Categories
ଆଜିର ଖବର

ସବୁ ଜିଲ୍ଲାକୁ ଗଡିଲା ଲକ୍ଷ୍ମୀ ବସ୍ , ଆଜି ୫ଟି ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ରାଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ। ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ।

ଆଜି ୫ଟି ଜିଲ୍ଲାର ୧୦୫୭ଟି ପଞ୍ଚାୟତରେ ୨୫୫ଟି ବସ୍‌ ଚାଲିଲା ଏବଂ ଏହା ଦ୍ୱାରା ୭୧ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ। ବାଲେଶ୍ୱର ଜିଲ୍ଲାର ୩୧୫ଟି ପଞ୍ଚାୟତରେ ୪୮ଟି ବସ୍‌ ଚାଲିଲା ଓ ୨୦ଲକ୍ଷ ୪୨ ହଜାର ଲୋକ ଉପକୃତ ହେଲେ। ନୂଆପଡାର ୧୨୩ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ଓ ୫ ଲକ୍ଷ ୭୪ ହଜାର ଲୋକ ଉପକୃତ ହେଲେ।

ବୌଦ୍ଧର ୫୫ଟି ପଞ୍ଚାୟତରେ ୧୦ଟି ବସ୍‌ ଚାଲିଲା ଏବଂ ୩ ଲକ୍ଷ ୫୩ ହଜାର ଲୋକ ଉପକୃତ ହେଲେ। ଗଞ୍ଜାମର ୪୩୩ଟି ପଞ୍ଚାୟତରେ ୧୩୦ଟି ବସ୍‌ ଚାଲିଲା ଏବଂ ୩୪ ଲକ୍ଷ ୪୭ ହଜାର ଲୋକ ଉପକୃତ ହେଲେ। ସେହିପରି ଜଗତସିଂହପୁରର ୧୩୧ଟି ପଞ୍ଚାୟତରେ ୪୨ଟି ବସ୍‌ ଚାଲିବା ସହିତ ୭ ଲକ୍ଷ ୫୦ ହଜାର ଲୋକ ଉପକୃତ ହେଲେ।

ଏହା ଫଳରେ ଆଜି ଓଡିଶାର ସମସ୍ତ ୩୦ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଚଳାଚଳ ଆରମ୍ଭ କରିଛି। ସମୁଦାୟ ୩୦ଟି ଜିଲ୍ଲାରେ ୧୩୫୪ଟି ବସ୍‌ ଚାଲିବା ଆରମ୍ଭ କରିଛି ଏବଂ ଏହା ଦ୍ୱାରା ୬୦୩୧ଟି ପଞ୍ଚାୟତର ୩.୬୪ କୋଟି ଲୋକ ଉପକୃତ ହୋଇଛନ୍ତି। ସୂଚନାଯୋଗ୍ୟ ଯେ ରାଜ୍ୟର ସବୁ ପଞ୍ଚାୟତରେ ସମୁଦାୟ ୧୭୪୫ଟି ବସ୍‌ ଚାଲିବ।

ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଲୋକଙ୍କ ଇଚ୍ଛାକୁ ମୁଁ ସମ୍ମାନ ଦିଏ । ମୋ ସରକାରର ସବୁ କାର୍ଯ୍ୟକ୍ରମ ଲୋକମତ ଭିତ୍ତିରେ ଆଧାରିତ । ଲକ୍ଷ୍ମୀ ଯୋଜନା ମଧ୍ୟ ଲୋକଙ୍କ ଇଚ୍ଛାରୁ କାର୍ଯ୍ୟକାରୀ କରାଯାଇଛି। 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି ବୋଲି ସେ କହିଥିଲେ।

ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ ।

ଲକ୍ଷ୍ମୀ ବସ୍‌ ସହିତ ସଂପୃକ୍ତ ସମସ୍ତ ବିଭାଗ, ଜନପ୍ରତିନିଧି ଓ ସାଧାରଣ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ବୌଦ୍ଧଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ପ୍ରତି ଘରେ ସମୃଦ୍ଧି ଆଣିବ। ପିଲାମାନଙ୍କ ପାଠପଢାରେ ସାହାଯ୍ୟ କରି ପରିବାରର ବିକାଶ ଘଟାଇବ।

5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଏବଂ କହିଥିଲେ ଯେ ତାଙ୍କ ଜିଲ୍ଲା ଗସ୍ତରୁ ଗ୍ରାମାଞ୍ଚଳରେ ଲୋକଙ୍କ ଗମନାଗମନର ସୁବିଧା ପାଇଁ ମିଳିଥିଲା ଫିଡ୍‌ବ୍ୟାକ। ଏହି ମତାମତ ଅନୁଯାୟୀ ସେ ୨୦୨୩ ମଇ ମାସ ୯ ତାରିଖରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଥିଲେ ।

ଏହା ପରେ ଅକ୍ଟୋବର ୧୨ରେ ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା ଲକ୍ଷ୍ମୀ ବସ୍‌।ଆଜି ସୁଦ୍ଧା ୩୦ଟି ଜିଲ୍ଲାର ୯୫ ପ୍ରତିଶତ ପଞ୍ଚାୟତ ଏଥିରେ ଅନ୍ତର୍ଭୁକ୍ତ। ସେ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ବସ୍ ଆମ ନିଜର ସଂପତ୍ତି । ଓଡିଶାର ସଂପତ୍ତି। ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ ।

ସେ ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ମା’ମାନଙ୍କ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ପ୍ରଦାନ କରି କହିଥିଲେ ଯେ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍‌ରେ ମା’ମାନଙ୍କ ପାଇଁ ଟିକେଟର ମୂଲ୍ୟ ୫ ଟଙ୍କା ରଖିଛନ୍ତି। ମିଶନ ଶକ୍ତି ମା’ମାନଙ୍କ ୟୁନିଫର୍ମ ପାଇଁ ୧୦୦୦ ଟଙ୍କା ପ୍ରଦାନ କରିଛନ୍ତି।

ମମତା ଯୋଜନାରେ ମା’ମାନଙ୍କୁ ଆଗରୁ ୫ ହଜାର ଟଙ୍କା ମିଳୁଥିଲା । ଏବେ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ନୂଆ-ଓ ଛାତ୍ରବୃତିରେ ପରିବାରର ସ୍ନାତକ ଓ ସ୍ନାତକୋତ୍ତର ଶ୍ରେଣୀର ଝିଅ ମାନଙ୍କ ପାଇଁ ୧୦ ହଜାର ଟଙ୍କା ବ୍ୟବସ୍ଥା କରିଛନ୍ତି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମା’ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରିଛନ୍ତି। ମିଶନ ଶକ୍ତି ମା’ମାନଙ୍କ ପାଇଁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବ୍ୟବସ୍ଥା ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବାଲେଶ୍ୱରରେ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ବିଧାୟକ ଶ୍ରୀ ସ୍ୱରୂପ କୁମାର ଦାସ, ନୂଆପଡାରେ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ଢୋଲକିଆ, ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଡଲି ମାଝୀ, ବୌଦ୍ଧରେ ମନ୍ତ୍ରୀ ଶ୍ରୀ ପଦୀପ କୁମାର ଅମାତ, ବିଧାୟକ ଶ୍ରୀ ମହିଧର ରଣା, ଗଞ୍ଜାମରେ ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ, ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା, ଜଗତସିଂହପୁରରେ ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ଓ ସାଂସଦ ଶ୍ରୀମତୀ ରାଜଶ୍ରୀ ମଲ୍ଲିକ ପ୍ରମୁଖ ଯୋଗ ଦେଇ କହିଥିଲେ ଯେ ଭାରତର ଆତ୍ମା ଗ୍ରାମାଞ୍ଚଳରେ ବାସ କରେ ।

ଗ୍ରାମାଞ୍ଚଳର ବିକାଶ ଜରିଆରେ ମହାତ୍ମା ଗାନ୍ଧୀଙ୍କ ଏହି ଉକ୍ତିକୁ କାର୍ଯ୍ୟରେ ପରିଣତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଲକ୍ଷ୍ମୀ ବସ୍ ଜରିଆରେ ଗ୍ରାମାଞ୍ଚଳବାସୀଙ୍କ ଗମନାଗମନ ଅସୁବିଧାକୁ ମୁଖ୍ୟମନ୍ତ୍ରୀ ଦୂର କରିଦେଇଛନ୍ତି । ଲକ୍ଷ୍ମୀ ବସ୍‌ ଗ୍ରାମାଞ୍ଚଳର ପ୍ରତ୍ୟେକ ମହିଳାଙ୍କ ଗର୍ବ ଓ ଗୌରବର ପ୍ରତୀକ ହେବ ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମରେ ଜଗତସିଂହପୁରଠାରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମସ୍ତ ଜିଲ୍ଲାରେ ବହୁ ଜନ ସମାଗମ ହୋଇଥିଲା।

Categories
ବିଶେଷ ଖବର ରାଜ୍ୟ ଖବର

ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ।

ମୋ ସରକାର ହେଉଛି ଲୋକଙ୍କ ସରକାର। ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜିର ଶୁଭାରମ୍ଭ ପରେ ୬ଟି ଜିଲ୍ଲାର ୧୩୬୩ଟି ପଞ୍ଚାୟତରେ ୧୯୮ଟି ବସ୍‌ ଚାଲିଲା। ଏହା ଦ୍ୱାରା ୭୫ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ। ଖୋର୍ଦ୍ଧାର ୧୫୪ଟି ପଞ୍ଚାୟତରେ ୨୨ଟି ବସ୍‌ ଚାଲିଲା ଏବଂ, ୧୫.୫୦ଲକ୍ଷ ଲୋକ ଉପକୃତ ହେଲେ। ପୁରୀର ୪୩୩ଟି ପଞ୍ଚାୟତରେ ୪୪ଟି ବସ୍‌ ଚାଲିଲା ଏବଂ ୧୪ ଲକ୍ଷ ୬୦ ହଜାର ଲୋକ ଉପକୃତ ହେଲେ। କେନ୍ଦ୍ରାପଡାର ୧୯୬ଟି ପଞ୍ଚାୟତରେ ୩୭ଟି ବସ୍‌ ଚାଲିଲା ଏବଂ ୧୧ ଲକ୍ଷ ୩୭ ହଜାର ଲୋକ ଉପକୃତ ହେଲେ।

ଭଦ୍ରକର ୧୫୮ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ଏବଂ ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ। ଯାଜପୁରର ୨୩୩ଟି ପଞ୍ଚାୟତରେ ୩୯ଟି ବସ୍‌ ଚାଲିଲା ଏବଂ ୧୩ ଲକ୍ଷ ୭୦ ହଜାର ଲୋକ ଉପକୃତ ହେଲେ। ସେହିଭଳି ନୟାଗଡର ୧୮୯ଟି ପଞ୍ଚାୟତରେ ୩୧ଟି ବସ୍‌ ଚାଲିଲା ଏବଂ ଏହା ଦ୍ୱାରା ୯ ଲକ୍ଷ ୩୪ ହଜାର ଲୋକ ଉପକୃତ ହେଲେ।

ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ । ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି ବୋଲି ସେ କହିଥିଲେ।

ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ ଯାଜପୁରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, କେନ୍ଦ୍ରାପଡାରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ଖୋର୍ଦ୍ଧାରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଶ୍ରୀମୟୀ ଶ୍ୱେତସ୍ନିଗ୍ଧା ମିଶ୍ର, ବିଧାୟକ ଶ୍ରୀ ରାଜେନ୍ଦ୍ର କୁମାର ସାହୁ, ପୁରୀରୁ ବିଧାୟକ ଶ୍ରୀ ରୁଦ୍ର ପ୍ରତାପ ମହାରଥୀ, ପୂର୍ବତନ ବିଧାୟକ ଶ୍ରୀ ସଞ୍ଜୟ କୁମାର ଦାସବର୍ମା, କେନ୍ଦ୍ରାପଡାରୁ ବିଧାୟକ ଶ୍ରୀ ଧ୍ରୁବ ଚରଣ ସାହୁ, ଭଦ୍ରକରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଡ. ସଞ୍ଜୟ ଦାସ, ବିଧାୟକ ଶ୍ରୀ ବିଷ୍ଣୁବ୍ରତ ରାଉତରାୟ, ନୟାଗଡରୁ ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା ଓ ବିଧାୟକ ଡ. ଅରୁଣ କୁମାର ସାହୁ, କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଯୋଜନା, ଗ୍ରାମାଞ୍ଚଳ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଆରମ୍ଭ କରିଛନ୍ତି। ଏହା ମାଧ୍ୟମରେ ଗରୀବ ପରିବାର ଆର୍ଥିକ ଖର୍ଚ୍ଚାନ୍ତରୁ ମୁକ୍ତ ହୋଇ ସଂଚୟ କରିପାରିବେ।

ଲକ୍ଷ୍ମୀ ଯୋଜନା ପଞ୍ଚାୟତର ବିକାଶକୁ ଗତିଶୀଳ କରିବ। ଗ୍ରାମାଞ୍ଚଳ ଜନଜୀବନରେ ଉନ୍ନତି ଆଣିବ। ଏକ ଉତ୍ତରଦାୟୀ ସରକାର ଭାବରେ ଓଡିଶା ସରକାରଙ୍କ ରାଜ୍ୟବାସୀଙ୍କ ପାଖରେ ସୁନାମ ରହିଛି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ଆଜି ରାଜ୍ୟରେ ମା’ମାନେ ସବୁ କ୍ଷେତ୍ରରେ ଆଗକୁ ବଢି ଗତିଶୀଳ ହୋଇଛନ୍ତି ବୋଲି ସେମାନେ କହିଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

କାର୍ଯ୍ୟକ୍ରମରେ ପୁରୀରେ ଉପସ୍ଥିତ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମସ୍ତ ଜିଲ୍ଲାରେ ବହୁ ଜନ ସମାଗମ ହୋଇଥିଲା।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସଂସ୍କୃତି

ପୁରୀ ଯିବା ପାଇଁ ଆରମ୍ଭ ହେବ ଜଗନ୍ନାଥ ଏକ୍ସପ୍ରେସ, ୧୮ ତାରିଖରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଲକ୍ଷ୍ମୀ ବସ ପରି ପୁରୀ ଶ୍ରୀମନ୍ଦିର ଦର୍ଶନ କରିବା ପାଇଁ ରାଜ୍ୟରେ ଆରମ୍ଭ ହେବ ଜଗନ୍ନାଥ ଏକ୍ସପ୍ରେସ। ଏକ ଲକଜୁରୀ ବସରେ ବସି ଭକ୍ତମାନେ ନିଜ ଜିଲ୍ଲା ମୁଖ୍ୟାଳୟରୁ ଭୁବନେଶ୍ବର ଦେଇ ପୁରୀ ଯିବେ। ଏହି ଭିନ୍ନ ବସ ସେବାର ଉଦଘାଟନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୮ ତାରିଖରେ କରିବେ। ତେବେ ପ୍ରଥମ ପର୍ଯ୍ୟାୟରେ ୧୫ଟି ଜିଲ୍ଲାରେ ଏହା କାର୍ଯ୍ୟକାରୀ କରାଯିବ।

ଏହି ଯୋଜନା ପାଇଁ ମୋଟ ୧୨୨ ଟି ବସ କିଣାଯିବ। ଏଥିପାଇଁ ୨୬୦ କୋଟି ଟଙ୍କା ବ୍ୟୟ ଅଟକଳ ରଖାଯାଇଛି। ଏହା ଜିଲ୍ଲା ମୁଖ୍ୟାଳୟରୁ ପ୍ରତିଦିନ ବାହାରି ଭୁବନେଶ୍ବର ଦେଇ ପୁରୀରେ ରହିବ। ସେଠାରୁ ପୁଣି ଅନ୍ୟ ବସ ବାହାର ୩୦ ଜିଲ୍ଲା ମୁଖ୍ୟାଳୟକୁ ଯିବ। ପୂର୍ବରୁ ଲକ୍ଷ୍ମୀ ବସ ଯୋଜନାରେ ବ୍ଲକକୁ ଜିଲ୍ଲା ମୁଖ୍ୟାଳୟ ସହିତ ଯୋଡା ଯାଇଛି। ସେଥିପାଇଁ ଯେଉଁ ଯାତ୍ରୀ ପୁରୀ ଆସିବେ ସେମାନେ ସିଧା ବ୍ଲକ କାର୍ଯ୍ୟାଳୟରୁ ଜିଲ୍ଲା ମୁଖ୍ୟାଳୟ ଏବଂ ସେଠାରୁ ପୁରୀ ଆସିବେ।

Categories
ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ମାର୍ଗଶୀର ପ୍ରଥମ ଗୁରୁବାରରେ ନବରଙ୍ଗପୁର ପାଇଁ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ।

ଏଥିରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନାର ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ। ନବରଙ୍ଗପୁରରେ ୪୪ଟି ବସ୍ ୧୦ଟି ବ୍ଲକର ସବୁ ପଞ୍ଚାୟତକୁ ଯୋଡିବ।

ଏହି ଅବସରରେ ଉଦ୍‌ବୋଧନ ଦେଇ ନବରଙ୍ଗପୁର ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ କହିଲେ ଯେ ଦୁର୍ଗମ ଅଞ୍ଚଳରେ ଗମନାଗମନ ଏକ ବଡ ସମସ୍ୟା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯିବା ଆସିବାର ଅସୁବିଧା ବିଷୟରେ ମୁଁ ଜାଣିବା ପରେ ଆମର ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରାଗଲା। ଲକ୍ଷ୍ମୀ ଯୋଜନାରେ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ଆପଣଙ୍କ ଗାଁ ଏବେ ଯୋଡି ହେଲା। ଏହା ଦ୍ୱାରା ଗ୍ରାମାଞ୍ଚଳରେ ସାମାଜିକ ସଂପର୍କ ମଜବୁତ୍ ହେବା ସହିତ ଅର୍ଥନୀତି ମଧ୍ୟ ଆହୁରି ସୁଦୃଢ ହେବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଲୋକମତକୁ ସମ୍ମାନ ଦେବା ମୋ ସରକାରର ହଲ୍‌ମାର୍କ। ଆମର ସବୁ ଯୋଜନା ଲୋକମତ ଆଧାରରେ କାର୍ଯ୍ୟକାରୀ ହେଉଛି। ଲକ୍ଷ୍ମୀ ବସ୍ ଠାରୁ ଆରମ୍ଭକରି, ଆମ ବ୍ୟାଙ୍କ, ଆମ ଓଡିଶା ନବୀନ ଓଡିଶା ଏବଂ ମଠ, ମନ୍ଦିର ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ଟଙ୍କା ମଞ୍ଜୁରି- ସବୁ କାମ ଲୋକମାନଙ୍କର ପ୍ରସ୍ତାବ ଅନୁଯାୟୀ କରାଯାଇଛି।

ସେ ପୁଣି କହିଥିଲେ ଯେ ଲକ୍ଷ୍ମୀ ବସ୍ ଯୋଗୁ ସମସ୍ତେ ସୁବିଧାରେ ନିଜ କାମରେ ବିଭିନ୍ନ ଜାଗାକୁ ଯାଇପାରିବେ। ଏହା ଦ୍ୱାରା ସାମାଜିକ, ଅର୍ଥନୈତିକ ବିକାଶ ଘଟିବ। ଏହା ମାଧ୍ୟମରେ ଆପଣଙ୍କ ଘରକୁ ମା’ ଲକ୍ଷ୍ମୀ ଆସିବେ। ଘରେ ଘରେ ଖୁସି ଓ ଆନନ୍ଦ ଆସିବ ବୋଲି ସେ କହିଥିଲେ।

