Categories
ଆଜିର ଖବର ଜାତୀୟ ଖବର ମନୋରଂଜନ ରାଜ୍ୟ ଖବର

ରାଇମୋହନଙ୍କ ଆଖିକୁ ଦାନ କଲେ ପରିବାର ସଦସ୍ୟ, ଏବେ ଆଖି ରହିବ ସାକ୍ଷୀ

ଭୁବନେଶ୍ବର: ଓଡିଶାର ପ୍ରଖ୍ୟାତ ଅଭିନେତା ରାଇମୋହନ ପରିଡା ମୃତ୍ୟୁ ପରେ ମଧ୍ୟ ଚର୍ଚ୍ଚାରେ ଅଛନ୍ତି। ତାହା ହେଲା ତାଙ୍କର ଦୁଇ ଆଖିକୁ ଆଜି ପରିବାର ସଦସ୍ୟ ଦାନ କରିଛନ୍ତି। ଫଳରେ କୌଣସି ଅନ୍ଧ ବ୍ୟକ୍ତି ତାଙ୍କ ଆଖିରେ ଦୁନିଆ ଦେଖିବାକୁ ସକ୍ଷମ ହେବ। ଆଜି ତାଙ୍କର ବିୟୋଗ ଘଟିବା ପରେ ଦୁଇ ଆଖିକୁ ଦାନ କରିବା ପାଇଁ ପରିବାର ସଦସ୍ୟ ରାଜିଥିଲେ। ଫଳରେ ଡାକ୍ତରଙ୍କ ସହାୟତାରେ ତାହା ଅପରେସନ କରି ନିଆଯାଇଛି।

ଆଜି ରାଇମୋହନ ପରିଡା ନିଜ ଘରେ ଦଉଡି ଲଗାଇ ଆତ୍ମହତ୍ୟା କରିଛନ୍ତି। ଯାହାକୁ ନେଇ ସାରା ଓଡିଆ ସିନେ ଜଗତ, ଯାତ୍ରା ଜଗତ ସ୍ତବ୍ଧ ହୋଇଯାଇଛି। କଣ ପାଇଁ ସେ ଆତ୍ମହତ୍ୟା କଲେ ତାହାର କାରଣ ଏ ପର୍ଯ୍ୟନ୍ତ ଜଣାପଡି ନାହିଁ। ତେବେ ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ କରିଛି। ଏହା ଉପରେ ଅଧିକ ଅନୁସନ୍ଧାନ ଚାଲିଛି ବୋଲି ପୋଲିସ ସୁତ୍ରରୁ ଜଣାପଡିଛି।

Categories
ଆଜିର ଖବର ମନୋରଂଜନ ରାଜ୍ୟ ଖବର ସିନେମା

ଅଭିନେତା ରାଇମୋହନ ପରିଡାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକପ୍ରିୟ ଅଭିନେତା ରାଇମୋହନ ପରିଡାଙ୍କ ବିୟୋଗରେ ସାରା ଓଡିଶାରେ ଶୋକର ଛାୟା ଖେଳିଯାଇଛି। ସ୍ତବ୍ଧ ହୋଇଛି ଓଲିଉଡ ଜଗତ। ଏହି ବୟସରେ ସେ ଆତ୍ମହତ୍ୟା କରିବାକୁ ସହଜରେ କେହି ଗ୍ରହଣ କରିପାରୁ ନାହାଁନ୍ତି। ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଟୁଇଟ କରି ନବୀନ କହିଛନ୍ତି ଯେ ’ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ। ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ମୋ ସମବେଦନା ଜଣାଉଛି ବୋଲି ଟ୍ୱିଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Categories
ବିଶେଷ ଖବର ମନୋରଂଜନ ରାଜ୍ୟ ଖବର ସିନେମା

ଅଭିନେତା ରାଇମୋହନ ପରିଡାଙ୍କ ଆତ୍ମହତ୍ୟାକୁ ବିଶ୍ବାସ କରିପାରୁ ନାହାଁନ୍ତି ସାଥୀ କଳାକାର

ଭୁବନେଶ୍ଵର: ବରିଷ୍ଠ ଅଭିନେତା ରାଇମୋହନ ପରିଡାଙ୍କ ପରଲୋକରେ ଓଡିଆ ସିନେମା ଜଗତ ଏବଂ ସିନେପ୍ରେମୀ ସ୍ତବ୍ଧ ହୋଇପଡିଛି। ସେ ଆଜି ଆତ୍ମହତ୍ୟା କରିଥିବା ଜଣାପଡିଛି। ସେ ତାଙ୍କ ପଳାଶୁଣି ପ୍ରାଚୀ ବିହାର ଘରେ ଆତ୍ମହତ୍ୟା କରିଛନ୍ତି। ହେଲେ ଆତ୍ମହତ୍ୟାର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

