Categories
ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ମହାବିଦ୍ୟାଳୟର ଶିକ୍ଷକ ଓ ଅଣ-ଶିକ୍ଷକମାନଙ୍କ ପାଇଁ ଆସିଲା ଖୁସି ଖବର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ ର ଶିକ୍ଷକ ଓ କର୍ମଚାରୀମାନଙ୍କ ନିମନ୍ତେ ନିମ୍ନଲିଖିତ ସେବା ସୁବିଧା ଅନୁମୋଦନ କରିଛନ୍ତି।

ପୂର୍ଣ୍ଣ ସହାୟତା ପାଉଥିବା ବେସରକାରୀ ମହାବିଦ୍ୟାଳୟର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ସୁବିଧା ପାଇଁ ଓଡିଶା ସଂଶୋଧିତ ବେତନ ହାର ନିୟମ, ୨୦୧୭ ଅନୁସାରେ ପ୍ରଦାନ କରାଯାଉଥିବା ପରିବର୍ତ୍ତିତ ନିଶ୍ଚିତ କ୍ୟାରିୟର ପ୍ରଗତି ଯୋଜନା କୁ (Modified Assured Career Progression Scheme) ସରଳ କରାଯାଇଛି. ଏବେ 100% ଅନୁଦାନ ପାଇବା ତାରିଖ ପରିବର୍ତ୍ତେ ପ୍ରଥମ ଅନୁଦାନ ମିଳିବା ଦିନ କୁ ଭିତ୍ତି କରି MACP ନିର୍ଣ୍ଣୟ କରାଯିବ.

ପୂର୍ଣ୍ଣ ସହାୟତା ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ଶିକ୍ଷାଦାନ ବୃତ୍ତିରେ ପ୍ରତିଭାବାନ ଅଧ୍ୟାପକ ମାନଙ୍କୁ ଆକର୍ଷିତ କରିବା PH.D ଡିଗ୍ରୀ ହାସଲ ପାଇଁ, ସ୍ଵତନ୍ତ୍ର ପଦକ୍ଷେପ ନିଆଯାଇଛି. ଅଧ୍ୟାପକମାନଙ୍କୁ ଚାକିରୀ ସମୟରେ Ph.D ର ଅତିରିକ୍ତ ଯୋଗ୍ୟତା ହାସଲ କରିବା ପାଇଁ ପ୍ରୋତ୍ସାହନ ସ୍ଵରୂପ କେବଳ entry level ରେ appropriate pay ସ୍କେଲରେ ଦୁଇଟି ଅଗ୍ରୀମ ବୃଦ୍ଧି, (କେବଳ ଅଧ୍ୟାପକ ପଦରେ ) ପ୍ରଦାନ କରାଯିବ |

ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ପୂର୍ଣ୍ଣ ସହାୟତା ପ୍ରାପ୍ତ କଲେଜ ର ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ

Categories
ଆଜିର ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର ଶିକ୍ଷକ ଅଣଶିକ୍ଷକଙ୍କ ଛୁଟି ବଢିଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ ମହିଳା କର୍ମଚାରୀମାନଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ପ୍ରଦାନ କରିବା ନିମନ୍ତେ ଘୋଷଣା କରିଛନ୍ତି।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀ ଓ ସେମାନଙ୍କ ସଂଘ ପକ୍ଷରୁ ଏ ବିଷୟରେ ପ୍ରସ୍ତାବ ଆସିଥିଲା। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ଏହି ପ୍ରସ୍ତାବ ବିଷୟରେ ନିଷ୍ପତ୍ତି ନେଇଛନ୍ତି।

ଏହା ଦ୍ୱାରା ରାଜ୍ୟର ୨୫୬୦ ଉଚ୍ଚ ବିଦ୍ୟାଳୟ, ୯୪୦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ୩୯ ସଂସ୍କୃତ ଟୋଲ ଏବଂ ୧୩୮ ମଦ୍ରାସା ରେ କାର୍ଯ୍ୟରତ ପ୍ରାୟ 33420 କର୍ମଚାରୀ (ଶିକ୍ଷକ ଓ ଅଣଶିକ୍ଷକ) ଉପକୃତ ହେବେ।

Categories
ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ବଢିଲା ମିଶନ ଶକ୍ତି କମ୍ୟୁନିଟ ସର୍ପୋଟ ଷ୍ଟାଫଙ୍କ ପାରିଶ୍ରମିକ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ ।

