Categories
ବିଶେଷ ଖବର

ପାନବରଜ ଚାଷୀ ଓ କିଆଫୁଲ ଚାଷୀଙ୍କ ପାଇଁ ଖୁସି ଖବର: ଚାଷର ପ୍ରକ୍ରିୟାକରଣ ୟୁନିଟ ପାଇଁ ମିଳିବ ସହାୟତା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ  ପୁରୀ ଓ ଗଞ୍ଜାମ  ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆ ଫୁଲ ଚାଷୀ ମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସଂପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା। ସେ ସବୁର ସମାଧାନ ପାଇଁ ଆଜି ମୁଖ୍ୟମନ୍ତ୍ରୀଙ୍କ କାର‌୍ୟ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢୀ, ସମବାୟ ବିଭାଗର ସଚିବ ଅରବିନ୍ଦ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ।

ବୈଠକର ନିଷ୍ପତ୍ତି ଅନୁଯାୟୀ ସବୁ ପାନ ଚାଷୀ ମାନଙ୍କୁ ରାଜ୍ୟ ଯୋଜନାର  ସ୍ବତନ୍ତ୍ର ଫଳଭିତ୍ତିକ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ଅତି କମ୍‌ରେ ୨୦୦ ବର୍ଗମିଟର ପରିଧିର ପାନ ବରଜ ଥିବା ଚାଷୀ ମାନେ ସହାୟତା ପାଇଁ ଯୋଗ୍ୟ ବିବେଚିତ ହେବେ। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏଥିପାଇଁ ସ୍ବତନ୍ତ୍ର ନିୟମାବଳୀ ପ୍ରସ୍ତୁତ କରିବ।

ପାନ ବରଜ ଥିବା ଚାଷୀ ମାନଙ୍କୁ ଏହାର ପରିଚାଳନା ପାଇଁ ୟୁନିଟ ପିଚ୍ଛା ୨୫୦୦ ଟଙ୍କା ଆର୍ଥିକ ସହାୟତା ଦିଆଯିବ। ଜଣେ ଚାଷୀକୁ ସର୍ବାଧିକ ଦୁଇଟି ୟୁନିଟ ପାଇଁ ସହାୟତା ମିଳିବ। ପାନ ଚାଷ ପାଇଁ କିଶାନ କ୍ରେଡିଟ କାର୍ଡ ଜରିଆରେ  ବିନା ସୁଧରେ ଏକ ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ଋଣ ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ।

ପାନ ପତ୍ର ବ୍ୟବସାୟରେ ଜି.ଏସ୍‌.ଟି ଲାଗୁ ସଂପର୍କରେ ଜିଏସଟି କମିଶନରଙ୍କୁ ଠାରୁ ସ୍ପଷ୍ଟୀକରଣ ମଗାଯିବା ସହିତ ଏହା ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ। ପାନ ପତ୍ର ପ୍ରକ୍ରିୟାକରଣ ୟୁନିଟ ଗୁଡିକୁ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ସବ୍‌ସିଡି ଯୋଗାଇ ଦିଆଯିବ। ଏଥିପାଇଁ ଆପିକଲ୍ ପକ୍ଷରୁ ଏକ ଡି.ପି.ଆର ପ୍ରସ୍ତୁତ କରାଯିବ।

ସେହିପରି ଗଞ୍ଜାମର କିଆଫୁଲ ଚାଷୀ ମାନଙ୍କୁ ମଧ୍ୟ ଜାତୀୟ ଉଦ୍ୟାନ କୃଷି ଅଧୀନରେ ପ୍ରୋତ୍ସାହନ ଦିଆଯିବ। ଉଦ୍ୟାନ କୃଷି ମିଶନର ସହାୟତା ସହିତ ରାଜ୍ୟ ବଜେଟରୁ କିଆଫୁଲ ଚାଷ ପାଇଁ ଅତିରିକ୍ତ ସହାୟତା ମଧ୍ୟ ଦିଆଯିବ। କିଆଫୁଲ ଚାଷ ସ୍ଥାନ ଗୁଡିକର ଗ୍ଦମସରଦ୍ଭଗ୍ଧସଲସମ ଜ୍ଞବକ୍ଟ୍ରକ୍ଟ୍ରସଦ୍ଭଶ କରାଯାଇ ଏହି ସହାୟତା ଦିଆଯିବ।

ପ୍ରାକୃତିକ ବିପର‌୍ୟ୍ୟୟରେ କ୍ଷତିଗସ୍ତ ହୋଇଥିବା କିଆଫୁଲ ଫସଲ ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କ ରିପୋର୍ଟ ଭିତ୍ତିରେ ସହାୟତା ଦିଆଯିବ। ଏଥିପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଗଞ୍ଜାମ ଜିଲ୍ଲାପାଳ ମିଳିତ ଭାବେ ଜ୍ଞକ୍ଟୟବକ୍ଷସଗ୍ଧଚ୍ଚ ପ୍ରସ୍ତୁତ କରିବେ।

ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ କିଆଫୁଲ ପ୍ରକ୍ରିୟାକରଣ ୟୁନିଟକୁ ସାମିଲ କରିବା ପାଇଁ ଯୋଜନାର ନିୟମାବଳୀରେ ଆବଶ୍ୟକ ପରିବର୍ତ୍ତନ କରାଯିବ।

ଗଞ୍ଜାମ ଜିଲ୍ଲାରେ କିଆଫୁଲ ଚାଷକୁ ପ୍ରୋତ୍ସାହିତ କରିବାକୁ ବୈଷୟିକ ସହାୟତା ଯୋଗାଇ ଦେବା ପାଇଁ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ କିମ୍ବା ଅନ୍ୟ କୌଣସି ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନର ସହାୟତା ନିଆଯିବ ବୋଲି ନିଷ୍ପତ୍ତି ହୋଇଛି।

