Categories
ଆଜିର ଖବର ରାଜ୍ୟ ଖବର

ବିଶ୍ଵାସରେ ରାଜ୍ୟସ୍ତରୀୟ ପ୍ରତିଭା ଅନ୍ଵେଷଣ ପରୀକ୍ଷା

ଭୁବନେଶ୍ବର: ପିତାପଲ୍ଲି ନିକଟସ୍ଥ ‘ବିଶ୍ବାସ’ ଉଚ୍ଚ ମାଧ୍ୟମିକ ଅନୁଷ୍ଠାନରେ ରାଜ୍ୟସ୍ତରୀୟ ପ୍ରତିଭା ଅନ୍ଵେଷଣ ପରୀକ୍ଷା ଅନୁଷ୍ଠିତ ହୋଇ ଯାଇଅଛି। ଏହି ପ୍ରତିଯୋଗିତାରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ସରକାରୀ ଓ ବେ-ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ରଛାତ୍ରୀ ମାନେ ଭାଗ ନେଇଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶାର ପୂର୍ବତନ ଅର୍ଥମନ୍ତ୍ରୀ ଡଃ. ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ଯୋଗଦାନ କରିଥିଲେ। ଏବଂ ଗଣଶିକ୍ଷା ବିଭାଗର ପୂର୍ବତନ ନିର୍ଦେଶକ ଡଃ. ଶରତ ଚନ୍ଦ୍ର ବିଶ୍ଵାଳ ସଂମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ।

ଏଥିରେ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ମୁଖ୍ୟ ଅତିଥି  ଛାତ୍ରଛାତ୍ରୀ ମାନଙ୍କୁ ଚରିତ୍ରବତ୍ତା, କଠିନ ପରିଶ୍ରମ କରିବା ଜୀବନର ମୂଳ ଲକ୍ଷ୍ୟ ବୋଲି ଉଦବୋଧନ ଦେଇଥିଲେ।

ପ୍ରଥମ ଶ୍ରେଣୀରେ ବିବେକାନନ୍ଦ ବିଦ୍ୟାଳୟ, କୁହୁଡି ଓ ସରକାରୀ ହାଇସ୍କୁଲ, ଆରିକମା-ଯୁଗ୍ମ ଭାବରେ ବିବେଚିତ ହୋଇଛନ୍ତି। ସେହିପରି ସୋମନାଥ ହାଇ ସ୍କୁଲ, ହରିରାଜପୁର, ଜଟଣୀ ଓ କୃପାସିନ୍ଧୁ ହାଇ ସ୍କୁଲ, ଗୋପୀନାଥପୁର ଯୁଗ୍ମ ଦ୍ଵିତୀୟ ଓ ତୃତୀୟ ସ୍ଥାନରେ ସରକାରୀ ହାଇସ୍କୁଲ, ପଳାଶୁଣି ଯୋଗ୍ୟ ବିବେଚିତ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ରାଜ୍ୟସ୍ତରୀୟ ଆବିର୍ଭାବ ଦିବସ ସମାରୋହ ପାଳନ

ବାଣପୁର (ସୀତାରାମ ଅଗ୍ରୱାଲ): ସତ୍ୟବାଦୀ ପଞ୍ଚସଖା ଯୁଗର ଅନ୍ୟତମ ସାଧକ, ଆଦର୍ଶ ଶିକ୍ଷକ,ଶିକ୍ଷାବିତ୍, ନିସ୍ୱାର୍ଥ ପରଜନ ସେବକ, ପ୍ରବୀଣ ରାଜନିତୀଜ୍ଞ, ଓଡ଼ିଆ ଭାଷା ସାହିତ୍ୟର ଏକ ନିଷ୍ଠପୂଜାରୀ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ପୁଣ୍ୟ ଆବିର୍ଭାବ ଦିବସ ସମାରୋହ ଜନ୍ମମାଟି ବାଣପୁରଠାରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାହିତ୍ୟ ଏକାଡ଼େମୀ ଓ ଚିଲିକା ସାହିତ୍ୟ ସମାଜ ବାଲୁଗାଁ-ବାଣପୁରର ମିଳିତ ଆନୁକୂଲ୍ୟରେ ନେହେରୁ ସେବା ସଂଘର କନକ ଭବନଠାରେ ଆୟୋଜିତ ଏହି ସମାରୋହରେ ସାହିତ୍ୟ ସମାଜର ସଭାପତି ବାଳମୁକୁନ୍ଦ ଦାସ ପୌରାହିତ୍ୟ କରି ଓଡ଼ିଶା ସାହିତ୍ୟ ଭଣ୍ଡାରକୁ ନିଜର ସାରସ୍ଵତ ସୃଷ୍ଟିରେ ରୁଦ୍ଧିମନ୍ତ କରିଥିବା ପୁଣ୍ୟଶ୍ଳୋକ ପଣ୍ଡିତ ଗୋଦାବରୀଶଙ୍କୁ ଜନ୍ମଦେଇ ବାଣପୁର ମାଟି ଆଜି ଗର୍ବିତ ବୋଲି କହି ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ମୁଖ୍ୟ ଅତିଥି ଭାବରେ ବିଶିଷ୍ଠ ସାହିତ୍ୟିକ ଡକ୍ଟର ହରିହର କାନୁନଗୋ, ମୁଖ୍ୟବକ୍ତା ଭାବରେ ସୁସାହିତ୍ୟ ଡକ୍ଟର ପ୍ରମୋଦ କୁମାର ଦ୍ଵିବେଦୀ, ସମ୍ମାନୀତ ଅତିଥି ଭାବରେ ଅଧ୍ୟାପକ ସଂଗ୍ରାମ କେଶରୀ ସାହୁ ଏବଂ ଡ଼ାଦେବେନ୍ଦ୍ରନାଥ ମାନସିଂ ଯୋଗ ଦେଇ ପଣ୍ଡିତ ମିଶ୍ର ପରାଧୀନ କାଳରେ ବହୁ କଷ୍ଟ ସ୍ଵୀକାର କରି ନିଜର ଏ କୋନିଷ୍ଠ ଉଦ୍ୟମ ବଳରେ କିପରି କଲିକତାରୁ ଏମଏ ପାସ କରି ସରକାରୀ ଚାକାରିକୁ ପ୍ରତ୍ୟାଖ୍ୟାନ କରି ଗୋପବନ୍ଧୁଙ୍କ ପ୍ରେରଣାରେ ସତ୍ୟବାଦୀ ବନ ବିଦ୍ୟାଳୟର ଶିକ୍ଷକତା କୁ ଆଦରିନେଇ ତ୍ୟାଗ, ସେବା ଓ ସାଧନାର ବେଦୀରେ ନିଜ ଜୀବନକୁ ଉତ୍ସର୍ଗ କରି ଜନ୍ମଭୂମୀ ଉତ୍କଳର ନିସ୍ୱାର୍ଥସେବା କରିଥିଲେ ପ୍ରତିଟି ଉତ୍କଳୀୟଙ୍କ ହୃଦୟରେ ଚିରକାଳ ବଞ୍ଚି ରହିଥିବେ ବୋଲି ପ୍ରକାଶ କରି ତାଙ୍କ ପ୍ରତି ଗଭୀର ଶ୍ରୀଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପ୍ରଭାତରେ ବାଣପୁର ବାସୀଙ୍କ ତରଫରୁ ବଜାରରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ କବି ପୁରୁଷୋତ୍ତମ ମହାପାତ୍ରଙ୍କ ସଭାପତିତ୍ଵରେ ଚିଲିକା ସାହିତ୍ୟ ସମାଜ ର କବିମାନଙ୍କ ଦ୍ଵାରା ଏକମନୋଜ୍ଞ ସ୍ୱରଚିତ କବିତା ପାଠ ଅନୁଷ୍ଠିତ ହୋଇଥିଲା।

ଏଥିରେ କବି ନୃସିଂହ ପ୍ରସାଦ ମିଶ୍ର, ଓମ ପ୍ରକାଶ ଅଗ୍ରୱାଲ, ମଦନ ମୋହନ ମହାପାତ୍ର,ଆନନ୍ଦ ଚନ୍ଦ୍ର ସେନାପତି, ଶିଶିର ଦାସ, ଶେଷଦେବ ମହାରଣା,ରୋଜି ମିଶ୍ର, ଡ଼ଃ ନୃସିଂହ ପ୍ରଧାନ, ଭିକାରୀଚରଣ ପ୍ରଧାନ, ରମେଶ ଚନ୍ଦ୍ର ମହାପାତ୍ର, ଗୋଲକ ବିହାରୀ ପରୀଡ଼ା, ରବି ମାନସିଂ, ଦେବାଶୀଷ ପଟ୍ଟନାୟକ, ପବିତ୍ର ବେହେରା, ସନ୍ତୋଷ କୁମାର ଦାଶ, ଶରତ କୁମାର ପଟ୍ଟନାୟକ, ପ୍ରଦୀପ କୁମାର ଦାସ, ବିରେନ୍ଦ୍ର କୁମାର ତ୍ରିପାଠୀ ଯୋଗ ନେଇ ସ୍ଵରଚିତ କବିତା ଆବୃତ୍ତି କରିଥିଲେ। ଶେଷରେ ସଂପାଦକ ଅଧ୍ୟାପକ ଲକ୍ଷ୍ମୀଧର ସୁବୁଦ୍ଧି ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

‘ଷ୍ଟ୍ରୋକର ପ୍ରତିଷେଧକ ଓ ପରିଚାଳନା’ ସଂପର୍କିତ ରାଜ୍ୟସ୍ତରୀୟ ମିଡିଆ ସଚେତନତା କର୍ମଶାଳା

ଭୁବନେଶ୍ୱର: ବିଭିନ୍ନ ଅଣସଂକ୍ରାମକ ରୋଗ ମଧ୍ୟରେ ଷ୍ଟ୍ରୋକ ବା ମସ୍ତିଷ୍କାଘାତ ଆଜି ମୃତ୍ୟୁ ଓ ଅକ୍ଷମତା ସୃଷ୍ଟିର ଏକ ପ୍ରମୁଖ କାରଣ ହୋଇଛି। ଏହା ଆଜି ସାରା ପୃଥିବୀ ପାଇଁ ବିରାଟ ଜନସ୍ୱାସ୍ଥ୍ୟ ଆହ୍ୱାନ ଭାବେ ଦେଖାଦେଇଛି। ତେଣୁ ଏ ସଂପର୍କରେ ବ୍ୟାପକ ସଚେତନତା କରାଯାଇପାରିଲେ ଆମେ ଆଗାମୀ ଦିନରେ ଷ୍ଟ୍ରୋକକୁ ନିୟନ୍ତ୍ରଣ କରିପାରିବା ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ମତ ଦେଇଛନ୍ତି।

