Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପି ଛାଡି ବିଜେଡିରେ ମିଶିଲେ ଯାଜପୁର ଜିଲ୍ଲାର ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ କର୍ମି

ଭୁବନେଶ୍ୱର: ଯାଜପୁର ଜିଲ୍ଲାର ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ନରେଶ ଚନ୍ଦ୍ର ମହାନ୍ତିଙ୍କ ସହ ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରସୁଲପୁର ବ୍ଲକର ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖ ଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ଶ୍ରୀ ନରେଶ ଚନ୍ଦ୍ର ମହାନ୍ତି ଓ ସମସ୍ତ ବିଜେପି କର୍ମୀଙ୍କୁ ଡଃ ପାତ୍ର ଓ ଶ୍ରୀ ବଳବନ୍ତରାୟ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷ କରି ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡଃ ପାତ୍ର ଓ ଶ୍ରୀବଳବନ୍ତରାୟ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବିଜେପି ନେତା ନରେଶ ଚନ୍ଦ୍ର ମହାନ୍ତି ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ଆଜି ହେଉଛି ମୋର ଘରବାହୁଡ଼ା। ପୂର୍ବରୁ ମୁଁ ବିଜେଡ଼ିରେ ଥିଲି, ପୁନର୍ବାର ଆଜି ଦଳରେ ଯୋଗ ଦେଇଥିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ। ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲିା

ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି।
ଏହି ମିଶ୍ରଣ ପର୍ବରେ ରଶ୍ମୀ ରଞ୍ଜନ ମହାନ୍ତି, ନଟବର ସାହୁ, ସୁରେନ୍ଦ୍ର ନାୟକ, ମୀନ କେତନ ମଲ୍ଲିକ, ଭରତ ମଲ୍ଲିକ, ପ୍ରମୋଦ ସାମଲ, ସ୍ମୃତି ରଞ୍ଜନ ମହାନ୍ତି, ମାନଗୋବିନ୍ଦ ମଲ୍ଲିକ, ନିରଞ୍ଜନ ସାହୁ, ପ୍ରତାପ ବେହେରା, ହରେକୃଷ୍ଣ ସାହୁ, ଶ୍ରୀକାନ୍ତ ପରିଡ଼ା, ବିଜୟ ବେହେରା, ତ୍ରିନାଥ ପରିଡ଼ା, ରମେଶବେହେରା, ପଦ୍ମନାଭବରାଳ, ଲକ୍ଷ୍ମୀଧର ବରାଳ ପ୍ରମୁଖ

ସେହିପରି ଗୋବିନ୍ଦ ବାରିକ, ଗିରିଧାରୀବାରିକ, ଗୌରାଙ୍ଗ ଦାସ, ସିଲୁ ଦାସ, ବୁଲୁ ଦାସ, ସଞ୍ଜୟକୁମାର ପଣ୍ଡା, ଅଜୟ ରଣା, ଦୁର୍ଯ୍ୟୋଧନ ଦଳେଇ, ବଳରାମ ଦଳେଇ, ପ୍ରହଲ୍ଲାଦ ସାହୁ, ଜଗବନ୍ଧୁ ସାହୁ, ଉପେନ୍ଦ୍ର ସାହୁ, ଶେଷଦେବ ମଲ୍ଲିକ, ବାବୁଲିମଲ୍ଲିକ, ନନ୍ଦ କୁମାରମଲ୍ଲିକ, କୈଳାସ ମଲ୍ଲିକ, ରାକେଶସାହୁ, ବାଇଧର ମଲ୍ଲିକ, ରାମଚନ୍ଦ୍ର ମଲ୍ଲିକ, ଶତୃଘ୍ନ ବେହେରା, ସଞ୍ଜୟ ବାରିକ, ରମାକାନ୍ତ ସାହୁ, ସୁବାସ ପରିଡ଼ା, ଗୋପାଳ ସାହୁ ସଦାନନ୍ଦ ପଣ୍ଡା, ରଜତ ଦଳେଇ, ସୁଧାକର ରଣା, ବୃନ୍ଦାବନ ଦଳେଇ, ଘନଶ୍ୟାମ ବେହେରା, ବନମାଳୀ ସାହୁଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ୍‌ ହୋଇଥିଲୋ ଶେଷରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ବିଜେଡିରେ ସାମିଲ ହେଲେ ଯାଜପୁର ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ

ଭୁବନେଶ୍ୱର: ଯାଜପୁର ନିର୍ବାଚନ ମଣ୍ଡଳୀର ଯୁବନେତା ତଥା ବିଜେପି ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୌମ୍ୟ ରଞ୍ଜନ ଧଳ ଏବଂ ଯାଜପୁର ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚାର ସାଧାରଣ ସମ୍ପାଦକ ହୃଷିକେଶ ମେକାପଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମକର୍ତ୍ତା ଓ କର୍ମୀ ଆଜି ଶଙ୍ଖଭବନଠାରେ ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ଶ୍ରୀ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି।

ଏହି ଅବସରରେ ରାଜ୍ୟସଭା ସାଂସଦ ଶ୍ରୀ ସସ୍ମିତ ପାତ୍ର, ଗଣମାଧ୍ୟମ ସଂଯୋଜକ ଡକ୍ଟର ପ୍ରିୟବ୍ରତ ମାଝୀ ଉପସ୍ଥିତ ରହି ସମସ୍ତ ବିଜେପି କର୍ମକର୍ତ୍ତା ଓ କର୍ମୀଙ୍କୁ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଏହି ଅବସରେ ବିଜେଡ଼ିରେ ସାମିଲ୍‌ ହୋଇଥିବାଶ୍ ରୀ ଧଳ ଏବଂ ଶ୍ରୀ ମେକାପ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟକ୍ରମ ଓ ସାଙ୍ଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସଙ୍କ କାର୍ଯ୍ୟଧାରାରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେବା ପାଇଁ ନିଷ୍ପତ୍ତି ନେଲୁ।

ଯାଜପୁର ଜିଲ୍ଲାରେ ବିଜେପି ଜିଲ୍ଲାସଭାପତିଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ ଏବଂ ଦଳରେ କାମ କରିବାର ସୁଯୋଗ ମିଳୁ ନ ଥିବାରୁ କ୍ଷୋଭ ପ୍ରକାଶ କରି ଆଜି ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ୍‌ ହୋଇଛୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ବିଜେପି ଛାଡି ବିଜେଡିରେ ମିଶିଥିବା କର୍ମକର୍ତ୍ତାମାନେ ହେଲେ ଯାଜପୁର ନିର୍ବାଚନ ମଣ୍ଡଳୀର ଭାରତୀୟ ଜନତା ମହିଳା ମୋର୍ଚ୍ଚାର ଉପସଭାପତି ମନୋରମା ମିଶ୍ର, ମାଳନ୍ଦାପୁର ଗ୍ରାମପଞ୍ଚାୟତର ୱାର୍ଡ଼ମେମ୍ବର ଅଶୋକ ଧଳ, ଶମ୍ବୁନାଥ ଦାସ, ଭୁବନେଶ୍ୱର ଗ୍ରାମପଞ୍ଚାୟତର ସମ୍ପାଦକ ରଞ୍ଜନ କୁମାର ସ୍ୱାଇଁ, ବେରୁଡ଼ା ମୋର୍ଚ୍ଚାର ସଦସ୍ୟ କାଞ୍ଜନବାଳା ସାମଲଙ୍କ ସହ ଶତାଧିକ କର୍ମକର୍ତ୍ତା ଓ କର୍ମୀ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ।ମୁଖପାତ୍ର ଡ.ପ୍ରିୟବ୍ରତ ମାଝୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ମୁଖପାତ୍ର ତୁମ୍ବନାଥ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।