Categories
ଆଞ୍ଚଳିକ

ବୋଲଗଡ଼ ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

ଖୋର୍ଦ୍ଧା: ବୋଲଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୦୫ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୯୧ ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୧୨ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୨ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଜଣଙ୍କୁ ‌ରେଡକ୍ରସ ଆର୍ଥିକ ସହାୟତା ରାଶି ୫ ହଜାର ଟଙ୍କା ପ୍ରଦାନ କରାଯାଇଛି।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ /ଆରକ୍ଷୀ ଅଧିକ୍ଷକ, ସିଦ୍ଧାର୍ଥ କାଟାରିଆ /ଉପ-ଜିଲ୍ଲାପାଳ, ଖୋର୍ଦ୍ଧା ଦୀପ୍ତି ରଞ୍ଜନ ସେଠୀ /ସି ଡ଼ି ଏମ୍ ଓ , ଡଃ ଆର୍ତ୍ତଵନ୍ଧୁ ନାୟକ/ତହସିଲଦାର, ବୋଲଗଡ଼ ନିବେଦିତା ପରିଡ଼ା,ବିଡିଓ , ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ବାଲିପାଟଣା ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

ଭୁବନେଶ୍ଵର: ଆଜି ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ବାଲିପାଟଣା ବ୍ଲକରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ଖୋର୍ଦ୍ଧା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଡା ବାଦଲ କୁମାର ମହାନ୍ତି ଏବଂ ସିଡ଼ିଏମଓ ଡଃ ଆର୍ତ୍ତବନ୍ଧୁ ନାୟକ ଯୋଗଦେଇ ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ।

ଉକ୍ତ ଶିବିରରେ ମୋଟ ୬୮ ଗୋଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ତନ୍ମଧ୍ୟରୁ ୬୨ ଗୋଟି ବ୍ୟକ୍ତିଗତ ଓ ୪ ଗୋଟି ସାମୁହିକ ଅଭିଯୋଗ ଥିଲା। ସେହିପରି ଭାବେ ୨ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ବାଲିପାଟଣା ବିଡ଼ିଓ, ତହସିଲଦାର, ଭୁବନେଶ୍ୱର ଜୋନ-୪ ଏସିପି ଏବଂ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ବାଲିଅନ୍ତା ବ୍ଲକରେ ମିଳିତ ଜନଶୁଣାଣି ଅନୁଷ୍ଠିତ

ଭୁବନେଶ୍ୱର: ବାଲିଅନ୍ତା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୩୩ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା। ସେଥିମଧ୍ୟରୁ ୧୨୫ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୫ଟି ଗୋଷ୍ଠୀଗତ ଅଭିଯୋଗ ଥିଲା। ଉକ୍ତ ଅଭିଯୋଗଗୁଡିକ ମଧ୍ୟରୁ ସ୍ଥଳବିଶେଷରେ ୫ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ସମସ୍ତ ଅଭିଯୋଗଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ୫-‘ଟି’ ଆଧାରରେ ଜନସାଧାରଣମାନଙ୍କୁ ସେବା ଯୋଗାଇ ଦେବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ ମହାପାତ୍ର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବାଦଲ ମହାନ୍ତି, ଭୁବନେଶ୍ୱର ଉପ ଜିଲ୍ଲାପାଳ ମଧୁସୂଦନ ବେହେରା, ସିଡିଏମଓ ଡଃ ଆର୍ତ୍ତବନ୍ଧୁ ନାୟକ, ବ୍ଲକ ଅଧ୍ୟକ୍ଷା ବାସନ୍ତି ଖଟୁଆ, ସାଂସଦଙ୍କ ପ୍ରତିନିଧି ସିଦ୍ଧେଶ୍ୱର ନାଥ, ଜୋନ- ୪ ଏସିପି ଶୁଭ ନାରାୟଣ ମୁଦୁଲି, ଅବକାରୀ ଉପ ଅଧିକ୍ଷକ ରାଜ ଶେଖର ସ୍ୱାଇଁ, ବିଡିଓ ପବିତ୍ର କୁମାର ସାମଲ, ତହସିଲଦାର ବିମଳ କୁମାର ଲେଙ୍କା, ସାଧାରଣ ଅଭିଯୋଗ ଆସିଷ୍ଟାଣ୍ଟ କଲେକଫର ଭୁବନେଶ୍ୱରୀ କଅଁର ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ଟାଙ୍ଗୀ ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଆଜି ମୋଟ ୨୮ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୨୩ ଗୋଟି ଅଭିଯୋଗ ବ୍ୟକ୍ତିଗତ, 2 ଗୋଟି ସାମୁହିକ, ୨ ଗୋଟି ଅଭିଯୋଗ ର ସ୍ଥଳ ବିଶେଷରେ ତତ୍କାଳ ସମାଧାନ କରାଯାଇଥିଲା ଏବଂ ଜଣେ ହିତାଧିକାରୀଙ୍କୁ ରେଡ଼କ୍ରସ ସହାୟତା ପାଣ୍ଠି ରୁ ୧୦ ହଜାର ଟଙ୍କା ର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ, ସିଦ୍ଧାର୍ଥ କଟାରିଆ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦିଗନ୍ତ ରାଉତରାୟ, ଉପ ଜିଲ୍ଲାପାଳ ଦୀପ୍ତି ରଞ୍ଜନ ସେଠି, ସି.ଡ଼ି.ଏମ.ଓ ଡ଼ ଆର୍ତ୍ତବନ୍ଧୁ ନାୟକ, ଆସିଷ୍ଟାଣ୍ଟ କଲେକ୍ଟର ଗ୍ରୀଭାନ୍ସ, ଟାଙ୍ଗୀ ବି.ଡ଼ି.ଓ ଏବଂ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।