Categories
ଆଜିର ଖବର ରାଜ୍ୟ ଖବର

ସମ୍ଭାବ୍ୟ ଲଘୁଚାପ ବର୍ଷା: ୮ ଜିଲ୍ଲାରେ ପଡିବ ପ୍ରଭାବ, ଚାଷୀଙ୍କୁ ସତର୍କ କଲା ଓୟୁଏଟି

ଭୁବନେଶ୍ବର: ସମ୍ଭାବ୍ୟ ଲଘୁଚାପ ବର୍ଷା ପାଇଁ ଚାଷୀଙ୍କୁ ସତର୍କ ସୂଚନା ଦିଆଯାଇଛି। ଏହି ଲଘୁଚାପ ଯୋଗୁଁ ୮ ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ତେଣୁ ଧାନ ଫସଲ କାଟି ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ଚାଷୀଙ୍କୁ ସତର୍କ କରାଯାଇଛି। ଧାନ ଫସଲ ୮୫ % ପାଚିଯାଇଥିଲେ ମଧ୍ୟ କାଟି ଆଣିବାକୁ ଓୟୁଏଟି ପରାମର୍ଶ ଦେଇଛି। ଧାନ କାଟିବା ପରେ ଅମଳ କରିବା ପୂର୍ବରୁ ଓ ଶସ୍ୟକୁ ସୁରକ୍ଷିତ ସ୍ଥାନରେ ରଖିବାକୁ କୁହାଯାଇଛି। ଏହାସହିତ ଧାନ ଜମିରୁ ପାଣି କାଟିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି।

ତେବେ ଏହି ଲଘୁଚାପ ନେଇ ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ସ୍ଵତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ନିଜ ନିଜ ଜିଲ୍ଲାରେ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସଆରସି ପରାମର୍ଶ ଦେଇଛନ୍ତି। ଆସନ୍ତାକାଲି ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାପରେ ଏହି ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତିକରି ଅବପାତର ପରିଣତ ହୋଇପାରେ। ଏହାର ପ୍ରଭାବରେ ଦକ୍ଷିଣ ଉପକୂଳ ଓ ଉତ୍ତର ଉପକୂଳର ୮ ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଜପତି, ଗଞ୍ଜାମ, ପୁରୀ, ରାୟଗଡା, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକରେ ଆସନ୍ତା ୩ ତାରିଖ ଏବଂ ୪ ତାରିଖରେ ପ୍ରବଳ ବର୍ଷା ହେବା ନେଇ ସତର୍କ କରାଯାଇଛି। ତେଣୁ ଆସନ୍ତା ୨ ତାରିଖ ଠାରୁ ସମୁଦ୍ର ମଧ୍ୟକୁ ନଯିବା ଲାଗି ମତ୍ସ୍ୟଜୀବୀ ମାନଙ୍କୁ ପରାମର୍ଶ ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଦୀର୍ଘ ବର୍ଷ ପରେ ଜଗତସିଂହପୁର ଜିଲ୍ଲାରେ ଏପରି ଉତ୍ପାତିଆ ବର୍ଷା: ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ଷୟକ୍ଷତିର ସମୀକ୍ଷା

ରମେଶ ମହାନ୍ତି

ଜଗତସିଂହପୁର: ଦୀର୍ଘ ବର୍ଷ ପରେ ଜଗତସିଂହପୁର ଜିଲ୍ଲାରେ ଏପରି ଉତ୍ପାତିଆ ଲଘୁଚାପ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ଏହି ଲଗାଣ ବର୍ଷାର ପ୍ରକୋପରେ ଚାଷଜମି ଗୁଡିକ ପାଣିରେ ବୁଡ଼ି ରହିଥିବାରୁ ଚାଷୀ ମାନଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଏମିତିକି ଅନେକ ସ୍ଥାନରେ ସାଧାରଣ ଲୋକଙ୍କ ଘରେ ବର୍ଷା ପାଣି ପଶିଯାଇ ଥିବାରୁ ସେମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି।

ଗତକାଲି ଠାରୁ ଲାଗିରହିଥିବା ଏହି ଲଘୁଚାପ ଜନିତ ବର୍ଷାର ପ୍ରଭାବରେ ଜିଲ୍ଲାର ୮ଟି ବ୍ଲକ ଓ ୨ଟି ମ୍ୟୁନିସିପାଲିଟି ପ୍ରଭାବିତ ହୋଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ କରାଯାଇଥିବା ସମୀକ୍ଷା ଅନୁଯାୟୀ ଜିଲ୍ଲାର ୧୯୮ଟି ପଞ୍ଚାୟତର ୧୩୨୧ଟି ଗ୍ରାମ ଓ ୨ଟି ମ୍ୟୁନିସିପାଲିଟିର ୪୦ଟି ୱାର୍ଡ଼ ବର୍ଷା ଯୋଗୁଁ ପ୍ରଭାବିତ ହୋଇଛି। ଜିଲ୍ଲାର ୯୯ଟି ଗାଁର ୧୬୯୨୦ ଲୋକ ବର୍ଷାଜଳ ଦ୍ୱାରା ବିଶେଷ ପ୍ରଭାବିତ ହୋଇଛନ୍ତି। ଜିଲ୍ଲାରେ ୪୩ଟି ଆଶ୍ରୟ ସ୍ଥଳୀରେ ୧୫୯୦ଜଣ ଲୋକଙ୍କୁ ସ୍ଥାନାନ୍ତରଣ କରାଯାଇଥିବା ବେଳେ ୨୯ଟି କେନ୍ଦ୍ରରେ ମାଗଣା ଖାଦ୍ୟ ପ୍ରଦାନ କରାଯାଇଛି। ଜିଲ୍ଲାରେ କୌଣସି ବ୍ୟକ୍ତି ମୃତାହତ ହୋଇନଥିବା ଜିଲ୍ଲାପାଳ ସୂଚନା ପ୍ରଦାନ କରିଛନ୍ତି। ଜିଲ୍ଲାରେ ୩୦୦୦ କୁକୁଡ଼ା ଚିଆଁ ମରିଥିବା ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ସୂଚନା ମିଳିଛି। ଜିଲ୍ଲାରେ କୃଷି ଓ ଉଦ୍ୟାନ କୃଷିକୁ ମିଶାଇ ୫୩୦୪୨.୯ ହେକ୍ଟର ଚାଷଜମି କ୍ଷତିଗ୍ରସ୍ତ ହୋଇଛି।

ପ୍ରବଳ ବର୍ଷା ଯୋଗୁଁ ୭୫ଟି ଘର ଆଂଶିକ କ୍ଷତିଗ୍ରସ୍ତ ହେବା ସହିତ ୨୮ଟି ଗୁହାଳ କ୍ଷତିଗ୍ରସ୍ତ ହୋଇଥିବା ବେଳେ ବର୍ଷା ପ୍ରଭାବିତ ଲୋକଙ୍କୁ ୧୫୦ ପ୍ୟାକେଟ୍ ବିସ୍କୁଟ, ୧୨.୬୦ କ୍ୱିଣ୍ଟାଲ ଚୁଡ଼ା ଓ ୧.୦୮ କ୍ୱିଣ୍ଟାଲ ଗୁଡ ବଣ୍ଟନ କରାଯାଇଛି। ୨ଟି ଅଗ୍ନିଶମ ବାହୀନି ଉଦ୍ଧାର କାର୍ଯ୍ୟରେ ନିୟୋଜିତ ରହିଥିବା ବେଳେ କ୍ଷତିଗ୍ରସ୍ତ ଅଞ୍ଚଳରେ ୩ଟି ମେଡିକାଲ ଟିମ୍ ନିୟୋଜିତ ହୋଇଛନ୍ତି। ବର୍ଷା ଜଳରେ ୭ଟି ରାସ୍ତା ବିଛିନ୍ନ ହୋଇଯାଇଥିବା ବେଳେ ୬ଟି କୋଠାଘର କ୍ଷତିଗ୍ରସ୍ତ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଏଥର ବର୍ଷା କଲା ସର୍ବକାଳିନ ରେକର୍ଡ, ରାଜଧାନୀରେ ଗୋଟିଏ ଦିନରେ ସର୍ବାଧିକ

ଭୁବନେଶ୍ବର, ଗତକାଲିର ଲଗାଣ ବର୍ଷା ରାଜ୍ୟରେ ଏକ ନୂଆ ରେକର୍ଡ କରିଛି। ରବିବାର ଦିନ ଗୋଟିଏ ଦିନରେ ଯେତିକି ବର୍ଷା ହୋଇଛି ପୂର୍ବରୁ କେବେ ଏପରି ହୋଇ ନ ଥିଲା। ପାଣିପାଗ ବିଭାଗର ତଥ୍ୟ ଅନୁସାରେ ଗତକାଲି ସକାଳ ୮ଟା ୩୦ରୁ ୧୩ ତାରିଖ ୮ଟା ୩୦ ମଧ୍ୟରେ ପୁରୀରେ ସର୍ବାଧିକ ୩୪୧ ମିଲିମିଟର୍‌ ବର୍ଷା ହୋଇଛି। ପୁରୀରେ ଏହା ହେଉଛି ଗୋଟିଏ ଦିନରେ ସର୍ବାଧିକ ବର୍ଷା।

ସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୧୨ ତାରିଖ ପାରାଦୀପରେ ୨୧୯ ମିଲିମିଟର୍‌, ଭୁବନେଶ୍ୱରରେ ୧୯୫ ମିଲିମିଟର, ବାଲେଶ୍ବରରେ ୨୪, ଚାନ୍ଦବାଲିରେ ୪୬ ଓ ଗୋପାଳପୁରରେ ୬୪ ମିଲିମିଟର୍‌  ବର୍ଷା ରେକର୍ଡ କରାଯାଇଛି ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା, ଜାଣନ୍ତୁ କେଉଁ ଜିଲ୍ଲା

ଭୁବନେଶ୍ୱର: ଆଜି ପାଣିପାଗ ବିଭାଗ ଭୋର ୫ଟ ୩୦ ରିପୋର୍ଟ ଅନୁସାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣରୁ ଉପକୂଳ ଅଞ୍ଚଳ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ ବୋଲି କୁହାଯାଇଛି। ସେଥିପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ।

ଆସନ୍ତାକଲି ପାଇଁ  ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡା ଓ ପୁରୀକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସମୁଦ୍ର ଅଶାନ୍ତ ରହୁଥିବା କାରଣରୁ କାଲିଠୁ ୨୨ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ସତର୍କ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଜିଲ୍ଲାପାଳଙ୍କୁ ଆଲର୍ଟ କଲେ ଏସ୍‌ଆରସି : ଆସନ୍ତାକାଲି 5ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ସମ୍ଭାବ୍ୟ ଲଘୁଚାପ ବର୍ଷାକୁ ନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଆଲର୍ଟ କରିଛନ୍ତି ଏସ୍‌ଆରସି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପ  ଅବପାତର ରୂପ ନେଇଥିବାବେଳେ ଆସନ୍ତା 24ଘଣ୍ଟା ମଧ୍ୟରେ ଗଭୀର ଅବପାତରେ ପରିଣତ ହେବ। ସେହିପରି କାଲି 5ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ପାଞ୍ଚୋଟି ଜିଲ୍ଲା ମଧ୍ୟରେ, ମାଲକାନଗିରି, ରାୟଗଡା, କୋରାପୁଟ, ଗଜପତି ଓ ଗଞ୍ଜାମ ଜିଲ୍ଲା । ସେହିପରି ଆସନ୍ତା 13ରେ 9ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାଗୁଡିକ ମଧ୍ୟରେ ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ, କଟକ,କେନ୍ଦ୍ରାପଡା, ନବରଙ୍ଗପୁର, କନ୍ଧମାଳ, ପୁରୀ, ନୟାଗଡ । ପରିସ୍ଥିତି ଉପରେ ନଜର ରଖି ପ୍ରସ୍ତୁତ ରହିବାକୁ ଏସ୍‌ଆରସି ପରାମର୍ଶ ଦେଇଛନ୍ତି ।  ସେହିପରି 14 ତାରିଖରେ 7ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।