Categories
ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ଫେବୃଆରୀ ୧୬ ରୁ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ, ବସିଲା ସମନ୍ୱୟ ବୈଠକ

ଭୁବନେଶ୍ୱର: ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଆନୁକୂଲ୍ୟରେ ଫେବୃଆରୀ ୧୬ ରୁ ୧୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନଠାରେ ତିନିଦିନିଆ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ- ୨୦୨୪ର ଆୟୋଜନ ହେଉଛି। ଏହି ଉପଲକ୍ଷେ ଆୟୋଜିତ ପ୍ରଦର୍ଶନୀ ମଣ୍ଡପରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ସରକାରଙ୍କ ଫ୍ଲାଗ୍‌ସିପ୍‌ ଯୋଜନା ସମେତ ବିଭିନ୍ନ କଲ୍ୟାଣକାରୀ ଯୋଜନା ଓ କାର୍ଯ୍ୟକ୍ରମର ପ୍ରଦର୍ଶନ କରାଯିବା ପାଇଁ ସ୍ଥିର କରାଯାଇଛି।

ଏହି ପରିପ୍ରେକ୍ଷୀରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ କୃଷି ଭବନଠାରେ ବିଭିନ୍ନ ବିଭାଗ ମଧ୍ୟରେ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା।

କୃଷି ଭବନଠାରେ ଆୟୋଜିତ ସମନ୍ୱୟ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ଅବସରରେ କହିଲେ ମତ୍ସ୍ୟ-ପ୍ରାଣୀ ସମାବେଶରେ ସାରା ରାଜ୍ୟରୁ ୬୦୦୦ରୁ ଉଦ୍ଧ୍ୱର୍ ମତ୍ସ୍ୟଚାଷୀ, ଗୋପାଳକ, ପ୍ରାଣୀପାଳକମାନେ ଯୋଗଦେବେ।

ରାଜ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦର ବିକାଶ ସମେତ ରାଜ୍ୟର ବିଭିନ୍ନ କ୍ଷେତ୍ରରେ ହାସଲ କରିଥିବା ଉଲ୍ଲେଖନୀୟ ସଫଳତା ସମ୍ପର୍କରେ ବ୍ୟାପକ ସଚେତନତା କରାଯିବା ନିମନ୍ତେ ଏହି ସମାବେଶର ଆୟୋଜନ କରାଯାଉଛି। ପ୍ରଦର୍ଶନୀରେ କୃଷି, ଉଦ୍ୟାନକୃଷି, ମୃତ୍ତିକା ସଂରକ୍ଷଣ, ମିଶନ ଶକ୍ତି, ଓଡ଼ିଶା ଜୀବିକା ମିଶନ, ଓରମାସ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟଜଳ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ଓୟୁଏଟି, ସମବାୟ, ମହିଳା ଓ ଶିଶୁ କଲ୍ୟାଣ, ସୂଚନା ଓ ଲୋକସମ୍ପର୍କ ଆଦି ବିଭାଗଗୁଡ଼ିକ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି।

ଏହି ଅବସରରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ପକ୍ଷରୁ ସେମାନଙ୍କ ଦ୍ୱାରା ଉତ୍ପାଦିତ ଦ୍ରବ୍ୟର ପ୍ରଦର୍ଶନ ସହିତ ବିକି୍ରବଟାର ବ୍ୟବସ୍ଥା ରହିଛି। ସମସ୍ତ ବିଭାଗ ମଧ୍ୟରେ ଉପଯୁକ୍ତ ସମନ୍ୱୟ ରକ୍ଷା କରିଏହି ତିନିଦିନିଆ ସମାବେଶକୁ ଆକର୍ଷଣୀୟ ଓ ସଫଳ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ବୈଠକରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସିଦ୍ଦିକ୍‌ ଆଲାମ, କୃଷି ଓ ଖାଦ୍ୟ ଉତ୍ପାଦକ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଭୁବନେଶ୍ବରରେ ଆୟୋଜିତ ହେବ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସଂପଦ ସମାବେଶ, ନିର୍ଦ୍ଧାରିତ ହେଲା ଦିନ

ଭୁବନେଶ୍ୱର: ଭୁବନେଶ୍ୱରର ଜନତା ମଇଦାନଠାରେ ଫେବୃଆରୀ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ତିନିଦିନିଆ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସଂପଦ ସମାବେଶ ଆୟୋଜିତ ହେବ। ରାଜ୍ୟରେ ମତ୍ସ୍ୟ ଓ ପ୍ରାଣୀସଂପଦର ବିକାଶର ପ୍ରତିଛବି ଚାଷୀ ଓ ଜନସାଧାରଣଙ୍କ ସମ୍ମୁଖରେ ତୋଳି ଧରିବା ପାଇଁ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ପକ୍ଷରୁ ସମାବେଶର ଆୟୋଜନ କରାଯାଉଛି ।

ଜିଲ୍ଲାସ୍ତରରେ ମତ୍ସ୍ୟ ଓ ପ୍ରାଣୀସଂପଦ ମେଳାର ସଫଳତା ଓ ପ୍ରାଣୀପାଳକ ଏବଂ ମତ୍ସ୍ୟଚାଷୀଙ୍କ ମଧ୍ୟରେ ଉତ୍ସାହ ଓ ଆଗ୍ରହକୁ ଦୃଷ୍ଟିରେ ରଖି ଭୁବନେଶ୍ୱରଠାରେ ତିନିଦିନିଆ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସଂପଦ ସମାବେଶର ଆୟୋଜନ କରାଯାଉଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।
ଆଜି କୃଷି ଭବନଠାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ସ୍ୱାଇଁ ସମାବେଶର ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ।

ସମାବେଶରେ ବିଭିନ୍ନ ପ୍ରାଣୀପାଳନ ଓ ମତ୍ସ୍ୟଚାଷର ପ୍ରଦର୍ଶନୀ ମଣ୍ଡପ ଖୋଲାଯିବା ସହିତ ଉନ୍ନତ କିସମର ପ୍ରାଣୀସଂପଦ ଓ ମତ୍ସ୍ୟଚାଷର ଲାଇଭ୍‌ ଡେମୋନ୍‌ଷ୍ଟ୍ରେସନ୍‌, ବିଭିନ୍ନ ଯନ୍ତ୍ରପାତି ଓ ଉପକରଣର ପ୍ରଦର୍ଶନୀ, ଚାଷୀ ଓ ବୈଜ୍ଞାନିକମାନଙ୍କ ମଧ୍ୟରେ ଆଲୋଚନାଚକ୍ର, ସଫଳ ଚାଷୀଙ୍କ ଅନୁଭୂତିର ଆଦାନପ୍ରଦାନ-ସଫଳ ପ୍ରାଣୀପାଳନ, ମତ୍ସ୍ୟଚାଷୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସମ୍ବର୍ଦ୍ଧନା ସମେତ ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯିବ।

ସମାବେଶରେ ରାଜ୍ୟରୁ ପ୍ରାୟ ୬ ହଜାର ଚାଷୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଭାଗନେବେ। ପ୍ରତିଦିନ ଜିଲ୍ଲାରୁ ପ୍ରାୟ ୨ ହଜାର ଚାଷୀ ଏଥିରେ ଯୋଗଦେବେ। ସମାବେଶରେ ମିଶନ ଶକ୍ତି, ସମବାୟ, ନାବାର୍ଡ, ଜଳସଂପଦ ବିଭାଗ, ଓର୍‌ମାସ୍‌, ଓଡ଼ିଶା ଜୀବିକା ମିଶନ, ପ୍ରାଣୀମଙ୍ଗଳ ଅନୁଷ୍ଠାନ, ମୃତ୍ତିକା ସଂରକ୍ଷଣ, କୃଷି ଓ ଉଦ୍ୟାନ କୃଷି ଆଦି ବିଭାଗର ମଧ୍ୟ ଷ୍ଟଲ ପ୍ରଦର୍ଶିତ ହେବ। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ସେଞ୍ଚୁରିଆନ୍‌, ସୋଆ, ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟ ସମେତ ବିଭିନ୍ନ କର୍ପୋରେଟ୍‌ ସଂସ୍ଥା ପକ୍ଷରୁ ମଧ୍ୟ ଷ୍ଟଲ ଖୋଲାହେବ।

ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସଂପଦ ସମାବେଶର ଆୟୋଜନ ଦ୍ୱାରା ରାଜ୍ୟର ଚାଷୀମାନେ ପ୍ରାଣୀପାଳନ ଓ ମତ୍ସ୍ୟଚାଷ କ୍ଷେତ୍ରରେ ନୂତନ ଜ୍ଞାନକୌଶଳ ଓ ଆଧୁନିକ ବୈଜ୍ଞାନିକ ପଦ୍ଧତି ସଂପର୍କରେ ସଚେତନ ହେବେ ବୋଲି ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ କହିଛନ୍ତି।

ବୈଠକରେ ମତ୍ସ୍ୟ ନିର୍ଦ୍ଦେଶକ ମହମ୍ମଦ ସିଦ୍ଦିକ୍‌ ଆଲାମ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଶ୍ରୀ ରାମାଶିଷ ହାଜରାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

Categories
ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ପ୍ରାଣୀସଂପଦ ବିକାଶ କ୍ଷେତ୍ରରେ କଳାହାଣ୍ଡି ଜିଲ୍ଲା ଉଲ୍ଲେଖନୀୟ ସଫଳତା, ଦ୍ବିତୀୟରେ ନୟାଗଡ

ଭୁବନେଶ୍ବର: ରାଜ୍ୟ ସରକାର କୃଷକମାନଙ୍କ ଆୟ ବହୁଗୁଣିତ କରି ସେମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିବା ପାଇଁ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି । ଆୟବୃଦ୍ଧି ନିମନ୍ତେ କୃଷି କାର୍ଯ୍ୟ ସହିତ ମାଛଚାଷ ଓ ପ୍ରାଣୀପାଳନର ଆବଶ୍ୟକତା ରହିଛି । ଏହି କ୍ରମରେ ମତ୍ସ୍ୟ ଓ ପ୍ରାଣୀସଂପଦ କ୍ଷେତ୍ରକୁ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ପ୍ରଗତିର କ୍ଷେତ୍ର ଭାବରେ ଚିହ୍ନଟ କରାଯାଇଛି।

ଏହା ଦ୍ୱାରା ବର୍ଷସାରା ରୋଜଗାର ମିଳିବା ସହିତ ନିରନ୍ତର ଆୟର ଉତ୍ସ ସୃଷ୍ଟି ହୋଇଥାଏ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।

ଗତକାଲି କୃଷି ଭବନଠାରେ ଆୟୋଜିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ଅଗ୍ରଗତି ସଂପର୍କରେ ସମୀକ୍ଷା କରି କହିଲେ ଯେ ବିଗତ ଦୁଇଦଶନ୍ଧିରେ ରାଜ୍ୟରେ ମାଛ, ମାଂସ, ଅଣ୍ଡା ଓ କ୍ଷୀର ଉତ୍ପାଦନରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି। ମାଛ ଉତ୍ପାଦନରେ ଓଡ଼ିଶା ଭାରତବର୍ଷରେ ଚତୁର୍ଥ ସ୍ଥାନ ଅଧିକାର କରିଛି।

ତେବେ ବୈଜ୍ଞାନିକ ପଦ୍ଧତି ଓ ନୂତନ ପ୍ରଯୁକ୍ତିବିଦ୍ୟାର ଉପଯୋଗ କରି ରାଜ୍ୟରେ ଉପଲବ୍ଧ ଜଳଉତ୍ସରୁ ବିପୁଳ ପରିମାଣର ମାଛ ଉତ୍ପାଦନ କରିବାର ସୁଯୋଗ ରହିଛି। ଏହା ଦ୍ୱାରା ଗ୍ରାମୀଣ ଅର୍ଥନୀତିରେ ବିକାଶ ଘଟିବା ସହ ରାଜ୍ୟବାସୀଙ୍କୁ ଅଧିକ ପରିମାଣର ପ୍ରାଣୀଜ ପ୍ରୋଟିନ୍‌ ମିଳିପାରିବ। ଉନ୍ନତ ଜ୍ଞାନକୌଶଳସଂପନ୍ନ ବାୟୋଫ୍ଲକ୍‌ ମାଛଚାଷ ପ୍ରତି ଯୁବପିଢ଼ିଙ୍କ ଆଗ୍ରହ ବେଶ୍‌ ଉତ୍ସାହଜନକ ଏବଂ ଏହା ଅଚିରେ ଓଡ଼ିଶାକୁ ମାଛ ଉତ୍ପାଦନରେ ତୃତୀୟ ସ୍ଥାନକୁ ଉନ୍ନୀତ କରିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ମତପୋଷଣ କରିଥିଲେ।

ଏଥି ସହିତ ମତ୍ସ୍ୟ ଓ ପ୍ରାଣୀପାଳନ ସହ ଜଡ଼ିତ କୃଷକମାନଙ୍କ ସଫଳ କାହାଣୀକୁ ଲୋକଲୋଚନକୁ ଆଣି ସେମାନଙ୍କୁ ଏକ ସ୍ୱତନ୍ତ୍ର ପରିଚୟ ଦେଇପାରିଲେ ଅଧିକରୁ ଅଧିକ ଲୋକ ଏହି କ୍ଷେତ୍ର ପ୍ରତି ଆକୃଷ୍ଟ ହେବେ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ। ସଂପ୍ରତି ଆରମ୍ଭ କରାଯାଇଥିବା ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ମାଛଚାଷ କ୍ଷେତ୍ରରେ ଓଡ଼ିଶାକୁ ଏକ ନୂତନ ଦିଗ୍‌ଦର୍ଶନ ଦେବ ବୋଲି ସେ କହିଥିଲେ।

ବୈଠକର ବିବରଣୀରୁ ପ୍ରକାଶ ଯେ ମଧୁର ଜଳ ମାଛ ଉତ୍ପାଦନ କ୍ଷେତ୍ରରେ ନୂଆପଡ଼ା ଜିଲ୍ଲା ସବୁଠାରୁ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବାବେଳେ କଟକ ଜିଲ୍ଲା ଏବଂ ସମ୍ବଲପୁର ଜିଲ୍ଲା ଦ୍ୱିତୀୟ ଓ ତୃତୀୟ ସର୍ବୋତ୍ତମ ପ୍ରଦର୍ଶନ କରିଛନ୍ତି। ସେହିପରି ସାମୁଦି୍ରକ ମତ୍ସ୍ୟ କ୍ଷେତ୍ରରେ ଗଞ୍ଜାମ କ୍ଷେତ୍ର ସର୍ବୋତ୍ତମ ସଫଳତା ପାଇଥିବାବେଳେ କୁଜଙ୍ଗ ସାମୁଦି୍ରକ କ୍ଷେତ୍ର ଏବଂ ବିଟି ବାଲୁଗାଁ କ୍ଷେତ୍ର ପରବର୍ତ୍ତୀ ସ୍ଥାନରେ ରହିଛନ୍ତି।

ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ଜିଲ୍ଲା ନୋଡ଼ାଲ ଅଧିକାରୀମାନେ ସେମାନଙ୍କ ଗସ୍ତ ସମୟରେ ଉଭୟ ପ୍ରାଣୀସଂପଦ ବିକାଶ ଏବଂ ମତ୍ସ୍ୟ ବିଭାଗର ଯୋଜନାର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ପାଇଁ କହିଥିଲେ। ଏଥି ସହିତ ପ୍ରତି ମାସର ଚାରି ତାରିଖରେ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ଏବଂ ମାସର ୧୦ ତାରିଖରେ ନିର୍ଦ୍ଦେଶକଙ୍କ ସ୍ତରରେ ସମୀକ୍ଷା ବୈଠକ କରି ଏହାର ରିପୋର୍ଟ ବିଭାଗକୁ ମାସର ୧୫ ତାରିଖ ସୁଦ୍ଧା ପଠାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମାଛ ଜାଅଁଳ ଉତ୍ପାଦନରେ ରାଜ୍ୟ ସ୍ୱାବଲମ୍ବୀ ହୋଇପାରିଛି ବୋଲି ଶ୍ରୀ ବଶିଷ୍ଠ ପ୍ରକାଶ କରିଥିଲେ ।

ବୈଠକରେ ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ସମେତ ବାୟୋଫ୍ଲକ୍‌ ପଦ୍ଧତିରେ ମାଛଚାଷ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ସ୍ୱତନ୍ତ୍ର ବାୟୋଫ୍ଲକ୍‌, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ମାଛଚାଷ ପାଇଁ ଦିଆଯାଉଥିବା ଇନ୍‌ପୁଟ ସହାୟତା, ମତ୍ସ୍ୟଚାଷ କ୍ଷେତ୍ରରେ ଭିତ୍ତିଭୂମିର ବିକାଶ ଆଦି ବିଷୟରେ ଆଲୋଚନା କରାଯାଇଥିଲା ।

ସେହିପରି ଅପରାହ୍ନରେ ପ୍ରାଣୀସଂପଦ ବିକାଶ ବିଭାଗର ସମୀକ୍ଷା କରି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଲେ ଯେ ବିଭିନ୍ନ ବିଭାଗର ସମନ୍ୱୟରେ କାର୍ଯ୍ୟକଲେ କୃଷକଙ୍କ ଆୟକୁ ବହୁଗୁଣିତ କରିହେବ । ଏ ଦିଗରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗର ଅଭିବୃଦ୍ଧିର ପର୍ଯ୍ୟାପ୍ତ ସୁଯୋଗ ରହିଛି ।

ପ୍ରାଣୀସଂପଦର ସୁରକ୍ଷା ଓ ବିକାଶ ନିମନ୍ତେ ପ୍ରାଣୀଚିକିତ୍ସା ସେବାର ଆଧୁନିକୀକରଣ ଓ ଉନ୍ନତ ମାନର ଔଷଧ ସଂଗ୍ରହ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ବିଭାଗର ଯୋଜନାର କାର୍ଯ୍ୟକାରିତାକୁ ସରଳ କରିବା ସହିତ ସ୍ୱଚ୍ଛତା ଆଣିବା ପାଇଁ ପ୍ରଚଳିତ ଗୋ-ସୁଗମ ପୋର୍ଟାଲକୁ ତ୍ରୁଟିଶୂନ୍ୟ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ୫୦୦ ଟିକିଆ ଏବଂ ହଜାରେ ଟିକିଆ ବ୍ରଏଲର କୁକୁଡ଼ା ପାଳନ, ସ୍ୱୟଂ ସହାୟକ ଗୋଷ୍ଠୀ କ୍ଷେତ୍ରରେ ୨ ହଜାର ଟିକିଆ ବ୍ରଏଲର କୁକୁଡ଼ା ପାଳନ, ୧୦୦୦ ଟିକିଆ ବ୍ରଏଲର କୁକୁଡ଼ା, ୧୦୦୦ ଟିକିଆ ଅଣ୍ଡାଦିଆ କୁକୁଡ଼ା ପାଳନ ସମେତ ୧୦୦୦ ଟିକିଆ ଅର୍ଦ୍ଧବାଣିଜି୍ୟକ ବତକ ପାଳନ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ କ୍ଷେତ୍ରରେ ୩୦ଟିକିଆ ଓ ୧୦ ଟିକିଆ ଛେଳି, ଅର୍ଦ୍ଧବାଣିଜି୍ୟକ ଘୁଷୁରୀ ପାଳନ ଆଦି ଯୋଜନା ସଂପର୍କରେ ବିଶଦ ଭାବରେ ସମୀକ୍ଷା କରାଯାଇଥିଲା ।

ପ୍ରାଣୀସଂପଦ ବିକାଶ କ୍ଷେତ୍ରରେ କଳାହାଣ୍ଡି ଜିଲ୍ଲା ଉଲ୍ଲେଖନୀୟ ସଫଳତା ହାସଲ କରିଥିବାବେଳେ ନୟାଗଡ଼ ଓ ରାୟଗଡ଼ା ଜିଲ୍ଲା ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି ।

ଏଥି ସହିତ ବୈଠକରେ ପ୍ରାଣୀସଂପଦ ବିକାଶ କ୍ଷେତ୍ରରେ ଟିକାକରଣ, ଭିତ୍ତିଭୂମିର ବିକାଶ, ବିଭିନ୍ନ ପ୍ରାଣୀ କଲ୍ୟାଣ ଯୋଜନାର ଅଗ୍ରଗତି, ବେସରକାରୀ ଗୋଶାଳା ପ୍ରତିଷ୍ଠା ନିମନ୍ତେ ସହାୟତା ପ୍ରଦାନ, ଆନିମଲ୍‌ ହେଲପ୍‌ଲାଇନ୍‌ ଏବଂ ପ୍ରାଣୀ ପ୍ରଜନନ ନିୟନ୍ତ୍ରଣ ଆଦି ବିଷୟରେ ସମୀକ୍ଷା କରାଯାଇଥିଲା ।

ବୈଠକରେ ମତ୍ସ୍ୟ ବିଭାଗର ନିର୍ଦ୍ଦେଶକ ମହମ୍ମଦ ସିଦ୍ଦିକ୍‌ ଆଲାମ୍‌, ପ୍ରାଣୀଚିକିତ୍ସା ଓ ପ୍ରାଣୀପାଳନ ନିର୍ଦ୍ଦେଶକ ଶ୍ରୀ ରାମାଶିଷ ହାଜରାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ସିଡିଭିଓ ଏବଂ ଜିଲ୍ଲା ମତ୍ସ୍ୟ ଅଧିକାରୀମାନେ ଯୋଗଦେଇଥିଲେ ।

Categories
ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ଉଦ୍ୟାନ କୃଷିର ଅମଳ ପରିଚାଳନା ଏବଂ ବିପଣନ ସହାୟତା ପାଇଁ ପ୍ଲାଷ୍ଟିକ୍‌ କ୍ରେଟସ୍‌ ବିତରଣ

କାକଟପୁର/ଭୁବନେଶ୍ୱର: ଆଜି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ରାଜ୍ୟ ଯୋଜନାରେ ‘ଉଦ୍ୟାନ କୃଷିର ଅମଳ ପରବର୍ତ୍ତୀ ପରିଚାଳନା ଏବଂ ବିପଣନ ସହାୟତା’ ମାଧ୍ୟମରେ ପ୍ଲାଷ୍ଟିକ୍‌ କ୍ରେଟସ୍‌ ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।

କାକଟପୁର ବ୍ଲକ୍‌ ପଡ଼ିଆରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି ଯେ ଫସଲ ଉତ୍ପାଦନ, ଅମଳ, ବିକି୍ରବଟା ନିମନ୍ତେ ବଜାରକୁ ନେବା ସମୟରେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ପରିବହନଜନିତ କ୍ଷତି ଆଦି ସହିବାକୁ ପଡ଼ିଥାଏ। ମଜବୁତ୍‌ ପ୍ଲାଷ୍ଟିକ୍‌ କ୍ରେଟସ୍‌ରେ ପନିପରିବା ସାଇତି ରଖିବା ସହ ପରିବହନ କରିବା ସମୟରେ ପରିବାଗୁଡ଼ିକ ନଷ୍ଟ ହେବାର ଆଶଙ୍କା ଅନେକ ପରିମାଣରେ କମ୍‌ ହୋଇଥାଏ। ଏହା ଦ୍ୱାରା ଚାଷୀମାନେ ଉତ୍ପାଦିତ ଦ୍ରବ୍ୟକୁ ଉଚିତ ମୂଲ୍ୟରେ ବିକି୍ର କରିବାର ସୁଯୋଗ ପାଇଥାଆନ୍ତି।

ଉଦ୍ୟାନ କୃଷି କ୍ଷେତ୍ରରେ ଏହି ଆଧୁନିକ ବ୍ୟବସ୍ଥା ଫଳରେ ଗ୍ରାମାଞ୍ଚଳରେ ରୋଜଗାର ସୃଷ୍ଟି ହେବ ଏବଂ ଅମଳ ପରବର୍ତ୍ତୀ ପରିଚାଳନା କ୍ଷତି ହ୍ରାସ ପାଇବ। ଉଦ୍ୟାନ କୃଷି ଉତ୍ପାଦର ପ୍ରକି୍ରୟାକରଣ, ବ୍ରାଣ୍ଡିଂ, ପ୍ୟାକେଜିଂ ଓ ବିପଣନ ଦ୍ୱାରା ରାଜ୍ୟର କୃଷକମାନଙ୍କ ଆୟବୃଦ୍ଧି ପାଇଁ ପର୍ଯ୍ୟାପ୍ତ ପରିସର ପ୍ରଦାନ କରିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି।

ମନ୍ତ୍ରୀ ଶ୍ରୀ ସ୍ୱାଇଁ ପୁଣି କହିଛନ୍ତି ଯେ ରାଜ୍ୟରେ ପନିପରିବା ଓ ଫଳଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛି। ରାଜ୍ୟ ସରକାର କୃଷି କ୍ଷେତ୍ରରେ ଫସଲର ବିବିଧିକରଣକୁ ପ୍ରାଧାନ୍ୟ ଦେଉଥିବା ବେଳେ ପନିପରିବା ଚାଷ ଦ୍ୱାରା ଚାଷୀମାନଙ୍କର ନିରନ୍ତର ଆୟ ଓ ଆୟବୃଦ୍ଧି ଉପରେ ଗୁରୁତ୍ୱ ପ୍ରଦାନ କରୁଛନ୍ତି। ଏଥି ପାଇଁ ଚାଷୀମାନଙ୍କୁ ଠିକଣା ସମୟରେ ପର୍ଯ୍ୟାପ୍ତ ପରିମାଣର ଉନ୍ନତ ମାନର ମଂଜି ଓ ଚାରା ଓ ଆନ୍ୟାନ୍ୟ କୃଷି ସାମଗ୍ରୀ ଯୋଗାଣକୁ ବିଭାଗ ସର୍ବଦା ପ୍ରାଥମିକତା ପ୍ରଦାନ କରୁଛି ବୋଲି ସେ ପ୍ରକାଶ କରିଛନ୍ତି।

ପ୍ରକାଶଯୋଗ୍ୟ ଯେ ଅମଳ ପରବର୍ତ୍ତୀ କ୍ଷତି ହ୍ରାସ କରବା ପାଇଁ ଏବଂ ଉଦ୍ୟାନ କୃଷି ଉତ୍ପାଦର ବ୍ରାଣ୍ଡିଂ, ପ୍ୟାକେଜିଂ ଏବଂ ବିପଣନ କ୍ଷେତ୍ରକୁ ସହାୟତା ଯୋଗାଇବା ପାଇଁ କୃଷକମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏହି ଯୋଜନା ପ୍ରଣୟନ କରିଛନ୍ତି। ଏହି ଯୋଜନା ମାଧ୍ୟମରେ ହିତାଧିକାରୀମାନଙ୍କୁ ପ୍ଲାଷ୍ଟିକ୍‌ କ୍ରେଟସ୍‌, ଶୀତଳିକରଣ ଗୃହ, ସବଜୀ କୁଲର, ପରିବହନ ଖର୍ଚ୍ଚ, ସଂରକ୍ଷଣ ଭଡ଼ା ଇତ୍ୟାଦି ବାବଦରେ ରାଜ୍ୟ ସରକାର ୭୦ରୁ ୯୦ ପ୍ରତିଶତ ରିହାତିର ବ୍ୟବସ୍ଥା କରିଛନ୍ତି।

ଏହି ଯୋଜନା ମାଧ୍ୟମରେ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ଚାଷୀ ସଂଗଠନ ଏବଂ ସାଧାରଣ ଚାଷୀମାନଙ୍କ ପାଇଁ ଚଳିତ ବର୍ଷ ୧୦ ଲକ୍ଷ ପ୍ଲାଷ୍ଟିକ୍‌ କ୍ରେଟସ୍‌ ଶତକଡ଼ା ୯୦ ଭାଗ ରିହାତି ଦରରେ ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି। ପୁରୀ ଜିଲ୍ଲାର ସମସ୍ତ ୧୧ଟି ବ୍ଲକ୍‌ରେ ହାରାହାରି ୩୨୦୦ ଟି ପ୍ଲାଷ୍ଟିକ୍‌ କ୍ରେଟସ୍‌ ହିସାବରେ ସମୁଦାୟ ୩୨୯୫୦ଟି କ୍ରେଟସ୍‌ ଯୋଗାଇ ଦିଆଯିବାର ଲକ୍ଷ୍ୟ ରଖାଯାଇଛି।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ପୁରୀ ଜିଲ୍ଲା ପରିଷଦର ଉପାଧ୍ୟକ୍ଷ ଶ୍ରୀ ସ୍ୱାଧୀନ ନାୟକ, ଉଦ୍ୟାନ କୃଷି ବିଭାଗ ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା, କାକଟପୁର ବ୍ଲକ୍‌ ଅଧ୍ୟକ୍ଷ ଶ୍ରୀ ଶ୍ରୀଧର ନାୟକ, ଉଦ୍ୟାନ କୃଷି ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସଚିନ୍ଦ୍ରନାଥ ଭୋଳ, ଉପ-ଉଦ୍ୟାନ କୃଷି ନିର୍ଦ୍ଦେଶିକା ଶ୍ରୀମତୀ ମଞ୍ଜୁଳା ତ୍ରୀପାଠୀ, କାକଟପୁର ବିଡିଓ ଶ୍ରୀ ତୁଷାର ଜ୍ୟୋତି ରଞ୍ଜନ ପ୍ରମୁଖ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

