Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ଜାତୀୟ ଖବର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟେଲିଫୋନ୍ କଲେ ବ୍ରାଜିଲ ରାଷ୍ଟ୍ରପତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଆଜି ବ୍ରାଜିଲ ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଡା ସିଲଭା ଟେଲିଫୋନରେ କଥା ହୋଇଛନ୍ତି।

ଉଭୟ ନେତା ପଶ୍ଚିମ ଏସିଆର ସାମ୍ପ୍ରତିକ ପରିସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଥିଲେ।

ଉଭୟ ନେତା ଆତଙ୍କବାଦ, ହିଂସା ଏବଂ ସାଧାରଣ ନାଗରିକଙ୍କ ଜୀବନ ହାନି କୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ ପରିସ୍ଥିତିର ଶୀଘ୍ର ସମାଧାନ ପାଇଁ ମିଳିତ ପ୍ରୟାସ କରିବାକୁ ଆହ୍ୱାନ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ଜି-୨୦ର ବ୍ରାଜିଲ ଅଧ୍ୟକ୍ଷତାର ସଫଳତା ପାଇଁ ଭାରତର ସମ୍ପୂର୍ଣ୍ଣ ସମର୍ଥନ ଜଣାଇଥିଲେ।

ନୂଆଦିଲ୍ଲୀରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ହୋଇଥିବା ବୈଠକ ପରେ ସମସ୍ତ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ଆହୁରି ସୁଦୃଢ଼ କରିବା ଉପରେ ମଧ୍ୟ ସେମାନେ ଆଲୋଚନା କରିଥିଲେ।