Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର: ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଆଜି ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଛି ।

ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ରାଜା ମର୍ଦ୍ଦରାଜ ଦେଓଙ୍କ ରାଜ୍ୟ ଶାସନ, ରାଜନୈତିକ ଜୀବନ ଓ ଜନସଂପର୍କ ଉପରେ ଆଲୋକପାତ କରିଥିଲେ ।

ଅର୍ଥ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କୁ ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ବୋଲି ଅଭିହିତ କରିଥିଲେ
ଖଲ୍ଲିକୋଟ ବିଧାୟିକା ଶ୍ରୀମତୀ ସୂର୍ଯ୍ୟମଣି ବୈଦ୍ୟ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୀବନୀ ଓ ଆଦର୍ଶ ନେଇ ବକ୍ତବ୍ୟ ରଖିଥିଲେ ।

ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ପ୍ରଦାନ କରି ରାଜା ମର୍ଦ୍ଦରାଜ ଦେଓଙ୍କୁ ସମଗ୍ର ଓଡ଼ିଆ ଜାତି ପାଇଁ ଚିରକାଳ ପ୍ରେରଣାର ଉତ୍ସ ହୋଇ ରହିବେ ବୋଲି ମତବ୍ୟକ୍ତ କରିଥିଲେ।

ପ୍ରାରମ୍ଭରେ ଅତିଥିମାନେ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ସଭାପରେ ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱର ଆନୁକୂଲ୍ୟରେ ଗଞ୍ଜାମର ପ୍ରସିଦ୍ଧ ସଖୀନୃତ୍ୟ ଓ ଭାରତ ଲୀଳା ପରିବେଷିତ ହୋଇଥିଲା। ପୂଜ୍ୟପୂଜା ସାହିତ୍ୟ ସଂସଦର ସଂପାଦକ ଶ୍ରୀ ମହେଶ୍ୱର ବରାଡ଼ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର:  ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଆୟୋଜିତ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ରାଜାବାହାଦୁରଙ୍କୁ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର

ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ମନ୍ତ୍ରୀ ଶ୍ରୀ ଶ୍ରୀକାନ୍ତ ସାହୁ ରାଜାବାହାଦୁର ମର୍ଦ୍ଦରାଜ ଦେଓଙ୍କୁ ଜଣେ ପ୍ରଜାବତ୍ସଳ, ଆଦର୍ଶ ସଂଗଠକ ତଥା ପ୍ରବୀଣ ରାଜନୀତିଜ୍ଞ ଭାବେ ବର୍ଣ୍ଣନା କରିଥିଲେ । ଖଲ୍ଲିକୋଟ ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ ଏବଂ କବିସୂର୍ଯ୍ୟନଗର ବିଧାୟିକା ଶ୍ରୀମତୀ ସୂର୍ଯ୍ୟମଣି ବୈଦ୍ୟ ସଭାରେ ଉପସ୍ଥିତ ରହି ରାଜା ମର୍ଦ୍ଦରାଜ ଦେଓଙ୍କ ରାଜାବାହାଦୁରଙ୍କୁ ଜଣେ ସଂଗଠକ, ସମାଜ-ସଂସ୍କାରକ ସହ ସତ୍ୟାନୁରାଗୀ ପ୍ରଜାବତ୍ସଳ ରାଜା ଭାବେ ବର୍ଣ୍ଣନା କରିଥିଲେ ।

କାର୍ଯ୍ୟକ୍ରମ ଅବସରରେ ପୂଜ୍ୟପୂଜା ସାହିତ୍ୟ ସଂସଦ ତରଫରୁ ପଦ୍ମଶ୍ରୀ ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ‘ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ’ ସ୍ୱତନ୍ତ୍ର ଭାବେ ସମ୍ମାନିତ କରାଯାଇଥିଲା। ସଭାପରେ ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱର ଆନୁକୂଲ୍ୟରେ ଗଞ୍ଜାମର ପ୍ରସିଦ୍ଧ ସଖୀନୃତ୍ୟ ଓ ଭାରତ ଲୀଳା ପରିବେଷିତ ହୋଇଥିଲା । ଆଦି ପରିବେଷିତ ହୋଇଥିଲା ପୂଜ୍ୟପୂଜା ସାହିତ୍ୟ ସଂସଦର ସଂପାଦକ ମହେଶ୍ୱର ବରାଡ଼ ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସୂଚନା ଓ ଲୋକସଂପର୍କ ବିଭାଗର ବହୁ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ । ଶ୍ରୀ ବିଶ୍ୱଜିତ ବଳିୟାରସିଂହ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।