‘ମୋ ଖତ’ ‘ଜିଆ ଖତ’ କୁ ଗୁରୁତ୍ବ ଦେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: କୃଷି କ୍ଷେତ୍ରରେ ଜୈବିକ କୃଷି ଉପାଦାନର ବ୍ୟବହାରକୁ ବୃଦ୍ଧି କରି ରାସାୟନିକ ସାର ବ୍ୟବହାରକୁ ସନ୍ତୁଳିତ କରିବାକୁ ରାଜ୍ୟ ସରକାର ଗୁରୁତ୍ୱ ପ୍ରଦାନ କରୁଛନ୍ତି । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବିଭିନ୍ନ ଯୋଜନାରେ ‘ମୋ ଖତ’, ‘ଜିଆ ଖତ’, ଫାର୍ମ କମ୍ପୋଷ୍ଟ ଆଦିର ପ୍ରୟୋଗକୁ ସୁନିଶ୍ଚିତ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ପରିପ୍ରେକ୍ଷୀରେ ଆସନ୍ତା ୭ ଦିନ ମଧ୍ୟରେ ଜୈବିକ କୃଷି ଉପାଦାନର ବ୍ୟବହାର ସମ୍ବନ୍ଧୀୟ ଏକ ମାର୍ଗଦର୍ଶିକା ଉଦ୍ୟାନ କୃଷି ନିର୍ଦ୍ଦେଶକଙ୍କ ତତ୍ତ୍ୱାବଧାନରେ ପ୍ରସ୍ତୁତ କରିବାକୁ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି।

ଆଜି କୃଷି ଭବନଠାରେ ଆୟୋଜିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ କୃଷି ବିଭାଗର ବିଭିନ୍ନ ଯୋଜନାରେ ଚାରାରୋପଣ କାର୍ଯ୍ୟକ୍ରମରେ ଜୈବିକ କୃଷି ଉପାଦାନର ବ୍ୟବହାର ସଂପର୍କରେ ସମୀକ୍ଷା କରି ବିଭିନ୍ନ କ୍ଷେତ୍ରରେ ବ୍ୟବହାର କରାଯାଉଥିବା ‘ଜୈବିକ ଖତ’, ‘ଜିଆ ଖତ’, ‘ମୋ ଖତ’ ଇତ୍ୟାଦିର ଗୁଣବତ୍ତାକୁ ସୁନିଶ୍ଚିତ କରିବା ପାଇଁ ବ୍ୟାପକ ଭାବରେ ନମୁନା ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ଦକ୍ଷତା ବିକାଶ କରି ଅଧିକ ସଂଖ୍ୟାରେ ଜୈବିକ ଖତ ପ୍ରସ୍ତୁତ କାର୍ଯ୍ୟରେ ନିୟୋଜିତ କରାଯାଇ ସେମାନଙ୍କ ଦ୍ୱାରା ଉତ୍ପାଦିତ ଖତକୁ ବିଭାଗର ବିଭିନ୍ନ ଯୋଜନାରେ କିଣିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ କୃଷି ବିଜ୍ଞାନ କେନ୍ଦ୍ରଗୁଡ଼ିକ ସବୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଜିଆ ଖତ ପ୍ରସ୍ତୁତ କରିବା ପାଇଁ ତାଲିମ ମାଧ୍ୟମରେ ଆବଶ୍ୟକ କୌଶଳ ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ।

ସେହିପରି ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ମାଧ୍ୟମରେ ସ୍ଥାପିତ ଜିଆଖତ ପ୍ରକଳ୍ପ ଉଦ୍ୟୋଗୀମାନଙ୍କଠାରୁ ମଧ୍ୟ ପ୍ରସ୍ତୁତ ଖତର ଗୁଣାତ୍ମକ ମାନ ପରୀକ୍ଷା କରି ବିଭାଗ ପକ୍ଷରୁ କିଣାଯିବା ପାଇଁ ପରାମର୍ଶ ଦେଇଥିଲେ। ବିଭିନ୍ନ ବେସରକାରୀ ‘ଖତ’ ଯୋଗାଣକାରୀ ସଂସ୍ଥାଗୁଡ଼ିକ ଦ୍ୱାରା ପ୍ରସ୍ତୁତ ଖତର ଗୁଣାତ୍ମକ ମାନ ନିରୀକ୍ଷଣ ଓ ସେମାନଙ୍କ ପ୍ଲାଣ୍ଟର କ୍ଷମତା ପରିଦର୍ଶନ କରିବା ପାଇଁ ବିଭାଗର ଏକ ବୈଷୟିକ ଦଳ ପଠାଇବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ଏଥି ସହିତ ‘ସୁରଭି’ ଆଉଟ୍‌ଲେଟ୍‌ ମାଧ୍ୟମରେ ‘ଖତ’ ସହ ଛୋଟ ଛୋଟ କୃଷି ଯନ୍ତ୍ରପାତି ଓ ଉପକରଣ ଯୋଗାଇଦେବା ପାଇଁ ବ୍ୟବସ୍ଥା କରାଯାଉଥିବା ବୈଠକରେ ଆଲୋଚନା ହୋଇଥିଲା ।

ବୈଠକରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ, ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା, ମିଶନ ଶକ୍ତି ବିଭାଗର ରାଜ୍ୟ ମିଶନ୍‌ ଡାଇରେକଫର ତଥା ସିଇଓ ଡ. ଏନ୍‌. ତିରୁମାଲା ନାୟକଙ୍କ ସମେତ ନଗର ଓ ଗୃହ ନିର୍ମାଣ ବିଭାଗ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ସ୍ୱଚ୍ଛ ଭାରତ, ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀ ଯୋଗଦେଇଥିବାବେଳେ ସମସ୍ତ ଜିଲ୍ଲାର ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଉପନିର୍ଦ୍ଦେଶକ, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି, ପି.ଡି., ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଭିଡ଼ିଓ କନ୍‌ଫରେନ୍ସ ମାଧ୍ୟମରେ ଯୋଗଦେଇଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ସିଆଇଆଇ ପ୍ରତିନିଧିଙ୍କ ସହ କୃଷିମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର: ରାଜ୍ୟରୁ ଅଧିକ ପରିମାଣର କୃଷିଜାତ ଦ୍ରବ୍ୟ, ମାଛ ଏବଂ ସାମୁଦ୍ରିକ ଖାଦ୍ୟ ଦୁବାଇ, ସିଙ୍ଗାପୁର ଏବଂ ବ୍ୟାଙ୍କକ୍‌କୁ ରପ୍ତାନୀର ସୁଯୋଗକୁ ବିନିଯୋଗ କରି ରାଜ୍ୟର କୃଷକମାନଙ୍କ ଆୟବୃଦ୍ଧି କରିବା ଦିଗରେ ପଦକ୍ଷେପ ନିଆଯିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।
ଗୁରୁବାର ଦିନ ମନ୍ତ୍ରୀ ଶ୍ରୀ ସ୍ୱାଇଁ କୃଷି ଭବନଠାରେ କନ୍‌ଫେଡେରେସନ୍‌ ଅଫ୍‌ ଇଣ୍ଡିଆନ୍‌ ଇଣ୍ଡଷ୍ଟି୍ରଜ୍‌ର ନୂଆଦିଲ୍ଲୀ ଏବଂ ଓଡ଼ିଶାର ପ୍ରତିନିଧିମାନଙ୍କ ସହିତ ଏକ ବୈଠକରେ ଏହିସବୁ ଦେଶକୁ କୃଷି ଓ ମତ୍ସ୍ୟଜାତ ଦ୍ରବ୍ୟର ରପ୍ତାନୀ ସୁଯୋଗ ସଂପର୍କରେ ବିଶଦ ଭାବରେ ଆଲୋଚନା କରିଥିଲେ।
ସଂପ୍ରତି ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର ଓ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନସେବା ଆରମ୍ଭ ହୋଇଥିବା ପରିପ୍ରେକ୍ଷୀରେ ଓଡ଼ିଶାରୁ ସେହିସବୁ ଦେଶକୁ କୃଷିଜାତ ଦ୍ରବ୍ୟର ରପ୍ତାନୀ ସୁଯୋଗ ବୃଦ୍ଧି ପାଇଛି। ରାଜ୍ୟର ଚାଷୀମାନଙ୍କ ହିତ ଦୃଷ୍ଟିରୁ କୃଷି ଓ କୃଷକ ସଶକ୍ତିକରଣ ଏବଂ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ପକ୍ଷରୁ ରପ୍ତାନୀ ବୃଦ୍ଧିର ସମ୍ଭାବନାକୁ ଉପଯୋଗ ନିମନ୍ତେ ବିହିତ ପଦକ୍ଷେପ ନେବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀଙ୍କ ସମେତ ସିଆଇଆଇର ପ୍ରତିନିଧିମାନେ ଯୋଗଦେଇଥିଲେ।
Categories
ଆଜିର ଖବର ଜାତୀୟ ଖବର

ଗତବର୍ଷର ୪ ଲକ୍ଷ ମେଟ୍ରିକ ଟନ୍‌ ୟୁରିଆ ଯୋଗାଣ ଅବ୍ୟାହତ ରଖିବା ପାଇଁ କୃଷିମନ୍ତ୍ରୀ ଶ୍ରୀ ସ୍ୱାଇଁଙ୍କ ଦାବି

ଭୁବନେଶ୍ୱର: ରାଜ୍ୟର ଚାଷୀମାନେ କୃଷିକାର୍ଯ୍ୟରେ ପାରମ୍ପରିକ ୟୁରିଆ ସାର ବ୍ୟବହାର କରିଥାଆନ୍ତି। ରାଜ୍ୟରେ ‘ନାନୋ’ ୟୁରିଆ ସାରର ପ୍ରଚଳନ ଆରମ୍ଭ ହୋଇଯାଇଛି। ଚାଷୀମାନେ ପାରମ୍ପରିକ ୟୁରିଆ ସାର ବ୍ୟବହାରକୁ ପସନ୍ଦ କରୁଥିବାରୁ ବର୍ତ୍ତମାନ ପରିପ୍ରେକ୍ଷୀରେ ୟୁରିଆ ସାର ବ୍ୟବହାର କମ୍‌ କରିବା ଦ୍ୱାରା କୃଷି ଉତ୍ପାଦନ ବ୍ୟାହତ ହେବାର ଆଶଙ୍କା ରହିଛି।
ଏହି ପରିପ୍ରେକ୍ଷୀରେ ଓଡ଼ିଶାକୁ କେନ୍ଦ୍ର ତରଫରୁ ଗତବର୍ଷ ପରି ୪ ଲକ୍ଷ ମେଟ୍ରିକ୍‌ ଟନ୍‌ ୟୁରିଆ ଯୋଗାଣକୁ ଅବ୍ୟାହତ ରଖିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।
ଆଜି ଭିଡ଼ିଓ କନ୍‌ଫରେନ୍ସ ଜରିଆରେ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଡ. ମନସୁଖ ମାଣ୍ଡଭିୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଲେ ଯେ ସାର ଉଚିତ ପରିମାଣରେ ଉପଲବ୍ଧ ନହେଲେ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯିବାର ସମ୍ଭାବନା ରହିଛି। ଏଥି ସହିତ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ ରାସାୟନିକ ସାରର ବ୍ୟବହାର କମ୍‌ ହେଉଥିବା ପରିପ୍ରେକ୍ଷୀରେ ‘ପିଏମ୍‌-ପ୍ରଣାମ’ ଯୋଜନାରେ ସଞ୍ଚୟ ହେବାକୁ ଥିବା ଅର୍ଥରୁ ସହାୟତା ରାଶିର ସର୍ବୋଚ୍ଚ ପରିମାଣ ୫୦ ପ୍ରତିଶତ ନିୟମକୁ ରାଜ୍ୟ ନିମନ୍ତେ କୋହଳ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ। ଅନ୍ୟଥା ରାଜ୍ୟ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ଏଥି ସହିତ ରାଜ୍ୟରେ ମୋଟ ୭୦ ପ୍ରତିଶତ ଚାଷ ଜମିରେ ଅମ୍ଳ ଏବଂ ୬ ପ୍ରତିଶତ ଚାଷଜମିରେ ଲବଣାଂଶ ଅଧିକ ରହୁଥିବା ଦୃଷ୍ଟିରୁ ମୃତ୍ତିକା ସ୍ୱାସ୍ଥ୍ୟର ଉନ୍ନତି ନିମନ୍ତେ ଅଧିକ ପରିମାଣର କେନ୍ଦ୍ର ସହାୟତା ଯୋଗାଇଦେବା ଆବଶ୍ୟକ। ପର୍ଯ୍ୟାୟ କ୍ରମେ ‘ନାନୋ’ ୟୁରିଆ ବ୍ୟବହାର ସଂପର୍କରେ ଓଡ଼ିଶାର ଚାଷୀମାନଙ୍କୁ ସଚେତନ କରାଯାଉଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି।
ଏହି ପରିପ୍ରେକ୍ଷୀରେ ପୂର୍ବ ବର୍ଷ ପରି ଚଳିତ ଋତୁରେ ୪ ଲକ୍ଷ ମେଟି୍ରକ୍‌ ଟନ୍‌ ୟୁରିଆ ଯୋଗାଇଦେବା ସହିତ ୭୫ ହଜାର ମେଟି୍ରକ୍‌ ଟନ ଏମ୍‌ଓପି ସାର ଯୋଗାଇଦେବାକୁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଅନୁରୋଧ କରିଛି। ସଂପ୍ରତି ରାଜ୍ୟରେ ପ୍ରାୟ ୩୯ ହଜାର ମେଟି୍ରକ୍‌ ଟନ୍‌ ଏମ୍‌ଓପି ସାର ନିଅଣ୍ଟ ରହିଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ବୈଠକରେ ପ୍ରକାଶ କରିଥିଲେ।
ବୈଠକରେ କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ବିଭିନ୍ନ ରାଜ୍ୟର କୃଷି ମନ୍ତ୍ରୀଙ୍କ ସମେତ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ ଯୋଗଦେଇଥିଲେ।
Categories
ଆଜିର ଖବର ରାଜ୍ୟ ଖବର

ପ୍ରାଣୀଧନ ନିରୀକ୍ଷକ ସଂଘର ବିଭିନ୍ନ ଦାବି ସଂପର୍କରେ ଆଲୋଚନା

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅଧ୍ୟକ୍ଷତାରେ  ଆଜି ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ରାଜ୍ୟରେ କାର୍ଯ୍ୟରତ ପ୍ରାଣୀଧନ ନିରୀକ୍ଷକ ସଂଘର ବିଭିନ୍ନ ଦାବି ସଂପର୍କରେ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। କୃଷି ଭବନଠାରେ ଆୟୋଜିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି ଯେ ବିଭାଗ ପକ୍ଷରୁ ସଂଘର ବିଭିନ୍ନ ଦାବି ସଂପର୍କରେ ଅନୁଧ୍ୟାନ କରାଯାଉଛି।
ଏହି ପରିପ୍ରେକ୍ଷୀରେ ସଂଘ ତରଫରୁ ତୁରନ୍ତ ଧର୍ମଘଟ ପ୍ରତ୍ୟାହାର କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ସଂଘର କର୍ମକର୍ତ୍ତା ଓ ପ୍ରତିନିଧିମାନଙ୍କୁ ଅନୁରୋଧ କରିଛନ୍ତି।
ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, କଟକ-ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳଙ୍କ ସମେତ ସଂଘର ସଭାପତି, ସାଧାରଣ ସଂପାଦକ ଓ ଅନ୍ୟାନ୍ୟ କର୍ମକର୍ତ୍ତା ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
Categories
ବିଶେଷ ଖବର

ନିର୍ମାଣାଧିନ ପ୍ରାଣୀ ଚିକିତ୍ସାଳୟଗୁଡ଼ିକ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବାକୁ ମନ୍ତ୍ରୀ ସ୍ୱାଇଁଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ନିର୍ମାଣଧିନ ସମସ୍ତ ପ୍ରାଣୀ ଚିକିତ୍ସାଳୟଗୁଡ଼ିକ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସଂପୃକ୍ତ ନିର୍ମାଣକାରୀ ସଂସ୍ଥାଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟରେ ପ୍ରାଣୀମାନଙ୍କୁ ଉନ୍ନତ ଚିକିତ୍ସାସେବା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟରେ ୧୭୫ଟି ନୂତନ ବ୍ଲକ୍‌ ପ୍ରାଣୀଚିକିତ୍ସା ଡିସ୍‌ପେନ୍‌ସାରୀ, ଜିଲ୍ଲା ପ୍ରାଣୀଚିକିତ୍ସା ଡିସ୍‌ପେନ୍‌ସାରୀ ଏବଂ ପ୍ରାଣୀଚିକିତ୍ସା ହସ୍‌ପିଟାଲ୍‌ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ମାଣ କରାଯାଉଥିବାବେଳେ ଆଜି କୃଷି ଭବନଠାରେ ଆୟୋଜିତ ବୈଠକରେ ନିର୍ମାଣର ଅଗ୍ରଗତି ସଂପର୍କରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ସମୀକ୍ଷା କରିଥିଲେ।
ଏହି ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ନିର୍ମାଣ କାର୍ଯ୍ୟକୁ ଯଥାଶୀଘ୍ର ସାରିବା ପାଇଁ ଓସିିସିଏଲ୍‌, ଓଏସ୍‌ଆଇସି, ଏନ୍‌ପିସିସି ଆଦି ପବ୍ଲିକ୍‌ ସେକଫର ଅଣ୍ଡରଟେକିଂ ସଂସ୍ଥାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ନିର୍ମାଣକାର୍ଯ୍ୟର ଅଗ୍ରଗତି ସଂପର୍କରେ ବିଭାଗୀୟ ଅଧିକାରୀମାନେ ନିୟମିତ ନିରୀକ୍ଷଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହେବା ପରେ ତୃତୀୟ ପକ୍ଷ ଦ୍ୱାରା ସମସ୍ତ ନିର୍ମାଣ କାର୍ଯ୍ୟର ମୂଲ୍ୟାଙ୍କନ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି।
ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ନିର୍ମାଣାଧିନ ଡିସ୍‌ପେନ୍‌ସାରୀଗୁଡ଼ିକର ସଦ୍ୟତମ ସ୍ଥିତି ସଂପର୍କରେ ସୂଚନା ଦେଇଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ୟେଦୁଲ୍ଲା ବିଜୟ, ଓସିସିଏଲ୍‌, ଓଏସ୍‌ଆଇସି, ଏନ୍‌ପିସିସି ଆଦି ସଂସ୍ଥାର ପରିଚାଳନା ନିର୍ଦ୍ଦେଶକ ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।
Categories
ବିଶେଷ ଖବର

ସମସ୍ତ ଜିଲ୍ଲାରେ ମୃତ୍ତିକା ଓ ଜଳବାୟୁ ଅନୁକୂଳ ଫଳଚାଷ କରାଯିବ: କୃଷି ମନ୍ତ୍ରୀ ଶ୍ରୀ ସ୍ୱାଇଁ

ଭୁବନେଶ୍ୱର: ସ୍ଥାନୀୟ ମୃତ୍ତିକା ଓ ଜଳବାୟୁ ଅନୁସାରେ ରାଜ୍ୟରେ ସମସ୍ତ ଜିଲ୍ଲାରେ ଫଳଚାଷ କରି ଚାଷୀମାନଙ୍କର ଆୟବୃଦ୍ଧି କରିବାର ପ୍ରକ୍ରିୟାକୁ ବ୍ୟାପକ କରାଯିବ। ରାଜ୍ୟରେ ଖାଇବା ତେଲ ଚାହିଦା ମେଣ୍ଟାଇବା ଦିଗରେ ଅଏଲ୍‌ପାମ୍‌ ଚାଷକୁ ପ୍ରୋତ୍ସାହିତ କରାଯିବା ସହିତ ଓଏମ୍‌ବିଏଡିସି ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ଘରଦୁଆରେ ପୁଷ୍ଟି କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରାଯାଉଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।

କୃଷି ଭବନଠାରେ ଆୟୋଜିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ଅଧିନରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମର ଅଗ୍ରଗତିର ସମୀକ୍ଷା କରି କହିଲେ ଯେ ରାଜ୍ୟରେ ଉଦ୍ୟାନ କୃଷି ମାଧ୍ୟମରେ ବିଭିନ୍ନ ଫଳ ଓ ପନିପରିବା ଚାଷ ନିମନ୍ତେ ରାଜ୍ୟ ସରକାର ଅନେକ ଯୋଜନା ମାଧ୍ୟମରେ ଚାଷୀମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦେଇଛନ୍ତି। ଯୋଜନାଗୁଡ଼ିକ ଯେପରି ହିତାଧିକାରୀ ଚାଷୀଙ୍କ ନିକଟରେ ସଠିକ ଭାବରେ ପହଞ୍ଚିପାରିବ ସେଥି ନିମନ୍ତେ କ୍ଷେତ୍ର ଅଧିକାରୀମାନେ ଅଧିକ ତତ୍ପରତା ପ୍ରକାଶ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ନିର୍ଦ୍ଦେଶ ଦେଇଥିଲେ। କୃଷି ଉତ୍ପାଦନରେ ଉଦ୍ୟାନକୃଷିର ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ରହିଥିବାରୁ ଭିତ୍ତିଭୂମିର ବିକାଶ ନିମନ୍ତେ ପଦକ୍ଷେପ ନିଆଯାଉଛି।

୨୦୨୨-୨୩ ବର୍ଷରେ ରାଜ୍ୟରେ ଫଳ ଓ ପନିପରିବା ଆଦି ଉଦ୍ୟାନକୃଷି ଉତ୍ପାଦନ ମୋଟ ୧୩.୬୯ ମିଲିୟନ୍‌ ଟନ୍‌ରୁ ଊଦ୍ଧ୍ୱର୍ ବୋଲି ଉଦ୍ୟାନ କୃଷି ନିର୍ଦ୍ଦେଶାଳୟର ଦ୍ୱିତୀୟ ଆଗୁଆ ଆକଳନରୁ ଜଣାପଡ଼ିଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ। ଉଦ୍ୟାନକୃଷି ଅଧିକାରୀ ଓ କର୍ମଚାରୀଙ୍କୁ ଫଳ ଓ ପନିପରିବା ଚାଷର ନୂତନ ଜ୍ଞାନକୌଶଳ ସଂପର୍କରେ ଅବଗତ କରାଇବା ନିମନ୍ତେ ନିୟମିତ ବ୍ୟବଧାନରେ ରିଫ୍ରେସର ଟ୍ରେନିଙ୍ଗର ବ୍ୟବସ୍ଥା କରିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥି ସହିତ ଖାଲିଥିବା ପଦବୀଗୁଡ଼ିକୁ ଯଥାଶୀଘ୍ର ପୂରଣ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି ସେ କହିଥିଲେ।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ କହିଲେ ଯେ ଫଳ ଓ ପନିପରିବା ସୁରକ୍ଷିତ ରଖିବା ନିମନ୍ତେ ବିଭାଗ ପକ୍ଷରୁ ୧୦ ଲକ୍ଷ ପ୍ଲାଷ୍ଟିକ କ୍ରେଟ୍‌ ଯୋଗାଇ ଦିଆଯିବ। ରାଜ୍ୟରେ ଟିସୁ୍ୟ କଲଚର ଆଧାରିତ ଚାରା ରୋପଣର ବହୁଳ ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଉଛି। କୁଚିଣ୍ଡା ଲଙ୍କା ମରିଚର ଚାହିଦା ଦୃଷ୍ଟିରୁ ଏହାର ପ୍ରସାର ନିମନ୍ତେ ପଦକ୍ଷେପ ନିଆଯାଇଛି ବୋଲି ଡ. ପାଢ଼ୀ କହିଥିଲେ।

ରାଜ୍ୟରେ ଛତୁଚାଷ ମାଧ୍ୟମରେ ଗ୍ରାମୀଣ ମହିଳା, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ରୋଜଗାର ଯୋଗାଇଦେବା ସହିତ କୃଷି ଉଦ୍ୟୋଗୀ ସୃଷ୍ଟିକୁ ବ୍ୟାପକ କରାଯିବା ଉପରେ ପ୍ରମୁଖ ସଚିବ ଗୁରୁତ୍ୱ ଦେବା ସହିତ ରାଜ୍ୟର ସବୁ ଜିଲ୍ଲାରେ ବଟନ ଛତୁ ଚାଷକୁ ପ୍ରୋତ୍ସାହିତ କରିବା ପାଇଁ କ୍ଷେତ୍ର ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ବୈଠକରେ ଉଦ୍ୟନକୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ଉଦ୍ୟାନ କୃଷିର ବିଭିନ୍ନ ଯୋଜନାର ଅଗ୍ରଗ୍ରତି ସଂପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ। ବୈଠକରେ ଉଦ୍ୟାନକୃଷିର ଅତିରିକ୍ତ ନିର୍ଦ୍ଦେଶକଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

‘ଓମ୍‌ଫେଡ୍‌’ର ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ନେଇ ସମୀକ୍ଷା ବୈଠକ

ଭୁବନେଶ୍ୱର: ରାଜ୍ୟର କୃଷକମାନଙ୍କ ଆୟବୃଦ୍ଧି ଦିଗରେ ପ୍ରାଣୀପାଳନର ବିଶେଷ ଭୂମିକା ରହିଥିବାବେଳେ ରାଜ୍ୟ ସରକାର ଏଥି ନିମନ୍ତେ ଅନେକ ପ୍ରୋତ୍ସାହନ ଯୋଗାଇ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ବିଗତ ୨୦ ବର୍ଷ ମଧ୍ୟରେ ରାଜ୍ୟ ଦୁଗ୍ଧ ଉତ୍ପାଦନ ବହୁଗୁଣ ବୃଦ୍ଧି ପାଇଛି। ୨୦୦୦ ମସିହାର ଦୁଗ୍ଧ ଉତ୍ପାଦନ ୮ ଲକ୍ଷ ୭୫ ହଜାର ମେଟି୍ରକ୍‌ ଟନ୍‌ରୁ ୨୦୨୧ରେ ୨୩ ଲକ୍ଷ ୭୩ ହଜାର ମେଟି୍ରକ୍‌ ଟନକୁ ବୃଦ୍ଧି ପାଇଛି। ରାଜ୍ୟରେ ଦୁଗ୍ଧ ଉତ୍ପାଦନରେ ଅଧିକ ବୃଦ୍ଧି ଘଟାଇ ମୁଣ୍ଡପିଛା ହାରାହାରି ଦୁଗ୍ଧ ଉପଲବ୍ଧତା ବଢ଼ାଇବା ଦିଗରେ ଓମ୍‌ଫେଡ୍‌ ଅଧିକ ତତ୍ପରତା ପ୍ରକାଶ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।

ମଙ୍ଗଳବାର ଦିନ କୃଷି ଭବନଠାରେ ଆୟୋଜିତ ବୈଠକରେ ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦକ ମହାସଂଘ ଲିମିଟେଡ୍‌ ‘ଓମ୍‌ଫେଡ୍‌’ର ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଲେ ଯେ ଦୁଗ୍ଧ ଚାଷୀ ସଦସ୍ୟ ସଂଖ୍ୟା ବୃଦ୍ଧି କରି ଦୁଗ୍ଧ ଉତ୍ପାଦନରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରିବା ସହିତ ଜନସାଧାରଣଙ୍କ ନିମନ୍ତେ ପୁଷ୍ଟିକର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ ଯୋଗାଣ ବୃଦ୍ଧି ଦିଗରେ ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁ। ସମବାୟ ସମିତି ଗଠନ ମାଧ୍ୟମରେ ଅଧିକରୁ ଅଧିକ ଦୁଗ୍ଧ ଚାଷୀଙ୍କୁ ଓମ୍‌ଫେଡ୍‌ର ସଦସ୍ୟଭୁକ୍ତ କରିବା ସହିତ ସେମାନଙ୍କୁ ରୋଜଗାର ବୃଦ୍ଧି ଦିଗରେ ଏକ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରିବା ପାଇଁ ସେ କହିଥିଲେ। ଏଥି ସହିତ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟ ନିମନ୍ତେ ଦୁଗ୍ଧଚାଷୀମାନଙ୍କଠାରୁ ଅଧିକ ଦୁଗ୍ଧ ସଂଗ୍ରହ ଦିଗରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ପାଇଁ କହିଥିଲେ। ରାଜ୍ୟ ସରକାରଙ୍କ କୃତି୍ରମ ପ୍ରଜନନ କାର୍ଯ୍ୟକ୍ରମ ମାଧ୍ୟମରେ ଗୋପାଳକମାନେ ବିଶେଷ ଭାବରେ ଉପକୃତ ହେଉଛନ୍ତି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ପ୍ରକାଶ କରିଥିଲେ। ଚାଷୀମାନଙ୍କର କଲ୍ୟାଣ ଦିଗରେ ଓମ୍‌ଫେଡ୍‌ର ପ୍ରତିବଦ୍ଧତା ରହିଥିବାବେଳେ ସେମାନଙ୍କର ଆର୍ଥିକ ବିକାଶ ଦିଗରେ ଓମ୍‌ଫେଡ୍‌କୁ ଅଧିକ କ୍ରିୟାଶୀଳ ହେବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ପରାମର୍ଶ ଦେଇଥିଲେ।

ବୈଠକରେ ମିá ୟୁନିୟନ୍‌ଗୁଡ଼ିକର ସଭାପତିମାନେ ସେମାନଙ୍କ ସମସ୍ୟାର ସମାଧାନ ଦିଗରେ ବିଭିନ୍ନ ପ୍ରସ୍ତାବ ଦେଇଥିବାବେଳେ ଓମ୍‌ଫେଡ୍‌ ପକ୍ଷରୁ ସେଗୁଡ଼ିକ ତର୍ଜମା କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟର ଦୁଗ୍ଧଚାଷୀଙ୍କ ଉନ୍ନତି ନିମନ୍ତେ ବିଭିନ୍ନ ରାଜ୍ୟର ଦୁଗ୍ଧ ସମବାୟ ସମିତିର କାର୍ଯ୍ୟଧାରାର ଏକ ତୁଳନାତ୍ମକ ବିଶ୍ଳେଷଣ କରି ଓଡ଼ିଶା ନିମନ୍ତେ ଏକ କାର୍ଯ୍ୟଖସଡ଼ା ପ୍ରସ୍ତୁତ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଓମ୍‌ଫେଡ୍‌ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁଙ୍କ ଦ୍ୱାରା ଓମ୍‌ଫେଡ୍‌ ପକ୍ଷରୁ ପ୍ରକାଶିତ ପୁସ୍ତିକା ‘ପ୍ରାଣୀପାଳନ ସହାୟିକା’ର ଶୁଭ ଉନ୍ମୋଚନ ହୋଇଥିଲା।

ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ୟେଦୁଲ୍ଲା ବିଜୟ, ଓମ୍‌ଫେଡ୍‌ର ସଭାପତି କିଶୋର ଚନ୍ଦ୍ର ପ୍ରଧାନୀ, ଓମ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ଆଶିଷ ଚନ୍ଦ୍ର ସିହ୍ନାଙ୍କ ସମେତ ବରିଷ୍ଠ ବିଭାଗୀୟ ଅଧିକାରୀ, ମିá ୟୁନିୟନ୍‌ର ସଭାପତି ଓ ସଦସ୍ୟସଦସ୍ୟମାନେ ଯୋଗଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

୫-‘ଟି’ ଉପକ୍ରମରେ କାର୍ଯ୍ୟକାରୀ ହେଉଥିବା କୃଷି ବିଭାଗର ବିଭିନ୍ନ ଯୋଜନାର ଅଗ୍ରଗତି ନେଇ ସମୀକ୍ଷା

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ କାର୍ଯ୍ୟକାରୀ ହେଉଥିବା ମହତ୍ତ୍ୱପୂର୍ଣ୍ଣ ଯୋଜନାଗୁଡ଼ିକୁ ୫-‘ଟି’ ଉପକ୍ରମରେ ସାମିଲ କରାଯାଇ ଯୋଜନାର ରୂପାୟନକୁ ତ୍ୱରାନ୍ୱିତ କରାଯାଇପାରିଛି। ଏହା ଦ୍ୱାରା ରାଜ୍ୟରେ କୃଷି ଉତ୍ପାଦନ ବୃଦ୍ଧି ପାଇବା ସହିତ ଚାଷୀମାନଙ୍କ ଆୟବୃଦ୍ଧି ଘଟିବା ସହିତ ସେମାନେ ଆତ୍ମନିର୍ଭର ହୋଇପାରିଛନ୍ତି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।

ଆଜି କୃଷି ଭବନରେ ଆୟୋଜିତ ବୈଠକରେ ୫-‘ଟି’ ଉପକ୍ରମରେ କାର୍ଯ୍ୟକାରୀ ହେଉଥିବା କୃଷି ବିଭାଗର ବିଭିନ୍ନ ଯୋଜନାର ଅଗ୍ରଗତି ସଂପର୍କରେ ସମୀକ୍ଷା କରି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଲେ ଯେ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ପ୍ରକୃତ ଭାଗଚାଷୀ ଏବଂ ଭୂମିହୀନ କୃଷକ ପରିବାରଙ୍କ ଆୟବୃଦ୍ଧି ଓ ଜୀବିକା ନିର୍ବାହ ଦିଗରେ କାଳିଆ ଯୋଜନା ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ। ରାଜ୍ୟର କୌଣସି ଯୋଗ୍ୟ ହିତାଧିକାରୀ ଯେପରି ଏହି ଯୋଜନାରୁ ବାଦ ନପଡ଼ନ୍ତି ସେଥି ପ୍ରତି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ କାଳିଆ ଯୋଜନାରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଚାଷ କାର୍ଯ୍ୟରେ ଆର୍ଥିକ ସହାୟତା, ଭୂମିହୀନ ପରିବାରର ଫଳପ୍ରଦ ଜୀବିକାନିର୍ବାହ ନିମନ୍ତେ ଆର୍ଥିକ ସହାୟତା, କାଳିଆ ପରିବାରର ପିଲାମାନଙ୍କୁ ବୈଷୟିକ ଓ ବୃତ୍ତିଗତ ଶିକ୍ଷା ନିମନ୍ତେ ସରକାରୀ ଶିକ୍ଷାନୁଷ୍ଠାନରେ କାଳିଆ ଛାତ୍ରବୃତ୍ତି ପ୍ରଦାନ ଆଦି ମୁଖ୍ୟ ଅଙ୍ଗ ହୋଇଥିବାବେଳେ ଏହାକୁ ଅଧିକ ବ୍ୟାପକ କରାଯିବା ପାଇଁ ବିଚାର କରାଯାଉଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ।

ବୈଠକରେ କାଳିଆ ଯୋଜନା ସଂପର୍କିତ ବିଭିନ୍ନ ସମସ୍ୟାର ସମାଧାନ କରାଯିବା ଦିଗରେ ସ୍ୱତନ୍ତ୍ର ‘କାଳିଆ ମାସ’ ପାଳନ କରାଯିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ କହିଥିଲେ। ସେହିପରି ୫-‘ଟି’ ଉପକ୍ରମରେ କୃଷି ସହିତ ଆନୁଷଙ୍ଗିକ କୃଷିକାର୍ଯ୍ୟକୁ ସମ୍ମିଳିତ କରି ରାଜ୍ୟର ୩୧୪ଟି ବ୍ଲକ୍‌ର ଏକ ଲକ୍ଷ ଚାଷୀଙ୍କ ଆୟକୁ ଦ୍ୱିଗୁଣିତ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।

ଚାଷୀଙ୍କ ଆୟବୃଦ୍ଧି ଦିଗରେ ଫସଲର ବିବିଧିକରଣରେ ଧାନ ବଦଳରେ ଅଣଧାନ ଫସଲ, ଡାଲି, ତୈଳବୀଜ, କପା, ମାଣ୍ଡିଆ, ଫଳ, ପନିପରିବା ଚାଷକୁ ଗୁରୁତ୍ୱ ଦିଆଯାଇ ସ୍ୱତନ୍ତ୍ର ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏଥି ସହିତ ଅଣଧାନ ଫସଲ, କପା, ଝୋଟ, ଡାଲି, ତୈଳବୀଜ ଓ ମାଣ୍ଡିଆ ଆଦି ରାଜ୍ୟ ସରକାରଙ୍କ ଦ୍ୱାରା ସଂଗ୍ରହ କରାଯାଇ ରାଜ୍ୟର ଚାଷୀଙ୍କ ଅତିରିକ୍ତ ଆୟବୃଦ୍ଧି କରିବା ପାଇଁ ପଦକ୍ଷେପ ନିଆଯାଇଛି। ବଳରାମ ଯୋଜନାରେ ଭୂମିହୀନ ଓ ପ୍ରକୃତ ଭାଗଚାଷୀମାନଙ୍କୁ ଯୁଗ୍ମ ଦେୟ ଗୋଷ୍ଠୀ ଗଠନ ମାଧ୍ୟମରେ ଫସଲ ଋଣ ଯୋଗାଇ ଦିଆଯାଉଥିବାବେଳେ ରାଜ୍ୟର ମହିଳାମାନଙ୍କୁ ସଶକ୍ତ ଓ ଆର୍ଥିକ ଦୃଷ୍ଟିରୁ ସ୍ୱାବଲମ୍ବୀ କରାଇବା ନିମନ୍ତେ ସେମାନଙ୍କୁ କୃଷି କ୍ଷେତ୍ରରେ ଅଧିକରୁ ଅଧିକ ସଂଖ୍ୟାରେ ନିୟୋଜିତ କରିବା ପାଇଁ ଯୋଜନା କାର୍ଯ୍ୟକାରୀ କରାଯାଇଛି। ୫-‘ଟି’ ଉପକ୍ରମରେ ପୁଷ୍ଟିଶସ୍ୟ ମାଣ୍ଡିଆ ଚାଷର ପ୍ରସାର ଓ ବ୍ୟବହାର ନିମନ୍ତେ ସର୍ବାଧିକ ଗୁରୁତ୍ୱ ଦିଆଯାଇଥିବାବେଳେ ଚାଷୀମାନଙ୍କୁ ‘ମୃତ୍ତିକା ସ୍ୱାସ୍ଥ୍ୟକାର୍ଡ’ ଯୋଗାଇ ଦିଆଯିବା ସହ ରସାୟନିକ ସାର ପ୍ରୟୋଗ ଦିଗରେ ପରାମର୍ଶ ଦିଆଯାଇଛି।

ଏଥି ସହିତ ବୈଠକରେ ଫାର୍ମପଣ୍ଡ ଯୋଜନା, ବିହନ ପ୍ରତିବଦଳ, ରପ୍ତାନୀ ନିମନ୍ତେ ବାସନା ଓ ଅଣବାସନାଯୁକ୍ତ ଦେଶୀ ଚାଉଳ ଉତ୍ପାଦନ, ଫଳ ଓ ପନିପରିବାରେ ଆତ୍ମନିର୍ଭରଶୀଳ ହେବା ନିମନ୍ତେ ସ୍ୱତନ୍ତ୍ର ପଦକ୍ଷେପ, ଚାଷକାର୍ଯ୍ୟରେ ଅଣପାରମ୍ପରିକ ଶକ୍ତି ବ୍ୟବହାର ବୃଦ୍ଧି, କୃଷକ ଉତ୍ପାଦକ ଗୋଷ୍ଠୀଙ୍କ ସଶକ୍ତିକରଣ, ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗୀ ଯୋଜନାର ପରିସୀମା ବୃଦ୍ଧି, ଉନ୍ନତ ଧରଣର ଜଳବିଭାଜିକା ପ୍ରକଳ୍ପ ନିର୍ମାଣ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟକୁ ଉତ୍କର୍ଷ କେନ୍ଦ୍ରରେ ପରିଣତ କରିବା, ବିଭିନ୍ନ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ଜରିଆରେ ଚାଷୀଙ୍କୁ ଉପଯୁକ୍ତ କୃଷି କାର୍ଯ୍ୟ ପାଇଁ ପରାମଶଁ ଦେବା, ‘ଆମ କୃଷି’ କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରିବା ଆଦି ୨୩ ଗୋଟି କାର୍ଯ୍ୟକ୍ରମ ସଂପର୍କରେ ବିଶଦ ଭାବରେ ସମୀକ୍ଷା କରାଯାଇଥିଲା।

ବୈଠକରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ, ଉଦ୍ୟାନକୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, କାଳିଆ ଯୋଜନାର ପରାମର୍ଶଦାତା ସାରଦା ପ୍ରସନ୍ନ ଜେନାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

Categories
ବିଶେଷ ଖବର

ଚାଷୀମାନଙ୍କ ଆୟକୁ ଦ୍ୱିଗୁଣିତ ଓ ବହୁଗୁଣିତ କରିବା ଉପରେ ଗୁରୁତ୍ଵାରୋପ କଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ

ଭୁବନେଶ୍ୱର: ଚାଷୀମାନଙ୍କ ଆୟକୁ ଦ୍ୱିଗୁଣିତ ଓ ବହୁଗୁଣିତ କରିବା ଦିଗରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ କୃଷି ବିଭାଗ ସହିତ ସମତାଳରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବାକୁ ପଡ଼ିବ। ଚାଷୀଙ୍କ ଆୟବୃଦ୍ଧି ଦିଗରେ ଗୋପାଳନ, କୁକୁଡ଼ା ଚାଷର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଥିବାବେଳେ ରାଜ୍ୟ ସରକାର ପ୍ରାଣୀପାଳନ ନିମନ୍ତେ ସାଧାରଣ ଚାଷୀଙ୍କ ସମେତ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ଭୁମିହୀନ ଚାଷୀଙ୍କ ନିମନ୍ତେ ଅନେକଗୁଡ଼ିଏ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କ୍ଷେତ୍ର ଅଧିକାରୀମାନେ ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ପୂରଣ କରିବା ଦିଗରେ ଅଧିକ ତତ୍ପରତା ପ୍ରକାଶ କରି ଯୋଜନାର ଲାଭ ସିଧାସଳଖ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଆଜି କୃଷି ଭବନଠାରେ ଆୟୋଜିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ପ୍ରାଣୀସଂପଦ ବିକାଶ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ଅଗ୍ରଗତିର ସମୀକ୍ଷା କରି ହିତାଧିକାରୀମାନେ କ୍ଷୁଦ୍ର ଓ ନାମମାତ୍ର ଚାଷୀ ହୋଇଥିବା ପରିପ୍ରେକ୍ଷୀରେ ସେମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ସବ୍‌ସିଡି ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରଦାନ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ଦ୍ୱାରା ହିତାଧିକାରୀମାନେ ଉତ୍ସାହିତ ହେବା ସହିତ ରାଜ୍ୟରେ ଅଣ୍ଡା, ମାଂସ ଓ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇବ। ଏଥି ସହିତ ଗ୍ରାମାଞ୍ଚଳର ଅର୍ଥନୀତିରେ ଗୋପାଳନ, କୁକୁଡ଼ା ପାଳନ, ବତକ ଓ ଛେଳି ପାଳନ ଆଦି ବର୍ଷସାରା ଚାଷୀଙ୍କୁ ରୋଜଗାର ଦେଉଥିବାରୁ ଅଧିକରୁ ଅଧିକ ଚାଷୀ ପରିବାରକୁ ଏଥି ପ୍ରତି ଆକୃଷ୍ଟ କରାଇବା ଦିଗରେ କ୍ଷେତ୍ର ଅଧିକାରୀମାନେ ଯନିବାନ ହେବା ନିମନ୍ତେ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ।
ବୈଠକରେ ଗ୍ରାମୀଣ ଘର ଅଗଣା କୁକୁଡ଼ା ପାଳନ, ୫୦୦ ଓ ୧୦୦୦ କୁକୁଡ଼ା କ୍ଷମତାବିଶିଷ୍ଟ ବ୍ରଏଲର ଫାର୍ମ ପ୍ରତିଷ୍ଠା, ୧୦୦୦ କ୍ଷମତା ବିଶିଷ୍ଟ ଅଣ୍ଡାଦିଆ କୁକୁଡ଼ା ପାଳନ, ସେମି କମର୍ସିଆଲ ବତକ ପାଳନ, ଓଏମ୍‌ବିଏଡିସି ଅନ୍ତର୍ଗତ ଜିଲ୍ଲା ଯୋଜନାରେ କୁକୁଡ଼ା ଓ ଛେଳି ପାଳନ ସମେତ ଗୋପାଳନ କ୍ଷେତ୍ରରେ ବିଭିନ୍ନ ଯୋଜନାର ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା।

ଏଥି ସହିତ ପ୍ରାଣୀସଂପଦର ସ୍ୱାସ୍ଥ୍ୟ ସୁରକ୍ଷା ତଥା ରୋଗନିୟନ୍ତ୍ରଣ ନିମନ୍ତେ ଟୀକାକରଣ, କୃତି୍ରମ ପ୍ରଜନନ କାର୍ଯ୍ୟକ୍ରମ ଏବଂ ପ୍ରାଣୀସୁରକ୍ଷା କାର୍ଯ୍ୟକ୍ରମ ସଂପର୍କରେ ବୈଠକରେ ବିଶଦ ଭାବରେ ଆଲୋଚନା ହୋଇଥିଲା।

ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ବିଭିନ୍ନ ଯୋଜନା ଓ ବିଭିନ୍ନ ଦିଗ ସଂପର୍କରେ ଆଲୋଚନା କରି ରାଜ୍ୟ ଅର୍ଥନୀତିରେ ଏହାର ଯୋଗଦାନ ବୃଦ୍ଧି କରିବା ପାଇଁ କହିଥିଲେ।

ବୈଠକରେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଡ. ୟେଦୁଲ୍ଲା ବିଜୟଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ, ସମସ୍ତ ଜିଲ୍ଳାର ସିଡିଭିଓ, ଏଡିଭିଓମାନେ ଯୋଗଦେଇଥିଲେ। ଏହି ଅବସରରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ମୟୂରଭଞ୍ଜ, ମାଲକାନଗିରି, ଗଜପତି, ଅନୁଗୋଳ ଓ ସୁବର୍ଣ୍ଣପୁର ଆଦି ପାଞ୍ଚୋଟି ଜିଲ୍ଲାର ସିଡିଭିଓମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

Categories
ଆଜିର ଖବର ରାଜ୍ୟ ଖବର

ଓଡ଼ିଶା ପ୍ରାଣୀ ଚିକିତ୍ସାସେବା କ୍ୟାଡର ସଂଘର ପ୍ରତିନିଧିଙ୍କ ସହ ମନ୍ତ୍ରୀ ଶ୍ରୀ ସ୍ୱାଇଁଙ୍କ ଆଲୋଚନା

ଭୁବନେଶ୍ୱର: ଓଡ଼ିଶା ପ୍ରାଣୀ ଚିକିତ୍ସାସେବା କ୍ୟାଡର ସଂଘର ପ୍ରତିନିଧିଙ୍କ ସହିତ ସେମାନଙ୍କର ବିଭିନ୍ନ ଦାବି ସଂପର୍କରେ ଆଜି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଆଲୋଚନା କରିଛନ୍ତି। କୃଷିଭବନଠାରେ ଆୟୋଜିତ ବୈଠକରେ ସମସ୍ତ ୩୦ଟି ଜିଲ୍ଲାର ଓଡ଼ିଶା ପ୍ରାଣୀ ଚିକିତ୍ସାସେବା କ୍ୟାଡର ପ୍ରତିନିଧିମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଓଡ଼ିଶା ପ୍ରାଣୀ ଚିକିତ୍ସା ସେବା କ୍ୟାଡର ଚାକିରି ସର୍ତ୍ତାବଳୀର ବିଭିନ୍ନ ଦିଗ ସଂପର୍କରେ ବିଶଦ ଭାବରେ ତର୍ଜମା କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ।

ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ୟେଦୁଲ୍ଲା ବିଜୟଙ୍କ ସମେତ ସମସ୍ତ ଜିଲ୍ଲାର ସିଡିଭିଓମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ଆୟବୃଦ୍ଧି ଦିଗରେ ସମନ୍ୱିତ କୃଷି ଓ ଫସଲର ବିବିଧିକରଣ ଏକ ଫଳପ୍ରଦ ପଦକ୍ଷେପ: କୃଷିମନ୍ତ୍ରୀ ଶ୍ରୀ ସ୍ୱାଇଁ

ଭୁବନେଶ୍ୱର: ରାଜ୍ୟର କୃଷକମାନଙ୍କ ଆୟବୃଦ୍ଧି ନିମନ୍ତେ ସମନ୍ୱିତ କୃଷି ଏବଂ ଫସଲର ବିବିଧିକରଣ ଏକ ଫଳପ୍ରଦ ପଦକ୍ଷେପ ଏବଂ ଏହା ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ପ୍ରଦାନ କରୁଛନ୍ତି। କୃଷି ସହିତ ଆନୁଷଙ୍ଗିକ କୃଷି, ମତ୍ସ୍ୟ ଓ ପ୍ରାଣୀପାଳନ ଚାଷୀଙ୍କୁ ବର୍ଷସାରା ରୋଜଗାର ଯୋଗାଇବା ସହିତ ଆୟବୃଦ୍ଧିରେ ମହତ୍ତ୍ୱପୂର୍ଣ୍ଣ ଯୋଗଦାନ କରିଥାଏ। ଏହି ପରିପ୍ରେକ୍ଷୀରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ମଧ୍ୟରେ ଉପଯୁକ୍ତ ସମନ୍ୱୟ ରକ୍ଷା କରି ଯୋଜନାଗୁଡ଼ିକ ଏକତ୍ର କାର୍ଯ୍ୟକାରୀ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।

କୃଷି ଭବନଠାରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ସମନ୍ୱିତ କୃଷି, ଫସଲର ବିବିଧିକରଣ ଏବଂ ଜନଜାତି ଅଧ୍ୟୁଷିତ ଜିଲ୍ଲାରେ ସମନ୍ୱିତ କୃଷିକୁ ପ୍ରୋତ୍ସାହନ ପ୍ରଦାନ ଦିଗରେ କାର୍ଯ୍ୟକାରୀ ହେଉଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମର ସମୀକ୍ଷା କରିବା ଅବସରରେ ସମନ୍ୱିତ କୃଷି କ୍ଷେତ୍ରରେ ହିତାଧିକାରୀ ଚାଷୀଙ୍କ ଚୟନ ପ୍ରକ୍ରିୟାକୁ ତ୍ୱରିତ ବେଗରେ କରିବା ପାଇଁ କହିଥିଲେ । ରାଜ୍ୟର ୯ଟି ଜନଜାତି ଅଧ୍ୟୁଷିତ ଜିଲ୍ଲା ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି, ନୂଆପଡ଼ା ଏବଂ ମୟୂରଭଞ୍ଜର ୩୦୦ଟି ଗ୍ରାମ ପଞ୍ଚାୟତରେ ଗୋଷ୍ଠୀଭିତ୍ତିକ ଏବଂ ସ୍ୱତନ୍ତ୍ର ସମନ୍ୱିତ କୃଷି ପ୍ରୋତ୍ସାହନ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏଥିରେ ୩୦୦ଟି ଗ୍ରାମପଞ୍ଚାୟତର ପ୍ରାୟ ୭୫ ହଜାର ହେକଫର ଚାଷ ଜମିରେ ଏହି ସ୍ୱତନ୍ତ୍ର ଯୋଜନା କାର୍ଯ୍ୟକାରୀ କରାଯାଉଛି। ପ୍ରତି ଗ୍ରାମପଞ୍ଚାୟତର ଅନ୍ତତଃ ପକ୍ଷେ ୬୦୦ ପରିବାରକୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହି କାର୍ଯ୍ୟକ୍ରମରେ ସମୁଦାୟ ୧ ଲକ୍ଷ ୮୦ ହଜାର କୃଷକ ପରିବାର ଉପକୃତ ହେବେ।

ଏଥି ସହିତ ୨୦୨୩-୨୪ ଆର୍ଥିକ ବର୍ଷରେ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ବ୍ୟକ୍ତିଗତ ଯୋଜନାରେ ୪୨୩୮ଟି ସମନ୍ୱିତ କୃଷି ଯୋଜନାର ପ୍ରକଳ୍ପ କାର୍ଯ୍ୟକାରୀ କରାଯିବାର ଲକ୍ଷ୍ୟ ରଖାଯାଇଛି। ସେହିପରି ଜଳବାୟୁ ପରିବର୍ତ୍ତନ ଓ ବୃଷ୍ଟିପାତର ଅନିୟମିତତାକୁ ଦୃଷ୍ଟିରେ ରଖି ୨୦୨୩-୨୪ ଆର୍ଥିକ ବର୍ଷରେ ରାଜ୍ୟର ୨୨ଟି ଜିଲ୍ଲାର ଏକ ଲକ୍ଷ ୪୨ ହଜାର ହେକଫର ଜମିରେ ଅଣଧାନ ଡାଲି, ଚିନାବାଦାମ, ମକା, ରାଶି, ମାଣ୍ଡିଆ, କପା ଓ ବିଭିନ୍ନ ପ୍ରକାରର ଫଳ ଓ ପନିପରିବା ଚାଷ କରାଯିବାର ଲକ୍ଷ୍ୟ ରଖାଯାଇଛି।

ବୈଠକରେ ଗତ ତିନିବର୍ଷ ମଧ୍ୟର ବିଭିନ୍ନ ଯୋଜନାରେ ଧାନ ଫସଲରୁ ଅଣଧାନ ଫସଲ ଯଥା: ଡାଲି, ତୈଳବୀଜ, ମାଣ୍ଡିଆ ଏବଂ ଅନ୍ୟ ଅର୍ଥକରୀ ଫସଲ ଚାଷ କରାଯାଇଥିବା ଜମିର ପରିମାଣର ଏକ ଡାଟାବେସ୍‌ ପ୍ରସ୍ତୁତ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ନିର୍ଦ୍ଦେଶ ଦେଇଥିଲେ। ଫସଲର ବିବିଧିକରଣ କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ପକ୍ଷରୁ ଧାନ ବଦଳରେ ଜଳବାୟୁ ସହନଶୀଳ ମାଣ୍ଡିଆ ତଥା ଅନ୍ୟ ଅଣଧାନ ଫସଲ ଚାଷ ନିମନ୍ତେ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଯେଉଁ ଚାଷୀମାନଙ୍କର ସହାୟତା ଅବଧି ଶେଷ ହୋଇଯାଇଛି ସେମାନେ ଯେପରି ଦୀର୍ଘକାଳୀନ ଭିତ୍ତିରେ ଅଣଧାନ ଚାଷକୁ ପୋଷଣୀୟ ଢଙ୍ଗରେ କରିପାରିବେ ସେ ଦିଗରେ ବିଭାଗ ପକ୍ଷରୁ ତଦାରଖ ଓ ଆବଶ୍ୟକ ସହଯୋଗ ଯୋଗାଇଦେବା ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଗୁରୁତ୍ୱାରୋପ କରିଥିଲେ। ସମନ୍ୱିତ କୃଷି କ୍ଷେତ୍ରରେ ଉଦ୍ୟାନ କୃଷି, ମାଛଚାଷ ଓ ପ୍ରାଣୀପାଳନକୁ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ। ବୃଷ୍ଟିପୁଷ୍ଟ ଅଞ୍ଚଳ ଓ ଜଳସେଚିତ ଅଞ୍ଚଳରେ ଜଳବାୟୁ ଓ ମୃତ୍ତିକାକୁ ଦୃଷ୍ଟିରେ ରଖି ଚାଷକାର୍ଯ୍ୟ ଓ ଆନୁଷଙ୍ଗିକ କୃଷିକାର୍ଯ୍ୟ କରିବା ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଗୁରୁତ୍ୱାରୋପ କରିଥିଲେ।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ବିଭାଗ ପକ୍ଷରୁ ସମନ୍ୱିତ କୃଷି ଯୋଜନାରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ସଂପର୍କରେ ତଥ୍ୟ ଉପସ୍ଥାପନ କରିବା ସହିତ କ୍ଷେତ୍ରୀୟ ସ୍ତରରେ ଯୋଜନା ରୂପାୟନରେ କୌଣସି ପ୍ରକାରର ଅନିୟମିତତା ଓ ଅବହେଳା ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ।

ବୈଠକରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ, ଉଦ୍ୟାନକୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଡ. ୟେଦୁଲ୍ଲା ବିଜୟ, ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତିରଞ୍ଜନ ପ୍ରଧାନଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିବାବେଳେ ସମସ୍ତ ଜିଲ୍ଲାର ସଂପୃକ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଯୋଗଦେଇଥିଲେ।

Categories
ବିଶେଷ ଖବର

ନିର୍ଦ୍ଧାରିତ ସମୟ ମଧ୍ୟରେ ଯୋଜନା କାର୍ଯ୍ୟକାରୀ କରିବା ପାଇଁ କୃଷି ମନ୍ତ୍ରୀ ଶ୍ରୀ ସ୍ୱାଇଁଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ଜନଜାତି ଅଧ୍ୟୁଷିତ ଜିଲ୍ଲାରେ ନୂତନ କୃଷି ଉଦ୍ୟୋଗୀ ସୃଷ୍ଟି କରିବା ଲକ୍ଷ୍ୟରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆରମ୍ଭ କରାଯାଇଥିବା କୃଷି ଉଦ୍ୟୋଗୀ ପ୍ରୋତ୍ସାହନ ଯୋଜନା (ଏଇପିଏସ୍‌)ର ସଫଳ ରୂପାୟନ ନିମନ୍ତେ ଅଧିକାରୀମାନେ ଅଧିକ ତତ୍ପରତା ପ୍ରକାଶ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏ ଦିଗରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗର ଅଧିକାରୀମାନେ ପ୍ରତି ମାସରେ ସମନ୍ୱୟ ବୈଠକ କରି ବିଭାଗ ପକ୍ଷରୁ ଜାରି କରାଯାଇଥିବା ମାର୍ଗଦର୍ଶିକା ଅନୁଯାୟୀ ହିତାଧିକାରୀ ଚୟନ ଓ ପ୍ରଶିକ୍ଷଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି।

ଆଜି କୃଷି ଭବନଠାରେ ଆୟୋଜିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଯୋଜନାର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ଅବସରରେ ସହଯୋଗୀ ସେ୍ୱଚ୍ଛାସେବୀ ଅନୁଷ୍ଠାନଗୁଡ଼ିକୁ ହିତାଧିକାରୀମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟ ନିମନ୍ତେ ଏକ କ୍ୟାଲେଣ୍ଡର ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ଯେପରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଯୋଜନା କାର୍ଯ୍ୟକାରୀ ହୋଇପାରିବ। କୃଷି ଉଦ୍ୟୋଗୀ ପ୍ରୋତ୍ସାହନ ଯୋଜନାରେ ରାଜ୍ୟର ୧୨ଟି ଜନଜାତି ଅଧ୍ୟୁଷିତ ଜିଲ୍ଲାର ୪୦ଟି ବ୍ଲକ୍‌ରେ ଏକ ହଜାର ନୂତନ କୃଷି ଉଦ୍ୟୋଗୀ ସୃଷ୍ଟି କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଚିହ୍ନଟ କରାଯାଇଥିବା ହିତାଧିକାରୀମାନଙ୍କୁ ବିଭିନ୍ନ ଯୋଜନାରେ କୃଷିକ୍ଷେତ୍ରରେ ବିଭିନ୍ନ ଉଦ୍ୟୋଗ ପ୍ରତିଷ୍ଠା, ବିହନ ଉତ୍ପାଦନ, କଷ୍ଟମ ହାୟାରିଂ କେନ୍ଦ୍ର ପ୍ରତିଷ୍ଠା ମାଧ୍ୟମରେ କୃଷି ଯନ୍ତ୍ରପାତି ଭଡ଼ାରେ ଦେବା ଏବଂ ଛେଳି ଓ କୁକୁଡ଼ା ପାଳନ, ମାଛ ଜାଅଁଳ ଉତ୍ପାଦନ ଆଦି କାର୍ଯ୍ୟକ୍ରମ କରିବା ପାଇଁ ଆବଶ୍ୟକ ପ୍ରଶିକ୍ଷଣ ପ୍ରଦାନ ସହିତ ବିକି୍ରବଟାର ସୁବିଧା ଏବଂ ବିଭିନ୍ନ ଅର୍ଥଲଗାଣ ସଂସ୍ଥା ମାଧ୍ୟମରେ ଋଣ ପ୍ରଦାନ ଆଦିର ବ୍ୟବସ୍ଥା କରାଯାଉଛି।

ପ୍ରଶିକ୍ଷଣ ପରେ ହିତାଧିକାରୀମାନଙ୍କୁ କୃଷି ଉଦ୍ୟୋଗ ପ୍ରତିଷ୍ଠା ନିମନ୍ତେ ବିଭାଗ ପକ୍ଷରୁ ଏକ ବର୍ଷ ପର୍ଯ୍ୟନ୍ତ ଇନ୍‌କୁ୍ୟବେସନ୍‌ ସହାୟତା ଯୋଗାଇ ଦିଆଯାଉଛି। ସଂପ୍ରତି ଏହି ଯୋଜନା ରାଜ୍ୟର କୋରାପୁଟ, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ସମ୍ବଲପୁର, ବୌଦ୍ଧ, ଝାରସୁଗୁଡ଼ା, କନ୍ଧମାଳ ଓ ଢେଙ୍କାନାଳ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରେ କାର୍ଯ୍ୟକାରୀ କରାଯାଉଛି। ଯୋଜନାର ସଫଳ ରୂପାୟନ ଫଳରେ ରାଜ୍ୟର ଗ୍ରାମୀଣ ଅର୍ଥନୀତିରେ ବିକାଶ ଘଟିବା ସହିତ ରାଜ୍ୟର କୃଷି କ୍ଷେତ୍ରରେ ଏକ ଔଦ୍ୟୋଗିକ ବାତାବରଣ ସୃଷ୍ଟି ହୋଇପାରିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ, ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତି ରଞ୍ଜନ ପ୍ରଧାନଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନ, ‘ପ୍ରଦାନ’ ଓ ‘ୱାସାନ୍‌’ର କମକର୍ତ୍ତାମାନେ ଯୋଗଦେଇଥିବାବେଳେ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ୧୨ଟି ଜିଲ୍ଲାର କୃଷି ଓ ଆନୁଷଙ୍ଗିକ କୃଷି କ୍ଷେତ୍ରର ଜିଲ୍ଲା ଓ ବ୍ଳକ୍‌ସ୍ତରୀୟ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ।

Categories
ବିଶେଷ ଖବର

ସମୁଦ୍ର ଉପକୂଳରେ ମାଛଧରା ନିଷେଧାଜ୍ଞା ଜାରିି ସଂପର୍କିତ ବୈଠକ

ଭୁବନେଶ୍ୱର: ପ୍ରଜନନ ସମୟରେ ସମୁଦ୍ରରେ ମାଛ ଧରିବା ଉପରେ କଟକଣା ଜାରିକରି ବିଭିନ୍ନ ପ୍ରଜାତିର ମାଛସଂଖ୍ୟାରେ ବୃଦ୍ଧି ଆଣିବା ପାଇଁ ଓଡ଼ିଶା ଉପକୂଳରେ ମାଛଧରା ନିଷେଧାଜ୍ଞା ପ୍ରତିବର୍ଷ ଅପ୍ରେଲ ୧୫ ତାରିଖରୁ ଜୁନ ୧୪ ତାରିଖ, ୬୧ ଦିନ ପର୍ଯ୍ୟନ୍ତ ଲାଗୁ କରାଯାଇଥିବା ପରିପ୍ରେକ୍ଷୀରେ ଏକ ବୈଠକ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କୃଷିଭବନଠାରେ ଆୟୋଜିତ ବୈଠକରେ ବିଭିନ୍ନ ମତ୍ସ୍ୟଜୀବୀ ସଂଘର କର୍ମକର୍ତ୍ତା ଓ ପ୍ରତିନିଧିମାନେ ମାଛଧରା ନିଷେଧାଜ୍ଞାର ବିଭିନ୍ନ ଦିଗ ସଂପର୍କରେ ସେମାନଙ୍କର ମତାମତ ପ୍ରଦାନ କରିଥିଲେ। ସମୁଦ୍ରରେ ବିଭିନ୍ନ ପ୍ରଜାତିର ମାଛ ସଂରକ୍ଷଣ ଓ ଏହାର ବଂଶବୃଦ୍ଧି କରିବା ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଗୁରୁତ୍ୱାରୋପ କରିଥିଲେ, ଯେପରି ଦୀର୍ଘ ସମୟ ଧରି ସମୁଦ୍ରରେ ମାଛ ଧରିବା ପାଇଁ ସୁଯୋଗ ସୃଷ୍ଟି ହୋଇପାରିବ।

ବୈଠକରେ ସଂଘର ପ୍ରତିନିଧିମାନେ ଯନ୍ତ୍ରଚାଳିତ ମାଛଧାରା ଡଙ୍ଗା ଉପରେ କଟକଣା ଜାରି କରିବା ପାଇଁ କହିଥିବାବେଳେ ପାରମ୍ପରିକ ଡଙ୍ଗାରେ ଯେଉଁମାନେ ସମୁଦ୍ରରେ ମାଛ ଧରୁଛନ୍ତି ସେମାନଙ୍କୁ ଏଥିରୁ ଛାଡ଼ କରିବା ପାଇଁ କହିଥିଲେ। ଏଥି ସହିତ ନିଷେଧାଜ୍ଞା ସମୟରେ ପ୍ରଭାବିତ ମତ୍ସ୍ୟଜୀବୀମାନଙ୍କୁ କ୍ଷତିପୂରଣ ପ୍ରଦାନ କରିବା ପାଇଁ କହିଥିଲେ। ଓଡ଼ିଶା ଉପକୂଳରେ ଅନ୍ୟ ରାଜ୍ୟର ମାଛଧରା ଡଙ୍ଗାମାନେ ବେଆଇନ ଭାବେ ମାଛଧରିବାକୁ ରୋକିବା ପାଇଁ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ସାମୁଦି୍ରକ ଥାନାଗୁଡ଼ିକୁ ଅଧିକ ସୁଦୃଢ଼ କରିବା ଉପରେ ବୈଠକରେ ମତ ପ୍ରକାଶ ପାଇଥିଲା। କଳକାରଖାନାର ବର୍ଜ୍ୟବସ୍ତୁ ସମୁଦ୍ରରେ ଛାଡ଼ିବା ଦ୍ୱାରା ମାଛମାନେ ବହୁଳ ଭାବେ ପ୍ରଭାବିତ ହେଉଥିବା ଦୃଷ୍ଟିରୁ ଖିଲାପୀ ଶିଳ୍ପ ଏବଂ କାରଖାନାଗୁଡ଼ିକ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଏବଂ ମାଛଧରା ଜାଲର ମେସ୍‌ ସାଇଜ୍‌ରେ ଆବଶ୍ୟକ ପରିବର୍ତ୍ତନ ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।

ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତିରଞ୍ଜନ ପ୍ରଧାନଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଏଣିକି ଗୋ-ମହିଷାଦିଙ୍କ କିଣାବିକା ନେଇ ରାଜ୍ୟ ସରକାର କରିବେ କଟକଣା

ଭୁବନେଶ୍ୱର: ଗତବର୍ଷ ସେପ୍ଟେମ୍ବର ମାସରେ ରାଜ୍ୟର କିଛି ଅଞ୍ଚଳରେ ଗୋମହିଷାଦିଙ୍କ ମଧ୍ୟରେ ଦେଖାଦେଇଥିବା ଚର୍ମବିଣ୍ଡି ରୋଗର ବର୍ତ୍ତମାନ ସ୍ଥିତି ଓ ଏ ପରିପ୍ରେକ୍ଷୀରେ ଗୋମହିଷାଦିଙ୍କ କିଣାବିକା ଓ ରାଜ୍ୟ ଭିତରେ ରାଜ୍ୟ ବାହାରେ ଗୋମହିଷାଦିଙ୍କ ପରିବହନ ଉପରେ ଲଗାଯାଇଥିବା କଟକଣା ଉଠାଇବା ସଂପର୍କରେ ଏକ ସମୀକ୍ଷା ବୈଠକ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

କୃଷିଭବନଠାରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଭିଡ଼ିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ସମସ୍ତ ଜିଲ୍ଲାର ମୁଖ୍ୟ ଜିଲ୍ଲା ପ୍ରାଣୀଚିକିତ୍ସା ଅଧିକାରୀଙ୍କଠାରୁ ଜିଲ୍ଲାର ଚର୍ମବିଣ୍ଡି ରୋଗର ସଦ୍ୟତମ ସ୍ଥିତି ସଂପର୍କରେ ବୁଝିଥିଲେ ଏବଂ କଟକଣା ଉଠାଇବା ଓ ଗୋମହିଷାଦି ହାଟର ଆୟୋଜନ ସଂପର୍କରେ ମତାମତ ଲୋଡ଼ିଥିଲେ।

ବୈଠକରେ ସୀମାନ୍ତବର୍ତ୍ତୀ ଜିଲ୍ଲାର ସିଡିଭିଓମାନଙ୍କୁ ପଡ଼ୋଶୀ ଜିଲ୍ଲାରେ ଚର୍ମବିଣ୍ଡି ରୋଗର ସ୍ଥିତି ସଂପର୍କରେ ମଧ୍ୟ ପଚାରି ବୁଝିଥିଲେ। ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ଏବଂ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକଙ୍କ ସମେତ ବରିଷ୍ଠ ବିଭାଗୀୟ ଅଧିକାରୀ ସେମାନଙ୍କର ମତାମତ ପ୍ରଦାନ କରିଥିଲେ। ସିଡିଭିଓ ଏବଂ ବରିଷ୍ଠ ଅଧିକାରୀଙ୍କ ମତାମତକୁ ତର୍ଜମା କରି ଖୁବ୍‌ଶୀଘ୍ର ଏ ଦିଗରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ।

ଚର୍ମବିଣ୍ଡି ରୋଗ ନ ବ୍ୟାପିବା ଦିଗରେ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ପକ୍ଷରୁ ଗୋମହିଷାଦିଙ୍କ କିଣାବିକା ଓ ଆନ୍ତରାଜ୍ୟ ଓ ରାଜ୍ୟ ବାହାରେ ପରିବହନ ଉପରେ ଜାରି କରାଯାଇଥିବା କଟକଣା ଉଠାଇବା ସଂପର୍କରେ ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଫେବୃଆରୀ ୧୬ରୁ ‘କୃଷି ଓଡ଼ିଶା ୨୦୨୩’: ମେଳାରେ ରହିବ ୧୭୫ ଗୋଟି ମଣ୍ଡପ

ଭୁବନେଶ୍ୱର: କୃଷି ଓ ଆନୁଷଙ୍ଗିକ କୃଷିର ଉନ୍ନତିକରଣ ନିମନ୍ତେ ସମୟ ଅନୁସାରେ ବିକଶିତ ହେଉଥିବା ବୈଷୟିକ ଜ୍ଞାନକୌଶଳ, କୃଷି ଯାନ୍ତ୍ରିକୀକରଣ, ସୂଚନା ଓ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ, ସମ୍ବଳ ବିକାଶ, ବଜାର ସୁବିଧା, ଆବଶ୍ୟକୀୟ ଋଣର ସହଜ ଉପଲବ୍ଧତା, ଉନ୍ନତ କୃଷି ସାମଗ୍ରୀର ବିନିଯୋଗ ଓ ବିତରଣ ବ୍ୟବସ୍ଥା ଏବଂ କୃଷି ଉଦ୍ୟୋଗ ସ୍ଥାପନ ପାଇଁ ଗୋଟିଏ ଛାତତଳେ ଆବଶ୍ୟକ ସମସ୍ତ ସୂଚନା ଉପଲବ୍ଧ କରିବା ଦିଗରେ କୃଷି ଓଡ଼ିଶା ଏକ ସଫଳ ପ୍ରୟାସ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।

ଚଳିତ ଫେବୃଆରୀ ୧୬ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳପଡ଼ିଆଠାରେ ରାଜ୍ୟସ୍ତରୀୟ ‘କୃଷି ଓଡ଼ିଶା ୨୦୨୩’ ଅନୁଷ୍ଠିତ ହେଉଥିବା ପରିପ୍ରେକ୍ଷୀରେ କୃଷି ଭବନଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଉଦ୍‌ବୋଧନ ଦେଇ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି ଯେ କୃଷିମେଳାରୁ ଚାଷୀମାନଙ୍କଠାରୁ ମିଳୁଥିବା ମତାମତ ଓ ସେମାନଙ୍କର ଅନୁଭୂତିକୁ ଆଧର କରି ରାଜ୍ୟ ସରକାର କୃଷି କାର୍ଯ୍ୟକ୍ରମ ପ୍ରଣୟନ କରୁଛନ୍ତି।