ଦେଶରେ ପ୍ରତି ୬ ସେକେଣ୍ଡରେ ଜଣେ ବ୍ୟକ୍ତି ଷ୍ଟ୍ରୋକରେ ମୃତ୍ୟୁବରଣ କରୁଛନ୍ତି। ଅଧିକାଂଶ କ୍ଷେତ୍ରରେ ରୋଗୀମାନଙ୍କୁ ବହୁ ବିଳମ୍ବରେ ଡାକ୍ତରଖାନାକୁ ନିଆଯାଉଥିବାରୁ ସେମାନଙ୍କ ଚିକିତ୍ସା ବିଶେଷ ପ୍ରଭାବଶାଳୀ ହୋଇପାରୁ ନାହିଁ। ତେଣୁ କୌଣସି ବ୍ୟକ୍ତିଙ୍କ ମସ୍ତିଷ୍କାଘାତର ସନ୍ଦେହ ହେଲେ ତାଙ୍କୁ ଚାରିରୁ ସାେ ଚାରି ଘଣ୍ଟା ମଧ୍ୟରେ ଷ୍ଟ୍ରୋକ ଚିକିତ୍ସା ଉପଲବ୍ଧ ଥିବା ଡାକ୍ତରଖାନାରେ ପହଞ୍ଚାଇବା ଜରୁରୀ, କହିଛନ୍ତି ବିଶିଷ୍ଟ ନ୍ୟୁରୋଲୋଜିଷ୍ଟ ଡାକ୍ତର ଶୁଭ୍ରାଂଶୁ ଶେଖର ଜେନା। ଆଇଏଫ୍‌ଆଇ ଫାଉଣ୍ଡେସନ ପକ୍ଷରୁ ତଥା ଓଡ଼ିଶାଲାଇଭ୍ ଓ ସ୍ୱାସ୍ଥ୍ୟପ୍ଲସର ମିଳିତ ଆନୁକୂଲ୍ୟରେ ବୁଧବାର ଭୁବନେଶ୍ୱରଠାରେ ଆୟୋଜିତ ରାଜ୍ୟସ୍ତରୀୟ ମିଡିଆ ସଚେତନତା କର୍ମଶାଳାରେ ଡାକ୍ତର ଜେନା ଏହା କହିଛନ୍ତି।

ଅକ୍ଟୋବର ୨୯ ବିଶ୍ୱ ଷ୍ଟ୍ରୋକ ଦିବସ ପାଇଁ ଫାଉଣ୍ଡେସନ ପକ୍ଷରୁ ଚଳିତ ୧୬ରୁ ୩୧ ତାରିଖ ପର୍ଯ୍ୟନ୍ତ ବିଶେଷ ଜନସ୍ୱାସ୍ଥ୍ୟ ସଚେତନତା ଅଭିଯାନ କରାଯାଉଛି। ଏହି ଅବସରରେ ଷ୍ଟ୍ରୋକର କାରଣ, ଲକ୍ଷଣ ଏବଂ ନିରାକରଣ ସଂପର୍କିତ ବିଭିନ୍ନ ସଚେତନତାମୂଳକ ଭିଡିଓ ଓଡ଼ିଶାଲାଇଭ୍ ଏବଂ ସ୍ୱାସ୍ଥ୍ୟପ୍ଲସର ବିଭିନ୍ନ ସୋସିଆଲ ଚ୍ୟାନେଲରେ ପ୍ରସାରଣ କରାଯିବ।

ଏହି ଅଭିଯାନ ଅଧୀନରେ ଆୟୋଜିତ ମିଡିଆ ସଚେତନତା କର୍ମଶାଳାରେ ଯୋଗ ଦେଇଥିବା ଗଣମାଧ୍ୟମ ଓ ଡେଭଲପମେଣ୍ଟ କ୍ଷେତ୍ରର ପ୍ରତିନିଧି ଏବଂ ଗଣଯୋଗାଯୋଗ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିଥିଲେ ଓଡ଼ିଶାଲାଇଭର ମୁଖ୍ୟ ସମ୍ପାଦକ ଏବଂ ଷ୍ଟ୍ରୋକ ସଚେତନତା ଅଭିଯାନର ଅଧ୍ୟକ୍ଷ ନୀଳାମ୍ବର ରଥ। ସେ କହିଥିଲେ ଯେ, ଶତାଧିକ ବର୍ଷ ଧରି ମାନବ ସମାଜ ବିଭିନ୍ନ ସଂକ୍ରାମକ ରୋଗ ବିରୋଧରେ ଲଢ଼େଇ କରିଆସିଛି। କିନ୍ତୁ ଚଳିତ ଶତାବ୍ଦୀରେ ଅଣସଂକ୍ରାମକ ରୋଗ ଆମ ପାଇଁ ଆହୁରି ବଡ଼ ଆହ୍ୱାନ ସୃଷ୍ଟି କରିଛି।

