Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ନବୀନଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଚିନ୍ତା ପ୍ରକଟ ମଧ୍ୟ କଲେ

ଭୁବନେଶ୍ବର: ଆସନ୍ତା 22 ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅପରେସନ ହେବ। ତାଙ୍କର ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅପରେସନ କରାଯିବ। ମୁମ୍ବାଇର କୋକିଳବେନ ଧୀରୁଭାଇ ଆମ୍ବାନୀ ହସପିଟାଲରେ ଏହି ଅପରେସନ କରାଯିବ। ଏ ନେଇ ଖୋଦ ନବୀନ ତାଙ୍କ ସାମାଜିକ ଗଣମାଧ୍ୟମରେ ଅବଗତ କରାଇଛନ୍ତି।

ଏହି ଖବର ଜଣାପଡିବା ପରେ ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ ନିଜ ସାମାଜିକ ଗଣମାଧ୍ୟମରେ ନବୀନଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି। ସେ ଲେଖିଚନ୍ତି ଯେ,ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ବିଷୟରେ ଜାଣି ଚିନ୍ତିତ । ତାଙ୍କର ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ ଓ ଆଶୁ ଆରୋଗ୍ୟ ଲାଭକରି ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ ବୋଲି ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

(ଏଥିରେ ଥିବା ଫଟୋଟି ପୁରୁଣା, ଶପଥ ଗ୍ରହଣ ଉତ୍ସବକୁ ମୁଖ୍ୟମନ୍ତ୍ରୀ ଡାକିବା ସମୟରେ ଏହାକୁ ନିଆଯାଇଛି। ବର୍ତ୍ତମାନର ଖବର ସହିତ ଏହାର କୌଣସି ସଂପର୍କ ନାହିଁ। କେବଳ ସିମ୍ବଲିକ ଭାବେ ଦିଆଯାଇଛି।)

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ସ୍ବାସ୍ଥ୍ୟ ପାଇଁ ଭୁବନେଶ୍ବରରେ ଅନୁପସ୍ଥିତ ରହିବେ ନବୀନ, କିଏ ବୁଝିବ ଦଳୀୟ ବ୍ୟାପାର ? ସ୍ପଷ୍ଟ କଲେ ସଭାପତି

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରଧୀଦଳର ନେତା ଚିକିତ୍ସା ପାଇଁ ମୁମ୍ବାଇ ଯିବେ। ସେ ଆସନ୍ତା 20 ତାରିଖରେ ମୁମ୍ବାଇ ଗସ୍ତ କରିବେ ଏବଂ 22 ତାରିଖରେ ତାଙ୍କର ଚିକିତ୍ସା ହେବ। ସେ ମୁମ୍ବାଇର ପ୍ରଖ୍ୟାତ ହସପିଟାଲ କୋକିଳବେନ ଧିରୁଭାଇ ଆମ୍ବାନୀ ହସପିଟାଲରେ ଚିକିତ୍ସିତ ହେବେ। ତାଙ୍କର ଚିକିତ୍ସା ବ୍ୟବସ୍ଥା ନବୀନଙ୍କ ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ବୁଝାବୁଝି କରୁଛନ୍ତି।

ତେବେ ତାଙ୍କ ଅନୁପସ୍ଥିତରେ ବିଜେଡିର ଦୈନ୍ୟନ୍ଦିନ କଥା କିଏ ବୁଝିବ ସେ ନେଇ ବିଭିନ୍ନ ମହଲରେ ଆଶଙ୍କା ସୃଷ୍ଟି ହୋଇଛି। କାରଣ ନବୀନ ବାହାରକୁ ଗଲେ ଦଳ ଭିତରେ ବିଦ୍ରୋହର ସ୍ବର ଉଠୁଛି। ତେବେ ଏସବୁକୁ ଧ୍ୟାନରେ ରଖି ନବୀନ ଯିବା ପୂର୍ବରୁ ସେ ନେଇ ସମସ୍ତ କାର୍ଯ୍ୟ କରିସାରିଛନ୍ତି। ଏ ନେଇ ନବୀନ ଦଳ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।

ବିଜୁ ଜନତା ଦଳ ତରଫରୁ ପ୍ରକାଶିତ ଏବଂ ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ଏହି ବିଜ୍ଞପ୍ତି ପ୍ରକାଶ ହୋଇଛି। ଏଥିରେ କୁହାଯାଇଛି ଯେ, ମୋର ଅନୁପସ୍ଥିତରେ ବିଜେଡିର ରାଜନୈତିକ ବ୍ୟାପାର କମିଟ ଦଳୀୟ ବ୍ୟାପାର ଉପରେ ନିଷ୍ପତି ଗ୍ରହଣ କରିବେ। ଏଥିସହିତ ଦଳର ବରିଷ୍ଠ ଉପସଭାପତି ଦେବୀ ମିଶ୍ର ମଧ୍ୟ ବିଜେଡି ଅଫିସରେ ରହି ବିଭିନ୍ନ ଛାମୁଆ ସଂଗଠନ ସହିତ ସମନ୍ବୟ ରଖିବେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ, କହିଲେ.. ଜଗନ୍ନାଥଙ୍କ ଆର୍ଶିବାଦରୁ ଶିଘ୍ର ଫେରିବି

ଭୁବନେଶ୍ବର: ଚିକିତ୍ସା ପାଇଁ ମୁମ୍ବାଇ ଯିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ଏ ନେଇ ସେ ନିଜେ ନିଜର ପ୍ରଶଂସକଙ୍କୁ ଆବଗତ କରାଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା 22 ତାରିଖରେ ମୁମ୍ବାଇର କୋକିଳାବେନ ଧୀରୁଭାଇ ଆମ୍ବାନୀ ହସପିଟାଲରେ ଚିକିତ୍ସା ହେବି। ମୋର ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ଏକ ପକ୍ରିୟା ଶେଷ କରାଯିବ। 

ସେ ଆହୁରି କହିଛନ୍ତି ଯେ, ମୋର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ପରାମର୍ଶରେ ଏହି କାର୍ଯ୍ୟ କରାଯିବ। ସେ ଉଲ୍ଲେଖ କରିଛନ୍ତି ଯେ, ଜଗନ୍ନାଥଙ୍କ ଆର୍ଶିବାଦ ତଥା ଓଡିଶାର ଭାଇଭଉଣୀଙ୍କ ଶୁଭକାମନା ପାଇଁ ଖୁବ ଶିଘ୍ର ଫେରିଆସି ମୋର ସେବା ଜାରୀ ରଖିବି। ନବୀନ ନିଜ ସାମାଜିକ ଗଣମାଧ୍ୟମରେ ଏହା ପୋଷ୍ଟ କରିବା ପରେ ବିଭିନ୍ନ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।