Categories
ଆଜିର ଖବର ଜାତୀୟ ଖବର

ଦିଲ୍ଲୀରେ କୋହଳ ହେଲା ଲକଡାଉନ କଟକଣା: ସକାଳ ୧୦ ରୁ ରାତି ୮ ଯାଏଁ ଖୋଲିବ ଦୋକାନ ବଜାର

ନୂଆଦିଲ୍ଲୀ: ଦିଲ୍ଲୀରେ ଲକଡାଉନ କଟକଣାକୁ କୋହଳ କରାଯାଇଛି। କରୋନା ଦ୍ଵିତୀୟ ଲହର ଯୋଗୁଁ ଦିଲ୍ଲୀରେ କଟକଣା ଲଗାଇବାକୁ ପଡିଥିଲା। ଏବେ ଦିଲ୍ଲୀ ସରକାର ଧୀରେ ଧୀରେ ଅନ-ଲକ ପ୍ରକ୍ରିୟାକୁ ଆରମ୍ଭ କରିଦେଇଛନ୍ତି। ଦିଲ୍ଲୀରେ ଏବେ ଅଡ-ଇଭେନ ଫର୍ମୁଲାରେ ଦୋକାନ ବଜାର ଖୋଲାଯିବ। ସକାଳ ୧୦ ଟାରୁ ରାତି ୮ ଟା ଯାଏଁ ଦୋକାନ ବଜାର ଖୋଲା ରହିବ।

କିନ୍ତୁ ଜରୁରୀ ସେବାରେ ଥିବା ଦୋକାନଗୁଡିକପାଇଁ ଅଡ-ଇଭେନ କାର୍ଯ୍ୟକାରୀ ହେବନାହିଁ। ଏହା ସହିତ ମେଟ୍ରୋ ସେବା ମଧ୍ୟ ଆରମ୍ଭ କରିବାକୁ ଯାଉଛି ଦିଲ୍ଲୀ ସରକାର। ୫୦ ପ୍ରତିଶତ ଯାତ୍ରୀଙ୍କୁ ନେଇ ମେଟ୍ରୋ ସେବା ଚାଲିବ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏନେଇ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ସାମ୍ଭାବ୍ୟ ବାତ୍ୟା ଯୋଗୁଁ ୨ ଦିନ ପାଇଁ ୧୦ ଜିଲ୍ଲାରେ ଲକଡାଉନକୁ କୋହଳ କଲେ ରାଜ୍ୟ ସରକାର

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ଯୋଗୁଁ ୧୦ଟି ଜିଲ୍ଲାରେ ଲକଡାଉନ କଟକଣାକୁ କୋହଳ କରାଯାଇଛି। ୧୦ ଟି ଜିଲ୍ଲାରେ କଟକଣାକୁ ୨ ଘଣ୍ଟା କୋହଳ କରାଯାଇଛି।

ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଯାଜପୁର, କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରେ କଟକଣାକୁ କୋହଳ କରାଯାଇଛି। ଆଜି ଏବଂ ଆସନ୍ତାକାଲି ପାଇଁ କଟକଣାକୁ କୋହଳ କରାଯାଇଛି। ସକାଳ ୭ ଟା ରୁ ଦିନ ୧ ଟା ପର୍ଯ୍ୟନ୍ତ ଲୋକେ ଅତ୍ୟାବଶ୍ୟକ ସାମଗ୍ରୀ କିଣିପାରିବେ। ପୂର୍ବରୁ ଏହି କଟକଣାକୁ ଦିନ ୧୧ ଟା ପର୍ଯ୍ୟନ୍ତ ରଖାଯାଇଥିଲା। ଏନେଇ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ଯାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

Categories
ଆଜିର ଖବର ଆଞ୍ଚଳିକ

ବାଲୁଗାଁରେ ଲକଡାଉନ କଟକଣା: ପ୍ରଥମ ଦିନରେ ଅମାନିଆଙ୍କଠୁ ଆଦାୟ ହେଲା ୩ଠ ହଜାର ଜରିମାନା

ସୀତାରାମ ଅଗ୍ରୱାଲ
ବାଲୁଗାଁ: ସାରା ରାଜ୍ୟରେ କରୋନାର ପ୍ରକୋପ ଜାରି ରହିଥିବା ବେଳେ ଏହାକୁ ଦମନ କରିବା ପାଇଁ ବିଭିନ୍ନ ଦିଗରୁ ସରକାର, ଜିଲ୍ଲାପାଳ ଓ ପୋଲିସ୍ ପ୍ରଶାସନ ଜନତାଙ୍କୁ ସଚେତନ କରିବା ସହ ମାସ୍କ, ସାନିଟାଇଜର୍‌, ସାମାଜିକ ଦୂରତା ବଜାୟ ରଖିବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ କିଛି ଅମାନିଆ ନିୟମ ଉଲ୍ଲଙ୍ଘନ କରୁଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ଲକଡାଉନ୍ ଘୋଷଣା କରିବା ସହ ସମସ୍ତ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ତେବେ ଲକ୍‌ଡାଉନ୍‌ର ପ୍ରଥମ ଦିବସରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଥିଲା। ଅମାନିଆଙ୍କୁ ସାବାଡ଼ କରିବା ପାଇଁ ସକାଳ ୬ଟାରୁ ବାଲୁଗାଁ ଥାନାଧିକାରୀ ରମାକାନ୍ତ ମାହାଲିକଙ୍କ ସମେତ ଅନ୍ୟାନ୍ୟ ପୋଲିସ କର୍ମଚାରୀମାନେ ସମ୍ପୃକ୍ତ ଅଞ୍ଚଳରେ ଦିନତମାମ ପଇଁତରା ମାରିବା ସହ କୋଭିଡ୍ ନିୟମ ଉଲ୍ଲଙ୍ଘନକାରୀଙ୍କ ଠାରୁ ୩୦ ହଜାର ଟଙ୍କାର ଫାଇନ ଆଦାୟ କରିଛନ୍ତି।

କିନ୍ତୁ ପୋଲିସର ଏପରି ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ କେତେକ ବୁଦ୍ଧିଜୀବୀ ନାପସନ୍ଦ କରିଛନ୍ତି। ସେମାନଙ୍କ ମତରେ ପ୍ରଥମ ଦିନ ପୋଲିସ ଜନସାଧାରଣଙ୍କଠାରୁ ଫାଇନ ନକାଟି ସେମାନଙ୍କୁ ତାଗିଦ କରିବା କଥା। ତେବେ ଜନସାଧାରଣଙ୍କ ଠାରୁ ଜରିମାନା ଆଦାୟ କରିବା ପୋଲିସର ଉଦ୍ଦେଶ୍ୟ ନୁହେଁ ବୋଲି ବାଲୁଗାଁ ଆଇଆଇସି ଶ୍ରୀ ମାହାଲିକ ସୂଚନା ଦେଇଛନ୍ତି।

ବାରମ୍ବାର ନିବେଦନ କଲା ପରେ ମଧ୍ୟ କିଛି ଆମାନିଆଙ୍କ ଲାଗି ସାରା ଅଞ୍ଚଳରେ ମହାମାରୀ ବ୍ୟାପିବାର ସମ୍ଭାବନା ବଢୁଛି। ଲକଡ଼ାଉନରେ ଯଦି ମହାମାରୀ କମିବା ବଦଳରେ ବଢିବ ତେବେ ଲକଡ଼ାଉନର ମୂଲ୍ୟ କିଛି ରହିବନାହିଁ। ସେଥିପାଇଁ ପୁନଶ୍ଚ ଗଣମାଧ୍ୟମ ଜରିଆରେ ଲକଡ଼ାଉନ ନିୟମକୁ ମାନିବାପାଇଁ ବାଲୁଗାଁ ବାସୀଙ୍କୁ ଆଇଆଇସି ନିବେଦନ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ ସ୍ଥାନୀୟ ସରପଞ୍ଚ ନଜର ରଖନ୍ତୁ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: କରୋନା ସଂକ୍ରମଣକୁ ରୋକିବା ପାଇଁ ଆଜି ରାଜ୍ୟ ସରକାର ଲକଡାଉନ ଘୋଷଣା କରିଛନ୍ତି। ଆସନ୍ତା ୫ ତାରିଖରୁ ୧୯ ତାରିଖ ଯାଏଁ ଲକଡାଉନ କଟକଣା ଜାରି ରହିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।

ତେବେ ଏହି ସମୟରେ ବାହାର ରାଜ୍ୟରୁ ଲୋକେ ଓଡିଶାକୁ ଫେରୁଥିବାରୁ ତାଙ୍କ ଉପରେ ନଜର ରଖିବାକୁ ସରପଞ୍ଚମାନଙ୍କୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କୁ ଚିହ୍ନଟ କରି ତାଙ୍କୁ ହୋମ କ୍ଵାରେଣ୍ଟିନରେ ରଖିବା ପାଇଁ ସରପଞ୍ଚମାନଙ୍କୁ ମୁଖ୍ୟ ଶାସନ ସଚିବ କହିଛନ୍ତି।

ଏହା ସହ ଯେଉଁମାନଙ୍କର ହୋମ କ୍ଵାରେଣ୍ଟିନର ବ୍ୟବସ୍ଥା ନାହିଁ, ସେମାନଙ୍କୁ ସରକାରୀ କ୍ଵାରେଣ୍ଟିନରେ ରଖିବା ପାଇଁ ସେ ସରପଞ୍ଚମାନଙ୍କୁ କହିଛନ୍ତି। ସେମାନଙ୍କୁ ୧୪ ଦିନିଆ କ୍ଵାରେଣ୍ଟିନରେ ରହିବା ପାଇଁ ସରପଞ୍ଚମାନଙ୍କୁ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପରାମର୍ଶ ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଜଳପଥରେ ଓଡିଶା ପ୍ରବେଶ ଉପରେ ଲାଗିଲା ରୋକ୍

ଭୁବନେଶ୍ବର: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବାରୁ ଅନେକ ରାଜ୍ୟରେ ଏବେ ଲକଡାଉନ କଟକଣା ଆରମ୍ଭ ହୋଇଯାଇଛି। ଆଗାମୀ ଦିନରେ କଟକଣା ଆହୁରି ବଢିବା ନେଇ ଅନୁମାନ କରାଯାଉଛି।

ସେଥିପାଇଁ ପ୍ରବାସୀମାନେ ଓଡିଶା ଆସିବା ପାଇଁ ଜଳପଥ ବ୍ୟବହାର କରିପାରନ୍ତି। ବର୍ତ୍ତମାନ ଜଳପଥରେ ଓଡିଶା ପ୍ରବେଶ ଉପରେ ରାଜ୍ୟ ସରକାର ରୋକ୍ ଲଗାଇଦେଇଛନ୍ତି। କୌଣସି ବୋଟ କିମ୍ବା ଦଙ୍ଗାକୁ ଓଡ଼ିଶା ପ୍ରବେଶ ଉପରେ ରୋକ୍ ଲଗାଯାଇଛି। ମେରାଇନ ଥାନା ଅଞ୍ଚଳରେ ସାଗର ରକ୍ଷକ ନାମକ ଟିମ୍ ଗଠିତ ହୋଇଛି।

ମେରାଇନ ଅଞ୍ଚଳରେ ରାତିରେ ପାଟ୍ରୋଲିଂ କରାଯିବ। ସ୍ଥାନୀୟ ଅଞ୍ଚଳର ଯୁବମାନଙ୍କୁ ନେଇ ସାଗର ରକ୍ଷକ ଟିମ୍ ଗଠିତ ହେବ। ତେବେ ଜଳପଥରେ ଆସିଲେ ମେରାଇନ ଥାନାକୁ ଜଣାଇବା ପାଇଁ ନିର୍ଦ୍ଦେଶ ହୋଇଛି।