Categories
ଆଜିର ଖବର ମନୋରଂଜନ ରାଜ୍ୟ ଖବର ସିନେମା

ନୂଆ ଓଡିଆ ଚଳଚ୍ଚିତ୍ର ‘ରୁଦ୍ରାଣୀ’ର ମ୍ୟୁଜିକ୍ ଲୋକାର୍ପିତ

ଭୁବନେଶ୍ବର: ଆଜି ଭୁବନେଶ୍ବରର ତାରକା ହେଟେଲ ସୂର୍ଯ୍ୟାଂଶ ପରିସରରେ ଲୋକାର୍ପିତ ହେଇଯାଇଛି ଝିଲିକ୍ ମୋସନ୍ ପିକଚର୍ସ ନିବେଦିତ ନୂଆ ଚଳଚ୍ଚିତ୍ର ‘ରୁଦ୍ରାଣୀ’। ଦଶହରାରେ ପ୍ରେକ୍ଷାଳୟକୁ ଆସିବା ନେଇ ପ୍ରସ୍ତୁତି ଚାଲିଛି ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ କୁହାଯାଇଛି। ଏଥିରେ ମୁଖ୍ୟ ଭୂମିକାରେ ନିଜେ ଅଭିନେତ୍ରୀ ଝିଲିକ୍‌ ଭଟ୍ଟାଚାର୍ଯ୍ୟ ନଜରକୁ ଆସିବେ। ଏହା ଏକ ନାରୀ ଶସକ୍ତିକରଣ ବିଷୟକ କାହାଣୀ ଆଧାରିତ ଚଳଚ୍ଚିତ୍ର। ମିଛର ଡେଣା ଭିତରେ କେମିତି ସତ୍ୟ ଲୁଚିଯାଏ ଏବଂ ସତ୍ୟର ସନ୍ଧାନ କରିବା କେତେ କଷ୍ଟକର ହୁଏ ତାହା ଏଥିରେ ଚିତ୍ରିତ ହୋଇଛି। ମୌଳିକ ଓଡ଼ିଆ କାହାଣୀ ସହ ନାରୀଶକ୍ତିକୁ ଗୁରୁତ୍ୱ ମିଳିଛି ଏଇ ସିନେମାରେ। ରୁଦ୍ରାଣୀ ଭୂମିକାରେ ଝିଲିକ୍‌ଙ୍କୁ ଦର୍ଶକ ଦେଖିବାକୁ ପାଇବେ। ଏହି ସିନେମାର କାହାଣୀ, ଚିତ୍ରନାଟ୍ୟ ଓ ନିର୍ଦ୍ଦେଶନା ଦେଇଛନ୍ତି କେ ମୂରଲୀ କ୍ରିଷ୍ଣା। ନିର୍ଦ୍ଦେଶକ ମୂରଲୀଙ୍କ ନିର୍ଦ୍ଦେଶନାରେ ଝିଲିକ୍‌ ପୂର୍ବରୁ ‘ଜଗା ହାତରେ ପଘା’ ସିନେମାରେ ଅଭିନୟ କରିଥିଲେ। ଚଳଚ୍ଚିତ୍ରଟି ବେଶ ସଫଳତା ପାଇଥିଲା। ‘ରୁଦ୍ରାଣୀ’ ମଧ୍ୟ ଦର୍ଶକାଦୃତ ହେବ ବୋଲି ଝିଲିକ୍ ଆଶାବାଦୀ।

