Categories
StateBoard ବିଶେଷ ଖବର ରାଜ୍ୟ ଖବର

ଏଥର ମଧ୍ୟ ଯୁକ୍ତ ଦୁଇ ପରୀକ୍ଷାରେ ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ, ଜାଣନ୍ତୁ ପାଶ ହାର

ଭୁବନେଶ୍ୱର : ପ୍ରକାଶ ପାଇଛି ଯୁକ୍ତ ଦୁଇ ପରୀକ୍ଷା ଫଳ। ଆଜି ଗଣଶିକ୍ଷାମନ୍ତ୍ରୀ ସମୀର ରଂଜନ ଦାସ ଏହି ଫଳକୁ ଘୋଷଣା କରିଛନ୍ତି । ତେବେ ଏଥର କେବଳ ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି। ଘୋଷଣା ଅନୁସାରେ ବିଜ୍ଞାନରେ ୯୪.୧୨% ଓ ବାଣିଜ୍ୟରେ ୮୯.୨୦% ପିଲା ପାସ୍ କରିଛନ୍ତି ।

ଏଥର ବିଜ୍ଞାନରେ ୭୬ ହଜାର ୬୦୪ ପିଲା ପରୀକ୍ଷା ଦେଇଥିବା ବେଳେ ପାସ୍ କରିଛନ୍ତି ୭୨ ହଜାର ୧୦୬ ଜଣ । ସେମାନଙ୍କ ମଧ୍ୟରୁ ୪୫ହଜାର ୫୮୭ ଛାତ୍ର ପାସ୍ କରିଥିବା ବେଳେ ୩୨ ହଜାର ୫୧୯ ଜଣ ଛାତ୍ରୀ ପାସ୍ କରିଛନ୍ତି। ଛାତ୍ରୀଙ୍କ ପାସ୍ ହାର ୯୩.୮୦ ରହି ଥିବାବେଳେ ଛାତ୍ରଙ୍କ ପାସ୍ ହାର ରହିଛି ୯୪.୫୨% ।

ଘୋଷଣା ଅନୁସାରେ ଏଥର ପ୍ରଥମ ଶ୍ରେଣୀରେ ପାସ୍ କରିଛନ୍ତି ୫୦ହଜାର ୧୫୭ଜଣ ଦ୍ୱିତୀୟ ଶ୍ରେଣୀରେ ୧୪ହଜାର ୯୩୨ଜଣ ଓ ତୃତୀୟ ଶ୍ରେଣୀରେ ୬ହଜାର ୯୧୦ଜଣ ପାସ୍ କରିଛନ୍ତି । ଏହାସହିତ ୯୦ ପ୍ରତିଶତରୁ ଅଧିକ ମାର୍କ ରଖିଛନ୍ତି ୧୨୨୪ଜଣ ଛାତ୍ରଛାତ୍ରୀ  ।

୩୯୩ଟି ଉଚ୍ଚ ମାଧ୍ୟମିକ ସ୍କୁଲର ଶତପ୍ରତିଶତ ପିଲା ପାସ୍ କରିଛନ୍ତି । ନୟାଗଡ ଜିଲ୍ଲାରେ  ସର୍ବାଧିକ ୯୯.୧୧% ଓ କନ୍ଧମାଳରେ ସର୍ବନିମ୍ନ ୭୬.୮୧% ପ୍ରତିଶତ ପାସ୍ ହାର ରହିଛି ।

ଚଳିତ ବର୍ଷ ରାଜ୍ୟର ୧୧ଶହ ୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । କଳାରେ ୨ ଲକ୍ଷ ୧୩ ହଜାର ୪୩୨, ବିଜ୍ଞାନରେ ୭୮ ହଜାର ୭୩ ଜଣ, ବାଣିଜ୍ୟରେ ୨୪ ହଜାର ୧୩୬ ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ଦେଇଥିଲେ ।

ପରୀକ୍ଷା ଫଳ ଘୋଷଣା କରି ମନ୍ତ୍ରୀ କହିଛନ୍ତି ଯେ, ମହାମାରୀ ପାଇଁ ଲଗାତର ୨ବର୍ଷ ଧରି ଅନଲାଇନ୍ ପରୀକ୍ଷା ଚାଲିଥିଲା। ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଛାତ୍ରଛାତ୍ରୀ ଏଥର ଅଫଲାଇନ୍ ପରୀକ୍ଷା ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ପ୍ରକାଶ ପାଇବ +2 ପରୀକ୍ଷା ଫଳ, ଜାଣନ୍ତୁ କେମିତି ପାଇବେ ରେଜଲଟ

ଭୁବନେଶ୍ବର : ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହା ପ୍ରକାଶ ପାଇବ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

ପ୍ରଥମ ପର୍ଯ୍ୟାୟରେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ବାହାରିବା । ଏହାର ସପ୍ତାହ ପରେ ଯୁକ୍ତ ଦୁଇ କଳା ରେଜଲଟ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି । ପରୀକ୍ଷାର୍ଥୀମାନେ orissaresults.nic.in ଜରିଆରେ ସେମାନଙ୍କର ରେଜଲ୍ଟ ବିଷୟରେ ଜାଣି ପାରିବେ।

Categories
ଆଜିର ଖବର ରାଜ୍ୟ ଖବର

ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ: ରାତି ୮ ଟାରୁ ଓ୍ଵେବସାଇଟ୍ ରେ ହେବ ଉପଲବ୍ଧ

ଭୁବନେଶ୍ବର: ଆଜି ରାଜ୍ୟରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ www.orissaresults.nic.in ଓ୍ଵେବସାଇଟ୍ ରେ ଆଜି ରାତି ୮ ଟାରୁ ନିଜର ପରୀକ୍ଷା ଫଳ ଦେଖିପାରିବେ। ବିଜ୍ଞାନରେ ୯୫.୧୫ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଛନ୍ତି। ସେହିଭଳି ବାଣିଜ୍ୟରେ ୯୪.୯୬ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଚଳିତ ବର୍ଷ ଛାତ୍ରମାନଙ୍କ ଠାରୁ ଛାତ୍ରୀମାନେ ଭଲ ସଫଳତା ପାଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଉନ୍ମୋଚିତ କରି ଏହା ଘୋଷଣା କରିଛନ୍ତି। ପରୀକ୍ଷା ଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀମାନେ କରୋନା ସ୍ଥିତି ସୁଧୁରିଲାପରେ ଅଫଲାଇନରେ ପରୀକ୍ଷା ଦେଇପାରିବେ। ଏନେଇ ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରାଯାଇଥିଲା। ତେବେ କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ଫଳ ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ସନ୍ଧ୍ୟାରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ: ଏହି ଓ୍ଵେବସାଇଟ୍ ରେ ଦେଖିବେ ରେଜଲ୍ଟ

ଭୁବନେଶ୍ବର: ଆଜି ରାଜ୍ୟରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଗତକାଲି ସିବିଏସଇର ଦ୍ଵାଦଶ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଆଜି ସନ୍ଧ୍ୟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇବ।  ଛାତ୍ରଛାତ୍ରୀମାନେ orissaresults.nic.in ଓ୍ଵେବସାଇଟ୍ ରେ ନିଜର ପରୀକ୍ଷା ଫଳ ଦେଖିପାରିବେ। ପରୀକ୍ଷା ଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀମାନେ କରୋନା ସ୍ଥିତି ସୁଧୁରିଲାପରେ ଅଫଲାଇନରେ ପରୀକ୍ଷା ଦେଇପାରିବେ। ଏନେଇ ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରାଯାଇଥିଲା।

ତେବେ କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ଫଳ ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି।

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳାଫଳ: ରାଜ୍ୟରେ ଚତୁର୍ଥ ସ୍ଥାନ ହାସଲ କଲେ ମୂର୍ତ୍ତି କଳାକାରଙ୍କ ପୁଅ ନିମାଇଁ

ଅରବିନ୍ଦ କର

ଖଇରା: ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ପଳସା ପଂଚାୟତର ମଳିହା ଗ୍ରାମ ପାଇଁ ଗର୍ବ ଆଉ ଗୌରବ ଆଣିଛନ୍ତି ନିମାଇଁ ବିଶ୍ୱରଂଜନ ବେହେରା। ସେ ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ରାଜ୍ୟ ସ୍ତରରେ ଚତୁର୍ଥ ସ୍ଥାନ ହାସଲ କରିପାରିଛନ୍ତି। ଭୁବନେଶ୍ବର ସ୍ଥିତ ବିଜେବି କଲେଜର ଛାତ୍ର ନିମାଇଁ ୯୪% ନମ୍ବର ରଖି ଏହି କୃତିତ୍ୱ ହାସଲ କରିଛନ୍ତି। ବାପା ଜଣେ ମୂର୍ତ୍ତି କଳାକାର ହୋଇଥିବା ବେଳେ ମା’ ଗୃହିଣୀ। ଏକ ଗରିବ ପରିବାରରେ ଜନ୍ମ ହୋଇ ସେ ଅନ୍ୟ ମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ଏନେଇ ସାରା ଓଡିଶାରୁ ଶୁଭେଚ୍ଛାର ସୁଅ ଛୁଟୁଥିବା ବେଳେ ଏ ସଫଳତାକୁ ସେ ବାପା ମା ଓ ଅଧ୍ୟାପକ ଅଧ୍ୟାପିକାମାନଙ୍କୁ ଶ୍ରେୟ ଦେଇଛନ୍ତି।