Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ନୂଆବର୍ଷ ଭେଟି, ନବୀନ ଘୋଷଣା କଲେ ମହଙ୍ଗା ଭତ୍ତା

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ନୂଆ ବର୍ଷ ଭେଟି ଦେଇଛନ୍ତି। ସେ ଆଜି ରାଜ୍ୟ ସରକାରଙ୍କ ସମସ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪ ପ୍ରତିଶତ ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି। ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ ଭୋଗୀ ଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚାରି ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ଓ TI ମଞ୍ଜୁର କରିଛନ୍ତି। ଜୁଲାଇ ପହିଲା ୨୦୨୨ ରୁ ଏହା ପିଛିଲା ଭାବେ ଲାଗୁ ହେବ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

BREAKING: ପୂଜା ପୂର୍ବରୁ ରାଜ୍ୟ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ବୃଦ୍ଧି ପାଇଲା ମହଙ୍ଗା ଭତ୍ତା

ଭୁବନେଶ୍ବର: ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୧.୧.୨୦୨୨ରୁ ପିଚ୍ଛିଲା ଭାବରେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି।

କର୍ମଚାରୀ ଓ ପେନ୍ସନଭୋଗୀ ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍ସନଭୋଗୀ ଉପକୃତ ହେବେ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ଗୃହ ନିର୍ମାଣ ଋଣ ପରିମାଣ

ଭୁବନେଶ୍ବର: ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ ହାର ପରିମାଣ ମଧ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀମାନଙ୍କୁ ଦିଆଯିବ।

ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ଥିଲା ।  ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି ।

ଜାତୀୟ ପେନ୍ସନ ସ୍କିମ୍ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ।

Categories
ବିଶେଷ ଖବର ରାଜ୍ୟ ଖବର

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ନବୀନଙ୍କ ନୂଆବର୍ଷ ଭେଟି, ବୃଦ୍ଧି କଲେ ମହଙ୍ଗା ଭତ୍ତା

ଭୁବନେଶ୍ବର: ନୂଆବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରୀ କର୍ମଚାରୀଙ୍କୁ ଦେଇଛନ୍ତି ନୂଆ ଭେଟି। ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଏ ନେଇ ସେ ଏକ ବଡ ଘୋଷଣା କରିଛନ୍ତି।

ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୨୦୨୧ ଜୁଲାଇ ଏକ ତାରିଖରୁ ପିଚ୍ଛିଲା ଭାବରେ ଲାଗୁ ହେବ। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ଏହାଦ୍ବାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ପେନ୍‌ସନଭୋଗୀ ଉପକୃତ ହେବେ ।

ଏହା ସହିତ ସପ୍ତମ ବେତନ କମିଶନ ବାବଦ ୩୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ କର୍ମଚାରୀମାନେ ସପ୍ତମ ବେତନ କମିସନ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ବର୍ଦ୍ଧିତ ଦରମାର ୫୦ ପ୍ରତିଶତ ପାଇ ସାରିଛନ୍ତି। ଏହାଦ୍ବାରା ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ ।

Categories
ବିଶେଷ ଖବର ରାଜ୍ୟ ଖବର

ରାଜ୍ୟ କ୍ୟାବିନେଟରେ ବଡ ନିଷ୍ପତି, ସରକାରୀ କର୍ମଚାରୀଙ୍କ ବଢିଲା ପେନସନ, ଜାଣନ୍ତୁ କେଉଁମାନେ ପାଇବେ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏକ ବଡ ନିଷ୍ପତି ନିଆଯାଇଛି। ତାହା ହେଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ପେନସନ ପରିମାଣକୁ ବୃଦ୍ଧି କରିଛନ୍ତି। ଯେଉଁ କର୍ମଚାରୀମାନେ ଜାତୀୟ ପେନସନ ଯୋଜନାରେ ଆସୁଛନ୍ତି ସେମାନେ ଏହି ବର୍ଦ୍ଧିତ ପରିମାଣ ପାଇବେ।

କ୍ୟାବିନେଟର ନିଷ୍ପତି ଅନୁସାରେ କର୍ମଚାରୀଙ୍କ ପେନସନ ପାଇଁ ରାଜ୍ୟ ସରକାର ଯେଉଁ ଅଂଶ ପ୍ରଦାନ କରୁଛନ୍ତି ସେଥିରେ ବୃଦ୍ଧି କରାଯାଇଛି। ପୂର୍ବରୁ ଦିଆଯାଉଥିବା 10 ପ୍ରତିଶତ ରାଜ୍ୟ ଅଂଶକୁ 14 ପ୍ରତିଶତକୁ ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ପେନସନ ପିଛାଲା ଭାବେ ଗତ 2019 ଏପ୍ରିଲ 1 ତାରିଖରୁ ଲାଗୁ କରିବା ପାଇଁ କ୍ୟାବିନେଟ ମୋହର ମାରିଛନ୍ତି।

କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ, ଏହା ଦ୍ବାରା ରାଜ୍ୟର 2 ଲକ୍ଷ 8 ହଜାର ରାଜ୍ୟ ସରକାରୀ କର୍ମଚାରୀ ଉପକୃତ ହେବେ। ଏଥିପାଇଁ ସରକାର 380 କୋଟି ଟଙ୍କା ଅଧିକ ଖର୍ଚ୍ଚ କରିବେ। ବର୍ତ୍ତମାନ ପିଛିଲା ଭାବେ ଏହା ପ୍ରଦାନ କରାଗଲା ରାଜ୍ୟ ସରକାରଙ୍କୁ 772 କୋଟି ଟଙ୍କା ଦେବାକୁ ପଡିବ।

ଏହି ବର୍ଦ୍ଧିତ ପେନସନ ଅଂଶ ରାଜ୍ୟ ସରକାରଙ୍କ ଗ୍ରୁପ ବି,ସି, ଡି ଏବଂ କଣ୍ଟ୍ରାଚ୍ୟୁୟାଲ କର୍ମଚାରୀ ପାଇବେ। ଏଥିସହିତ ସରକାରୀ ଏଡେଡ୍ ଶିକ୍ଷାନୁଷ୍ଠାନ କର୍ମଚାରୀ ମଧ୍ୟ ଏହି ବର୍ଦ୍ଧିତ ପେନସନ ଯୋଜନାର ଲାଭ ପାଇପାରିବେ। ଏଥିସହିତ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କ ପରିବାରଙ୍କୁ ମଧ୍ୟ ଏହି ପେନସନ ଦେବାକୁ ନିଷ୍ପତି ହୋଇଛି।

ଆଜି 35 ତମ ରାଜ୍ୟ କ୍ୟାବିନେଟ ବୈଠକରେ ମୋଟ 17ଟି ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ନିଷ୍ପତି ନିଆଯାଇଥିଲା।