Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା, ମୌସୁମୀ ବାୟୁ ପ୍ରବାହକୁ ପ୍ରଭାବିତ କରିପାରେ: ସିଇସି

ଭୁବନେଶ୍ୱର: ଆରବ ସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଜୁନ୍ ୬ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଏହା ଦକ୍ଷିଣ ଓ ପୂର୍ବ ଭାରତକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହକୁ ପ୍ରଭାବିତ କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର୍ ଏନ୍‌ଭାଇରନ୍‌ମେଂଟ ଆଣ୍ଡ କ୍ଲାଇମେଟ (ସିଇସି) ପକ୍ଷରୁ ମଙ୍ଗଳବାର କୁହାଯାଇଛି।

ଏହି ଲଘୁଚାପ କ୍ଷେତ୍ରର ତୀବ୍ରତା ଓ ଗତିପଥକୁ ନେଇ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ଅଗ୍ରଗତି ନିର୍ଭର କରିପାରେ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି।
ଡକ୍ଟର ସାହୁ କହିଛନ୍ତି ଯେ ଜୁନ୍ ୨ ତାରିଖ ରୁ ୯ତାରିଖ ମଧ୍ୟରେ ଦିନର ତାପମାତ୍ରାରେ ବୃଦ୍ଧି ହେବ ଓ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ବର୍ତ୍ତମାନ ଅନୁଭୂତ ହେଉଥିବା ପାଗ ଅନୁଯାୟୀ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଆଭ୍ୟନ୍ତରୀଣ ଅଂଚଳରେ ଦିନର ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ସିୟସ୍ ରୁ କମ୍ ଏବଂ ଉପକୂଳ ଅଂଚଳରେ ୪୦ ଡିଗ୍ରୀ ସେଲସିୟସରୁ କମ୍ ରହିବ। ଉତର ଆରବ ସାଗରରେ ଆଂଟିସାଇକ୍ଲୋନ୍ ଓ ବଙ୍ଗୋପ ସାଗରରୁ ପ୍ରବାହିତ ପବନ ହେତୁ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ରହିବ ବୋଲି ସେ କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ସ୍ଥଳଭାଗ ଆଡକୁ ମୁହାଁବାରେ ଲାଗିଛି ଲଘୁଚାପ କ୍ଷେତ୍ର, ବିଭିନ୍ନ ଜିଲ୍ଲାରେ ବର୍ଷା

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସ୍ଥଳଭାଗ ଆଡକୁ ମୁହାଁଇବାରେ ଲାଗିଛି। ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର-ଓଡ଼ିଶା ପାର୍ଶ୍ୱବର୍ତ୍ତି ପଶ୍ଚିମ ଉପକୂଳ ମୁହାଁ ହେବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆଜି ପଶ୍ଚିମ ଓଡିଶା ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ରହିବା ସହ ୨୨.୭ ମିମି ବର୍ଷା ରେକର୍ଡ, ଯାହା ସ୍ୱାଭାବିକ ବର୍ଷା ୬.୯ ମିମି ତୁଳନାରେ ୨୨୮% ଅଧିକ ବର୍ଷା ରେକର୍ଡ କରାଯାଇଛି। ସେହିପରି କନ୍ଧମାଳ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୫୮.୭ ମିମି ବର୍ଷା ରେକର୍ଡ ସହ ସ୍ୱାଭାବିକ ବର୍ଷା ୬.୮ ମିମି ତୁଳନାରେ ୭୬୩% ଅଧିକ ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଘୂର୍ଣ୍ଣିବଳୟ, ୧୮ ତାରିଖ ବେଳକୁ ପୁଣି ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତା ୧୮ ସେପ୍ଟେମ୍ବର ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଆଗୁଆ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ଏହା ଦ୍ବାରା ଆସନ୍ତା ୧୮ ସେପ୍ଟେମ୍ବର ବେଳକୁ ରାଜ୍ୟରେ ପୁଣି ବର୍ଷା ବଢିବ ବୋଲି କୁହାଯାଇଛି।

ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଏକ ସୁଦୃଶଃ-ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଦ୍ବାରା ମଧ୍ୟ କେତେକ ସ୍ଥାନରେ ଅଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ସକ୍ରିୟ ହେଲା ଲଘୁଚାପ କ୍ଷେତ୍ର, ୧୧ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଆଗାମୀ ୩୬ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୁଳ ସମୁଦ୍ର ଏକ ସୁଦୃଶ ଲଘୁଚାପ କ୍ଷେତ୍ର ରେ ପରିଣତ ହେବାର ସମ୍ଭାବନା ରହିଛି।

ସେଥିପାଇଁ ୧୦ ତାରିଖରେ ୧୧ ଜିଲ୍ଲ ଏବଂ ୧୧ ତାରିଖରେ ୧୦ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି କଲା ପାଣିପାଗ ବିଭାଗ। ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର, ଆହୁରି ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରର ରୂପ ନେବା ସମ୍ଭାବନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଲାଗିରହିବ ବର୍ଷା

ଭୁବନେଶ୍ପବର: ପଶ୍ଚିମ-କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହ ଏହି ଲଘୁଚାପକୁ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ଆଗାମୀ ୫ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା: ୪ ତାରିଖରୁ ଏହି ସବୁ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ବର୍ଷା ପରିମାଣ ବଢିବ। ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ଶୁଖିଲା ପାଗ ରହିଛି। କିନ୍ତୁ ଆସନ୍ତା ୫ ତାରିଖ ପରେ ରାଜ୍ୟରେ ବର୍ଷା ପରିମାଣ ବଢିବ। ସନ୍ତା ୫ ତାରିଖ ପରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୫ ତାରିଖ ପରେ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ତେବେ ପାଣିପାଗ ବିଭାଗ ପକ୍ଷରୁ ୩ ତାରିଖ ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୪ ତାରିଖରେ ୧୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ତାରିଖ ପାଇଁ ଯେଉଁ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି, ସେହି ଜିଲ୍ଲାଗୁଡିକ ହେଲା- ଅନୁଗଳ, ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ,  କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲା।

ସେହିଭଳି ୪ ତାରିଖ ପାଇଁ ଯେଉଁ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି, ସେହି ଜିଲ୍ଲାଗୁଡିକ ହେଲା- ଅନୁଗୁଳ, ବଲାଙ୍ଗିର, ବୌଦ୍ଧ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ରାୟଗଡ଼ା ଓ ସୋନପୁର ଜିଲ୍ଲା।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା, ପାଞ୍ଚୋଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର: ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ଆସିଛି ଏକ ବଡ ଖବର। ତାହା ହେଲା ବର୍ତ୍ତମାନ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଏହା ଆସନ୍ତା ସାତ ତାରିଖରେ ଉତ୍ତରପଶ୍ଚିମ ଦିଗ ବଙ୍ଗୋପସାଗରରେ ସୃଷ୍ଟି ହେବ ବୋଲି ଜଣାପଡିଛି।

ଏପରି ମୌସମୀ ବାୟୁର ଗତି ଏବଂ ଲଘୁଚାପ କ୍ଷେତ୍ର ସମ୍ଭାବନକୁ ଦେଖି ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ଆସନ୍ତା ଛଅ ତାରିଖରୁ ଦଶ ତାରିଖ ମଧ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ସେଥିପାଇଁ ସାତ ତାରିଖରେ ପାଞ୍ଚୋଟି ଜିଲ୍ଲାକୁ ସତର୍କ ରହିବା ପାଇଁ କୁହାଯାଇଛି। ସେହି ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଂଗପୁର, ରାୟଗଡା ଏବଂ ଗଜପତି।

Categories
ଆଜିର ଖବର ରାଜ୍ୟ ଖବର

ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର, ଆସନ୍ତାକାଲି ସାତୋଟି ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଓଡିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ପୂର୍ବରୁ ଏହି ସ୍ପଷ୍ଟ ଲଘୁଚାପ ଭାବେ ସୃଷ୍ଟି ହେଉଥିଲା। ତେବେ ତାହା ଦୁର୍ବଳ ହୋଇ ଏବେ କେବଳ ଲଘୁଚାପ କ୍ଷେତ୍ରରେ ରହିଛି। ବିଶେଷ ଭାବେ ଉତ୍ତର ଓଡିଶା ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏହା ଅଧିକ ସକ୍ରିୟ ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଭାଗ କହିଛି।

ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମେଘୁଆ ପାଗ ସହ ବର୍ଷା ଲାଗି ରହିଛି। ସେଥିପାଇଁ ସାତୋଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସେଗୁଡିକ ହେଲା ସୁନ୍ଦରଗଡ, ଦେଓଗଡ, କେଉଁଝର, ମୟୁରଭଂଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର।

ସେହିପରି ରବିବାର ଦିନ ଆଠଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାର ସେହି ଜିଲ୍ଲାରେ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସେଗୁଡିକ ହେଲା ବରଗଡ, ସମ୍ବଲପୁର, ବଲାଙ୍ଗିର, ସୋନପୁର, ବୈଦ୍ଧ, ଅନୁଗୁଳ, ଢେଙ୍କାନାଳ ଏବଂ ଯାଜପୁର।

Categories
ଆଜିର ଖବର ରାଜ୍ୟ ଖବର

ବାତ୍ୟା ଆଶଙ୍କା ନାହିଁ, ରାଜ୍ୟରେ ୩ ଦିନ ଲାଗି ରହିବ ବର୍ଷା: ଆଇଏମଡି ମହାନିର୍ଦ୍ଦେଶକ

ଭୁବନେଶ୍ବର: ବଙ୍ଗୋପାସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଲଘୁଚାପ କ୍ଷେତ୍ର ହୋଇ ଉପକୂଳ ଅତିକ୍ରମ କରିବ। କିନ୍ତୁ ଏହା ଯୋଗୁଁ ବାତ୍ୟା ସମ୍ଭାବନା ନାହିଁ। ଏହି ସମୟରେ କେବଳ ବର୍ଷା ହେବ ଏବଂ ଉପକୂଳରେ ୪୦ ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ପବନ ବହିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୭ ତାରିଖ ଯାଏଁ ବର୍ଷା ଲାଗିରହିବ।

ଆଜିଠାରୁ ୧୭ ତାରିଖ ଯାଏଁ ଉପକୂଳ ଓଡିଶାରେ ବର୍ଷା ହେବା ଅନୁମାନ କରାଯାଇଛି। ତାପରେ ଏହା ଆଭ୍ଯନ୍ତରୀଣ ଓଡ଼ିଶାକୁ ଗତି କରି ବର୍ଷା ହେବା ସମ୍ଭାବନା ରହିଛି। ତେବେ ଏହି ସମୟରେ ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଏନେଇ ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଦେଇଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ଲଘୁଚାପ ଯୋଗୁଁ ରାଜ୍ୟରେ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗର ଏବଂ ତାହାର ଆଖପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟାରେ ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଉତ୍ତର-ବଙ୍ଗୋପସାଗର ତଥା ସଂଲଗ୍ନ ବଙ୍ଗଳାଦେଶ ଅଞ୍ଚଳରେ ଏକ ସଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସହ ଆଗଣି ୩ ରୁ ୪ ଦିନ ମଧ୍ୟରେ ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଏହି ଲଘୁଚାପ ପ୍ରଭାବରେ ଆଗାମୀ ୩୦ ଜୁଲାଇ ଯାଏଁ ଓଡିଶାର ଅନେକ ଜିଲ୍ଲାରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସହିତ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମ୍ଭାବିତ ବର୍ଷା ପ୍ରଭାବରେ ଖାଲୁଆ ଜମିଗୁଡିକରେ ସାମୟିକ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାସହିତ ଏହି ଅଞ୍ଚଳରେ ବର୍ଷା ଜଳ ଜମିବା ସହିତ ଯାତାୟାତରେ ବାଧା ସୃଷ୍ଟି ହୋଇପାରେ।

ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଏବଂ କଟକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ୧୨ ଟି ଜିଲ୍ଲାକୁ ଆସନ୍ତାକାଲି ସକାଳ ୮ ଟା ୩୦ ଯାଏଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିଭଳି ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର,କଟକ, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା ଏବଂ ସମ୍ବଲପୁର ଜିଲ୍ଲାକୁ ମଧ୍ୟ ସତର୍କ କରାଯାଇଛି। ଏହି ଜିଲ୍ଲାଗୁଡିକରେ ଆସନ୍ତା ସକଳ ୮ ଟା ୩୦ ରୁ ୨୯ ଜୁଲାଇ ସକାଳ ୮ ଟା ୩୦ ଯାଏଁ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ୨୫ ରେ ଅତି ଭୀଷଣ ବାତ୍ୟାରେ ରୂପ ନେବ

ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୪ ତାରିଖ ସକାଳେ ଏହା ବାତ୍ୟାର ରୂପ ନେବ। ୨୫ ତାରିଖରେ ଏହା ଅତି ଭୀଷଣ ବାତ୍ୟାର ରୂପାନ୍ତରିତ ହେବ। ୨୬ ତାରିଖ ସନ୍ଧ୍ୟାରେ ଏହି ବାତ୍ୟା ଉପକୂଳ ଅତିକ୍ରମ କରିବ। ଉପକୂଳ ଛୁଇଁଲା ବେଳକୁ ପବନର ବେଗ ୧୨୦ ରୁ ୧୬୫ କିମି ରହିବ ବୋଲି ଅନୁମାନ କରାଯାଉଛି। ସ୍ଥଳ ବିଶେଷରେ ପବନର ବେଗ ୧୮୫ କିମି ରହିବ ବୋଲି ଅନୁମାନ କରାଯାଉଛି। ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶକୁ ଏହା ପ୍ରଭାବିତ କରିବ। ଏନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଘୂର୍ଣ୍ଣବଳୟରୁ ହେଲା ଲଘୁଚାପକ୍ଷେତ୍ର, ହୋଇପାରେ ଲଘୁଚାପ, ସମୁଦ୍ର ଅଶାନ୍ତ ସହ ପ୍ରବଳ ବର୍ଷା

ଭୁବନେଶ୍ବର, ବଙ୍ଗୋବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଲଘୁଚାପ କ୍ଷେତ୍ରକୁ ପରିବର୍ତ୍ତନ ହୋଇଛି। ଅର୍ଥାତ ଆଉ କେତେ ଘଣ୍ଟା ପରେ ଏହା ଲଘୁଚାପରେ ପରିଣତ ହେବ। ତେବେ ତା ପୂର୍ବରୁ ସମୁଦ୍ର ଅଶାନ୍ତ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ସେଥିପାଇଁ ମତ୍ସ୍ୟଜୀବୀମାନେ ପାଞ୍ଚ ଦିନ ପର୍ଯ୍ୟନ୍ତ ସମୁଦ୍ର ନ ଯିବା ପାଇଁ କୁହାଯାଇଛି। ଏଥିପାଇଁ ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ଜାରୀ କରାଯାଇଛି। ଏହାର ପ୍ରଭାବରେ ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି।
ଫଟୋ-ଭୁବନେଶ୍ବର ପାଣିପାଗ ବିଭାଗ ଟୁଇଟର

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଦାନା ବାନ୍ଧିଲାଣି ଲଘୁଚାପ, ଆଜିଠାରୁ ବର୍ଷା ଆରମ୍ଭ, 25 ତାରିଖରୁ ଦୁଇଦିନ ଧରି ହେବ ପ୍ରବଳ ବର୍ଷା

ଭୁବନେଶ୍ବର, ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଧିରେ ଧିରେ ଦାନା ବାନ୍ଧିବାରେ ଲାଗିଛି। ଏହାର ପ୍ରଭାବରେ 22 ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବା ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ତେବେ ଏହା 24 ତାରିଖ ବେଳକୁ ଭୀଷଣ ରୂପରେ ପରିବର୍ତ୍ତନ ହେବାର ସମ୍ଭାବନା ରହଛି। ଯାହା ଫଳରେ 25 ଏବଂ 26 ତାରିଖରେ ପ୍ରବଳ ବର୍ଷା ହେବ ବୋଲି ଜଣାପଡିଛି। ବିଶେଷ କରି ଉପକୂଳ ଓଡିଶା ଏବଂ ଉତ୍ତର ଓଡିଶାର ଏହି ବର୍ଷାର ପ୍ରଭାବ ବେଶୀ ପରିଲକ୍ଷିତ ହେବ।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତାକାଲି ପ୍ରବଳ ବର୍ଷିବ, ବଙ୍ଗୋପ ସାଗରରେ ଗୋଟିଏ ଘୂର୍ଣ୍ଣି ବଳୟ ସହ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ବର, ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣ ବଳୟ ସୃଷ୍ଟି ହୋଇଛି, ଯାହା ଫଳେରେ ଆଜିଠାରୁ ଓଡିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତାକାଲି ଏହି ବର୍ଷାର ପ୍ରକୋପ ବଢିପାରେ ବୋଲି ପୂର୍ବାନୁମାନ କରାଯାଇଛି। କାରଣ ପଶ୍ଚିମ କେନ୍ଦୀୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣି ପ୍ରଦାନ କରାଯାଇଛି। ଏଥିସହିତ ଏସଆରସି ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।