ଚଳିତ ବର୍ଷର କୃଷି ଓଡ଼ିଶାର ବିଷୟବସ୍ତୁ ‘କୃଷି ବିକାଶରେ ନୂତନ ଜ୍ଞାନକୌଶଳ’ ରହିଥିବାବେଳେ ବିଭାଗ ପକ୍ଷରୁ ସର୍ବଦା ନୂତନ ପ୍ରଯୁକ୍ତିବିଦ୍ୟା ଓ ଯନ୍ତ୍ରପାତିର ପ୍ରୟୋଗକୁ ଗୁରୁତ୍ୱ ଦିଆଯିବା ସହ ଏଥି ନିମନ୍ତେ ଚାଷୀମାନଙ୍କୁ ଆକର୍ଷଣୀୟ ରିହାତି ଯୋଗାଇ ଦିଆଯାଉଛି। ଏହା ଦ୍ୱାରା ଉତ୍ପାଦନ ଖର୍ଚ୍ଚ କମ ହେବା ସହ ସମୟର ସଂଚୟ ହୋଇପାରୁଛି।

ଏଥି ସହିତ କୃଷି କାର୍ଯ୍ୟରେ ମହିଳା ଉପଯୋଗୀ କୃଷି ଯନ୍ତ୍ରପାତିର ବ୍ୟବହାରକୁ ବିଭାଗ ପକ୍ଷରୁ ପ୍ରାଥମିକତା ଦିଆଯାଉଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି। କୃଷି ବିକାଶ ଯୋଜନା ଏବଂ ଆଧୁନିକ ଜ୍ଞାନକୌଶଳ ଓ ଯନ୍ତ୍ରପାତିକୁ କୃଷକମାନଙ୍କ ନିକଟତର କରିବା ପାଇଁ ଚଳିତ ବର୍ଷ ପ୍ରଥମଥର ପାଇଁ ଆଞ୍ଚଳିକ କୃଷିମେଳାର ଆୟୋଜନ କରାଯାଇଛି ଓ ପ୍ରତି ଜିଲ୍ଲାରେ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳାର ଆୟୋଜନ କରାଯାଉଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି। ମହିଳା ସଶକ୍ତିକରଣ ନିମନ୍ତେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ମହିଳାମାନଙ୍କ ନିମନ୍ତେ ସ୍ୱତନ୍ତ୍ର ଭାବେ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ବହୁଳ ଭାବରେ ଭାଗନେବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଆହ୍ୱାନ ଦେଇଛନ୍ତି।

ତିନିଦିନିଆ କୃଷି ଓଡ଼ିଶାକୁ ୧୬ ତାରିଖ ଦିନ ୧୧ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶୁଭ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ୧୮ ତାରିଖ ଉଦ୍‌ଯାପନୀ ସନ୍ଧ୍ୟାରେ ମାନ୍ୟବର ରାଜ୍ୟପାଳ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଚଳିତ ବର୍ଷ କୃଷି ଓଡ଼ିଶାରେ ମୋଟ ୧୭୫ ଗୋଟି ମଣ୍ଡପ ପ୍ରଦର୍ଶିତ ହେବ। ଏଥିରେ କୃଷି, ଉଦ୍ୟାନକୃଷି, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ମିଶନ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ଜାତୀୟ ଧାନ ଗବେଷଣା କେନ୍ଦ୍ର, କୃଷି ବିଜ୍ଞାନ କେନ୍ଦ୍ର ଓ ଅନ୍ୟାନ୍ୟ ବୈଷୟିକ ସଂସ୍ଥା, କୃଷି ଉଦ୍ୟୋଗୀ, ବ୍ୟବସାୟିକ ପ୍ରତିଷ୍ଠାନ, କୃଷି ସାମଗ୍ରୀ ବିତରକ, କୃଷି ଉତ୍ପାଦନ ସଂଘ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ଓଡ଼ିଶା ମିଲେଟ୍‌ ମିଶନ ଆଦି ସଂସ୍ଥା ଭାଗନେବେ।

ଏହି ଅବସରରେ ୧୦ ଗୋଟି ବିଷୟବସ୍ତୁ ଉପରେ କୃଷକ, କୃଷି ଉଦ୍ୟୋଗୀ, ବିଶେଷଜ୍ଞ ଓ ବୈଜ୍ଞାନିକମାନଙ୍କ ସହ ଆଲୋଚନାଚକ୍ରର ଆୟୋଜନ କରାଯାଇଛି। କ୍ଷୁଦ୍ରଶସ୍ୟ, ଧାରଣକ୍ଷମ ବିହନ, ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗୀ ଯୋଜନା, ଚିରନ୍ତନ କୃଷି, ଜଳସେଚିତ ଅଞ୍ଚଳରେ ଘରୋଇ ସଂପ୍ରସାରଣ, ଉଦ୍ୟାନକୃଷି, ପ୍ରାଣୀପାଳନ, ମତ୍ସ୍ୟଚାଷ ଓ ପ୍ରାକୃତିକ ସଂପଦର ସୁପରିଚାଳନା ଆଦି ବିଷୟରେ ଆଲୋଚନା ଚକ୍ର ଅନୁଷ୍ଠିତ ହେବ। କୃଷି ଓଡ଼ିଶା ଉପଲକ୍ଷେ ରାଜ୍ୟର ୩୦ଟି ଜିଲ୍ଲାର ଅଗ୍ରଣୀ ଚାଷୀ, କୃଷି ଉଦ୍ୟୋଗୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ସମ୍ବର୍ଦ୍ଧନା କରାଯିବା ସହିତ ସମସ୍ତ ଜିଲ୍ଲାରୁ କୃଷକମାନଙ୍କୁ କୃଷି ପ୍ରଦର୍ଶନୀ ପରିଭ୍ରମଣ କାର୍ଯ୍ୟକ୍ରମରେ ସାମିଲ କରାଯାଇଛି। ଏହି ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ‘କୃଷି ଓଡ଼ିଶା ୨୦୨୩’ େୱବ୍‌ସାଇଟକୁ ଲୋକାର୍ପିତ କରିଥିଲେ।

ସାମ୍ବାଦିକ ସମ୍ମିଳନୀକୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ସମ୍ବୋଧିତ କରିଥିଲେ। କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀଙ୍କ ସମେତ ବହୁ ବିଭାଗୀୟ ବରିଷ୍ଠ ଅଧିକାରୀ ସାମ୍ବାଦିକ ସମ୍ମିଳନୀରେ ଯୋଗଦେଇଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ମହିଳା ଶ୍ରମିକ ଉପଯୋଗୀ କୃଷି ଯନ୍ତ୍ରପାତିକୁ ବ୍ୟବହାର ପାଇଁ କୃଷି ବିଭାଗ ଆରମ୍ଭ କଲା ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟର ମୋଟ କୃଷି ଶ୍ରମିକଙ୍କ ମଧ୍ୟରୁ ୪୮ ପ୍ରତିଶତରୁ ଊର୍ଦ୍ଧ କୃଷିଜୀବୀ ମହିଳା ଓ କୃଷିଶ୍ରମିକ ହୋଇଥିବାବେଳେ ଛୋଟ ଛୋଟ କୃଷି ଯନ୍ତ୍ରପାତିର ବ୍ୟବହାର ଦ୍ୱାରା ସେମାନଙ୍କର ଶ୍ରମ ଲାଘବ କରାଯାଇ ପାରୁଥିବା ଦୃଷ୍ଟିରୁ ମହିଳା ଶ୍ରମିକ ଉପଯୋଗୀ କୃଷି ଯନ୍ତ୍ରପାତିକୁ ଜନାଦୃତ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।

ଆଜି କୃଷି ଭବନରେ ଆୟୋଜିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ କୃଷି କ୍ଷେତ୍ରରେ ଯାନ୍ତ୍ରିକୀକରଣ ଓ ମହିଳା କୃଷିଜୀବୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ କୃଷକ ଉତ୍ପାଦକ ସଂଘମାନଙ୍କ ଦ୍ୱାରା କୃଷି ଯନ୍ତ୍ରପାତିର ବ୍ୟବହାର ସଂପର୍କରେ ବିଭାଗ ପକ୍ଷରୁ କାର୍ଯ୍ୟକାରୀ କରାଯାଉଥିବା କାର୍ଯ୍ୟକ୍ରମଗୁଡ଼ିକର ଅଗ୍ରଗତିର ସମୀକ୍ଷା କରିଥିଲେ। କୃଷି ଯାନ୍ତ୍ରିକୀକରଣ ପାଇଁ ନିର୍ଦ୍ଧାରିତ ବଜେଟ୍‌ରେ ଶତକଡ଼ା ୩୦ ପ୍ରତିଶତ ଗ୍ରାମୀଣ ମହିଳା କୃଷକମାନଙ୍କ ପାଇଁ ବ୍ୟବସ୍ଥା କରିବା ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁଁ ଗୁରୁତ୍ୱାରୋପ କରିଥିଲେ।

କୃଷି କ୍ଷେତ୍ରରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ, ଡ୍ରୋନ୍‌ ଆଦିର ଉପଯୋଗିତା ନିମନ୍ତେ କ୍ଷେତ୍ର ପ୍ରଦର୍ଶନ, ତାଲିମ ପ୍ରଦାନ ଓ ଲାଇସେନ୍ସ ଆଦିର ବ୍ୟବସ୍ଥା ନିମନ୍ତେ ଆଶୁ ପଦକ୍ଷେପ ନେବାକୁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ଗ୍ରାମାଞ୍ଚାଳର ପାରମ୍ପରିକ ଗ୍ରାମୀଣ କାରିଗରମାନଙ୍କୁ କିପରି ଭାବରେ କୃଷି ଯାନ୍ତ୍ରିକୀକରଣ କାର୍ଯ୍ୟକ୍ରମରେ ସାମିଲ କରାଯାଇପାରିବ ସେ ବିଷୟରେ ବିସ୍ତୃତ ଅନୁଧ୍ୟାନ କରିବା ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଗୁରୁତ୍ୱାରୋପ କରିଥିଲେ।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ରାଜ୍ୟର କୃଷି କ୍ଷେତ୍ରରେ ବ୍ୟବହୃତ ଯନ୍ତ୍ରପାତିର ଉପଯୋଗ ଓ ବିଭାଗ ପକ୍ଷରୁ ଏ ଦିଗରେ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ଯୋଜନା ସଂପର୍କରେ ଆଲୋଚନା କରିଥିଲେ।

ବୈଠକରେ କୃଷି ଓ ଖାଦ୍ୟ ଉତ୍ପାଦନ, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକମାନଙ୍କ ସମେତ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ମୁଖ୍ୟଯନ୍ତ୍ରୀ, ଓଡ଼ିଶା କୃଷି ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ, ଏନ୍‌ଆର୍‌ଆର୍‌ଆଇ, ସିୱାର ନିର୍ଦ୍ଦେଶକ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ଓଡ଼ିଶା ଜୀବିକା ମିଶନ, ମିଶନ ଶକ୍ତିର ପ୍ରତିନିଧି ଓ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ବନ୍ୟା ପରିସ୍ଥିତିରେ ପ୍ରାଣୀଧନ ଚିକିତ୍ସା ଓ ଟୀକାକରଣରେ ୟୁଜର୍ସ ଫି ଛାଡ଼ କଲେ ସରକାର

ଭୁବନେଶ୍ୱର: ସଂପ୍ରତି ରାଜ୍ୟର ବନ୍ୟା ପରିସ୍ଥିତିରେ ପ୍ରାଣୀଧନମାନଙ୍କର ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଭାବିତ ପ୍ରାଣୀସଂପଦର ଚିକିତ୍ସା ଓ ଟୀକାକରଣ ଆଦିକୁ ୟୁଜର୍ସ ଫି ଛାଡ଼ କରାଯାଇଛି। ଏ ସଂକ୍ରାନ୍ତରେ ପ୍ରସ୍ତାବକୁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅନୁମୋଦନ କରିଛନ୍ତି।

ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକରେ ପ୍ରାଣୀ ଚିକିତ୍ସାଳୟ ଓ ବିଭାଗ ପକ୍ଷରୁ ଆୟୋଜିତ ପ୍ରାଣୀଧନ ଚିକିତ୍ସା ଶିବିରରେ ରିଲିଫ୍‌ ପଦକ୍ଷେପ ସ୍ୱରୂପ ୧୫ ଦିନ ପର୍ଯ୍ୟନ୍ତ ଏହି ୟୁଜର୍ସ ଫି ଛାଡ଼ କରାଯାଇଛି । ଅଗଷ୍ଟ ୧୬ ତାରିଖରୁ ୧୫ ଦିନ ପର୍ଯ୍ୟନ୍ତ ୟୁଜର୍ସ ଫି ଛାଡ଼ କରାଯାଇଛି। ପ୍ରାଣୀଧନମାନଙ୍କର ଚିକିତ୍ସା ନିମନ୍ତେ ଆବଶ୍ୟକ ହେଉଥିବା ରକ୍ତ, ମଳ ଆଦି ବିଭିନ୍ନ ପରୀକ୍ଷା ପାଇଁ ମଧ୍ୟ ୟୁଜର୍ସ ଫି ନିଆଯିବ ନାହିଁ।

ଏଥି ସହିତ ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକରେ ପ୍ରାଣୀଧନମାନଙ୍କର ଚିକିତ୍ସା ଓ ଟୀକାକରଣ ନିମନ୍ତେ ବ୍ୟାପକ ମାଗଣା ପ୍ରାଣୀ ଚିକିତ୍ସା ଶିବିର ଆୟୋଜନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏତଦ୍‌ବ୍ୟତୀତ ଏସ୍‌ଡ଼ିଆର୍‌ଏଫ୍‌ ମାର୍ଗଦର୍ଶିକା ଅନୁସାରେ ଗୋପାଳନରେ ନିୟୋଜିତ ଚାଷୀମାନଙ୍କୁ ଗୋଖାଦ୍ୟ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ବନ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାଣୀଧନର ସୁରକ୍ଷା ଓ ତୁରନ୍ତ ଚିକିତ୍ସାକୁ ରାଜ୍ୟ ସରକାର ପ୍ରାଥମିକତା ପ୍ରଦାନ କରୁଥିବା ପରିପ୍ରେକ୍ଷୀରେ କ୍ଷେତ୍ର ଅଧିକାରୀମାନଙ୍କୁ ଏ ଦିଗରେ ଜରୁରୀକାଳୀନ ପଦକ୍ଷେପ ନେବା ପାଇଁ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ସମସ୍ତ ଜିଲ୍ଲାପାଳ ଓ ମୁଖ୍ୟ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ ପତ୍ର ଲେଖିଛନ୍ତି।