୯୦ ରୁ ଅଧିକ ଓଡିଆ ଚଳଚ୍ଚିତ୍ରରେ ରାଇମୋହନ ପରିଡା ଅଭିନୟ କରିଥିବା ବେଳେ ଯାତ୍ରାରେ ମଧ୍ୟ ଅନେକ ନାଟକରେ ନିଜର କଳା ପ୍ରଦର୍ଶନ କରିଛନ୍ତି। ରାଇମୋହନ ୧୫ ରୁ ଅଧିକ ବଙ୍ଗାଳୀ ସିନେମାରେ ମଧ୍ୟ ଅଭିନୟ କରିଛନ୍ତି।

ସେ ୧୯୬୩ ମସିହା ଜୁଲାଇ ୧୦ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ। ସେ ୧୯୮୫ ମସିହାରୁ ଅଭିନୟରେ ପାଦ ଥାପିଥିଲେ। ଓଡିଶା ଆଉ ପଶ୍ଚିମବଙ୍ଗରେ ରାଇମୋହନ ଘରେ ଘରେ ଲୋକପ୍ରିୟ ଥିବା ବେଳେ ଏଭଳି ଘଟଣା ଶୁଣି ସବୁଆଡେ ଶୋକର ଛାୟା ଖେଳିଯାଇଛି।

ସିଦ୍ଧାନ୍ତ ମହାପାତ୍ର- ତାଙ୍କର ବିୟୋଗରେ ବରିଷ୍ଠ ଅଭିନେତା ସିଦ୍ଧାନ୍ତ ମହାପାତ୍ର ଶୋକ ପ୍ରକାଶ କରିଛନ୍ତି। ସେ ଏହି ଖବରକୁ କେବେ ବି ବିଶ୍ବାସ କରିପାରୁ ନାହାଁନ୍ତି। ସେ କହିଛନ୍ତି ଯେ. ତାଙ୍କ ସହିତ 10 ଦିନ ତଳେ ଦେଖା ହୋଇଥିଲା। ସେତେବେଳେ ସେ ମାନସିକ ସ୍ତରରେ ବେଶ୍ ଦୃଢ ଥିଲେ। ହେଲେ ସେ କାହିଁକି ଆତ୍ମହତ୍ୟା କଲେ ତାହାକୁ ସେ ବିଶ୍ବାସ କରିପାରୁ ନାହାଁନ୍ତି।

ଶ୍ରୀତମ ଦାସ- ଅନ୍ୟତମ ବରିଷ୍ଠ ଅଭିନେତା ଶ୍ରୀତମ ଦାସ ମଧ୍ୟ ଏହି ଖବରକୁ ବିଶ୍ବାସ କରିପାରୁ ନାହାଁନ୍ତି। ତାଙ୍କ ମତରେ ସେ କୌଣସି ଅସୁବିଧାରେ ନ ଥିଲେ। ଆର୍ଥିକ ଦୃଷ୍ଟିରୁ ହେଉ କିମ୍ବା ପାରିବାରିକ କଥା। ସେଥିରେ କୌଣସି ଅସୁବିଧା ନ ଥିଲେ। ହେଲେ ସେ ଆତ୍ମହତ୍ୟା କରିବେ ତାହା ଅବିଶ୍ବସନୀୟ। ଏହା ଉପରେ ତଦନ୍ତ ହେବା ଦରକାର।

ଉଷସୀ ମିଶ୍ର- ଅଭିନେତ୍ରୀ ଉଷସୀ ମିଶ୍ର ମଧ୍ୟ ବିଶ୍ବାସ କରିପାରୁ ନାହାଁନ୍ତି। ରାଇଭାଇ କାହିଁକି ଆତ୍ମହତ୍ୟା କରିବେ ଏହାକୁ ସେ ଜାଣିପାରୁ ନାହାଁନ୍ତି। ସେ କହିଛନ୍ତି ଯେ, ରାଇମୋହନ ଏପରି ଏକ କଳାକାର ଯେ କି ସିନେମା, ଯାତ୍ରା ଏବଂ ଟେଲିଭିଜନରେ ଅଭିନୟ କରିପାରିଛନ୍ତି।

Categories
ଆଜିର ଖବର ମନୋରଂଜନ ରାଜ୍ୟ ଖବର

BIG BREAKING: ଅଭିନେତା ରାଇମୋହନ ପରିଡ଼ା କଲେ ଆତ୍ମହତ୍ୟା

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା ଆଜି ଆତ୍ମହତ୍ୟା କରିଛନ୍ତି। ତାଙ୍କର ଭୁବନେଶ୍ୱରସ୍ଥିତ ପ୍ରାଚୀ ବିହାର ବାସଭବନରୁ ତାଙ୍କରର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମଞ୍ଚେଶ୍ୱର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ତାଙ୍କ ପରଲୋକରେ ସିନେ ଜଗତ ସହ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ତେବେ କ’ଣ ପାଇଁ ରାଇମୋହନ ଆତ୍ମହତ୍ୟା କଲେ ସେନେଇ ସ୍ପଷ୍ଟ କାରଣ କିଛି ଜଣାପଡ଼ିନାହିଁ। ତାଙ୍କର ଆତ୍ମହତ୍ୟା ଖବରକୁ ସିନେ ଜଗତ କେହି ବିଶ୍ବାସ କରିପାରୁ ନାହାଁନ୍ତି।