ଏହି ସିନେମାରେ ସଂଳାପ ଲେଖିଛନ୍ତି ରଜନୀ ରଞ୍ଜନ ଓ ଚିତ୍ରୋତ୍ତୋଳନ କରିଛନ୍ତି ଇଶ୍ୱର ବାରିକ। କ୍ରିଏଟିଭ ହେଡ ଅଛନ୍ତି ପ୍ରଣୟ ଜେଠୀ। ଟାଇଟଲ୍ ଗୀତ ‘ରୁଦ୍ରାଣୀ’ର ସଙ୍ଗୀତ ନିର୍ଦ୍ଦେଶନା ସଞ୍ଜୟ – ସିତୁ କରିଥିବା ବେଳେ ଅନ୍ୟସବୁ ଗୀତର ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ପ୍ରେମ୍ ଆନନ୍ଦ। ଟାଇଟଲ୍ ଗୀତ ବ୍ୟତୀତ ଏଥିରେ ରହିଛି ‘ମୁଁ ମଞ୍ଜୁ ଆଟୋବାଲା’ ଏହାକୁ କଣ୍ଠଦାନ‌ କରିଛନ୍ତି ସତ୍ୟଜିତ ପ୍ରଧାନ, ‘ଫିଲ୍ ମାଇଁ ଦିଲ୍’ କୁ ହ୍ୟୁମାନ ସାଗର ଓ ଅନନ୍ୟା ଶ୍ରୀତମ ଓ ‘ହୀରା ନୀଳା ମୋତି ମାଣିକ’ କୁ ଦିପ୍ତୀରେଖା ଓ ଶଶାଙ୍କ ଶେଖର କଣ୍ଠଦାନ କରିଛନ୍ତି। ମ୍ୟୁଜିକ ବିତରଣ ଦାୟିତ୍ବ ରେ ଅଛନ୍ତି ଆମର ମ୍ୟୁଜିକ। ମୁଖ୍ୟ ଚରିତ୍ର ଝିଲିକ୍‌ଙ୍କ ବ୍ୟତୀତ ଏଥିରେ ବବି ମିଶ୍ର, ପିଣ୍ଟୁ ନନ୍ଦ, ଭିକି ମିଶ୍ର, ଜୀବନ ପଣ୍ଡା, ଇଲୁ ବାନାର୍ଜୀ, ଟିଲୁ, ପ୍ରତିଭା ପଣ୍ଡା, ଶୁଭାଶିଷ ଶର୍ମା, ଲୋହିତାକ୍ଷ ପଟ୍ଟନାୟକ, ନବାଗତା ମୁସ୍କାନ, ବାପି, ଶୁଭଙ୍କରୀ, ଅନୁରାଧା, ଗୁଡୁ, ଅମର, ସରୋଜ, ଧରିତ୍ରୀ ପ୍ରମୁଖ ଭିନ୍ନ ଭିନ୍ନ ଭୂମିକାରେ ଅଛନ୍ତି।

Categories
ଆଜିର ଖବର ମନୋରଂଜନ ରାଜ୍ୟ ଖବର ସିନେମା

ଦୀପାବଳିରେ ମୁକ୍ତିଲାଭ କରିବ ଝିଲିକଙ୍କ ‘ରୁଦ୍ରାଣୀ’

ଭୁବନେଶ୍ୱର: ଦୀପାବଳିରେ ପ୍ରେକ୍ଷାଳୟକୁ ଆସିବ ‘ରୁଦ୍ରାଣୀ’। ଦୀପାବଳିରେ ମୁକ୍ତିଲାଭ କରିବ ଏହି ବହୁ ପ୍ରତିକ୍ଷୀତ ଓଡିଆ ସିନେମା। ଯାହାକୁ ନେଇ ଦର୍ଶକଙ୍କ ମହଲରେ ଉତ୍ସାହ ବଢ଼ିଯାଇଛି। ଝିଲିକ ମୋସନ ପିକ୍ଚର୍ସ ବ୍ୟାନରରେ ନିର୍ମିତ ଏହି ସିନେମାରେ ମୁଖ୍ୟ ଭୂମିକାରେ ନିଜେ ଝିଲିକ ଭଟ୍ଟାଚାର୍ୟ୍ୟ ନଜର ଆସିବେ। ପ୍ରଯୋଜିକା ସହ ମୁଖ୍ୟ ନାୟିକା ଭାବେ ଝିଲିକ ସିନେମାରେ ଆସୁଥିବା ବେଳେ ଏହା ତାଙ୍କ ଜୀବନର ଶ୍ରେଷ୍ଠ ଅଭିନୟ ବୋଲି କହିଛନ୍ତି ଝିଲିକ।

ସମ୍ପୂର୍ଣ୍ଣ ଭିନ୍ନ ସ୍ୱାଦର ସିନେମା ହେଉଛି ‘ରୁଦ୍ରାଣୀ’। ଯେଉଁଥିରେ ମିଛର ଉହାଡ ଭିତରେ କେମିତି ସତ୍ୟ ଲୁଚିଯାଏ ଓ ସତ୍ୟର ସନ୍ଧାନ କରିବା କେତେ କଷ୍ଟକର ତାହା ଚିତ୍ରଣ ହୋଇଛି। ମୌଳିକ ଓଡିଆ କାହାଣୀ ସହ ନାରୀଶକ୍ତିକୁ ଗୁରୁତ୍ୱ ମିଳିଛି ସିନେମାରେ। ଏମିତି ଏକ ଘଟଣାର ପର୍ଦ୍ଦାଫାଶ କରିବାକୁ ଝିଲିକ ନେଇଛନ୍ତି ନୂଆ ଅବତାର। ରୁଦ୍ରାଣୀ ଭାବେ ତାଙ୍କୁ ଦର୍ଶକ ଦେଖିବାକୁ ପାଇବେ। ଏହି ସିନେମାର କାହାଣୀ, ଚିତ୍ରନାଟ୍ୟ ଓ ନିର୍ଦ୍ଦେଶନା ଦେଇଛନ୍ତି କେ ମୂରଲୀ କ୍ରିଷ୍ଣା। ମୂରଲୀଙ୍କ ସହ ଝିଲିକ ପୂର୍ବରୁ ‘ଜଗା ହାତରେ ପଘା’ ସିନେମା କରି ସାରିଛନ୍ତି। ସେହି ଚଳଚ୍ଚିତ୍ରଟି ବେଶ ସଫଳତା ପାଇଥିବା ବେଳେ ‘ରୁଦ୍ରାଣୀ’ ମଧ୍ୟ ବେଶ ସଫଳତା ପାଇବ ବୋଲି ପୁରା ଟିମ୍ ଆଶାବାଦୀ।

