Categories
ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ବିଜେଡ଼ିରେ ମିଶିଲେ ଜର୍ଜ ତିର୍କୀଙ୍କ ପୁଅ ରୋହିତ ଯୋଶେଫ ତିର୍କୀ, ଗତଥର ଥିଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର: ୨୦୧୯ ସାଧାରଣ ନିର୍ବାଚନର ବୀରମିତ୍ରପୁର ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ଜର୍ଜ ତିର୍କୀଙ୍କ ପୁଅ ରୋହିତ ଯୋଶେଫ ତିର୍କୀ ଆଜି ଶଙ୍ଖଭବନ ଠାରେ  ମନ୍ତ୍ରୀ ସାରଦା ନାୟକ ଓ ପ୍ରୀତିରଞ୍ଜନ ଘଡ଼ାଇ, ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।

ଦଳରେ ସାମିଲ୍ ହୋଇଥିବା ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ରୋହିତ ଯୋଶେଫ ତିର୍କୀଙ୍କୁ ଶ୍ରୀ ନାୟକ, ଶ୍ରୀ ଘଡ଼ାଇ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ଯୋଶେଫ ତିର୍କୀଙ୍କ ଯୋଗଦାନ ଫଳରେ ବିଶେଷକରି ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ନାୟକ, ଶ୍ରୀ ଘଡ଼ାଇ ଓ ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ପୂର୍ବତନ କଂଗ୍ରେସ ବିଧାୟକ ପ୍ରାଥୀଁ ରୋହିତ ଯୋଶେଫ ତିର୍କୀ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ବିକାଶମୂଳକ କାର୍ଯ୍ୟକୁ ଲୋକଙ୍କ ପାଖରେ ପହଞ୍ଚାଇବି।

ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।