Categories
ବିଶେଷ ଖବର

୫ଟି ଉପକ୍ରମରେ ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ: ୨.୪୯ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି।
ସୂଚନାଯୋଗ୍ୟ ଯେ ଗତ ୨ ତାରିଖରେ ବାହାନଗା ରେଳଷ୍ଟେସନଠାରେ ସଂଗଠିତ ଭୟାବହ ରେଳ ଦୁର୍ଘଟଣା ପରବର୍ତ୍ତୀ ସମୟରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ବାହାନଗା ହାଇସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀମାନେ ଉଦ୍ଧାର ଓ ସେବା କାର୍ଯ୍ୟରେ ସ୍ବତସ୍ଫୁର୍ତ୍ତ ଭାବରେ ଯୋଗ ଦେଇଥିଲେ। ସେମାନଙ୍କ ମହତ୍ ଯୋଗଦାନକୁ ଉତ୍ସାହିତ କରିବା ପାଇଁ ବାହାନଗା ହାଇସ୍କୁଲକୁ ୫-ଟି କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ସଚିବ ଭି.କେ. ପାଣ୍ଡିଆନ ମଧ୍ୟ ବାହାନଗା ହାଇସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଲୋକପ୍ରତିନିଧି, ସ୍କୁଲ ପରିଚାଳନା କମିଟି ତଥା ଜିଲ୍ଲାପାଳଙ୍କ ସହିତ ବିସ୍ତୃତ ଆଲୋଚନା କରି ମତାମତ ନେଇଥିଲେ।
Categories
ବିଶେଷ ଖବର

ରାଜ୍ୟ ଆହାର ସୋସାଇଟିକୁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ ଯେ ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର କାର୍ଯ୍ୟକ୍ରମ ପାଇଁ ୨୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଏକ ଅତ୍ୟନ୍ତ ଲୋକପ୍ରିୟ କାର୍ଯ୍ୟକ୍ରମ। ସହର ମାନଙ୍କରେ ହସ୍‌ପିଟାଲ, ବସଷ୍ଟାଣ୍ଡ ଏବଂ ଅନ୍ୟାନ୍ୟ ଗହଳି ସ୍ଥାନରେ ଜରୁରୀ କାର୍ଯ୍ୟ ପାଇଁ ଯାଇଥିବା ଗରିବ ଲୋକମାନେ ଏହାଦ୍ବାରା ମାତ୍ର ୫ ଟଙ୍କାରେ ସୁଷମ ଓ ସ୍ଵାସ୍ଥ୍ୟପ୍ରଦ ଆହାର ପାଇପାରୁଛନ୍ତି।

Categories
ବିଶେଷ ଖବର

ହରିଶ୍ଚନ୍ଦ୍ର ସହାୟତା ରାଶିରେ ବୃଦ୍ଧି: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ କୋଟି ମଞ୍ଜୁର

ଭୁବନେଶ୍ବର: ଗରିବ ଲୋକମାନେ ଯେପରି ତାଙ୍କ ପ୍ରିୟଜନଙ୍କ ଅନ୍ତେଷ୍ଟିକ୍ରିୟା ସଂପାଦନରେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ହରିଶ୍ଚନ୍ଦ୍ର ସହାୟତା ଯୋଜନା। ଏହି ଯୋଜନାରେ ଅନ୍ତେଷ୍ଟି ପାଇଁ ଗ୍ରାମାଞ୍ଚଳରେ ଦୁଇ ହଜାର ଟଙ୍କା ଓ ସହରାଞ୍ଚଳରେ ତିନି ହଜାର ଟଙ୍କା ସହାୟତା ମିଳୁଥିଲା।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହା ସହାୟତାକୁ ଗ୍ରାମାଞ୍ଚଳ ପାଇଁ ଦୁଇ ହଜାରରୁ ତିନି ହଜାର ଟଙ୍କା ଏବଂ ସହରାଞ୍ଚଳ ଓ ପୁରୀ ସ୍ବର୍ଗଦ୍ବାର ପାଇଁ ତିନି ହଜାରରୁ ଚାରି ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏଥିନିମନ୍ତେ ପ୍ରତ୍ୟେକ ଗ୍ରାମପଞ୍ଚାୟତରେ ଏକ ରିଭଲଭିଂ ଫଣ୍ଡ ଖୋଲାଯାଇ ଏଥିପାଇଁ ୧୫ ହଜାର ଟଙ୍କା ଲେଖାଏ ଅର୍ଥ ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ ଯେ ହରିଶ୍ଚନ୍ଦ୍ର ସହାୟତା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଭରଣା କରାଯାଉଛି। ସାରା ରାଜ୍ୟର ସମସ୍ତ ପଞ୍ଚାୟତର ରିଭଲଭିଂ ଫଣ୍ଡ ପାଇଁ ୧୦ କୋଟି ୧୯ ଲକ୍ଷ ୧୦ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର କରାଯାଇଛି।

ଏହି ନୂତନ ପ୍ରକ୍ରିୟାକୁ ତଦାରଖ କରିବା ପାଇଁ ଗ୍ରାମ ପଞ୍ଚାୟତ ଏକ୍‌ସଟେନସନ୍‌ ଅଫିସର କିମ୍ବା ଅନ୍ୟ କୌଣସି ବ୍ଲକସ୍ତରୀୟ ଏକ୍‌ସଟେନସନ୍‌ ଅଫିସରଙ୍କୁ ଦାୟିତ୍ବ ଦିଆଯାଇଛି। ବର୍ଦ୍ଧିତ ସହାୟତା ପାଇଁ ଯୋଜନାର ସଫ୍ଟୱାରରେ ଆବଶ୍ୟକ ପରିବର୍ତ୍ତନ କରାଯିବା ସହିତ ଜିଲ୍ଲାୱାରୀ ଗ୍ରାମପଞ୍ଚାୟତ ତାଲିକା ମଧ୍ୟ ପ୍ରସ୍ତୁତ କରାଯାଇସାରିଛି।

Categories
ଆଜିର ଖବର ରାଜ୍ୟ ଖବର

ବୁଲା ପ୍ରାଣୀଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ସହାୟତା ମଞ୍ଜୁର

ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ତୃତୀୟ ପର୍ଯ୍ୟାୟରେ ୫ ମହାନଗର ନିଗମ, ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏସି ମାନଙ୍କୁ ୬୭ ଲକ୍ଷ ୫୨ ହଜାର ଟଙ୍କା ସହାୟତା ମଞ୍ଜୁର କରିଛନ୍ତି।

ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ।

ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ।

ସୂଚନାଯୋଗ୍ୟ ଯେ, ଗତ ୯ ତାରିଖ ଦିନ ପ୍ରଥମ ପର୍ଯ୍ୟାୟରେ ଏହି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟରେ ପଞ୍ଚାବନ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିଲା ଏହି ଦୁଇ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଟିରୁ ମୋଟ ୧ କୋଟି ୧୩ ଲକ୍ଷ ୯୪ ହଜାର ଟଙ୍କା ପ୍ରଦାନ କରାଯାଇଥିଲା।

Categories
ଆଜିର ଖବର ରାଜ୍ୟ ଖବର

ବୁଲା ପ୍ରାଣୀଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦ୍ବିତୀୟ ପର୍ଯ୍ୟାୟରେ ୫୫ ଲକ୍ଷ ଟଙ୍କା ସହାୟତା ମଞ୍ଜୁର

ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏସି ମାନଙ୍କୁ ପଞ୍ଚାବନ ଲକ୍ଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି।

ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ।

ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ।

ସୂଚନାଯୋଗ୍ୟ ଯେ, ଗତ ୯ ତାରିଖ ଦିନ ଏହି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲଷ ଟଙ୍କା ମଞ୍ଜୁର କରାଯାଇଥିଲା।

Categories
ଆଜିର ଖବର ରାଜ୍ୟ ଖବର

ବୁଲା ଗାଈ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏ ସି ମାନଙ୍କୁ ଷାଠିଏ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ।

ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟିରେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ରେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ।

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର ସ୍ବାସ୍ଥ୍ୟ

ବାଣପୁର ଏବଂ ବାଲୁଗାଁର କୋଭିଡ଼ ଯୋଦ୍ଧାଙ୍କ ପରିବାରଙ୍କୁ ମିଳିଲା ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା 

ଖୋର୍ଦ୍ଧା: କୋଭିଡ଼ ଯୋଗୁଁ ମୃତ୍ୟୁବରଣ କରିଥିବା କୋଭିଡ଼ ଯୋଦ୍ଧାଙ୍କ ପରିବାରଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁବରଣ କରିଥିବା କୋଭିଡ଼ ଯୋଦ୍ଧାଙ୍କ ପରିବାରଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ସମ୍ପୃକ୍ତ ପରିବାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆବଶ୍ୟକ ରାଶି ପ୍ରଦାନ ପାଇଁ ବ୍ୟବସ୍ଥା କରିଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସୁପାରିଶ କ୍ରମେ ବାଣପୁର ପୋଲିସ ଷ୍ଟେସନରେ କାର୍ଯ୍ୟରତ ଏଏସଆଇ ସ୍ଵର୍ଗତ ମୁରଲୀଧର ବଳିଆରସିଂହଙ୍କ ପତ୍ନୀ ମଞ୍ଜୁଲତାଙ୍କୁ ୫୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।

ସେହିପରି ଭୁବନେଶ୍ଵର ରିଜର୍ଭ ବାଟାଲିଅନର ପୂର୍ବତନ କନେଷ୍ଟବଳ ସ୍ଵର୍ଗତ ଆଶିଷ କୁମାର ମହାକୁଳଙ୍କ ପତ୍ନୀ ମାନସୀଙ୍କୁ ୫୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ମିଳିଥିବା ବେଳେ ବାଲିଅନ୍ତା ବ୍ଲକ ବଇଁଚୁଆ ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ଵର୍ଗତ ବିଜୟ କୁମାର ସାହୁଙ୍କ ପତ୍ନୀ ବିଜୁଳିବତୀଙ୍କୁ ଏବଂ ବାଲୁଗାଁ ଏନଏସିର ଡ୍ରାଇଭର ସ୍ଵର୍ଗତ କବିନ୍ଦ୍ର କୁମାର ଜାଲିଙ୍କ ପତ୍ନୀ ଜ୍ୟୋତିର୍ମୟୀଙ୍କୁ ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଛି।

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ଶିଶୁ ରୋହନ କୁମ୍ପି ଭାଙ୍ଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦେଲେ ୫ ହଜାରଟଙ୍କା

ରଞ୍ଜିତ୍‌ ପଣ୍ଡା

କୁଜଙ୍ଗ: କୁଜଙ୍ଗର ବରିଷ୍ଠ ନାଗରିକ କିଶୋର ପ୍ରଧାନଙ୍କ ନାତି ତଥା ଯୁବସମାଜସେବୀ ଦେବୀପ୍ରସନ୍ନ ସରୋଜ କୁମାରଙ୍କ ୪ ବର୍ଷର ପୁତ୍ର ଦିଗଦିଜୟ(ରୋହନ) ନିଜର ସଂଚିତ ଅର୍ଥ ୫ ହଜାର ଟଙ୍କା ନିଜର କୁମ୍ପି ଭାଙ୍ଗି ଆଦି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଥିବା ଜଣାପଡ଼ିଛି । ଆଜି ଅପରାହ୍ନରେ କୁଜଙ୍ଗ ତହସିଲଦାର ସ୍ମୃତିପ୍ରଜ୍ଞା ପ୍ରିୟଦର୍ଶିନୀଙ୍କୁ ସେ ତାଙ୍କର ଅଜା ଶ୍ରୀଯୁକ୍ତ ପ୍ରଧାନଙ୍କ ସହିତ ଯାଇ ଏହି ଅର୍ଥରାଶିର ଏକ ଚେକ୍ ପ୍ରଦାନ କରିଥିଲେ । କୋଭିଡ୍‌-୧୯ ରୋଗର ମୁକାବିଲା ପାଇଁ ଶହଶହ ଲୋକମାନେ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ ଦେଉଥିବାବେଳେ ମାତ୍ର ୪ ବର୍ଷର ଶିଶୁଙ୍କର ଏହି ବଦାନ୍ୟତା ସାଧାରଣରେ ବେଶ୍ ପ୍ରଶଂସା କରାଯାଇଛି । ମା ଜୟଶ୍ରୀ, ଆଇ ଆରତୀଙ୍କ ସମେତ ପରିବାର ଲୋକମାନଙ୍କର ପ୍ରେରଣା ଏଥିପାଇଁ ତାଙ୍କୁ ଅଧିକ ଉତ୍ସାହିତ କରିଥିବା ପରିବାର ପକ୍ଷରୁ କୁହାଯାଇଛି । ଏହି କାର୍ଯ୍ୟକ୍ରମ ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ତହସିଲଦାର ଦିଲ୍ଲୀପ କୁମାର ନାୟକ ଉପସ୍ଥିତ ଥିଲେ ।