ଏହି ସିନେମା ନିର୍ମାଣ ବେଳେ ଝିଲିକ ଚାରି ମାସର ଗର୍ଭବତୀ ଥିଲେ। ଗର୍ଭବତୀ ଥିବା ବେଳେ ସିନେମା ସୁଟିଂ କରି ପରେ ଯାଆଁଳା ଛୁଆଙ୍କୁ ଜନ୍ମ ଦେଇଥିଲେ ଝିଲିକ। ସିନେମାର ନାୟିକା ଭାବେ ଗର୍ଭବତୀ ଥାଇ ବି ତାଙ୍କ ପାଇଁ ସିନେମା ସୁଟିଂରେ କୌଣସି ବିଳମ୍ବ ହୋଇନଥିଲା।

ସେହିଭଳି ସିନେମାରେ ସଂଳାପ ଲେଖିଛନ୍ତି ଡ. ରଜନୀ ରଞ୍ଜନ ଓ କ୍ୟାମେରା ପରିଚାଳନା କରିଛନ୍ତି ଇଶ୍ୱର ବାରିକ। ପ୍ରେମାନନ୍ଦ ଏଥିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିବା ବେଳେ କ୍ରିଏଟିଭ ହେଡ ରହିଛନ୍ତି ପ୍ରଣୟ ଜେଠୀ। ଚଳଚ୍ଚିତ୍ରର କାର୍ୟ୍ୟକାରୀ ପ୍ରଯୋଜକ ଭାବେ ଦାଇତ୍ୱ ତୁଲାଇଛନ୍ତି ଅରୁଣ ସ୍ବାଇଁ ଓ ଋତୁରାଜ ଖଟୁଆ। ଅନ୍ୟମାନଙ୍କ ମଧ୍ୟରେ ଶୁଭାଶିଷ ଶର୍ମା (ମଣ୍ଟୁ), ଲୋହିତାକ୍ଷ ପଟ୍ଟନାୟକ, ନବାଗତା ମୁସ୍କାନ, ବାପି ବାବୁ, ବବି ମିଶ୍ର, ପିଣ୍ଟୁ ନନ୍ଦ, ଭିକି ମିଶ୍ର, ଜୀବନ ପଣ୍ଡା, ଇଲୁ ବାନାର୍ଜୀ, ଟିଲୁ, ପ୍ରତିଭା ପଣ୍ଡା, ଶୁଭଙ୍କରୀ, ଅନୁରାଧା, ଗୁଡୁ, ଅମର, ସରୋଜ, ଧରିତ୍ରୀ ପ୍ରମୁଖ ଅଭିନୟ କରିଛନ୍ତି।

Categories
ଆଜିର ଖବର ମନୋରଂଜନ ରାଜ୍ୟ ଖବର

ନୂଆ ଓଡ଼ିଆ ଚଳଚ୍ଚିତ୍ର ରୁଦ୍ରାଣୀର ଶୁଭମହୁରତ: ପ୍ରଯୋଜନାରେ ପାଦ ଥାପିଲେ ଝିଲିକ୍

ଭୁବନେଶ୍ୱର: ଅଭିନୟରେ ସେ ଓଡିଶାବାସୀଙ୍କ ହୃଦୟ ଜିତିଥିଲେ। ବିବାହ ପରେ କିନ୍ତୁ ଅଭିନୟ ଠାରୁ ଦୂରେଇ ଯାଇଥିଲେ। ଏବେ ପୁଣି ଥରେ ଗ୍ଲାମର୍ ଇଣ୍ଡଷ୍ଟ୍ରିକୁ କରିଛନ୍ତି ବ୍ୟାକ୍। ତେବେ କେବଳ ଅଭିନୟ ନୁହେଁ ବରଂ ପ୍ରଯୋଜନାରେ ପାଦ ଥାପିଛନ୍ତି। ସେ ଆଉ କେହି ନୁହନ୍ତି ଆପଣଙ୍କ ପ୍ରିୟ ବଙ୍ଗୀୟ ସୁନ୍ଦରୀ ତଥା ଓଡ଼ିଆ ବୋହୂ ଝିଲିକ।

