Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ସରକାରଙ୍କ ବିଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ନେଇ ବାହାରିଲା ତିନି ପ୍ରକାରର ବିଜ୍ଞାପନ, ସୃଷ୍ଟି ହେଲା ଦ୍ବନ୍ଦ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ନେଇ ଏକ ବିଚିତ୍ର ପ୍ରକାରର ପରିସ୍ଥିତି ସୃଷ୍ଟି ହୋଇଛି। ଆସନ୍ତା ସୋମବାରରେ ହେବାକୁ ଥିବା ଏହି ଅଭିଯୋଗ ଶୁଣାଣି ନେଇ ରାଜ୍ୟ ସରକାର ତିନି ପ୍ରକାରର ବିଜ୍ଞାପନ ପ୍ରକାଶିତ କରିଛନ୍ତି। ଯାହାକୁ ନେଇ ସାଧାରଣରେ ଦ୍ବନ୍ଦ ସୃଷ୍ଟି ହୋଇଛି।

ଘଟଣାରୁ ଜଣାପଡିଛି ଯେ, ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ସେଥିପାଇଁ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଆଜି ବିଭିନ୍ନ ଖବରକାଗଜରେ ବିଜ୍ଞାପନ ପ୍ରଦାନ କରାଯାଇଛି। ତେବେ ଗୋଟିଏ ବିଭାଗ ତରଫରୁ ବାହାରିଥିବା ଏହି ବିଜ୍ଞାପନରେ ତିନି ପ୍ରକାରର ସୂଚନା ଦିଆଯାଇଛି।

କେତେକ ସମ୍ବାଦପତ୍ରରେ ବାହାରିଥିବା ବିଜ୍ଞାପନରେ କୁହାଯାଇଛି ଯେ, ଆସନ୍ତା 26 ତାରିଖ ସୋମବାରରେ ସାବିତ୍ର ବ୍ରତ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ତେବେ ଆଉ କେତେକ ଖବର କାଗଜରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ସୋମବାର ଦିନ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ ବୋଲି କୁହାଯାଇଛି। ତେବେ ପ୍ରକୃତରେ ସାବିତ୍ରୀ ପାଇଁ ନା ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ପାଇଁ ଅଭିଯୋଗ ବନ୍ଦ ହେଲା ତାହା ସନ୍ଦେହ ସୃଷ୍ଟି ହୋଇଛି।

ତେବେ ସବୁଠାରୁ ସାଂଘାତିକ ଘଟଣା ହେଲା ଯେ, ଏହି ଅଭିଯୋଗ ଶୁଣାଣିର ତାରିଖକୁ ନେଇ ଦୁଇ ପ୍ରକାରର ସୂଚନା ରହିଛି। କେତେକ ଖବରକାଗଜରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ସୋମବାରରେ ବନ୍ଦ ରହିଥିବାରୁ ତାହା ମଙ୍ଗଳବାରରେ ଅର୍ଥାତ 27 ତାରିଖରେ ଶୁଣାଣି କରାଯିବ ବୋଲି ପ୍ରକାଶିତ ହୋଇଛି। ହେଲେ ଆଉ କେତେକ ଖବର କାଗଜରେ ଏହି ଶୁଣାଣି ତାରିଖ ପରବର୍ତ୍ତି ସମୟରେ ଜଣାଇ ଦିଆଯିବ ବୋଲି କୁହାଯାଇଛି। ଫଳରେ ଏହା ପ୍ରକୃତରେ କେବେ ଶୁଣାଣି ହେବ ସେ ନେଇ ବଡ ଦ୍ବନ୍ଦ ସୃଷ୍ଟି ହୋଇଛି।

ଏହି ବିଜ୍ଞାପନରୁ ସ୍ପଷ୍ଟ ହୋଇଛି ଯେ, ଗୋଟିଏ ବିଭାଗରେ ତିନି ପ୍ରକାରର ତଥ୍ୟ ବାହାରକୁ ଆସୁଛି। ସାଧାରଣତଃ ସରକାରରେ ବିଭାଗ ବିଭାଗ ମଧ୍ୟରେ ସମନ୍ବୟ ରହି ନ ଥାଏ। ହେଲେ ଗୋଟିଏ ବିଭାଗ ଭିତରେ ସମନ୍ବୟ ନ ରହିବା ସବୁଠାରୁ ବଡ ଆଶ୍ଚର୍ଯ୍ୟଜନକ ଘଟଣା ବୋଲି ସ୍ପଷ୍ଟ ହୋଇଛି। ଏହା ସୂଚାଇ ଦେଉଛି ଯେ, ସରକାରଙ୍କୁ ଅଫିସରମାନେ ହେୟଜ୍ଞାନ କରୁଛନ୍ତି କିମ୍ବା ସରକାରଙ୍କୁ ଅଧିକାରୀଙ୍କ ଖାତିର ବା ଭୟ ରହୁ ନାହିଁ।

Categories
ଆଜିର ଖବର ରାଜ୍ୟ ଖବର

ଏଥର ଅଭିଯୋଗ ପ୍ରକୋଷ୍ଠରେ ନୁହେଁ, ଭୁବନେଶ୍ବରର ଆଉ ଏକ ସ୍ଥାନରେ ମୁଖ୍ୟମନ୍ତ୍ରୀ କରିବେ ଜନ ଶୁଣାଣି

ଭୁବନେଶ୍ବର: ଆସନ୍ତା ସୋମବାର ଦିନ ଅଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଗତ କିଛି ସପ୍ତାହ ଭୁବନେଶ୍ବର ବାହାରେ ଏହି ଶୁଣାଣି ହୋଇଆସୁଛି। ହେଲେ ଏଥର ଭୁବନେଶ୍ବରରେ ଜନ ଶୁଣାଣୀ ହେବ ହେଲେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ନୁହେଁ। ଏଥର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବରର ଅଶୋକ ନଗରରେ ଅଭିଯୋଗ ଶୁଣାଣି କରିବେ।

