Categories
ଆଜିର ଖବର ରାଜ୍ୟ ଖବର

ସିଙ୍ଗାପୁର ଗସ୍ତରେ ଯିବାକୁ ଥିବା ମିଶନ ଶକ୍ତି ମା’ମାନଙ୍କୁ ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଆସନ୍ତା ଜୁନ ୩ ତାରିଖରୁ ଭୁବନେଶ୍ବରରୁ ସିଧାସଳଖ ସିଙ୍ଗାପୁର ଯିବା ପାଇଁ ବିମାନ ଚଳାଚଳ ଆରମ୍ଭ ହେବ। ଇତ୍ୟବସରରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ମନୋନୀତ କିଛି ମିଶନ ଶକ୍ତି ମାଁ ଯଥା ସ୍ବୟଂ ସହାୟକ ଗୋଷ୍ଠୀ ମହାସଂଘର ସାଧାରଣ ସଂପାଦିକା ଶୈଳବାଳା ରଥ ଓ ଅଙ୍ଗନବାଡ଼ି କର୍ମୀ ସୁନିତା କୁମାରୀ ସାହୁ, କୁନି ସ୍ବାଇଁ ଓ ପୁଷ୍ପାଞ୍ଜଳି ପ୍ରଧାନ ପ୍ରମୁଖ ଉକ୍ତ ଦିନ ସିଙ୍ଗାପୁର ଗସ୍ତରେ ଯିବେ। ଆମ ଓଡ଼ିଶା ର ମିଶନ୍ ଶକ୍ତି ମାଁ ମାନଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ସାମଗ୍ରୀର ବିଦେଶରେ ଚାହିଦା, ବ୍ୟବସାୟ ଓ ଗୁଣବତ୍ତା ଉପରେ ବାହାର ଦେଶରେ ଜନସଚେତନତା ସୃଷ୍ଟି କରିବା ସହ ଆଧୁନିକ ଶୈଳୀରେ ମିଶନ୍ ଶକ୍ତି ଦ୍ଵାରା ଆହୁରି ଅନେକ ସାମଗ୍ରୀର ପ୍ରସ୍ତୁତି ବିଷୟରେ ତାଲିମ ନେବେ।

ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଜିଲାପାଳଙ୍କ ସଦଭାବନା ସମ୍ମିଳନୀ କକ୍ଷରେ ଉକ୍ତ ମିଶନ୍ ଶକ୍ତି ମାଁ ମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଡି ଆର୍ ଡି ଏ ପ୍ରକଳ୍ପ ନିର୍ଦ୍ଦେଶକ ଭି କିର୍ତିଭାସନ, ଅତିରିକ୍ତ ଜିଲ୍ଲାପାଳ ଲିନା କୁମାରୀ ଖେସ୍, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ,ଜୀବିକା ମିଶନ୍ ପରିଚାଳକ, ଆକ୍ସନ ଏଡ୍ ସଂଯୋଜକ, ଛତ୍ରପୁର ସି ଡ଼ି ପି ଓ ଓ ସୁପରଭାଇଜର ଗଣ ଯୋଗ ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା ପୌର ପରିଷଦରେ ମିଶନ ଶକ୍ତି ମା’ ମାନଙ୍କୁ ସାଇକେଲ ପ୍ରଦାନ

ଖୋର୍ଦ୍ଧା: ଆଜି ଅପରାହ୍ନରେ ଜୟୀ ରାଜଗୁରୁ ଟାଉନ ହଲରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ଓଡିଶା ସରକାରଙ୍କ ଗୋଷ୍ଠୀ ସହାଭାଗିତାରେ ଉତ୍ସବ ପାଳନ କାର୍ଯ୍ୟକ୍ରମ ଓ ସାଇକେଲ ବିତରଣ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଭୁବନେଶ୍ୱରରେ ଶୁଭାରମ୍ଭ ହେବା ପରେ ଖୋର୍ଦ୍ଧା ଜିଲ୍ଲାରେ ଅନୁଷ୍ଠିତ ହୋଇଯାଇଛି।
ଏହି ଉପଲକ୍ଷେ ଏକ ବୈଠକ ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର, ପୌର ପରିଷଦ ଅଧ୍ୟକ୍ଷା କନକ ମଞ୍ଜରୀ ମହାନ୍ତି, ପୌର ପରିଷଦ ଉପାଧ୍ୟକ୍ଷ, ସମସ୍ତ ୱାର୍ଡମେମ୍ବର, ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ହେବା ସହ ସାଇକେଲ ବଣ୍ଟା ଯାଇଛି।