ନୂଆ ପ୍ରଡକ୍ସନ ହାଉସରେ ତାଙ୍କ ଅଭିନୀତ ନୂଆ ନାରିକୈନ୍ଦ୍ରିକ ଚଳଚ୍ଚିତ୍ର “ରୁଦ୍ରାଣୀ”ର ନାମ ଘୋଷଣା ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଛି। ନିଜେ ପରିକଳ୍ପନା କରିବା ସହ ପ୍ରଯୋଜନା ଭଳି ଗୁରୁ ଦାୟିତ୍ୱରେ ଅଛନ୍ତି ନିଜେ ଅଭିନେତ୍ରୀ ଝିଲିକ୍।

ପ୍ରଥମେ ବାଙ୍ଗୀୟ ଚଳଚ୍ଚିତ୍ର “ତେମାୟା ଭଲୋ ପାସି ” ଜରିଆରେ ଅଭିନୟ ଜଗତକୁ ଏଣ୍ଟ୍ରି ମାରିଥିବାବେଳେ ସେହି ବର୍ଷ ଅମ୍ଲାନଙ୍କ ବିପକ୍ଷରେ ଓଡ଼ିଆ ଚଳଚ୍ଚିତ୍ର “ଟାର୍ଗେଟ”ରେ ଦର୍ଶକ ଦେଖି ଥିଲେ ତାଙ୍କୁ। ଏହା ଭିତରେ ୧୪ଟି ଓଡ଼ିଆ ଚଳଚ୍ଚିତ୍ର ସହ ୭ଟି ବଙ୍ଗୀୟ ଚଳଚ୍ଚିତ୍ରରେ ସେ ଅଭିନୟ କରିସାରିଲେଣି। ଚଳଚ୍ଚିତ୍ର” ରୁଦ୍ରାଣୀ” ହେବ ତାଙ୍କର ୧୫ ତମ ଚଳଚ୍ଚିତ୍ର।

ଏହି ଚଳଚ୍ଚିତ୍ରରେ ଓଡ଼ିଆ ଭାଷା, ସଂସ୍କୃତି ଓ ପରମ୍ପରାକୁ ଦିଆଯିବା ସହ ଓଡ଼ିଶାର ବିଭିନ୍ନ ସ୍ଥାନରେ ଜାନୁଆରୀ ୧୦ରୁ ସୁଟିଂ ହେବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ କ୍ରିଏଟିଭ ହେଡ଼ ପ୍ରଣୟ ଜେଠୀ ସୂଚନା ଦେଇଛନ୍ତି। ଚଳଚ୍ଚିତ୍ରରେ ଚିତ୍ରନାଟ୍ୟ ଓ ନିର୍ଦ୍ଦେଶନା ଦେଇଛନ୍ତି କେ. ମୁରଲୀକ୍ରିଷ୍ଣା।

ସେହିପରି ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି ପ୍ରେମ୍ ଆନନ୍ଦ ଓ ସଂଳାପରେ ଅଛନ୍ତି ଡ଼. ରଜନୀରଞ୍ଜନ, ପ୍ରଡକ୍ସନ ଡିଜାଇନର ଅଛନ୍ତି ଋତୁରାଜ୍। ଅଭିନୟରେ ଅଛନ୍ତି ଝିଲିକ, ମଣ୍ଟୁ, ଲୋହିତାକ୍ଷ, ପିଣ୍ଟୁ ନନ୍ଦ, ବବି ମିଶ୍ର, ଧରିତ୍ରୀ ଖଣ୍ଡୁଆଳ, ପ୍ରତିଭା ପଣ୍ଡା, ଶକ୍ତି ବରାଳ, ଜୀବନ ପଣ୍ଡା ,ସୁନୀତା ପ୍ରମୁଖ।

ଝିଲିକ ମୋସନ ପିକ୍ଚର୍ସକୁ ସମାଜସେବୀ ପ୍ରତିମା ଘଡେଇ ଅନୁଷ୍ଠାନିକ ଭାବେ ଲୋକାର୍ପଣ କରିଥିବାବେଳେ ପ୍ରଯୋଜକ ପ୍ରଦ୍ୟୁମ୍ନ ଲେଙ୍କା, ପ୍ରଯୋଜକ ସଞ୍ଜୟ ନାୟକ (ଟୁଟୁ )ପ୍ରମୁଖ ଯୋଗଦେଇ ଟାଇଟଲ ଉନ୍ମୋଚନ କରିଥିଲେ। ନିଜେ ଝିଲିକ ସାଥି କଳାକାରଙ୍କ ସହ ଫାଷ୍ଟ ଲୁକ ଲୋକାର୍ପଣ କରିଥିଲେ।