ଏ ନେଇ ପ୍ରଶାସନ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏଥର ଅଭିଯୋଗ ଅଶୋକ ନଗରରସ୍ଥିତ ୟୁନିଟ 2 ରେ ଥିବା ପୁରୁଣା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ କରାଯିବ। ଏହା କ୍ୟାପିଟାଲ ନର୍ସିରୀ ନିକଟରେ ଅବସ୍ଥିତ। ଏହି ସ୍ଥାନକୁ ମୁଖ୍ୟମନ୍ତ୍ରୀ ଯାଇ ଲୋକଙ୍କର ଅଭିଯୋଗ ଶୁଣାଣି କରିବେ। ସେଥିପାଇଁ ଅନଲାଇନ ପଞ୍ଜିକରଣ ଆସନ୍ତାକାଲିଠାରୁ ଆରମ୍ଭ ହେବ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ନବମ ପାଳି, ଅଭିଯୋଗ ପ୍ରକୋଷ୍ଠରୁ ନେଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ନବମ ପାଳି। ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି। ତାଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି। ଆଜି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଅଭିଯାନ । ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ପୁରୀ ଜିଲ୍ଲାର ନିମାପଡ଼ାରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ହେମନ୍ତ ସାହୁଙ୍କୁ ୧ ଲକ୍ଷ ଟଙ୍କା, ଖୋର୍ଦ୍ଧା ଜିଲ୍ଲା ନିରାକାରପୁରରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ବିଚିତ୍ର ପାଇକରାୟଙ୍କୁ ୧ ଲକ୍ଷ ଟଙ୍କା, ବାଲେଶ୍ୱର ଜିଲ୍ଲା ଭୋଗରାଇରୁ ଆସିଥିବା ବୋନ୍ ମ୍ୟାରୋ କ୍ୟାନସର ପୀଡ଼ିତା ହାଜିରା ବିବିଙ୍କୁ ୩ ଲକ୍ଷ ଟଙ୍କା ଏବଂ କନ୍ଧମାଳ ଜିଲ୍ଲା ଟିକାବାଲିରୁ ଆସିଥିବା କ୍ୟାନସର ପୀଡ଼ିତା ଇନ୍ଦୁ ବେହେରାଙ୍କୁ ୧ ଲକ୍ଷ ଟଙ୍କା ସହିତ ଗଜପତି ଜିଲ୍ଲାରୁ ପୁଅର ଚିକିତ୍ସାରେ ସର୍ବସ୍ୱାନ୍ତ ହୋଇଆସିଥିବା ଶ୍ରୀମତୀ ରଶ୍ମିତା ନାୟକଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ତୁରନ୍ତ ମଞ୍ଜୁର କରିଥିଲେ ।

ଏହି ତତ୍‌କାଳ ସହାୟତା ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଅଭିଯୋଗ ପ୍ରକୋଷ୍ଠରେ ଡାକ୍ତରୀ ଦଳ ମଧ୍ୟ ନିୟୋଜିତ ଥିଲେ ।

ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଭିଯୋଗ ପ୍ରକୋଷ୍ଠ ଜରିଆରେ ଆମ ସରକାର ସବୁ ବର୍ଗର ଲୋକଙ୍କୁ ସହାୟତା ପ୍ରଦାନ କରୁଛନ୍ତି । ବିଶେଷ କରି ଭିନ୍ନକ୍ଷମ, ବରିଷ୍ଠ ଓ ଜରୁରୀ ସେବା ଆବଶ୍ୟକ କରୁଥିବା ବ୍ୟକ୍ତିବିଶେଷଙ୍କୁ ପ୍ରାଧାନ୍ୟ ଦିଆଯାଉଛି । ଦୁଃଖ ଓ ସମସ୍ୟାରେ ଜର୍ଜରିତ ବ୍ୟକ୍ତିମାନେ ସେମାନଙ୍କ ସମସ୍ୟା ଓ ଅଭିଯୋଗ ନେଇ ଏଠାକୁ ଆସୁଛନ୍ତି । ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ନିଆଯାଇ ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ସମ୍ପୃକ୍ତ ବିଭାଗ ଓ କର୍ତ୍ତୃପକ୍ଷଙ୍କ ନିକଟକୁ ଏହାର ସମାଧାନ ପାଇଁ ଅଭିଯୋଗପତ୍ର ପ୍ରେରଣ କରାଯାଉଛି।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୭ ଜଣ ସଦସ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣୁଥିଲେ । କେବଳ ଚିକିତ୍ସା ସହାୟତା ନୁହେଁ, ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗକାରୀମାନେ ଆସିଥିଲେ । ସମସ୍ତଙ୍କ ଅଭିଯୋଗ ଗୁଡ଼ିକୁ ଗୁରୁତ୍ୱର ସହ ଶୁଣି ଆବଶ୍ୟକ ସ୍ଥଳେ ଟେଲିଫୋନ୍ ଜରିଆରେ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ଉପସ୍ଥିତ ବରିଷ୍ଠ ସଚିବ ସ୍ତରୀୟ ଅଧିକାରୀମାନେ ସମ୍ପୃକ୍ତ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ । ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମ ସନ୍ତୋଷର ଚିହ୍ନ ।

ସୂଚନାଯୋଗ୍ୟ ଯେ, ଗତ ବର୍ଷ ଜୁଲାଇ ପହିଲାରୁ ଆରମ୍ଭ ହୋଇଥିବା ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ଅଷ୍ଟମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୮୭୩୭ଟି ଅଭିଯୋଗ ମଧ୍ୟରୁ ୭୩୩୧ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୪ ପ୍ରତିଶତ ଅଟେ। ବକେୟା ଅଭିଯୋଗ ଗୁଡ଼ିକ ପ୍ରୋସେସରେ ରହିଛି ।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ଏବଂ ଅନ୍ୟ ବିଭାଗଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି କାର୍ଯ୍ୟ ପରିଚାଳନା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ମାର୍ଚ୍ଚ ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେବେ ହେବ ପଞ୍ଜିକରଣ

ଭୁବନେଶ୍ବର: ଆଗାମୀ ମାର୍ଚ୍ଚ ୩  ତାରିଖ, ସୋମବାର ଦିନ ମୁଖ୍ୟମନ୍ତ୍ରୀ  ଶ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି  କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବୃୟାରୀ ୨୮ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ଏବଂ ସର୍ବାଧିକ ୧୦୦୦ ଜଣ  ପଞ୍ଜୀକରଣ କରିପାରିବେ ।

ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ  ( https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।

ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ଅଷ୍ଟମ ପାଳି, ଜାଣନ୍ତୁ କେତେ ଅଭିଯୋଗ ଆସିଥିଲା, କେତେ ହେଲା ସମାଧାନ

ଭୁବନେଶ୍ବର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଅଷ୍ଟମ ପାଳି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଅଧିକ କ୍ରିୟାଶୀଳ ହୋଇଛି । ମୁଖ୍ୟମନ୍ତ୍ରୀ, ସାଧାରଣ ଲୋକଙ୍କ ସୁଖ ଦୁଃଖ ଶୁଣିବା ଏବଂ ସମସ୍ୟାର ସମାଧାନ ଉପରେ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି ।

ଆଜି ବୌଦ୍ଧ ଜିଲ୍ଲାର ହେରମ୍ବ ଗିରି ତାଙ୍କ ୭ ବର୍ଷର ଝିଅ ପ୍ରତ୍ୟୁଷା ଗିରିଙ୍କୁ ନେଇ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିଲେ । ଝିଅଟି ଜେରୋଡର୍ମା ନାମକ ଏକ ଜଟିଳ ରୋଗରେ ପୀଡ଼ିତ । ଏହି ରୋଗର ଚିକିତ୍ସା ମଧ୍ୟ ବହୁ ବ୍ୟୟସାପେକ୍ଷ। ଗତ ଡିସେମ୍ୱର ୩୦ ତାରିଖରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଆସି ଦେଖା କରିଥିଲେ। ମୁଖ୍ୟମନ୍ତ୍ରୀ ପିଲାଟିର ଅବସ୍ଥା ଦେଖି ତାକୁ ତୁରନ୍ତ କ୍ୟାପିଟାଲ ହସପିଟାଲ ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ କଟକ ବଡ଼ ମେଡିକାଲକୁ ପଠାଇ ତା’ର ଚିକିତ୍ସା ବ୍ୟବସ୍ଥା କରିଥିଲେ।

ଏକମାସ ଚିକିତ୍ସା ହୋଇ ଫେରିବା ପରେ ସେ ଆଜି ପୁଣି ଥରେ ମୁଖ୍ୟମନ୍ତ୍ରୀଙ୍କୁ ଆସି ସହାୟତା ପାଇଁ ଦେଖା କଲେ । ମୁଖ୍ୟମନ୍ତ୍ରୀ ଗୋଟିଏ ପିଲାର କଷ୍ଟ ଓ ତା ବାପା ମା’ଙ୍କ ଅସହାୟତାକୁ ହୃଦୟଙ୍ଗମ କରି ଅଭିଯୋଗ ପ୍ରକୋଷ୍ଠରେ Single Window Systemରେ ଚିକିତ୍ସା ବାବଦକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ତ୍ୱରିତ ସହାୟତା ଅନୁମୋଦନ କରି ତୁରନ୍ତ ଯୋଗାଇ ଦେବାକୁ ବ୍ୟବସ୍ଥା କରିଥିଲେ । ଏଥି ସହିତ ତାଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମାଧ୍ୟମରେ ଗୋଟିଏ ଘର ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି । ହେରମ୍ୱ ଗିରି ଗଣମାଧ୍ୟମକୁ ତାଙ୍କ ପ୍ରତିକ୍ରିୟାରେ କହିଥିଲେ ମୁଁ ଯେଉଁ ଆଶା ନେଇ ଆସିଥିଲି ସେହି ଆଶା ପୂରଣ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଋଣ ମୁଁ କେବେ ଶୁଝି ପାରିବି ନାହିଁ ।

ସେହିପରି ଆଉ ଜଣେ ଥିଲେ ବଲାଙ୍ଗୀରର ରତନ କାଲଶେ । ତାଙ୍କ ୧୬ ବର୍ଷର ଭିନ୍ନକ୍ଷମ ପୁଅ ଆଲୋକ କାଲଶେକୁ ସାଙ୍ଗରେ ନେଇ ଆସିଥିଲେ । ପିଲାଟି ବସି ପାରୁନି କି ଚାଲିବୁଲି ପାରୁନି । ପିଲାର କଷ୍ଟ ଓ ତା ବାପା ମୁହଁର ଦୁଃଖ ଦେଖି ତାକୁ ତୁରନ୍ତ ଆମ୍ବୁଲାନ୍ସ ଯୋଗେ ହସପିଟାଲ ପଠାଇ ତା’ର ଚିକିତ୍ସା ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ କରିଥିଲେ, ଏବଂ ସି.ଏମ୍‍.ଆର୍‍.ଏଫ୍‍ ରୁ ସହାୟତା ପ୍ରଦାନ କରିବା ପାଇଁ ସେ ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହିଭଳି ଅଭିଯୋଗ ପ୍ରକୋଷ୍ଠକୁ ବିଭିନ୍ନ ଆଶା ଭରସା ନେଇ ଆସୁଥିବା ଲୋକମାନଙ୍କୁ ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ ତାଙ୍କ ସହୃଦୟତାର ପରିଚୟ ପ୍ରଦାନ କରିଛନ୍ତି ।