ଅଣସଂକ୍ରାମକ ରୋଗ ମଧ୍ୟରେ ମଧୁମେହ, ଉଚ୍ଚରକ୍ତଚାପ, ହୃଦରୋଗ ଏବଂ ଷ୍ଟ୍ରୋକ ଆଜି ପ୍ରମୁଖ ସ୍ୱାସ୍ଥ୍ୟ ସମସ୍ୟା ଭାବେ ଦେଖାଦେଇଛି। ତା’ ଭିତରେ ଷ୍ଟ୍ରୋକ ବର୍ତ୍ତମାନ ଲୋକଙ୍କ ଜୀବନକୁ ଅଧିକ ମାତ୍ରରେ ପ୍ରଭାବିତ କରୁଛି। ଷ୍ଟ୍ରୋକରୁ ବଞ୍ଚିବା ପାଇଁ ଲୋକମାନଙ୍କୁ ନିଜର ଜୀବନଶୈଳୀରେ ପରିବର୍ତ୍ତନ କରିବାକୁ ପଡ଼ିବ। ତେଣୁ ଜନସାଧାରଣଙ୍କୁ ଏ ଦିଗରେ ସଚେତନ କରିବା ସହ ଷ୍ଟ୍ରୋକ ମୁକାବିଲା ଲାଗି ଆବଶ୍ୟକ ନୀତି ନିର୍ଦ୍ଧାରଣ ପାଇଁ ଗଣମାଧ୍ୟମ ପ୍ରତିନିଧିମାନେ ବିଭିନ୍ନ ସମୟରେ ସରକାରଙ୍କୁ ସଜାଗ କରିବା ଦରକାର, କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପୂର୍ବତନ ଅତିରିକ୍ତ ନିର୍ଦ୍ଦେଶକ ତଥା ଜନସ୍ୱାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ପ୍ରଣବ କୁମାର ବେବର୍ତ୍ତା ପଟ୍ଟନାୟକ।

ଏହି କର୍ମଶାଳାରେ “ଷ୍ଟ୍ରୋକର ପ୍ରତିଷେଧକ ଓ ପରିଚାଳନା’ ଏବଂ “ଷ୍ଟ୍ରୋକ – ଏକ ଜନସ୍ୱାସ୍ଥ୍ୟ ଆହ୍ୱାନ’ ଶୀର୍ଷକରେ ଦୁଇଟି ସେସନ ରହିଥିଲା। ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ଷ୍ଟ୍ରୋକ ସଂପର୍କରେ ବ୍ୟାପକ ଧାରଣା ଦେବା ସହ ଅଂଶଗ୍ରହଣ କରିଥିବା ମିଡିଆ କର୍ମୀ ଓ ଛାତ୍ରଛାତ୍ରୀଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇଥିଲେ।

ଆରଏମଆରସି ଭୁବନେଶ୍ୱର, ଇଣ୍ଡିଆନ ପବ୍ଲିକ ହେଲଥ ଆସୋସିଏସନ, ପବ୍ଲିକ ହେଲଥ ଫାଉଣ୍ଡେସନ ଅଫ ଇଣ୍ଡିଆ (ପିଏଚଏଫଆଇ) ଏବଂ କେୟାର ହସ୍ପିଟାଲ ଭୁବନେଶ୍ୱର ଏହି ସ୍ୱାସ୍ଥ୍ୟ ସଚେତନତା ଅଭିଯାନର ପାର୍ଟନର ଭାବେ ଯୋଡ଼ି ହୋଇଛନ୍ତି। ପିଏଚଏଫଆଇର ନିର୍ଦ୍ଦେଶକ ପ୍ରଫେସର ଶ୍ରୀଧର ମୁରଲୀଧରରାଓ କଦମ ଏବଂ ଡାକ୍ତର ଶୁଭ୍ରାଂଶୁ ଶେଖର ଜେନା କାର୍ଯ୍ୟକ୍ରମର ପରାମର୍ଶଦାତା ରହିଥିବା ବେଳେ ଆଇଏଫଆଇ ଫାଉଣ୍ଡେସନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସିଦ୍ଧାର୍ଥ ରଥ ଏହି ଅଭିଯାନର ନିର୍ଦ୍ଦେଶକ ରହିଛନ୍ତି।

ଆଇଏଫଆଇ ଫାଉଣ୍ଡେସନ ୱାର୍ଲ୍ଡର୍ ଷ୍ଟ୍ରୋକ ଅର୍ଗାନାଇଜେସନର ସଦସ୍ୟ ଭାବେ ଯୋଗ ଦେଇଛି। ସାଧାରଣ ଲୋକଙ୍କୁ ଷ୍ଟ୍ରୋକ ବିଷୟରେ ସଚେତନ କରିବା ତଥା ଏହାର ନିୟନ୍ତ୍ରଣ ପାଇଁ ଫାଉଣ୍ଡେସନ ଆଗାମୀ ଦିନରେ ବ୍ୟାପକ କାର୍ଯ୍ୟକ୍ରମ ପାଇଁ ଲକ୍ଷ୍ୟ ରଖିଛି।

Categories
ଆଜିର ଖବର ଖେଳ ରାଜ୍ୟ ଖବର

ସୋଆରେ ଦୁଇ ଦିନିଆ ରାଜ୍ୟସ୍ତରୀୟ ସ୍କୁଲ ଚେସ୍ ଚାମ୍ପିଅନ୍‌ସିପ୍ ଆରମ୍ଭ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଆଜି ଦୁଇ ଦିନିଆ ଅଲ୍ ଓଡ଼ିଶା ସ୍କୁଲ୍ ଚେସ୍ ଚାମ୍ପିଅନ୍‌ସିପର ଶୁଭାରମ୍ଭ ହୋଇଥିବା ବେଳେ ଏହି ପ୍ରତିଯୋଗିତାରେ ୨୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଭାଗ ନେଉଛନ୍ତି।

ଅଲ୍ ଓଡ଼ିଶା ଚେସ୍ ଆସୋସିଏସନ୍ (ଏଓସିଏ) ଦ୍ୱାରା ଆୟୋଜିତ ତଥା ସୋଆର ସହଯୋଗରେ ଏହି ଚାମ୍ପିଅନ୍‌ସିପ୍ ଆରମ୍ଭ ହୋଇଥିବା ବେଳେ ଏହାର ପୁରସ୍କାର ରାଶି ୧ ଲକ୍ଷ ଟଙ୍କା ଧାର୍ଯ୍ୟ କରାଯାଇଛି। ଏହି ଟୁର୍ଣ୍ଣାମେଂଟରେ ସାରା ରାଜ୍ୟରୁ ୫ ବର୍ଷରୁ ୧୫ ବର୍ଷର ପିଲାମାନେ ଭାଗ ନେଇଛନ୍ତି।

ପ୍ରତିଯୋଗିତାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଚେସ୍ ଖେଳରେ ଭାରତରେ ନୂଆ ନୂଆ ପ୍ରତିଭା ସାମ୍ନାକୁ ଆସୁଥିବା ଦର୍ଶାଇ ରାଜ୍ୟରେ ଏହି କ୍ରୀଡ଼ାକୁ ଲୋକପ୍ରିୟ କରାଇବା ଏହି ଚାମ୍ପିଅନ୍‌ସିପ୍‌ର ମୂଳ ଉଦ୍ଦେଶ୍ୟ ବୋଲି କହିଛନ୍ତି।

କାର୍ଯ୍ୟକ୍ରମରେ ଏଓସିଏର ଇଂଟରନ୍ୟାସ୍‌ନାଲ୍ ଆରବିଟର ସୁରେଶ ଚନ୍ଦ୍ର ସାହୁ, ସଚିବ ଦେବବ୍ରତ ଭଟ୍ଟ ଓ କୋଷାଧ୍ୟକ୍ଷ ଶଙ୍କର ମିଶ୍ରଙ୍କ ସମେତ ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ବକ୍ତବ୍ୟ ରଖିଥିଲେ।

ପ୍ରଫେସର ଦାସ କହିଥିଲେ ଯେ କ୍ରୀଡ଼ା ହେଉଛି ଏଭଳି ଏକ ମାଧ୍ୟମ ଯାହା ଦ୍ୱାରା ମଣିଷର ଜୀବନରେ ଶୃଙ୍ଖଳା ଆସିଥାଏ। ଚେସ୍ କ୍ରୀଡ଼ାକୁ ଅନ୍ୟ ଖେଳ ଠାରୁ ଅଲଗା ବୋଲି କହିବା ସହ ଏହା ମସ୍ତିଷ୍କକୁ ଚଂଚଳ କରିଥାଏ ବୋଲି ସେ କହିଥିଲେ।
ଏହି ଅବସରରେ ସୋଆର ସ୍ପୋର୍ଟ୍ସ ଅଫିସର ସୁନୀତା ବର୍ମା ମଧ୍ୟ ଉପସ୍ଥିତ ଥିଲେ।

Categories
ଆଜିର ଖବର ମନୋରଂଜନ ରାଜ୍ୟ ଖବର

ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସୌନ୍ଦର୍ଯ୍ୟ ପ୍ରତିଯୋଗୀତା ଅନୁଷ୍ଠିତ

ଭୁବନେଶ୍ୱର: ଦେଶର ପ୍ରମୁଖ ଅନୁଷ୍ଠାନ ‘ଇଣ୍ଡିଆ ଚାର୍ମିଙ୍ଗ ଫେସ’ ତରଫରୁ ଭୁବନେଶ୍ୱରରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ସୌନ୍ଦର୍ଯ୍ୟ ପ୍ରତିଯୋଗୀତା। ହୋଟେଲ ଏକ୍ସିଲେନ୍ସି ଠାରେ ରାଜ୍ୟ ନିର୍ଦ୍ଦେଶିକା ସସ୍ମିତା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏହି ପ୍ରତିଯୋଗୀତା ସଫଳତାର ସହ ଶେଷ ହୋଇଛି। ସସ୍ମିତା ନିଜେ ଜଣେ ମଡେଲ ଓ ଅଭିନେତ୍ରୀ ହୋଇଥିବା ବେଳେ ତାଙ୍କର କ୍ୟାରିୟର ମଧ୍ୟ ଏହି ‘ଇଣ୍ଡିଆ ଚାର୍ମିଙ୍ଗ ଫେସ’ରୁ ହିଁ ଆରମ୍ଭ ହୋଇଛି। ସସ୍ମିତାଙ୍କ ସହ ଆନ୍ତର୍ଜାତୀୟ ସ୍ତରର ମଡେଲ ବବିତା ଶବର ମଧ୍ୟ କାର୍ଯ୍ୟନିର୍ବାହୀ ଆୟୋଜକ ଭାବେ ସହଯୋଗର ହାତ ବଢ଼ାଇଥିଲେ।

ଓଡିଶାର କୋଣ ଅନୁକୋଣରୁ ମଡେଲ ମାନେ ଏହି ପ୍ରତିଯୋଗୀତାରେ ଅଂଶଗ୍ରହଣ କରିବାକୁ ଆସି ସାମିଲ ହୋଇଥିଲେ। ତେବେ ସେମାନଙ୍କ ମଧ୍ୟରୁ ଟପ୍ ୫ ଜଣ ମିଷ୍ଟର, ୫ଜଣ ମିସ୍ ଓ ୫ଜଣ ମିଷ୍ଟ୍ରେସ୍ ମାନଙ୍କୁ ଚୟନ କରାଯାଇଛି। ଯେଉଁମାନେ ଗୋଆ ଠାରେ ହେବାକୁ ଥିବା ଜାତୀୟ ପ୍ରତିଯୋଗିତାରେ ସାମିଲ ହୋଇ ଓଡିଶାକୁ ପ୍ରତିନିଧିତ୍ୱ କରିବେ ବୋଲି ଆୟୋଜିକା ସସ୍ମିତା ପଣ୍ଡା ସୂଚନା ଦେଇଛନ୍ତି। ମିଷ୍ଟର କ୍ୟାଟେଗୋରୀରେ ବ୍ରହ୍ମପୁରର ଅଜିତ କୁମାର ପାତ୍ର ସୁପର ବିଜେତା ହୋଇଥିବା ବେଳେ ଝାରସୁଗୁଡାର କୁନାଲ ଜଲାନ ପ୍ରଥମ ବିଜେତା ହୋଇଛନ୍ତି। ସେହିଭଳି ଖୋର୍ଦ୍ଧାର ଅମ୍ଳାନ ମହାନ୍ତି ପ୍ରଥମ ରନର୍ସ ଅପ୍‌, ଢ଼େଙ୍କାନାଳର ମହାବୀର ପ୍ରସାଦ ଶତପଥୀ ଦ୍ୱିତୀୟ ରନର୍ସ ଅପ୍ ହୋଇଥିବା ବେଳେ ଟପ୍ ୫ ଭିତରେ ଭଦ୍ରକର ପ୍ରଭାତ କୁମାର ବିଶ୍ୱାଳ ଓ ବ୍ରହ୍ମପୁରର ନାରାୟଣ ସାହୁ ସାମିଲ ହୋଇଛନ୍ତି। ଅନ୍ୟପଟେ ମିସ୍ କ୍ୟାଟେଗୋରୀରେ ରାଉରକେଲାର ଶ୍ରଦ୍ଧାଞ୍ଜଳୀ ତନ୍ତୀ ବିଜେତା ହୋଇଥିବା ବେଳେ ଭୁବନେଶ୍ୱରର ପ୍ରିତୀ ପ୍ରଥମ ରନର୍ସ ଅପ୍ ହୋଇଛନ୍ତି। କଟକ ଅନନ୍ୟା ବିଶ୍ୱାଳ ଦ୍ୱିତୀୟ ରନର୍ସ ଅପ୍ ହେବା ସହ ବ୍ରହ୍ମପୁରର ଶ୍ରାବଣୀ ରାଓ ଓ ସୋନାଲିସା ମହାପାତ୍ର ଟପ୍ ୫ରେ ସାମିଲ ହୋଇଛନ୍ତି। ସେହିଭଳି ମିଷ୍ଟ୍ରେସ୍ କ୍ୟାଟେଗୋରୀରେ ବ୍ରହ୍ମପୁରର ପ୍ରଗତୀ ପ୍ରିୟଦର୍ଶିନୀ ସାହୁ ବିଜେତା ହୋଇଥିବା ବେଳେ ଭୁବନେଶ୍ୱରର ମିନୁ ପାଢ଼ୀ ରନର୍ସ ଅପ୍ ହୋଇଛନ୍ତି।

ପୂର୍ବତନ ସାଂସଦ ତଥା କବି ପ୍ରଶନ୍ନ ପାଟ୍ଟଶାଣୀ, ପ୍ରଯୋଜକ ସଚ୍ଚିକାନ୍ତ ଜେନା ଓ ମିଡିଆ ପ୍ଲାନର ପ୍ରଣୟ ଜେଠୀ ପ୍ରମୁଖ ଉପସ୍ଥିତ ରହି ବିଜେତା ଓ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ। ଓଡିଶାରେ ମଡେଲିଂ କ୍ଷେତ୍ରରେ ଏଭଳି କାର୍ଯ୍ୟକ୍ରମ ନୂଆ ପିଢ଼ୀକୁ ଉତ୍ସାହିତ କରିବା ସହ ଆଗକୁ ନେବାରେ ସହାୟକ ହୋଇପାରିବ ବୋଲି ଅତିଥୀମାନେ ମତ ଦେଇଥିଲେ। କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତ ପ୍ରତିଯୋଗୀ, ମେକଅପ ଆର୍ଟିଷ୍ଟ, ଡିଜାଇନର ଓ ଜୁରୀମେମ୍ବରମାନଙ୍କୁ ଆୟୋଜିକା ଅଭିନେତ୍ରୀ ସସ୍ମିତା ପଣ୍ଡା କୃତଜ୍ଞତା ଜଣାଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ହେଲା ରାଜ୍ୟସ୍ତରୀୟ କାର୍ତ୍ତିକ ପୂର୍ଣ୍ଣିମା ମହୋତ୍ସଵ ଓ ପ୍ରତିଯୋଗିତା

ଭୁବନେଶ୍ୱର: କାର୍ତ୍ତିକ ପୂର୍ଣ୍ଣିମା ଆମ ଓଡିଶାର ପରମ୍ପରା ଓ ଧର୍ମୀୟ ଭାବନା ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ଉତ୍କଳର ପ୍ରାଚୀନ ଗାରିମାମୟ ନୌବାଣିଜ୍ୟ ଇତିହାସ ଦୃଷ୍ଟିକୋଣରୁ ଏହାର ବୈଶିଷ୍ଟ୍ୟତା ରହିଛି। ଏହାକୁ ସାଧାରଣତଃ ଓଡ଼ିଶାର ପୁରପଲ୍ଲୀରେ ଧର୍ମ ମାସ ହିସାବରେ ବିବେଚନା କରାଯାଏ। ଏହି ପର୍ବ ସହିତ ଓଡ଼ିଶାର ନିଜସ୍ୱ ଚାଲି ଚଳଣୀ ଓ ପାରମ୍ପରିକ ଆଚାର ବିଚାର ଯୋଡି ହୋଇ ରହିଛି ଏହି ପରିପ୍ରେକ୍ଷୀରେ କାର୍ତ୍ତିକ ପୂର୍ଣ୍ଣିମା ସହ ଜଡିତ ପାରମ୍ପରିକ ସଂସ୍କୃତିର ପ୍ରଚାର ପ୍ରସାର ତଥା ଲୋକକଳାକୁ ରୁଦ୍ଧିମନ୍ତ କରିବା ପାଇଁ ଓଡିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମସ୍ତ ୩୦ ଗୋଟି ଜିଲ୍ଲାରେ ଥିବା ଲୋକକଳା ଗ୍ରାମ ସହିତ ଭୁବନେଶ୍ୱର, ରବୀନ୍ଦ୍ର ମଣ୍ଡପରେ ରାଜ୍ୟସ୍ତରୀୟ ଝୋଟି ଚିତା, ହୁଳହୁଳି, ଡ଼ଙ୍ଗା ଭସାଣି, ଲକ୍ଷ୍ମୀ ପୁରାଣ ଓ ଭାଗବତ ପଠନ ଏବଂ ପିଠାପଣା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ରାଜ୍ୟସ୍ତରୀୟ ମହୋତ୍ସଵ ଓ ପ୍ରତିଯୋଗିତାରେ ମହିଳା ମାନେ ଅତି ଉତ୍ସାହର ସହ ଭାଗ ନେଇଥିଲେ। ଝୋଟି ଚିତାରେ ୧୭୩, ପିଠାପଣାରେ ୩୦, ଲକ୍ଷ୍ମୀପୁରାଣ ପଠନରେ ୧୬ ଓ ହୁଳହୁଳି ପ୍ରତିଯୋଗିତାରେ ୪୫ ଜଣ ମହିଳା ଭାଗ ନେଇଥିଲେ। ପୁରସ୍କାର ବିତରଣୀ ଉତ୍ସବରେ ଭିନ୍ନକ୍ଷମ ଆୟୁକ୍ତ ସୁଲୋଚନା ଦାସ, ମହିଳା ଓ ଶିଶୁ ବିକାଶ ବିଭାଗ ପରାମର୍ଶଦାତା ସୁଲତା ଦେଓ, ବିଭାଗର ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ, ସ୍ୱତନ୍ତ୍ର ସଚିବ ରାମକୃଷ୍ଣ ସାହୁ, ରାଜ୍ୟ ପ୍ରକଳ୍ପ ସଂଯୋଜକ ବାସୁଦେବ ମାଳବିଶୋଇ ଓ ରାଜ୍ୟ କଳାକାର ସଂଘ ଉପସଭାପତି ଅବନୀ ମିଶ୍ର ପ୍ରମୁଖ ଅତିଥି ରୂପେ ଯୋଗ ଦେଇଥିଲେ।

ନିଜ ବକ୍ତବ୍ୟରେ ନିର୍ଦ୍ଦେଶକ ଶ୍ରୀ ଦାସ ଓଡ଼ିଆ ପରମ୍ପରାକୁ ଜଜ୍ଜୀବିତ ରଖିବା ଲାଗି ରାଜ୍ୟ ସରକାର ନେଉଥିବା ବିଭିନ୍ନ ଯୁଗାନ୍ତକାରୀ ପଦକ୍ଷେପ ଲାଗି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାଧୁବାଦ ଜଣାଇଥିଲେ। ଓଡ଼ିଆ ଜାତିର ପରିଚାୟକ ବିଭିନ୍ନ ପ୍ରତିଯୋଗିତାରେ ଅତି ଉତ୍ସାହର ସହ ଭାଗ ନେଇଥିବା ସମସ୍ତ ପ୍ରତିଯୋଗୀ ମା’ ଓ ଭଉଣୀ ମାନଙ୍କୁ ଭୁୟସୀ ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମ ପ୍ରତିବର୍ଷ ଆୟୋଜନ ହେବା ପାଇଁ ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଥିଲେ।

ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା ସମସ୍ତ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କଳାକ୍ଷେତ୍ର ସାଂସ୍କୃତିକ କେନ୍ଦ୍ର ଏବଂ ହେଲ୍ପମେଟ ମହିଳା ସଂଘଙ୍କ ସହଭାଗିତାରେ ଆୟୋଜନ କରାଯାଇଥିଲା। ପରିଶେଷରେ ରାଜ୍ୟ ପ୍ରକଳ୍ପ ସଂଯୋଜକ ବାସୁଦେବ ମାଳବିଶୋଇ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟସ୍ତରୀୟ ଗୋପବନ୍ଧୁ ଜୟନ୍ତୀ ସମାରୋହ

ଭୁବନେଶ୍ୱର: ରାଜ୍ୟର ଅଗ୍ରଣୀ ସାଂସ୍କୃତିକ ତଥା ଶିକ୍ଷା ଅନୁଷ୍ଠାନ ପଞ୍ଚାଶଖା ସ୍ମୃତି ସଂସଦ, ପୂଣ୍ୟ ଉତ୍କଳ ଫାଉଣ୍ଡେସନ ଏବଂ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ଫରେଷ୍ଟ ପାର୍କ, ଭୁବନେଶ୍ୱର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ଲୋହିଆ ଏକାଡ଼େମୀଠାରେ ରାଜ୍ୟସ୍ତରୀୟ ୧୪୪ତମ ଗୋପବନ୍ଧୁ ଜୟନ୍ତୀ ସମାରୋହ-୨୦୨୧ ଅନୁଷ୍ଠିତ ହୋଇଯାଇଛି।

ଏହି ଉତ୍ସବରେ ଉଦ୍‌ଘାଟକ ଭାବେ ନିରଞ୍ଜନ ସାହୁ, ମାନ୍ୟବର ସଦସ୍ୟ, ଓଡ଼ିଶା ଲୋକସେବା ଆୟୋଗ ତଥା ପୂର୍ବତନ ପଶ୍ଚିମାଞ୍ଚଳ ରାଜସ୍ୱ ମଣ୍ଡଳ, ମୁଖ୍ୟ ଅତିଥି ଭାବେ ରବିନାରାୟଣ ସେନାପତି, ମାନ୍ୟବର ପୂର୍ବତନ ନିର୍ବାଚନ ଆୟୁକ୍ତ, ଓଡ଼ିଶା, ମୁଖ୍ୟବକ୍ତା ଭାବେ ମନୋରଞ୍ଜନ ମହାପାତ୍ର, ଅଧ୍ୟକ୍ଷ, ପୂଣ୍ୟ ଉତ୍କଳ ତଥା ସମ୍ପାଦକ ସାଇଦର୍ଶନ, ବିଶିଷ୍ଟ ଅତିଥି ଭାବେ ଗୋପବନ୍ଧୁ ମଲ୍ଲିକ, ପୂର୍ବତନ ଅତିରିକ୍ତ ପୋଲିସ୍ ମହାନିର୍ଦ୍ଦେଶକ, ସ୍ୱତନ୍ତ୍ର ଅତିଥି ଭାବେ ସୁରେଶ ଚନ୍ଦ୍ର ମନ୍ତ୍ରୀ, ବରିଷ୍ଠ ପ୍ରଶାସକ ତଥା ମୁଖ୍ୟ ସଂଯୋଜକ, ସମାଜ, ସଭାପତି ପ୍ରଦୋଷ ପଟ୍ଟନାୟକ, ବରିଷ୍ଠ ସାମ୍ବାଦିକ ତଥା ସ୍ତମ୍ଭକାର ପ୍ରମୁଖ ଯୋଗ ଦେଇଥିଲେ।

ଏହି ପରିପ୍ରେକ୍ଷୀରେ ସାମ୍ବାଦିକତା କ୍ଷେତ୍ରରେ ଉଲ୍ଳେଖନୀୟ ଅବଦାନ ପାଇଁ ଭାରତ ବେହେରାଙ୍କୁ ରାଜ୍ୟସ୍ତରୀୟ ଗୋପବନ୍ଧୁ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଅତିଥିମାନେ ତାଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ।

Categories
ଆଜିର ଖବର ଆଞ୍ଚଳିକ ଖେଳ ରାଜ୍ୟ ଖବର

ରାଜ୍ୟସ୍ତରୀୟ ବିଜୁ ସ୍ମାରକି ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଅନୁଷ୍ଟିତ

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ବ୍ରହ୍ମପୁର ଖଲିକୋଟ କଲେଜ ଷ୍ଟାଡିୟମ ପରିସରରେ ଆଜି ବିଜୁ ପଟ୍ଟନାୟକ ସ୍ମାରକି ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଅନୁଷ୍ଟିତ ହୋଇଯାଇଛି। ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୧୨ ଟି ଦଳ ଏଥିରେ ଭାଗନେଇଥିଲେ।

ଦୁଇଟି କୋର୍ଟ ମଧ୍ୟରେ ୪ ଗୋଟି ଦଳକୁ ନେଇ ପ୍ରତିଯୋଗିତା ଚାଲିଥିଲା। ବ୍ରହ୍ମପୁର ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବଲ ବ୍ୟାଡମିଣ୍ଟନ ଆସୋସିଏସନ କାର୍ଯ୍ୟକାରୀ ସଭାପତି ବିକ୍ରମ କୁମାର ପଣ୍ଡା ମୁଖ୍ୟ ଅତିଥି ରୂପରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଉପ-ସଭାପତି ସନାତନ ସଂଗ୍ରାମ ସିଂ, ଦୁଷ୍ମନ୍ତ ପାଢ଼ୀ, ସଂଜିତ ପାଣିଗ୍ରାହୀ, ପ୍ରକାଶ ଚନ୍ଦ୍ର ପଣ୍ଡା, ଅଜୀତ କୁମାର ପଣ୍ଡା, ଆର. ମୁରଲୀ ମୋହନ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।