Categories
Cyclone ଆଜିର ଖବର ରାଜ୍ୟ ଖବର

ଆସନ୍ତା ୮ରେ ବାତ୍ୟା ସମ୍ଭାବନା: ୧୦ରେ ଛୁଇଁପାରେ ସ୍ଥଳଭାଗ

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତାକାଲି ଅବପାତର ରୂପ ନେଇପାରେ। ଆସନ୍ତା ୮ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଗଭୀର ଅବପାତ ରୂପ ନେଇପାରେ। ଏହା ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆଡକୁ ଗତି କରିବା ସମ୍ଭାବନା। ୧୦ ତାରିଖ ସୁଦ୍ଧା ଏହା ଓଡିଶା-ଆନ୍ଧ୍ର ଉପକୂଳର ସ୍ଥଳଭାଗ ଛୁଇଁପାରେ ବୋଲି ଅନୁମାନ କରାଯାଉଛି। ଏନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା ୨୪ ଘଣ୍ଟାରେ ସୃଷ୍ଟି ହେବ ଏକ ଲଘୁଚାପ କ୍ଷେତ୍ର, ପାଣିପାଗ ବିଭାଗ ଦେଲା ବଡ ସୂଚନା

ଭୁବନେଶ୍ବର: ଆସନ୍ତା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି। ସେହି ଅନୁସାରେ ଏହି ଲଘୁଚାପ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ବୋଲି ସମ୍ଭାବନା ରହିଛି।

ପାଣିପାଗ ବିଭାଗ ଅନୁସାରେ ଆସନ୍ତା 6 ତାରିଖରେ ଆଣ୍ଡାମାନ ସାଗର ଏହାର ଆଖପାଖରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ବଙ୍ଗୋପସାଗରରେ ଏପରି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଶଙ୍କା ରହିଛି। ତେବେ ଏହା କିପରି ରୂପ ନେବ ପରବର୍ତ୍ତି ସମୟରେ ଜଣାପଡିବ।

Categories
ବିଶେଷ ଖବର ରାଜ୍ୟ ଖବର

ବାତ୍ୟା ପ୍ରସ୍ତୁତି ନିମନ୍ତେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ, ଜିଲ୍ଲାପାଳଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭୁବନେଶ୍ବର: ଥାଇଲ୍ୟାଣ୍ଡ ନିକଟରେ ସଂଗଠିତ ହୋଇଥିବା ଲଘୁଚାପ ବଳୟ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟବର୍ତ୍ତୀ ହେବାର ସମ୍ଭାବନା ଥିବାରୁ ଯେ କୌଣସି ସ୍ଥିତିର ମୁକାବିଲା ନିମନ୍ତେ ପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଉପକୂଳବର୍ତ୍ତୀ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ସଂପୃକ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ଭିଡିଓ କନ୍ଫେରେନ୍ସିଂ ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି ।

ଲୋକସେବା ଭବନରୁ ଅନୁଷ୍ଠିତ ଏହି ଭିଡିଓ କନ୍ଫେରେନ୍ସିଂ ରେ ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ୍ କମିଶନ୍ ଶ୍ରୀ ପ୍ରଦୀପ କୁମାର ଜେନା କହିଥିଲେ ଯେ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଜୱାଦ୍ ଆସନ୍ତା ୪ ତାରିଖ ସୁଦ୍ଧା ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ର ନିକଟବର୍ତ୍ତୀ ସମୁଦ୍ରରେ ପହଞ୍ଚିବ । ଫଳରେ ୩ ତାରିଖ ସକାଳୁ ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ଜିଲ୍ଲାମାନଙ୍କରେ ପ୍ରବଳରୁ ପ୍ରବଳତର ବର୍ଷା ଏବଂ ୭୦-୯୦ କି.ମି. ପବନ ବହିବାର ପୂର୍ବାନୁମାନ କରାଯାଇଛି । ତେବେ ଆସନ୍ତାକାଲି ଭାରତୀୟ ପାଣିପାଗ ବିଭାଗଙ୍କ ତରଫରୁ ବାତ୍ୟାର ଗତିପଥ ଓ ପବନର ଗତି ବିଷୟରେ ଅଧିକ ସୂଚନା ମିଳିବ ।

ଯାଜପୁର, ଢ଼େଙ୍କାନାଳ, ଗଜପତି, କଟକ, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ୍, ନୟାଗଡ଼, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଜଗତସିଂପୁର, ମୟୁରଭଞ୍ଜ ଆଦି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ସେମାନଙ୍କ ପ୍ରସ୍ତୁତି ବିଷୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସିଧା ସଳଖ କଥା ହୋଇଥିଲେ ।