ଆଜି ଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠର ଅଷ୍ଟମ ପାଳି। ମୁଖ୍ୟମନ୍ତ୍ରୀ ପ୍ରଥମେ ଆସି ବାହାରେ ଚେୟାରରେ ବସିଥିବା ପ୍ରାୟ ୩୦ ଜଣ ଭିନ୍ନକ୍ଷମଙ୍କୁ ଭେଟିଥିଲେ। ସେମାନଙ୍କ ସମସ୍ୟା ଅଭିଯୋଗକୁ ଗୋଟି ଗୋଟି କରି ଶୁଣିବା ପରେ ପାଖରେ ଥିବା ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ଅଭିଯୋଗ ପତ୍ର ଧରାଇ ସମାଧାନ କିପରି ହେବ ସେଥିପ୍ରତି ଯତ୍ନବାନ ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଆଜି ୧୦୦୦ ଲୋକ ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ କରିଥିଲେ। ମୁଖ୍ୟମନ୍ତ୍ରୀ, ତାଙ୍କ ସହଯୋଗୀ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱଦେଇ ଶୁଣୁଥିଲେ ଓ ସମାଧାନ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଉପସ୍ଥିତ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଅଭିଯୋଗ ପ୍ରକୋଷ୍ଠରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଲୋକଙ୍କୁ ନ୍ୟାୟ ଦେବାରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସଫଳତା ହାସଲ କରିଛି । ଗତବର୍ଷ ଜୁଲାଇ ପହିଲାରୁ ଆରମ୍ଭ ହୋଇଥିବା ପ୍ରଥମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରୁ ସପ୍ତମ ପାଳି ସୁଦ୍ଧା ୮୧ ପ୍ରତିଶତ କେସ୍ ସମାଧାନ ହୋଇଛି। ଗତ ୭ଟି ପାଳି ସୁଦ୍ଧା ସମୁଦାୟ ୮୦୩୧ ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା, ତନ୍ମଧ୍ୟରୁ ୬୫୪୫ଟି ଅଭିଯୋଗର ସମାଧାନ କରାଯାଇଛି ।

ପ୍ରଥମ ପାଳିରେ ୯୦ ପ୍ରତିଶତ ଅଭିଯୋଗର ସମାଧାନ ହୋଇଥିଲା ବେଳେ ଦ୍ୱିତୀୟ ପାଳିରେ ୮୮ ପ୍ରତିଶତ, ତୃତୀୟ ପାଳିରେ ୮୬ ପ୍ରତିଶତ, ଚତୁର୍ଥ ପାଳିରେ ୮୪ ପ୍ରତିଶତ, ପଞ୍ଚମ ପାଳିରେ ୮୩ ପ୍ରତିଶତ, ଷଷ୍ଠ ପାଳିରେ ୫୪ ପ୍ରତିଶତ ଏବଂ ସପ୍ତମ ପାଳିରେ ୪୭ ପ୍ରତିଶତ ଅଭିଯୋଗର ସମାଧାନ କରାଯାଇଛି। ବକେୟା ଅଭିଯୋଗଗୁଡ଼ିକ ପ୍ରୋସେସରେ ରହିଛି । ସରକାରଙ୍କ ପାଖକୁ ଯେଉଁ ଆଶା ଭରସା ନେଇ ଲୋକମାନେ ଆସୁଛନ୍ତି ଆମେ ସେମାନଙ୍କୁ କେବେ ନିରାଶ କରିବୁ ନାହିଁ । ସମସ୍ତଙ୍କ ଅଭିଯୋଗ ଓ ସମସ୍ୟାକୁ ଗୁରୁତ୍ୱଦେଇ ଶୁଣି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ଗଣମାଧ୍ୟମ ଜରିଆରେ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି ଯେ, ହଇରାଣ ଓ ଖର୍ଚ୍ଚାନ୍ତ ହୋଇ ଏଠାକୁ ନ ଆସି ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପ୍ରଥମେ ଅଭିଯୋଗ ଜଣାନ୍ତୁ, ସେଠାରେ ମଧ୍ୟ ସମାଧାନ ହେଉଛି । ଜଟିଳ ସମସ୍ୟା ହେଲେ ଜିଲ୍ଲାପାଳଙ୍କ ଅନୁମୋଦନ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସନ୍ତୁ ।

ମୁଖ୍ୟମନ୍ତ୍ରୀଙ୍କ ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ଏବଂ ଅନ୍ୟ ବିଭାଗଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ, ଅସୁସ୍ଥ ନାବାଳକୁ ପଠାଇଲେ ଡାକ୍ତରଖାନା

ଭୁବନେଶ୍ବର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ସପ୍ତମ ପାଳି, ଚଳିତ ବର୍ଷର ଶେଷ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଅଧିକ କ୍ରିୟାଶୀଳ ହୋଇଛି । ମୁଖ୍ୟମନ୍ତ୍ରୀ, ଅଭିଯୋଗ ପ୍ରକୋଷ୍ଠରେ ଅଥବା ଯେଉଁଠାକୁ ଯାଆନ୍ତି ସେଠାରେ ସାଧାରଣଲୋକଙ୍କୁ ଭେଟିବା, ସେମାନଙ୍କ ସୁଖ ଦୁଃଖ ଶୁଣିବା ଏବଂ ସମସ୍ୟାର ସମାଧାନ ଉପରେ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି ।

