Categories
ଆଞ୍ଚଳିକ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାତିତ ହେଲା ବାଣପୁର ବ୍ଲକରେ ରୂପାନ୍ତରିତ ହୋଇଥବା ଚାରି ଗୋଟି ସ୍କୁଲ

ସୀତାରାମ ଅଗ୍ରୱାଲ

ବାଣପୁର: ୫-ଟି ଅନ୍ତର୍ଗତ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅଧୀନରେ ରୂପାନ୍ତରଣ ହୋଇଥିବା ଚାରି ଗୋଟି ସ୍କୁଲର ଉଦଘାଟନ ହୋଇଛି। ଖୋର୍ଦ୍ଧା ଜିଲ୍ଲାରେ ରୂପାନ୍ତରିତ ହୋଇଥିବା ସମୁଦାୟ ୬୨ ଗୋଟି ସ୍କୁଲରୁ ବାଣପୁର ବ୍ଲକ ଶିକ୍ଷା ବିଭାଗ ଅଧୀନ ବାଣପୁର ସରକାରୀ ହାଇସ୍କୁଲ-୨, ବାଙ୍କିଆପଲ୍ଲୀ ହାଇସ୍କୁଲ, ଖଣତ ହାଇସ୍କୁଲ ଓ ବଡସିରେଇପୁର ହାଇସ୍କୁଲକୁ ତୃତୀୟ ଫେଜରେ ଉଦଘାଟନ କରାଯାଇଛି।

ଏହି ପରିପ୍ରେକ୍ଷୀରେ ବାଣପୁର ସରକାରୀ ହାଇସ୍କୁଲର ଉଦଘାଟନ ଉତ୍ସବରେ ଅତିଥି ଭାବେ ବାଣପୁର ବିଡ଼ିଓ ଶୀତଲ ଅଗ୍ରୱାଲ, ଏନଏସି ନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି , ଏନଏସି ଅଧକ୍ଷ ମିଟୁନାୟକ ଅତିଥି ଭାବେ ଉପସ୍ଥିତ ଥିବାବେଳେ ଏବିଇଓ ସନ୍ଧ୍ୟାବତୀ ଲେଙ୍କା, ସିଆରସିସି ସୂର୍ଯ୍ୟକାନ୍ତ ବେହେରାଙ୍କ ସହ ଛାତ୍ରଛାତ୍ରୀ, ଅଭିଭାବକ ଏବଂ ବହୁ ବୁଦ୍ଧିଜୀବୀ ମାନେ ଉପସ୍ଥିତ ଥିଲେ। ଅତିଥିମାନେ ରୂପାନ୍ତରିତ ହୋଇଥିବା ସ୍ମାର୍ଟ କ୍ଲାସରୁମ, ଇ ଲାଇବ୍ରେରୀ, ନୂତନ ବିଜ୍ଞାନ ଭବନ ଏବଂ ପାନୀୟ ଜଳର ବ୍ୟବସ୍ତା ଗୁଡିକୁ ବୁଲି ଦେଖିଥିଲେ।

ଅପରାହ୍ନ ୫ ଘଟିକା ସମୟରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୩୨୩ ସ୍କୁଲର ଉଦଘାଟନ ଉତ୍ସବକୁ ଇଣ୍ଟରନେଟ ମାଧ୍ୟମରେ ଅତିଥି ମାନଙ୍କ ସହ ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ଦେଖିଥିଲେ। ଏ ସମସ୍ତ କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ଜଗଦୀଶ ପ୍ରଧାନ ପରିଚାଳନା କରିଥିଲେ।

ଅନୁରୂପ ଭାବେ ଅନ୍ୟ ତିନି ଗୋଟି ସ୍କୁଲରେ ମଧ୍ୟ ଉଦଘାଟନ ଉତ୍ସବର ଆୟୋଜନ କରାଯାଇଥିଲା। ରୂପାନ୍ତରିତ ହୋଇଥିବା ସ୍କୁଲ ଦ୍ୱାରା ଛାତ୍ରଛାତ୍ରୀ ମାନଙ୍କର ପାଠପଢ଼ା ପ୍ରତି ଆଗ୍ରହ ସୃଷ୍ଟି ହେବା ସହ ଆଧୁନିକ ଶିକ୍ଷା ଦ୍ୱାରା ସେମାନଙ୍କର ବୌଦ୍ଧିକ ବିକାଶ ଘଟିବ ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ। ନିର୍ମାଣଧୀନ ଅନ୍ୟ ସ୍କୁଲ ଗୁଡିକର ଯଥାଶୀଘ୍ର କାର୍ଯ୍ୟ ଶେଷ ହୋଇ ଚତୁର୍ଥ ଫେଜରେ ଉଦଘାଟନ କରାଯିବ ବୋଲି ବିଡ଼ିଓ ତାଙ୍କ ପ୍ରତିକ୍ରିୟାରେ କହିଥିଲେ।

Categories
ବିଶେଷ ଖବର

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ: ବର୍ଷକୁ ୫୦ ହଜାର ଛାତ୍ରଛାତ୍ରୀ ପାଇବେ ପୁରସ୍କାର

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ରୂପାନ୍ତରିତ ସ୍କୁଲ ତଥା ଅନ୍ୟ ସ୍କୁଲ ମାନଙ୍କ୍ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଶିକ୍ଷାର ଉତ୍କର୍ଷ ଲାଭ କରୁଥିବା ସ୍କୁଲ ଛାତ୍ରଛାତ୍ରୀ, ଶିକ୍ଷାନୁଷ୍ଠାନ ଓ ପ୍ରଧାନ ଶିକ୍ଷକ, ଶିକ୍ଷକଶିକ୍ଷୟିତ୍ରୀ,ସରପଞ୍ଚ ସ୍କୁଲ ପରିଚାଳନା କମିଟି ତଥା ପୁରାତନ ଛାତ୍ରମାନ ଙ୍କୁ ସେମାନଙ୍କ ଅବଦାନ ପାଇଁ ବର୍ଷକୁ ୧୦୦ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି। ବ୍ଲକ୍‌, ଜିଲ୍ଲା ଓ ରାଜ୍ୟସ୍ତରରେ ଏହି ପୁରସ୍କାର ପ୍ରଦାନ କରାଯିବ। ୫୦ ହଜାର ଛାତ୍ରଛାତ୍ରୀ, ୧୫୦୦ ପ୍ରଧାନ ଶିକ୍ଷକ ଓ ଶିକ୍ଷକ-ଶିକ୍ଷୟିତ୍ରୀ , ସ୍କୁଲ ପରିଚାଳନା କମିଟି ସରପଞ୍ଚ ପୁରାତନ ଛାତ୍ରମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ଆଜି ସ୍ଥାନୀୟ ୟୁନିଟ-୯ ସ୍ଥିତ ସରକାରୀ ହାଇସ୍କୁଲରେ ରାଜ୍ୟସ୍ତରୀୟ ଶିଶୁ ଦିବସ ଉତ୍ସବର ଉଦ୍‌ଯାପନୀ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ପୁରସ୍କାର ଘୋଷଣା କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓ ମାଧ୍ୟମିକ ଶିକ୍ଷା ପରିଷଦ ପାଇଁ ଡିଜି ଲକର ବ୍ୟବସ୍ଥାର ଶୁଭାରମ୍ଭ ମଧ୍ୟ କରିଛନ୍ତି। ଏହି ଭର୍ଚ୍ୟୁଆଲ ଲକରରେ ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟ, ମାର୍କସିଟ ଓ ଅନ୍ୟାନ୍ୟ ଡକ୍ୟୁମେଣ୍ଟ ସୁରକ୍ଷିତ ରହିପାରିବା ସହିତ ସୁବିଧାରେ ଉପଲବ୍‌ଧ ମଧ୍ୟ ହେବ। ଏଥିରେ ଚୋରି ବା ହଜି ଯିବାର କୌଣସି ସମ୍ଭାବନା ରହିବ ନାହିଁ।

ଉପସ୍ଥିତ ଛାତ୍ରଛ୍ରତ୍ରୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ୩ଟି ଗୁରୁତ୍ବପୂର୍ଣ୍ଣ ବିଷୟରେ ପରାମର୍ଶ ଦେଇଥିଲେ। ପ୍ରଥମଟି ହେଉଛି – ସମୟର ଆହ୍ବାନ। ସେ କହିଥିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସମୟ ହେଉଛି ଗୁରୁତ୍ବପୂର୍ଣ୍ଣ। ଠିକ୍‌ ସମୟରେ ଠିକ୍‌ କାମ କଲେ, ପିଲାମାନେ ଆଗରେ ରହିପାରିବେ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଥିଲେ ଯେ ବର୍ତ୍ତମାନ ହେଉଛି ପିଲାମାନଙ୍କର ଜ୍ଞାନ ଅର୍ଜନ କରିବାର ସମୟ। ପାଠ ସହିତ ଖେଳକୁଦ, ନାଚଗୀତ – ସବୁ କ୍ଷେତ୍ରରେ ଉତ୍କର୍ଷ ହାସଲ କରି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ସେ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ।

ଦ୍ବିତୀୟରେ “ପରିବର୍ତ୍ତନ ଅବଶ୍ୟମ୍ଭାବୀ” ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମୟ ସହ ତାଳ ଦେଇ ଆଗକୁ ବଢିବାକୁ ହେବ ଓ ପରିବର୍ତ୍ତନକୁ ଗ୍ରହଣ କରିବାକୁ ହେବ। ସମୟର ଆହ୍ବାନକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ହେବାକୁ ପରାମର୍ଶ ଦେଇ ସେ କହିଥିଲେ ଯେ ଆମର ୫-ଟି ରୂପାନ୍ତରର ମୁଖ୍ୟ ଲକ୍ଷ୍ୟ ହେଉଛି, ସମୟର ଆହ୍ବାନର ମୁକାବିଲା ପାଇଁ ପିଲା ମାନଙ୍କୁ ପ୍ରସ୍ତୁତ କରିବା। ନିଜ ଭିତରେ ବୈଜ୍ଞାନିକ ମନୋବୃତ୍ତିର ବିକାଶ ପାଇଁ ସେ ପରାମର୍ଶ ଦେଇଥିଲେ।

ତୃତୀୟରେ ପିଲାମାନଙ୍କୁ ଦାୟିତ୍ବବୋଧତା ସଂପର୍କରେ ବୁଝାଇ କହିଥିଲେ ଯେ ତୁମମାନଙ୍କ ଜୀବନ ଗଢିତୋଳିବାରେ ଯେଉଁ ମାନଙ୍କ ଅବଦାନ ରହିଛି, ଯଥା- ଶିକ୍ଷକ, ପରିବାର, ଗୁରୁ ,ନିଜ ଗାଁ ଓ ସ୍କୁଲ – ସେମାନଙ୍କ ପ୍ରତି ନିଜର ଦାୟିତ୍ବ ଓ ସମ୍ମାନକୁ କେବେ ହେଲେ ଭୁଲ ନାହଁ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କ୍ଷେତ୍ରରେ କୃତୀତ୍ବ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିବା ସହିତ ଏକ କଫି ଟେବୁଲ ପୁସ୍ତକ, ମାଗାଜିନ ଓ ମୋ ସ୍କୁଲ ନ୍ୟୁଜ ଲେଟର ଉନ୍ମୋଚନ କରିଥିଲେ।

ଏହି ଅବସରରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ଓ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ନିଜ ନିଜର ଅଭିଭାଷଣ ରଖି ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ। ସ୍କୁଲ ଗୁଡିକର ରୂପାନ୍ତର, ମୋ ସ୍କୁଲ କାର୍ଯ୍ୟକ୍ରମ ଆଦି ରାଜ୍ୟର ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଓ ଉତ୍ତର ବିଧାୟକ ସୁଶାନ୍ତ ରାଉତ ପ୍ରମୁଖ ଅଭିଭାଷଣ ଦେଇଥିଲେ।

ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ସଚିବ ଅଶ୍ବଥି ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଓ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ସ୍କୁଲ ରୂପାନ୍ତରଣର ଶେଷ ଦିନରେ ୫ଟି ଜିଲ୍ଲାର ୪୧୬ ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ନବୀନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦ୍ବିତୀୟ ପର୍ଯ୍ୟାୟର ଷଷ୍ଠ ତଥା ଶେଷ ଦିବସରେ ୫ଟି ଜିଲ୍ଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏହାଦ୍ବାରା ଦୁଇଟି ପର୍ଯ୍ୟାୟରେ ସମୁଦାୟ ୩୯୭୮ଟି ସ୍କୁଲ ରୂପାନ୍ତରିତ ହୋଇଛି। ପ୍ରଥମ ପର୍ଯ୍ୟାୟରେ 1075 ଟି ସ୍କୁଲ ରୂପାନ୍ତରିତ ହୋଇଥିବା ବେଳେ, ଦ୍ବିତୀୟ ପର୍ଯ୍ୟାୟରେ 2906ଟି ସ୍କୁଲର ରୂପାନ୍ତରଣ ହୋଇଛି।

ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍କୁଲ ରୂପାନ୍ତରଣ କେବଳ ସ୍କୁଲର କାୟିକ ପରିବର୍ତ୍ତନ ନୁହେଁ । ଏହା ପିଲା ମାନଙ୍କର ମାନସିକ ସ୍ତରରେ ବିରାଟ ପରିବର୍ତ୍ତନ ଆଣିପାରିଛି। ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି ପାଇଛି। ଭବିଷ୍ୟତରେ ସେମାନେ ସଫଳ ହେବା ସହିତ ଓଡିଶାର ରୂପାନ୍ତରରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖି ପାରିବେ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ । ସ୍କୁଲ ରୂପାନ୍ତର ବାସ୍ତବରେ ଓଡିଶାର ଭବିଷ୍ୟତର ରୂପାନ୍ତର ପାଇଁ ମୂଳଦୁଆ ପକାଇଛି ବୋଲି ସେ କହିଥିଲେ ।

ପିଲାଙ୍କ ଭିତରେ ମୁଁ ଭବିଷ୍ୟତ ଓଡିଶା ର ଝଲକ ଦେଖିପାରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ.

ସେହିପରି ପିଲାମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରି ଅତ୍ୟନ୍ତ ଉତ୍ସାହର ସହିତ ନିଜ ଭବିଷ୍ୟତର ସ୍ବପ୍ନକୁ ଉପସ୍ଥାପିତ କରିଥିଲେ। ସେମାନଙ୍କ ଭିତରେ ଆତ୍ମବିଶ୍ବାସ ଝରି ଉଠୁଥିଲା। ସେମାନେ କହିଥିଲେ ଯେ ଉନ୍ନତ ସୁବିଧା ସହିତ ମାଗଣା ବିଜୁଳି ଓ ଇଣ୍ଟରନେଟ୍‌ ସୁବିଧା ଯୋଗୁଁ, ଯେ କୌଣସି ବିଷୟରେ ସେମାନେ ତୁରନ୍ତ ଆବଶ୍ୟକୀୟ ତଥ୍ୟ ବା ଜ୍ଞାନ ପାଇପାରୁଛନ୍ତି। ସାରା ବିଶ୍ବର ଜ୍ଞାନ ଏବେ ସେମାନଙ୍କ ହାତ ମୁଠାରେ। ତେଣୁ ରୂପାନ୍ତର ଯୋଗୁ ଏବେ ସ୍କୁଲ ସେମାନଙ୍କ ପାଇଁ ପ୍ରକୃତରେ ଏକ ଜ୍ଞାନ ମନ୍ଦିର ହୋଇପାରିଛି ବୋଲି ସେମାନେ କହିଥିଲେ. ସେମାନଙ୍କ ସ୍କୁଲ ଏବେ ଉତ୍କର୍ଷର କେନ୍ଦ୍ର ହୋଇଛି ବୋଲି ପିଲାମାନେ ମତ ଦେଇଥିଲେ.

ଏହି ଅବସରରେ ଆଲୋଚନାରେ ଭାଗ ନେଇ କୋରାପୁଟରୁ ନିବେଦିତା, ଗଜପତିରୁ ରେଶମା, ସମ୍ବଲପୁରରୁ ଆକୃତି ବଲାଙ୍ଗୀରରୁ ଅଞ୍ଜନେୟ ଏହଂ ଯାଜପୁରରୁ ମନୀଷା ଆଦି ଛାତ୍ରଛାତ୍ରୀ ସେମାନଙ୍କ ବ୍ୟକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ସେମାନଙ୍କ ଅନୁଭବ ବର୍ଣନା କରିଥିଲେ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲାର ୯୫ଟି ହାଇସ୍କୁଲ, ଗଜପତିର ୩୧ଟି, ସମ୍ବଲପୁରର ୪୦ଟି, ବଲାଙ୍ଗୀରର ୧୦୦ଟି ଓ ଯାଜପୁରର ୧୫୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ଏହା ସହିତ ଦ୍ଵିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ଶେଷ ହୋଇଛି.

ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ରୂପାନ୍ତର ସେମାନଙ୍କ ମାନସିକ ସ୍ତରରେ ମଧ୍ୟ ପରିବର୍ତ୍ତନ ଆଣିଛି। ସେମାନେ ଆଗ ଅପେକ୍ଷା ଅଧିକ ଆତ୍ମବିଶ୍ବାସର ସହ ନୂଆ ଆଶା ଓ ସଂକଳ୍ପ ନେଇ ଆଗକୁ ବଢୁଛନ୍ତି । ଏହା ଓଡିଶାର ଭବିଷ୍ୟତ ପାଇଁ ଏକ ଶୁଭ ସଂକେତ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି ।

ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ତେଣୁ ଆତ୍ମବିଶ୍ୱାସ ର ସହ ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ. ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ।

ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର ।

ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି ।

ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀ, ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ, ବିଧାୟକ ଶ୍ରୀ ରଘୁରାମ ପଡଲ ଓ ଜିଲ୍ଲା ପରିଷଦ ସଭାପତି ଶ୍ରୀ ଜି. ତିରୁପତି ରାଓ ପ୍ରମୁଖ ଉଦବୋଧନ ଦେଇ ସ୍କୁଲ ମାନଙ୍କର ଅନୁକୂଳ ପରିବେଶ ପିଲା ଓ ଅଭିଭାବକ ମାନଙ୍କ ଭିତରେ ଭରସା ସୃଷ୍ଟି କରିଛି।

କାର୍ଯ୍ୟକ୍ରମ ପରିଚାଳନା କରି ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ କହିଥିଲେ ଯେ ଦୁଇଟି ପର୍ଯ୍ୟାୟ ରେ 3981ଟି ହାଇସ୍କୁଲ ରୂପାନ୍ତରଣ ଶେଷ ହୋଇଛି. କୋଭିଡ ଓ ପଂଚାୟତ ନିର୍ବାଚନ ପରି ଆହ୍ୱାନ ମୂଳକ ସମୟ ସତ୍ୱେ ଏହା ସଫଳ ହୋଇ ଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଉନ୍ନୟନ କମିସନର ଶ୍ରୀ ପ୍ରଦୀପ ଜେନା ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ।

Categories
EDUCATION ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୪୪୫ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: ସ୍କୁଲ ଗୁଡିକର କାୟାକଳ୍ପ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକରାତ୍ମକ ପ୍ରଭାବ ପକାଇଛି । ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବା ଆମ ପାଇଁ ଆଗ ଅପେକ୍ଷା ବହୁତ ସହଜ ହୋଇଛି। ଇଣ୍ଟରନେଟ ଜରିଆରେ ସବୁ ବିଷୟରେ ଆମେ ତୁରନ୍ତ ତଥ୍ୟ ପାଇପାରୁଛୁ। ଏହାଦ୍ବାରା ପଢିବାରେ ଆମର ଆଗ୍ରହ ବଢିବା ସହିତ ଆମର ଆତ୍ମବିଶ୍ବାସ ମଧ୍ୟ ବୃଦ୍ଧି ପାଇଛି ବୋଲି ପିଲାମାନେ ମତବ୍ୟକ୍ତ କରିଛନ୍ତି୤ ସେମାନେ କହିଛନ୍ତି ଯେ ନୂତନ ଆଧୁନିକ ସୁବିଧା ସହିତ ସ୍କୁଲକୁ ନୂଆ ରାସ୍ତା, ମାଗଣା ବିଜୁଳି ଓ ଇଣ୍ଟରନେଟ୍‌ ସୁବିଧା ଯୋଗୁ ସ୍କୁଲ ଏବେ ଆମର ସବୁଠାରୁ ପସନ୍ଦର ସ୍ଥାନ ହୋଇଛି।

ଆଜି ଦ୍ବିତୀୟ ପର୍ଯ୍ୟାୟର ପଞ୍ଚମ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରି ପିଲାମାନଙ୍କ ସହିତ କଥାବାର୍ତ୍ତା କରିବା ସମୟରେ ପିଲାଙ୍କ ଖୁସି ଓ ମନୋଭାବରୁ ଏହା ସ୍ପଷ୍ଟ ଜଣାଯାଇଛି । ସମସ୍ତେ ସ୍କୁଲର ନୂଆ ପରିବେଶରେ ବେଶ ଖୁସି ହେବା ସହିତ ସ୍କୁଲ ଏବେ ଘର ଅପେକ୍ଷା ସେମାନଙ୍କ ପାଇଁ ଅଧିକ ପସନ୍ଦର ସ୍ଥାନ ବୋଲି ପ୍ରକାଶ କରିଛନ୍ତି।

ଏହି ଅବସରରେ ଆଲୋଚନାରେ ଭାଗ ନେଇ ବାଲେଶ୍ବରରୁ ପ୍ରଜ୍ଞାସ୍ମିତା, ପୁରୀରୁ ସ୍ବୟଂସ୍ନିଗ୍ଧା, ନୟାଗଡରୁ ପ୍ରତ୍ୟାଶା, ଜଗତସିଂହପୁରରୁ ବିନ୍ଦୁଜା ଓ ଭଦ୍ରକରୁ ସୋନାଲି ଆଦି ଛାତ୍ରଛାତ୍ରୀ ସେମାନଙ୍କ ବ୍ୟକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ସେମାନଙ୍କ ଅନୁଭବ ବର୍ଣନା କରିଥିଲେ ବେସରକାରୀ ସ୍କୁଲ ଠାରୁ ଆମ ସ୍କୁଲ ଏବେ ବହୁ ଆଗରେ ବୋଲି ପିଲାମାନେ ମତ ଦେଇଥିଲେ ।

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର 445ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। ବାଲେଶ୍ବର ଜିଲ୍ଲାର ୧୩୫ଟି ହାଇସ୍କୁଲ, ପୁରୀର ୯୫ଟି, ନୟାଗଡର ୬୦ଟି, ଜଗତସିଂହପୁରର ୭୫ଟି ଓ ଭଦ୍ରକର ୮୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି୤

ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ରୂପାନ୍ତର ସେମାନଙ୍କ ମାନସିକ ସ୍ତରରେ ମଧ୍ୟ ପରିବର୍ତ୍ତନ ଆଣିଛି। ସେମାନେ ଆଗ ଅପେକ୍ଷା ଅଧିକ ଆତ୍ମବିଶ୍ବାସର ସହ ନୂଆ ଆଶା ଓ ସଂକଳ୍ପ ନେଇ ଆଗକୁ ବଢୁଛନ୍ତି । ଏହା ଓଡିଶାର ଭବିଷ୍ୟତ ପାଇଁ ଏକ ଶୁଭ ସଂକେତ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ତେଣୁ ପାଠ ହେଉ ବା ଖେଳ ନିଜ ନିଜ କ୍ଷେତ୍ରରେ ଉତ୍କର୍ଷତା ହାସଲ ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ.

ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ତେଣୁ ଆତ୍ମବିଶ୍ୱାସ ର ସହ ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ. ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ।

ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର ।

ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି ।

ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲ।

ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ମନ୍ତ୍ରୀ ଶ୍ରୀ ଅଶ୍ବିନୀ ପାତ୍ର, ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ, ବିଧାୟକ ଡଃ ଅରୁଣ କୁମାର ସାହୁ, ସରକାରୀ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ଓ ବିଧାୟକ ଡଃ ବ୍ୟୋମକେଶ ରାୟ ପ୍ରମୁଖ ସେମାନଙ୍କ ଭାଷଣ ରେ ସ୍କୁଲ ରୂପାନ୍ତର ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତନ ଆଣିଛି ବୋଲି ମତ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ।

Categories
ବିଶେଷ ଖବର

ଆଜି ଆଉ ୫ଟି ଜିଲ୍ଲାର ୪୯୦ ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ଵର: ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ବିଦ୍ୟାଳୟ ଗୁଡିକର କାୟାକଳ୍ପ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି। ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବାକୁ ଆଗ୍ରହ ମଧ୍ୟ ବଢିବା ସହିତ ଆମର ଆତ୍ମବିଶ୍ବାସ ମଧ୍ୟ ବୃଦ୍ଧି ପାଇଛି ବୋଲି ପିଲାମାନେ ମତବ୍ୟକ୍ତ କରିଛନ୍ତି। ସେମାନେ କହିଛନ୍ତି ଯେ ନୂତନ ଆଧୁନିକ ସୁବିଧା ସହିତ ସ୍କୁଲକୁ ନୂଆ ରାସ୍ତା, ମାଗଣା ବିଜୁଳି ଓ ଇଣ୍ଟରନେଟ୍‌ ସୁବିଧା ଆମର ପାଠପଢାକୁ ସହଜ କରିଛି। ସଫଳତା ଏବେ ହାତ ମୁଠାରେ ବୋଲି ପିଲାମାନେ କହିଛନ୍ତି।

ଆଜି ଦ୍ବିତୀୟ ପର୍ଯ୍ୟାୟର ଚତୁର୍ଥ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରି ପିଲାମାନଙ୍କ ସହିତ କଥାବାର୍ତ୍ତା କରିବା ସମୟରେ ପିଲାଙ୍କ ଖୁସି ଓ ମନୋଭାବରୁ ଏହା ସ୍ପଷ୍ଟ ଜଣାଯାଇଛି। ସମସ୍ତେ ସ୍କୁଲର ନୂଆ ପରିବେଶରେ ବେସ୍‌ ଖୁସି ହେବା ସହିତ ନିଜ ନିଜର ଭବିଷ୍ୟତକୁ ନେଇ ଗଭୀର ଆତ୍ମବିଶ୍ବାସର ସହ ନିଜର ଭାବନାକୁ ପ୍ରକାଶ କରିଛନ୍ତି।

ଏହି ଅବସରରେ ଆଲୋଚନାରେ ଭାଗ ନେଇ କେନ୍ଦ୍ରାପଡାରୁ ଅନନ୍ୟା, କଟକରୁ ସାନିୟା, କଳାହାଣ୍ଡିରୁ ଶିବାନୀ, ଝାରସୁଗୁଡାକୁ ପ୍ରଭାସିନୀ ଓ ବରଗଡରୁ ପରିଣୀତା ଆଦି ଛାତ୍ରଛାତ୍ରୀ ସେମାନଙ୍କ ବକ୍ତବ୍ୟ ରେ ସ୍କୁଲ ରୂପାନ୍ତର ଦ୍ୱାରା ସଫଳତା ଏବେ ସେମାନଙ୍କ ହାତ ମୁଠାରେ ବୋଲି ମତ ଦେଇଥିଲେ।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୪୯୦ ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। କେନ୍ଦ୍ରାପଡା ଜିଲ୍ଲାର ୯୫ଟି ହାଇସ୍କୁଲ, କଟକର ୧୩୫ଟି, କଳାହାଣ୍ଡିର ୧୦୦ଟି, ଝାରସୁଗୁଡାର ୭୦ଟି ଓ ବରଗଡର ୯୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି।

ସୂଚନାଯୋଗ୍ୟ ଯେ ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି।

ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି।

ସ୍କୁଲ ରୂପାନ୍ତର ପିଲାଙ୍କ ସ୍ବପ୍ନ ଓ ସଫଳତା ମଧ୍ୟ୍ୟରେ ସେତୁ ପରି ହୋଇଛି। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି। ଏହି ସୁଯୋଗ ର ଉପଯୋଗ କରି ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇ ଥିଲେ।

ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା। ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି। ତେଣୁ ଆତ୍ମବିଶ୍ୱାସ ର ସହ ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ. ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ।

ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର।

ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା। ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି। ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି। ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ।

