Categories
ବିଶେଷ ଖବର

କଟକ ନେତାଜୀ ବସ ଟର୍ମିନାଲ୍‌ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଠାରେ ୫-ଟି ଉପକ୍ରମରେ ନବ ନିର୍ମିତ ଅତ୍ୟାଧୁନିକ କଟକ ନେତାଜୀ ବସ ଟର୍ମିନାଲ୍‌କୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ କଟକ ସହରର ୯ଟି  ଉନ୍ନୟନ ପ୍ରକଳ୍ପର ଉଦ୍‌ଘାଟନ ଓ ୪ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମୁଦାୟ ୫୪୧ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଆଜି ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି।

କଟକଠାରେ ଆୟୋଜିତ ଏହି ଲୋକାର୍ପଣ କାର‌୍ୟ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଆଜି ଆମ କଟକ ସହର ପାଇଁ ଏକ ଉତ୍ସବର ଦିନ। କଟକ ସହର ପାଇଁ ୫୪୦ କୋଟିରୁ ଉର୍ଦ୍ଧ୍ୱ ବିଭିନ୍ନ ପ୍ରକଳ୍ପ ଆରମ୍ଭ ହେଲା। କଟକ ଓଡିଶାବାସୀଙ୍କ ପ୍ରିୟ ସହର। କଟକର ପୂଜା, କଟକର ବାଲିଯାତ୍ରା, ବାରବାଟୀ କ୍ରିକେଟ ମ୍ୟାଚ, ଏସ୍.ସି.ବି. ମେଡିକାଲ କଲେଜ ସବୁବେଳେ ଓଡିଶାର ବଡ ପରିଚୟ ହୋଇ ରହିଛି। ଏହି ପରିଚୟକୁ ଆମକୁ ଆହୁରି ଗୌରବମୟ କରିବାକୁ ପଡିବ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ ହଜାର ବର୍ଷର ସହର ଏହି କଟକ। ଏ ସହର ଏବେ ନୂଆ ରୂପ ନେଉଛି। ରୂପାନ୍ତର ପର୍ବ ଆଗେଇ ଚାଲିଛି। ଓଡିଶାର ଗର୍ବ ରେଭେନ୍ସା କଲେଜ ଆଜି ୟୁନିଭର୍ସିଟି ହୋଇଛି। ଏସ୍.ସି.ବି. ମେଡିକାଲ କଲେଜକୁ ଇଓଓଗଝ ଚକ୍ଷଙ୍କଗ୍ଦ  ଐରବକ୍ଷଗ୍ଧଷ ଓଦ୍ଭଗ୍ଦଗ୍ଧସଗ୍ଧଙ୍କଗ୍ଧସକ୍ଟଦ୍ଭରେ ରୂପାନ୍ତର କରିବା ପାଇଁ କାର‌୍ୟ୍ୟ ଜାରି ରହିଛି। ସ୍ୱାସ୍ଥ୍ୟ, ଶିକ୍ଷା, ଯୋଗାଯୋଗ, ଭିତ୍ତିଭୂମି ସବୁ କ୍ଷେତ୍ରରେ ରୂପାନ୍ତର ଏକ ସମୃଦ୍ଧ ଭବିଷ୍ୟତକୁ ନିର୍ଦ୍ଦେଶ କରୁଛି। ଆପଣମାନଙ୍କ ସହଯୋଗରେ ଏହି ରୂପାନ୍ତର ପ୍ରକ୍ରିୟା ଆହୁରି ଆଗେଇବ ବୋଲି ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣକୁ ଆହ୍ୱାନ କରିବା ସହ ରାଜ୍ୟରେ କାର‌୍ୟ୍ୟକାରୀ ହେଉଥିବା ମିଶନ ଶକ୍ତି କାର‌୍ୟ୍ୟକ୍ରମ, ୫ଞ ସ୍କୁଲ ରୂପାନ୍ତରଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ବସ୍ତି ବାସିନ୍ଦାଙ୍କ ଜାଗା ମିଶନ ଆଦି ଜନକଲ୍ୟାଣକାରୀ କାର‌୍ୟ୍ୟକ୍ରମ ଓ ଯୋଜନା ସାଧାରଣ ଲୋକଙ୍କ ଭିତରେ ଭରଷା ସୃଷ୍ଟି କରି କୋଟି କୋଟି ଲୋକଙ୍କ ମୁହଁରେ ହସ ଫୁଟାଇପାରିଛି ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଟକ ସହର ମୋର ପ୍ରିୟ ସହର । ମୋର ଜନ୍ମଭୂମୀ। କଟକ ସବୁବେଳେ ମୋ ପାଇଁ ସ୍ୱତନ୍ତ୍ର ହୋଇ ରହିଛି ଓ ରହିବ।