ଯୋଗାଯୋଗ ହେଉଛି ବିକାଶର ଆଧାର। ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହିତ ଯୋଡିବ। ଆମର ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ଏହା ରୂପାନ୍ତର ଆଣିବ। ଗାଁ କୁ ଗାଁ ସହିତ ଯୋଡିବ। ଲୋକଙ୍କ ସାମାଜିକ ସମ୍ପର୍କ ମଜବୁତ୍ ହେବ। ଘର ପାଖକୁ ଆସିବ ବସ୍। ପିଲାଙ୍କୁ ସ୍କୁଲ କଲେଜ ସହିତ ଯୋଡିବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ରୋଗୀଙ୍କୁ ହସ୍ପିଟାଲ ଯିବା ପାଇଁ ସୁବିଧା ହେବ। ଗମନାଗମନ କ୍ଷେତ୍ରରେ ସୁବିଧା ଯୋଗାଇ ଦେଇ ବିଭିନ୍ନ କାମରେ ଲକ୍ଷ୍ମୀ ବସ୍ ହେବ ଆପଣଙ୍କ ସାରଥୀ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ନବରଙ୍ଗପୁର ପ୍ରତି ମୋର ସ୍ୱତନ୍ତ୍ର ଧ୍ୟାନ ରହିଛି ବୋଲି ପ୍ରକାଶକରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏବେ ନବରଙ୍ଗପୁରର ଭିତ୍ତିଭୂମି ବିକାଶ ପାଇଁ ବହୁତ କାମ ଚାଲିଛି। ରାସ୍ତାଘାଟ, ସେତୁ, ଜଳସେଚନ, ମେଗା ପାଇପ୍ ପାନୀୟ ଜଳ ଯୋଗାଣ ପ୍ରକଳ୍ପ , ମକା ମିଶନ୍ ଆଦି ଅନେକ କାମ ଚାଲିଛି। ଆଗାମୀ ୩ ବର୍ଷ ମଧ୍ୟରେ ଜିଲ୍ଲାରେ ବ୍ୟାପକ ରୂପାନ୍ତର ଆସିବ ବୋଲି ସେ କହିଥିଲେ।

ଏହି ଅବସରରେ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଥିଲେ ଯେ ଆଜି ମାର୍ଗଶୀର ମାସ ପ୍ରଥମ ଗୁରୁବାରରେ ଆମେ ସମସ୍ତେ ଯେତେବେଳେ ମା’ ଲକ୍ଷ୍ମୀଙ୍କୁ ପୂଜା କରି ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରୁଛୁ, ସେତେବେଳେ ମୁଖ୍ୟମନ୍ତ୍ରୀ ଆଜି ଆମ ସମସ୍ତଙ୍କ ପାଇଁ ଘରେଘରେ ଲକ୍ଷ୍ମୀ ଆଣିଛନ୍ତି। ପରିବହନ ସେବା ଆଜି ଡୋରଷ୍ଟେପ୍‌ରେ ପହଞ୍ଚିଛି।

ଓଡିଶାରେ ବିଭିନ୍ନ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିଛି। ବିଶେଷ କରି ମା’ମାନଙ୍କ ଅବସ୍ଥାରେ ରୂପାନ୍ତର ଆସିଛି। ୩୦ ବର୍ଷ ତଳକୁ ଦେଖିଲେ ଆଜି ମା’ମାନଙ୍କ ସ୍ଥିତିରେ ଯେଉଁ ପରିବର୍ତ୍ତନ ଆସିଛି, ତାହା କେହି ଚିନ୍ତା କରିନଥିଲେ। ମା’ମାନଙ୍କର ଏହି ରୂପାନ୍ତର ଶ୍ରେୟ କେବଳ ମୁଖ୍ୟମନ୍ତ୍ରୀଙ୍କର ବୋଲି ସେ କହିଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁର ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ଝରିଗାଁ ବିଧାୟକ ଶ୍ରୀ ପ୍ରକାଶ ଚନ୍ଦ୍ର ମାଝୀ, ନବରଙ୍ଗପୁର ବିଧାୟକ ଶ୍ରୀ ସଦାଶିବ ପ୍ରଧାନୀ, ଡାବୁଗାଁ ବିଧାୟକ ଶ୍ରୀ ମନୋହର ରନ୍ଧାରୀ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶ୍ରୀ ଉପେନ୍ଦ୍ର ଗଣ୍ଡ ଓ ଜିଲ୍ଲା ପରିଷଦ ସଭାପତି ଶ୍ରୀ ମୋତିରାମ ନାୟକ ପ୍ରମୁଖ ନିଜର ବ୍ୟକ୍ତବ୍ୟ ରଖି ଲକ୍ଷ୍ମୀ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜଣାଇଥିଲେ।

ମହିଳା, ଛାତ୍ରଛାତ୍ରୀ, ଭିନ୍ନକ୍ଷମମାନଙ୍କୁ ମାତ୍ର ୫ ଟଙ୍କାରେ ଗମନାଗମନ ସୁବିଧା କରାଯାଇଛି, ଏହା ନିଶ୍ଚିତ ଭାବରେ ସମସ୍ତଙ୍କ ପାଇଁ ବହୁତ ସୁବିଧା ଆଣିବ। 5T ଅଧ୍ୟକ୍ଷ ଯେଭଳି ଦିନରାତି ପରିଶ୍ରମ କରି ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନକୁ ସାକାର କରୁଛନ୍ତି, ତାହାର ତୁଳନା ନାହିଁ ବୋଲି ସେମାନେ କହିଥିଲେ

Categories
ବିଶେଷ ଖବର ରାଜ୍ୟ ଖବର

କଳାହାଣ୍ଡି ପାଇଁ ୧୨୦୦ କୋଟି ଟଙ୍କା ଢାଳି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗତକାଲି କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ।

କଳାହାଣ୍ଡି ବିଶ୍ବବିଦ୍ୟାଳୟ ପଡିଆରେ ଏହି ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବ ଏବଂ ବିକାଶର ଗାଡିକୁ ଆହୁରି ଜୋରରେ ଆଗକୁ ନେବ। ସାରା ରାଜ୍ୟରେ ଏହି ଯୋଜନାରେ ୧୦୦୦ଟି ବସ୍‌ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ମା ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟ ଭାବେ ନାମିତ କରିଥିଲେ।

ସୂଚନାଯୋଗ୍ୟ ଯେ ଲକ୍ଷ୍ମୀ ଯୋଜନାରୁ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା। ଯୋଜନାର ଶୁଭାରମ୍ଭ ପରେ ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାଇଥିଲେ ଏବଂ ସେଠାରେ ଏକ ବିକ୍ୟୁଏସ୍‌ ଫ୍ୟାସିଲିଟିର ଉଦ୍‌ଘାଟନ କରିଥିଲେ ।

ଆଜି ଦିନଟି କଳାହାଣ୍ଡିର ବିକାଶ ଯାତ୍ରାରେ ଏକ ବଡ଼ ମାଇଲ ଖୁଣ୍ଟ ଓ ବହୁତ ଆନନ୍ଦର ଦିନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆଜି ଏଠାରେ ୩୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ହେଲା। ଆଉ ୯୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖାଗଲା। ମୋଟ ୧୨୦୦ କୋଟି ଟଙ୍କା ଏହା ଜିଲ୍ଲାର ବିକାଶ ଗତିକୁ ଆହୁରି ଜୋରଦାର କରିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ଗାଁରେ ବସର ଅସୁବିଧା ବିଷୟ ରେ ଜାଣିବା ପରେ ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ବାରା ଆପଣଙ୍କର ପ୍ରତି ଦିନର ଚିନ୍ତା ଦୂର ହେବ। ରାଜ୍ୟରେ ଚାଲିବ ଏକ ହଜାରରୁ ଅଧିକ ବସ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଏଥିରେ ଆପଣଙ୍କ ଘର ପାଖକୁ ବସ ଆସିବ। ସମସ୍ତଙ୍କୁ ଯୋଡ଼ିବ। ପିଲାଙ୍କୁ ସ୍କୁଲ ସହିତ, ଚାଷୀକୁ ମାର୍କେଟ ସହିତ ଆଉ ମା ମାନଙ୍କ ଗତିଶୀଳତା ବୃଦ୍ଧି ପାଇବ।

କଳାହାଣ୍ଡିର ବିକାଶ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ଏକ ମଡେଲ। ଶିକ୍ଷା ,ସ୍ୱାସ୍ଥ୍ୟ ଯୋଗାଯୋଗ, ଭିତ୍ତିଭୂମି ଶିଳ୍ପ କୃଷି ସବୁ କ୍ଷେତ୍ରରେ ଉନ୍ନତି କଳାହାଣ୍ଡି ବାସୀଙ୍କ ସପନକୁ ସାକାର କରିଛି। କଳାହାଣ୍ଡି ଆଜି ନିଜ ଇତିହାସକୁ ପରିବର୍ତ୍ତନ କରିଛି। ସଫଳତାର ନୂଆ କାହାଣୀ ଯୋଡ଼ିଛି। ବିକାଶର ଯାତ୍ରାରେ ଆଗକୁ ବଢ଼ିଛି। ସାରା ଦେଶକୁ ଆଜି କଳାହାଣ୍ଡି ଚାଉଳ ଦଉଛି ବୋଲି ସେ କହିଥିଲେ।

ଇନ୍ଦ୍ରାବତୀ ପ୍ରୋଜେକ୍ଟ କଳାହାଣ୍ଡି ବିକାଶର ଇଞ୍ଜିନ ବୋଲି ମତଦେଇ ସେ କହିଥିଲେ ଯେ ଏହି ପ୍ରୋଜେକ୍ଟ କଳାହାଣ୍ଡିର ଚେହେରାକୁ ଉଜ୍ଜଳ କରିଛି। ଖୁବ୍ ଶୀଘ୍ର ଏଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ ହେବ। ସବୁ ପଞ୍ଚାୟତକୁ ମିଳିବ ପଚାଶ ଲକ୍ଷ ଟଙ୍କା। ଆମ ସଂସ୍କୃତି ଓ ଆଧୁନିକ ଭିତ୍ତିଭୂମି ପାଇଁ ଏହି ଟଙ୍କା ଖର୍ଚ୍ଚ ହେବ ବୋଲି ସେ କହିଥିଲେ।

ସମସ୍ତଙ୍କ ସହଯୋଗରେ ଆଗାମୀ ଦିନରେ କଳାହାଣ୍ଡିର ବିକାଶ ଯାତ୍ରା ଆହୁରି ଆଗକୁ ଯିବ ବୋଲି ସେ ମତ ଦେଇଥିଲେ।

ଆଜି କଳାହାଣ୍ଡିରେ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ମଧ୍ୟ ଉଦ୍‌ଘାଟିତ ହେଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସହିଦ ରେଣ୍ଡୋ ମାଝୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଜଳସଂପଦ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ଯୋଗ ଦେଇ କହିଲେ ଯେ ଲକ୍ଷ୍ମୀ ଯୋଜନା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଇତିହାସ ରଚନା କରିଛନ୍ତି । ଯେଉଁ ପଞ୍ଚାୟତ ଗୁଡିକରେ ଲୋକମାନେ ସ୍ବପ୍ନରେ ସୁଦ୍ଧା ପରିବହନ ସୁବିଧା ପାଇବେ ବୋଲି ଭାବି ନ ଥିଲେ, ଆଜି ସେମାନଙ୍କ ପାଇଁ ସୁନ୍ଦର ଆଧୁନିକ ବସ୍‌ ପରିବହନ ବ୍ୟବସ୍ଥା ଉପଲବ୍‌ଧ ହୋଇଛି।

ଏହି କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ଲୋକସଭା ସାଂସଦ ଶ୍ରୀ ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ ଶ୍ରୀ ସୁଜିତ କୁମାର, ବିଧାୟକଗଣ ଶ୍ରୀ ଭୂପିନ୍ଦର ସିଂ, ଶ୍ରୀ ଦିବ୍ୟଶଂକର ମିଶ୍ର, ଶ୍ରୀ ମୌଷଧି ବାଗ, ଶ୍ରୀ ପ୍ରଦୀପ କୁମାର ଦିଶାରୀ ପ୍ରମୁଖ ଯୋଗ ଦେଇ ଓଡିଶାର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ।

ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏବଂ ଭର୍ଚ୍ୟୁଆଲ ପ୍ଲାଟଫର୍ମରେ ଉପସ୍ଥିତ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଏସ. ପି. ସିଂହ ବାଘେଲ ସହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଣେ ଛାତ୍ର ପ୍ରତୀଶ କୁମାର କୁମ୍ଭାରଙ୍କ ସହିତ ବାର୍ତ୍ତାଳାପ କରିଥିଲେ।

ପାଠ ପଢିବାର ସୁବିଧା ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରିବା ପରେ ସେ କହିଥିଲେ ଯେ ଏଠାରେ ପାଠ ପଢିବା ପାଇଁ ସବୁପ୍ରକାର ସୁବିଧା ସୁଯୋଗ ମିଳୁଛି ଏବଂ ଆମେ ଖୁସିରେ ପାଠ ପଢୁଛୁ। କେନ୍ଦ୍ରମନ୍ତ୍ରୀ ଶ୍ରୀ ବାଘେଲ୍ ଦୁଇ ଜଣ ଛାତ୍ରୀ ଅନୁପ୍ରିୟା କୁମାରୀ ଓ ଅନୁଷ୍କା ସିଂଙ୍କ ସହିତ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ ଯେ ୩୨୫ କୋଟି ଟଙ୍କା ବିନିଯୋଗରେ ନିର୍ମିତ କଳାହାଣ୍ଡିର ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜରେ ଚଳିତ ବର୍ଷ ଠାରୁ ପାଠପଢା ଆରମ୍ଭ ହୋଇଛି। ୪୩.୧୮ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି କଲେଜରେ ୧୦୦ ଜଣ ଛାତ୍ର ପାଠ ପଢା ଆରମ୍ଭ କରିଛନ୍ତି। ଏଥିରେ ରାଜ୍ୟ ସରକାରୀ ସ୍କୁଲରୁ ୧୩ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ଏହାଦ୍ବାରା ସ୍ବାସ୍ଥ୍ୟ ଶିକ୍ଷାରେ ଉନ୍ନତି ଆସିବା ସହିତ ସ୍ଥାନୀୟ ଅଞ୍ଚଳରେ ଉନ୍ନତ ମାନର ସ୍ବାସ୍ଥ୍ୟ ସେବା ମିଳିପାରିବ।

ମେଡିକାଲ କଲେଜ ସହିତ ରାଜ୍ୟ ସରକାର ନିଜ ଖର୍ଚ୍ଚରେ ୨୦୬ କୋଟି ଟଙ୍କା ବିନିଯୋଗରେ ଏକ ୬୫୦ ଶଯ୍ୟାବିଶିଷ୍ଟ ଟିଚିଂ ହସ୍‌ପିଟାଲ ମଧ୍ୟ ନିର୍ମାଣ କରୁଛନ୍ତି। ଏହା ବର୍ତ୍ତମାନ ନିର୍ମଣାଧୀନ।

Categories
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ, ମେଡ଼ିକାଲ କଲେଜ, ଲକ୍ଷ୍ମୀ ବସ ସମେତ ବିଭିନ୍ନ ଯୋଜନା ଲୋକାର୍ପଣ

କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): କଳାହାଣ୍ଡି ପ୍ରତିଷ୍ଠା ଦିବସ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦିନିକିଆ ଗସ୍ତରେ ଆସି ବହୁ ପ୍ରତିକ୍ଷିତ ମେଡ଼ିକାଲ କଲେଜର ଲୋକର୍ପଣ ସାଙ୍ଗକୁ ଭବାନୀପାଟଣା ବସଷ୍ଟାଣ୍ଡ ବିଭିନ୍ନ ପ୍ରକଳ୍ପ ଗୁଡିକର ଲୋକର୍ପଣ କରିଛନ୍ତି। ଭବାନୀପାଟଣା ଉପକଣ୍ଠ ଭଙ୍ଗାବାରୀ ଠାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅନୁଦାନରେ ଶହେ ସିଟ ବିଶିଷ୍ଟ ଶହୀଦ ରେଣ୍ଡୋମାଝି ମେଡ଼ିକାଲ କଲେଜ ଓ ହସ୍ପିଟାଲର ଲୋକର୍ପଣ କରାଯାଇଛି।

ଏହି ଅବସରରେ ୨୦୨୩-୨୪ ଶିକ୍ଷା ବର୍ଷରେ ଅଧ୍ୟଯନରତ ଦୁଇ ଜଣ ଛାତ୍ରୀଙ୍କ ସହିତ କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ଭିଡିଓ କନଫରେନସିଂ ମାଧ୍ୟମରେ କଥା ବାର୍ତ୍ତା ହେବ ସହ ଜଣେ ଛାତ୍ର ଙ୍କ ସହ ମୁଖ୍ୟ ମନ୍ତ୍ରୀ କଥା ବାର୍ତ୍ତା ହୋଇଥିଲେ। ଚଳିତ ଶିକ୍ଷା ବର୍ଷରେ ଓଡ଼ିଶାର ୪୧ ଜଣଙ୍କ ସମେତ ବିଭିନ୍ନ ରାଜ୍ୟରୁ ମୋଟ ୧୦୦ ଜଣ ଛାତ୍ର ଛାତ୍ରୀ ଡାକ୍ତରୀ ଶିକ୍ଷା ଗ୍ରହଣ କରୁଥିବା ବିଷଯ ସ୍ବାସ୍ଥ୍ୟ ସଚିବ ପ୍ରକାଶ କରିଥିଲେ।

ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସମେତ ସ୍ବାସ୍ଥ୍ୟ ମନ୍ତ୍ରୀ, କଳାହାଣ୍ଡି ସାଂସଦ, ନବୀନ ଓଡ଼ିଶା ୫ ତି ଅଧ୍ୟକ୍ଷ ପ୍ରମୁଖ ମଞ୍ଚାସୀନ ଥିଲେ। ଦୀର୍ଘ ଦିନର ବହୁ ପ୍ରତିକ୍ଷିତ ଏହି ମେଡ଼ିକାଲ କଲେଜ ଲୋକର୍ପଣ ହେବା ପରେ ଜିଲ୍ଲା ବାସୀ ଦୁଆର ମୁହଁ ରେ ସ୍ବାସ୍ଥ୍ୟ ସେବା ପାଇବା ସମ୍ଭବ ହୋଇ ପାରିବ ବୋଲି ଆଶା ପ୍ରକାଶ ପାଇଛି। ଏହା ପରେ ବିଶ୍ବବିଦ୍ୟାଳୟ ପଡିଆ ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଘରେ ଘରେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିଥିଲେ।

ଏହି ଅବସରରେ ଆୟୋଜିତ ଉତ୍ସବ ରେ ରାଜ୍ୟସଭା ସାଂସଦ ସୁଜିତ କୁମାର ସ୍ଵାଗତ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ଙ୍କ ସହିତ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ, କଳାହାଣ୍ଡି ସାଂସଦ, କଳାହାଣ୍ଡିର ସମସ୍ତ ବିଧାୟକ, ଜିଲ୍ଲାପାଲ ପ୍ରମୁଖ ଉପସ୍ଥିତ ଥିଲେ। ମାନ୍ୟବର ମୁଖ୍ୟ ମନ୍ତ୍ରୀ ପତାକା ଦେଖାଇ ପ୍ରତ୍ୟେକ ପଞ୍ଚାଯତ କୁ ସଂଯୋଗ କରିବା ଉଦ୍ଦେଶ୍ୟରେ ଚାଳିବାକୁ ଥିବା ଲକ୍ଷ୍ମୀ ବସ ର ଶୁଭାରମ୍ଭ କରିଥିଲେ। କଳାହାଣ୍ଡି ଜିଲ୍ଲା ଗଠନ ଅବସରରେ କଳାହାଣ୍ଡି ବିଶ୍ବ ବିଦ୍ୟାଳୟ କୁ ମାନ୍ୟବର ମୁଖ୍ୟ ମନ୍ତ୍ରୀ କଳାହାଣ୍ଡି ର ଅଧିଷ୍ଠାତ୍ରୀ ଦେବୀ ମା ମାଣିକେଶ୍ଵରୀ ଙ୍କ ନାମରେ ନାମିତ କରିବାକୁ ଘୋଷଣା କରିଥିଲେ ଅ ଏହି ଅବସରରେ ଭବାନୀପାଟଣା ରେ ନବ ନିର୍ମିତ ବସ ଟର୍ମିନାଲ ର ଲୋକର୍ପଣ କରିବା ସହିତ ପ୍ରାୟ ୧୨୦୦ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।