ତିନି ତାରିଖ ବେଳକୁ ବାତ୍ୟାର ଗତିପଥ ଜଣାପଡ଼ିବା ପରେ ତଳୁଆ ଏବଂ କଚ୍ଚାଘରେ ରହୁଥିବା ଲୋକମାନଙ୍କୁ ନିରାପଦ ସ୍ଥାନକୁ ଆଣିବା, ସମସ୍ତ ବହୁମୁଖ୍ୟ ବନ୍ୟା-ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକୁ ପୂର୍ଣ୍ଣ ପ୍ରସ୍ତୁତ କରିବା, ଆଶ୍ରୟସ୍ଥଳ ପରିଚାଳନା ଟିମ୍ଙ୍କୁ ପୂର୍ବରୁ କାର‌୍ୟ୍ୟରେ ନିୟୋଜିତ କରିବା, ଶୁଖିଲା ଖାଦ୍ୟ ଏବଂ ରିଲିଫ୍ ପଦାର୍ଥର ଉପଲବ୍ଧି ବିଷୟରେ ସଜାଗ ରହିବା, ମାଇକ୍ ପ୍ରଚାର ମାଧ୍ୟମରେ ଲୋକ ମାନଙ୍କୁ ଆଗୁଆ ସୂଚନାଦେବା, ଆସନ୍ନପ୍ରସବା ମହିଳା ଏବଂ ନିଃସହାୟ ବୃଦ୍ଧ ବ୍ୟକ୍ତିମାନଙ୍କୁ ଆଗୁଆ ନିରାପଦସ୍ଥାନକୁ ନେବା ଆଦି ନିମନ୍ତେ ସଠିକ୍ ବ୍ୟବସ୍ଥା ନିଶ୍ଚିତ କରାଇବା ପାଇଁ ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

‘ଜଓ୍ୱାଦ୍’’ ପ୍ରଭାବରେ ଭୀଷଣ ବର୍ଷାହେବାର ସମ୍ଭାବନା ଥିବାରୁ କଟକ, ଭୁବନେଶ୍ୱର, ବାଲେଶ୍ୱର, ଭଦ୍ରକ, ଯାଜପୁର ଆଦି ସହରାଞ୍ଚଳରେ ବର୍ଷାଜଳ ନିଷ୍କାସନ ନାଳ ସବୁକୁ ସଫା କରିବାସହ ସମ୍ବେଦନଶୀଳ ଖାଲୁଆ ସ୍ଥାନମାନଙ୍କରେ ପାଣି ନିଷ୍କାସନ ପମ୍ପ୍ ପ୍ରସ୍ତୁତ ରଖିବା ପାଇଁ ମଧ୍ୟ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତରଫରୁ ଦିଆଯାଇଥିବା ପରାମର୍ଶ ଗୁଡ଼ିକୁ କୃଷକମାନଙ୍କ ନିମନ୍ତେ ବ୍ୟପକଭାବେ ମାଇକ୍ରେ ପ୍ରଚାର କରିବା ପାଇଁ ଶ୍ରୀ ମହାପତ୍ର ନିର୍ଦ୍ଦେଶ ଦେଇଥିଲେ । ପାଚି ଯାଇଥିବା ଫସଲ ଏବଂ ପରିପକ୍ୱ ପନିପରିବା ଆଦିକୁ ଆଗୁଆ ଅମଳକରି ନିରାପଦ ସ୍ଥାନକୁ ଆଣିବା ପାଇଁ ଚାଷୀମାନଙ୍କୁ ପରାମର୍ଶ ଦେଇଥିଲେ ।

ଉନ୍ନୟନ କମିଶନର ଶ୍ରୀ ଜେନା କହିଥିଲେ ଯେ ଇତି ମଧ୍ୟରେ ଓଡ୍ରାଫ୍, ଏନ୍.ଡି.ଆର୍.ଏଫ୍. ଏବଂ ଫାୟାର ସର୍ଭିସ୍ ଟିମ୍ମାନଙ୍କୁ ପ୍ରସ୍ତୁତ କରାଯାଇଛି । ପ୍ରାୟ ୧୦୮ ଓଡ୍ରାଫ୍ ଓ ଏନ୍.ଡି.ଆର.ଏଫ୍ ଟିମ୍ ଏବଂ ୨୦୦ ଫାୟାର ସର୍ଭିସ୍ ଟିମ୍ଙ୍କୁ ଆବଶ୍ୟକତା ଅନୁସାରେ ପୂର୍ବ ମୃତୟନ କରାଯିବ ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଦାନା ବାନ୍ଧିଲାଣି ଲଘୁଚାପ, ଆଜିଠାରୁ ବର୍ଷା ଆରମ୍ଭ, 25 ତାରିଖରୁ ଦୁଇଦିନ ଧରି ହେବ ପ୍ରବଳ ବର୍ଷା

ଭୁବନେଶ୍ବର, ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଧିରେ ଧିରେ ଦାନା ବାନ୍ଧିବାରେ ଲାଗିଛି। ଏହାର ପ୍ରଭାବରେ 22 ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବା ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ତେବେ ଏହା 24 ତାରିଖ ବେଳକୁ ଭୀଷଣ ରୂପରେ ପରିବର୍ତ୍ତନ ହେବାର ସମ୍ଭାବନା ରହଛି। ଯାହା ଫଳରେ 25 ଏବଂ 26 ତାରିଖରେ ପ୍ରବଳ ବର୍ଷା ହେବ ବୋଲି ଜଣାପଡିଛି। ବିଶେଷ କରି ଉପକୂଳ ଓଡିଶା ଏବଂ ଉତ୍ତର ଓଡିଶାର ଏହି ବର୍ଷାର ପ୍ରଭାବ ବେଶୀ ପରିଲକ୍ଷିତ ହେବ।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ ବଳୟ, ଏହାର ପ୍ରଭାବରେ ଓଡିଶାର ସାତୋଟି ଜିଲ୍ଲାରେ ଛେଚିବ

ଭୁବନେଶ୍ବର, ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ବର୍ତ୍ତମାନ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସାରା ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସାତୋଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ଏହି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି। ସେହି ସାତୋଟି ଜିଲ୍ଲା ହେଲା ମାଲକାନାଗିରି, କୋରାପୁଟ, ନବରଂଗପୁର, କଳାହାଣ୍ଡି, ଗଜପତି, ରାୟଗଡା ଓ ବଲାଙ୍ଗୀର। ଏହି ବର୍ଷା 12 ତାରିଖ ପର୍ଯ୍ୟନ୍ତ ଲାଗିରହିବ ବୋଲି ପାଣିପାଗ ବିଭାଗ କହିଛି।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା 9 ତାରିଖରେ ଆସୁଛି ଆଉ ଏକ ଲଘୁଚାପ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଭୁବନେଶ୍ବର, ପୁଣି ଏକ ଲଘୁଚାପ ଆସୁଛି। ଆସନ୍ତା 9 ତାରିଖରେ ଏହା ବଙ୍ଗୋସାଗରରେ ସଂଗଠିତ ହେବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ସେ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ଏସଆରସି ଚିଠି ଲେଖି ସତର୍କ କରାଇ ଦେଇଛନ୍ତି। ଅଗଷ୍ଟ ପ୍ରଥମ ସପ୍ତାହରେ ଉତ୍ତର ବଙ୍ଗୋବ ସାଗରରେ ସୃଷ୍ଟି ହୋଇଥିଲା ଏକ ଲଘୁଚାପ ବଳୟ। ସେଥିପାଇଁ ସାରା ରାଜ୍ୟରେ ଭଲ ବର୍ଷା ହୋଇଛି। ପ୍ରଥମ ସପ୍ତାହ ପରେ ପୁଣି ଦ୍ବିତୀୟ ସପ୍ତାହରେ ଏହି ଲଘୁଚାପ ଆସୁଥିବାରୁ ଚାଷିଙ୍କ ପାଇଁ ଉପଯୁକ୍ତ ହୋଇପାରିବ ବୋଲି ଆଶା କରାଯାଉଛି।

Categories
ଆଜିର ଖବର ରାଜ୍ୟ ଖବର

ଉତ୍ତର ବଙ୍ଗୋପ ସାଗରରେ ଲଘୁଚାପ ବଳୟ, ଛଅ ତାରିଖ ପର୍ଯ୍ୟନ୍ତ ବର୍ଷା, ସାତୋଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର, ଉତ୍ତର ବଙ୍ଗୋବ ସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଫଳରେ ଏହାର ପ୍ରଭାବରେ ଆସନ୍ତା 6 ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏଥିସହିତ 3ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଣ୍ଟାକୁ 40ରୁ 50 କିମି ବେଗରେ ପବନ ପ୍ରବାହିତ ହେବ ବୋଲି ଜଣାପଡିଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ଭୁବନେଶ୍ବର ପାଣିପାଗ ବିଭାଗ ଅନୁସାରେ ଏହି ଲଘୁଚାପ ବଳୟ ଯୋଗୁଁ ରାଜ୍ୟର ସାତୋଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେଗୁଡିକ ହେଲା କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ, କେନ୍ଦୁଝର ଏବଂ କଟକ। ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣି ଦିଆଯାଇଛି। ସେହିପରି ଆଉ ସାତୋଟି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବାରୁ ସେସବୁରେ ଅରେଂଜ ୱାର୍ଣ୍ଣି ଦିଆଯାଇଛି। ସେଗୁଡିକ ହେଲା ବାଲେଶ୍ବର, ଭଦ୍ରକ,ମୟୁରଭଂଜ, ଯାଜପୁର,ଅନୁଗୁଳ, ଢେଙ୍କାନାଳ ଏବଂ ବୈଦ୍ଧ।

ଏହି ଲଘୁଚାପ ବଳୟ ପୂର୍ବରୁ ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇଯାଇଛି।