Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ପଂଚାୟତ ସମିତି ସମ୍ମିଳନୀ କକ୍ଷଠାରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଅଭିଯୋଗ ଶିବିରରେ ସମୁଦାୟ ୮୨ ଟି ଅଭିଯୋଗ ଗ୍ରହଣ କରାଯାଇଥିବାବେଳେ ସେଥିମଧ୍ୟରୁ ୫ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରାଯାଇଥିଲା।

ଉକ୍ତ ଶୁଣାଣିରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବା ବେଳେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢ଼ୀ, ଉପଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠି, ମୁଖ୍ୟ ଉନ୍ନୟନ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଦିଗନ୍ତ କୁମାର ରାଉତରାୟ, ସି.ଡି.ଏମ.ଓ ଡ଼ା ଆର୍ତ୍ତବନ୍ଧୁ ନାୟକ, ଡି.ଡବ୍ଲୁ.ଓ, ବିଡିଓ, ଲେବର ଅଫିସର, ପ୍ରୋଗ୍ରାମ ଅଫିସର, ଜିଲ୍ଳା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଏବଂ ଅନ୍ୟ ସମସ୍ତ ସରକାରୀ ଅଧିକାରୀମାନେ ଯୋଗ ଦେଇଥିଲେ।