ପ୍ରକାଶଯୋଗ୍ୟ ଯେ ୯୦ କୋଟି ଟଙ୍କା ବ୍ୟୟରେ ନିର୍ମିତ କଟକ ନେତାଜୀ ବସ ଟର୍ମିନାଲରେ ଏକା ସାଙ୍ଗରେ ୧୯୨ଟି ବସ ରହିବା ପାଇଁ ବ୍ୟବସ୍ଥା ହୋଇଛି। ଯାତ୍ରୀମାନଙ୍କ ପାଇଁ ପ୍ରତିକ୍ଷାଳୟ, ପୁରୁଷ ଓ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ଟିକେଟ କାଉଣ୍ଟର ସହିତ ସମସ୍ତ ଅତ୍ୟାଧୁନିକ ସୁବିଧା ଉପଲବ୍ଧ କରାଯାଇ ଟର୍ମିନାଲ ଭିତରେ ଯାତ୍ରୀମାନଙ୍କ ପାଇଁ ବିମାନ ବନ୍ଦର ଭଳି ସୁବିଧା କରାଯାଇଛି। ଏଠାରେ ନିର୍ମିତ ଆହାର କେନ୍ଦ୍ର ଓଡିଶାର ସର୍ବବୃହତ ଆହାର କେନ୍ଦ୍ର । ଏଥି ସହିତ ମିଶନ ଶକ୍ତି କାଫେ ମଧ୍ୟ ରହିଛି। ଆଜି ଏହି ନୂତନ ଟର୍ମିନାଲରୁ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଶୁଭାରମ୍ଭ କଲେ ପୁରୀ ପାଇଁ ପ୍ରଥମ ବସ୍।

ଉଲ୍ଲେଖଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୨୦୨୦ ମାର୍ଚ୍ଚ ୨୦ ତାରିଖରେ ୫-ଟି ସଚିବ ଭି.କେ. ପାଣ୍ଡିଆନ କଟକ ବାଦମବାଡି ବସ୍‌ଷ୍ଟାଣ୍ଡ ଯାଇ ସେଠାର ଅବସ୍ଥା ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ। ପରବର୍ତ୍ତୀ ସମୟରେ ଖାନନଗର ଠାରେ ଏକ ନୂତନ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ ରେ କଟକବାସୀଙ୍କ ପୂର୍ଣ୍ଣ ସହଯୋଗ ରହିଥିବାରୁ, କଟକବାସୀଙ୍କୁ  ୫-ଟି ସଚିବ ଧନ୍ୟବାଦ ଜଣାଇଥିଲେ।

କଟକ ନେତାଜୀ ବସ୍ ଟର୍ମିନାଲ ସହିତ ଆଜି ମୁଖ୍ୟମନ୍ତ୍ରୀ କଟକ ସହରରେ ୬୬.୬୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ରେଭେନ୍ସା ବିଶ୍ୱବିଦ୍ୟାଳୟର ମହାନଦୀ କ୍ୟାମ୍ପସ୍, ୩୦ କୋଟି ବ୍ୟୟରେ ନିର୍ମିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଲାଇବ୍ରେରୀ, ୨୩.୮୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ଡି.ଏ.ଭି. ଏସ.ସି.ବି. ମେଡିକାଲ ପବ୍ଲିକ ସ୍କୁଲ, ୮୮.୩୧ କୋଟି ଟଙ୍କା ବ୍ୟୟରେ ନରଣପୁରଠାରେ ନିର୍ମିତ ୫୫୦ଟି ଋ.ଡ.ଝ. ଏବଂ ୩୨୦ଟି ଖ.ଓ.ଏ. ବାସଗୃହ, ୯.୭୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ସିଲ୍‌ଭର ସିଟି ବୋଟ କ୍ଲବ, ୫.୨୩ କୋଟି ଟଙ୍କା ବ୍ୟୟରେ ତାଳଦଣ୍ଡା କେନାଲର ସମ୍ମୁଖ ବିକାଶ, ଫୁଡ କୋର୍ଟ ଓ ଜଳକ୍ରୀଡା କେନ୍ଦ୍ର, ୩.୨୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ତାଳଦଣ୍ଡା କେନାଲ ନିକଟରେ ଅର୍ବାନ ହାଟ, ୫୪ ଲକ୍ଷ ଟଙ୍କା ବ୍ୟୟରେ ରାଣିହାଟଠାରେ ନିର୍ମିତ କ୍ଲକ ଟାୱାର। ୨୩.୩୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ତାଳଦଣ୍ଡା କେନାଲ ବ୍ରିଜର ଉଦ୍‌ଘାଟନ କରିବା ସହ ୧୨୩ କୋଟି ଟଙ୍କା ବ୍ୟୟରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପରିସରରେ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଅନାନ୍ୟ ଭିତ୍ତିଭୂମି ନିର୍ମାଣ, ୨୨.୩୯ କୋଟି ଟଙ୍କା ବ୍ୟୟରେ ନେତାଜୀ ସୁଭାଷ ଚନ୍ଦ ବୋଷ ସ୍ମାରକୀ ନିର୍ମାଣ, ୪୫.୧୯ କୋଟି ଟଙ୍କା ବ୍ୟୟରେ ତାଳଦଣ୍ଡା କେନାଲଠାରେ ଜନସୁବିଧା କେନ୍ଦ୍ର ଏବଂ ୮.୯୫ କୋଟି ଟଙ୍କା ବ୍ୟୟରେ ରେଳ ଷ୍ଟେସନ ପୂର୍ବ ଫାଟକରୁ ୪ ଲେନ୍ ବିଶିଷ୍ଟ ରାସ୍ତା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।
ଏହି ଉତ୍ସବରେ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କଟକ ସାସଂଦ ଭର୍ତ୍ତୃହରି ମହତାବ, ମେୟର ସୁବାସ ସିଂ, ବିଧାୟକ ଚନ୍ଦ୍ର ସାରଥୀ ବେହେରା, ବିଧାୟକ ସୌଭିକ ବିଶ୍ୱାଳ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ।

Categories
ବିଶେଷ ଖବର

୫-ଟି ସ୍କୁଲ ରୂପାନ୍ତରଣର ପଞ୍ଚମ ଦିନ: ୩୨୩ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ସାଧାରଣ ଜୀବନରେ ସାଧୁତା (Transparency) ହେଉଛି ଏକ ଜରୁରୀ ଆବଶ୍ୟକତା। ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ତାର ବ୍ୟକ୍ତିଗତ ସମ୍ମାନ ଓ ମର୍ଯ୍ୟଦା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ଜୀବନରେ ଆସିଥାଏ ରୂପାନ୍ତର ବା ସଫଳତା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିଲାମାନଙ୍କୁ ୫-ଟି ରୂପାନ୍ତର ସଂପର୍କରେ ବୁଝାଇ ସାଧୁତାର ଗୁରୁତ୍ବ ଉପରେ ଆଲୋକପାତ କରିଥିଲେ।

ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାର ୬୨ଟି ହାଇସ୍କୁଲ, ବରଗଡ ଜିଲ୍ଲାର ୬୨ଟି, ମୟୁରଭଂଜ ଜିଲ୍ଲାର ୧୦୦ଟି, ବୌଦ୍ଧ ଜିଲ୍ଲାର ୨୩ଟି ହାଇସ୍କୁଲ ଏବଂ ନବରଙ୍ଗପୁର ଜିଲ୍ଲାର ୭୬ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ପଞ୍ଚମ ଦିନରେ ସମୁଦାୟ ୧୮୧୬ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେଲା। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଥିଲା। ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନା ଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି। କେଉଁ କାର୍ଯ୍ୟରେ କେତେ ଖର୍ଚ୍ଚ ହେଉଛି, ସେ ବିଷୟରେ ମଧ୍ୟ ସେମାନେ ଜାଣନ୍ତି। ତେଣୁ ସ୍କୁଲ ରୂପାନ୍ତର ହେଉଛି, ଜନ ଭାଗିଦାରୀର ଏକ ପ୍ରକୃଷ୍ଟ ଉଦାହରଣ। ଆଜି ସ୍କୁଲ ରୂପାନ୍ତରର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ। ସେ କହିଥିଲେ ଯେ ୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟ୍ରାନସ୍‌ପରେନ୍‌ସି ବା ସ୍ବଚ୍ଛତା ଏବଂ ଟାଇମ ବା ସମୟ। ଏସବୁର ପ୍ରୟୋଗରେ ଟ୍ରାନ୍‌ସଫରମେସନ ବା ରୂପାନ୍ତର ଆସିଥାଏ। ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍‌ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ବିକାଶ କରାଯାଇଛି।

ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ସମୟକୁ ଗୁରୁତ୍ବ ଦିଆଯାଇ ସମସ୍ତ କାମ ମଧ୍ୟ ଠିକ୍‌ ସମୟରେ ଶେଷ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ କାମରେ ପ୍ରତି ସ୍ତରରେ ସ୍ବଚ୍ଛତା ବା ଟ୍ରାନ୍‌ସପରେନ୍‌ସି ରକ୍ଷା କରାଯାଇଛି। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରାଯାଇ କାମ କରାଯାଉଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି ପ୍ରତ୍ୟେକ କାର୍ଯ୍ୟ ପାଇଁ ହେଉଥିବା ଖର୍ଚ୍ଚ ସଂପର୍କରେ ସମସ୍ତେ ସବୁ ବିଷୟରେ ଜାଣନ୍ତି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଦ୍ବାରା ଆସିଛି ରୂପାନ୍ତର । ଯାହାକୁ ଆମେ ସବୁ ଦେଖିପାରୁଛୁ ଓ ଅନୁଭବ କରିପାରୁଛୁ ।

ଏହି ଅବସରରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ସ୍କୁଲ ଗୁଡିକରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ ସଂପର୍କରେ ବୁଝାଇ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ । ଜୀବନର ସବୁ କ୍ଷେତ୍ରକୁ ଟେକ୍‌ନୋଲୋଜି ପ୍ରଭାବିତ କରୁଛି। ତେଣୁ ପିଲାମାନେ ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ । ଏହାଦ୍ବାରା ସେମାନେ ଆଧୁନିକ ଯୁଗରେ ସବୁ କ୍ଷେତ୍ରରେ ଆଗରେ ରହିପାରିବେ।

