Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତାକାଲିଠାରୁ ଆରମ୍ଭ ହେବ  ଯୁକ୍ତ ଦୁଇ ଖାତା ଦେଖା

ବନେଶ୍ୱର: ଆସନ୍ତାକାଲି ଅର୍ଥାତ୍‌ ଜୁନ୍‌ 1ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତା ଦେଖା । ଏଥିପାଇଁ 36ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି। ଦୁଇଟି ପର୍ଯ୍ୟାୟରେ ଓ ଦୁଇଟି ସିଫ୍ଟରେ ଖାତା ଦେଖା ହେବ। ସକାଳ ସାଢ଼େ 7ଟାରୁ ମଧ୍ୟାହ୍ନ ସାଢ଼େ 12 ଟା ଯାଏ ପ୍ରଥମ ସିଫ୍ଟ ଓ ଦିନ 1.30ରୁ ସଂଧ୍ୟା 6ଟା 30 ଯାଏ ଦ୍ୱିତୀୟ ସିଫ୍ଟରେ ଖାତା ଦେଖା ହେବ। ଏବେ କେବଳ ଅନଲାଇନ୍ ବିଷୟର ଖାତା ଦେଖା ହେବ। ପରବର୍ତ୍ତୀ ପର୍ଯ୍ୟାୟରେ ଅଫଲାଇନ୍ ଖାତା ଦେଖା ନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।