Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

କଂଗ୍ରେସରେ ଯୋଗ ଦେଲେ ବିଜେଡିର ପୂର୍ବତନ ବିଧାୟକ ସୁଦର୍ଶନ ଜେନା

ଭୁବନେଶ୍ବର: ରେମୁଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେଡି ବିଧାୟକ ସୁଦର୍ଶନ ଜେନା ଆଜି ବିଧିବଦ୍ଧ ଭାବେ ବିଜେଡି ଛାଡି କଂଗ୍ରେସରେ ଯୋଗ ଦେଇଛନ୍ତି। ସେ ତାଙ୍କର ଶତାଧିକ କର୍ମିଙ୍କ ସହ ଓଡିଶା ପ୍ରଭାରୀ ଡ଼.ଅଜୟ କୁମାର ,ପିସିସି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଓ ବରିଷ୍ଠ ନେତୃମଣ୍ଡଳୀଙ୍କ ଉପସ୍ଥିତି ରେ ସେ କଂଗ୍ରେସରେ ଯୋଗ ଦେଇଛନ୍ତି।

ନିକଟରେ ସୁଦର୍ଶନ ବିଜେଡିରୁ ଇସ୍ତଫା ଦେଇଛନ୍ତି। ସୁଦର୍ଶନ 2009 ମସିହାରେ ରେମୁଣାରୁ ବିଜେଡି ବିଧାୟକ ଥିଲେ। ଏହାପରେ ତାଙ୍କୁ 2014ରେ ଦଳ ଟିକେଟ ଦେଇଥିଲା। ହେଲେ ସେ ହାରିଯାଇଥିଲା। ଫଳରେ ଦଳ 2019 ରେ ତାଙ୍କୁ ଆଉ ଟିକେଟ ନ ଦେଇ ସୁଧାଂଶୁ ପରିଡାଙ୍କୁ ଟିକେଟ ଦେଇଥିଲା।

Categories
ଆଜିର ଖବର ନିର୍ବାଚନ ଖବର ବ୍ୟକ୍ତିତ୍ୱ ରାଜ୍ୟ ଖବର

ବିଜେଡି ଛାଡିଲେ ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା

ଭୁବନେଶ୍ବର: ଶେଷରେ ବିଜେଡିରୁ ଇସ୍ତଫା ଦେଇଛନ୍ତି ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା। ସେ ଆଜି ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇ ଦେଇଛନ୍ତି। ସେ ଦଳର କାର୍ଯ୍ୟକଳାପ ଉପରେ ଅସନ୍ତୁଷ୍ଠ ହୋଇ ଏପରି ନିଷ୍ପତି ନେଇଛନ୍ତି ବୋଲି ସୁଦର୍ଶନ କହିଛନ୍ତି।

ସୁଦର୍ଶନ 2009 ମସିହାରେ ରେମୁଣାରୁ ବିଜେଡି ବିଧାୟକ ଥିଲେ। ଏହାପରେ ତାଙ୍କୁ 2014ରେ ଦଳ ଟିକେଟ ଦେଇଥିଲା। ହେଲେ ସେ ହାରିଯାଇଥିଲା। ଫଳରେ ଦଳ 2019 ରେ ତାଙ୍କୁ ଆଉ ଟିକେଟ ନ ଦେଇ ସୁଧାଂଶୁ ପରିଡାଙ୍କୁ ଟିକେଟ ଦେଇଥିଲା। ବର୍ତ୍ତମାନ ସେ ବିଧାୟକ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ବାଲେଶ୍ୱର ରେମୁଣାଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହେଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର: କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ବାଲେଶ୍ୱର ଜିଲ୍ଲା ରେମୁଣା ବ୍ଲକ୍‌ ହନୁମାନ କଲ୍ୟାଣ ମଣ୍ଡପରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଶ୍ରୀ ବୈଷ୍ଣବ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ମତବିନିମୟ କରିଥିଲେ ଏବଂ ସେମାନଙ୍କୁ ମିଳୁଥିବା ବିଭିନ୍ନ କେନ୍ଦ୍ରୀୟ ଯୋଜନାର ସୁଫଳ ସମ୍ପର୍କରେ ପଚାରି ବୁଝିଥିଲେ। ଶ୍ରୀ ବୈଷ୍ଣବ ଜଣେ ପିଏମ ସ୍ୱନିଧି ଯୋଜନାର ହିତାଧିକାରୀ ବିଜୟ ଗିରିଙ୍କ ସହ କଥା ହୋଇଥିଲେ । ଶ୍ରୀ ଗିରି ଜଣେ ଉଠାଦୋକାନୀ ଭାବେ ପରିବା ବିକ୍ରି କରୁଛନ୍ତି। ପିଏମ୍‌ ସ୍ୱନିଧି ଯୋଜନାରେ ମିଳିଥିବା ଋଣ ସହାୟତା ତାଙ୍କୁ ବ୍ୟବସାୟ ବଢ଼ାଇବାରେ ସହାୟକ ହୋଇଛି ବୋଲି ସେ କହିଥିଲେ। କେନ୍ଦ୍ର ମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଥିଲେ, ଶ୍ରୀ ଗିରିଙ୍କ ଭଳି ସ୍ୱାଭିମାନୀ ଭାଇମାନଙ୍କ ବିଷୟରେ କେହି କେବେ ଚିନ୍ତା କରିନଥିଲେ। କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେମାନଙ୍କ ପାଇଁ ସହଜରେ ବନ୍ଧକମୁକ୍ତ ଋଣ ସୁବିଧା ଯୋଗାଇ ଦେଇଛନ୍ତି।

ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଶ୍ରୀ ବୈଷ୍ଣବ କହିଥିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତ ୧୦ ବର୍ଷ ମଧ୍ୟରେ ଗରିବ କଲ୍ୟାଣ ପାଇଁ ଏକାଧିକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେସବୁ ଯୋଜନା ଦ୍ୱାରା ଦେଶର କୋଟି କୋଟି ଗରିବ ଲୋକ ଲାଭ ପାଉଛନ୍ତି। ଗରିବ କଲ୍ୟାଣ ଅନ୍ନ ଯୋଜନାର ଉଦାହରଣ ଦେଇ ସେ କହିଥିଲେ, ପ୍ରଧାନମନ୍ତ୍ରୀ ମୋଦୀଙ୍କ ସରକାର ଗରିବ ଲୋକଙ୍କ ପାଇଁ ବ୍ୟକ୍ତି ପିଛା ମାସିକ ୫ କିଲୋଗ୍ରାମ ଲେଖାଏଁ ଚାଉଳ ଯୋଗାଇ ଦେଉଛନ୍ତି। ଆହୁରି ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଦେଶର ଗରିବ ଲୋକମାନଙ୍କୁ ମାଗଣା ଖାଦ୍ୟଶସ୍ୟ ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ଗରିବଙ୍କ ଦୁଃଖ ବୁଝିଥିବା ଜଣେ ବ୍ୟକ୍ତି କେବଳ ଏଭଳି ନିଷ୍ପତ୍ତି ନେଇପାରିବେ ବୋଲି କେନ୍ଦ୍ର ମନ୍ତ୍ରୀ କହିଥିଲେ।

ଶ୍ରୀ ବୈଷ୍ଣବ ଆହୁରି କହିଥିଲେ, ମହିଳାଙ୍କୁ ଉଜ୍ଜ୍ୱଳା ଗ୍ୟାସ, ସବୁ ଘରେ ପିଇବା ପାଣି, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର, ପ୍ରତି ଗାଁରେ ସଡ଼କ, ସବୁ ଗାଁରେ ବିଦ୍ୟୁତ ସେବା, ୪-ଜି, ୫-ଜି ଦୂରସଞ୍ଚାର ସେବା, ଏସବୁ ସୁବିଧା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗାଇ ଦେଉଛନ୍ତି। ସବୁ ପରିବାରର ଦୁଃଖ ଦୂର କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଗ୍ୟାରେଣ୍ଟି ଦେଉଛନ୍ତି ବୋଲି ସେ କହିଥିଲେ। ପୂର୍ବରୁ ରାଜନୈତିକ ଇଚ୍ଛାଶକ୍ତି ଅଭାବ ଯୋଗୁ ରେଳ ଭିତ୍ତିଭୂମିର ଆଶାନୁରୂପ ବିକାଶ ହୋଇପାରୁନଥିଲା। ଏବେ ଦେଶର ରେଳ ସେବାରେ ଯଥେଷ୍ଟ ସୁଧାର ଆସିଛି। ଏହି କାର୍ଯ୍ୟକ୍ରମରେ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ରେମୁଣା ଓ ସୋରୋ ସହରରେ ଭାରତର ସର୍ବବୃହତ୍ ଫ୍ୟାଶନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ଶୁଭାରମ୍ଭ

ବାଲେଶ୍ୱର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ରେମୁଣା ଓ ସୋରୋ ସହରରେ ନୂଆ ଷ୍ଟୋର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖି କରି ଫ୍ୟାଶନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସହ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାଶନ ଶପିଂ ଡେଷ୍ଟିନେସନ ପାଲଟିଛି।

ରେମୁଣା ଓ ସୋରୋ ସହରର ନୂଆ ଟ୍ରେଣ୍ଡ୍‌ସ ଷ୍ଟୋରରେ ମଡର୍ଣ୍ଣ ଲୁକ୍ ସହିତ ଉନ୍ନତ ପରିବେଶ ରହିଛି। ଏଥିସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଉକ୍ତ ଷ୍ଟୋରକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ସ୍ଥାନୀୟ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡ୍‌ସ ୱିୟର ଏବଂ ଫ୍ୟାଶନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଚମତ୍କାର କିଣାକିଣି ଅନୁଭୂତି ସହିତ ଏହି ଷ୍ଟୋର ଦ୍ୱୟରେ ପାଇପାରିବେ।

ରେମୁଣାରେ ୮୯୯୮ ବର୍ଗଫୁଟ ଓ ସୋରୋରେ ୫୧୦୦ ବର୍ଗଫୁଟ ଅଂଚଳରେ ଖୋଲିଥିବା ଷ୍ଟୋର ଉଭୟ ରେମୁଣା ଓ ସୋରୋ ସହରର ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର। ଏହି ଷ୍ଟୋର୍ ଦୁଇଟିରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାଶନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି। ୩୯୯୯ ଟଙ୍କାର ବଛାବଛା ସାମଗ୍ରୀ କିଣାକିଣି ସହିତ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଇପାରିବେ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ ସଂପୂର୍ଣ୍ଣ ମାଗଣାରେ ପାଇପାରିବେ।

ତେଣୁ ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ରେମୁଣା ଓ ସୋରୋ ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ପିଲାଚୋର ସନ୍ଦେହରେ ଗଛରେ ବାନ୍ଧି ନିସ୍ତୁକ ପିଟିଲେ

ବାଲେଶ୍ୱର: ବାଲେଶ୍ୱର ରେମୁଣା ଗୋଲେଇ ନିକଟରେ ଜଣଙ୍କୁ ଗଛରେ ବାନ୍ଧି ନିସ୍ତୁକ ପିଟି ଛନ୍ତି ସ୍ଥାନୀୟ ଲୋକେ। ପିଲା ଚୋର ସନ୍ଦେହରେ ତାଙ୍କୁ ଗଛରେ ବାନ୍ଧି ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି।