Categories
ବିଶେଷ ଖବର ରାଜ୍ୟ ଖବର

ମୋ ସରକାର: ଲୋକଙ୍କ ମତକୁ ନେଇ କର୍ମଚାରୀଙ୍କୁ ପ୍ରଶଂସା ଓ ଦଣ୍ଡ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସଂଧ୍ୟାରେ ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରି ଅଧିକାରୀ ମାନଙ୍କୁ ନିୟମିତ ଫିଡବ୍ୟାକ ସଂଗ୍ରହ କରିବାକୁ ପରାମର୍ଶ ଦେବା ସହିତ ଭଲ ଫିଡ୍‌ବ୍ୟାକକୁ ଭିତ୍ତିକରି ଅଧିକାରୀ ମାନଙ୍କୁ ପ୍ରଶଂସାପତ୍ର ପ୍ରଦାନ କରିବା ସହିତ ଅବହେଳା ପାଇଁ ଦଣ୍ଡ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆଜିର ସମୀକ୍ଷାରେ ସ୍ବାସ୍ଥ୍ୟ, ରାଜସ୍ବ, ଗୃହ, କୃଷି ଓ ଅନ୍ୟାନ୍ୟ ବିଭାଗ ସେମାନଙ୍କ ମୋ ସରକାର କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ।

ରାଜସ୍ବ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମ ଦ୍ବାରା କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇଛି ବୋଲି ସମୀକ୍ଷାରୁ ଜଣାଯାଇଛି। ଲୋକଙ୍କୁ ବିଭିନ୍ନ ସେବା ଯୋଗାଇ ଦେବାର ସମୟ ସୀମା ବହୁତ କମିଯାଇଛି। ପୂର୍ବରୁ ମ୍ୟୁଟେସନ କେସ୍‌ ଗୁଡିକରେ ଫଇସଲା ପାଇଁ ୧୦୦ରୁ ୧୫୦ ଦିନ ଲାଗୁ ଥିବା ବେଳେ, ୨୦୨୩-୨୪ରେ ଏହା ୨୧ ଦିନରୁ କମ୍‌ ସମୟ ଲାଗୁଛି। ଏପରିକି ୩,୭୦,୦୦୦ ପଟ୍ଟା ୭ ଦିନ ମଧ୍ୟରେ ପ୍ରଦାନ କରାଯାଇଛି। ସେହିପରି ବିଭିନ୍ନ ସାର୍ଟିଫିକେଟ ପ୍ରଦାନ କ୍ଷେତ୍ରରେ ମଧ୍ୟ ଯଥେଷ୍ଟ ଉନ୍ନତି ଆସିଛି ବୋଲି ସୂଚନା ଦିଆଯାଇଥିଲା।

ରାଜସ୍ବ ବିଭାଗରେ ଫିଡବ୍ୟାକ ଭିତ୍ତିରେ ୬ ଜଣ ଓଏଏସ୍‌ ଅଧିକାରୀଙ୍କୁ ସମୟ ପୂର୍ବରୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବାବେଳେ, ୩୨ ଜଣ ଓଏଏସ୍‌ ଅଧିକାରୀ ଓ ୧୪ ଜଣ ଓଆରଏସ୍‌ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ବରଖାସ୍ତ କରାଯାଇଛି। ୧୧ ଜଣ ଓଏଏସ୍‌ ଅଧିକାରୀଙ୍କ ଗ୍ରାଚ୍ୟୁଇଟି ଓ ପେନ୍‌ସନ୍ ବନ୍ଦ କରାଯାଇଛି। ସେହିପରି ୬୭ ଜଣ ଓଏଏସ୍‌ ଅଧିକାରୀ ଓ ୩୦ ଜଣ ଓଆରଏସ୍‌ ଅଧିକାରୀଙ୍କ ବିରୁଦ୍ଧରେ ବିଭାଗୀୟ ପଦକ୍ଷେପ ଗ୍ରହଣ କରାଯାଇଛି।

ସ୍ବାସ୍ଥ୍ୟ ବିଭାଗର ୯୯ ପ୍ରତିଶତରୁ ଅଧିକ ଫିଡବ୍ୟାକ ଆଉଟଷ୍ଟାଣ୍ଡିଂ ବା ଅତି ଭଲ ଅଛି ବୋଲି ଜଣାଯାଇଛି। ସରକାରୀ ହସ୍‌ପିଟାଲରେ ମାଗଣା ଚିକିତ୍ସା ମିଳୁଥିବା ବେଳେ, ବେସରକାରୀ ହସ୍‌ପିଟାଲ ଗୁଡିକରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ରୂପାୟନ କ୍ଷେତ୍ରରେ ସାମାନ୍ୟ ଅବହେଳା ହେଲେ, ତୁରନ୍ତ ପଦକ୍ଷେପ ନିଆଯାଉଛି।

ପେନ୍‌ସନ ପ୍ରଦାନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ସବୁ ବ୍ୟବସ୍ଥା ସତ୍ତ୍ବେ ଅବସରପ୍ରାପ୍ତ କର୍ମଚାରୀମାନେ ଠିକ୍‌ ସମୟରେ ପେନ୍‌ସନ୍‌ ପାଉନାହାନ୍ତି। ତେଣୁ ପ୍ରତ୍ୟେକ ବିଭାଗ ଏହାକୁ ସମୀକ୍ଷା କରି ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପଦୋନ୍ନତି କ୍ଷେତ୍ରରେ ମଧ୍ୟ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କହିଲେ ଯେଉଁସବୁ କ୍ଷେତ୍ରରେ ନିୟମିତ ଭାବରେ ଭଲ ଫିଡବ୍ୟାକ ମିଳୁନାହିଁ, ସେ ସବୁ କ୍ଷେତ୍ରରେ ଯୋଜନାର ବ୍ୟବସ୍ଥାକୁ ପରିବର୍ତ୍ତନ କରି ସେଥିରେ ଅଧିକ ଉନ୍ନତି ଆଣିବାର ଆବଶ୍ୟକତା ରହିଛି ବୋଲି କହିଥିଲେ। ରାଜ୍ୟ ସରକାରଙ୍କ ସବୁ କାର୍ଯ୍ୟକ୍ରମ ଓ ଯୋଜନାକୁ ଦକ୍ଷ ଭାବରେ କାର୍ଯ୍ୟକାରୀ କରିବାର ଉଦ୍ଦେଶ୍ୟ ନେଇ ମୋ ସରକାର ଫିଡ୍‌ବ୍ୟାକ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ସେ କହିଥିଲେ।

ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ।

Categories
ବିଶେଷ ଖବର

ମୋ ସରକାର ସମୀକ୍ଷା: ଅଧିକରୁ ଅଧିକ ଲୋକଙ୍କ ପାଖରେ ପହଞ୍ଚିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ମୋ ସରକାର ଏକ ନୂଆ ମଡେଲ ଦେଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ମୋ ସରକାର ଉପକ୍ରମ ସଂପର୍କରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହା କହିଛନ୍ତି। ବୈଠକରେ ସମସ୍ତ ବିଭାଗ ଏହି କାର୍ଯ୍ୟକ୍ରମରେ ଅଧିକରୁ ଅଧିକ ଲୋକଙ୍କୁ ସାମିଲ କରିବାକୁ ପରାମର୍ଶ ଦେବା ସହିତ ମୁଖ୍ୟମନ୍ତ୍ରୀ ସମସ୍ତ ବିଭାଗ କାର୍ଯ୍ୟକ୍ରମ ଉପରେ ନଜର ରଖି ନିୟମିତ ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସୂଚନାଯୋଗ୍ୟ ଯେ ୨୦୧୯ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ ଦୁଇ ଦଶକ ମଧ୍ୟରେ ଓଡିଶାରେ ବ୍ୟାପକ ବିକାଶ ହୋଇଛି ଓ ଓଡିଶା ଅନେକ କ୍ଷେତ୍ରରେ ଆଦର୍ଶ ସୃଷ୍ଟି କରିଛି। ଦୁଇ ବର୍ଷ ତଳେ ଆରମ୍ଭ ହୋଇଥିବା ମୋ ସରକାର କାର୍ଯ୍ୟକ୍ରମ ଏବେ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ଏକ ନୂଆ ମଡେଲ ଦେବାରେ ସଫଳ ହୋଇଛି ମୋ ସରକାର।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ସରକାର ଓ ସରକାରୀ ଅନୁଷ୍ଠାନ ଗୁଡିକ ପ୍ରତି ଲୋକଙ୍କ ଦୃଷ୍ଟିଭଙ୍ଗୀରେ ମୋ ସରକାର ବ୍ୟାପକ ପରିବର୍ତ୍ତନ ଆଣିଛି। ଜନସାଧାରଣ ଓ ସରକାରୀ ଅନୁଷ୍ଠାନ ମଧ୍ୟରେ ଆସ୍ଥା ସୃଷ୍ଟି କରିବାରେ ମଧ୍ୟ ଏହା ସଫଳ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଲୋକଙ୍କ ଫିଡ୍ବ୍ୟାକ ରେକର୍ଡ କରାଯାଇଛି ଏବଂ ସେମାନଙ୍କ ମତାମତ ଭିତ୍ତିରେ ଯେଉଁ ଅବଧାରଣା ସୃଷ୍ଟି ହୋଇଛି, ତା ଉପରେ ପଦକ୍ଷେପ ମଧ୍ୟ ନିଆଯାଉଛି।