ରାଜ୍ୟରେ ମହିଳା ସଶକ୍ତିକରଣରେ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ଅତୁଳନୀୟ ଅବଦାନ କୁ ସମ୍ମାନ ଜଣାଇବା ସହ ସେମାନ ଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶି ରେ ବୃଦ୍ଧି ଘୋଷଣା କରିଛନ୍ତି।

ମିଶନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା MBK, CRP-CM, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ଯ୍ୟରତ ଅଛନ୍ତି । ଏହି ନୂତନ ଘୋଷଣା ଅନୁଯାୟୀ ମିଶନ ଶକ୍ତି ଅଧୀନରେ ଗ୍ରାମପଞ୍ଚାୟତ ସ୍ତରରେ କାର୍ଯ୍ୟରତ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନେ ଉପକୃତ ହେବେ । ଉକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ୨୦୨୩ ମସିହା ଅକ୍ଟୋବର ମାସଠାରୁ ପିଛିଲାଭାବେ ନିମ୍ନମତେ ଲାଗୁ କରାଯିବ ।

• MBK, ବ୍ୟାଙ୍କ ମିତ୍ର ଏବଂ ଜୀବିକା ସହାୟିକା ମାନେ ମାସିକ 6750 ଟଙ୍କା ରୁ 10750 ଟଙ୍କା ପାଇବେ ।

• କୃଷି ମିତ୍ର ଓ ପ୍ରାଣୀ ମିତ୍ର ମାସିକ ୩,୭୫୦ ଟଙ୍କା ପରିବର୍ତ୍ତେ ମୋଟ ୬,୨୫୦ ଟଙ୍କା ପାଇବେ ।

• CRP-CM ଏବେ ମାସକୁ ମୋଟ ୩୬୦୦ ଟଙ୍କା ପରିବର୍ତ୍ତେ ୬୧୦୦ ଟଙ୍କା ପାଇବେ ।
ଉପରୋକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ପିଛିଲା ଭାବେ ଅକ୍ଟୋବର,୨୦୨୩ ରୁ ପ୍ରଦାନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବେଳେ ଏ ବାବଦକୁ ରାଜ୍ୟ ସରକାର ୯୬.୫୧ କୋଟି ଅତିରିକ୍ତ ଅର୍ଥ ରାଶିର ବ୍ୟୟ ବରାଦ କରିଛନ୍ତି ।

ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ community support staff ମାନେ ତାଙ୍କୁ ଭେଟି ସେମାନଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟରେ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

Categories
ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଅଙ୍ଗନବାଡି କେନ୍ଦ୍ର ଓ ମିନି ଅଙ୍ଗନବାଡି କେନ୍ଦ୍ରର କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଅଙ୍ଗନବାଡି କର୍ମୀ ତଥା ସେମାନଙ୍କ ସଙ୍ଗଠନ ଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।

ଏହି ନୂତନ ଘୋଷଣା ଅନୁଯାୟୀ, ଅଙ୍ଗନବାଡି କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ମିନି ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ୫୩୭୫ ଟଙ୍କାରୁ ୭୨୫୦ ଟଙ୍କା ହେଲା । ସେହିପରି ଅଙ୍ଗନବାଡି ସହାୟିକାଙ୍କ ପାରିଶ୍ରମିକ ୩୭୫୦ ଟଙ୍କାରୁ ୫୦୦୦ ଟଙ୍କାକୁ ବୃଦ୍ଧି କରାଗଲା।

ଏହି ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଚଳିତ ଫେବୃଆରୀ ମାସରୁ ବର୍ଦ୍ଧିତ ପାରିଶ୍ରମିକ ନିୟମିତ ଭାବେ ମିଳିବ। ଅକ୍ଟୋବର ୨୦୨୩ରୁ ଜାନୁଆରୀ ୨୦୨୪ – ଚାରି ମାସର ବର୍ଦ୍ଧିତ ବକେୟା ରାଶି ମାର୍ଚ୍ଚ 5 ତାରିଖ ରୁ 10 ତାରିଖ ମଧ୍ୟରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯିବ।

ସେହିପରି ଅଙ୍ଗନବାଡି କର୍ମଚାରୀଙ୍କ EXIT POLICY (ସେବା ନିବୃତ୍ତି) ରେ ପାଉଥିବା ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରାଯାଇଛି। ଏହା ୦୧.୦୪.୨୦୨୪ ଠାରୁ ଲାଗୁହେବ। ବର୍ଦ୍ଧିତ ପ୍ରୋତ୍ସାହନ ରାଶି ବାବଦରେ ଅଙ୍ଗନବାଡି କର୍ମୀମାନେ ପୂର୍ବରୁ ପାଉଥିବା ୪୦ ହଜାର ଟଙ୍କା ପରିବର୍ତ୍ତେ ୧ ଲକ୍ଷ ଟଙ୍କା ପାଇବେ। ମିନି ଅଙ୍ଗନବାଡି କର୍ମୀମାନେ ୩୦ ହଜାର ଟଙ୍କା ପରିବର୍ତ୍ତେ ୭୫ ହଜାର ଟଙ୍କା ପାଇବେ ଓ ଅଙ୍ଗନବାଡି ସହାୟିକାମାନେ ୨୦ ହଜାର ଟଙ୍କା ପରିବର୍ତ୍ତେ ୫୦ ହଜାର ଟଙ୍କା ପାଇବେ।

ସେହିପରି ସାମାଜିକ ସୁରକ୍ଷା ଦିଗରେ ମୃତ୍ୟୁ କିମ୍ବା ଦୁର୍ଘଟଣାଜନିତ ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା ନିମନ୍ତେ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ସହାୟିକାମାନଙ୍କୁ ୨ ଲକ୍ଷ ଟଙ୍କା ଓ ଆଂଶିକ ଅକ୍ଷମତା ନିମନ୍ତେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପା ରାଶି ପ୍ରଦାନ କରାଯିବ। ଏହି ସୁବିଧା ମଧ୍ୟ ୦୧.୦୪.୨୦୨୪ରୁ ଲାଗୁ ହେବ।

Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା, ରାଜ୍ୟରେ ନିର୍ମାଣ ହେବ ୩ଟି ନୂଆ ବୃହତ୍ ସେତୁ

ଭୁବନେଶ୍ବର: ରାଜ୍ୟରେ ୩ଟି ବୃହତ ସେତୁ ନିର୍ମାଣ ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ମୁଖ୍ୟମନ୍ତ୍ରୀ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ବରଗଡ ଜିଲ୍ଲାରେ ନିର୍ମାଣ ହେବ। ଏହାଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ଜୁନ୍ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ବରପାଲିରେ ଗୋଟିଏ ବୃହତ ସେତୁ ରହିଛି। ବରପାଲିର ଜିଲୋଟ ନାଳ ଉପରେ ଏକ ସେତୁ ନିର୍ମାଣ କରାଯିବ। ୧୨୦ ମିଟର ଦୀର୍ଘ ଏହି ସେତୁ ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବରଗଡ ଓ ବରପାଲି ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବା ସହିତ ଜିଲ୍ଲା ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗର ସୁବିଧା ସୃଷ୍ଟି ହେବ। ଏହାଦ୍ୱାରା ପ୍ରାୟ ୨ ଲକ୍ଷ ୨୫ ହଜାର ଲୋକ ଉପକୃତ ହେବେ।

ସେହିପରି ବରଗଡ ପୌରାଞ୍ଚଳ ଆଗାଁ ନଳା ଉପରେ ୬୦ ମିଟର ଦୀର୍ଘ ସେତୁ ନିର୍ମାଣ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ବରଗଡ ଜିଲ୍ଲା ମୁଖ୍ୟାଳୟ ସହିତ ପରପାଲି ଓ ଭେଡେନ ବ୍ଲକ ମୁଖ୍ୟାଳୟକୁ ଯୋଡିବ । ଏହାଦ୍ୱାର ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

ତୃତୀୟ ସେତୁଟି ସରଳା ନାଳ ଉପରେ ନିର୍ମାଣ କରାଯିବ। ୧୫୦ ମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଭଟଲି ବ୍ଲକ ମୁଖ୍ୟାଳୟକୁ ବରଗଡ ଓ ଅତାବିରା ବ୍ଲକ ମୁଖ୍ୟାଳୟକୁ ଯୋଡିବ। ଏହାଦ୍ୱାରା ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

Categories
ଆଜିର ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାର ଦୀର୍ଘ ୬ ମାସ ପରେ ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ନିୟମିତ କଲା ଗଣଶିକ୍ଷା ବିଭାଗ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଞ୍ଚ ମାସ ପୂର୍ବରୁ ତାଙ୍କର ଜନ୍ମ ଦିବସରେ ଓଡିଶା ମାଟିରୁ ଚୁକ୍ତିଭିତ୍ତିକ ପ୍ରଥାର ଉଚ୍ଛେଦ କରିଥିଲେ। ଘୋଷଣା ପରେ ସମସ୍ତ ବିଭାଗରେ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ନିୟମିତ ହୋଇଥିଲେ। କିନ୍ତୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ପ୍ରାୟ ଅଠର ହଜାରରୁ ଅଧିକ ଚୁକ୍ତିଭିତ୍ତିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିୟମିତ କରାଯାଇନଥିଲା।

ଘୋଷଣା ପରେ ବି ବିଭାଗ ନିୟମିତ ନକରିବାରୁ ଓଡିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘ ପ୍ରଥମେ ଡିସେମ୍ବର ସାତ ତାରିଖରେ ଆନ୍ଦୋଳନକୁ ଓହ୍ଲାଇଥିଲା। ଏହି ଆନ୍ଦୋଳନ ପରେ ମଧ୍ୟ ନିୟମିତ ନିର୍ଦ୍ଧେଶନାମାଟି ସରକାର ପ୍ରକାଶ କରିନଥିଲେ। ପାଞ୍ଚ ମାସ ସମୟ ବିତିଯିବା ପରେ ସଂଘ ପୁନଶ୍ଚ ଏପ୍ରିଲ ଏକ ତାରିଖ ଦିନ ବିଧାନସଭା ଆଗରେ ଧାରଣା ଦେଇଥିଲା।

ସରକାର ଆଲୋଚନାକୁ ଡାକି ତିନି ଦିନ ମଧ୍ୟରେ ନିୟମିତ ନିର୍ଦ୍ଦେଶାନାମାଟି ପ୍ରକାଶ କରିବେ ବୋଲି ପ୍ରତିଶୃତି ଦେଇଥିଲେ। କିନ୍ତୁ ରାଜ୍ୟ ସଂଘ ନିୟମିତ ନିର୍ଦେଶାନାମାଟି ପ୍ରକାଶ ପାଇବା ଯାଏଁ ଧାରଣରେ ବସିବ ବୋଲି ସଫା ସଫା କହିଥିଲା। ତେଣୁ ଏପ୍ରିଲ ୧ ତାରିଖରୁ ସଂଘ ଧାରଣାରେ ବସିଥିଲା ଏବଂ ଆଜି ଧାରଣାର ୧୩ ଦିନ ହୋଇଥିବା ବେଳେ ସରକାର ଦାବି ପୂରଣ କରିଛନ୍ତି।

ସରକାର ପ୍ରତିଶୃତି ରକ୍ଷା କରି ଆଜି ନିୟମିତ ନିର୍ଦ୍ଦେଶାନାମାଟି ପ୍ରକାଶ କରିଥିବାରୁ ମୁଖ୍ୟମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସଚିବଙ୍କୁ ରାଜ୍ୟ ସଂଘ ସଭାପତି ପାଞ୍ଚନନ ଜେନା, ସମ୍ପାଦକ ସତ୍ୟଭୂଷଣ ତରାଇ, ଉପଦେଷ୍ଟା ବିଶ୍ୱଜିତ ବିଶ୍ୱାଳ, ଦାମୋଦର ମହାନନ୍ଦ, ବିନୋଦ ମିଶ୍ର, ବସନ୍ତ କୌଶଲ୍ୟ, ମାନସ ପୁହାଣ, ଟିକିନା ସାହୁ, ମୌଡି ଇନ୍ଦ୍ରସେନ, ଜିକରିଆ ସବର, ପ୍ରତାପ ସାମଲ, ଶାନ୍ତୁନୁ ଦାସ, ପ୍ରିୟବ୍ରତ ବେହେରା, ମନୋହର ଦାସ, ଦିଲୁ ସାହୁ, ମାନସ ସାହୁ, ରଶ୍ମି ସାହୁ ଆଦି ଧନ୍ୟବାଦ ଜଣାଇଛନ୍ତି।

Categories
ବିଶେଷ ଖବର

ବିକ୍ରମଦେବ କଲେଜର ପ୍ଲାଟିନମ ଜୁବୁଲି: ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜୟପୁରର ବିକ୍ରମଦେବ ସ୍ବୟଂଶାସିତ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଗତକାଲି ମୁଖ୍ୟମନ୍ତ୍ରୀ ବିକ୍ରମଦେବ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଗଲା ବୋଲି ଘୋଷଣା କରିଥିଲେ। ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ଉଦ୍‌ବୋଧନରେ ଛାତ୍ରଛାତ୍ରୀମାନଙ୍କୁ ଏ ଘୋଷଣା ସଂପର୍କରେ ଉଲ୍ଲେଖକରି କହିଥିଲେ ‘ଆପଣମାନେ ଖୁସି ତ?’ ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ବିପୁଳ ଉତ୍ସାହ, ଆନନ୍ଦ, ଉଲ୍ଲାସ ଓ କରତାଳି ମଧ୍ୟରେ ସ୍ବାଗତ କରିଥିଲେ। ଏହି ଘୋଷଣା ପାଇଁ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିକ୍ରମଦେବ ବିଶ୍ବବିଦ୍ୟାଳୟରେ ଏକ ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ କରାଯିବ ବୋଲି ଘୋଷଣା କରିଥିଲେ। ଏ ସଂପର୍କରେ ଅଧିକ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କହିଥିଲେ ଯେ ଏହି ଅଡିଟୋରିଅମ ୧୦୦୦ ଆସନ ବିଶିଷ୍ଟ ହେବ ଏବଂ ଏଥିପାଇଁ ୮ କୋଟି ଟଙ୍କା ବିନିଯୋଗ କରାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ଆମ ଭିତରେ ଥିବା ସଂଭାବନାକୁ ବୃଦ୍ଧି କରିଥାଏ। ଯୁବସମାଜ ଉପରେ ତାଙ୍କର ପୁରା ଆସ୍ଥା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନେ ଭଲ ପାଠ ପଢନ୍ତୁ ଏବଂ ସମାଜ ସହିତ ଯୋଡି ହୋଇ ରୁହନ୍ତୁ। ନିଜର ତଥା ନିଜ ପରିବାରର ଏବଂ ସାରା ଓଡିଶାର ସ୍ବପ୍ନ ପୂରଣ କରିବା ପାଇଁ ଉଦ୍ୟମ ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ।

କୋରାପୁଟ ତାଙ୍କ ପାଇ ସବୁବେଳେ ସ୍ବତନ୍ତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭିତ୍ତିଭୂମିର ବିକାଶ ଜରିଆରେ କୋରାପୁଟର ବିକାଶ ପାଇଁ କାମ କରାଯାଉଛି। ଭିତ୍ତିଭୂମିର ଗୁରୁତ୍ବ ସଂପର୍କରେ ଉଦାହରଣମ ଦେଇ ସେ କହିଲେ ଯେ ଗୋଟିଏ ଗୁରୁପ୍ରିୟା ସେତୁ ଆଜି ସ୍ବାଭିମାନ ଅଞ୍ଚଳରେ ବିକାଶର ନୂଆ ଧାରା ଆଣିପାରିଛି।

ଭିତ୍ତିଭୂମି ହିଁ ବିକାଶର ଆଧାର ବୋଲି ସେ ମତବ୍ୟକ୍ତ କରି ସେ କୋରାପୁଟ ପାଇଁ ୧୫୯୬ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏଧିରେ ୨୦୭.୮୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥଇବା ବେଳେ ୧୩୭୮.୪୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା। ସେତୁ, ସଡକ, ପାନୀୟ ଜଳ, ଜଳସେଚନ, ବିଦ୍ୟୁତୀକରଣ ଓ ପର୍ଯ୍ୟଟନ ଆଦି ପ୍ରକଳ୍ପ କାମ କରାଯାଇଛି।

ମିଶନ ଶକ୍ତି କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଥିଲ ଯେ ମା ମାନେ ଭଲ କାମ କରି ସାରା ରାଜ୍ୟ ପାଇଁ ସୁନାମ ଆଣିଛନ୍ତି। ସ୍ବାଧୀନତାର ୭୫ ବର୍ଷ ଅବସରରେ ଜାତୀୟ ପତାକା ପ୍ରସ୍ତୁତ କରି ସେମାନେ ନିଜର ଦକ୍ଷତା ଦେଖାଇଛନ୍ତି ଏବଂ ସେମାନଙ୍କ ଉପରେ ଥିବା ଆମର ବିଶ୍ବାସକୁ ଆହୁରି ମଜବୁତ କରିଛନ୍ତି। ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ଚାହେଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାନୁଷ୍ଠାନରେ ପରିଣତ କରିବା ପାଇଁ କାମ ଆରମ୍ଭ ହୋଇଛି ଏବଂ ଏଥିପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆଯାଉଛି। ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କା ଋଣ ଦିଆଯିବ ବୋଲି ସେ କହିଥିଲେ। ମା ମାନଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯାଉଛି ବୋଲି ସେ କହିଥିଲେ।

ଏହି ଅବସରରେ ଜିଲ୍ଲାର ୧୨୩୫ ମିଶନ ଶକ୍ତି ଗୋଷ୍ଠୀକୁ ୫୦ କୋଟି ଟଙ୍କାର ସୁଧ ବିହୀନ ଋଣ ପ୍ରଦାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ କୋରାପୁଟ ପର୍ଯ୍ୟଟନ ଉପରେ ଆଧାରିତ ଏକ ସ୍ବତନ୍ତ୍ର ପୋଷ୍ଟାଲ କଭର ଉନ୍ମୋଚିତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି, କୋରାପୁଟ ବିଧାୟକ ରଘୁରାମ ପେଡାଲ, କୋରାପୁଟ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସଶ୍ମିତା ମେଲ୍ଲେକା ଏବଂ କୋରାପୁଟ ସ୍ବତନ୍ତ୍ର ବିକାଶ ପରିଷଦର ଅଧ୍ୟକ୍ଷ ଚନ୍ଦ୍ରଶେଖର ମାଝୀ ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀଙ୍କ ବିଶ୍ବବିଦ୍ୟାଳୟ ଘୋଷଣାକୁ ସ୍ବାଗତ କରିଥିଲେ ଏବଂ ଏହାଦ୍ବାରା କୋରାପୁଟ ଜିଲ୍ଲା ଓ ସମଗ୍ର ଦକ୍ଷିଣ ଓଡିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପୁଳ ସୁଯୋଗ ସୃଷ୍ଟି ହେବ ବୋଲି ମତବ୍ୟକ୍ତ କରିଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ମରୁଡ଼ି ପ୍ରଭାବିତ ଅଞ୍ଚଳ ପାଇଁ ୨୦୦ କୋଟି ଟଙ୍କାର ଇନ୍‌ପୁଟ୍‌ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟର ମରୁଡ଼ି ପ୍ରଭାବିତ ଅଞ୍ଚଳର ପୀଡ଼ିତ ଚାଷୀଙ୍କୁ ୨୦୦ କୋଟି ଟଙ୍କାର ଇନ୍‌ପୁଟ୍‌ ସହାୟତା ରାଶି ପ୍ରଦାନ କରାଯିବ। ଆଜି ଏ ନେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହି ସମସ୍ତ ଅର୍ଥ ରାଜ୍ୟ ସରକାର ନିଜ ରାଜକୋଷରୁ ପ୍ରଦାନ କରିବେ।

ମିଳିଥିବା ରିପୋର୍ଟ ଅନୁଯାୟୀ, ବର୍ଷା ଅଭାବରୁ ରାଜ୍ୟର ୧୨ଟି ଜିଲ୍ଲାର ୬୪ଟି ବ୍ଲକ୍‌ ଏବଂ ୧୫ଟି ପୌରାଞ୍ଚଳରେ ଥିବା ପ୍ରାୟ ୨, ୬୩,୫୬୦ ହେକ୍ଟର ଚାଷଜମିରେ ୩୩ ପ୍ରତିଶତ ବା ତା’ଠାରୁ ଅଧିକ ଫସଲହାନି ହୋଇଛି। ଅଥଚ ଏ ପର୍ଯ୍ୟନ୍ତ ମରୁଡ଼ି ପ୍ରପୀଡ଼ିତ ଅଞ୍ଚଳର ବହୁସଂଖ୍ୟକ ଚାଷୀ ଫସଲ ବୀମା ରାଶି ପାଇପାରି ନାହାନ୍ତି।

ଏ ସଂପର୍କରେ ରାଜ୍ୟ ସରକାର କ୍ରମାଗତ ଭାବେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଅଧୀନସ୍ଥ ବୈଷୟିକ ଉପଦେଷ୍ଟା କମିଟିକୁ ଜଣାଇବା ସହ ଅନୁରୋଧ କରିଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ।

ଏହି ପରିପ୍ରେକ୍ଷୀରେ ପରିସ୍ଥିତିର ଗମ୍ଭୀରତା ଏବଂ ମରୁଡ଼ି ପୀଡ଼ିତ କୃଷକଙ୍କ ଦାବି ଏବଂ ଜିଲ୍ଲାପାଳମାନେ ଦେଇଥିବା ଫସଲହାନି ରିପୋର୍ଟକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ପୀଡ଼ିତ ଏବଂ ବଞ୍ଚିତ ଚାଷୀଙ୍କୁ ରାଜ୍ୟର ନିଜସ୍ବ ପାଣ୍ଠିରୁ ସହାୟତା ରାଶି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ପୀଡ଼ିତ ଚାଷୀଙ୍କୁ ତତ୍କାଳ ସହାୟତା ରାଶି ପ୍ରଦାନ ଲାଗି ଏହିସବୁ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆବଶ୍ୟକ ସହାୟତା ରାଶି ସଂର୍ପକରେ ଏସ୍‌ଆର୍‌ସିଙ୍କ ନିକଟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୀଡ଼ିତ ଚାଷୀଙ୍କ କଷ୍ଟ ଦୂର କରିବାକୁ ଏବେ ୨୦୦ କୋଟି ଟଙ୍କାର ଆବଶ୍ୟକତା ରହିଛି ବୋଲି ଆକଳନ କରାଯାଉଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଜଳସାଥୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଯାତାୟତ ପାଇଁ ସମସ୍ତଙ୍କୁ ଦିଆଯିବ ସାଇକେଲ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନ୍‌ଭେନ ସେଣ୍ଟରରେ ଜଳସାଥୀ ମାନଙ୍କ ପାଇଁ ଆୟୋଜିତ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମରେ ଯୋଗଦେଇ ସେମାନଙ୍କ ଯାତାୟତର ସୁବିଧା ପାଇଁ ସାଇକେଲ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି।

ଜଳସାଥୀ ମାନେ ସରକାରଙ୍କ ଜଳଯୋଗାଣ ବିଭାଗ ଓ ଉପଭୋକ୍ତାମାନଙ୍କ ମଧ୍ୟରେ ସେତୁ ସାଜି ଉଭୟଙ୍କ ମଧ୍ୟରେ ବିଶ୍ବାସ ସୃଷ୍ଟି କରିବାରେ ସହାୟକ ହୋଇଛନ୍ତି। ସେମାନଙ୍କ କାର୍ଯ୍ୟ ଦକ୍ଷତା ଦ୍ବାରା ଜଳଯୋଗାଣର ଗୁଣବତ୍ତା ଓ ନିର୍ଭରଶୀଳତା ପ୍ରତିପାଦିତ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ ଯେ ସହରାଞ୍ଚଳ ପାନୀୟ ଜଳ ଯୋଗାଣ ଓ Water Treatment Plant କାର୍ଯ୍ୟକ୍ରମରେ ମିଶନ ଶକ୍ତିର ମା ଏବଂ ତୃତୀୟ ଲିଙ୍ଗର ଭଉଣୀ ମାନଙ୍କୁ ଦାୟିତ୍ବ ଦିଆଯାଇଛି। ସେମାନେ ମିଟର ରିଡିଂ, ଜଳର ମାନ ପରୀକ୍ଷା, ନୂତନ ସଂଯୋଗ ଓ ବେନିୟମ ସଂଯୋଗ ଦୂର କରିବା କ୍ଷେତ୍ରରେ କାମ କରୁଛନ୍ତି। ଏଥିପାଇଁ ସେମାନଙ୍କୁ ତାଲିମ ଦିଆଯାଇଛି।

Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୨୦୦୦ ହୀରାକୁଦ ନଦୀ ବନ୍ଧ ବିସ୍ଥାପିତଙ୍କୁ ଯୋଗାଇ ଦିଆଯିବ ଘରଡିହ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡା ଜିଲ୍ଲାବାସୀଙ୍କ ପାଇଁ ବିଜୁସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ବାରା ଝାରସୁଗୁଡାର ୨୦୦୦ ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି। ଏହାଦ୍ବାରା ବିସ୍ଥାପିତଙ୍କର ଦୀର୍ଘ ଦିନର ସମସ୍ୟା ଦୂର ହେବ ।

ଏଥିସହିତ  ମୁଖ୍ୟମନ୍ତ୍ରୀ ଝାରସୁଗୁଡାର ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଝାରସୁଗୁଡା ଓ ବ୍ରଜରାଜନଗର ପାଇଁ ଦୁଇଟି water treatment plant ର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଏହି ଦୁଇଟି ସହରର ଲୋକମାନେ ଭଲ ପିଇବା ପାଣି ପାଇପାରିବେ।

ଝାରସୁଗୁଡା ଜିଲ୍ଲାର ସବୁ ଗାଁ ଓ ସବୁ ସହରକୁ ଭଲ ପିଇବା ପାଣି ଯୋଗାଇ ଦେବାପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୨ ଜୁନ୍‌ ସୁଦ୍ଧା ଜିଲ୍ଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ।

ଜିଲ୍ଲାରେ ଜଳସେଚନ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାର୍ବତୀଗିରି ମେଗା ଲିଫ୍‌ଟ ଜଳସେଚନ ପ୍ରକଳ୍ପରେ ଏକ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ଦିଆଯାଇଛି । ଏହାସହିତ ଜିଲ୍ଲାରେ ୧୮୬ କୋଟି ଟଙ୍କାର ୪ଟି ମେଗା ଲିଫ୍ଟ ଜଳସେଚନ କାମ ଚାଲିଛି ଏବଂ ଜିଲ୍ଲାର ସବୁ ଅଞ୍ଚଳକୁ ଜଳସେଚନ ର ସୁବିଧା ଯୋଗାଇ ଦେବାର ଲକ୍ଷ୍ୟ ଖୁବ ଶୀଘ୍ର ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ, ବରଗଡ ସାଂସଦ ଶ୍ରୀ ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ ଶ୍ରୀ କିଶୋର ମହାନ୍ତି ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ଝାରସୁଗୁଡା ଜିଲ୍ଲାର ବିକାଶ ଉପରେ ଆଲୋକପାତ କରିଥିଲେ। ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁ କ୍ଷେତ୍ରରେ ରାଜ୍ୟର ବିକାଶକୁ ଏକ ନୂଆ ସ୍ତରକୁ ଆଣିବା ସହିତ ଗରିବ ଲୋକଙ୍କ ସୁରକ୍ଷା ପାଇଁ ଯେଉଁ କାର୍ଯ୍ୟକ୍ରମ ଗ୍ରହଣ କରିଛନ୍ତି, ତାହା ସମଗ୍ର ଦେଶରେ ବିରଳ।

Categories
ଆଜିର ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କଟକରେ ନିର୍ମାଣ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ

ଭୁବନେଶ୍ବର: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ ଘୋଷଣା କରିଛନ୍ତି। କଟକ ଠାରେ ଏକ ଅତ୍ୟାଧୁନିକ ବସ୍‌ ଟର୍ମିନାଲ ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। କଟକର ଖାନନଗର ଠାରେ ଏହି ବସ୍‌ ଟର୍ମିନାଲ ନିର୍ମିତ ହେବ। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ କରାଯିବ। ଏହା ସହିତ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲଟି ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ନାମିତ କରାଯିବ। ଏଥିପାଇଁ ୬୫ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ଏହି ବସ୍‌ ଟର୍ମିନାଲରେ ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଏଥିରେ ଏକ ବୃହତ ଟର୍ମିନାଲ ବିଲ୍‌ଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ପାଇଁ ସ୍ଥାନ, ସ୍ଥାନୀୟ ଓ ମୋ ବସ୍‌ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍‌, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ। ୧ ଲକ୍ଷ ୧୮ ହଜାର ବର୍ଗ ଫୁଟରେ ଏଥିପାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍‌ଡିଂ ନିର୍ମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ କୋର୍ଟ, ଟିକେଟ ଗୃହ, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ।

ଏହି ଟର୍ମିନାଲରେ ଏକ ସମୟରେ ୧୮୦ଟି ବସ୍‌ ପାର୍କିଂର ବ୍ୟବସ୍ଥା ରହିବ। ଯାତ୍ରୀମାନଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ସୂଚନା ବ୍ୟବସ୍ଥା ମଧ୍ୟ ରହିବ। ଏହି ନିର୍ମାଣ ପାଇଁ କଟରର ରିଂଗ୍‌ ରୋଡକୁ ଆଉ ଦୁଇ କିଲୋମିଟର ସଂପ୍ରସାରଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।