ତାହା ଉପରେ ମୁଁ ନିଜେ ଦୃଷ୍ଟି ଦେବି। ତାଙ୍କ ପରିବାର ଲୋକେ ଯାହା ବିରୋଧରେ ଅଭିଯୋଗ ଆଣୁଛନ୍ତି, ସେ ହେଉଛନ୍ତି ସରପଞ୍ଚଙ୍କ ସ୍ୱାମୀ। ତେଣୁ ତାଙ୍କର ମୋ ସହ ଭେଟ ହୋଇଛି କିନ୍ତୁ ଏହି ହତ୍ୟାକାଣ୍ଡ ପୂର୍ବରୁ। ତେଣୁ ମୋ ସହିତ ଫଟୋ ରହିବା ସ୍ୱାଭାବିକ। ଏହାକୁ ନେଇ ବିରୋଧିଙ୍କ ଆକ୍ଷେପ ସମ୍ପୂର୍ଣ୍ଣ ଭୁଲ।”