ଏହି ଉପକ୍ରମ ଉପରେ ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଶାସନରେ ଏହି ରୂପାନ୍ତର ପାଇଁ, ଯେଉଁଥିରେ ସରକାର ସବୁଠାରୁ ଶେଷ ଧାଡିରେ ଥିବା ଲୋକ ପାଖରେ ପହଞ୍ଚି ପାରୁଥିବେ ଏବଂ ଆବଶ୍ୟକତା ଥିବା ସବୁ ଲୋକଙ୍କୁ ସେବା ଯୋଗାଇ ପାରୁଥିବେ; ସେଥିପାଇଁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସଂପୂର୍ଣ୍ଣ ବ୍ୟବହାରିକ ପରିବର୍ତ୍ତନର ଆବଶ୍ୟକତା ଥିଲା। ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରି କହିଲେ ଯେ ଏ ଦିଗରେ ନିୟମିତ ଉଦ୍ୟମ ଆଜି ସଫଳ ହୋଇଛି।

ତୃଣମୂଳ ସ୍ତରରୁ ଯେଉଁ ଫିଡବ୍ୟାକ ମିଳୁଛି, ତାହା ଉତ୍ସାହଜନକ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ “ମୁଁ ଯେଉଁ ମତାମତ ପାଉଛି, ସେଥିରୁ ଜଣାଯାଉଛି ଯେ କର୍ମଚାରୀଙ୍କ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ଅନେକ ବିଭାଗ ସଫଳ ହେଉଛନ୍ତି। ଖୁସିର କଥା, ସରକାରୀ ଅଧିକାରୀ ଓ କର୍ମଚାରୀମାନେ ନାଗରିକ ମାନଙ୍କୁ ସେବା ପ୍ରଦାନ କରିବା ସମୟରେ ବର୍ତ୍ତମାନ ଅଧିକ ଦାୟିତ୍ବସଂପନ୍ନ ଓ ସହୃଦୟତାର ସହ ବ୍ୟବହାର କରୁଛନ୍ତି।”

ମୁଖ୍ୟମନ୍ତ୍ରୀ ଖୁସିପ୍ରକାଶ କରି କହିଲେ ଯେ ଏହି କାର୍ଯ୍ୟକ୍ରମ ଦ୍ବାରା ପ୍ରଶାସନିକ ପ୍ରକ୍ରିୟା ଏବେ ଅଧିକ ସହଭାଗୀତାଭିତ୍ତିକ ହୋଇପାରିଛି ଏବଂ ଏହି ପ୍ରକ୍ରିୟା ମଧ୍ୟରେ ନାଗରିକ ମାନେ ସରକାରୀ କାର୍ଯ୍ୟକ୍ରମ ଗୁଡିକର ଅଂଶୀଦାର ମଧ୍ୟ ହୋଇପାରିଛନ୍ତି। ଏ ଦିଗରେ ନିରନ୍ତର ପ୍ରୟାସ ଦ୍ବାରା ଏକ ସମତା (equity) ଓ ନ୍ୟାୟଭିତ୍ତିକ ଅନ୍ତର୍ଭୁକ୍ତି ସମାଜ (Inclusive society) ଗଠନ ହୋଇପାରିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ପୁଣିଥରେ କହୁଛି ଯେ ନାଗରିକ ମାନଙ୍କ ସନ୍ତୋଷ ଏକ ଲକ୍ଷ୍ୟ ନୁହେଁ, ଏହା ଏକ ନିରନ୍ତର ଯାତ୍ରା। ଆମ ସମସ୍ତଙ୍କୁ ନିରନ୍ତର ଉନ୍ନତି କରିବାର ଏବଂ ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଅଧିକ ସକ୍ରିୟ ହେବାର ଆବଶ୍ୟକତା ରହିଛି। ବିଭାଗ ଗୁଡିକର ଭୂମିକା ଲୋକଙ୍କ ମତାମତ ସଂଗ୍ରହ କରିବାରେ ଶେଷ ହୋଇଯିବା ଉଚିତ ନୁହେଁ, ବରଂ ଏଥିରେ ଯେଉଁ ସମସ୍ୟା ଅଛି, ସେଗୁଡିକ ସମାଧାନ କରିବା ପାଇଁ ପଦକ୍ଷେପ ନେବା ମଧ୍ୟ ଜରୁରୀ। ଯେଉଁ କର୍ମଚାରୀମାନେ ଲୋକଙ୍କ ସେବା ଯୋଗାଇ ଦେବାରେ ଉଲ୍ଲେଖନୀୟ ପ୍ରଦର୍ଶନ କରୁଛନ୍ତି, ସେମାନଙ୍କୁ ବିଭାଗ ଗୁଡିକ ସେମାନଙ୍କୁ ମାନ୍ୟତା ଦେବାର ଆବଶ୍ୟକତା ମଧ୍ୟ ରହିଛି।”

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅର୍ଥ, ପୂର୍ତ୍ତ ଏବଂ ବାଣିଜ୍ୟ ଓ ପରିବହନ, ଏହି ୩ଟି ବିଭାଗକୁ ମୋ ସରକାରରେ ସାମିଲ ହେବା ପ୍ରକ୍ରିୟାର ଶୁଭାରମ୍ଭ କରିଥିଲେ।

ବୈଠକରେ ୬ଟି ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା ହୋଇଥିଲା। ଏଗୁଡିକ ହେଲା ଗୃହ ବିଭାଗ, ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶିଳ୍ପ, ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଜଳସଂପଦ ବିଭାଗ।

ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ଏହା ଲୋକଙ୍କ ଠାରୁ ଫିଡବ୍ୟାକ ଗ୍ରହଣ କରିବାର ସବୁଠାରୁ ବଡ କାର୍ଯ୍ୟକ୍ରମ। ଏଥିରେ ପ୍ରାୟତଃ ସବୁ ବିଭାଗ ସାମିଲ ହୋଇଥିବା ବେଳେ, ଏହି କାର୍ଯ୍ୟକ୍ରମକୁ ନିୟମିତ ଭାବେ ତଦାରଖ କରିବାର ଆବଶ୍ୟକତା ରହିଛି ବୋଲି ସେ ମତ ଦେଇଥିଲେ।

ବୈଠକର ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଲେ ଯେ ଅଧିକାଂଶ ବିଭାଗର ଫିଡବ୍ୟାକ ବ୍ୟବସ୍ଥା ବହୁତ ଉନ୍ନତ ମାନର ଅଛି। ସାଧାରଣ ଲୋକଙ୍କ ଠାରୁ ମତାମତ ସଂଗ୍ରହ କରିବାରେ ବିଭାଗମାନେ ତତ୍ପରତା ଦେଖାଇବା ସହ ଭୁଲ କରୁଥିବା କର୍ମଚାରୀଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଉପରେ ଗୁରୁତ୍ବ ଦେବାର ଆବଶ୍ୟକତା ଅଛି ବୋଲି ସେ କହିଥିଲେ। ସାଧାରଣ ଲୋକଙ୍କ ସହିତ ବିଭିନ୍ନ ବିଭାଗରେ ବିଶେଷକରି ଇଂଜିନିୟରିଂ ବିଭାଗ ଗୁଡିକରେ ସେବା ପ୍ରଦାନକାରୀ ସଂସ୍ଥା (Service Provider) ମାନଙ୍କ ଠାରୁ ମଧ୍ୟ ମୋ ସରକାରର କାର୍ଯ୍ୟକ୍ରମରେ ଫିଡବ୍ୟାକ ସଂଗ୍ରହ କରିବାର ବ୍ୟବସ୍ଥା କରାଯିବା ଜରୁରୀ ବୋଲି ସେ କହିଥିଲେ।