ଆଜି ସପ୍ତମ ପାଳିର ଆରମ୍ଭରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିବା ପରେ ବାହାରେ ଚେୟାରରେ ବସିଥିବା ପ୍ରାୟ ୪୦ ଜଣ ଭିନ୍ନକ୍ଷମ ମାନଙ୍କୁ ପ୍ରଥମେ ଭେଟିଥିଲେ । ସେମାନଙ୍କ ସମସ୍ୟା ଓ ଅଭିଯୋଗକୁ ଗୋଟି ଗୋଟିକରି ଶୁଣିବା ପରେ ପାଖରେ ଥିବା ମନ୍ତ୍ରୀ ଓ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀ ମାନଙ୍କୁ ଅଭିଯୋଗ ପତ୍ର ଧରାଇ ସମାଧାନ କିପରି ହେବ ସେଥିପ୍ରତି ଯତ୍ନବାନ ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଭିନ୍ନକ୍ଷମ ମାନଙ୍କ ମଧ୍ୟରେ ବୌଦ୍ଧର ହେରମ୍ବ ଗିରି ଆସିଥିଲେ ଅଜଣା ଜଟିଳ ରୋଗରେ ପୀଡିତ ତାଙ୍କ ୭ ବର୍ଷର ନାବାଳକ ପୁଅ ପ୍ରତ୍ୟୁଷ ଗିରିଙ୍କୁ ନେଇ । ପିଲାଟିର ଦୁଇଟି ଯାକ ଆଖି ନଷ୍ଟ ହୋଇଯାଇଛି ।

ବାପା ମା ଦୁହେଁ ଚିକିତ୍ସା ବାବଦରେ ଦୌଡି ଦୌଡି ସମସ୍ତ ଟଙ୍କା ଖର୍ଚ୍ଚ କରିସାରିବା ପରେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆସିଥିଲେ। ମୁଖ୍ୟମନ୍ତ୍ରୀ ପିଲାଟିର ସ୍ୱାସ୍ଥ୍ୟ ଅବସ୍ଥା ଦେଖିବା ପରେ ତୁରନ୍ତ ପାଖରେ ଥିବା ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ସ୍ୱାସ୍ଥ୍ୟ ସଚିବଙ୍କୁ ଆମ୍ବୁଲାନ୍ସ ଡାକି ଡାକ୍ତରଖାନା ପଠାଇବାପାଇଁ କହିଥିଲେ। କ୍ୟାପିଟାଲ ହସ୍ପିଟାଲରୁ ପିଲାଟି କଟକ ବଡ ଡାକ୍ତରଖାନାକୁ ଯିବା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପିଲାଟିର ଚିକିତ୍ସା କିପରି ହେବ ସେ ସମ୍ପର୍କରେ ତନ୍ନ ତନ୍ନ କରି ବୁଝୁଥିଲେ। କଟକ ବଡ ଡାକ୍ତରଖାନାରେ ପିଲାଟି ଚିକିତ୍ସାପାଇଁ ଭର୍ତ୍ତିହେଲା।

ପିଲାଟିର ଚିକିତ୍ସା ବାବଦକୁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆହୁରି ମଧ୍ୟ କହିଛନ୍ତି ଯେ, ଜଟିଳ ରୋଗରେ ପୀଡିତ ସବୁ ମାମଲା ଗୁଡିକୁ ଆମେ ସମାନ ଗୁରୁତ୍ୱ ଦେଉଛୁ। ସରକାରଙ୍କ ପାଖକୁ ଯେଉଁ ଆଶା ଭରସା ନେଇ ଲୋକମାନେ ଆସୁଛନ୍ତି ଆମେ ସେମାନଙ୍କୁ କେବେ ନିରାଶ କରିବୁ ନାହିଁ।

ଆଜି ୧୦୦୦ ଲୋକ ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ କରିଥିଲେ । ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ସହଯୋଗୀ ମନ୍ତ୍ରୀ ମଣ୍ଡଳର ସଦସ୍ୟ ମାନେ ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱଦେଇ ଶୁଣୁଥିଲେ ଓ ସମାଧାନ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଉପସ୍ଥିତ ବରିଷ୍ଠ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଅଭିଯୋଗ ପ୍ରକୋଷ୍ଠରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ହେଉଛି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସପ୍ତମ ପାଳି । ଆଜି ସୁଦ୍ଧା ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଭାବେ ୩୦ ହଜାରରୁ ୩୫ ହଜାର ଅଭିଯୋଗକାରୀ ସେମାନଙ୍କ ସମସ୍ୟା ନେଇ ଏଠାକୁ ଆସିଛନ୍ତି । ଲୋକଙ୍କୁ ନ୍ୟାୟ ଦେବାରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସଫଳତା ହାସଲ କରିଛି ।

ଜୁଲାଇ ପହିଲାରେ ହୋଇଥିବା ପ୍ରଥମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୮୮ ପ୍ରତିଶତ କେସ୍ ସମାଧାନ ହୋଇଛି । ସେହିଭଳି ଜୁଲାଇ ୧୫ ତାରିଖରେ ହୋଇଥିବା କାର୍ଯ୍ୟକ୍ରମରେ ୮୪ ପ୍ରତିଶତ, ଅଗଷ୍ଟ ୫ ରେ ହୋଇଥିବା କାର୍ଯ୍ୟକ୍ରମରେ ୮୨ ପ୍ରତିଶତ, ସେପ୍ଟେମ୍ବର ୨୩ରେ ହୋଇଥିବା କାର୍ଯ୍ୟକ୍ରମରେ ୮୦ ପ୍ରତିଶତ, ଅକ୍ଟୋବର ୨୧ତାରିଖରେ ହୋଇଥିବା କାର୍ଯ୍ୟକ୍ରମରେ ୭୭ ପ୍ରତିଶତ ଏବଂ ଡିସେମ୍ବର ୧୬ ତାରିଖରେ ହୋଇଥିବା କାର୍ଯ୍ୟକ୍ରମରେ ୧୬ ପ୍ରତିଶତ କେସର ସମାଧାନ କରାଯାଇଛି। ବାକି ରହିଥିବା କେସ ଗୁଡିକ ପ୍ରକ୍ରିୟାଭୁକ୍ତ ଅଛି, ଖୁବଶୀଘ୍ର ଏଗୁଡିକର ସମାଧାନ କରାଯିବ। ଲୋକମାନେ ବହୁତ ଆଶା ଓ ଭରସା ନେଇ ଆମ ପାଖକୁ ଆସୁଛନ୍ତି। ସମସ୍ତଙ୍କ ଅଭିଯୋଗ ଓ ସମସ୍ୟାକୁ ଗୁରୁତ୍ୱଦେଇ ଶୁଣି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ପ୍ରତି ଜିଲ୍ଲାରେ ମଧ୍ୟ ଜିଲ୍ଲାପାଳଙ୍କ ଜରିଆରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜାରିରହିଛି । ଏହା ଫଳରେ ଆମେ ଅଧିକରୁ ଅଧିକ ଲୋକଙ୍କୁ ନ୍ୟାୟ ଦେଇପାରୁଛୁ । ସମସ୍ତେ ନ୍ୟାୟ ପାଇବେ, କେହି ନିରାଶ ହେବେ ନାହିଁ । ଆଗାମୀ ଦିନରେ RDC ସ୍ତରରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ କାର୍ଯ୍ୟକାରୀ କରିବାର ଯୋଜନା ରହିଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ, ଖାଦ୍ୟ ଯୋଗଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ ସିଂହ ଏବଂ ଅନ୍ୟ ବିଭାଗ ଗୁଡିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Categories
ବିଶେଷ ଖବର ରାଜ୍ୟ ଖବର

ପୁଣି ଆରମ୍ଭ ହେଲା ଅଭିଯୋଗ ଶୁଣାଣି, ମୁଖ୍ୟମନ୍ତ୍ରୀ ଶୁଣିଲେ ଲୋକଙ୍କ ଅଭିଯୋଗ, ଦେଲେ ସମାଧାନର ପ୍ରତିଶ୍ରୁତି

ଭୁବନେଶ୍ବର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଷଷ୍ଠ ପାଳି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ସବୁ ସମୟରେ ସାଧାରଣ ଲୋକଙ୍କୁ ଭେଟିବା, ସେମାନଙ୍କ ସୁଖଦୁଃଖ ଶୁଣିବା ସହିତ ସେମାନଙ୍କ ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି।

ଅଭିଯୋଗ ଗୁଡିକ ମଧ୍ୟରେ ଅଧିକାଂଶ ଅଭିଯୋଗ ଘର, ଭତ୍ତା ଓ ଅନ୍ୟାନ୍ୟ ମୌଳିକ ସମସ୍ୟା ରହୁଥିବାରୁ ମୁଖ୍ୟମନ୍ତ୍ରୀ ଏଗୁଡିକୁ ତୁରନ୍ତ ସମାଧାନ କରିବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହିତ ପ୍ରଶାସନ ପକ୍ଷରୁ ଏହି ସବୁ ସମସ୍ୟାଗୁଡିକୁ ତୃଣମୂଳ ସ୍ତରରେ ସମାଧାନ କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ।

ଦିବ୍ୟାଙ୍ଗ ମାନଙ୍କ ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀ ସବୁବେଳେ ପ୍ରାଥମିକତା ଦେଇଥାନ୍ତି। ସେମାନଙ୍କ ଅଭଯୋଗକୁ ସେ ପ୍ରଥମେ ଶୁଣାଣି କରିଥାନ୍ତି। ଆଜି ମୁଖ୍ୟମନ୍ତ୍ରୀ ପ୍ରଥମେ ୩୦ଜଣ ଭିନ୍ନକ୍ଷମ ବ୍ୟକ୍ତିଙ୍କ ଅଭିଯୋଗ ଶୁଣିଲେ । ପ୍ରତ୍ୟେକ ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଖକୁ ମୁଖ୍ୟମନ୍ତ୍ରୀ ନିଜେ ଯାଇ ସେମାନଙ୍କ ସମସ୍ୟା ଶୁଣିଥିଲେ ଏବଂ ସମାଧାନ ପାଇଁ ମଧ୍ୟ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଏହି ସହୃଦୟତାପୂର୍ଣ୍ଣ ବ୍ୟବହାରରେ ଭିନ୍ନକ୍ଷମ ଅଭିଯୋଗକାରୀମାନେ ଆଶା ଓ ଭରସା ସହିତ ଆନନ୍ଦ ମନରେ ଫେରିଥିଲେ। କେନ୍ଦୁଝରରୁ ସ୍ୱାସ୍ଥ୍ୟ ସମସ୍ୟା ନେଇ ଆସିଥିବା ପ୍ରେମଲତା ନନ୍ଦ, ସୋରରୁ ସୋସାଇଟି ଋଣ ସମସ୍ୟା ନେଇ ଆସିଥିବା ପୁରୁଷୋତ୍ତମ ମହାନ୍ତି, ଧର୍ମଶାଳାରୁ ଜମିଜମା ସମସ୍ୟା ନେଇ ଆସିଥିବା ରଘୁନାଥ ମିଶ୍ର ପ୍ରମୁଖ ସମସ୍ତେ ସମାଧାନର ଆଶା ନେଇ ଖୁସି ମନରେ ଫେରିଥିଲେ।

ଆଜି ପ୍ରାୟ ୧୦୦୦ ଜଣ ଲୋକ ଅଭିଯୋଗ ଶୁଣାଣି ପାଇଁ ପଞ୍ଜିକରଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳସାମନ୍ତ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ଗଣେଶରାମ ଖୁଣ୍ଟିଆ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାୟକ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଶୁଣିଥିଲେ।

ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀ କରିବେ ଜନଶୁଣାଣୀ, କେଉଁମାନେ ଆସିବେ?

ଭୁବନେଶ୍ବର: ଆସନ୍ତା ଡିସେମ୍ବର ୧୬ ତାରିଖ ( ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ଏହିଦିନ ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

ଗତ ତା.୨୮.୧୦.୨୦୨୪ ରିଖ ରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ହେବ ଏବଂ ସେମାନଙ୍କୁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ।

ଆବେଦନକାରୀ ସେମାନଙ୍କର ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବେ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା। ଏହି ଦିନ ପାଇଁ ଅନ୍ୟମାନଙ୍କୁ ପଞ୍ଜୀକରଣ ନ କରିବାକୁ ଅନୁରୋଧ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା ଦୁଇଟି ସୋମବାରରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ବର: ଦୁଇଟି ସୋମବାରରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ଏ ନେଇ ସରକାରଙ୍କ ତରଫରୁ ସୂଚନା ପ୍ରଦାନ କରାଯାଇଛି। ସେହି ଅନୁସାରେ ଆସନ୍ତା ନଭେମ୍ବର ୧୮ ତାରିଖ (ସୋମବାର ) ଏବଂ ନଭେମ୍ବର ୨୫ ତାରିଖ (ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି କୁହାଯାଇଛି।

ଏହି ଦିନମାନଙ୍କରେ ୟୁନିଟ-୫, ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା ସୋମବାରରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜାଣନ୍ତୁ କାରଣ

ଭୁବନେଶ୍ବର: ଆସନ୍ତା ସୋମବାର ଦିନ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ଏ ନେଇ ସରକାରଙ୍କ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତିରେ କୁହାଯାଇଛି ଯେ,

ଜନସାଧାରଣଙ୍କ ନିମନ୍ତେ ବିଶେଷ ସୂଚନା ଯେ, ଆସନ୍ତା ସୋମବାର ସେପ୍ଟେମ୍ବର ୩୦ ତାରିଖ  ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ, ଜାଣନ୍ତୁ କାରଣ

ଭୁବନେଶ୍ବର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ଏ ନେଇ ସରକାରୀ ଭାବେ ସୂଚନା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ପ୍ରତି ସୋମବାରରେ ଖୋଲାଯାଇଥାଏ। ଯେଉଁଥିରେ ଖୋଦ ମୁଖ୍ୟମନ୍ତ୍ରୀଙ୍କ ସହିତ ବିଭାଗୀୟ ମନ୍ତ୍ରୀ ବସି ଲୋକଙ୍କ ଅଭିଯୋଗ ଶୁଣିବା ସହିତ ସମାଧାନ କରିଥାନ୍ତି।

ଏହି ପ୍ରକୋଷ୍ଠ ବହୁ ସଂଖ୍ୟାରେ ଲୋକେ ଦୂରଦୂରାନ୍ତରୁ ଆସି ଅଭିଯୋଗ କରିଥାନ୍ତି। ହେଲେ ଆସନ୍ତାକାଲି ଜନ୍ମାଷ୍ଠମୀ ଥିବାରୁ ଅଫିସ ବନ୍ଦ ରହିବ। ସେଥିପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଦୁଇଟି ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ବର: ଆସନ୍ତା ଦୁଇଟି ସୋମବାରରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ପ୍ରଦାନ କରାଯାଇଛି। ସେହି ଅନୁସାରେ ଅଗଷ୍ଟ ୧୯ ଏବଂ ଅଗଷ୍ଟ ୨୬ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।

ଏହି ବିଜ୍ଞପ୍ତିରେ କୁହାଯାଇଛି ଯେ, ଆଗାମୀ ଅଗଷ୍ଟ ୧୯ ତାରିଖ (ସୋମବାର ) ଏବଂ ଅଗଷ୍ଟ ୨୬ତାରିଖ(ସୋମବାର)ରେ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ସରକାରୀ ଛୁଟି ଥିବାରୁ ଏହି ଦିନଗୁଡ଼ିକରେ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଦୁଇ ସୋମବାର ବନ୍ଦ ପରେ ଖୋଲିଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ, ନାହିଁ ନ ଥିବା ଭିଡ

ଭୁବନେଶ୍ବର: ‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ ଲୋକଙ୍କୁ ଶୁଣିବାର ଧାରା ଜାରି ରଖିଛନ୍ତି। ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଲୋକପ୍ରିୟତା ହାସଲ କରିଥିବା ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ଶହ ଶହ ଲୋକଙ୍କ ଠାରୁ ସେମାନଙ୍କ ସମସ୍ୟା ଶୁଣିଥିଲେ। ଲୋକଙ୍କୁ ଆଶ୍ୱାସନା ଦେବା ଓ ସମସ୍ୟା ସମାଧାନ ହେବାର ପ୍ରତିଶୃତି ଦେବା ସହିତ ଧର୍ଯ୍ୟହରା ନ ହେବା ପାଇଁ ପରାମର୍ଶ ଦେଉଥାନ୍ତି।

ସାଧାରଣ ଲୋକଟିଏ ପକ୍ଷରେ ଜଣେ ଉଚ୍ଚ ପଦାଧିକାରୀଙ୍କୁ ଭେଟିବା କଷ୍ଟକର ହୋଇଥାଏ। କିନ୍ତୁ ନିଜେ ମୁଖ୍ୟମନ୍ତ୍ରୀ ଯେତେବେଳେ ତାଙ୍କ ଦୁଃଖ ଶୁଣୁଛନ୍ତି, ସେତେବେଳେ ସେମାନେ ଖୁସିରେ ଆତ୍ମହରା ହେଉଥାନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଦରପୂର୍ଣ୍ଣ କଥାରେ ସେମାନ ଆନନ୍ଦିତ ହେଉଥାନ୍ତି। ମୁଖ୍ୟମନ୍ତ୍ରୀଙ୍କ ଠାରୁ ନିର୍ଦ୍ଦେଶ ପାଇ ଅଧିକାରୀମାନେ ମଧ୍ୟ ତତ୍ପରାତର ସହ ଲୋକଙ୍କ ଅଭିଯୋଗକୁ ସଂପୃକ୍ତ ବିଭାଗକୁ ତ୍ୱରିତ ପଦକ୍ଷେପ ପାଇଁ ପ୍ରେରଣ କରୁଥାନ୍ତି। ଏ ଥିଲା ଆଜିର ଅଭିଯୋଗ ପ୍ରକୋଷ୍ଠର ଦୃଶ୍ୟ- ଯେଉଁଠି ସାଧାରଣ ଲୋକ ଓ ସରକାରଙ୍କ ମଧ୍ୟରେ ନଥିଲା କୌଣସି ପ୍ରାଚୀର।

