Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାକ୍ଷାତ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗୋଟିଏ ଏକ୍ସ ପୋଷ୍ଟରେ ଦର୍ଶାଯାଇଛି:

‘‘ଓଡ଼ିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପ୍ରଧାନମନ୍ତ୍ରୀ @narendramodiଙ୍କୁ ସାକ୍ଷାତ କରିଛନ୍ତି।’’

Categories
ଆଜିର ଖବର ରାଜ୍ୟ ଖବର

ଚମ୍ପୁଆ ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

କେଉଁଝର: ଜ୍ଞାନ ହିଁ ଶକ୍ତି (Knowledge is Power)। ଜ୍ଞାନରୁ ଆମକୁ ଶକ୍ତି ମିଳିଥାଏ। ରାଜ୍ୟରେ ଶିକ୍ଷା ପରିବେଶକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି ବୋଲି କେନ୍ଦୁଝର ଜିଲ୍ଲା ଚମ୍ପୁଆ ମହତାବ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦବୋଧନ ଦେଇ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଲେ ଯ, ପୂର୍ବରୁ ଶିକ୍ଷା ବିଭାଗ ଅନେକ ସମସ୍ୟା ଦେଇ ଗତି କରୁଥିଲା। ଯେଉଁମାନେ ଶାସନ କରୁଥିଲେ ସେମାନେ କିଛି ତ୍ରୁଟି ରଖିଥିଲେ। ସେହି ସମସ୍ୟା ଗୁଡିକର କିପରି ସମାଧାନ ହୋଇ ପାରିବ ସେ ନେଇ ଆମ ସରକାର କାର୍ଯ୍ୟ କରୁଛନ୍ତି। ଆମ ସରକାର ଶାସନକୁ ଆସିବା ପରେ ପ୍ରାଥମିକ ଶିକ୍ଷା ଭିତ୍ତିଭୂମି ଓ ଶିକ୍ଷା ବାତାବରଣକୁ ସୁଦୃଢ କରିବା ପାଇଁ 16,009 ଜଣ ପ୍ରାଥମିକ ଶିକ୍ଷକ ନିଯୁକ୍ତ କରିଛନ୍ତି। ରାଜ୍ୟରେ ଡ୍ରପ ଆଉଟ୍ ହାର ରୋକିବା ଏବଂ ଗୁଣାତ୍ମକ ଶିକ୍ଷା ପାଇଁ ଆମ ସରକାର କାର୍ଯ୍ୟ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଦେଶ ତଥା ରାଜ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବଙ୍କ 125 ତମ ଜନ୍ମ ଶତ ବାର୍ଷିକୀ ପାଳନ କରୁଥିବା ବେଳେ, ଏହି ଐତିହାସିକ ଅନୁଷ୍ଠାନ ମଧ୍ୟ ତା’ର 75 ତମ ସ୍ବନକ୍ଷେତ୍ର ପାଳନ କରୁଛି। ଏହି ବିଦ୍ୟାଳୟ ନିରନ୍ତର ଭାବେ ଚମ୍ପୁଆ ଉପଖଣ୍ଡ, ସୀମନ୍ତ ଝାଡଖଣ୍ଡ ଓ ମୟୂରଭଞ୍ଜ ଜିଲ୍ଲାର ବହୁ ଛାତ୍ରଛାତ୍ରୀଙ୍କୁ ପାଇଁ ଗଢି ତୋଳିବା ସହିତ ଶିକ୍ଷାର ଆଲୋକବର୍ତ୍ତିକା ହୋଇ କାର୍ଯ୍ୟ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ପ୍ରାକୃତିକ ସମ୍ପଦରେ ଭରପୁର କେନ୍ଦୁଝର ଜିଲ୍ଲାର ସାମଗ୍ରୀକ ବିକାଶ ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ସମସ୍ତ ଖଣିଜ ସମ୍ପଦ ଥିଲେ ମଧ୍ୟ କେନ୍ଦୁଝର ଜିଲ୍ଲା ଅବହେଳିତ ହୋଇ ରହିଥିଲା। ଏବେ ଏହାର ବିକାଶ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯାଉଛି । କେନ୍ଦୁଝରର ବିକାଶ କିପରି ହେବ ସେ ନେଇ ଆମେ ସମସ୍ତେ ପ୍ରତିବଦ୍ଧ ହୋଇ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି । ଏଥି ସହିତ ଜିଲ୍ଲାରେ ରହିଥିବା ଅନ୍ୟାନ୍ୟ ସମସ୍ୟାର ସମାଧାନ ହୋଇ ପାରିବ ସେ ନେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ ଲୋଡିଥିଲେ।

କେନ୍ଦୁଝର ଏକ ଦୁର୍ଘଟଣା ପ୍ରବଣ ଅଞ୍ଚଳ ହୋଇଥିବାରୁ କେନ୍ଦୁଝର ମେଡିକାଲ କଲେଜ୍ ଓ ହସ୍ପିଟାଲରେ ଏକ ଟ୍ରମା କେୟାର ସ୍ଥାପନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କେନ୍ଦୁଝରରେ ଏକ ବାଇପାସ୍ ନିର୍ମାଣ କରାଯିବା ସହିତ ବୈତରଣୀ ନଦୀରେ ନିର୍ମିତ ହେଉଥିବା ବୃହତ୍ତ ଜଳ ସେଚନ ପ୍ରକଳ୍ପ ଜୁନ୍ ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ଉତ୍ତର ଓଡିଶାର ବିକାଶ ପାଇଁ ଖୁବଶୀଘ୍ର ଉତ୍ତର ଓଡିଶା ବିକାଶ ପରିଷଦ ନିର୍ମାଣ କରାଯିବ। ଏଥିନେଇ ଏକ ଟାସ୍କଫୋର୍ସ ମଧ୍ୟ ଗଠନ କରାଯାଇଛି। ଏହା ନିର୍ମାଣ ହେବା ଦ୍ବାରା ସମ୍ପୂର୍ଣ୍ଣ ଉତ୍ତର ଓଡିଶାର ବିକାଶ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗଦେଇ ବିଦ୍ୟାଳୟ ଓ ଗଣ ଶିକ୍ଷାମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଥିଲେ ଯେ, ଅନେକ ଉତ୍ଥାନ ପତନ ପରେ ଏହି ବିଦ୍ୟାଳୟ ଆଜି ହୀରକ ଜୟନ୍ତୀ ପାଳନ କରୁଛି। ଶିକ୍ଷାନୁଷ୍ଠାନକୁ ଆଗକୁ ବଢିବାରେ ଯେଉଁମାନେ ସହଯୋଗ କରିଥିଲେ ସେମାନଙ୍କୁ ଆଜି ସ୍ମରଣ କରିବାର ପ୍ରକୃଷ୍ଟ ସମୟ। ଶିକ୍ଷାର ବିକାଶ ହେଲେ ଦେଶର ବିକାଶ ହୋଇପାରିବ। କେବଳ ଶିକ୍ଷା ଗ୍ରହଣ କଲେ ହେବ ନାହିଁ, ଚରିତ୍ର ଗଠନ ମଧ୍ୟ ଆବଶ୍ୟକ ବୋଲି ସେ ମତଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଚମ୍ପୁଆ ବିଧାୟକ ଶ୍ରୀ ସନାତନ ମହାକୁଡ, ତେଲକୋଇ ବିଧାୟକ ଶ୍ରୀ ଫକୀର ମୋହନ ନାୟକ, ପାଟଣା ବିଧାୟକ ଶ୍ରୀ ଅଖିଲ ଚନ୍ଦ୍ର ନାୟକ, ଶିକ୍ଷାବିତ୍ ସତ୍ୟବ୍ରତ ପଣ୍ଡା, ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ପ୍ରକାଶ ସାହୁ ଏବଂ ହୀରକ ଜୟନ୍ତୀ କମିଟିର ସଭାପତି ଶ୍ରୀ ଗଙ୍ଗାଧର କର ଏବଂ ସମ୍ପାଦକ ଶ୍ରୀ ସୁଶାନ୍ତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି କେନ୍ଦୁଝର ଜିଲ୍ଲା ଚମ୍ପୁଆର ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦିନ ପ୍ରାୟ ୧ଟା ସମୟରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ପରିସରରେ ଆୟୋଜିତ ସମାରୋହର ଯୋଗ ଦେଇ ଶୁଭ ଉଦଘାଟନ କରିଥିଲେ। ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ତେଲକୋଇ ବିଧାୟକ ଡ. ଫକୀର ମୋହନ ନାଏକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ଚମ୍ପୁଆ ବିଧାୟକ ସନାତନ ମହାକୁଡ଼, ବୋର୍ଡ ଅଫ୍ ଗଭମେଣ୍ଟ ଆଇଆଇଟି ସଦସ୍ୟ ସତ୍ୟବ୍ରତ ପଣ୍ଡା ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିବା ବେଳେ, ବଡ଼ବିଲ କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଡ. ମାଧବ ଚନ୍ଦ୍ର ମିଶ୍ର ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ।

୧୯୪୮ ମସିହାରେ ସ୍ଥାପିତ ଡ. ହରେକୃଷ୍ଣ ମହତାବଙ୍କ ନାମରେ ନାମିତ ଏହି ବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ହୀରକ ଜୟନ୍ତୀ ଉତ୍ସବ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମେ ବିଦ୍ୟାଳୟ ପରିସରରେ ଡ. ହରେକୃଷ୍ଣ ମହତାବ ଏବଂ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ବିଦ୍ୟାଳୟ ପରିଦର୍ଶନ କରିଥିଲେ।

ଏହାପରେ ବର୍ଣ୍ଣାଢ଼୍ୟ ପରିବେଶରେ କେକ୍ କାଟି ହୀରକ ଜୟନ୍ତୀ ସମାରୋହର ଶୁଭ ଉଦଘାଟନ କରିଥିଲେ। ଏଥିପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଥିଲା। ବିଦ୍ୟାଳୟର ପୁରାତନ ଛାତ୍ର, ଅବସର ପ୍ରାପ୍ତ ଶିକ୍ଷକଙ୍କ ସମେତ ଚମ୍ପୁଆ ଅଞ୍ଚଳର ବିଶିଷ୍ଟ ବ୍ୟକ୍ତି ଓ ଜନସାଧାରଣ ସମାରୋହରେ ଯୋଗ ଦେଇଥିଲେ। ଚମ୍ପୁଅ ର ସର୍ବାଙ୍ଗୀନ ଉନ୍ନତି ପାଇଁ ସେ ଚେଷ୍ଟା କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

କେନ୍ଦୁଝରରେ ଗୋନାସିକା ମହୋତ୍ସବ ଓ ସରସ ମେଳା ଉଦ୍‍ଘାଟିତ

ଭୁବନେଶ୍ୱର: ଗୋନାସିକା ମହୋତ୍ସବ ହେଉଛି ଆମ କଳା, ସଂସ୍କୃତି, ପରମ୍ପରା ଓ ମାନବବାଦର ଏକ ଅପୂର୍ବ ସଂଗମ। ଗୋନାସିକା ପର୍ବତମାଳା ଓ ବୈତରଣୀ ନଦୀ ଏ ମାଟିକୁ ପବିତ୍ର କରିଛି। ଗୋନାସିକା ମହୋତ୍ସବ ଆମ ସମୃଦ୍ଧ ସଂସ୍କୃତିର ପ୍ରକୃତ ନିଦର୍ଶନ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ସଂଧ୍ୟାରେ କେନ୍ଦୁଝର ଠାରେ ଗୋନାସିକା ମହୋତ୍ସବ ଉଦ୍‌ଘାଟନ କରିବା ଅବସରରେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ଦେଶର ସଂସ୍କୃତି ଓ ପରମ୍ପରା ଅନନ୍ୟ। ଏହାକୁ ବଞ୍ଚାଇ ରଖିବା ଆମ ସମସ୍ତଙ୍କର ନୈତିକ ଦାୟିତ୍ବ। ଆଗାମୀ ଜାନୁଆରୀ ମାସରେ ଓଡିଶାରେ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହେବ। ସାରା ବିଶ୍ବରୁ ହଜାର ହଜାର ପ୍ରବାସୀ ଭାରତୀୟ ଏଥିରେ ଯୋଗ ଦେବେ। ଏହି ଅବସରରେ ଆମ ରାଜ୍ୟର ଲୋକକଳା, ସଂସ୍କୃତି ଓ ପରମ୍ପରା ବିଶ୍ବ ବିଦିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ କହିଥିଲେ ଯେ ଗୋନାସିକା ମହୋତ୍ସବ ଯେବେ ଠାରୁ ଆରମ୍ଭ ହୋଲାଣି, ମୁଁ ଏହାର ଅଂଶବିଶେଷ ଭାବେ ରହିଆସିଛି। ପଦପଦବୀ ଆସିବ ଯିବ। କେନ୍ଦୁଝରର ଜଣେ ସାଧାରଣବାସୀ ଭାବେ ମୁଁ ଏହି ମହୋତ୍ସବରେ ଯୋଡି ହୋଇ ରହିଛି ଓ ରହିବି। କେନ୍ଦୁଝରର ସଂସ୍କୃତି, ଏଠାକାର ଆଦିବାସୀ ସଂସ୍କୃତି ବିନା କଳ୍ପନା କରିବା ଅସମ୍ଭବ। ଜିଲ୍ଲାର ୪୫ ପ୍ରତିଶତରୁ ଅଧିକ ଅଧିବାସୀ ହେଉଛନ୍ତି ଆଦିବାସୀ ସଂପ୍ରଦାୟର। ଜୁଆଙ୍ଗ, କୋଲ୍ହ, ଭୂୟାଁ, ସାନ୍ତାଳ, ଗୋଣ୍ଡୋ, ବାଥୁଡି, ଲୋଧା, ଭୂମିଜ ଇତ୍ୟାଦି ସଂପ୍ରଦାୟ ଜିଲ୍ଲାକୁ ସମୃଦ୍ଧ କରିଛନ୍ତି। ଏହି ମାଟିର ପରମ୍ପରା ଅନନ୍ୟ। କେନ୍ଦୁଝରର ଇଷ୍ଟଦେବୀ ଘଟଗାଁ ମା ତାରିଣୀଙ୍କ କରୁଣାରୁ ସମସ୍ତଙ୍କ ଦୁଃଖକଷ୍ଟ ଓ ବିପଦ ତାରଣ ହେଉଛି। ଏହି ମହୋତ୍ସବ ମାଧ୍ୟମରେ କେନ୍ଦୁଝର ମାଟିର କଥା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ ଜାଣିବାର ଅବସର ଆସିଛି ଏବଂ ଲୋପ ପାଇଯାଉଥିବା କଳା ଓ ସଂସ୍କୃତିକୁ ଉଜ୍ଜିବୀତ କରିବାର ଅବସର ଆଣିଛି।

ସେ ପୁଣି କହିଥିଲେ ଯେ କେନ୍ଦୁଝରର ଗମନାଗମନ ବ୍ୟବସ୍ଥାକୁ ଆହୁରି ସୁଗମ କରିବା ପାଇଁ ବାଦାମପାହାଡରୁ କେନ୍ଦୁଝର ପର୍ଯ୍ୟନ୍ତ ନୂଆ ଟ୍ରେନ ଚାଲିବ ଏବଂ ବଡବିଲ୍‌ରୁ ଚଣ୍ଡିଖୋଲ ପର୍ଯ୍ୟନ୍ତ ରାସ୍ତାକୁ ପ୍ରଶସ୍ତିକରଣ କରାଯାଇ ୬-ଲେନ୍‌ ବିଶିଷ୍ଟ କରାଯିବ। ଏହାଦ୍ବାରା ଗମନାଗମନ ସୁଗମ ହେବା ସହିତ ପର୍ଯ୍ୟଟନ ଓ ଶିଳ୍ପାୟନ ପାଇଁ ବିରାଟ ପଥ ଉନ୍ମୁକ୍ତ ହେବ। କେନ୍ଦୁଝରର ଖଣିଜ ସଂପଦର ସଦୁପୋଯୋଗ ପାଇଁ ଆଗାମୀ ଦିନରେ କେନ୍ଦୁଝରରେ ଏକ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ କରାଯିବ। ଜିଲ୍ଲାର ହଜାର ହଜାର ଯୁବଗୋଷ୍ଠୀ ଏହା ମାଧ୍ୟମରେ ନିଯୁକ୍ତି ପାଇବେ। ସେ ପୁଣି କହିଥିଲେ ଯେ ଆଗାମୀ ଜାନୁଆରୀ ମାସରେ ଭୁବନେଶ୍ବରରେ ଆୟୋଜିତ ହେବ ଉତ୍କର୍ଷ ଓଡିଶା । ଏଥିରେ ରେକର୍ଡ ସଂଖ୍ୟକ ଶିଳ୍ପାନୁଷ୍ଠାନ ଅଂଶଗ୍ରହଣ କରିବେ। ଏହା ମାଧ୍ୟମରେ ରାଜ୍ୟର ଲକ୍ଷ ଲକ୍ଷ ଯୁବବର୍ଗ ରୋଜଗାର ପାଇବେ।

ଉପସ୍ଥିତ କେନ୍ଦୁଝରବାସୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ ମହିଳା ଓ କୃଷକଙ୍କ ସଶକ୍ତିକରଣ ପ୍ରତି ଆମ ସରକାର ପ୍ରାଧାନ୍ୟ ଦେଉଛନ୍ତି। ରାଜ୍ୟରେ ସୁଭଦ୍ରା ଯୋଜନାରେ ଏବେ ୮୦ ଲକ୍ଷରୁ ଅଧିକ ମହିଳା ଉପକୃତ ହେଉଛନ୍ତି । ଆଗାମୀ ଦିନରେ ୧ କୋଟିରୁ ଅଧିକ ମହିଳା ଏଥିରେ ସାମିଲ ହୋଇ ସଶକ୍ତ ହେବେ। ସେହିଭଳି ଆମ ସରକାରଙ୍କ ଆଉ ଏକ ଯୁଗାନ୍ତକାରୀ ପଦକ୍ଷେପ ହେଉଛି ଧାନ ବିକ୍ରୀ ବାବଦକୁ କ୍ବିଣ୍ଟାଲ ପିଚ୍ଛା ୮୦୦ ଟଙ୍କା ଇନ୍‌ପୁଟ ସହାୟତା ପ୍ରଦାନ। ଏଥିରେ ରାଜ୍ୟର ୧୭ ଲକ୍ଷ ଚାଷୀ ଉପକୃତ ହେବେ।

କେନ୍ଦୁଝର ମାଟିର ଇତିହାସକୁ ସ୍ମରଣ କରି କହିଥିଲେ ଯେ ଏ ମାଟି ହେଉଛି ବୀରଙ୍କ ମାଟି । ଏ ମାଟିର ବୀରତ୍ବର ଗାଥା ଅନ୍ୟ ମାନଙ୍କ ପାଇଁ ଉଦାହରଣ ପାଲଟିଛି । ବିପ୍ଳବୀ ଧରଣୀଧର ନାୟକଙ୍କ ନେତୃତ୍ବରେ ଏ ମାଟିରେ ଯେଉଁ ପ୍ରଜାମୁକ୍ତି ଆନ୍ଦୋଳନ ତେଜିଆନ ହୋଇଥିଲା, ତାହା କେବଳ ଓଡିଶାରେ ନୁହେଁ, ବରଂ ଭାରତବର୍ଷର ଗଡଜାତ ଇତିହାସରେ ରାଜତନ୍ତ୍ର ବିଲୋପ ସାଧନ ଦିଗରେ ସର୍ବପ୍ରଥମ ପ୍ରଜା ଆନ୍ଦୋଳନ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ପାଖରେ ପର୍ଯ୍ୟାପ୍ତ ସୁଯୋଗ ଅଛି ଆମ ଜିଲ୍ଲାର ଥିବା ସମସ୍ତ ସମ୍ଭାବନାକୁ ଉଚିତ ମାର୍ଗରେ ନେଇ ସ୍ବପ୍ନ ପୂରଣ କରିବାକୁ । ଏଥିପାଇଁ ମୁଁ ଦିନରାତି କାମ କରିବି।
ଉଦ୍‍ଘାଟନୀ ସମାରୋହକୁ ଜିଲାପାଳ ବିଶାଲ ସିଂହ ଅଧ୍ୟକ୍ଷତା କରି ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଜଙ୍ଗଲ, ପରିବେଶ, ଜଳବାୟୁ ପରିବର୍ତ୍ତନ ଓ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ, ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର, ତେଲକୋଇ ବିଧାୟକ ଡାକ୍ତର ଫକୀର ମୋହନ ନାୟକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାୟକ, ଚମ୍ପୁଆ ବିଧାୟକ ସନାତନ ମହାକୁଡ, ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ଜିଲାପରିଷଦ ସଭାପତି ସାଗରିକା ସାହୁ, ଆରକ୍ଷୀ ଅଧିକ୍ଷକ ନିତିନ କୁଶଲକର, କେନ୍ଦୁଝର ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ୫ ଦିନବ୍ୟାପୀ ଏହି ମହୋତ୍ସବର ସଫଳତା କାମନା କରିଥିଲେ । ଏହି ଅବସରରେ ‘ପ୍ରଜାପତିର ହସ’ କବିତା ସଙ୍କଳନକୁ ମଞ୍ଚାସୀନ ଅତିଥିଗଣ ଉନ୍ମୋଚନ କରିଥିଲେ । ସୁବ୍ରତ ସ୍ୱାଇଁଙ୍କ ଦ୍ୱାରା ଲିଖିତ କେନ୍ଦୁଝର ଉପରେ ପର୍ଯ୍ୟବେସିତ ଥିମ ସଙ୍ଗ ଉଦଘାଟିତ ହୋଇଥିଲା। ଶେଷରେ ଜିଲା ସଂସ୍କୃତି ଅଧିକାରୀ ରମେଶ ଚନ୍ଦ୍ର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ମହୋତ୍ସବ ପ୍ରଥମ ସନ୍ଧ୍ୟାରେ ଡ୍ରୋନ ଓ ଲେଜର ସୋ’ ମୁଖ୍ୟ ଆକର୍ଷଣ ସାଜିଥିବା ବେଳେ ଦାମାହୁଦାର ଲୋକକଳା ସାନ୍ତାଳି ନୃତ୍ୟ, କଟକର ଶାଶ୍ୱତ ଯୋଶୀଙ୍କ ଓଡିଶୀ ନୃତ୍ୟ, ଶଶାଙ୍କ ଓ ବର୍ଣ୍ଣାଳୀ ହୋତାଙ୍କ ଓଲହିଉଡ ନାଇଟ୍‍ ଏବଂ ସମ୍ବଲପୁରର ଦୁର୍ଗା ଦାସ ଓ ସାଥୀ କଳାକାରଙ୍କ ଦ୍ୱାରା ସମ୍ବଲପୁରୀ ନୃତ୍ୟ ପରିବେଷଣ ସାଙ୍ଗକୁ ଡ୍ରୋନ ସୋ ଓ ଲେଜର ସୋ ପ୍ରବଳ ଶୀତ ସତ୍ତ୍ବେ ଦର୍ଶକଙ୍କୁ ରୋମାଂଚିତ କରି ଶେଷ ଯାଏଁ ବାନ୍ଧି ରଖିଥିଲା।

Categories
ବିଶେଷ ଖବର ରାଜ୍ୟ ଖବର

ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ସପ୍ତମ ବାର୍ଷିକ ସମ୍ମିଳନୀ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: KG ରୁ PG ପର୍ଯ୍ୟନ୍ତ ସାନ୍ତାଳୀ ଭାଷାରେ ଶିକ୍ଷା ପ୍ରଦାନ ନିମନ୍ତେ ସରକାର ଚିନ୍ତା କରୁଛନ୍ତି। ଆଜି କେଉଁଝର’ର ଅଶୋକ ବାଟିକା ଠାରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘ ଓଡିଶା ଶାଖାର ସପ୍ତମ ବାର୍ଷିକ ସମ୍ମିଳନୀ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୧୯୨୫ ମସିହାରେ ଅଲ୍‌ଚିକି ଲିପିର ସୃଷ୍ଟି ହୋଇଥିଲା। ଅଲ୍‌ଚିକି ଲିପିର ସ୍ରଷ୍ଟା ଗୁରୁ ଗମ୍‌କେ ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଏହି ଅବସରରେ ସ୍ମରଣ କରିବା ସଙ୍ଗେସଙ୍ଗେ ୨୦୨୫ରେ ଏହି ଲିପି ସୃଷ୍ଟି ହେବାର ଶତ ବାର୍ଷିକୀକୁ ଏକ ମିଶନ ଭାବରେ ନେଇ “Mission Ol-Chiki 2025” କୁ ସଫଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

୨୦୨୫ ସୁଦ୍ଧା ଯଦି ସମସ୍ତେ ଅଲ୍‌ଚିକି ଲିପି ତଥା ସାନ୍ତାଳୀ ଭାଷାରେ ଶିକ୍ଷା ଗ୍ରହଣ କରିପାରିଲେ ତେବେ, ପଣ୍ଡିତ ମୁର୍ମୁଙ୍କ ପ୍ରତି ଏହା ପ୍ରକୃତ ଶ୍ରଦ୍ଧାଞ୍ଜଳି ହୋଇପାରିବ ବୋଲି ସେ କହିଥିଲେ। ଏହି କ୍ରମରେ ଓଡିଶାରେ ସାନ୍ତାଳୀ ଭାଷାରେ ପ୍ରାଥମିକ ସ୍ତରରୁ ବିଶ୍ବବିଦ୍ୟାଳୟ ପର୍ଯ୍ୟନ୍ତ ଶିକ୍ଷାର ପ୍ରଚଳନ ପାଇଁ ସରକାର ଚିନ୍ତା କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗୋଟେ ଜାତିର ଉନ୍ନତି ତଥା ପରିଚୟ ପାଇଁ ମାତୃଭାଷା ହିଁ ସର୍ବଶ୍ରେଷ୍ଠ ଅଟେ। ସାନ୍ତାଳୀ ଭାଷା ୨୦୦୩ ମସିହାରେ ତତ୍‌କାଳୀନ କେନ୍ଦ୍ର ସରକାର ତଥା ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଯୋଗୁଁ ଭାରତର ସମ୍ବିଧାନର ଅଷ୍ଟମ ଅନୁଛେଦରେ ସ୍ଥାନୀତ ହୋଇ ଆମର ଗୌରବ ବୃଦ୍ଧି କରିଛି। ତେଣୁ, ତାଙ୍କୁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇଥିଲେ।

ସାନ୍ତାଳୀ ଲେଖକ ମାନେ ନିଜର ଲେଖନୀ ବଳରେ ଜାତିର ଭାଷା, ସଂସ୍କୃତି, ପରମ୍ପରା ଓ ଶିକ୍ଷାର ବହୁଳ ପ୍ରଚାର ପ୍ରସାର ପାଇଁ ନିସ୍ବାର୍ଥପର ଓ ଉତ୍ସର୍ଗୀକୃତ ମନୋଭାବ ନେଇ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ବିଭିନ୍ନ ଭାଷାରେ ଲିଖିତ ପ୍ରସିଦ୍ଧ ପୁସ୍ତକକୁ ସାନ୍ତାଳୀରେ ଓ ସାନ୍ତାଳୀ ଭାଷାରେ ଲିଖିତ ବିଭିନ୍ନ ଶିକ୍ଷଣୀୟ ପୁସ୍ତକକୁ କିପରି ଅନ୍ୟ ଭାଷାକୁ ଅନୁବାଦ ହୋଇ ପାରିବ ସେଥି ନିମନ୍ତେ ଉଦ୍ୟମ କରିବାକୁ ଲେଖକ ମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। କାରଣ ଭାଷାର ବହୁଳ ପ୍ରଚାର ପ୍ରସାର ପାଇଁ ଅନୁବାଦ ସାହିତ୍ୟ ଏବଂ ଯୁଗୋପଯୋଗୀ ସାହିତ୍ୟ ସୃଷ୍ଟି କରିବା ପ୍ରତ୍ୟେକ ଲେଖକଙ୍କର ପ୍ରାଥମିକତା ହେବା ଆବଶ୍ୟକ।

ଆଦିବାସୀ ମାନଙ୍କ ସାମୂହିକ ବିକାଶ ପାଇଁ ସମସ୍ତଙ୍କୁ ଏକ ହୋଇ ନିଜର ଭାଷା, ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ଶିକ୍ଷାର ସ୍ରୋତରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ଏହାଦ୍ବାରା “ବିକଶିତ ଓଡିଶା ୨୦୩୬”ରେ ଆଦିବାସୀ ସମାଜ ଏକ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖିପାରିବ ବୋଲି ସେ କହିଥିଲେ। ଏକ ବିକଶିତ ଓଡିଶା ତଥା ବିକଶିତ ଭାରତ ଗଠନରେ ଆଦିବାସୀ ସମ୍ପ୍ରଦାୟ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ସଂଘର ଉପଦେଷ୍ଟା ସ୍ବର୍ଗତ କାନ୍ଦ୍ରା ମୁର୍ମୁ ଏବଂ ସଂଘର ପୂର୍ବତନ ସଭାପତି ସ୍ବର୍ଗତ ରୂପଚାନ୍ଦ ହାଁସଦାଃଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସଙ୍ଗେସଙ୍ଗେ ତାଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଂଘର ସାହିତ୍ୟ ପତ୍ରିକା ତଥା ସ୍ମରଣିକା ଉନ୍ମୋଚନ କରିଥିଲେ।

ସାନ୍ତାଳୀ ସାହିତ୍ୟରେ ବିଶେଷ ଅବଦାନ ନିମନ୍ତେ ଶ୍ରୀ ସୁରେଶ କୁମାର ହେମ୍ବ୍ରମ ତାଙ୍କର ପୁସ୍ତକ “ ସୋନାଲି ଘାରଂଜ୍” ପାଇଁ ଶ୍ୟାମ ସୁନ୍ଦର ହେମ୍ବ୍ରମ ସମ୍ମାନ ୨୦୨୪, ଶ୍ରୀ ଦୁର୍ଗା ସୋରେନଙ୍କୁ ତାଙ୍କ କ୍ଷୁଦ୍ର ଗଳ୍ପ- “ଉନି କୁଳିଦ ଅକୟ?” ପାଇଁ ଯୁବ ପୁରସ୍କାର, ଶ୍ରୀମତୀ ଆର୍ସୁ ହାଁସଦାଃ ଙ୍କୁ ତାଙ୍କ କବିତା ପୁସ୍ତକ “ଆର୍‌ସି” ପାଇଁ ଯଦୁମଣି ବେଶ୍ରା ସମ୍ମାନ ଏବଂ ଜୀବନ ବ୍ୟାପୀ ସାହିତ୍ୟ ସାଧନା ପାଇଁ ବିଶିଷ୍ଟ ଲେଖକ ତଥା ସମାଜସେବୀ ଶ୍ରୀ ଲକ୍ଷ୍ମଣ ମାର୍ଣ୍ଡିଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ।

ଏଥି ସହିତ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତୃଣମୂଳ ସ୍ତରରେ ସାନ୍ତାଳୀ ଲେଖକ ମାନଙ୍କୁ ଉତ୍ସାହିତ କରିବା ପାଇଁ ଶ୍ରୀ ଭାଗବତ ହେମ୍ବ୍ରମ, ଶ୍ରୀ ଗୋବିନ୍ଦ ହାଁସାଦାଃ, ଶ୍ରୀ ମୋହନ ସୋରେନ୍‌, ଶ୍ରୀ ମଧୁସୂଦନ ମୁର୍ମୁ ଓ ଶ୍ରୀ ଜ୍ୟୋତିଲାଲ୍ ହେମ୍ବ୍ରମ ପ୍ରମୁଖଙ୍କୁ ସମ୍ମାନୀତ କରିଥିଲେ। ଏହି ଅବସରରେ ମନ୍‌ କି ବାତ୍‌ ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦ୍ବାରା ପ୍ରଶଂସିତ ସାନ୍ତାଳୀ ଲିପିର ଟାଇପ୍‌ ବୋର୍ଡର ପ୍ରଚଳନ ପାଇଁ ଶ୍ରୀ ରାମଜିତ୍‌ ଟୁଡୁ ଏବଂ ୟୁଟ୍ୟୁବର ଶ୍ରୀ ଲବ ହାଁସଦାଃଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ମାନୀତ କରିଥିଲେ।

ଏହି ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସାରଶକଣା ବିଧାୟକ ଶ୍ରୀ ଭାଦବ ହାଁସଦାଃ, ବାରିପଦା ବିଧାୟକ ଶ୍ରୀ ପ୍ରକାଶ ସୋରେନ୍‌, ସାନ୍ତାଳୀ ସାହିତ୍ୟ ଏକାଡେମୀ ନୂଆ ଦିଲ୍ଲୀର ପୂର୍ବତନ ସଂଯୋଜକ ଶ୍ରୀ ମଦନ ମୋହନ ସୋରେନ୍‌ ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେଶ୍ରା ପ୍ରମୁଖ ଯୋଗଦେଇ ନିଜର ମତାମତ ରଖିଥିଲେ।

ଶ୍ରୀ ସରୋଜ କୁମାର ସୋରେନ୍‌ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସଂଘର ଅଧ୍ୟକ୍ଷ ଶ୍ରୀ ସୁନାରାମ୍‌ ମାର୍ଣ୍ଡି ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ ଏବଂ ସମ୍ପାଦକ ଶ୍ରୀ ଅର୍ଜୁନ ମାର୍ଣ୍ଡି ବିବରଣୀ ପାଠ କରିଥିଲେ। କାର୍ଯ୍ୟକ୍ରମକୁ ସହସମ୍ପାଦକ ଶ୍ରୀ ମହେଶ୍ବର ସୋରେନ୍‌ ସଂଯୋଜନା କରିଥିଲେ ଓ ଶେଷରେ ସଂଘର ଉପସଭାପତି ଶ୍ରୀ ସିଙ୍ଗ୍ରାୟ ମୁର୍ମୁ ଧନ୍ୟବାଦ ଅର୍ପଣ କରିଥିଲେ। କେଉଁଝର ସାନ୍ତାଳୀ ସାହିତ୍ୟ ଓ ସାଂସ୍କୃତିକ ସଂଘ ଦ୍ବାରା ବିଭିନ୍ନ ସାନ୍ତାଳୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Categories
ଆଜିର ଖବର ରାଜ୍ୟ ଖବର

ହାବିଲଦାର, କନଷ୍ଟେବଳ ଓ ସିପାହୀ ମହାସଂଘର ବାର୍ଷିକ ଉତ୍ସବରେ ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା

ଭୁବନେଶ୍ୱର: ହାବିଲଦାର, କନଷ୍ଟେବଳ ଓ ସିପାହୀମାନେ ଏଣିକି ପୂର୍ବରୁ ମିଳୁଥିବା ଏକ ମାସର ଅଧିକ ଦରମା ନୂତନ ବେତନ ହାରରେ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି।

ଏହା ସହ ହାବିଲଦାର ଓ କନଷ୍ଟେବଳମାନେ ପୂର୍ଵରୁ ସାଇକେଲ ଭତ୍ତା ବାବଦରେ ମାତ୍ର ୩ ଶହ ଟଙ୍କା ପାଉଥିଲେ ଏବେ ମୋଟର ସାଇକେଲ ଭତ୍ତା ବାବଦରେ ଏକ ହଜାର ଟଙ୍କା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କଟକରେ ଆୟୋଜିତ ଓଡିଶା ପୋଲିସ,  ଓ. ଏସ. ଏ. ପି. ହାବିଲଦାର, କନଷ୍ଟେବଳ ଓ ସିପାହୀ ମହାସଂଘର ବାର୍ଷିକ ଉତ୍ସବ ଅବସରରେ ଘୋଷଣା କରିଛନ୍ତି।

ଏହା ସହ ପୂର୍ବରୁ ପୋଷାକ, ଜୋତା ଇତ୍ୟାଦି ବାବଦ ରେ ପାଉଥିବା ୫ ହଜାର ଟଙ୍କା ବଦଳରେ ଏଣିକି ୧୦ ହଜାର ଟଙ୍କା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତି ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଭୁବନେଶ୍ୱର ଠାରେ ମହାସଂଘର ନୂତନ ଗୃହ ନିର୍ମାଣ ପାଇଁ ଆବଶ୍ୟକ ଅର୍ଥ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।

ରାଜ୍ୟର ପ୍ରଗତି ପାଇଁ ସବୁଠାରୁ ମହତ୍ଵପୂର୍ଣ୍ଣ ଭୂମିକା ରାଜ୍ୟର ପୋଲିସ ବଳ ତୁଲାଇଥାନ୍ତି। ଏହି ପୋଲିସ ବିଭାଗରେ କନଷ୍ଟେବଳ ଏବଂ ସିପାହୀମାନେ ସବୁଠାରୁ ଗୁରୁ ଦାୟିତ୍ଵ ତୁଲାଉଛନ୍ତି। ତୃଣମୂଳ ସ୍ତରରେ ଆଇନ ଶୃଙ୍ଖଳାଠାରୁ ଆରମ୍ଭ କରି ଗୁଇନ୍ଦା ପାଇଁ ଖବର ସଂଗ୍ରହ କରିବା ପରି ଦାୟିତ୍ଵ ତୁଲାଉଛନ୍ତି। କନଷ୍ଟେବଳ ଏବଂ  ସିପାହୀମାନେ ପୋଲିସ ବିଭାଗର  ମେରୁଦଣ୍ଡ ସଦୃଶ ବୋଲି  ମହାସଂଘର  ବାର୍ଷିକ ଉତ୍ସବ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମତବ୍ୟକ୍ତ କରିଛନ୍ତି।

ଖରା, ବର୍ଷା, ଶୀତ କାକରକୁ ଭୃକ୍ଷେପ ନକରି କନଷ୍ଟେବଳ ଓ ସିପାହୀମାନେ ନିଜର ଦାୟିତ୍ଵ ସମ୍ପାଦନ କରୁଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କ ପ୍ରତି ଆମ ସରକାରଙ୍କର ଯଥେଷ୍ଟ ସଂବେଦନଶୀଳତା ଓ ଦାୟିତ୍ୱବୋଧ ରହିଛି ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ପୋଲିସ ସେବାକୁ ଆହୁରି ପ୍ରଭାବୀ କରିବା ପାଇଁ ଭିତ୍ତିଭୂମି ଏବଂ ମାନବ ସମ୍ବଳ ଯୋଗାଇ ଦେବାକୁ ଆମ ସରକାର ପ୍ରତିଶୃତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ପୋଲିସ ବଳ ହେଉଛି ଅତ୍ୟନ୍ତ ଶୃଙ୍ଖଳିତ। ବିଶୃଙ୍ଖଳାକୁ କୌଣସି ପ୍ରକାରେ ବରଦାସ୍ତ କରାଯିବ ନାହିଁ। କିନ୍ତୁ ବିଶୃଙ୍ଖଳିତ କିମ୍ବା ଦୁର୍ନୀତିଗ୍ରସ୍ତଙ୍କୁ କୌଣସି ପ୍ରକାରେ କ୍ଷମା କରାଯିବ ନାହିଁ ବୋଲି ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଓଡିଶା ପୋଲିସର ମୂଳ ମନ୍ତ୍ର ହେଉଛି, ‘ସେବା ଓ ସୁରକ୍ଷା। ପ୍ରତ୍ୟେକ କାର୍ଯ୍ୟରେ ଦାୟିତ୍ୱବୋଧ ଓ ସମ୍ବେଦନଶୀଳ ହୋଇ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ  ସଂଘର କର୍ମକର୍ତ୍ତା ଏବଂ ଅନ୍ୟ ସଦସ୍ୟ ମାନଙ୍କୁ ପରାମର୍ଶ ଦେଇଛନ୍ତି।

ଏହି ଅବସରରେ ଏକକାଳୀନ ଲୋକସଭା ଓ ବିଧାନସଭା ସାଧାରଣ ନିର୍ବାଚନ ସମୟରେ  ରାଜ୍ୟ ପୋଲିସର ଭୂମିକାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହ କନଷ୍ଟେବଳ ମାନଙ୍କ ସହଯୋଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି କହିଥିଲେ।

ଏହାସହ ଖୁବଶୀଘ୍ର ରାଜ୍ୟର ପ୍ରତି ଥାନାକୁ ମୋଟର ସାଇକେଲ ଯୋଗାଇ ଦେବାସହ ଏହି ବାବଦରେ ଅତିରିକ୍ତ ବଜେଟରେ ୩୫ କୋଟି ଟଙ୍କାର ପ୍ରାବଧାନ କରାଯାଇଛି ବୋଲି ସେ କହିଥିଲେ।

ସେହିପରି ରାଜ୍ୟରେ ଅତିରିକ୍ତ CAPF ପ୍ରତିଷ୍ଠା ପାଇଁ ୨୯୯ କୋଟି ଟଙ୍କା ଏବଂ ପୋଲିସର ତ୍ଵରିତ ଗମନାଗମନ ପାଇଁ ୧୬ କୋଟି ଟଙ୍କା ପ୍ରବଧାନ କରାଯାଇଛି, ଯେଉଁଥିରେ ୬୪୯ ଗୋଟି ଉତ୍କୃଷ୍ଟ ଯାନ ପୋଲିସକୁ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କାର୍ଯ୍ୟକ୍ରମରେ ବିଧାୟକ ପ୍ରକାଶ ସେଠୀ ଯୋଗ ଦେଇ ପୋଲିସର ଉତ୍ସର୍ଗୀକୃତ ମନୋଭାବ, ଲୋକଙ୍କ ପ୍ରତି ନିଷ୍ଠା ଓ କର୍ତ୍ତବ୍ୟ ପରାୟଣତାକୁ ସାଲୁଟ କରୁଛି ବୋଲି ମତବ୍ୟକ୍ତ କରିଥିଲେ।

କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଯୋଗଦେଇ କନଷ୍ଟେବଳ ଏବଂ ସିପାହୀ  ମାନଙ୍କ ସହଯୋଗ ବିନା ପୋଲିସ କେବେ ସଶକ୍ତ କିମ୍ବା ସମୃଦ୍ଧ ହୋଇ ପାରିବ ନାହିଁ ବୋଲି କହିଥିଲେ। ପ୍ରତିକୂଳ ପରିସ୍ଥିତିରେ ଥାଇ ମଧ୍ୟ ଜନସାଧାରଣଙ୍କୁ ସୁରକ୍ଷା ଦେବା ସହ ଗୁଣାତ୍ମକ ପୋଲିସ ସେବା ଯୋଗାଇ ଦେବା ଆମର ପ୍ରାଥମିକ କର୍ତ୍ତବ୍ୟ ହେବା ଉଚିତ ବୋଲି ଡିଜିପି ଶ୍ରୀ ଖୁରାନିଆ ମତବ୍ୟକ୍ତ କରିଥିଲେ। “ସେବା ଓ ସୁରକ୍ଷା” ସ୍ଲୋଗାନ କୁ ପାଥେୟ କରି ସମସ୍ତେ  ମିଳିମିଶି , ଓଡିଶା  ପୋଲିସ କୁ ସଶକ୍ତ, ସମୃଦ୍ଧ ଏବଂ ଜନସାଧାରଣଙ୍କ  ପ୍ରତି ଉତ୍ସର୍ଗୀକୃତ ହେବା ନିମନ୍ତେ ଡିଜିପି ଶ୍ରୀ ଖୁରାନିଆ ଆହ୍ଵାନ ଦେଇଥିଲେ।

ଏହି ବାର୍ଷିକ ଉତ୍ସବରେ ଓଡ଼ିଶା ପୋଲିସ ହାବିଲଦାର, କନେଷ୍ଟବଳ ଏବଂ ସିପାହୀ ମହାସଂଘ ର ସଭାପତି, ଅନିଲ କୁମାର ଷଣ୍ଢ, ଉପସଭାପତି, ସନ୍ତୋଷ କୁମାର ମହାନ୍ତି, ସାଧାରଣ ସମ୍ପାଦକ, କିଶୋର କୁମାର ମହାନ୍ତି ସମେତ ଅନ୍ଯାନ୍ଯ ସଦସ୍ୟମାନେ ଉପସ୍ଥିତ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ମହିଳା ବିରୋଧୀ ଅପରାଧ ଓ ସାଇବର କ୍ରାଇମ ଉପରେ ଦୃଢ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର: ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ଆଜି କଟକରେ ୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪ର ଉଦଯାପନୀ ସମାରୋହରେ ପୋଲିସ ବାହିନୀକୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିପାଇଁ ପୋଲିସ ବଳର ଆଧୁନିକୀକରଣ, ପୋଲିସ ବ୍ୟବସ୍ଥାରେ ସଂସ୍କାର, ପୋଲିସ ଅନୁସନ୍ଧାନ ପାଇଁ ଭିତ୍ତିଭୂମି ଏବଂ ପ୍ରଶିକ୍ଷିତ ମାନବ ସମ୍ବଳର ନିତାନ୍ତ ଜରୁରୀ। ନହେଲେ, ଏକ ଅର୍ଦ୍ଧ-ପ୍ରସ୍ତୁତ ପୋଲିସ ବଳ ଅପରାଧୀଙ୍କୁ ଧରି ଦଣ୍ଡବିଧାନ କରିବା କାଠିକର ପାଠ ହୋଇଯିବ ବୋଲି ସେ କହିଥିଲେ।

ପୁଲିସ ବିଭାଗର ଆଧୁନିକୀକରଣକୁ ସରକାର ସର୍ବୋଚ୍ଚ ପ୍ରାଧାନ୍ୟ ଦେଇ ଆସୁଛନ୍ତି ବୋଲି ପ୍ରକାଶ କରି କହିଥିଲେ ଯେ, ଆଗାମୀ ଦିନରେ ପୋଲିସ୍‌ର ବ୍ୟବହାର ପାଇଁ ସମଗ୍ର ରାଜ୍ୟରେ ଗାଡ଼ି ସଂଖ୍ୟା ବଢ଼ାଯିବ ଯାହାଦ୍ୱାରା ପୋଲିସ ପେଟ୍ରୋଲିଙ୍ଗ୍, ତଦନ୍ତ, Victim ପାଖରେ ପହଁଞ୍ଚିବା, ଅପରାଧୀ ଧରିବା ଆହୁରି ସୁଦୃଢ଼ ହେବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାରେ ଥିବା ଅସ୍ତରଙ୍ଗ, ବଳଙ୍ଗା ଏବଂ ଡେଲାଙ୍ଗ ପୋଲିସ ଷ୍ଟେସନର ନୂତନ ଗୃହର ଉଦଘାଟନ କରିଥିଲେ।

ସେ କହିଥିଲେ ଯେ, ପୋଲିସ ବାହିନୀକୁ ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ ଶୀଘ୍ର ପୂରଣ କରାଯିବ। ପୋଲିସ ବାହିନୀର କାର୍ଯ୍ୟକ୍ଷମତାକୁ ବୃଦ୍ଧି କରିବା ପାଇଁ ପୋଲିସ ଥାନା ଗୁଡିକୁ ୯ ହଜାର ବାଇକ୍‌ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଉଛି। ପ୍ରତ୍ୟେକ ଥାନାକୁ ୬ଟି ଲେଖାଏଁ ବାଇକ୍‌ ଦିଆଯିବ। ଏଇ ନିକଟରେ ଗୃହରେ ପାରିତ ହୋଇଥିବା ଅତିରିକ୍ତ ବଜେଟରେ ଏଥିପାଇଁ ୩୫ କୋଟି ଟଙ୍କାର ବିଶେଷ ପ୍ରାବଧାନ କରାଯାଇଛି। ପୋଲିସ ବାହିନୀକୁ ସହଯୋଗ କରିବା ପାଇଁ ଗୃହରକ୍ଷୀ ପଦବୀ ପୂରଣ କରାଯିବ। ଖାଲି ଥିବା ଓ ନୂଆ ପଦବୀକୁ ମିଶାଇ ପ୍ରାୟ ୫ ହଜାର ପଦବୀ ପୂରଣ କରିବା ପାଇଁ ନିଷ୍ପତ୍ତି କରାଯାଇଛି ବୋଲି ମଧ୍ୟ ସେ କହିଥିଲେ।

ଦେଶରେ ଚାଲିଥିବା ସାଇବର କ୍ରାଇମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜିକାଲି ପୁରା ଦେଶରେ ଅନେକ ଲୋକ ସାଇବର ଅପରାଧର ଶିକାର ହୋଇ ଅର୍ଥ ହରାଉଛନ୍ତି। ସାଇବର ଠକେଇ, ଡିଜିଟାଲ ଆରେଷ୍ଟ, ଇନଭେଷ୍ଟମେଣ୍ଟ ଠକେଇ ଆଦି ଅପରାଧ ବଢି ଚାଲିଛି। ସାଇବର ଅପରାଧ ଆମ ସମସ୍ତଙ୍କ ପାଇଁ ଏକ ବଡ଼ ଆହ୍ଵାନ। ଏହାକୁ ଦୃଷ୍ଟିରେ ରଖି ଆମ ସରକାର ପୋଲିସ ବିଭାଗର ସାଇବର ସେଲକୁ ସୁଦୃଢ ଓ ଆଧୁନିକୀକରଣ କରିବା ପାଇଁ ସଂକଳ୍ପବଦ୍ଧ। ଏଥି ପାଇଁ ଆଗାମୀ ଦିନରେ ଯେଉଁ ଜିଲ୍ଲାରେ ସାଇବର ଥାନା ନାହିଁ ସେଠାରେ ସାଇବର ଥାନା ପ୍ରତିଷ୍ଠା କରାଯିବାର ଲକ୍ଷ୍ୟ ରଖାଯାଇଛି। ଏତଦବ୍ୟତୀତ ଭୁବନେଶ୍ବରରେ ସାଇବର ଅପରାଧର ଉଚ୍ଚକୋଟୀର ତଦନ୍ତ ଓ ତଦାରଖ ପାଇଁ ରାଜ୍ୟସ୍ତରରେ ଏକ ସାଇବର ଅପରାଧ ଶାଖା ସୃଷ୍ଟି କରାଯିବ, ଯାହାର ଦାୟିତ୍ଵରେ ଜଣେ ବରିଷ୍ଠ ଅଧିକାରୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମହିଳା ହିଂସା ବିରୁଦ୍ଧରେ ଆମ ସରକାର ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରୁଛନ୍ତି ବୋଲି ମତ ଦେଇ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଜୀ ମଧ୍ୟ ମହିଳାମାନଙ୍କ ସୁରକ୍ଷାକୁ ସର୍ବଦା ପ୍ରାଥମିକତା ଦେଇଆସିଛନ୍ତି। ଦୁର୍ଭାଗ୍ୟ ବଶତଃ ମୋଟ ଦଣ୍ଡବିଧାନ ହାର ଏବଂ ମହିଳା ହିଂସା ବିରୁଦ୍ଧରେ ଦଣ୍ଡବିଧାନ ହାର ସର୍ବ ଭାରତୀୟ ସ୍ତରରେ ଓଡିଶାର ସ୍ଥିତି ନୈରାଶ୍ୟ ଜନକ ଥିଲା ।

ସେ କହିଲେ ଯେ, ଏହାର ପ୍ରମୁଖ କାରଣ ହେଉଛି ବୃତ୍ତିଗତ ଢଙ୍ଗରେ ଅନୁସନ୍ଧାନ ନ ହେବା ଏବଂ ପୂର୍ବବର୍ତ୍ତୀ ସମୟରେ ରାଜନୈତିକ ଇଚ୍ଛାଶକ୍ତିର ଘୋର ଅଭାବ। ତେଣୁ, ସେ କହିଥିଲେ ଯେ, ଏହି ଦଣ୍ଡହାରକୁ ଜାତୀୟ ସ୍ତରକୁ ନେବାକୁ ହେବ। ଏଥିପାଇଁ ସରକାର ନିଜ ସ୍ତରରେ ଅଧିକ ମହିଳା କୋର୍ଟ ପ୍ରତିଷ୍ଠା କରୁଛନ୍ତି। ଚାରିଗୋଟି ଜିଲ୍ଲାରେ ମହିଳା କୋର୍ଟ ସ୍ଥାପନା ପାଇଁ ନୀତିଗତ ନିଷ୍ପତ୍ତି ନିଆଯାଇ ସରିଛି। ବର୍ତ୍ତମାନ, ପୋଲିସ କାନ୍ଧରେ ବୃତ୍ତିଗତ ଢଙ୍ଗରେ ଏବଂ ବୈଜ୍ଞାନିକ ପଦ୍ଧତିରେ ଅନୁସନ୍ଧାନ କରି, ଅକାଟ୍ୟ ସାକ୍ଷ୍ୟ ପ୍ରମାଣ ସହିତ କୋର୍ଟରେ ଅଭିଯୋଗ ପତ୍ର ଠିକ ସମୟରେ ଦାଖିଲ କରିବା।

ନିକଟରେ ରାଜ୍ୟ ପୁଲିସ ବଳ କିଛି blind କେସର ସଫଳତାର ସହିତ ସମାଧାନ କରିବାରେ ସଫଳ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବଣାଇ ଏବଂ କଟକ କନ୍ଦରପୁର ହତ୍ୟାକାଣ୍ଡକୁ ପୋଲିସ ଖୁବ୍ ଶୀଘ୍ର ସଫଳତାର ସହ ସମାଧାନ କରିଛି। ସେ କହିଥିଲେ ଯେ, ସବୁ କେସରେ ଏପରି ପ୍ରଭାବୀ କାର୍ଯ୍ୟାନୁଷ୍ଠାନ ହେବା ଉଚିତ, ଯାହା ଫଳରେ ପୋଲିସ ପ୍ରତି ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇବ।

ଆଗାମୀ ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମାଓ ବାଦୀ ଏବଂ ନକ୍ସଲ ହିଂସାକୁ ସମୂଳେ ନିପାତ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଓଡିଶାର କିଛି ଅଞ୍ଚଳ ଏହି ଆକ୍ସନ ପ୍ଲାନରେ ସାମିଲ ହୋଇଛି। ଏହି ହିଂସାକୁ ଦମନ କରିବା ପାଇଁ ପୋଲିସ ବଳ ସହିତ ବିଶେଷ ଜ୍ଞାନ, ନୂତନ ବୈଷୟିକ ଜ୍ଞାନକୌଶଳର ଆବଶ୍ୟକତା ରହିଛି, ଯାହା ଆଜି ପରି ଡ୍ୟୁଟି ମିଟ୍‌ରୁ ମିଳିପାରିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯୋଜନାବଦ୍ଧ ଭାବେ ସମାଜରେ ଉନ୍ମାଦ କରିବା ପାଇଁ ଚେଷ୍ଟା କରୁଥିବା ଅପରାଧୀଙ୍କ ବିରୁଦ୍ଧରେ ଏମିତି କାର୍ଯ୍ୟାନୁଷ୍ଠାନ ନିଅନ୍ତୁ, ଯାହାଫଳରେ ପ୍ରତି ମୂହୁର୍ତ୍ତରେ ସେମାଙ୍କ ମନରେ ଭୟର ସଂଚାର ହେବ।

ଏଭଳି ଅପରାଧୀଙ୍କୁ ପୂର୍ବରୁ ଯେଉଁ ସୁରକ୍ଷା ଦିଆଯାଉଥିଲା ସେପରି ଆଉ ହେବ ନାହିଁ। ଆଇନର ଗଣ୍ଡି ଭିତରେ ରହି ସେମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କ୍ରାଇମବ୍ରାଞ୍ଚ ପକ୍ଷରୁ ନିୟମିତ ବ୍ୟବଧାନରେ ସ୍ୱତନ୍ତ୍ର ଅଭିଯାନ ଚଳାଇ ନିଶା କାରବାର ଜନିତ ସଂଗଠିତ ଅପରାଧ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ଓଡ଼ିଶା ପୋଲିସ ପ୍ରମୁଖ ସଫଳତା ହାସଲ କରିଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସରକାର ପୋଲିସ ବଳ ସହିତ ଦୃଢ ଭାବେ ଛିଡା ହୋଇଛନ୍ତି। ସର୍ବ ଭାରତୀୟ DG/IG ସମ୍ମିଳନୀରେ, କେନ୍ଦ୍ର ସରକାର ଗଞ୍ଜାମ ଜିଲ୍ଲାର ପାଟପୁର ଥାନାକୁ ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ କରିଥିବାରୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ।

ପୋଲିସ ଡ୍ୟୁଟି ମିଟ୍‌ ରେ ଅଂଶଗ୍ରହଣ କରି ସଫଳତା ହାସଲ କରିଥିବା ସମସ୍ତ ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ବିଜେତାମାନେ ଆଗାମୀ ଜାନୁଆରୀ ମାସରେ ଝାଡଖଣ୍ଡର ରାଞ୍ଚି ଠାରେ ହେବାକୁ ଥିବା All India Police Duty Meet ରେ ଭାଗ ନେବେ। ମନୋନୀତ ହୋଇଥିବା ଦଳର ସଦସ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିଲେ। ପରିଶେଷରେ ପୋଲିସ ନିଜର ‘ସେବା ଓ ସୁରକ୍ଷା’ ସ୍ଲୋଗାନକୁ କାୟ ମନୋବାକ୍ୟରେ ପାଳନ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।

ଏହି ଅବସରରେ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ, ସି.ଆଇ.ଡି, କ୍ରାଇମ ବ୍ରାଞ୍ଚ ଶ୍ରୀ ବିନୟ ତୋଷ ମିଶ୍ର ଧନ୍ୟବାଦ୍ ଅର୍ପଣ କରି ପୋଲିସ ବାହିନୀର କାର୍ଯ୍ୟକ୍ରମ, ସଫଳତା ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ସ୍ଥାନୀୟ ସର୍କିଟ ହାଉସଠାରେ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ଦିନିଆ ମାଲକାନଗିରି ଜିଲ୍ଲା ଗସ୍ତ ଅବସରରେ ଆଜି ସ୍ଥାନୀୟ ସର୍କିଟ ହାଉସଠାରେ ଅଭିଯୋଗ ଶୁଣାଣି କରିଛନ୍ତି। ଏଥିରେ ବିଭିନ୍ନ ବର୍ଗର ଲୋକେ ଓ ସଂଘର ସଦସ୍ୟମାନେ ନିଜ ନିଜର ଅଭିଯୋଗ ପତ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ମାଝିଙ୍କୁ ପ୍ରଦାନ କରିଥିଲେ।

ଏହି ସମୟରେ ମୁଖ୍ୟମନ୍ତ୍ରୀ ଲୋକଙ୍କ ସମସ୍ୟା ମଧ୍ୟ ଶୁଣିଥିଲେ। ପ୍ରାୟ ଶତାଧିକ ଲୋକ ନିଜ ନିଜର ଅଭିଯୋଗ ପ୍ରଦାନ କରିଥିଲେ। ଏହି ସମୟରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

୮୫ ଜଣ ହୋମିଓପାଥିକ ଚିକିତ୍ସକ, ୨୩୯ ଜଣ ରେଡିଓଗ୍ରାଫର ଓ ୫୨ ଜଣ ଅଧ୍ୟାପକ ନିଯୁକ୍ତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ବାରା ଆୟୋଜିତ ନିଯୁକ୍ତି ମେଳାରେ ୩୭୬ ଜଣ ନିଯୁକ୍ତି ପାଇଛନ୍ତି। ଏଥିରେ ସ୍ବାସ୍ଥ୍ୟ ବିଭାଗର ୮୫ ଜଣ ହୋମିଓପାଥିକ ଚିକିତ୍ସକ ଓ ୨୩୯ ଜଣ ରେଡିଓଗ୍ରାଫର ଥିବା ବେଳେ ଉଚ୍ଚ ଶିକ୍ଷା ବିଭାଗର ୫୨ ଜଣ ଅଧ୍ୟାପକ ଅଛନ୍ତି।

ଏହି ଅବସରରେ ଲୋକସେବା ଭବନ ସ୍ଥିତ କନ୍‌ଭେନ୍‌ସନ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବ ନିଯୁକ୍ତ ଡାକ୍ତର, ଅଧ୍ୟାପକ ଓ ରେଡିଓଗ୍ରାଫର ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ବୃତ୍ତିଗତ ଦକ୍ଷତା ଓ ସେବା ମନୋବୃତ୍ତି ନେଇ କାମ କରିବାକୁ ପରାମର୍ଶ ଦେଇଛନ୍ତି। ସରକାରୀ ଚାକିରିକୁ ଅର୍ଥ ଉପାର୍ଜନ ସର୍ବସ୍ବ ନକରି ନିଜ ନିଜର କର୍ତ୍ତବ୍ୟ ପ୍ରତି ଅନୁରକ୍ତ ରହିବାକୁ ଓ ଦୁର୍ନୀତିକୁ ପ୍ରଶୟ ନଦେବାକୁ ସେ ପରାମର୍ଶ ଦେଇଥିଲେ।

ସେ କହିଥିଲେ ଯେ, ସ୍ବାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ଓଡିଶା ଯେତେ ପାରଦର୍ଶୀତା ହାସଲ କରିବା କଥା, କରିପାରି ନାହିଁ। ଆମେ ଆମର ପ୍ରକୃତ ସାମର୍ଥ୍ୟ ହାସଲ କରି ପାରିନାହୁଁ। ନୀତି ଆୟୋଗ ଦ୍ବାରା ସଦ୍ୟ ପ୍ରକାଶିତ ସ୍ବାସ୍ଥ୍ୟ Ranking ରେ ଓଡିଶା ୨୮ ଟି ରାଜ୍ୟ ମଧ୍ୟରେ ତଳଆଡୁ ତୃତୀୟ। ଶହେ ନମ୍ବରରୁ ଓଡିଶା ପାଇଛି ମାତ୍ର ୪୦.୧୯। କିନ୍ତୁ ପୂର୍ବରୁ ବିଶ୍ବ ସ୍ତରୀୟ ସ୍ବାସ୍ଥ୍ୟ ସେବା ନାମରେ ବ୍ୟାପକ ପ୍ରଚାର କରାଯାଉଥିଲା। ବର୍ତ୍ତମାନ ଏ ପରିସ୍ଥିତିକୁ ପରିବର୍ତ୍ତନ କରିବାକୁ ପଡିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, Health Ranking ରେ ଆମକୁ ଅତି କମ୍‌ରେ ୬୦ ନମ୍ବର ରଖିବାକୁ ପଡିବ। ଦେଶର ପ୍ରଥମ ଦଶଟି ଶ୍ରଷ୍ଠ ସେବା ପ୍ରଦାନକାରୀ ରାଜ୍ୟ ମଧ୍ୟରେ ରହିବାକୁ ପଡିବ। ଏ ଦିଗରେ ସରକାରଙ୍କ ଆଭିମୁଖ୍ୟରେ ନବ ନିଯୁକ୍ତ ମାନଙ୍କୁ ସହଯୋଗ କରିବା ପାଇଁ ସଂକଳ୍ପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଉତ୍ତମ ସ୍ବାସ୍ଥ୍ୟ ସେବା ପାଇଁ ଭିତ୍ତିଭୂମି ଓ ପ୍ରଶିକ୍ଷିତ ମାନବ ସମ୍ବଳର ଆବଶ୍ୟକତା ରହିଛି। ଏ ଉଭୟ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ଯୋଜନାବଦ୍ଧ ଭାବେ କାମ କରୁଛନ୍ତି। ଏହା ସରକାରଙ୍କ ଭିଜନର ଏକ ଅଂଶ ବିଶେଷ ବୋଲି ସେ କହିଥିଲେ। ଚଳିତ ବର୍ଷ ସ୍ବାସ୍ଥ୍ୟ ବଜେଟ୍‌ରେ ପୂର୍ବ ବର୍ଷ ତୁଳନାରେ ୩୨ ପ୍ରତିଶତ ଅଧିକ ବ୍ୟୟ ବରାଦ ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଏହାର ସିଂହଭାଗ ଭିତ୍ତିଭୂମି ନିର୍ମାଣରେ ଖର୍ଚ୍ଚ ହେବ। ଆଗାମୀ ପାଞ୍ଚବର୍ଷରେ ରାଜ୍ୟର ସମସ୍ତ ଜିଲ୍ଲାରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା କରାଯିବ ବୋଲି ସେ କହିଥିଲେ। ଭାରତ ସରକାରଙ୍କ ଆୟୁଷ୍ମାନ ଯୋଜନା ସହିତ ରାଜ୍ୟ ସରକାରଙ୍କ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନୂଆ ସରକାର ରାଜ୍ୟର ସରକାରୀ କ୍ଷେତ୍ରରେ ଖାଲି ପଦବୀ ପୂରଣ କରିବା ଉପରେ ଗୁରୁତ୍ବ ଦେଇଛନ୍ତି। ଗତ ଛଅ ମାସ ମଧ୍ୟରେ ଛଅ ଥର ନିଯୁକ୍ତି ମେଳା ହୋଇ ୨୦ ହଜାରରୁ ଅଧିକ ଶିକ୍ଷିତ ଯୁବକ ଯୁବତୀଙ୍କ ନିଯୁକ୍ତି ପ୍ରକ୍ରିୟାକୁ ଆଗେଇ ନିଆଯାଉଛି ବୋଲି ସେ କହିଥିଲେ।

ସ୍ବାସ୍ଥ୍ୟ କ୍ଷେତ୍ରରେ ହୋମିଓପାଥି ଚିକିତ୍ସକ ଓ ରେଡିଓଗ୍ରାଫର ନିଯୁକ୍ତି ସହିତ ଖୁବଶୀଘ୍ର ସରକାରୀ ଡାକ୍ତରଖାନା ମାନଙ୍କରେ ‘ଫାର୍ମାସୀ ଅଫିସର’ ନିଯୁକ୍ତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହା ସହିତ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜାତୀୟ ଆୟୁଷ ମିଶନରେ ଓଡିଶାରେ ୪୨୨ଟି ହୋମିଓପାଥି ଓ ଆୟୁର୍ବେଦିକ୍‌ ଡାକ୍ତରଖାନର ‘ଆୟୁଷ୍ମାନ ଆରୋଗ୍ୟ ମନ୍ଦିର’ ଭାବରେ ଉନ୍ନତି କରଣ କରାଯାଇଛି। ସେ କହିଥିଲେ ଯେ, ଢେଙ୍କାନାଳ, ବ୍ରହ୍ମପୁର ଓ ବାଲେଶ୍ବରରେ ଆଉ ତିନୋଟି ୫୦ ଶର୍ଯ୍ୟା ବିଶିଷ୍ଟ ସମନ୍ବିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରାଯାଉଛି।

ଅଧ୍ୟାପକ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣ ମାନେ ନିଜେ ଯୁବ ବର୍ଗରୁ ଆସିଛନ୍ତି। ତେଣୁ, ପିଲାମାନଙ୍କୁ ଦାୟିତ୍ବବାନ୍‌ ହେବା ପାଇଁ ମାର୍ଗଦର୍ଶନ କରିବାକୁ ସେ ପରାମର୍ଶ ଦେଇଥିଲେ। ସେ କହିଥିଲେ ଯେ, ୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଓଡିଶା ପାଇଁ ଭିଜନ ଡକୁମେଣ୍ଟ ପ୍ରସ୍ତୁତ କରୁଛନ୍ତି। ତେଣୁ, ସେମାନେ ଯେପରି ଦକ୍ଷ ଓ ଦାୟିତ୍ବବାନ୍ ହେବେ ତାହା ସୁନିଶ୍ଚିତ କରିବା ଆପଣ ମାନଙ୍କ ଦାୟିତ୍ବ। ଆପମ ମାନେ ଯୁବ ସମାଜର ଉଚିତ୍‌ ପଥ ପ୍ରଦର୍ଶନ କରିପାରିଲେ ସମୃଦ୍ଧ ଓଡିଶାର ଲକ୍ଷ୍ୟ ନିଶ୍ଟୟ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗଦେଇ ଉଚ୍ଚ ଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କରିଲେ ଯେ, ନିଯୁକ୍ତି ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ତେଣୁ, ଏବେ ପ୍ରାୟ ପ୍ରତ୍ୟେକ ମାସରେ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇ ଯୁବ ବର୍ଗଙ୍କୁ ସରକାରୀ ନିଯୁକ୍ତି ଦିଆଯାଉଛି। ତେଣୁ, ୨୦୩୬ ଓ ୨୦୪୭ ର ଲକ୍ଷ ହାସଲ କରିବା ପାଇଁ ସମସ୍ତେ ସେବା ଓ ସମର୍ପଣ ମନୋଭାବ ନେଇ କାମ କରିବାକୁ ସେ ଆହ୍ବାନ ଦେଇଥିଲେ।

ଉନ୍ନୟନ କମିଶନର ଅନୁ ଗର୍ଗ କହିଲେ ଯେ, ମହିଳା କର୍ମଚାରୀ ମାନେ ନିଜର କମ୍ଫର୍ଟ ଜୋନ୍‌ରୁ ବାହାରି ନିଜର ଦକ୍ଷତା ପ୍ରଦର୍ଶନ କରିବାର ଆବଶ୍ୟକତା ରହିଛି। ସେମାନେ କୌଣସି ପରିସ୍ଥିତିରେ ପୁରୁଷ ମାନଙ୍କ ଠାରୁ କମ୍ ବୋଲି ମନେ କରିବା ଉଚିତ୍‌ ନୁହେଁ। କାମ ସହିତ ବ୍ୟକ୍ତିଗତ ଭାବେ ନିଜର ଜ୍ଞାନ ଓ ଦକ୍ଷତାକୁ ବୃଦ୍ଧି କରିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ।

କାର୍ଯ୍ୟକ୍ରମରେ ନବ ନିଯୁକ୍ତ ଅଧ୍ୟାପିକା ଶୁଭଲକ୍ଷ୍ମୀ ସ୍ବାଇଁ, ଡାକ୍ତର କଲ୍ୟାଣୀ ମଞ୍ଜରୀ ନାୟକ ଓ ରେଡିଓଗ୍ରାଫର ସ୍ବତନ୍ତ୍ର ପଟ୍ଟନାୟକ ନିଯୁକ୍ତି ପ୍ରକ୍ରିୟା ସମ୍ପର୍କରେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନାକରି କହିଲେ ଯେ, ମୁଖ୍ୟମନ୍ତ୍ରୀ ନିଯୁକ୍ତି ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ସହିତ ଏଥିରେ ସ୍ବଚ୍ଛତା ମଧ୍ୟ ଆସିଛି। ସମସ୍ତେ ନିଷ୍ଠା ଓ ସେବା ମନୋବୃତ୍ତି ନେଇ କାମ କରିବେ ବୋଲି କହିଥିଲେ।

ସ୍ବାସ୍ଥ୍ୟ ବିଭାଗ ଶାସନ ସଚିବ ଅଶ୍ବତୀ ଏସ୍‌. ସ୍ବାଗତ ଭାଷଣ ଦେଇଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଧାନ ସଂଗ୍ରହ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଲୋକସେବା ଭବନରେ ଧାନ ସଂଗ୍ରହ ବ୍ୟବସ୍ଥାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ଏହି ଛଅ ମାସ ମଧ୍ୟରେ ଅନେକ ଯୋଜନା ସଫଳତାର ସହ କାର୍ଯ୍ୟକାରୀ କରିଛନ୍ତି। ମହିଳା ମାନଙ୍କ ପାଇଁ ସୁଭଦ୍ରା ଯୋଜନା ସହିତ ଆହୁରି ଅନେକ କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ ହେଉଛି। ପିଏମ୍‌ କିଷାନ ଓ ସିଏମ୍‌ କିଷାନ ସହିତ ୮୦୦ ଟଙ୍କା ଇନ୍‌ପୁଟ ସହାୟତାରେ ଧାନ କିଣା ବ୍ୟବସ୍ଥା ଚାଷୀଙ୍କ ସଶକ୍ତିକରଣ କ୍ଷେତ୍ରରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ। ଏହା ଦ୍ବାରା ୧୭ ଲକ୍ଷରୁ ଅଧିକ ଚାଷୀ ଲାଭବାନ ହୋଇପାରିବେ। ଏଣୁ, ଧାନ ସଂଗ୍ରହ କାର୍ଯ୍ୟକ୍ରମକୁ ସମ୍ପୂର୍ଣ୍ଣ ଭାବେ ଦକ୍ଷତାର ସହିତ ତ୍ରୁଟିଶୂନ୍ୟ ଭାବେ କାର୍ଯ୍ୟକାରୀ କରାଯିବା ଆବଶ୍ୟକ। କୌଣସି ପରିସ୍ଥିତିରେ ଚାଷୀମାନେ କୌଣସି ଅସୁବିଧାର ସମ୍ମୁଖୀନ ହେବା ଉଚିତ୍‌ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବୈଠକର ଆଲୋଚନାରୁ ଜଣାଯାଇଥିଲା ଯେ, ଡିସେମ୍ବର ୧୧ ତାରିଖ ସୁଦ୍ଧା ବରଗଡ, ନୂଆପଡା, ସମ୍ବଲପୁର, କଳାହାଣ୍ଡି, ବଲାଙ୍ଗିର, ଝାରସୁଗୁଡା, ନବରଙ୍ଗପୁର, ସୁବର୍ଣ୍ଣପୁର ଓ କୋରାପୁଟ ଆଦି ୯ଟି ଜିଲ୍ଲାରେ ଧାନ ସଂଗ୍ରହ ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ଏହି ୯ଟି ଜିଲ୍ଲାର ୩୭,୦୭୯ ଜଣ ଚାଷୀ ୧,୮୧,୧୯୬ ମେଟ୍ରିକଟନ୍‌ ଧାନ ବିକ୍ରି କରିଛନ୍ତି। ଏହି ଚାଷୀମାନଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟଭାବେ ୩୨୩.୭୩ କୋଟି ଓ ଇନ୍‌ପୁଟ୍ ସହାୟତା ଭାବେ ୧୧୨.୬୧ କୋଟି ଟଙ୍କା ପ୍ରଦାନ କରାଯାଇଛି। ଆଉ ୪୮ ଘଣ୍ଟା ମଧ୍ୟରେ ୯୩ କୋଟି ଟଙ୍କା ସର୍ବନିମ୍ନ ସହାୟକ ମୂଲ୍ୟ ଓ ୩୨.୩୫ କୋଟି ଟଙ୍କା ଇନ୍‌ପୁଟ ସହାୟତା ପ୍ରଦାନ କରାଯିବ। ସମୀକ୍ଷାରେ ଭର୍ଚୁଆଲ ମୋଡ୍‌ରେ ଯୋଗଦେଇଥିବା ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ମାନଙ୍କ ସହିତ ଧାନ ସଂଗ୍ରହ ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଥିଲା।

ବୈଠକରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ସୋସାଇଟି ସ୍ତରୀୟ ଧାନ କିଣା କମିଟି ଗୁଡିକୁ ଆହୁରି ସକ୍ରୀୟ କରିବା ପାଇଁ ସେ କହିଥିଲେ। ଚାଷୀମାନଙ୍କୁ ଅଧିକ ସଚେତନ କରିବା ଓ ସେମାନଙ୍କ ପାଇଁ ସବୁ ପ୍ରକାର ସୁବିଧାର ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଥିଲେ। କଳାହାଣ୍ଡି ଜିଲ୍ଲାରେ ଚାଷୀ ମାନଙ୍କ ପାଇଁ ମଣ୍ଡି ନିକଟରେ କ୍ୟାଣ୍ଟିନ୍‌, ପାନୀୟ ଜଳ ଓ ଟଏଲେଟ୍‌ର ବ୍ୟବସ୍ଥା କରିଛନ୍ତି। ଅନ୍ୟ ଜିଲ୍ଲାମାନେ ମଧ୍ୟ ସେହିପରି ବ୍ୟବସ୍ଥାକୁ ନିଜ ଜିଲ୍ଲାରେ କାର୍ଯ୍ୟକାରୀ କରିବାକୁ ସେ କହିଥିଲେ। ଆହୁରି ମଧ୍ୟ ବରଗଡରେ ମଣ୍ଡିରେ ଧାନ ସଂଗ୍ରହର ସୁନ୍ଦର ମନିଟରିଂ ବ୍ୟବସ୍ଥା କରାଯାଇଛି। କେନ୍ଦ୍ରୀୟ କଣ୍ଟ୍ରୋଲ ରୁମ୍‌କୁ ଧାନକିଣାର ଲାଇଭ ଫିଡ୍‌ ମଧ୍ୟ ଆସୁଛି। ଏପରି ବ୍ୟବସ୍ଥାକୁ ଅନ୍ୟ ସମସ୍ତ ଜିଲ୍ଲା ଭଲ ଭାବେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବୈଠକରେ ଚାଷୀ ମାନଙ୍କ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେ କହିଥିଲେ ଯେ ସବୁ ଜିଲ୍ଲାରେ ମଣ୍ଡିରେ ନୋଡାଲ୍‌ ଅଫିସର ଓ ମଣ୍ଡି ସୁପରଭାଇଜର ଅଛନ୍ତି। ସେମାନେ ଯେପରି ଚାଷୀଙ୍କର ଯଦି କିଛି ଅଭିଯୋଗ ଥାଏ, ତାକୁ ଶୁଣାଣି କରି ସମସ୍ୟାର ସମାଧାନ କରିବେ, ତେବେ ସେମାନଙ୍କର ବ୍ୟବସ୍ଥା ଉପରେ ଭରସା ବଢିବ। ଏହା ସହିତ ଦଲାଲ ମାନେ ଯେପରି କୌଣସି ପରିସ୍ଥିତିରେ ଚାଷୀଙ୍କ ଫାଇଦା ନଉଠାଇ ପାରିବେ, ସେଥିପାଇଁ ସେମାନଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଟୋକେନ୍‌ ବ୍ୟବସ୍ଥା, ଟ୍ୟାଗିଙ୍ଗ ବ୍ୟବସ୍ଥା, ମିଲର ମାନଙ୍କ ସହଯୋଗ ଏବଂ ଅନ୍ୟାନ୍ୟ ବିଷୟ ଉପରେ ଆଲୋଚନା ହୋଇଥିଲା।

ବୈଠକରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ପଞ୍ଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାୟକ, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।

ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡି.କେ ସିଂହ, ପୋଲିସ୍‌ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

CLAT ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଥିବା ଅରୁଣିମାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ସର୍ବଭାରତୀୟ ଆଇନ ପ୍ରବେଶିକା ପରୀକ୍ଷା (CLAT) ରେ ଅରୁଣିମା ଠାକୁର୍ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ଅରୁଣିମା ଠାକୁର୍ ରାଉରକେଲାର ଝିଅ ଏବଂ ସେ ବାଣୀବିହାର ଆଇନ ମହାବିଦ୍ୟାଳୟର ଛାତ୍ରୀ ଅଟନ୍ତି।

ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅରୁଣିମା ଠାକୁର୍ ଙ୍କ ଏହି ସଫଳତା ପାଇଁ ଖୁସିବ୍ୟକ୍ତ କରିବା ସହ ତାଙ୍କ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର ସଂସ୍କୃତି

ଭୁବନେଶ୍ବରରେ ରାଜ୍ୟସ୍ତରୀୟ ‘ଭାରତୀୟ ଭାଷା ଉତ୍ସବ’ କୁ ମୁଖ୍ୟମନ୍ତ୍ରୀଙ୍କ ଉଦଘାଟନ

ଭୁବନେଶ୍ବର: ଇଂରାଜୀ ଭାଷା ଲିଙ୍କ୍ ଲାଙ୍ଗୁଏଜ୍ ହୋଇପାରେ, କିନ୍ତୁ ମାତୃଭାଷାର ବିକଳ୍ପ ହୋଇପାରିବ ନାହିଁ। ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟର ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଭାରତୀୟ ଭାଷା ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜିକାଲି ପିଲାମାନେ ଇଂରାଜୀ ଭାଷାକୁ ଯୋଗାଯୋଗର ଏକ ମାଧ୍ୟମ ଭାବେ ବ୍ୟବହାର ନକରି, ଇଂରାଜୀ କହିବାକୁ ଏକ ଫେସନ୍ ଭାବେ ଗ୍ରହଣ କରୁଛନ୍ତି। ଇଂରାଜୀ ମିଡିଅମ୍‌ରେ ପଢୁଥିବା ଅନେକ ଛାତ୍ରଛାତ୍ରୀ ଓଡିଆ ଭାଷା ପଢିବାରେ ଅକ୍ଷମ। ଏହା ଦୁଃଖର ବିଷୟ।

ଇଂରାଜୀ ଓ ହିନ୍ଦୀ ଆମ ପାଇଁ ଏକ ଲିଙ୍କ ଲାଙ୍ଗୁଏଜ୍ ହୋଇପାରେ। କିନ୍ତୁ, ଏହା କେବେ ଆମ ମାତୃଭାଷାର ବିକଳ୍ପ ହୋଇ ପାରିବ ନାହିଁ। ତେଣୁ, ରାଜ୍ୟ ସରକାର ଓଡିଆ ଭାଷାର ବ୍ୟବହାର ଉପରେ ଗୁରୁତ୍ବଦେଇ କାମ ଆରମ୍ଭ କରିଛନ୍ତି। ସରକାରୀ ଫାଇଲ୍‌କୁ ଓଡିଆ ଭାଷାରେ କରିବା ପାଇଁ ଦୃଢ ନିର୍ଦ୍ଦେଶ ଦିଆଯାଇଛି। ଅନେକ ବିଭାଗରେ ଓଡିଆ ଭାଷାରେ ଫାଇଲ୍‌ କାମ ଆରମ୍ଭ ମଧ୍ୟ ହେଲାଣି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ତାମିଲ୍‌ ମହାକବି ସୁବ୍ରମଣ୍ୟ ଭାରତୀଙ୍କ ଜୟନ୍ତୀ ଅବସରରେ ଆଜି ଭାରତୀୟ ଭାଷା ଉତ୍ସବ ପାଳନ କରାଯାଉଛି। ଚଳିତ ବର୍ଷର ଭାରତୀୟ ଭାଷା ମହୋତ୍ସବର ବିଷୟବସ୍ତୁ ହେଉଛି “ଭାଷା ମାଧ୍ୟମରେ ଏକତା”।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ତାଙ୍କ ଜୟନ୍ତୀରେ ଆମେ ରାଜ୍ୟସ୍ତରରେ ଭାରତୀୟ ଭାଷା ଉତ୍ସବ ଭାବେ ପାଳନ କରୁଛୁ। ଏହା କେବଳ ଏକ ଉତ୍ସବ ନୁହେଁ, ଆମ ସଂସ୍କୃତି ଏବଂ ଗୌରବର ପ୍ରତୀକ। ଭାଷାଭିତ୍ତିକ ବିବିଧତା ହେଉଛି ଆମର ସର୍ବଶ୍ରେଷ୍ଠ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ କହିଥିଲେ ଯେ, ଏହାକୁ କାୟ ମନୋବାକ୍ୟରେ ଅନୁସରଣ କରି ଆମେ ଆଗକୁ ଯିବାର ସ୍ବପ୍ନ ଦେଖିବା ହିଁ ଆଜିର ଆବଶ୍ୟକତା।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ବର୍ଗତ ଭାରତୀ ଯଦିଓ ତାମିଲ ସାହିତ୍ୟକୁ ନିଜ ପ୍ରତିଭା ବଳରେ ନିଜ ସାରସ୍ଵତ ସାଧନାରେ ଉଦ୍‌ବୁଦ୍ଧ କରିଛନ୍ତି, ସେ ଅନ୍ୟାନ୍ୟ ଭାରତୀୟ ଭାଷାକୁ ମଧ୍ୟ ଋଦ୍ଧିମନ୍ତ କରିଛନ୍ତି। ସେ ନିଜର ସାହିତ୍ୟ ମାଧ୍ୟମରେ ସମାଜ ସଂସ୍କାର ଉପରେ ଗୁରୁତ୍ୱ ଆରୋପ କରୁଥିଲେ। ସମାନତା, ମହିଳା ସଶକ୍ତିକରଣ ଓ ସାମାଜିକ ନ୍ୟାୟ ପ୍ରତିଷ୍ଠା ଜରିଆରେ ଏକ ପ୍ରଗତିଶୀଳ ଭାରତ ଗଠନ ପାଇଁ ଉଦ୍ୟମ କରୁଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସୁବ୍ରମଣ୍ୟ ଭାରତୀ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଲୋକମାନ୍ୟ ବାଲ୍ ଗଙ୍ଗାଧର ତିଲକ୍ ଓ ଶ୍ରୀ ଅରୋବିନ୍ଦଙ୍କ ଦ୍ବାରା ଗଭୀର ଭାବରେ ପ୍ରଭାବିତ ହୋଇ ବୈପ୍ଳବିକ ଚିନ୍ତାଧାରାରେ କବିତା ଲେଖୁଥିଲେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନିଜର ବଳିଷ୍ଠ ଲେଖା ମାଧ୍ୟମରେ ସେ ଯୁବ ସମାଜ ମଧ୍ୟରେ ଜାତୀୟତାର ଭାବ ଉଦ୍ରେକ କରି ସ୍ୱାଧୀନତା ସଂଗ୍ରାମ ପାଇଁ ପ୍ରେରଣା ଦେଉଥିଲେ।

ତାଙ୍କର ସଙ୍ଗୀତ ‘ଆଚାମିଲାଇ ଆଚାମିଲାଇ’ ଯୁବ ସମାଜକୁ ଭୟମୁକ୍ତ ହୋଇ, ଋଢିବାଦୀ ପରମ୍ପରାକୁ ପଛରେ ପକାଇ ଆଗକୁ ବଢିବା ପାଇଁ ପ୍ରେରିତ କରୁଥିଲେ। ସମାଜରେ ମହିଳାମାନଙ୍କ ଶିକ୍ଷା ଉପରେ ସେ ଗୁରୁତ୍ୱ ଆରୋପ କରୁଥିଲେ। ତାଙ୍କର ଚିନ୍ତାଧାରା ତତ୍‌କାଳୀନ ସମୟ ଠାରୁ ଯଥେଷ୍ଟ ଆଗରେ ଥିଲା ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ। ଆମର ଯୁବ ସମାଜ ପାଖରେ ସୁବ୍ରମଣ୍ୟ ଭାରତୀଙ୍କ ଜୀବନୀରୁ ଯଥେଷ୍ଟ କିଛି ଶିଖିବାର ସୁଯୋଗ ରହିଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନେତୃତ୍ଵରେ ଏ ମହାନ ଦେଶର ନାୟକ ଓ ନାୟିକାମାନଙ୍କୁ ଯଥୋଚିତ ସମ୍ମାନ ପ୍ରଦାନ ପାଇଁ ନିରବଚ୍ଛିନ୍ନ ପ୍ରଚେଷ୍ଟା ଜାରି ରହିଛି। କବିବର ଭାରତୀଙ୍କ ଦେଶର ଭାଷା, ସାହିତ୍ୟ ସହିତ ସମାଜ ଗଠନ ପାଇଁ ତାଙ୍କ ଅବଦାନ ବିଷୟରେ ଦେଶବାସୀଙ୍କୁ ଜଣାଇବା ନିମନ୍ତେ ଗତବର୍ଷ 28 ସେପ୍ଟେମ୍ବର 2023 ରୁ ଆରମ୍ଭ କରି 11 ଡିସେମ୍ବର 2023 ପର୍ଯ୍ୟନ୍ତ 75 ଦିନ ବ୍ୟାପୀ କାର୍ଯ୍ୟକ୍ରମ ସାରା ଦେଶରେ ପାଳନ କରଯାଇଥିଲା।

କଳା ଓ ସଂସ୍କୃତିର ପୂଜାରୀ ମାନଙ୍କୁ କାଳର କରାଳ ଗର୍ଭରେ ଲୀନ ହେବାକୁ ନଦେବା ପାଇଁ ମାନନୀୟ ମୋଦିଜୀ ପ୍ରତିଜ୍ଞାବଦ୍ଧ। ଏହି ମିଶନ୍ ସର୍ଦ୍ଦାର ପଟେଲଙ୍କ ବିଶ୍ଵର ସବୁଠାରୁ ଉଚ୍ଚ ପ୍ରତିମା ସ୍ଥାପନ ଠାରୁ ଆରମ୍ଭ ହୋଇଛି ବୋଲି ସେ କହିଥିଲେ।

ଓଡିଶାରେ ମଧ୍ୟ ଆମ ସରକାର ମୋଦୀଜୀଙ୍କ ଏହି ଭିଜନ୍‌କୁ ସାକାର କରିବାକୁ ଚେଷ୍ଟାରତ ହୋଇ ମାଧୋ ସିଂଙ୍କ ନାମରେ ମେଧାବୃତ୍ତି ଆରମ୍ଭ କରିବା, ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ଏକ ବର୍ଷ ବ୍ୟାପୀ ଜୟନ୍ତୀ ପାଳନ କରିବା, ଗୋଦାବରୀଶ ମିଶ୍ରଙ୍କ ନାମରେ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ଆରମ୍ଭ କରିବା ଇତ୍ୟାଦି ଅନେକ କାର୍ଯ୍ୟକ୍ରମକ ଗ୍ରହଣ କରିଛନ୍ତି।

ଭାଷା ସର୍ବଦା ଆମ ସଂସ୍କୃତି, ଇତିହାସ ଏବଂ ପରମ୍ପରାର ସଂରକ୍ଷଣ କରି ଆସୁଛି । ଓଡ଼ିଆ, ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ବତନ୍ତ୍ର ଓ ଅନ୍ୟଭାଷା ଦ୍ବାରା ପ୍ରଭାବିତ ହୋଇ ନଥିବା ଭାଷା ଭାବରେ ଶାସ୍ତ୍ରୀୟ ମାନ୍ୟତା ପାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଓଡିଆ ଭାଷାର କ୍ରମ ବିକାଶ ଉପରେ ଆଲୋକ ପାତ କରିଥିଲେ।

ଜାତୀୟ ଶିକ୍ଷା ନୀତି ୨୦୨୦ରେ ମାତୃଭାଷାକୁ ପାଠ୍ୟକ୍ରମରେ ସାମିଲ କରିବାକୁ କୁହାଯାଇଛି । ଏଥିରେ ମାତୃଭାଷା ଏବଂ ଆଞ୍ଚଳିକ ଭାଷାକୁ ଶିକ୍ଷା ମାଧ୍ୟମରେ ପ୍ରୋତ୍ସାହିତ କରିବାର ବ୍ୟବସ୍ଥା ରହିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭାଷାର ବିକାଶକୁ ଆମେ ପ୍ରାଥମିକତା ଦେଇଛୁ। ଆମ ସରକାର ବିଦ୍ୟାର୍ଥୀଙ୍କୁ ଡାକ୍ତରୀ ଏବଂ ବୈଷୟିକ ଶିକ୍ଷା ଭଳି କଠିନ ପାଠ୍ୟକ୍ରମକୁ ଆଞ୍ଚଳିକ ଭାଷାରେ ପଢିବାର ସୁଯୋଗ ପ୍ରଦାନ କରୁଛନ୍ତି।

ଏହି ପଦକ୍ଷେପ ଛାତ୍ରଛାତ୍ରୀଙ୍କର ଶିକ୍ଷାଗତ ଏବଂ ମାନସିକ ବିକାଶକୁ ବୃଦ୍ଧି କରିବ। ମାତୃଭାଷା ଏବଂ ଆଞ୍ଚଳିକ ଭାଷା ସଂରକ୍ଷଣ ପାଇଁ ଆମେ ସମସ୍ତ ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଲେ ଯେ ଭାଷା ଆମ ସଂସ୍କୃତି, ଐତିହ୍ୟ ଓ ଚିନ୍ତାଧାରାକୁ ପ୍ରତିଫଳିତ କରେ। ଆମର ଐତିହ୍ୟର ବିବିଧତାକୁ ଜାଣିବା ପାଇଁ ଏହି ଭଳି ଭାଷା ଉତ୍ସବ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ, ଭାଷାଭିତ୍ତିକ ଏକତାକୁ ଗୁରୁତ୍ୱ ଦେଇ ଆମେ ସୁବ୍ରମଣ୍ୟ ଭାରତୀଙ୍କ ଜୟନ୍ତୀ ପାଳନ କରୁଛୁ। ସବୁ ଭାରତୀୟ ଭାଷାର ଉନ୍ନତିରେ ଦେଶର ସଂସ୍କୃତି ଓ ଐତିହ୍ୟ ଉନ୍ନତ ହେବ ବୋଲି ସେ କହିଥିଲେ। ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ୨୦୩୬ର ଭିଜନ ଡକୁମେଣ୍ଟ ପ୍ରସ୍ତୁତ ପାଇଁ ନିଜର ଆଇଡିଆ ଦେବାକୁ ସେ ଆହ୍ୱାନ ଦେଇଥିଲେ। ସେମାନେ ନିଜେ କିପରି ଓଡିଶାର ଭବିଷ୍ୟତକୁ ଦେଖୁଛନ୍ତି, ତାକୁ ଭିତ୍ତି କରି ମତାମତ ଦେବାକୁ ସେ ପରାମର୍ଶ ଦେଇଥିଲେ।

ବିଭାଗୀୟ ଅତିରିକ୍ତ ଶାସନ ସଚିବ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ପୋଷ୍ଟର ମେକିଙ୍ଗରେ ଯାଜପୁର ବରୁଣେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟର ଅନ୍ନପୂର୍ଣ୍ଣା ମିଶ୍ର ପ୍ରଥମ ପୁରସ୍କାର, ଭଦ୍ରକ ଏଲ.ଏନ.କେ.ଏସ୍ ହାଇସ୍କୁଲର ଅମୀୟ ଦାସ ଓ ଖୋର୍ଦ୍ଧା ବି.ଏମ୍ ହାଇସ୍କୁଲର ବିଷ୍ଣୁପ୍ରସାଦ ଦାସ ଦ୍ୱତୀୟ ପୁରସ୍କାର, ବାଲେଶ୍ୱର ଟାଉନ ସରକାରୀ ହାଇସ୍କୁଲର ସମିର ବେହେରା ଓ ବରଗଡ ନିଶାମଣୀ ସରକାରୀ ହାଇସ୍କୁଲ ସାଇନନ୍ଦନ ସାହୁ ତୃତୀୟ ପୁରସ୍କାର ପାଇଥିଲେ।

ସେହିପରି ଜର୍ଣ୍ଣାଲ ମେକିଙ୍ଗ ପାଇଁ ଜିଲ୍ଲା ସ୍ତରରେ ଦଳଗତ ପ୍ରତିଯୋଗୀତା ହେଇଥିଲା। ଏଥିରେ କଟକ ଜିଲ୍ଲା ପ୍ରଥମ ପୁରସ୍କାର, ସମ୍ବଲପୁର ଦ୍ୱତୀୟ ପୁରସ୍କାର ଓ ନୟାଗଡ ତୃତୀୟ ପୁରସ୍କାର ପାଇଥିଲେ।

କାର୍ଯ୍ୟକ୍ରମ ଆରମ୍ଭରୁ କନ୍‌ଭେନ୍‌ସନ୍‌ ହଲରେ ପ୍ରଦର୍ଶିତ ହୋଇଥିବା ଓଡିଶାର ବିଭିନ୍ନ ଭାଷା, ବିଶେଷ କରି ଆଦିବାସୀ ଭାଷାଗୁଡିକର ପୁସ୍ତିକା ଓ ବର୍ଣ୍ଣମାଳାଗୁଡିକୁ ମୁଖ୍ୟମନ୍ତ୍ରୀ ଦେଖିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ସରକାରଙ୍କ ଉଦ୍ୟମ, ଗଠନ ହେବ ଟାସ୍କ ଫୋର୍ସ

ଭୁବନେଶ୍ୱର: ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ। ଆଜି ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ନିମନ୍ତେ ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଚିନି କଳ ଏକ ପୁରାତନ ଚିନି କଳ। ଏହା ଉପରେ ଅନେକ ଚାଷୀ ନିର୍ଭର କରନ୍ତି। ତେଣୁ, ଏହାର ଉନ୍ନତିକରଣ ଓ ପୁନରୁଦ୍ଧାର କରିବା ପାଇଁ ପଦକ୍ଷେପ ନିଆଯିବା ଆବଶ୍ୟକ।

ଏହି ଟାସ୍କ ଫୋର୍ସ ମହାରାଷ୍ଟ୍ର ଏବଂ ଅନ୍ୟ ରାଜ୍ୟଗୁଡିକୁ ପରିଦର୍ଶନରେ ଯାଇ ସେଠାକାର ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରି ସେମାନଙ୍କ ସୁଚିନ୍ତିତ ମତାମତ ଦେବା ପରେ ଏହାର ରିପୋର୍ଟ ଆଧାରରେ ଚିନି କଳର ପୁନରୁଦ୍ଧାର କରାଯିବ।

ସୂଚନା ଯୋଗ୍ୟ, ଆସିକା ସମବାୟ ଚିନି କଳ ୧୯୫୬ ମସିହାରେ ସ୍ଥାପିତ ହୋଇଥିଲା। ୧୯୬୩ରେ ଏଠାରେ ଚିନି ଉତ୍ପାଦନ ଆରମ୍ଭ ହୋଇଥିଲା। ପରେ ଏହାର କ୍ଷମତା ବୃଦ୍ଧି ହୋଇ ଚିନି ସହ ଅନ୍ୟାନ୍ୟ ପଦାର୍ଥ ମଧ୍ୟ ଉତ୍ପାଦନ କରାଯାଉଛି। ତେବେ ବର୍ତ୍ତମାନ ଏହା ଲାଭଜନକ ସ୍ଥିତିରେ ନାହିଁ। ତେଣୁ ଏହାର ପୁନରୁଦ୍ଧାର ପାଇଁ ପଦକ୍ଷେପ ନେବା ପାଇଁ ନୂଆ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି।

ବୈଠକରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତ କରଣ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅବକାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ହସ୍ତ ତନ୍ତ, ବୟନ, ହସ୍ତ ଶିଳ୍ପ ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଶିଳ୍ପ ଓ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ଆସିକା ବିଧାୟକ ସରୋଜ କୁମାର ପାଢୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଅର୍ଥ, କୃଷି, ସମବାୟ ତଥା ଅବକାରୀ ବିଭାଗ ସଚିବ ଏବଂ ଗଞ୍ଜାମ ଜିଲ୍ଲାପାଳ ବୈଠକରେ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ତିନି ଦିନ ଧରି ଅନୁଷ୍ଠିତ ହେବ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏହାକୁ ଅତ୍ୟନ୍ତ ଆକର୍ଷଣୀୟ ଓ ସଫଳ ଭାବେ ପାଳନ କରିବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ।

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ପ୍ରସ୍ତୁତି ସମୀକ୍ଷା କରିଥିଲେ। ସମୀକ୍ଷାରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୩ ମସିହାରୁ ଆରମ୍ଭ ହୋଇଥିବା ଏହି ପ୍ରବାସୀ ଭାରତୀୟ ଦିବସ ପ୍ରଥମ ଥର ପାଇଁ ଓଡିଶାରେ ଅନୁଷ୍ଠିତ ହେଉଛି। ବିଶ୍ବ ଦରବାରରେ ଓଡିଶାକୁ ପ୍ରତିଷ୍ଠିତ କରିବା ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରଧାନମନ୍ତ୍ରୀ ମଧ୍ୟ ଏହି କାର୍ଯ୍ୟକ୍ରମ ଉପରେ ଅତ୍ୟନ୍ତ ଗୁରୁତ୍ବ ଆରୋପ କରୁଛନ୍ତି। ତେଣୁ ଏହାକୁ ଅତ୍ୟନ୍ତ ଆକର୍ଷଣୀୟ ଓ ତ୍ରୁଟିଶୂନ୍ୟ ଭାବେ ଆୟୋଜିତ କରି ସମଗ୍ର ବିଶ୍ବ ଦରବାରରେ ଓଡିଶାର ଭାବମୂର୍ତ୍ତୀକୁ ଉଜ୍ଜଳ କରିବା ପାଇଁ ସେ ପରାମର୍ଶ ଦେଇଥିଲେ।

ବିଶେଷକରି ସହରର ସ୍ବଚ୍ଛତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଭୁବନେଶ୍ବରର ସ୍ବଚ୍ଛତା ଅନ୍ତର୍ଜାତୀୟ ସ୍ତରର ହେବା ଆବଶ୍ୟକ ବୋଲି ସେ କହିଥିଲେ। ଏଥିପାଇଁ ଭୁବନେଶ୍ବରରେ ସ୍ବତନ୍ତ୍ର ସ୍ବଚ୍ଛତା ଅଭିଯାନ କରିବାକୁ ସେ ପରାମର୍ଶ ଦେଇଥିଲେ । ଏହା ସହିତ ଏହି ଉତ୍ସବ ସହିତ ସ୍ଥାନୀୟ ଲୋକଙ୍କୁ ସଂଶ୍ଲିଷ୍ଟ କରିବା ପାଇଁ ମଧ୍ୟ ସେ କହିଥିଲେ।

ସମୀକ୍ଷାରୁ ଜଣାଯାଇଛି ଯେ ପ୍ରଥମ ଦିନ ଜାନୁଆରୀ ୮ ତାରିଖରେ ବୈଦେଶିକ ବ୍ୟାପାର ମନ୍ତ୍ରୀ, ଦ୍ବିତୀୟ ଦିନ ଜାନୁଆରୀ ୯ ତାରିଖରେ ପ୍ରଧାନମନ୍ତ୍ରୀ ଓ ଶେଷ ଦିନ ଜାନୁଆରୀ ୧୦ ତାରିଖରେ ରାଷ୍ଟ୍ରପତି ଏଥିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

କାର୍ଯ୍ୟକ୍ରମରେ ‘Unraveling India’s Best Kept Secret’ ଏବଂ ‘Odisha – the Land of Opportunities’ ଆଦି ବିଷୟ ଉପରେ Plenary Session ଅନୁଷ୍ଠିତ ହେବ। ଏହା ସହିତ ଓଡିଶାର ଐତିହାସିକ ଗୌରବ, କଳା, ଭାସ୍କର୍ଯ୍ୟ, ସଂଗୀତ, ନୃତ୍ୟ, ଆଦିବାସୀ ସଂସ୍କୃତି, ଭାଷା, ସାହିତ୍ୟ, ପର୍ଯ୍ୟଟନ ସ୍ଥାନ ଆଦି ବିଭିନ୍ନ ବିଷୟ ଉପରେ ଡିଜିଟାଲ ଓ ଅନ୍ୟାନ୍ୟ ମାଧ୍ୟମରେ ଉପସ୍ଥାପନ କରାଯିବ। ୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ଓଡିଶାର ଭିଜନକୁ ମଧ୍ୟ ପ୍ରଦର୍ଶନ କରାଯିବ।

ଏହି ସମୟରେ ଭୁବନେଶ୍ବରରେ ପ୍ରାୟ ୧୦ଟି ମହୋତ୍ସବ ଆୟୋଜିତ ହେବ। ଏହିସବୁ ଉତ୍ସବ ଗୁଡିକ ହେଉଛି – ରାଜାରାଣୀ ମ୍ୟୁଜିକ ଫେଷ୍ଟିଭାଲ ( ଜାନୁଆରୀ ୭-୧୧), ମୁକ୍ତେଶ୍ବର ଡ୍ୟାନ୍‌ସ ଫେଷ୍ଟିଭାଲ (ଜାନୁଆରୀ ୭-୧୧), ଇଣ୍ଟରନ୍ୟାସନାଲ ଓଡିଶୀ ଡ୍ୟାନ୍‌ସ ଫେଷ୍ଟିଭାଲ (ଜାନୁଆରୀ ୭-୧୧), ଆଦିବାସୀ ନୃତ୍ୟ ଓ ଲୋକକଳା ଫେଷ୍ଟିଭାଲ (ଜାନୁଆରୀ ୭-୧୧), ଆଦିବାସୀ ମେଳା (ଜାନୁଆରୀ ୫-୧୫), ଚିଲିକା ବାର୍ଡ ଫେଷ୍ଟିଭାଲ (ଜାନୁଆରୀ ୬-୧୨), ଫ୍ଲାୱାର ସୋ (ଜାନୁଆରୀ ୭-୧୧), ଫୁଡ୍‌ ଫେଷ୍ଟ (ଜାନୁଆରୀ ୮-୧୦) ଓ ନାଇଟ୍‌ ଫ୍ଲି ମାର୍କେଟ (ଜାନୁଆରୀ ୮-୧୦)।

ଏହି କାର୍ଯ୍ୟକ୍ରମ ପାଇଁ ଭୁବନେଶ୍ବରର ସମସ୍ତ ରାସ୍ତାଘାଟର ନବୀକରଣ, ଆଲୋକୀକରଣ, ଆକର୍ଷଣୀୟ ସାଜସଜ୍ଜା ସହିତ ଅତିଥି ମାନଙ୍କ ପାଇଁ ହୋଟେଲ ବୁକିଂ ଆଦି ଜାରି ରହିଛି । ପର୍ଯ୍ୟଟନ ସ୍ଥାନ ଗୁଡିକର ସୌନ୍ଦର୍ଯ୍ୟକରଣ କରାଯାଉଛି। ଭୁବନେଶ୍ବର, ପୁରୀ, କୋଣାର୍କ, ଯାଜପୁର ଆଦି ବିଭିନ୍ନ ସହରରେ ୨୮ଟି ପର୍ଯ୍ୟଟନ ସ୍ଥଳୀକୁ ଅତିଥି ମାନଙ୍କୁ ନେବା ପାଇଁ ବ୍ୟବସ୍ଥା କରାଯାଉଛି। ପ୍ରାୟ ୭୫୦୦ ଡେଲିଗେଟ୍‌ ଯୋଗ ଦେବାର ସମ୍ଭାବନା ରହିଛି। ଅତିଥି ମାନଙ୍କ ପାଇଁ ୩୭୦୦ରୁ ଅଧିକ ରୁମ୍‌ ବୁକିଂ କରାଯାଇଥିବା ବେଳେ, କେତେକ ସ୍ଥାନରେ ହୋମ୍‌ ଷ୍ଟେ ର ବ୍ୟବସ୍ଥା ମଧ୍ୟ କରାଯାଇଛି।

କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ଗଠିତ ହେଇଥିବା ବିଭିନ୍ନ କମିଟି ନିୟମିତ ବୈଠକ କରି ପ୍ରସ୍ତୁତିକୁ ତ୍ବରାନ୍ବିତ କରୁଛନ୍ତି।

ଏହି ବୈଠକରେ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା, ନଗର ଉନ୍ନୟନ ଓ ଗୃହ ନିର୍ମାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ. ବି. ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଦିବ୍ୟାଙ୍ଗମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଅଭିଯୋଗ ଶୁଣିଲେ, ସମାଧାନର ଆଶ୍ବାସନା ଦେଲେ

ଭୁବନେଶ୍ବର: ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ମୋହନ ଚରଣ ମାଝୀ ଯେଉଁଠି କି ଯାଆନ୍ତୁ ନା କାହିଁକି, ଯେଉଁଠି ବି ଥାଆନ୍ତୁ, ଲୋକଙ୍କ ଅଭିଯୋଗ ଓ ସମସ୍ୟା ଶୁଣିବାକୁ ଓ ତା’ର ପ୍ରତିକାର ପାଇଁ ବ୍ୟବସ୍ଥା କରିବାକୁ ସବୁବେଳେ ପ୍ରାଧାନ୍ୟ ଦେଇଥାନ୍ତି।

ଆଜି ସକାଳେ ତାଙ୍କ ବାସଭବନକୁ କିଛି ଲୋକ ସେମାନଙ୍କ ଅଭିଯୋଗ ନେଇ ଆସିଥିଲେ। ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ଅଭିଯୋଗ ଶୁଣିଥିଲେ। ଅଭିଯୋଗକାରୀଙ୍କ ମଧ୍ୟରେ କେତେ ଜଣ ଦିବ୍ୟାଙ୍ଗ ମଧ୍ୟ ଆସିଥିଲେ। ଆଜି ହେଉଛି ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ। ଏହି ଅବସରରେ ଦିବ୍ୟାଙ୍ଗମାନେ ତାଙ୍କ ଘରକୁ ଆସିଥିବାରୁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଥମେ ସମ୍ବର୍ଦ୍ଧିତ କରିଥିଲେ ଓ ପରେ ସେମାନଙ୍କ ସମସ୍ୟା ଶୁଣିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏଭଳି ସହୃଦୟତାପୂର୍ଣ୍ଣ ବ୍ୟବହାରରେ ଭାବପ୍ରବଣ ହୋଇଯାଇଥିଲେ ସମସ୍ତେ।

ସେମାନଙ୍କ ମଧ୍ୟରେ ଥିଲେ କଟକ ବାଉଁଶଗଳିର ଦିବ୍ୟାଙ୍ଗ ଶେଖ୍ ରେହେମାନ। ସେ ଭୁବନେଶ୍ବରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ଏକ ତିନି-ଚକିଆ ସାଇକେଲରେ ଯାତ୍ରା ଆରମ୍ଭ କରୁଛନ୍ତି। ସେ ଆସିଥିଲେ ମୁଖ୍ୟମନ୍ତ୍ରୀଙ୍କ ପାଖରୁ ଶୁଭେଚ୍ଛା ପାଇ ତାଙ୍କର ଯାତ୍ରା ଆରମ୍ଭ କରିବାକୁ। ମୁଖ୍ୟମନ୍ତ୍ରୀ ତାଙ୍କର ଯାତ୍ରା ପାଇଁ ଶୁଭକାମନା ଜଣାଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ମାଲ୍ୟବନ୍ତ ମହୋତ୍ସବ -୨୦୨୪ ଉଦଘାଟନୀ ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମାଲ୍ୟବନ୍ତ ମହୋତ୍ସବ -୨୦୨୪ ଉଦଘାଟନୀ ଉତ୍ସବରେ ଯୋଗ ଦେବେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ମାଲ୍ୟବନ୍ତ ମହୋତ୍ସବରେ ଯୋଗ ଦେଇ ଏହାକୁ ଉଦ୍ଘାଟନ କରିବା ନିମନ୍ତେ ସମ୍ମତି ପ୍ରଦାନ କରିଛନ୍ତି। ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଆଜି ଭୁବନେଶ୍ୱର ଗସ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି।

ଏହି ଅବସରରେ ସ୍ଥାନୀୟ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ଓ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ ଉପସ୍ଥିତ ଥିଲେ। ସେହିପରି ଉପ ମୁଖ୍ୟମନ୍ତ୍ରୀ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ମଧ୍ୟ ମହୋତ୍ସବରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରାଯାଇଛି। ଏଥି ନିମନ୍ତେ ବିଭାଗ ପକ୍ଷରୁ ବିଧିବଧ ସମ୍ମତି ନିମନ୍ତେ ଅପେକ୍ଷା କରାଯାଇଛି।

ସୂଚନା ଥାଉ କି ମାଲ୍ୟବନ୍ତ ମହୋତ୍ସବ ଡ଼ିସେମ୍ବର ୧୩ ରୁ ୧୫ ଓ ପଲ୍ଲୀଶ୍ରୀ ମେଳା ଡ଼ିସେମ୍ବର ୧୩ ରୁ ୧୭ ପର୍ଯ୍ୟନ୍ତ ସ୍ଥାନୀୟ ଡିଏନକେ ପଡିଆ ଠାରେ ଆୟୋଜନ କରାଯିବ। ତତ୍ ସହିତ ସେହି ସମୟରେ ଆଦିବାସୀ ପଡିଆ ଠାରେ କୃଷି ମେଳା ଆୟୋଜନ କରାଯିବ।

Categories
ଆଜିର ଖବର ରାଜ୍ୟ ଖବର ସଂସ୍କୃତି

ମଣ୍ଡେଇ ପର୍ବରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆମନ୍ତ୍ରଣ

ଭୁବନେଶ୍ବର: ନବରଙ୍ଗପୁର ଜିଲ୍ଲାର ଅନ୍ୟ ଏକ ପରିଚୟ “ମଣ୍ଡେଇ” ପର୍ବ। ଜିଲ୍ଲାର ସାଂସ୍କୃତିକ ଏବଂ ସାମାଜିକ ପରମ୍ପରାର ଗୁରୁତ୍ଵକୁ ବହନ କରେ ମଣ୍ଡେଇ। ଆସନ୍ତା ୦୬/୧୨/୨୪ ରୁ ୧୦/୧୨/୨୪ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଜିଲ୍ଲାସ୍ତରୀୟ ମହୋତ୍ସବରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କୁ ଆମନ୍ତ୍ରଣ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟାଲଘୁ ସମ୍ପ୍ରଦାୟ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ।

ଏହି ଅବସରରେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, ଝରିଗାଁ ବିଧାୟକ ନରସିଂହ ଭତ୍ରା ଏବଂ ଜିଲ୍ଲାପାଳ ଶୁଭଙ୍କର ମହାପାତ୍ର ଉପସ୍ଥିତ ଥିଲେ। ମଣ୍ଡେଇ ପର୍ବ ନବରଙ୍ଗପୁର ଜିଲ୍ଲାର ସମୃଦ୍ଧ ଲୋକ ସଂସ୍କୃତି ଓ ଅନ୍ୟାନ୍ୟ ବିଭବ ଗୁଡ଼ିକୁ ରାଜ୍ଯ ଏବଂ ଜାତୀୟ ସ୍ତରରେ ଲୋକଲୋଚନକୁ ଆଣିବାର ଏକ ପ୍ରୟାସ।

Categories
ବିଶେଷ ଖବର ରାଜ୍ୟ ଖବର

ବଡ ହେବା ପାଇଁ ବଡ ସ୍ବପ୍ନ ଦେଖ, ସ୍ବପ୍ନର କାନ୍‌ଭାସ ଯେତେ ବଡ ହେବ, ଚିତ୍ରର ଆକାର ମଧ୍ୟ ସେତେ ବଡ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପିଲାମାନେ ତୁମ ମାନଙ୍କର ଭରପୁର ପ୍ରତିଭା ଅଛି। ବଡ ହେବା ପାଇଁ ହେଲେ ସ୍ବପ୍ନ ମଧ୍ୟ ବଡ ହେବା ଆବଶ୍ୟକ। ଯଦି ସୂର୍ଯ୍ୟରେ ପହଞ୍ଚିବାପାଇଁ ସ୍ବପ୍ନ ଦେଖି କାର୍ଯ୍ୟ କରିବା ଅତି କମ୍‌ରେ ଚନ୍ଦ୍ରରେ ପହଞ୍ଚିପାରିବା। ସ୍ବପ୍ନର କାନ୍‌ଭାସ ଯେତେ ବଡ ହେବ, ଚିତ୍ରର ଆକାର ମଧ୍ୟ ସେତେ ବଡ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନରେ ଥିବା ରାଜ୍ୟ ଶିଶୁ ସୁରକ୍ଷା ସମିତି ପକ୍ଷରୁ ଆୟୋଜିତ ଉତ୍ସାହ କାର୍ଯ୍ୟକ୍ରମ ଉଦ୍‌ଘାଟନ ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ କହିଛନ୍ତି।

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ ଏହି ଉତ୍ସବରେ ରାଜ୍ୟର ବିଭିନ୍ନ ଜିଲ୍ଲାର ୧୬୫ଟି ଶିଶୁ ଯତ୍ନ କେନ୍ଦ୍ରର ପ୍ରାୟ ୫୮୦ ପିଲା ଯୋଗଦେଇଛନ୍ତି। ଏହି ପିଲାମାନଙ୍କ ଅନ୍ତର୍ନିହିତ ପ୍ରତିଭାର ପରିପ୍ରକାଶ ନିମନ୍ତେ ଗତ ୨୬ ଓ ୨୭ ତାରିଖରେ ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବ ମହକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ପିଲା ମାନଙ୍କର କ୍ରୀଡା ମହୋତ୍ସବ ‘ଉତ୍ସାହ’ ୨୮ ଓ ୨୯ ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ହେଉଛି।

ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇ କହିଥିଲେ ବଡ ସ୍ବପ୍ନ ଦେଖିବା ସହିତ ତାକୁ ସାକାର କରିବା ପାଇଁ ଉଦ୍ୟମ ମଧ୍ୟ ଜାରି ରଖିବା ଆବଶ୍ୟକ। ତାହେଲେ ଯାଇ ସ୍ବପ୍ନ ଚରିତାର୍ଥ ହେବ। ଜଙ୍ଗଲର ରାଜା ସିଂହକୁ ମଧ୍ୟ ଶିକାର ପାଇଁ ପରିଶ୍ରମ କରିବାକୁ ପଡିଥାଏ। ତେଣୁ ସ୍ବପ୍ନ ଦେଖିବା ସହିତ କଠୋର ପରିଶ୍ରମ କରିବାକୁ ପଡିବ। ତାହେଲେ ଯାଇ ତୁମେ ମାନେ ନିଜ ନିଜ କ୍ଷେତ୍ରରେ ସଫଳତା ପାଇବ। ମହକ ଓ ଉତ୍ସାହ କାର୍ଯ୍ୟକ୍ରମ ହେଉଛି ତୁମ ମାନଙ୍କୁ ଆଗକୁ ବଢିବା ପାଇଁ ଗୋଟିଏ ଗୋଟିଏ ପାହାଚ। ତୁମ ମାନଙ୍କ ପ୍ରତିଭା ଓ ସୃଜନଶୀଳତାର ସଠିକ୍ ଉପଯୋଗକର। ଆମ ଦେଶର ପ୍ରତ୍ୟେକ କୁନି କୁନି ପିଲାଙ୍କ ମଧ୍ୟରେ ରହିଛି ଏକଲବ୍ୟଙ୍କ କୌଶଳ, ଅଭିମନ୍ୟୁଙ୍କ ଦୁଃସାହସ, ପ୍ରହଲ୍ଲାଦଙ୍କ ଭକ୍ତି ଓ ଅଷ୍ଟବକ୍ରଙ୍କ ପାଣ୍ଡିତ୍ୟ। ଅଲମ୍ପିକ୍ ବିଜେତା ନିରୋଜ ଚୋପ୍ରାଙ୍କ ଠାରୁ ଆରମ୍ଭ କରି କିମ୍ବଦନ୍ତୀ କ୍ରିକେଟ ତାରକା ସଚିନ ତେନ୍ଦୁଲକରଙ୍କ କଠିନ ପରିଶ୍ରମ ଓ ସେମାନଙ୍କ ସଫଳତାକୁ ଉଦାହରଣ ଭାବେ ନେବା ପାଇଁ ସେ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ।

ସେ ପୁଣି କହିଥିଲେ ଯେ କ୍ରୀଡାର ବିକାଶ ପାଇଁ କେବଳ ଅର୍ଥର ବ୍ୟବସ୍ଥା ଯଥେଷ୍ଟ ନୁହେଁ ଏଥିପାଇଁ ଆନ୍ତରିକତାର ଆବଶ୍ୟକତା ରହିଛି। କଳିଙ୍ଗ ଷ୍ଟାଡିୟମ ସହିତ ବିଭିନ୍ନ ଜିଲ୍ଲାରେ ସ୍ପୋର୍ଟସ ହଷ୍ଟେଲ୍ ଜରିଆରେ ଆମେ ଗ୍ରାମାଞ୍ଚଳ ପ୍ରତିଭା ମାନଙ୍କର ପାଠାପଢା ସହିତ କ୍ରୀଡାର ବିକାଶ ମଧ୍ୟ କରୁଛୁ। ଆମ ରାଜ୍ୟର ବହୁ ଅନ୍ତର୍ଜାତୀୟ କ୍ରୀଡାବିତ୍ ମାନେ ଏହି ସ୍ପୋର୍ଟସ ହଷ୍ଟେଲରେ ଅନ୍ତେବାସୀ ଭାବେ ରହି ତାଙ୍କ କ୍ୟାରିଅର ଗଢିଛନ୍ତି। ତେଣୁ ତୁମ ମାନଙ୍କୁ ମୋର ଅନୁରୋଧ ଗଭୀର ଆତ୍ମ ବିଶ୍ବାସର ସହ ଆଗକୁ ବଢ। ଯାହାର ଯେଉଁ କ୍ଷେତ୍ର ପ୍ରତି ଆଗ୍ରହ ରହିଛି ସେଥିରେ ଆତ୍ମ ବିଶ୍ବାସର ସହ ମନୋନିବେଶ କର। କଠିନ ପରିଶ୍ରମ କର ଦେଖିବ ସଫଳତା ତୁମ ପଛରେ ପଡିବ। ଆଗାମୀ ଦିନରେ ତୁମ ମାନଙ୍କୁ ନେଇ ଆମେ ଲକ୍ଷ୍ୟ ରଖିଛୁ ଓଡିଶାକୁ କ୍ରୀଡାର ପାୱାର ହାଉସ କରିବା ପାଇଁ।

କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଯୋଗଦେଇ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତି କରଣ ବିଭାଗ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଥିଲେ ଯେ ରାଜ୍ୟର ଶିଶୁ ଯତ୍ନ କେନ୍ଦ୍ରରେ ରହୁଥିବା ପିଲାମାନଙ୍କ ବାପା ମାଆ ହେଉଛନ୍ତି ସରକାର। ସରକାରଙ୍କ ହାତ ସବୁବେଳେ ସେମାନଙ୍କ ମୁଣ୍ଡ ଉପରେ ଅଛି ଓ ରହିବ।

ଢେଙ୍କାନାଳ ଓ ଗଞ୍ଜାମ ଜିଲ୍ଲା ଶିଶୁଯତ୍ନ କେନ୍ଦ୍ରର ପିଲାମାନଙ୍କ ମଧ୍ୟରେ ଏକ ଫୁଟବଲ ମ୍ୟାଚ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଥିଲେ।

ଏହି ଉତ୍ସବରେ ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା, ପଞ୍ଚାୟତି ରାଜ, ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, କ୍ରୀଡା ଓ ଯୁବସେବା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହ: 826 ଜଣ ଆଗ୍ନିକ, 115 ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତି

ଭୁବନେଶ୍ବର: ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ। ଏଥିପାଇଁ ଆବଶ୍ୟକୀୟ ସଂଶୋଧନ ଜରିଆରେ ପଦବୀକୁ ଫାୟାର ଫାଇଟର ବା ଅଗ୍ନିଯୋଦ୍ଧା ଭାବେ ନାମିତ କରାଯିବ। ଏହାଫଳରେ ମହିଳାମାନେ ମଧ୍ୟ ଏଥିରେ ନିଯୁକ୍ତିର ସୁଯୋଗ ପାଇ ପାରିବେ ବୋଲି ଆଜି ରାଜ୍ୟ ସ୍ତରୀୟ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ଏହି ଅବସରରେ ଭୁବନେଶ୍ୱର ଓୟୁଏଟି ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଗ୍ନିଯୋଦ୍ଧା ମାନଙ୍କୁ ନୂତନ ଦାୟିତ୍ୱ ନେଇଥିବାରୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଜନସାଧାରଣଙ୍କ ସେବା କରିବା ପାଇଁ ଓ ସେମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଆପଣମାନଙ୍କୁ ଆଜି ସୁଯୋଗ ମିଳିଛି। ମଣିଷ ଜୀବନ ବଞ୍ଚାଇବା ଏକ ମହାପୂଣ୍ୟ। ଦରମା ତ ପ୍ରତ୍ୟେକ କର୍ମଚାରୀ ପାଉଛନ୍ତି, କିନ୍ତୁ ଜୀବନ ରକ୍ଷାକରି ପୂଣ୍ୟ ଅର୍ଜନ କରିବାର ସୁଯୋଗ ସମସ୍ତଙ୍କୁ ମିଳେ ନାହିଁ । ସମାଜର ପ୍ରଶଂସା ଓ ସମ୍ମାନ ଆପଣଙ୍କ ଜୀବନର ସବୁଠାରୁ ବଡ ସଫଳତା ହେବ। ଆପଣମାନଙ୍କର କାର୍ଯ୍ୟ କ୍ଷେତ୍ରରେ ସୁନାମ ରାଜ୍ୟକୁ ସୁରକ୍ଷିତ କରି ରଖିବ।

ସେ ପୁଣି କହିଥିଲେ ଯେ, ରାଜ୍ୟରେ ମୋଟ ୩୮୩୨ଟି ଆଗ୍ନିକ ଓ ୩୮୭ଟି ପଦବୀ ରହିଛି। ଆଜି ଖାଲି ଥିବା ୮୨୬ଟି ଆଗ୍ନିକ ଓ ୧୧୫ଟି ଆଗ୍ନିକ ଗାଡିଚାଳକ ପଦବୀ ପୂରଣ ହେଲା। ଗୋଟିଏ ଦିନରେ ସମ୍ପୂର୍ଣ୍ଣ ପଦବୀ ସଂଖ୍ୟାର ୨୨ ଭାଗ ପଦବୀ ପୂରଣ କରାଗଲା। ରାଜ୍ୟରେ ସରକାରୀ ପଦବୀ ଖାଲି ରହିଲେ, ଏହାର ପ୍ରଭାବ ବିଭାଗ ଉପରେ ପଡେ। ଅଗ୍ନିଶମ ବିଭାଗ ପରି ଏକ ଜରୁରୀକାଳୀନ ସଂସ୍ଥାରେ ପଦବୀ ଖାଲି ରହିବା ଗ୍ରହଣୀୟ ନୁହେଁ। ୯୪୧ ଜଣ ନୂଆ ଅଗ୍ନିଯୋଦ୍ଧାଙ୍କ ଯୋଗଦାନ ବିଭାଗକୁ ସୁଦୃଢ କରିବ ଏବଂ ବିଭାଗ ଲୋକଙ୍କ ଧନଜୀବନ ସୁରକ୍ଷା କରିବା ପାଇଁ ଅଧିକ ସକ୍ଷମ ହେବ।

ଆହୁରି ମଧ୍ୟ ଗୃହ ବିଭାଗରେ ଖାଲିଥିବା ପଦବୀ ଓ ନୂଆ ପଦବୀ ମିଶି ପ୍ରାୟ ୧୦,୦୦୦ ପଦବୀ ଖୁବ୍ ଶୀଘ୍ର ପୂରଣ ହେବ। ସେହିପରି ୨୦୨୦ ଠାରୁ ଗୃହରକ୍ଷୀ ନିଯୁକ୍ତି ବନ୍ଦ ଅଛି। ଏବେ ପ୍ରାୟ ୨୪୧୬ଟି ପଦବୀ ଖାଲି ଅଛି। ଖୁବ୍ ଶୀଘ୍ର ଏ ଗୁଡିକ ମଧ୍ୟ ପୂରଣ ହେବ। ଆଗାମୀ ୫ ବର୍ଷ ମଧ୍ୟରେ ଆମ ସରକାର ୧.୫ ଲକ୍ଷ ସରକାରୀ ପଦବୀ ପୂରଣ କରିବା ପାଇଁ ସ୍ଥିର କରିଛନ୍ତି। ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଡବଲ ଇଞ୍ଜିନ ସରକାର ଦିନରାତି ଏକ କରି ବିଭିନ୍ନ କ୍ଷେତ୍ରରେ ନିଯୁକ୍ତି ସୃଷ୍ଟି କରିବା ପାଇଁ ଉଦ୍ୟମ କରୁଛି। ମେକ ଇନ ଓଡିଶା- ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ ମାଧ୍ୟମରେ ଓଡିଶାରେ ବ୍ୟାପକ ଶିଳ୍ପାୟନର ସମ୍ଭାବନା ଅଛି । ଶିଳ୍ପ ପ୍ରତିଷ୍ଠା ମାଧ୍ୟମରେ ମଧ୍ୟ ଆହୁରି ନିଯୁକ୍ତି ମିଳିବ।

ଅଗ୍ନିଶମ ବାହିନୀର କାର୍ଯ୍ୟ ପ୍ରଣାଳୀ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶା ଅଗ୍ନିଶମ ବିଭାଗକୁ ଆମ ଦେଶରେ ଏକ ମଡେଲ ସଂଗଠନ ଭାବେ ବିବେଚନା କରାଯାଉଛି। ରାଜ୍ୟ ସରକାର ଅଗ୍ନିଶମ ବାହିନୀକୁ ବିପର୍ଯ୍ୟୟ ପରିଚାଳନା ଆଇନ- ୨୦୦୫ ଅନୁଯାୟୀ First responder ଭାବେ ଘୋଷଣା କରିଛନ୍ତି।

ଯେ କୌଣସି ପ୍ରକାର ବିପର୍ଯ୍ୟୟ ଅଥବା ଦୁର୍ଘଟଣା ସମୟରେ ଜନସାଧାରଣଙ୍କ ବହୁମୂଲ୍ୟ ଜୀବନ ବଞ୍ଚାଇବାକୁ ଅଗ୍ନିଶମ ବାହିନୀ କାର୍ଯ୍ୟ କରୁଛି। ପ୍ରତ୍ୟେକ ଦିନ ସେମାନେ ବିପଦରେ ପଡିଥିବା ଲୋକଙ୍କୁ ସାହାଯ୍ୟ କରୁଛନ୍ତି ଏବଂ ଜୀବନ ବଞ୍ଚାଉଛନ୍ତି। ବାହାନଗା ରେଳ ଦୁର୍ଘଟଣା ସମୟରେ ଆମ ଅଗ୍ନିଯୋଦ୍ଧା ମାନେ ଦୁଃସାହସିକତାର ପରିଚୟ ଦେଇଥିଲେ।

ଆମ ରାଜ୍ୟରେ ବର୍ତ୍ତମାନ ୩୪୬ଟି ଦମକଳ କେନ୍ଦ୍ର ଅଛି। ଅଗ୍ନିଶମ କେନ୍ଦ୍ର ଗୁଡିକ ତୃଣମୂଳ ସ୍ତରରେ ଜୀବନ ରକ୍ଷା ପାଇଁ ସଦା ପ୍ରସ୍ତୁତ ରହି ତ୍ୱରିତ ସହାୟତା ଯୋଗାଇ ଦେଉଛନ୍ତି। ଅଗ୍ନିଶମ ବାହିନୀକୁ ସୁଦୃଢ କରିବା ପାଇଁ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ୩୯୪ କୋଟି ଟଙ୍କା ଏବଂ ପଞ୍ଚଦଶ ଅର୍ଥ କମିଶନରୁ ୨୦୧ କୋଟି ଟଙ୍କା ମଞ୍ଜୁର ହୋଇଛି। ଅଗ୍ନିଶମ ବାହିନୀକୁ ଅଧିକ ସକ୍ଷମ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ।

ଅନ୍ୟତମ ଅତଥି ଭାବେ, ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଉଦ୍‌ବୋଧନ ଦେଇ କହିଥିଲେ ଯେ, ସାହସ, ଦୟାଳୁ ମନୋଭାବ ଏବଂ ପ୍ରତିବଦ୍ଧତା ହେଉଛି ଏକ କାର୍ଯ୍ୟ ସମ୍ପାଦନ ପାଇଁ ସଠିକ ଉପାଦାନ। ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଡିଶା ଅଗ୍ନିଶମ ବାହିନୀଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଆଜି ଆମ ରାଜ୍ୟ ଜାତୀୟ ସ୍ତରରେ ପ୍ରଶଂସିତ। ସହରାଞ୍ଚଳରେ ସୁରକ୍ଷା ପାଇଁ ବହୁତଳ ବିଶିଷ୍ଟ ଆପାର୍ଟମେଣ୍ଟ ନିର୍ମାଣରେ ଥିବା ନିୟମର ସଂଶୋଧନ କରିବାର ଆବଶ୍ୟକତା ରହିଛ। ନବ ନିଯୁକ୍ତ ଅଗ୍ନିଯୋଦ୍ଧାମାନଙ୍କୁ ଉତ୍ସାହିତ କରି କହିଥିଲେ ଯେ, ଆଜି ଆପଣମାନେ ସରକାରଙ୍କ ପକ୍ଷରୁ ପ୍ରଥମ ପତ୍ର ପାଇଲେ। ପ୍ରତି ବର୍ଷ ଯେପରି ପ୍ରଶଂସାପତ୍ର ପାଇବେ ସେଥିପ୍ରତି ଚେଷ୍ଟା ଜାରି ରଖନ୍ତୁ ବୋଲି ସେ କହିଥିଲେ।

ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା କହିଲେ ଯେ, ଆମ ରାଜ୍ୟରେ ପୋଲିସ ଅପେକ୍ଷା ଅଗ୍ନିଶମ ଯୋଦ୍ଧା ଉପରେ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ଓ ସମ୍ମାନ ରହିଛି। ଏହି ବାହିନୀରେ ଝିଅମାନଙ୍କୁ ସୁଯୋଗ ଦେବା ପାଇଁ ସେ ପ୍ରସ୍ତାବ ରଖିଥିଲେ।

ଭୁବନେଶ୍ଵର ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ କହିଥିଲେ ଯେ, ଆପଣମାନେ ହେଉଛନ୍ତି ଆମ ସମସ୍ତଙ୍କ ପାଇଁ ଜଣେ ଜଣେ ଶ୍ରେଷ୍ଠ ଯୋଦ୍ଧା । ପ୍ରକୃତିକ ବିପର୍ଯ୍ୟୟ ସମୟରେ ଆପଣମାନେ ବିପନ୍ନଙ୍କ ପାଇଁ ସାଜିଥାନ୍ତି ଦେବଦୂତ।

ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କହିଥିଲେ ଯେ, ବାତ୍ୟା ଦାନା ପରବର୍ତ୍ତୀ ସମୟରେ ଆମର ସର୍ବାଧିକ ପୁନରୁଦ୍ଧାର କାର୍ଯ୍ୟ ଅଗ୍ନିଶମ ବାହିନୀ ଦ୍ୱାରା କରାଯାଇଥାଏ । ଆମ ଅଗ୍ନିଶମ ବାହିନୀଙ୍କ ଏହି କାର୍ଯ୍ୟ ଦକ୍ଷତା ଯୋଗୁ ଆମ ରାଜ୍ୟ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ହେଉଛି। ବାହାର ରାଜ୍ୟର ଲୋକ ଆସୁଛନ୍ତି ଆମର ଏହି ଦକ୍ଷତାକୁ ଶିଖିବା ପାଇଁ।

କାର୍ଯ୍ୟକ୍ରମରେ ଗୃହ ବିଭାଗର ଅତିରକ୍ତ ମୁଖ୍ୟ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ମହାନିର୍ଦ୍ଦେଶକ ଡଃ ସୁଧାଂଶୁ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ସମ୍ବିଧାନ ଦିବସରେ ‘ମୋ ସମ୍ବିଧାନ ମୋ ଗୌରବ’ ପଦଯାତ୍ରା

ଭୁବନେଶ୍ବର: ସମ୍ବିଧାନ ଦିବସ ଅବସରରେ ଓଡ଼ିଶା ସରକାର ଏବଂ ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟର ମାଇଁ ଭାରତ (ଏନୱାଇକେଏସ ଓ ଏନଏସଏସ) ପକ୍ଷରୁ ଆଜି ଭୁବନେଶ୍ୱର ଏଜି ଛକରେ ‘ସମ୍ବିଧାନ ଦିବସ ପଦଯାତ୍ରା’ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଯୁବ ସେବା ଓ କ୍ରୀଡ଼ା, ଉଚ୍ଚଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ  ସୂର୍ଯ୍ୟବଂଶୀ ସୁରଜ,  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ, ପ୍ରଦୀପ ବଳ ସାମନ୍ତ,  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ଆଇନ, ପୂର୍ତ୍ତ, ଅବକାରୀ ମନ୍ତ୍ରୀ, ପୃଥ୍ୱୀରାଜ ହରିଚନ୍ଦନ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ  ବିଭୂତି ଭୂଷଣ ଜେନା, ଏନୱାଇକେଏସର ଆଞ୍ଚଳିକ ନିର୍ଦ୍ଦେଶକ ଶିବାଜୀ ଖରାଟ; ଏନଏସଏସର ଆଞ୍ଚଳିକ ନିର୍ଦ୍ଦେଶିକା ସରିତା ପଟେଲ ପ୍ରମୁଖ ଯୋଗ ଦେଇଥିଲେ।

ଅତିଥିଙ୍କ ଦ୍ୱାରା ଡ. ବାବାସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।  ଏହି ଅବସରରେ ସମ୍ବିଧାନ ପ୍ରସ୍ତାବନା ପାଠ କରାଯାଇଥିଲା। ପଦଯାତ୍ରା ଏଜି ଛକଠାରୁ ଆରମ୍ଭ ହୋଇ କ୍ୟାପିଟାଲ ହସ୍ପିଟାଲ ପର୍ଯ୍ୟନ୍ତ ଯାଇଥିଲା। ପଦଯାତ୍ରାରେ ପାଖାପାଖି ୧୫୦୦ ଯୁବକ (ମାଇଁ ଭାରତ ସ୍ୱେଚ୍ଛାସେବୀ) ଉପସ୍ଥିତ ଥିଲେ। ମାଇଁ ଭାରତ ସ୍ୱେଚ୍ଛାସେବୀଙ୍କ ଦ୍ୱାରା ପଥପ୍ରାନ୍ତ ନାଟକ ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସମାରୋହକୁ ଜୀବନ୍ତ କରିଥିଲା।

Categories
ଆଜିର ଖବର ରାଜ୍ୟ ଖବର

ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଅର୍ଥ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ସୁନ୍ଦରଗଡ଼ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ପ୍ରଦାନ ସମାରୋହରେ ଆଜି ମୂଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ଡିବିଟି ମାଧ୍ୟମରେ ପ୍ରଦାନ କରିଛନ୍ତି। ୨୦ ଲକ୍ଷ ରୁ ଉର୍ଦ୍ଧ୍ବ ହିତାଧୀକାରୀଙ୍କୁ ଆଜି ଏହି ଅନୁଦାନ ପ୍ରଦାନ କରିଛନ୍ତି।

କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଉପ ମୂଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ଆଦିବାସୀ ଜନଜାତି ଉନ୍ନୟନ ମନ୍ତ୍ରୀ ଜୁଏଲ ଓରାମ, ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗୀୟ ମନ୍ତ୍ରୀ ରବି ନାରାୟଣ ନାଏକ, ରଘୁନାଥ ପାଲି ବିଧାୟକ ଦୁର୍ଗା ଚରଣ ତନ୍ତୀ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଶୋଭା ଶର୍ମା, ସୁନ୍ଦରଗଡ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ଯୋଗଦେଇଥିଲେ। ମାତ୍ର ପାଞ୍ଚ ମାସ ରେ ରାଜ୍ୟ ସରକାର ୮୦ ଲକ୍ଷ ରୁ ଉର୍ଦ୍ଧ୍ବ ମହିଳାଙ୍କୁ ଶୁଭଦ୍ରା ଯୋଜନା ଅର୍ଥରାଶି ପ୍ରଦାନ କରିଛନ୍ତି।

ଆଜି ୨୦ ଲକ୍ଷ ମହିଳା ଙ୍କୁ ପ୍ରଦାନ କରା ଯାଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାର ୯୦ ହାଜର ରୁ ଉର୍ଦ୍ଧ୍ବ ମହିଳା ଉପକୃତ ହୋଇଛନ୍ତି। ମହିଳାଙ୍କ ବିକାଶ ପାଇଁ ପ୍ରତିବଦ୍ଧତା ରହିଛି। ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ବିଭାଗ ଶୁଭଦ୍ରା ଯୋଜନା ସଫଳତା ପାଇଁ ଲାଗି ପଡ଼ିଛନ୍ତି। ୧,୬୦,୦୦,୦୦୦ ଫର୍ମ ବଣ୍ଟା ଯାଇଥିଲା। କୋଟିଏ ରୁ ଉର୍ଦ୍ଧ୍ବ ମହିଳା ଯୋଗ୍ୟ ହୋଇଛନ୍ତି। ଉତ୍କର୍ଷ ଓଡିଶାର ମୂଳପିଣ୍ଡ ଶୁଭଦ୍ରା ଯୋଜନା ହେବ।