ଏହି ବୈଠକରେ ଇଲେକ୍ଟ୍ରୋନିକ୍‌ସ ଓ ଆଇଟି ବିଭାଗର ସଚିବ ମନୋଜ ମିଶ୍ର ଏକ ଉପସ୍ଥାପନ ରଖି କହିଲେ ଯେ ରାଜ୍ୟର ୨୮ଟି ବିଭାଗର ୨୩୩ଟି ସେବା ମୋ ସରକାରରେ ସାମିଲ ହୋଇଛି। ଆଜିର ଏହି ୩ଟି ବିଭାଗକୁ ମିଶାଇ ୩୧ଟି ବିଭାଗର ୨୫୦ଟି ସେବା ସାମିଲ ହେଲା।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପୋଲିସ ମହାନିର୍ଦ୍ଦେଶକ, ପ୍ରମୁଖ ସଚିବ, ଜ଼ିଲ୍ଲାପାଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତ ବିଭାଗ କାର୍ଯ୍ୟକ୍ରମ ଉପରେ ନଜର ରଖି ନିୟମିତ ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସୂଚନାଯୋଗ୍ୟ ଯେ ୨୦୧୯ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ ଦୁଇ ଦଶକ ମଧ୍ୟରେ ଓଡିଶାରେ ବ୍ୟାପକ ବିକାଶ ହୋଇଛି ଓ ଓଡିଶା ଅନେକ କ୍ଷେତ୍ରରେ ଆଦର୍ଶ ସୃଷ୍ଟି କରିଛି। ଦୁଇ ବର୍ଷ ତଳେ ଆରମ୍ଭ ହୋଇଥିବା ମୋ ସରକାର କାର୍ଯ୍ୟକ୍ରମ ଏବେ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ଏକ ନୂଆ ମଡେଲ ଦେବାରେ ସଫଳ ହୋଇଛି ମୋ ସରକାର।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ସରକାର ଓ ସରକାରୀ ଅନୁଷ୍ଠାନ ଗୁଡିକ ପ୍ରତି ଲୋକଙ୍କ ଦୃଷ୍ଟିଭଙ୍ଗୀରେ ମୋ ସରକାର ବ୍ୟାପକ ପରିବର୍ତ୍ତନ ଆଣିଛି। ଜନସାଧାରଣ ଓ ସରକାରୀ ଅନୁଷ୍ଠାନ ମଧ୍ୟରେ ଆସ୍ଥା ସୃଷ୍ଟି କରିବାରେ ମଧ୍ୟ ଏହା ସଫଳ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସମସ୍ତଙ୍କ ଠାରୁ ଲୋକଙ୍କ ଫିଡ୍ବ୍ୟାକ ରେକର୍ଡ କରାଯାଇଛି ଏବଂ ସେମାନଙ୍କ ମତାମତ ଭିତ୍ତିରେ ଯେଉଁ ଅବଧାରଣା ସୃଷ୍ଟି ହୋଇଛି, ତା ଉପରେ ପଦକ୍ଷେପ ମଧ୍ୟ ନିଆଯାଉଛି।

ଏହି ଉପକ୍ରମ ଉପରେ ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଶାସନରେ ଏହି ରୂପାନ୍ତର ପାଇଁ, ଯେଉଁଥିରେ ସରକାର ସବୁଠାରୁ ଶେଷ ଧାଡିରେ ଥିବା ଲୋକ ପାଖରେ ପହଞ୍ଚି ପାରୁଥିବେ ଏବଂ ଆବଶ୍ୟକତା ଥିବା ସବୁ ଲୋକଙ୍କୁ ସେବା ଯୋଗାଇ ପାରୁଥିବେ; ସେଥିପାଇଁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସଂପୂର୍ଣ୍ଣ ବ୍ୟବହାରିକ ପରିବର୍ତ୍ତନର ଆବଶ୍ୟକତା ଥିଲା। ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରି କହିଲେ ଯେ ଏ ଦିଗରେ ନିୟମିତ ଉଦ୍ୟମ ଆଜି ସଫଳ ହୋଇଛି।

ତୃଣମୂଳ ସ୍ତରରୁ ଯେଉଁ ଫିଡବ୍ୟାକ ମିଳୁଛି, ତାହା ଉତ୍ସାହଜନକ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ “ମୁଁ ଯେଉଁ ମତାମତ ପାଉଛି, ସେଥିରୁ ଜଣାଯାଉଛି ଯେ କର୍ମଚାରୀଙ୍କ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ଅନେକ ବିଭାଗ ସଫଳ ହେଉଛନ୍ତି। ଖୁସିର କଥା, ସରକାରୀ ଅଧିକାରୀ ଓ କର୍ମଚାରୀମାନେ ନାଗରିକ ମାନଙ୍କୁ ସେବା ପ୍ରଦାନ କରିବା ସମୟରେ ବର୍ତ୍ତମାନ ଅଧିକ ଦାୟିତ୍ବସଂପନ୍ନ ଓ ସହୃଦୟତାର ସହ ବ୍ୟବହାର କରୁଛନ୍ତି।”

ମୁଖ୍ୟମନ୍ତ୍ରୀ ଖୁସିପ୍ରକାଶ କରି କହିଲେ ଯେ ଏହି କାର୍ଯ୍ୟକ୍ରମ ଦ୍ବାରା ପ୍ରଶାସନିକ ପ୍ରକ୍ରିୟା ଏବେ ଅଧିକ ସହଭାଗୀତାଭିତ୍ତିକ ହୋଇପାରିଛି ଏବଂ ଏହି ପ୍ରକ୍ରିୟା ମଧ୍ୟରେ ନାଗରିକ ମାନେ ସରକାରୀ କାର୍ଯ୍ୟକ୍ରମ ଗୁଡିକର ଅଂଶୀଦାର ମଧ୍ୟ ହୋଇପାରିଛନ୍ତି। ଏ ଦିଗରେ ନିରନ୍ତର ପ୍ରୟାସ ଦ୍ବାରା ଏକ ସମତା (equity) ଓ ନ୍ୟାୟଭିତ୍ତିକ ଅନ୍ତର୍ଭୁକ୍ତି ସମାଜ (Inclusive society) ଗଠନ ହୋଇପାରିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ପୁଣିଥରେ କହୁଛି ଯେ ନାଗରିକ ମାନଙ୍କ ସନ୍ତୋଷ ଏକ ଲକ୍ଷ୍ୟ ନୁହେଁ, ଏହା ଏକ ନିରନ୍ତର ଯାତ୍ରା। ଆମ ସମସ୍ତଙ୍କୁ ନିରନ୍ତର ଉନ୍ନତି କରିବାର ଏବଂ ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଅଧିକ ସକ୍ରିୟ ହେବାର ଆବଶ୍ୟକତା ରହିଛି। ବିଭାଗ ଗୁଡିକର ଭୂମିକା ଲୋକଙ୍କ ମତାମତ ସଂଗ୍ରହ କରିବାରେ ଶେଷ ହୋଇଯିବା ଉଚିତ ନୁହେଁ, ବରଂ ଏଥିରେ ଯେଉଁ ସମସ୍ୟା ଅଛି, ସେଗୁଡିକ ସମାଧାନ କରିବା ପାଇଁ ପଦକ୍ଷେପ ନେବା ମଧ୍ୟ ଜରୁରୀ। ଯେଉଁ କର୍ମଚାରୀମାନେ ଲୋକଙ୍କ ସେବା ଯୋଗାଇ ଦେବାରେ ଉଲ୍ଲେଖନୀୟ ପ୍ରଦର୍ଶନ କରୁଛନ୍ତି, ସେମାନଙ୍କୁ ବିଭାଗ ଗୁଡିକ ସେମାନଙ୍କୁ ମାନ୍ୟତା ଦେବାର ଆବଶ୍ୟକତା ମଧ୍ୟ ରହିଛି।”

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅର୍ଥ, ପୂର୍ତ୍ତ ଏବଂ ବାଣିଜ୍ୟ ଓ ପରିବହନ, ଏହି ୩ଟି ବିଭାଗକୁ ମୋ ସରକାରରେ ସାମିଲ ହେବା ପ୍ରକ୍ରିୟାର ଶୁଭାରମ୍ଭ କରିଥିଲେ।

ବୈଠକରେ ୬ଟି ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା ହୋଇଥିଲା। ଏଗୁଡିକ ହେଲା ଗୃହ ବିଭାଗ, ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶିଳ୍ପ, ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଜଳସଂପଦ ବିଭାଗ।

ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ଏହା ଲୋକଙ୍କ ଠାରୁ ଫିଡବ୍ୟାକ ଗ୍ରହଣ କରିବାର ସବୁଠାରୁ ବଡ କାର୍ଯ୍ୟକ୍ରମ। ଏଥିରେ ପ୍ରାୟତଃ ସବୁ ବିଭାଗ ସାମିଲ ହୋଇଥିବା ବେଳେ, ଏହି କାର୍ଯ୍ୟକ୍ରମକୁ ନିୟମିତ ଭାବେ ତଦାରଖ କରିବାର ଆବଶ୍ୟକତା ରହିଛି ବୋଲି ସେ ମତ ଦେଇଥିଲେ।

ବୈଠକର ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଲେ ଯେ ଅଧିକାଂଶ ବିଭାଗର ଫିଡବ୍ୟାକ ବ୍ୟବସ୍ଥା ବହୁତ ଉନ୍ନତ ମାନର ଅଛି। ସାଧାରଣ ଲୋକଙ୍କ ଠାରୁ ମତାମତ ସଂଗ୍ରହ କରିବାରେ ବିଭାଗମାନେ ତତ୍ପରତା ଦେଖାଇବା ସହ ଭୁଲ କରୁଥିବା କର୍ମଚାରୀଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଉପରେ ଗୁରୁତ୍ବ ଦେବାର ଆବଶ୍ୟକତା ଅଛି ବୋଲି ସେ କହିଥିଲେ। ସାଧାରଣ ଲୋକଙ୍କ ସହିତ ବିଭିନ୍ନ ବିଭାଗରେ ବିଶେଷକରି ଇଂଜିନିୟରିଂ ବିଭାଗ ଗୁଡିକରେ ସେବା ପ୍ରଦାନକାରୀ ସଂସ୍ଥା (Service Provider) ମାନଙ୍କ ଠାରୁ ମଧ୍ୟ ମୋ ସରକାରର କାର୍ଯ୍ୟକ୍ରମରେ ଫିଡବ୍ୟାକ ସଂଗ୍ରହ କରିବାର ବ୍ୟବସ୍ଥା କରାଯିବା ଜରୁରୀ ବୋଲି ସେ କହିଥିଲେ।

ଏହି ବୈଠକରେ ଇଲେକ୍ଟ୍ରୋନିକ୍‌ସ ଓ ଆଇଟି ବିଭାଗର ସଚିବ ମନୋଜ ମିଶ୍ର ଏକ ଉପସ୍ଥାପନ ରଖି କହିଲେ ଯେ ରାଜ୍ୟର ୨୮ଟି ବିଭାଗର ୨୩୩ଟି ସେବା ମୋ ସରକାରରେ ସାମିଲ ହୋଇଛି। ଆଜିର ଏହି ୩ଟି ବିଭାଗକୁ ମିଶାଇ ୩୧ଟି ବିଭାଗର ୨୫୦ଟି ସେବା ସାମିଲ ହେଲା। ମୋ ସରକାରରେ ୧୧,୨୯୮ ସରକାରୀ କାର୍ଯ୍ୟାଳୟ ସାମିଲ ହୋଇଥିବା ବେଳେ ୧୯୯ ଜଣ କର୍ତ୍ତୃପକ୍ଷ ଫିଡବ୍ୟାକ ସଂଗ୍ରହ କରିବାରେ ନିୟୋଜିତ ଅଛନ୍ତି।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପୋଲିସ ମହାନିର୍ଦ୍ଦେଶକ, ପ୍ରମୁଖ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।