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲ।

ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ମନ୍ତ୍ରୀ ନବକିଶେର ଦାସ, ବିଧାୟକ ଧ୍ରୁବ ଚରଣ ସାହୁ, ବିଧାୟକ ଦେବୀପ୍ରସାଦ ମିଶ୍ର, କଳାହାଣ୍ଡି ଜିଲ୍ଲା ପରିଷଦ ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ ଓ ବିଧାୟକ ଦେବେଶ ଆଚାର୍ଯ୍ୟ ପ୍ରମୁଖ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଙ୍କ ୫ଟି କାର୍ଯ୍ୟକ୍ରମ ଶିକ୍ଷା କ୍ଷେତ୍ରରେ ଓଡିଶାକୁ ଶ୍ରେଷ୍ଠ କରି ଗଢ଼ିତୋଳିବ ବୋଲି ମତ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ।

Categories
ବିଶେଷ ଖବର

ଆଜି ଗୋଟିଏ ଦିନରେ ୫ଟି ଜିଲ୍ଲାର ରେକର୍ଡ ୫୩୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: ଆଜିଠାରୁ ରାଜ୍ୟରେ ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି। ଆଜି ରାଜ୍ୟର ୫ଟି ଜିଲ୍ଲା – ଖୋର୍ଦ୍ଧା, ବୌଦ, ମାଲକାନଗିରି, ସୋନପୁର ଓ ମୟୁରଭଂଜର ରେକର୍ଡ ୫୩୨ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି।

ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା। ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି। ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ। ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର।

ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା। ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି। ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି। ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ।

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି ଅବସରରେ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମରେ ଉପସ୍ଥିତ ମନ୍ତ୍ରୀ ସୁଦାମ ମାରଣ୍ଡୀ, ମନ୍ତ୍ରୀ ପଦ୍ମନାଭ ବେହେରା, ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସାଂସଦ ରମେଶ ମାଝୀ ଓ ବିଧାୟକ ପ୍ରଦୀପ ଅମାତ ପ୍ରମୁଖ ଉଦବୋଧନ ଦେଇ ୫ଟି school transformation ପିଲାଙ୍କ ଭିତରେ କିପରି ଉତ୍ସାହ ସୃଷ୍ଟି କରିଛି ତା ଉପରେ ଆଲୋକପାତ କରିଥିଲେ .

ମୟୁରଭଞ୍ଜ ରୁ ପୁର୍ଣିମା., ସୋନପୁର ରୁ ମୌସୁମୀ ବୌଦ ରୁ ରାଜଶ୍ରୀ ମାଲକାନଗିରି ରୁ ହିତାକାଂକ୍ଷୀ ଓ ଖୁରଧା ରୁ ପର୍ଶୁରାମ ଆଦି ଛାତ୍ର ଛାତ୍ରୀ ମାନେ ସେମାନଙ୍କ ବକ୍ତବ୍ୟ ରେ
ସ୍କୁଲ transformation କିପରି ସେମାନଙ୍କ ମନରେ ଆଶା ଓ ବିଶ୍ୱାସ ଭରି ଦେଇଛି ତାହା ବର୍ଣନା କରିବା ସହିତ ସେମାନଙ୍କ ସ୍କୁଲ ଏବେ ଭୁବନେଶ୍ୱର ର ସ୍କୁଲ ମାନଙ୍କ ଠାରୁ କିଛି କମ ନୁହେଁ ବୋଲି ଆନନ୍ଦ ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ ଟି ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ସୂଚନା ଯୋଗ୍ୟ ଯେ ଆଜି ଗୋଟିଏ ଦିନରେ ପାଞ୍ଚ ଟି ଜିଲ୍ଲାର ରେକର୍ଡ ୫୩୨ ଟି ହାଇସ୍କୁଲ ଲୋକାର୍ପିତ ହେଲା।  ମୟୁରଭଞ୍ଜ ରେ ସର୍ବାଧିକ ୩୩୯ ଟି ସୋନପୁରରେ ୪୧ ଟି ବୌଦ୍ଧ ରେ ୨୪ ଟି ମାଲକାନଗିରି ରେ ୪୭ ଟି ଓ ଖୁରୁଧା ରେ ୮୧ ଟି ହାଇସ୍କୁଲ ଲୋକାର୍ପିତ ହେଲା। ଏହା ଜୁନ ଦଶ ତାରିଖ ପର୍ଯ୍ୟନ୍ତ ଚାଲିବ।

Categories
ବିଶେଷ ଖବର ରାଜ୍ୟ ଖବର

ପ୍ରଥମ ପର୍ଯ୍ୟାୟର ଶେଷ ଦିବସରେ ୨୪୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅଗଷ୍ଟ ମାସରୁ ହିଞ୍ଜିଳିକାଟୁରୁ ଆରମ୍ଭ ହୋଇଥିବା ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ଲୋକାର୍ପଣ ପର୍ବ ଆଜି ଯାଜପୁର ବିରଜା ହାଇସ୍କୁଲରେ ଛାତ୍ରଛାତ୍ରୀଙ୍କ ଚିତାକର୍ଷକ ସାଂକୃତିକ କାର୍ଯ୍ୟକ୍ରମ ଓ ଆତସବାଜି ପ୍ରଦର୍ଶନ ମଧ୍ୟରେ ଶେଷ ହୋଇଛି। ପ୍ରଥମ ପର୍ଯାୟରେ ସାରା ରାଜ୍ୟରେ ୩୦ଟି ଜିଲ୍ଲାରେ ୧୦୭୮ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ବିଜୁ ବାବୁଙ୍କ ଜୟନ୍ତୀ ୨୦୨୨ ମାର୍ଚ୍ଚ ସୁଦ୍ଧା ୩୩୦୦ ସ୍କୁଲର ରୂପାନ୍ତରଣ ଲକ୍ଷ୍ୟ ରଖାଯାଇଛି।

ଆଜି କୋରାପୁଟ, ଗଜପତି, ଢେଙ୍କାନାଳ, ଅନୁଗୁଳ ବରଗଡ ଓ ଯାଜପୁର ଜିଲ୍ଲାର ୨୪୦ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ପିଲାମାନେ ଦେଖିଥିବା ସ୍ବପ୍ନକୁ ସାକାର କରିବାରେ ସହଯୋଗ କରିବା ହେଉଛି ଆମ ସମସ୍ତଙ୍କର ମିଳିତ ଦାୟିତ୍ବ ଏବଂ ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ହେଉଛି ଏ ଦିଗରେ ସମସ୍ତଙ୍କର ମିଳିତ ସହଯୋଗର ସର୍ବଶ୍ରେଷ୍ଠ ପ୍ରଦର୍ଶନ।

ଏହି ଅବସରରେ ସମବେତ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ର ଜୀବନରେ ସ୍ବପ୍ନ ହିଁ ଆଗକୁ ବାଟ ଦେଖାଇଥାଏ। ବଡ ବଡ ସ୍ବପ୍ନ ଦେଖିବା ସହିତ ତାକୁ ପୂରଣ କରିବା ପାଇଁ ଅହରହ ଚେଷ୍ଟା ଜାରି ରଖିବା ହେଉଛି ଜୀବନର ସାର୍ଥକତା। ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ। ନୂଆ ନୂଆ technology ବିଷୟରେ ଜାଣନ୍ତୁ। ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।”

ମୁଖ୍ୟମନ୍ତ୍ରୀ କହିଲେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି। ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି। ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ। କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର ୫-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି। ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି। ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ। ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ। ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା ଓ ଭବିଷ୍ୟତର ଲକ୍ଷ୍ୟ ସଂପର୍କରେ କହିଥିଲେ। କୋରାପୁଟର ତପସ୍ବିନୀ ମହାପାତ୍ର, ଗଜପତିରି ମର୍ଣ୍ଣିକା ରାଇତା, ଢେଙ୍କାନାଳର ଶୁଭସ୍ମିତା ସାହୁ, ଅନୁଗୁଳର ଶ୍ରେୟାଂସା ପ୍ରଧାନ, ବରଗଡର ସ୍ମୃତିରେଖା ସାହୁ ଓ ଯାଜପୁରର ରଶ୍ମିରେଖା ମିଶ୍ର ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କୁଲ ରୂପାନ୍ତରଣ ଆମ ସମସ୍ତଙ୍କ ପାଇଁ ଗର୍ବ ଆଣିଛି ଏବଂ ସରକାରୀ ସ୍କୁଲରେ ପାଠ ପଢିବାର ଗୌରବ ଆଜି ଆମେ ଅନୁଭବ କରୁଛୁ । ସରକାରୀ ସ୍କୁଲ ପିଲାମାନଙ୍କ ପାଇଁ ଉଚ୍ଚଶିକ୍ଷାରେ ପନ୍ଦର ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିଥିବାରୁ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ମନ୍ତ୍ରୀ ସୁଶାନ୍ତ ସିଂହ, ମନ୍ତ୍ରୀ ସମୀର ରଞ୍ଜନ ଦାଶ, ମନ୍ତ୍ରୀ ଜଗନ୍ନାଥ ସାରକା, ମନ୍ତ୍ରୀ ପଦ୍ମିନୀ ଦିଆନ ଓ ସାଂସଦ ମହେଶ ସହୁ ପ୍ରମୁଖ ଉଦ୍‌ବୋଧନ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ ଏବଂ ଏହା ପିଲାମାନଙ୍କ ପାଇଁ ବିପୁଳ ସୁଯୋଗ ସୃଷ୍ଟି କରିଛି ବୋଲି ମତ ଦେଇଥିଲେ।

କାର୍ଯ୍ୟକ୍ରମ ସଂଞ୍ଚାଳନ କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ କାର୍ଯ୍ୟକ୍ରମ ଶେଷ ହୋଇଥିବାରୁ ଏଥିସହ ସଶ୍ଲିଷ୍ଟ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ୨୦୨୨ ମାର୍ଚ୍ଚ ସୁଦ୍ଧା ଦ୍ବିତୀୟ ପର୍ଯ୍ୟାୟରେ ୩୩୦୦ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ପୂରଣ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ବିଭିନ୍ନ ସ୍କୁଲର ବିକାଶ ସହ ସଶ୍ଲିଷ୍ଟ ଥିବା ୯୦୦୦ ବ୍ୟକ୍ତି ବିଶେଷଙ୍କ ସହିତ ୭୦୦୦ ମିନିଟ ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଆଲୋଚନା କରି ଯୋଜନାକୁ ଚୂଡାନ୍ତ ରୂପ ଦେଇଥିଲେ।

ସ୍କୁଲର ପୁରାତନ ଛାତ୍ର ଭାବରେ ଯାଜପାରରେ ବିରଜା ହାଇସ୍କୁଲରେ ଉପସ୍ଥିତ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ କୁମାର ଘଡାଇ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମକୁ ଏକ ଐତିହାସିକ ଉଦ୍ୟମ ଭାବରେ ବର୍ଣ୍ଣନା କରିଥିଲେ ଏବଂ ଏହାସ ସଫଳ କାର୍ଯ୍ୟକାରିତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଓ କାର୍ଯ୍ୟକୁ ସୁନ୍ଦର ଭାବରେ ଆଗେଇ ନେଇଥିବା ୫-ଟି ସଚିବଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି କାର୍ଯ୍ୟକ୍ରମ ଏକ ସମୃଦ୍ଧ ଓଡିଶାର ସ୍ବପ୍ନକୁ ସାକାର କରିବ ବୋଲି ମତପୋଷଣ କରିଥିଲେ।

ସରକାରୀ ସ୍କୁଲରେ ପାଠ ପଢି ଆଇଏଏସ ଓ ଆଇପିଏସ୍‌ ହୋଇଥିବା ଶକ୍ତି ବିଭାଗର ପ୍ରମୁଖ ସଚିବ ନିକୁଞ୍ଜ ବିହାରି ଧଳ ଏବଂ ଗୁଇନ୍ଦା ବିଭାଗର ଡିଆଇଜି ଅନୂପ ସାହୁ ସେମାନଙ୍କ ସ୍କୁଲ ଜୀବନର ଅନୁଭୂତି ବଖାଣିବା ସହିତ ଦୃଢ ସଂକଳ୍ପ, ଉଚ୍ଚାକାଂକ୍ଷା ଓ କଠିନ ପରିଶ୍ରମ ଦ୍ବାରା ହିଁ ଜୀବନରେ ସଫଳତା ହାସଲ କରାଯାଇପାରେ ବୋଲି ପିଲାମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫-ଟି ସ୍କୁଲ ରୂପାନ୍ତରଣ ଉପରେ Task Force Recommendlationର knowledge paper ଉନ୍ମୋଚନ କରିଥିଲେ। ଏଥିରେ ରୂପାନ୍ତରିତ ସ୍କୁଲ ମାନଙ୍କର ରକ୍ଷଣାବେକ୍ଷଣ ଓ ପରିଚାଳନା ସଂପର୍କରେ ବିଶେଷ ନିର୍ଦ୍ଦେଶାବଳୀ ସନ୍ନିବେଶିତ ହୋଇଛି।

ଏହି କାର୍ଯ୍ୟକ୍ରମରେ ଉପ ବାଚସ୍ପତିଙ୍କ ସମେତ ବିଭିନ୍ନ ଜିଲ୍ଲାର ବିଧାୟକଗଣ, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀଗଣ ଯୋଗ ଦେଇଥିଲେ। ଉନ୍ନୟନ କମିଶନର ପ୍ରଦୀପ ଜେନା ସ୍ବାଗତ ଭାଷଣ ଦେଇଥିଲେ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଆଜି ପଞ୍ଚମ ଦିବସରେ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି। ୫-ଟି ସ୍କୁଲ ଟ୍ରାନ୍ସଫର୍ମେସନ କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଜଗତସିଂହପୁରର ୧୪ଟି ସ୍କୁଲ, ଦେବଗଡର ୩୨ଟି, ପୁରୀର ୪୮ଟି, ବଲାଙ୍ଗୀରର ୨୪ଟି ଓ କେନ୍ଦ୍ରାପଡାର ୩୦ଟି ସ୍କୁଲ ସାମିଲ ହୋଇଛି।

ଆଜି ସୁଦ୍ଧା ୮୩୮ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି। ସୂଚନାଯୋଗ୍ୟ ଯେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଏବେ ରାଜ୍ୟର ୧୦୭୫ଟି ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ଜାରି ରହିଛି।

ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ। ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣନ୍ତୁ। ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ ଚ୍ୟାଲେଞ୍ଜକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।” ଜୀବନରେ ସଫଳତା ପାଇଁ ସ୍କୁଲରୁ ହି ମୂଳଦୁଆ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି। ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି। ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ। କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର ୫-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି। ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି। ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ। ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି। ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ। ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ଜଗତସିଂହପୁରର ସୁମିତ୍ରା ସାହୁ, ଦେବଗଡର ପିୟୁଷ ପ୍ରଭା କର, ପୁରୀର ଅପର୍ଣ୍ଣା ପଣ୍ଡା, ବଲାଙ୍ଗୀରର ଆର୍ୟାନ୍‌ ଶତପଥୀ ଓ କେନ୍ଦ୍ରାପଡାର ସୋନମ ପରବିନ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କୁଲର ସ୍ବଚ୍ଛ ପରିବେଶ ଓ ସ୍ବଚ୍ଛ ଶୌଚାଳୟ ବ୍ୟବସ୍ଥା ପିଲାମାନଙ୍କ ପାଇଁ, ବିଶେଷକରି ଛାତ୍ରୀ ମାନଙ୍କ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିଛି। ସ୍ମାର୍ଟ ବ୍ୟବସ୍ଥାରେ ପାଠ ବୁଝିବା ସହଜ ହେଉଛି ବୋଲି ସେମାନେ କହିଥିଲେ। ସରକାରୀ ସ୍କୁଲ ପିଲାମାନଙ୍କ ପାଇଁ ଉଚ୍ଚଶିକ୍ଷାରେ ପନ୍ଦର ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିଥିବାରୁ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ। ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ମୁଖ୍ୟମନ୍ତ୍ରୀ ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍‌, ଆଇ.ପି.ଏସ୍‌ ଅଫିସର, ଡାକ୍ତର ଇଞ୍ଜିନିୟର ହେବେ ବୋଲି କହିଥିଲେ।

କାର୍ଯ୍ୟକ୍ରମରେ ଜଗତସିଂହପୁରରେ ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଦେବଗଡରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ସୁଷାନ୍ତ ସିଂହ, ପୁରୀରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ବଲାଙ୍ଗୀରରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଏବଂ କେନ୍ଦ୍ରାପଡାରେ ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ସ୍କୁଲ ରୂପାନ୍ତର ରାଜ୍ୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଏକ ଅଭୁତପୂର୍ବ ଉତ୍ସାହ ସୃଷ୍ଟି କରିଛି ବୋଲି ସେମାନେ କହିଥିଲେ। ଶିକ୍ଷା ଏବେ ବାପା ମାଙ୍କ ଠାରୁ ଆରମ୍ଭ କରି ଗ୍ରାମବାସୀ, ସ୍ଥାନୀୟ ନେତୃବୃନ୍ଦ ସମସ୍ତଙ୍କ ପାଇଁ ଏକ ଚର୍ଚ୍ଚାର ବିଷୟ ହୋଇଛି ବୋଲି ପ୍ରକାଶ କରି ସେମାନେ ଖୁସିବ୍ୟକ୍ତ କରିଥିଲ।

ଏହି ଅବସରରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ନିଜର ସଫଳତାରେ ସ୍କୁଲର ଅବଦାନ ସଂପର୍କରେ ଆଲୋକପାତ କରିଥିଲେ। ଟିଟିଲାଗଡ ହାଇସ୍କୁଲରୁ ପାଠ ପଢିଥିବା ଶ୍ରୀ ତ୍ରିପାଠୀ କହିଲେ ମୁଁ ଗୋଟିଏ ସରକାରୀ ସ୍କୁଲରୁ ପାଠ ପଢି ସ୍ବପ୍ନ ପୂରଣ କରିପାରିଛି ଏବଂ ଜିଲ୍ଲା ଓ ରାଜ୍ୟର ବିକାଶରେ କିଛି କିଛି ଯୋଗଦାନ ରଖିପାରିଛି। ଆଜିର ସରକାରୀ ସ୍କୁଲ ଓ ଆମ ବେଳର ସରକାରୀ ସ୍କୁଲର ସୁବିଧା ମଧ୍ୟରେ ଆକାଶପାତାଳ ତଫାତ ରହିଛି। ତେଣୁ ତୁମେ ମାନେ ନିଶ୍ଟୟ ତୁମର ସ୍ବପ୍ନ ପୂରଣ କରିପାରିବ ବୋଲି ସେ ପିଲାମାନଙ୍କୁ କହିଥିଲେ।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଅନେକ ପିଲା ଭବିଷ୍ୟତରେ ଆଇଏଏସ୍‌ ଓ ଆଇପିଏସ ଅଫିସର ହେବାର ଲକ୍ଷ୍ୟ ରଖିଥିବା ବିଷୟ ଶୁଣି ଶ୍ରୀ ପାଣ୍ଡିଆନ କହିଥିଲେ ଯେ ଅନେକ ପଦସ୍ଥ ଅଧିକାରୀ ସରକାରୀ ସ୍କୁଲରୁ ହିଁ ପାଠ ପଢି ଲକ୍ଷ୍ୟ ପୂରଣ କରିଛନ୍ତି। ମୁଁ ମଧ୍ୟ ସରକାରୀ ସ୍କୁଲରେ ପଢିଛି। ତେଣୁ ଆମ ସରକାରୀ ସ୍କୁଲର ପିଲାମାନେ ମଧ୍ୟ ନିଶ୍ଚୟ ସଫଳ ହେବେ ବୋଲି ସେ ଆଶାବ୍ୟକ୍ତ କରିଥିଲେ।

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

୧୦୭୫ଟି ସ୍କୁଲର ରୂପାନ୍ତର ପର୍ବ: ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲ ଆଜି ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି School Transformation କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରିର ୬ଟି ସ୍କୁଲ, ଝାରସୁଗୁଡାର ୨୫ଟି, କଳାହାଣ୍ଡିର ୨୯ଟି, ମୟୁରଭଞ୍ଜର ୬୦ଟି ଓ ଖୋର୍ଦ୍ଧାର ୩୮ଟି ସ୍କୁଲ ରହିଛି ।

ଆଜି ସୁଦ୍ଧା ୬୮୯ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଏବେ ରାଜ୍ୟର ୧୦୭୫ଟି ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ଜାରି ରହିଛି । ଆସନ୍ତା ୨୪ ତାରିଖ ଦିନ ଏହା ସଂପୂର୍ଣ୍ଣ ହେବ। ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।”

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ।. ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି ।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ମାଲକାନଗିରିର ପାପୁନି ମାଣ୍ଡି, ଝାରସୁଗୁଡାର ଶାଳିନୀ ତ୍ରିପାଠୀ, କଳାହାଣ୍ଡିର କୁମୁଦିନୀ ବନ୍ଦିଛୋଡ, ମୟୁରଭଞ୍ଜର ମଧୁସ୍ମିତା ସାହୁ ଏବଂ ଖୋର୍ଦ୍ଧା ଜିଲ୍ଲାର ଉଦୟ ପ୍ରକାଶ ବେହେରା ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ଗାଁ ଭିତରେ ସ୍କୁଲ ହିଁ ବର୍ତ୍ତମାନ ଆମର ସବୁଠାରୁ ବଡ ଆକର୍ଷଣ।

ଏହି ରୂପାନ୍ତରିତ ସ୍କୁଲରେ ଉପଲବ୍‌ଧ ଥିବା ସ୍ମାର୍ଟ ସୁବିଧା ଆମକୁ ଉତ୍ସାହିତ କରିଛି। ଏହା ଆମର ଲକ୍ଷ୍ୟ ପୂରଣ ପାଇଁ ଆମର ମନୋବଳକୁ ଦୃଢ କରିଛି । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍‌ ଅଫିସର, ଶିକ୍ଷକ, ଡାକ୍ତର ଇଞ୍ଜିନିୟର, ସମାଜସେବୀ, ସାମ୍ବାଦିକ ହେବେ ବୋଲି କହିଥିଲେ ।

କାର୍ଯ୍ୟକ୍ରମରେ ମାଲକାନଗିରିରେ ନବରଂଗପୁର ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ଝାରସୁଗୁଡାରେ ବ୍ରଜରାଜନଗର ବିଧାୟକ ଶ୍ରୀ କିଶୋର ମହାନ୍ତି, କଳାହାଣ୍ଡିରେ ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର, ମୟୁରଭଂଜରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି ଏବଂ ଖୋର୍ଦ୍ଧାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ।

ଛାତ୍ରଛାତ୍ରୀମାନଙ୍କ ମାନସିକତାରେ ଏହା ଏକ ମୌଳିକ ପରିବର୍ତ୍ତନ ଆଣିଛି ବୋଲି ସେମାନେ ଅନୁଭବ କରୁଛନ୍ତି ବୋଲି କହିଥିଲେ । ଶିକ୍ଷା କ୍ଷେତ୍ରରେ ଏହି ପରିବର୍ତ୍ତନ ଓଡିଶାର ଭବିଷ୍ୟତକୁ ଉଜ୍ଜଳ କରିବ ବୋଲି ସେମାନେ ଦୃଢୋକ୍ତି ପ୍ରକାଶ କରିଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ ।

ଏହି ଅବସରରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ନିଜର ସଫଳତାରେ ସ୍କୁଲର ଅବଦାନ ସଂପର୍କରେ ଆଲୋକପାତ କରିଥିଲେ। ଛାତ୍ର ଜୀବନର ଅନୁଭୂତି ବର୍ଣ୍ଣନା କରି ପିଲାମାନଙ୍କୁ ଲକ୍ଷ୍ୟ ପୂରଣ ପାଇଁ ଦୃଢ ମନୋବଳ ସହିତ କଠିନ ପରିଶ୍ରମ କରିବାକୁ ପରାମର୍ଶ ଦେଇଥିଲେ। ରୂପାନ୍ତରିତ ସ୍କୁଲର ମିଳୁଥିବା ଆଧୁନିକ ସୁବିଧାର ସଂପୂର୍ଣ୍ଣ ଉପଯୋଗ କରିବା ପାଇଁ ସେ ଶିକ୍ଷକ ଓ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ଶ୍ରୀ ସାହୁ କଳାହାଣ୍ଡିର ମାଣିକେଶ୍ବରୀ ହାଇସ୍କୁଲ ଛାତ୍ର ଥିଲା ବେଳେ ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲର ଛାତ୍ର ଥିଲେ ।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଉପରୋକ୍ତ ଦୁଇ ପଦସ୍ଥ ଅଧିକାରୀଙ୍କ ଅଭିଜ୍ଞତା ଛାତ୍ରଛାତ୍ରୀଙ୍କ ସ୍ବପ୍ନକୁ ବାସ୍ତବ ରୂପ ଦେବାରେ ସହାୟକ ହେବ ବୋଲି ଶ୍ରୀ ପାଣ୍ଡିଆନ ଆଶାବ୍ୟକ୍ତ କରିଥିଲେ ।

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା ।

କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍‌.କେ ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ଚିଲିକା: ୪ ଟି ରୂପାନ୍ତରିତ ସ୍କୁଲଗୁଡିକର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ରାଜ୍ୟରେ ଆଉ ୧୫୮ ଟି ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲଗୁଡିକର ଲୋକାର୍ପଣ କରିଛନ୍ତି। ୫-ଟି ସ୍କୁଲ ଟ୍ରାନ୍ସଫରମେଶନ କାର୍ଯ୍ୟକ୍ରମ ଅନ୍ତର୍ଗତ ଭିଡ଼ିଓ କନ୍ଫେରେଂସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ରୂପାନ୍ତରିତ ସ୍କୁଲଗୁଡିକର ଲୋକାର୍ପଣ କରିଛନ୍ତି।

ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧା ଜିଲ୍ଲାର ୩୮ ଟି ରୂପାନ୍ତରିତ ସ୍କୁଲ ଗୁଡିକୁ ଲୋକାର୍ପଣ କରିଛନ୍ତି। ତେବେ ତନ୍ମଧ୍ୟରୁ ବାଣପୁର ବ୍ଲକର ଦୁଇଟି ଏବଂ ଚିଲିକା ବ୍ଲକର ଦୁଇଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରିତ ହୋଇଛି। ସେଗୁଡିକ ହେଲା ବାଣପୁର ବ୍ଲକ ଗମ୍ଭାରୀମୁଣ୍ଡା ସ୍ଥିତ ପତିତପାବନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ନାଚୁଣୀସ୍ଥିତ ଗୋଦାବରୀଶ ସରକାରୀ ଉଚ୍ଚ ବିଦ୍ୟାଳୟ। ସେହିଭଳି ଚିଲିକା ବ୍ଲକର ହାଟବରଡ଼ିସ୍ଥିତ ଚିଲିକା ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ବଡ଼କୁଳ ସ୍ଥିତ ଚିଲିକା ସରକାରୀ ଉଚ୍ଚ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ରୂପାନ୍ତରିତ କରିଛନ୍ତି।

ଉକ୍ତ ସମସ୍ତ ବିଦ୍ୟାଳୟଗୁଡିକରେ ଏକାଧିକ ସ୍ମାର୍ଟ କ୍ଲାସ ରୁମ, ଗୋଟାଏ ଲେଖାଏଁ ଇ-ପାଠାଗାର, ଗୋଟାଏ ଲେଖାଏଁ ସ୍ମାର୍ଟ ବିଜ୍ଞାନ ପରୀକ୍ଷାଗାର, ନିରାପତ୍ତା ସୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ଓ ଉନ୍ନତ ଶୌଚାଳୟ, ସ୍ମାର୍ଟ ଖେଳପଡିଆ ଏବଂ ବିଭିନ୍ନ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯାଇଛି।

ତେବେ ଉଭୟ ବ୍ଲକରୁ ଆହୁରି ୪ ଟି ଲେଖାଏଁ ବିଦ୍ୟାଳୟର ନାମକୁ ୫-ଟି ସ୍କୁଲ ଟ୍ରାନ୍ସଫରମେଶନ କାର୍ଯ୍ୟକ୍ରମ ଅନ୍ତର୍ଗତ ରୂପାନ୍ତରଣ ନିମନ୍ତେ ଅନୁମୋଦନ ପାଇଁ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପଠାଯାଇଥିବାର ଉଭୟ ବିଇଓ ସୂଚନା ଦେଇଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ଚତୁର୍ଥ ଦିବସରେ ୫ଟି ଜିଲ୍ଲାର ୧୩୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ। ୫-ଟି ସ୍କୁଲ ଟ୍ରାନ୍ସଫର୍ମେସନ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି। ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଚତୁର୍ଥ ଦିବସରେ ନୂଆପଡା, ଗଞ୍ଜାମ, ସମ୍ଵଲପୁର, ରାୟଗଡ଼ା ଓ ନୟାଗଡ଼ ଆଦି ୫ଟି ଜିଲ୍ଲାର ୧୩୦ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି।

