Categories
ଆଜିର ଖବର ରାଜ୍ୟ ଖବର

 ବିଧାୟକ ରାଜେନ୍ଦ୍ର କୁମାର ସାହୁ ହେଲେ ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ

ଭୁବନେଶ୍ଵର: ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କୁ ମନୋନୀତ କରାଯାଇଛି। ରାଜ୍ୟ ସରକାର ବିଧାୟକ ଶ୍ରୀ ସାହୁଙ୍କୁ ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ମନୋନୀତ କରିଛନ୍ତି। ଏହ ପୂର୍ବରୁ ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ କାର୍ଯ୍ୟ କରିଆସୁଥିଲେ। କିନ୍ତୁ ଶ୍ରୀ ଜଗଦ୍ଦେବଙ୍କୁ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳରୁ ନିଲମ୍ବିତ କରିବା ସହ ଉକ୍ତ ପଦବୀରୁ ବିହିଷ୍କାର କରିଥିଲେ।

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଉପରେ ସେପ୍ଟେମ୍ବର ୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ବିରୋଧୀ ଦଳର କର୍ମୀଙ୍କୁ ଆକ୍ରମଣ ଏବଂ ଜଣେ ସାମ୍ବାଦିକଙ୍କୁ ଦୁର୍ବ୍ୟବାହର ଘଟଣାରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳରୁ ନିଲମ୍ବିନ କରିଥିଲେ।