Categories
ଆଜିର ଖବର ରାଜ୍ୟ ଖବର

ଲାଞ୍ଜିଗଡ଼ ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ଆଜି ଲାଞ୍ଜିଗଡ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ, କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ସୁଶାନ୍ତ କୁମାର ପଟେଲ, ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ, ସି ଡ଼ି ଏମ୍ ଓ ଡ ରଞ୍ଜନ ମିତ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ,ପଞ୍ଚାୟତ ସମିତି ଅଧ୍ୟକ୍ଷା କମଳା ପାତ୍ର, ବି ଡି ଓ ଜିତେନ୍ଦ୍ର ମିଶ୍ର ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୪୩୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୯୫ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୭ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଅଭିଯୋଗ ମୁଖ୍ୟତଃ ଆବାସ ଗୃହ, ଭତ୍ତା,ରାସ୍ତାଘାଟ ଉପରେ ଥିଲା।

Categories
ଆଜିର ଖବର ରାଜ୍ୟ ଖବର

ବାଣପୁର ଠାରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ: ୪୧୮ ଟି ଅଭିଯୋଗ ଗ୍ରହଣ କଲେ ଖୋର୍ଦ୍ଧା ଜିଲ୍ଲାପାଳ

ସୀତାରାମ ଅଗ୍ରୱାଲ

ବାଣପୁର: ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଆଜି ବାଣପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ବାଣପୁର ବ୍ଳକ ଅଧୀନସ୍ଥ ୧୭ ଗୋଟି ପଞ୍ଚାୟତ ଏବଂ ଏନଏସିର ସମୁଦାୟ ୪୧୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଛନ୍ତି। ସମସ୍ତ ଅଭିଯୋଗଗୁଡ଼ିକ ସମ୍ପୃକ୍ତ ବିଭାଗକୁ ପଠାଇ ଦିଆଯାଇଥିବା ବେଳେ ଜଣେ ହିତାଧିକାରୀଙ୍କୁ ରେଡକ୍ରସ୍ ପାଣ୍ଠିରୁ ୫ ହଜାର ଟଙ୍କା ସହାୟତା ଯୋଗାଇ ଦିଆଯାଇଛି।

ଜନଶୁଣାଣୀ ଶିବିର ସମାପ୍ତ ହେବା ପରେ ଜିଲ୍ଲାପାଳ ଓ ଟିମ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନକୁ ଯାଇଥିଲେ। ସେଠାରେ ବିଭିନ୍ନ ସମସ୍ୟା ସ୍ଥାନୀୟ ମେଡିକାଲ ଅଧିକାରୀ ଓ ଜନପ୍ରତିନିଧିଙ୍କୁ ପଚାରିଥିଲେ ଜିଲ୍ଲାପାଳ। ତେବେ ଡାକ୍ତରଖାନା ରେ ଡାକ୍ତରମାନେ ସପ୍ତାହକୁ ମାତ୍ର ଦୁଇ ଦିନ କାର୍ଯ୍ୟକୁ ଆସୁଥିବାର ଜନପ୍ରତିନିଧିଙ୍କ ଠାରୁ ଶୁଣି ବିରକ୍ତି ପ୍ରକାଶ କରିଥିଲେ ଜିଲ୍ଲାପାଳ। ତୁରନ୍ତ ସମସ୍ତ ଡାକ୍ତର ବାଣପୁରରେ ସପ୍ତାହରେ ସାତ ଦିନ ଯାକ ରହିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ ଜିଲ୍ଲାପାଳ।

ତେବେ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସରକାରୀ ଘର ବ୍ୟବସ୍ଥା ନଥିବାରୁ ଡାକ୍ତର ମାନେ ଉକ୍ତ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ବୋଲି ମେଡିକାଲ ଅଧିକାରୀ ଜିଲ୍ଲାପାଳଙ୍କୁ ଅବଗତ କରାଇଥିଲେ। ଏବଂ ଏ ଦିଗରେ ଜିଲ୍ଲାପାଳ ପଦକ୍ଷେପ ନେବାପାଇଁ ଅନୁରୋଧ ମଧ୍ୟ କରିଥିଲେ। ଏହାପରେ ସ୍ଥାନୀୟ ନେହେରୁ ସେବା ସଂଘ ଯାଇ ଜଳବନ୍ଦୀ ସମସ୍ୟା ବୁଲି ଦେଖିଥିଲେ ଜିଲ୍ଲାପାଳ।

ଉକ୍ତ ଜନଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢ଼ୀ, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ଉପ ଜିଲ୍ଲାପାଳ ଆଇ ଗୌରବ ଶିବାଜି, ପ୍ରକଳ୍ପ ନିର୍ଦେଶକ ଦିଗନ୍ତ ରାଉତରାୟ, ତହସିଲଦାର କୁଞ୍ଜବିହାରୀ ବଡ଼ଜେନା, ବିଡିଓ ପ୍ରଦ୍ୟୁମ୍ନ ନାୟକ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି, ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ, ବାଣପୁର ଆଇଆଇସି ଜୟପ୍ରକାଶ ପରିଡ଼ା, ପଞ୍ଚାୟତ ସମିତି ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଏନଏସି ଅଧ୍ୟକ୍ଷ ମିଟୁ ନାୟକ ଏବଂ ଅନ୍ୟ ସମସ୍ତ ନିର୍ବାଚିତ ଜନ ପ୍ରତିନିଧି ଓ ବିଭିନ୍ନ ସରକାରୀ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।