Categories
ଆଜିର ଖବର ରାଜ୍ୟ ଖବର

ଲଘୁଚାପ ସକ୍ରିୟ: ୮ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ଛତିଶଗଡ଼ ଏବଂ ଉତ୍ତର- ପୂର୍ବ ମଧ୍ୟପ୍ରଦେଶରେ ଲଘୁଚାପ ସକ୍ରିୟ ରହିଛି। ଏହି ଘୂର୍ଣ୍ଣି ବଳୟଟି ବାୟୁମଣ୍ଡଳରେ ୫.୮ କିମି ଯାଏଁ ବ୍ୟାପିଛି। ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଅଧିକ ସକ୍ରିୟ କରିଛି। ଏହାର ପ୍ରଭାବରେ ଆଗାମୀ ୪ ଦିନ ଯାଏଁ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ସେଥିପାଇଁ ରାଜ୍ୟର ୪ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଗଞ୍ଜାମ, ନୟାଗଡ଼, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିଭଳି ୧୧ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ଦେବଗଡ଼, ଗଜପତି, କଟକ, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ପୁରୀ, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାର ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବରେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।