Categories
ବିଶେଷ ଖବର

ପ୍ରତି ଜିଲ୍ଲା ସଦର ମହକୁମାରେ ପ୍ରତିଷ୍ଠା ହେବ କାଳିଆ ସେଣ୍ଟର

ଭୁବନେଶ୍ୱର: ପ୍ରତି ଜିଲ୍ଲାରେ କାର୍ଯ୍ୟକ୍ଷମ ହେବ ‘କାଳିଆ‘ ସେଣ୍ଟର। ରାଜ୍ୟ ସରକାରଙ୍କ ଦ୍ୱାରା କୃଷି ଓ କୃଷକଙ୍କ କଲ୍ୟାଣ ନିମନ୍ତେ କାଳିଆ ସମେତ ପ୍ରମୁଖ ଯୋଜନାର ସଫଳ ରୂପାୟନ ଦିଗରେ ଚାଷୀମାନଙ୍କ ପାଇଁ ପ୍ରତି ଜିଲ୍ଲା ମୁଖ୍ୟାଳୟରେ ଗୋଟିଏ ଲେଖାଏଁ କାଳିଆ ସେଣ୍ଟର ପ୍ରତିଷ୍ଠା କରାଯିବ। ଗୋଟିଏ ଛାତତଳେ ଏହା ଚାଷୀମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ସମେତ କୃଷି କ୍ଷେତ୍ରରେ ନୂତନ ସୁଯୋଗର ଉନ୍ମେଷ ଦିଗରେ ଚାଷୀମାନଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ୱାନ୍‌ ଷ୍ଟପ୍‌ ସେଣ୍ଟର ଭାବରେ କାର୍ଯ୍ୟ କରିବ।
ଏହି କେନ୍ଦ୍ର ମାଧ୍ୟମରେ କାଳିଆ ସମେତ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା, ‘ଗୋ-ସୁଗମ’, ‘ସଫଲ’, ‘କୃଷକ ଓଡ଼ିଶା’ ଆଦିର କାର୍ଯ୍ୟକାରିତା ଦିଗରେ ଚାଷୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ପାଇଁ ସମସ୍ତ ସହାୟତା ଯୋଗାଇ ଦିଆଯିବ। କାଳିଆ ସେଣ୍ଟର ପ୍ରତ୍ୟେକ ସରକାରୀ କାର୍ଯ୍ୟଦିବସରେ ସକାଳ ୧୦ଟାଠାରୁ ଅପରାହ@ ୫.୩୦ ମିନିଟ ପର୍ଯ୍ୟନ୍ତ ଖୋଲା ରହିବ। କାଳିଆ ସେଣ୍ଟର ଚାଷୀମାନଙ୍କ ନିମନ୍ତେ କାଳିଆ ସମେତ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା, ‘ସଫଲ’, ଗୋ-ସୁଗମ, କୃଷକ ଓଡ଼ିଶା ଆଦି କାର୍ଯ୍ୟକ୍ରମ ନିମନ୍ତେ ୱାନ୍‌ ଷ୍ଟପ୍‌ ସେଣ୍ଟର ଭାବେ କାର୍ଯ୍ୟ କରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି। ଏହା ଦ୍ୱାରା ବିଭିନ୍ନ କୃଷି ଯୋଜନାଗୁଡ଼ିକ ଅଧିକ କ୍ରିୟାଶୀଳ ଓ କୃଷକପ୍ରିୟ ହୋଇପାରିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ଆଶା ପ୍ରକାଶ କରିଛନ୍ତି। ଚାଷୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଜିଲ୍ଲା ମୁଖ୍ୟାଳୟର ଏକ ପ୍ରମୁଖ ସ୍ଥାନରେ କାଳିଆ ସେଣ୍ଟର ଖୋଲିବା ନିମନ୍ତେ ଏକ ଉପଯୁକ୍ତ ଗୃହର ବ୍ୟବସ୍ଥା କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖିଛନ୍ତି।
ଚାଷୀମାନଙ୍କୁ ଆବଶ୍ୟକ ସହାୟତା ଯୋଗାଇଦେବା ନିମନ୍ତେ ପ୍ରତି କେନ୍ଦ୍ରରେ ଆବଶ୍ୟକ ମୁତାବକ ବୈଷୟିକ ଦକ୍ଷତାସଂପନ୍ନ କର୍ମଚାରୀ ନିୟୋଜିତ ହେବେ। ମୁଖ୍ୟ ଜିଲ୍ଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିତିଦିନିଆ କାର୍ଯ୍ୟର ତଦାରଖ ନିମନ୍ତେ ଜଣେ ନୋଡାଲ ଅଧିକାରୀଙ୍କୁ ନିୟୋଜିତ କରାଯିବ। କେନ୍ଦ୍ରକୁ ଆସୁଥିବା କୃଷକମାନଙ୍କର ସମସ୍ୟା ଓ ଏ ଦିଗରେ ଗ୍ରହଣ କରାଯାଉଥିବା କାର୍ଯ୍ୟାନୁଷ୍ଠାନର ରିପୋର୍ଟ ଓ ପରାମର୍ଶ ଏକ ନିର୍ଦ୍ଦିଷ୍ଟ ଫର୍ମାଟରେ ରେକର୍ଡ କରାଯିବ। ଚାଷୀମାନଙ୍କ ସଚେତନତା ନିମନ୍ତେ କେନ୍ଦ୍ରଗୁଡ଼ିକରେ କୃଷି ବିଭାଗର ପ୍ରମୁଖ ଯୋଜନା ଓ କାର୍ଯ୍ୟକ୍ରମ ସଂପର୍କିତ ସୂଚନାମାନ ପ୍ରଦର୍ଶିତ ହେବ।
ରାଜ୍ୟର କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କୁ ପ୍ରତ୍ୟେକ ଫସଲ ଋତୁର ଚାଷ କାର୍ଯ୍ୟ ନିମନ୍ତେ ଆର୍ଥିକ ସହାୟତା ଯୋଗାଇଦେଇ ସେମାନଙ୍କ ଆୟବୃଦ୍ଧି କରିବା ସହିତ ଭୂମିହୀନ କୃଷି ପରିବାରଙ୍କ ଜୀବିକାନିର୍ବାହ ପାଇଁ ଆର୍ଥିକ ସହାୟତା ଯୋଗାଇଦେବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୮ ମସିହାରୁ କାର୍ଯ୍ୟକାରୀ ହେଉଥିବା କାଳିଆ ଯୋଜନା ସର୍ବସାଧାରଣରେ ଉଚ୍ଚ ପ୍ରଶଂସିତ ହୋଇଛି । ଭୂମିହୀନ କୃଷି ପରିବାର ଓ ପ୍ରକୃତ ଭାଗଚାଷୀଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରିବା ଏହାର ଅନ୍ୟତମ ବୈଶିଷ୍ଟ୍ୟ।
କାଳିଆ ଯୋଜନା ଆରମ୍ଭ ହେବା ଦିନଠାରୁ ଅଦ୍ୟାବଧି ୪୩,୦୪,୮୭୬ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ/ପ୍ରକୃତ ଚାଷୀ ଏବଂ ୧୭,୭୧,୭୫୬ ଜଣ ଭୂମିହୀନ କୃଷି ପରିବାରଙ୍କୁ ୧୧,୬୦୦ କୋଟିରୁ ଊଦ୍ଧ୍ୱର୍ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି । ଏଥି ସହିତ କାଳିଆ ହିତାଧିକାରୀ ପରିବାରଙ୍କ ୧୬୨୪ ଜଣ ପିଲାଙ୍କୁ କାଳିଆ ଛାତ୍ରବୃତ୍ତି ବାବଦରେ ୩.୯୦ କୋଟି ଟଙ୍କା ପ୍ରଦାନ କରାଯାଇଛି।