ଜୁଲାଇ ୧ ତରିଖରୁ ଆରମ୍ଭ ହୋଇଥିବା ଅଭିଯୋଗ ଶୁଣାଣି ପ୍ରକ୍ରିୟା ଆଜି ତୃତୀୟ ଦିନରେ ପହଞ୍ଚିଲା। ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା, ମନ୍ତ୍ରୀ ଶ୍ରୀ ଗଣେଶରାମ ସିଂ ଖୁଣ୍ଟିଆ, ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଆଜି ମୁଖ୍ୟମନ୍ତ୍ରୀ ସକାଳ ୧୦ଟାରେ ଶୁଣାଣି ଆରମ୍ଭ କରି ଅପରାହ୍ନ ପ୍ରାୟ ୫ଟା ପର୍ଯ୍ୟନ୍ତ ଶୁଣାଣି ଜାରି ରଖିଥିଲେ। ସମୁଦାୟ ୨୪୦୩ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ଏବଂ ପ୍ରାୟ ୫ ହଜାରରୁ ଅଧିକ ଲୋକ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ଭେଟି ଥିଲେ।

ଆଜି ଆସିଥିବା ବିଭିନ୍ନ ଅଭିଯୋଗକାରୀମାନଙ୍କ ମଧ୍ୟରୁ ଜଣେ ଥିଲେ ଖୋର୍ଦ୍ଧା ଟାଙ୍ଗୀର ବ୍ୟକ୍ତି ସନ୍ତୋଷ ସାହୁ । ସେ ଜଣେ ଭିନ୍ନକ୍ଷମ। ବିଧିବଦ୍ଧଭାବେ ଉପଯୁକ୍ତ ପ୍ରକ୍ରିୟାରେ ନିଯୁକ୍ତି ପାଇଥିଲେ ମଧ୍ୟ ତାଙ୍କ ଚାକିରୀ ଛଡେଇ ନିଆ ଯାଇଛି ବୋଲି ତାଙ୍କର ଥିଲା ଅଭିଯୋଗ। ୮ ବର୍ଷ ହେଲାଣି ତାଙ୍କ ପାଞ୍ଚ ପ୍ରାଣୀ କୁଟୁମ୍ବକୁ ପୋଷିବା ପାଇଁ ସେ ବହୁତ ଦୁଃଖ କଷ୍ଟ ସହୁଛନ୍ତି। ତାଙ୍କ ସମସ୍ୟାକୁ ଉପଯୁକ୍ତ ଅନୁସନ୍ଧାନ କରାଯାଇ ତାଙ୍କୁ ନ୍ୟାୟ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ ଠାରୁ ପ୍ରତିଶୃତି ପାଇବା ପରେ ସେ ଆଶ୍ୱସ୍ତ ହୋଇ ଫେରିଥିଲେ।

ସେହିପରି ଗଞ୍ଜାମ ଜିଲ୍ଲାର ଗୋଟିଏ ଗରିବ ପରିବାରର ଦିବ୍ୟାଙ୍ଗ ଯୁବକ ବୁଲୁ ବିଶ୍ଵାଳ। ଦୈନନ୍ଦିନ ଗୁଜୁରାଣ ମେଣ୍ଟାଇବା ସହିତ ପରିବାର ଚଳାଇବା ପାଇଁ ସ୍କୁଟି ଦେବାକୁ ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କୁ ସ୍କୁଟି ଦିଆଯିବ ବୋଲି କହିଥିଲେ। ସେଥିପାଇଁ ସେ ଖୁସୀ ମନରେ ଫେରିଲେ।

ଭୁବନେଶ୍ୱର ଶିରିପୁର ଅଞ୍ଚଳର ସୁଭାଷିନୀ ଦେଇ। ବୟସ ୮୨ ବର୍ଷ। ବେଗୁନିଆ ବ୍ଲକରେ ଭତ୍ତା ପାଉଛନ୍ତି। ତାଙ୍କ ଭତ୍ତାକୁ ଭୁବନେଶ୍ୱରରେ ପ୍ରଦାନ କରିବା ପାଇଁ ସେ ନିବେଦନ କଲେ ମୁଖ୍ୟମନ୍ତ୍ରୀଙ୍କୁ। ସଙ୍ଗେ ସଙ୍ଗେ ଜିଲ୍ଲାପାଳଙ୍କୁ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଗଲା।

ଏମିତି ଅନେକ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ନିଜର ସମସ୍ୟା ସମାଧାନ କରିବା ପାଇଁ ଆସିଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆଶ୍ୱାସନା ପାଇ ଆଶା ଓ ଭରସାର ସହିତ ଖୁସି ମନରେ ଫେରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଜୁଲାଇ ୨୯ ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ, ଜାଣନ୍ତୁ କାରଣ

ଭୁବନେଶ୍ୱର: ସମ୍ପ୍ରତି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତା ଜୁଲାଇ ୨୯ ତାରିଖ ସୋମବାର ଭୁବନେଶ୍ୱରସ୍ଥିତ  ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ  ଜନଶୁଣାଣି ବନ୍ଦ ରହିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଜନସାଧାରଣଙ୍କ ଅବଗତି ନିମନ୍ତେ ସୂଚନା ପ୍ରଦାନ କରାଯାଇଛି।

ଜନସାଧାରଣଙ୍କର ଅଭିଯୋଗ ଶୁଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରତି ସୋମବାର ଦିନ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି। ସେଠାରେ ଯେଉଁମାନଙ୍କର କିଛି ଅଭିଯୋଗ ରହିଛି ତାହାର ତୁରନ୍ତ ସମାଧାନ କରାଯାଉଛି। ଗତ ସୋମବାର ଦିନ ମଧ୍ୟ ବିଧାନସଭା ପାଇଁ ବନ୍ଦ ରହିଥିଲା। ଏଥର ମଧ୍ୟ ତାହା ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି।