Categories
RathJatra ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ପୁରୀ ବ୍ୟତୀତ ଅନ୍ୟସ୍ଥାନରେ ରଥଯାତ୍ରା ପ୍ରସଙ୍ଗ: ଉଚ୍ଚ ନ୍ୟାୟାଳୟଙ୍କ ରାୟକୁ ସରଂକ୍ଷିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ରଥ ଯାତ୍ରା କରିବା ଆବେଦନ ଉପରେ ସୁପ୍ରିମକୋର୍ଟ ରାୟ ଶୁଣାଇଛନ୍ତି। ପୁରୀ ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ରଥ ଯାତ୍ରା କରିବାକୁ ସୁପ୍ରିମକୋର୍ଟ ଅନୁମତି ଦେଇନାହାନ୍ତି। କେବଳ ପୁରୀରେ ରଥଯାତ୍ରା କରିବାକୁ ସୁପ୍ରିମକୋର୍ଟ କହିଛନ୍ତି।

ପୁରୀ ବ୍ୟତିତ ଅନ୍ୟ ସ୍ଥାନରେ ରଥଯାତ୍ରା କରିବା ପାଇଁ ଦାବି ହେଉଥିଲା। ଏନେଇ ଓଡିଶା ଉଚ୍ଚ ନ୍ୟାୟଳୟରେ ଏକ ଆବେଦନ କରାଯାଇଥିଲା। ହେଲେ ଓଡିଶା ଉଚ୍ଚ ନ୍ୟାୟଳୟ ଏହାର ଶୁଣାଣି କରି କେବଳ ପୁରୀ ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ରଥ ଯାତ୍ରା ହୋଇପାରିବ ନାହିଁ ବୋଲି ସ୍ପଷ୍ଟ କରିଥିଲେ।

ତେବେ ଏହାକୁ ଚ୍ୟାଲେଞ୍ଜ କରି ଆବେଦନକାରୀ ସୁପ୍ରିମକୋର୍ଟର ଦ୍ଵାରସ୍ଥ ହୋଇଥିଲେ। ଏହାର ବିଚାର କରି ସୁପ୍ରମିକୋର୍ଟ ପ୍ରଧାନ ବିଚାରପତି ଏନ୍‌.ଭି. ରମନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ସହିତ ସହମତ ହୋଇଛନ୍ତି। ଫଳରେ ଅନ୍ୟ ସହରରେ ରଥଯାତ୍ରା ଅନୁଷ୍ଠିତ କରାଇବା ଲାଗି ହୋଇଥିବା ଆବେଦନ ଖାରଜ ହୋଇଯାଇଛି।