ମହିଳା ମାନଙ୍କର କାର୍ଯ୍ୟ ଦକ୍ଷତା ବୃଦ୍ଧି କ୍ଷେତ୍ରରେ ସହାୟକ ହେବ, ବୋଲି ମୁଖ୍ୟମନ୍ତ୍ରୀଙ୍କର ଏହା ଏକ ସୁନ୍ଦର ପ୍ରଚେଷ୍ଟା। ଖୋର୍ଦ୍ଧା ମୁନିସିପାଲିଟିରେ କାମ କରୁଥିବା ୪୫ ଜଣ ମହିଳା ଯଥାକ୍ରମେ ସ୍ଵଚ୍ଛସାଥି, ଜଳ ସାଥି, ସ୍ଵଚ୍ଛ ସୁପର ଭାଇଜର, M. C. C, MRF, ଆହାର ଓ ମିଶନ ଶକ୍ତି ମା’ ମାନଙ୍କୁ ସାଇକେଲ ପ୍ରଦାନ କରାଯାଇଛି।

Categories
ବିଶେଷ ଖବର

ଅନୁଗୁଳରେ ୧୮୦୦ କୋଟି ମୂଲ୍ୟର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମିଶନ ଶକ୍ତି ମା’ମାନଙ୍କୁ ୨୪୨ କୋଟି

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୯୨ କୋଟି ଟଙ୍କାର ୭୯୫ଟି ପ୍ରକଳ୍ପ ପାଇଁ ଭିତ୍ତି ରଖାଯାଇଛି। ଏହାସହିତ ଅନୁଗୁଳରେ ୩୫୦ କୋଟି ଟଙ୍କାରେ ଦୁଇଟି ବୃହତ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଏବଂ ଏହି ପ୍ରକଳ୍ପ ଦୁଇଟିକୁ ରାଜ୍ୟ କ୍ୟାବିନେଟ ମଂଜୁରୀ ଦେଇସାରିଛି ବୋଲି କହିଥିଲେ। ଏହାଦ୍ବାରା ଜିଲ୍ଲାର ୪୮ଟି ପଞ୍ଚାୟତର ଲୋକ ପାନୀୟ ଜଳ ପାଇପାରିବେ।

ଅନୁଗୁଳକୁ ସେବା ଓ ସଂଗ୍ରାମର ଭୂମି ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନବକୃଷ୍ଣ ଚୌଧୁରୀ, ମାଳତୀ ଚୌଧୁରୀ ଓ ପବିତ୍ର ମୋହନ ପ୍ରଧାନଙ୍କ ପରି ସଂଗ୍ରାମୀ ନେତାମାନଙ୍କ ତ୍ୟାଗ ଓ ସେବାକୁ ସ୍ମରଣ କରିଥିଲେ।

ବିକାଶ ଅନୁଗୁଳର ସବୁଠାରୁ ବଡ ପରିଚୟ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନୁଗୁଳରେ ଶିଳ୍ପ ପ୍ରତିଷ୍ଠା ସହିତ ନିଯୁକ୍ତିର ସୁଯୋଗ ବଢୁଛି। ଚଳିତ ମେକ୍‌-ଇନ୍-ଓଡିଶାରେ ରାଜ୍ୟ ୧୦ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆକର୍ଷଣ କରିବାରେ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅନୁଗୁଳରେ ଆଜିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଦ୍ବାରା ଜିଲ୍ଲାର ବିକାଶଧାରା ଆହୁରି ତ୍ବରାନ୍ବିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅନୁଗୁଳର ମିଶନ ଶକ୍ତି ମା ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୪୨ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ। ଜିଲ୍ଲାର ୭୩୭୨ ମିଶନ ଶକ୍ତି ଗୋଷ୍ଠୀର ୭୫ ହଜାର ମହିଳା ଏହାଦ୍ବାରା ଉପକୃତ ହେବେ। ମିଶନ ଶକ୍ତି ତାଙ୍କର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତିଦିନ ମିଶନ ଶକ୍ତିର ମା ମାନେ ତାଙ୍କୁ ଭେଟୁଛନ୍ତି ଓ ତାଙ୍କ ସଫଳତାର କାହାଣୀ କହୁଛନ୍ତି। ଏହା ତାଙ୍କୁ ଖୁବ ଆନନ୍ଦ ଦେଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ଚାହାଁନ୍ତି ବୋଲି ପ୍ରକାଶ କରି ଏଥିପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ ବୋଲି ସେ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ୫ ବର୍ଷରେ ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ସହାୟତା ଦିଆଯିବ।

ଏହି କାର୍ଯ୍ୟକ୍ରମରେ ଉପବାଚସ୍ପତି, ଜିଲ୍ଲାର ବିଧାୟକମାନେ ଯୋଗ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ପ୍ରଥମେ ଅନୁଗୁଳ ଷ୍ଟାଡିଅମରେ ପହଞ୍ଚି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇଥିଲେ। ଏହାପରେ ରେଲୱେ ଷ୍ଟେସନ ଯାଇ ସେଠାରେ ସମ୍ବଲପୁର-ଶାଲିମାର-ସମ୍ବଲପୁର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳବାଇ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ Angul Loco Shed Siding ଯାଇ ସେଠାରେ ନୂଆ MCRL ରେଲ ଲାଇନ ଉଦ୍‌ଘାଟନ କରିବା ସହିତ ଅନୁଗୁଳ-ବଳରାମ ଲିଙ୍କ ଗୁଡ୍‌ସ ଟ୍ରେନର ଶୁଭାରମ୍ଭ କରିଥିଲେ।

Categories
ବିଶେଷ ଖବର

ବାଲେଶ୍ବର, ମୟୁରଭଂଜ ଓ ଜଗତସିଂହପୁର ଜିଲ୍ଲାର ମିଶନ ଶକ୍ତି ମା’ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ ବାଲେଶ୍ବର, ମୟୁରଭଂଜ ଓ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ବ୍ଲକ ଫେଡେରେଶନର ମିଶନ ଶକ୍ତି ମା’ ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ। ଭୁବନେଶ୍ବରକୁ ସେମାନେ ପ୍ରଶିକ୍ଷଣ ପାଇଁ ଆସିଥିବା ଅବସରରେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି।

ଏହି ଅବସରରେ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ମିଶନ ଶକ୍ତି କାର୍ଯ୍ୟକ୍ରମରେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ଏହାଦ୍ବାରା ସେମାନଙ୍କର ଦକ୍ଷତା ବୃଦ୍ଧି ହେବା ସହିତ ବିଭିନ୍ନ ବ୍ୟବସାୟ ଜରିଆରେ ଆର୍ଥିକ ଉନ୍ନତି ଆସିପାରିଛି। ନିଜେ ରୋଜଗାର କରିପାରୁଥିବା ଯୋଗୁ ଆଜି ସମାଜରେ ସେମାନଙ୍କର ପ୍ରତିଷ୍ଠା ବୃଦ୍ଧି ପାଇଛି ବୋଲି ସେମାନେ ଖୁସି ପ୍ରକାଶ କରିଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ସେମାନଙ୍କ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିପାରିଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ କାମର ପ୍ରଶଂସା କରିବା ସହିତ ଓଡିଶାର ବିକାଶରେ, ବିଶେଷକରି ଗ୍ରାମାଞ୍ଚଳର ମା ମାନେ ବହୁତ ଭଲ କାମ କରୁଛନ୍ତି ଓ ଆଗକୁ ଏହିପରି କାମ ଜାରି ରଖିବେ ବୋଲି ସେ ଆଶାପ୍ରକାଶ କରିଥିଲେ।

ଏହି ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

୬ ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା ଓ ଅନୁଗୁଳ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ। ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରି କହିଥିଲେ ଯେ ଖୁବ କମ୍‌ ସମୟ ମଧ୍ୟରେ ଜାତୀୟ ପତାକା ପ୍ରସ୍ତୁତ କରିବା ଏକ ଗୁରୁ ଦାୟିତ୍ବ ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ଉପରେ ଭରସା ରଖି ଏ ଦାୟିତ୍ବ ଦେଇଥିଲେ ଏବଂ ଆପଣମାନେ ମଧ୍ୟ ଏହାକୁ ସଫଳତାର ସହ ନିର୍ବାହ କରି ମୁଖ୍ୟମନ୍ତ୍ରୀଙ୍କ ଭରସାକୁ ସାକାର କରିପାରିଛନ୍ତି।

ଏପରି ଏକ ମର୍ଯ୍ୟଦାପୂର୍ଣ୍ଣ ଦାୟିତ୍ବ ଅର୍ପଣ କରିଥିବାରୁ ମିଶନ ଶକ୍ତିର ମା ମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ। ମହିଳା ମାନଙ୍କ ବିକାଶ ଓ କଲ୍ୟାଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ସେମାନେ ଆଜି ବିଭିନ୍ନ କ୍ଷେତ୍ରରେ ସକ୍ଷମ ହୋଇପାରିଛନ୍ତି ବୋଲି ମତ ଦେଇଥିଲେ। ଏହି ଗୁରୁତ୍ବପୂର୍ଣ୍ଣ ଅବଦାନ ଯୋଗୁ ସେମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ଓ ସବୁବେଳେ ରହିବେ ବୋଲି ସେମାନେ କହିଥିଲେ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

Categories
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ଛ ଜିଲ୍ଲାର ମିଶନ ଶକ୍ତି ମା: ଜାଣନ୍ତୁ କାରଣ

ଭୁବନେଶ୍ବର: ଜାତୀୟ ପତାକା ତିଆରି କରିବାର ସୁଯୋଗ ପାଇ ଆମେ ଗର୍ବିତ। ମୁଖ୍ୟମନ୍ତ୍ରୀ ଆମ ଉପରେ ଭରସା କରି ଆମକୁ ଏ ମହାନ ସୁଯୋଗ ଦେଇଥିବାରୁ ଆମେ ତାଙ୍କ ନିକଟରେ କୃତଜ୍ଞ। ଆଜି ନବୀନ ନିବାସରେ ୬ଟି ଜିଲ୍ଲାର ମିଶନ ଶକ୍ତିର ମା ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏହା କହିଛନ୍ତି।

ଆଜି ସଂଧ୍ୟାରେ ନବୀନ ନିବାସଠାରେ ଗଞ୍ଜାମ, ଗଜପତି, ନୂଆପଡା, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ୮୪ଟି ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ। ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନଙ୍କ ଉପରେ ମୋର ପୁରା ଭରସା ରହିଛି। ଆପଣମାନଙ୍କ ଭିତରେ ବହୁତ କିଛି କରିବାର ସାମର୍ଥ ରହିଛି । ବହୁତ କମ୍ ସମୟ ପାଇ ମଧ୍ୟ ଆପଣମାନେ ୩୦ ଲକ୍ଷ ଜାତୀୟ ପତାକା ତିଆରି କରି ରାଜ୍ୟ ପାଇଁ ଗୌରବ ଆଣିପାରିଛନ୍ତି। ଆପଣମାନଙ୍କୁ ବହୁତ ବହୁତ ଧନ୍ୟବାଦ।

ମିଶନ ଶକ୍ତିର ମା ମାନେ କହିଥିଲେ ଯେ ଜାତୀୟ ପତାକା ତିଆରି କରିବାର ଆନନ୍ଦ ପାଇ ଆମେ ବହୁତ ଖୁସି। ଆମେ ଏବଂ ମଧ୍ୟାହ୍ନ ଭୋଜନ ଠାରୁ ଆରମ୍ଭ କରି ଅଙ୍ଗନବାଡୀ ପିଲାଙ୍କ ଡ୍ରେସ୍ ସିଲେଇ କରିବା, ଇଲ୍କ୍ଟ୍ରି ବିଲ୍ ଆଦାୟ କରିବା ଆଦି କାମ ବହୁତ ଭଲ ଭାବରେ କରିପାରୁଛୁ। ନୂଆପଡାରେ ଆମେ ଡ୍ରାଇଭିଂ ଶିକ୍ଷା ମଧ୍ୟ ନେଉଛୁ। ଆମେ ବି ପାରିବୁ, ଏ ବିଶ୍ବାସ ଆମର ବଢିଛି। ଆମେ ସମସ୍ତେ ଏବେ କିଛି ନା କିଛି ଉପଯୋଗୀ କାର୍ଯ୍ୟରେ ନିୟୋଜିତ ହୋଇପାରିଛୁ ବୋଲି ସେମାନେ କହିଥିଲେ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଜାତୀୟ ପତାକା ପ୍ରସ୍ତୁତି ଦାୟିତ୍ୱ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମିଶନ ଶକ୍ତି ମହିଳା

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ ଢେଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା’ ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ।

ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ପରି ଗୁରୁ ଦାୟିତ୍ୱ କୁ ସୁନ୍ଦର ଭାବରେ ନିର୍ବାହ କରି ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିବା ସହ ଭଲକାମ ଜାରି ରଖିବାକୁ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ଆସ୍ଥା ସେମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କ ଜୀବନରେ ବହୁତ ବଡ ପରିବର୍ତନ ଆଣିଛି ବୋଲି କହିଥିଲେ. ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ସେମାନେ କିପରି ସଫଳ ହୋଇପାରିଛନ୍ତି ତାହା ବର୍ଣନା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।