ଆଜି ସୁଦ୍ଧା ୫୩୧ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି।

ଆଜି ଲୋକାର୍ପିତ ହୋଇଥିବା ୧୩୦ଟି ସ୍କୁଲ ମଧ୍ୟରୁ ନୂଆପଡା ର ୭ଟି, ଗଞ୍ଜାମ ର .୮୩ଟି, ସମ୍ବଲପୁର ର୨୫ .ଟି, ନୟାଗଡ଼୮ଟି ଓ ରାୟଗଡ଼ା ର୭ଟି ସ୍କୁଲ ରହିଛି।

ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଉତ୍କର୍ଷତା ପାଇଁ ପ୍ରତିଯୋଗୀ ମନୋଭାବ ର ବିକାଶ ଜରୁରୀ । ରୂପାନ୍ତର ପରେ ସ୍କୁଲ ର ପରିବେଶ ପିଲାଙ୍କ ଭିତରେ ପ୍ରତିଯୋଗୀ ମନୋଭାବ କୁ ଅଧିକ ସୁଦୃଢ କରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।ଶିକ୍ଷା କ୍ଷେତ୍ରରେ ରାଜ୍ୟରେ ଆରମ୍ଭ ହୋଇଥିବା ଏ ନୂଆ ଯୁଗର ପୁରା ସୁଯୋଗ ନେବା ପାଇଁ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ମାନଙ୍କୁ ଆହ୍ବାନ ଜଣାଇଥିଲେ। ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ। କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ। ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣନ୍ତୁ। ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ ଚ୍ୟାଲେଞ୍ଜକୁ ସାମ୍ନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।”

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର ୫-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି। ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ। ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ।

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି। ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି। ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୪ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ଭାରତୀ ସାହୁ , ସୌମ୍ୟ ଶ୍ରୀ ବଡପଣ୍ଡା ଭାଗ୍ୟ ଲକ୍ଷ୍ମୀ ପ୍ରଧାନ, ସ୍ମରଣିକା ପଟନାୟକ ଓ ସରସ୍ବତୀ ସାହୁ ପ୍ରମୁଖ ଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରୂପାନ୍ତର ଆମ ପାଇଁ ସୁଯୋଗ ଆଣିଛି। ତାର ସଦ୍ ବ୍ୟବହାର କରିବୁ ଓ ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ ପୂରଣ କରିବୁ। ଏହାସହିତ ସୋମାନଙ୍କ ଜୀବନର ଲକ୍ଷ୍ୟ ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ଙ୍କୁ କହିଥିଲେ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମନ୍ତ୍ରୀ ଜଗନ୍ନାଥ ସାରକା, ସରକାରୀ ଉପମୁଖ୍ୟ ସଚେତକ ରୋହିତ ପୂଜାରୀ, ବିଧାୟକ ରାଜେନ୍ଦ୍ର ଢୋଲକିଆ ଓ ସତ୍ୟନାରାୟଣ ସାହୁ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ।

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ ମତେ ନିର୍ଧାରିତ ସମୟ ସୀମା ମଧ୍ୟରେ ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର କାର୍ଯ୍ୟ ଶେଷ କରିଥିବାରୁ ସେ ସମସ୍ତ ଙ୍କୁ ଧନ୍ୟବାଦ ଜଣାଇଥିଲେ।

ସରକାରୀ ସ୍କୁଲରୁ ପାଠପଢି ସର୍ବଭାରତୀୟ ସେବାରେ ଯୋଗ ଦେଇ ଥିବା
ଉତ୍ତରାଞଳ ଡିଆଇଜି ସାର୍ଥକ ଷଡ଼ଙ୍ଗୀ ଓ special director PR &DW department ଅରବିନ୍ଦ ଡାକୁଆ ନିଷ୍ଠା ଓ ପରିଶ୍ରମ ଦ୍ବାରା ସବୁ କିଛି ହାସଲକ ରିପାରିବା ବୋଲି ମତ ଦେଇଥିଲେ।

ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

କେନ୍ଦୁଝରର ୧୦୦ ସ୍କୁଲ ସହିତ ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ। ୫-ଟି ରୂପାନ୍ତରିତ ସ୍କୁଲ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି। ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଦ୍ବିତୀୟ ଦିନ ଶିଶୁ ଦିବସରେ ବୌଦ, ସୋନପୁର, ଭଦ୍ରକ ଓ କେନ୍ଦୁଝର ଆଦି ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି।

କେବଳ କେନ୍ଦୁଝର ରେ ଶହେ ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି । ପ୍ରଥମ ଦିନରେ ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଥିଲା। ଆଜି ସୁଦ୍ଧା ୩୩୦ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି। ଏଥିରେ ହିଞ୍ଜିଳି ଓ ଶେରଗଡର ୫୦ଟି ସ୍କୁଲ ମଧ୍ୟ ସାମିଲ।

ଆଜି ଲୋକାର୍ପିତ ହୋଇଥିବା ୧୩୮ଟି ସ୍କୁଲ ମଧ୍ୟରୁ ବୌଦର୧୦ଟି, ସୋନପୁର .୧୧ଟି, ଭଦ୍ରକର ୧୭ ଟି, ଓ କେନ୍ଦୁଝରର ୧୦୦ଟି ସ୍କୁଲ ରହିଛି।

ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଶିକ୍ଷା ବିକାଶ କ୍ଷେତ୍ରରେ ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି। ଶିକ୍ଷା ହେଉଛି ରୂପାନ୍ତର ର ପ୍ରଥମ ପାହାଚ। ଶିକ୍ଷା। ଭିତ୍ତିଭୂମିର ରୂପାନ୍ତର ପିଲାମାନଙ୍କ ମନରେ ଅଶେଷ ପ୍ରେରଣା ଓ ଉତ୍ସାହ ଭରି ଦେଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ। କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ। ନୂଆ ନୂଆ technology ବିଷୟରେ ଜାଣନ୍ତୁ। ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।”

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି। ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି। ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ।. ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି। ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ।

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି। ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି। ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ। ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୪ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ୟସ୍ମିନ ରଣା ,ତୁଳସୀ ସାହୁ ଉତ୍ପଳିକା ପଲାଇ ଓ ଲୋପାମୁଦ୍ରା ମହାନ୍ତ ପ୍ରମୁଖ ଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି। ଆମ ସ୍କୁଲ ସବୁଠୁ ଭଲ ବୋଲି ସମସ୍ତେ ଉତ୍ସାହର ସହ କହିଥିଲେ ଏବଂ ସୋମାନଙ୍କ ଜୀବନର ଲକ୍ଷ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଙ୍କୁ କହିଥିଲେ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ନିରଞନ ପୂଜାରୀ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ ବିଧାୟକ ପ୍ରଦୀପ ଅମାତ୍ ଓ ବ୍ୟୋମକେଶ ରାୟ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ।

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ।

ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ବରଗଡରେ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୩.୬୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଏହି ଅବସରରେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ବିଜେପୁରର ୭୧ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ ।

ଆଜି ମୁଖ୍ୟମନ୍ତ୍ରୀ ବରଗଡରେ ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ସେହିପରି ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ଏଥିରେ ରହିଛି – ୨୦୯୦ କୋଟି ଟଙ୍କାର ଗୁରୁତ୍ବପୂର୍ଣ୍ଣ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ । ଏହି ପ୍ରକଳ୍ପ ୨୦୨୩ ସେପ୍ଟେମ୍ବର ସୁଦ୍ଧା ସଂପୂର୍ଣ୍ଣ ହେବ ଏବଂ ଚାଷୀମାନେ ଏଥିରୁ ପାଣି ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Categories
ବିଶେଷ ଖବର ରାଜ୍ୟ ଖବର

ସ୍କୁଲର ରୂପାନ୍ତର ପିଲାମାନଙ୍କ ଭିତରେ ମଧ୍ୟ ରୂପାନ୍ତର ଆଣିପାରିଛି, ଆତ୍ମବିଶ୍ବାସ ବୃଦ୍ଧି କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୫-ଟି କାର୍ଯ୍ୟକ୍ରମରେ ହିଞ୍ଜିଳିର ସମସ୍ତ ୫୦ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ଆଜି ପଞ୍ଚମ ଓ ଶେଷ ପର୍ଯ୍ୟାୟରେ ସେ ଆଉ ୧୦ଟି ସ୍କୁଲକୁ ଆଜି ଲୋକାର୍ପିତ କରିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସବୁ ଛାତ୍ରଛାତ୍ରୀ ମାନଙ୍କୁ ଜୀବନରେ ସଫଳ ହେବା ପାଇଁ ଶୁଭେଚ୍ଛା ଓ ଆଶୀର୍ବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳି ଓ ଶେରଗଡରେ ୫ ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ସେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କ ସହିତ କଥା ହୋଇଛନ୍ତି। ସେମାନଙ୍କ ମନୋଭାବକୁ ଲକ୍ଷ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନଙ୍କ ମଧ୍ୟରେ ଏ ରୂପାନ୍ତର କାର୍ଯ୍ୟକ୍ରମ ଦୃଢ ଆତ୍ମବିଶ୍ବାସ ସୃଷ୍ଟି କରିଛି ବୋଲି ସେ ଅନୁଭବ କରିଛନ୍ତି। ଏହି ନୂଆ ପରିବେଶ ପିଲାମାନଙ୍କ ମନରେ ମଧ୍ୟ ଏକ ରୂପାନ୍ତର ଆଣିପାରିଛି ବୋଲି ସେ କହିଥିଲେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଅତ୍ୟନ୍ତ ଆନନ୍ଦ ପ୍ରକାଶ କରିଥିଲେ।

ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ତୁମ ମାନଙ୍କ ଉପରୋ ମୋର ପୁରା ଭରସା ଅଛି। ତୁମେ ମାନେ ଦିନେ ବଡ ହେବ ଓ ଭଲ କାମ କରି ଓଡିଆ ଜାତିର ଗୌରବ ବଢାଇବ, ଏ ବିଶ୍ବାସ ଆମ ସମସ୍ତଙ୍କ ଭିତରେ ରହିଛି। ମୁଖ୍ୟମନ୍ତ୍ରୀ କହିଥିଲେ, “ପିଲାମାନେ ତୁମେମାନେ ଆଗକୁ ବଢ, ମୋର ଶୁଭେଚ୍ଛା ଓ ଆଶୀର୍ବାଦ ସବୁବେଳେ ତୁମ ସାଥିରେ ରହିଛି।”

ଏହି ଅବସରରେ ଶିକ୍ଷକ-ଶିକ୍ଷୟିତ୍ରୀ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏ ରୂପାନ୍ତର କାର୍ଯ୍ୟକ୍ରମ ଶିକ୍ଷକ ମାନଙ୍କ ଦାୟିତ୍ବ ବଢାଇଛି। ପିଲାମାନେ ଯେପରି ଏହ ରୂପାନ୍ତର ସୁଯୋଗର ସଠିକ ଉପଯୋଗ କରିପାରିବେ, ସେଥିପ୍ରତି ଧ୍ୟାନ ଦେବା ସହିତ ପିଲା ମାନଙ୍କୁ ଠିକ୍‌ ଭାବରେ ଗାଇଡ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ। ନିଜ ନିଜ ସ୍କୁଲର ଫଳାଫଳକୁ ଶତପ୍ରତିଶତ କରିବାପାଇଁ ଶିକ୍ଷକ ମାନଙ୍କ ମଧ୍ୟରେ ପ୍ରତିଯୋଗୀତା ହେଲେ, ସେ ଖୁସି ହେବେ ବୋଲି ପ୍ରକାଶ କରିଥିଲେ।

ଆଜି ଲୋକାର୍ପିତ ହୋଇଥିବା ବିଦ୍ୟାଳୟ ଗୁଡିକ ହେଲା –

(୧) ସତ୍ୟଭାମା ବିଦ୍ୟାପୀଠ, ବଡଖଣ୍ଡି ପଞ୍ଚାୟତ

(୨) ମହାତ୍ମାଗାନ୍ଧୀ ହାଇସ୍କୁଲ, ଶେରଗଡ ପଞ୍ଚାୟତ

(୩) ଖରିଡା ହାଇସ୍କୁଲ, ଖରିଡା ପଞ୍ଚାୟତ

(୪) ରାମଚନ୍ଦ୍ରପୁର ହାଇସ୍କୁଲ, ରାମଚନ୍ଦ୍ରପୁର, ଶେରଗଡ଼

(୫) ମକରଝୋଳ ହାଇସ୍କୁଲ, ମକରଝୋଳ ପଞ୍ଚାୟତ

(୬) ବରମୁଣ୍ଡୁଳି ହାଇସ୍କୁଲ, ବରମୁଣ୍ଡୁଳି ପଞ୍ଚାୟତ

(୭) କାଞ୍ଜିଆମା ହାଇସ୍କୁଲ, କାଞ୍ଜିଆମା ତନହର ପଞ୍ଚାୟତ

(୮) ବାଳିକା ହାଇସ୍କୁଲ, ପିତ୍ତଳ ପଞ୍ଚାୟତ

(୯) ବ୍ରାହ୍ମଣଛାଇ ହାଇସ୍କୁଲ, ବ୍ରାହ୍ମଣଛାଇ ପଞ୍ଚାୟତ

(୧୦) ଓଡିଶା ଆଦର୍ଶ ବିଦ୍ୟାଳୟ, ପକିଡି, ଶେରଗଡ ପଞ୍ଚାୟତ

ଏହି ପାଞ୍ଚ ଦିନ କାର୍ଯ୍ୟକ୍ରମରେ ପିଲାମାନେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରି ସେମାନଙ୍କ ମନର ଖୁସି ବ୍ୟକ୍ତ କରିଥିଲେ। ଭବିଷ୍ୟତରେ ତୁମେ କଣ ହେବାକୁ ଚାହୁଁଛ ବୋଲି ମୁଖ୍ୟମନ୍ତ୍ରୀ ଯେତେବେଳେ ପଚାରିଥିଲେ, ସେମାନେ ସମସ୍ତେ କିଏ ଡାକ୍ତର, କିଏ ଇଂଜିନିଅର ତ କିଏ ଶିକ୍ଷକ, ଆଇ.ଏ.ଏସ୍‌. ଆଇ.ପି.ଏସ୍‌ ଓ ସାମ୍ବାଦିକ ତଥା ବିଚାରପତି ହେବେ ବୋଲି କହିଥିଲେ। ସେମାନଙ୍କ ମନରେ ଆତ୍ମବିଶ୍ବାସର ଝଲକ ଭରି ରହିଥିଲା। ସ୍କୁଲର ରୂପାନ୍ତର ସେମାନଙ୍କ ମାନସିକ ସ୍ତରରେ ଏକ ବଡ ପରିବର୍ତ୍ତନ ଆଣିପାରିଛି। ସେମାନେ କହିଥିଲେ ଯେ ଆମେ ସମସ୍ତେ ବର୍ତ୍ତମାନ ସରକାରୀ ସ୍କୁଲରେ ପଢୁଛୁ ବୋଲି ଗର୍ବ ଅନୁଭବ କରିପାରୁଛୁ। ମୁଖ୍ୟମନ୍ତ୍ରୀ ଆମ ମାନଙ୍କ ପାଇଁ ଯେଉଁ ସ୍ବପ୍ନ ଦେଖିଛନ୍ତି, ତାକୁ ପୂରଣ କରିବା ପାଇଁ ଆମେ ଆମର ଶ୍ରେଷ୍ଠ ଉଦ୍ୟମ କରିବୁ ବୋଲି ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶୃତି ଦେଇଥିଲେ।

ଆଜିର କାର୍ଯ୍ୟକ୍ରମରେ କାବେରୀ, ସ୍ୱୟଂ ସମ୍ପୁର୍ଣ୍ଣା, ସୋନାଲି, କାଜଲ, ଶିଳ୍ପା, ଖୁସି, ମାମାଲି, ଶୁଭସ୍ମିତା ପ୍ରମୁଖ ଛାତ୍ରୀ ମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ରୁପାନ୍ତର କାର୍ଯ୍ୟ କ୍ରମ ପାଇଁ ସେମାନେ ଶିକ୍ଷା ଲାଭରେ ବହୁତ ଆଗକୁ ଯାଇପାରି ଛନ୍ତି ବୋଲି ପ୍ରକାଶ କରିଥିଲେ।

ଶିକ୍ଷକ ମାନେ ଅଂଶ ଗ୍ରହଣ କରି ଡିଜିଟାଲ ପ୍ଲାଟଫର୍ମରେ ଶିକ୍ଷା ଦାନ ପାଠପଢ଼ା କୁ ଅଧିକ ଆକର୍ଷଣୀୟ କରି ପାରିଛି କହିଥିଲେ।

ଏହି ଅବସରରେ ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ଏହାର ପ୍ରତ୍ୟେକ ନୀତିର ପ୍ରୟୋଗରେ କିପରି ବିଦ୍ୟାଳୟ ରୂପାନ୍ତରଣ କରାଯାଇଛି, ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ବ୍ୟାଖ୍ୟାନ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ପ୍ରତିଫଳିତ ହେବ। ଓଡିଶାର ସବୁ ସ୍କୁଲରେ ଆସିବ ରୂପାନ୍ତରଣ। ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିର ସ୍କୁଲ ମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ଏକ ଶିକ୍ଷଣୀୟ ଉଦାହରଣ। ଜନପ୍ରତିନିଧି ଭାବରେ ସେମାନେ ସମାଜର ସବୁ କ୍ଷେତ୍ରରେ ଏପରି ପରିବର୍ତ୍ତନ ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲ ଗୁଡିକର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ।

ମନ୍ତ୍ରୀ ମଣ୍ଡଳ ର ସଦସ୍ୟ ଗଣ, ସାଂସଦ, ବିଧାୟକ ମାନେ ସମସ୍ତେ ହିଞ୍ଜିଳି ରେ ୫-ଟି ସ୍କୁଲ ଟ୍ରାନ୍ସଫର୍ମେସନ ସମ୍ପର୍କରେ ନିଜର ଅନୁଭବ ବର୍ଣନା କରିଥିଲେ। ଏହାଦ୍ବାରା ଓଡ଼ିଶାର ଭବିଷ୍ୟତ ପାଇଁ ଉଜ୍ବଳ ସମ୍ଭାବନା ସୃଷ୍ଟି ହୋଇଛି ବୋଲି ସେମାନେ କହିଥିଲେ।

ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଯୋଗ ଦେଇଥିଲେ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ବିଧାୟକଗଣ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ।
କାର୍ଯ୍ୟ କ୍ରମ ରେ ପୁର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ପ୍ରମୁଖ ଯୋଗ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି କେ ପାଣ୍ଡିଆନ କାର୍ଯ୍ୟ କ୍ରମ ପରିଚାଳନା କରିଥିଲେ।