ସେହିପରି ସମୟ ଉପରେ ଗୁରୁତ୍ବ ଦେବକୁ ପରାମର୍ଶ ଦେଇ ସେ କହିଲେ ଯେ ସମୟର ଗୁରୁତ୍ବ ସଂପର୍କରେ ସମସ୍ତେ ଜାଣିଛନ୍ତି। ତେଣୁ ପିଲାମାନେ ସମୟର ଉପଯୋଗ ଠିକ୍‌ ଭାବରେ କରିପାରିଲେ, ସବୁକ୍ଷେତ୍ରରେ ନିଶ୍ଚୟ ଆଗରେ ରହିବେ। ନିଜ ନିଜ ଜୀବନରେ ୫-ଟିର ଉପଯୋଗ ପାଇଁ ପିଲାଙ୍କୁ ପରାମର୍ଶ ଦେଇ ସେ କହିଲେ ଯେ ଏହାଦ୍ବାରା ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହୋଇପାରିବେ । ଦ୍ବିତୀୟ ବିଷୟଟି ହେଉଛି ଟିମ୍‌ୱାର୍କ । ପିଲାମାନେ ମିଳିମିଶି କାମ କଲେ, ସଫଳତାର ସମ୍ଭାବନା ବଢିବ। କ୍ରୀଡ଼ା କ୍ଷେତ୍ରରେ ଟିମ୍‌ୱାର୍କ ଅତି ଜରୁରୀ ବୋଲି ସେ କହିଥିଲେ। ସେହିପରି ଜୀବନରେ ସାଧୁତା (Transparency ) ହେଉଛି ଏକ ଜରୁରୀ ଆବଶ୍ୟକତା । ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ଏସବୁର ପ୍ରୟୋଗ ଦ୍ବାରା ସେମାନଙ୍କ ଜୀବନରେ ଆସିବ ରୂପାନ୍ତର ବା ସଫଳତା।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା। ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ୫-ଟି ସ୍କୁଲ ରୂପାନ୍ତର ସଂପର୍କରେ ନିଜର ଅଭିଜ୍ଞତା ବର୍ଣ୍ଣନା କରି ଖୋର୍ଦ୍ଧା ଜିଲ୍ଲାର ଛାତ୍ରୀ ରୂପାଲି ଲୋକାମୁଦ୍ରା ପଣ୍ଡା, ବରଗଡର ଛାତ୍ରୀ ଚଞ୍ଚଳା ଧାରୁଆ, ମୟୁରଭଂଜର ସୋହାନୀ ଧଳ, ବୌଦ୍ଧର ସ୍ବାତୀ ସିମରନ ଚିନାର ଓ ନବରଂଗପୁରର ବୈଷ୍ଣବି ହରିଜନ ପ୍ରମୁଖ କହିଲେ ଯେ ୫-ଟି ସ୍କୁଲ ରୂପାନ୍ତର କେବଳ ଆମ ବିଦ୍ୟାଳୟର ଶୈକ୍ଷିକ ପରିବେଶକୁ ଉନ୍ନତ କରିଛି। ଏହାଦ୍ବାରା ଆମେ ଜୀବନରେ ନିଜ ପାଇଁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିବୁ ବୋଲି ଦୃଢ ନିଶ୍ଚିତ ହୋଇଛୁ। ଏହାସହିତ ଆମ ରାଜ୍ୟ ଓଡିଶା ପାଇଁ ମଧ୍ୟ ନିଜର ଅବଦାନ ରଖିପାରିବୁ ବୋଲି ଭାବୁଛୁ। ସବୁ କ୍ଷେତ୍ରରେ ଓଡିଶାକୁ ଶ୍ରେଷ୍ଠ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ପିଲାମାନେ କହିଥିଲେ ଯେ ଆମ ନିଶ୍ଚୟ ପଢିବୁ, ବଢିବୁ ଓ ସବୁ କ୍ଷେତ୍ରରେ ଶ୍ରେଷ୍ଠ ହେବୁ।

ଏହାସହିତ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରିଥିବାରୁ, ସେମାନଙ୍କ ସାକାର ହେବା ଆହୁରି ସହଜ ହୋଇଛି ବୋଲି ସେମାନେ କହିଥିଲେ। ସେମାନେ ସମସ୍ତେ ବଡ ହେଲେ ଡାକ୍ତର, ଶିକ୍ଷକ ଓ ଇଂଜିନିଅର ଆଦି ହେବାପାଇଁ ସ୍ବପ୍ନ ଦେଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆଶୀର୍ବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ଉପସ୍ଥିତ ଖୋର୍ଦ୍ଧା ଜିଲ୍ଲାରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ପଣ୍ଡା, ବରଗଡରେ ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ମୟୁରଭଂଜରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ବୌଦ୍ଧରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ନବରଂଗପୁରରେ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ପ୍ରମୁଖ ସେମାନଙ୍କ ମତାମତ ରଖି କହିଥିଲେ ଯେ ସ୍କୁଲ ରୂପାନ୍ତର ଦ୍ବାରା ଶିକ୍ଷା ବାତାବରଣରେ ଉନ୍ନତି ଆସିବା ସହିତ ପିଲାମାନଙ୍କୁ ଡିଜିଟାଲ ଦୁନିଆ ସହିତ ଯୋଡି ପାରିଛି। ଏହାଦ୍ବାରା ସେମାନେ ଆଧୁନିକ ଯୁଗର ଟେକ୍‌ନୋଲୋଜି ସହିତ ନିଜକୁ ସାମିଲ କରିବାରେ ଅଧିକ ସହଜ ହୋଇପାରିବେ। ଏହା ସେମାନଙ୍କୁ ଭବିଷ୍ୟତରେ ସବୁ କ୍ଷେତ୍ରରେ ସଫଳ କରିବା ଦିଗରେ ସାହାଯ୍ୟ କରିବ ବୋଲି ସେମାନେ ମତ ଦେଇଥିଲେ।

କାର୍ଯ୍ୟକ୍ରମକୁ ପରିଚାଳନା କରି ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଥିଲେ ଯେ ସ୍କୁଲ ରୂପାନ୍ତରରେ ଯେଉଁ ସବୁ ସମ୍ପତ୍ତି ବା ଆସେଟ୍‌ ସୃଷ୍ଟି ହୋଇଛି, ସେ ସବୁ ସାରା ଓଡିଶାବାସୀଙ୍କ ଟଙ୍କାରେ ନିର୍ମିତ ହୋଇଛି ବୋଲି ପ୍ରକାଶ କରି ସେ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ସ୍କୁଲର ଆସେଟ୍‌ ଗୁଡିକର ରକ୍ଷଣାବେକ୍ଷେଣ ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରନ୍ତି। ତେଣୁ ଆପଣମାନେ ନିଜର ସମ୍ପତ୍ତି ଭଳି ସ୍କୁଲର ସମ୍ପତ୍ତିର ରକ୍ଷଣାବେକ୍ଷଣ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଆଶା ଓ ଭରସା ରହିଛି ବୋଲି ସେ କହିଥିଲେ। ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସ୍କୁଲ ରୂପାନ୍ତରଣରେ ସାମିଲ ହେବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଆଜି ପଞ୍ଚମ ଦିବସରେ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି। ୫-ଟି ସ୍କୁଲ ଟ୍ରାନ୍ସଫର୍ମେସନ କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଜଗତସିଂହପୁରର ୧୪ଟି ସ୍କୁଲ, ଦେବଗଡର ୩୨ଟି, ପୁରୀର ୪୮ଟି, ବଲାଙ୍ଗୀରର ୨୪ଟି ଓ କେନ୍ଦ୍ରାପଡାର ୩୦ଟି ସ୍କୁଲ ସାମିଲ ହୋଇଛି।

ଆଜି ସୁଦ୍ଧା ୮୩୮ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି। ସୂଚନାଯୋଗ୍ୟ ଯେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଏବେ ରାଜ୍ୟର ୧୦୭୫ଟି ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ଜାରି ରହିଛି।

ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ। ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣନ୍ତୁ। ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ ଚ୍ୟାଲେଞ୍ଜକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।” ଜୀବନରେ ସଫଳତା ପାଇଁ ସ୍କୁଲରୁ ହି ମୂଳଦୁଆ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି। ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି। ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ। କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର ୫-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି। ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି। ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ। ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି। ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ। ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ଜଗତସିଂହପୁରର ସୁମିତ୍ରା ସାହୁ, ଦେବଗଡର ପିୟୁଷ ପ୍ରଭା କର, ପୁରୀର ଅପର୍ଣ୍ଣା ପଣ୍ଡା, ବଲାଙ୍ଗୀରର ଆର୍ୟାନ୍‌ ଶତପଥୀ ଓ କେନ୍ଦ୍ରାପଡାର ସୋନମ ପରବିନ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କୁଲର ସ୍ବଚ୍ଛ ପରିବେଶ ଓ ସ୍ବଚ୍ଛ ଶୌଚାଳୟ ବ୍ୟବସ୍ଥା ପିଲାମାନଙ୍କ ପାଇଁ, ବିଶେଷକରି ଛାତ୍ରୀ ମାନଙ୍କ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିଛି। ସ୍ମାର୍ଟ ବ୍ୟବସ୍ଥାରେ ପାଠ ବୁଝିବା ସହଜ ହେଉଛି ବୋଲି ସେମାନେ କହିଥିଲେ। ସରକାରୀ ସ୍କୁଲ ପିଲାମାନଙ୍କ ପାଇଁ ଉଚ୍ଚଶିକ୍ଷାରେ ପନ୍ଦର ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିଥିବାରୁ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ। ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ମୁଖ୍ୟମନ୍ତ୍ରୀ ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍‌, ଆଇ.ପି.ଏସ୍‌ ଅଫିସର, ଡାକ୍ତର ଇଞ୍ଜିନିୟର ହେବେ ବୋଲି କହିଥିଲେ।

କାର୍ଯ୍ୟକ୍ରମରେ ଜଗତସିଂହପୁରରେ ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଦେବଗଡରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ସୁଷାନ୍ତ ସିଂହ, ପୁରୀରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ବଲାଙ୍ଗୀରରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଏବଂ କେନ୍ଦ୍ରାପଡାରେ ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ସ୍କୁଲ ରୂପାନ୍ତର ରାଜ୍ୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଏକ ଅଭୁତପୂର୍ବ ଉତ୍ସାହ ସୃଷ୍ଟି କରିଛି ବୋଲି ସେମାନେ କହିଥିଲେ। ଶିକ୍ଷା ଏବେ ବାପା ମାଙ୍କ ଠାରୁ ଆରମ୍ଭ କରି ଗ୍ରାମବାସୀ, ସ୍ଥାନୀୟ ନେତୃବୃନ୍ଦ ସମସ୍ତଙ୍କ ପାଇଁ ଏକ ଚର୍ଚ୍ଚାର ବିଷୟ ହୋଇଛି ବୋଲି ପ୍ରକାଶ କରି ସେମାନେ ଖୁସିବ୍ୟକ୍ତ କରିଥିଲ।

ଏହି ଅବସରରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ନିଜର ସଫଳତାରେ ସ୍କୁଲର ଅବଦାନ ସଂପର୍କରେ ଆଲୋକପାତ କରିଥିଲେ। ଟିଟିଲାଗଡ ହାଇସ୍କୁଲରୁ ପାଠ ପଢିଥିବା ଶ୍ରୀ ତ୍ରିପାଠୀ କହିଲେ ମୁଁ ଗୋଟିଏ ସରକାରୀ ସ୍କୁଲରୁ ପାଠ ପଢି ସ୍ବପ୍ନ ପୂରଣ କରିପାରିଛି ଏବଂ ଜିଲ୍ଲା ଓ ରାଜ୍ୟର ବିକାଶରେ କିଛି କିଛି ଯୋଗଦାନ ରଖିପାରିଛି। ଆଜିର ସରକାରୀ ସ୍କୁଲ ଓ ଆମ ବେଳର ସରକାରୀ ସ୍କୁଲର ସୁବିଧା ମଧ୍ୟରେ ଆକାଶପାତାଳ ତଫାତ ରହିଛି। ତେଣୁ ତୁମେ ମାନେ ନିଶ୍ଟୟ ତୁମର ସ୍ବପ୍ନ ପୂରଣ କରିପାରିବ ବୋଲି ସେ ପିଲାମାନଙ୍କୁ କହିଥିଲେ।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଅନେକ ପିଲା ଭବିଷ୍ୟତରେ ଆଇଏଏସ୍‌ ଓ ଆଇପିଏସ ଅଫିସର ହେବାର ଲକ୍ଷ୍ୟ ରଖିଥିବା ବିଷୟ ଶୁଣି ଶ୍ରୀ ପାଣ୍ଡିଆନ କହିଥିଲେ ଯେ ଅନେକ ପଦସ୍ଥ ଅଧିକାରୀ ସରକାରୀ ସ୍କୁଲରୁ ହିଁ ପାଠ ପଢି ଲକ୍ଷ୍ୟ ପୂରଣ କରିଛନ୍ତି। ମୁଁ ମଧ୍ୟ ସରକାରୀ ସ୍କୁଲରେ ପଢିଛି। ତେଣୁ ଆମ ସରକାରୀ ସ୍କୁଲର ପିଲାମାନେ ମଧ୍ୟ ନିଶ୍ଚୟ ସଫଳ ହେବେ ବୋଲି ସେ ଆଶାବ୍ୟକ୍ତ କରିଥିଲେ।

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଚତୁର୍ଥ ଦିବସରେ ୫ଟି ଜିଲ୍ଲାର ୧୩୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ। ୫-ଟି ସ୍କୁଲ ଟ୍ରାନ୍ସଫର୍ମେସନ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି। ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଚତୁର୍ଥ ଦିବସରେ ନୂଆପଡା, ଗଞ୍ଜାମ, ସମ୍ଵଲପୁର, ରାୟଗଡ଼ା ଓ ନୟାଗଡ଼ ଆଦି ୫ଟି ଜିଲ୍ଲାର ୧୩୦ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି।

ଆଜି ସୁଦ୍ଧା ୫୩୧ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି।

ଆଜି ଲୋକାର୍ପିତ ହୋଇଥିବା ୧୩୦ଟି ସ୍କୁଲ ମଧ୍ୟରୁ ନୂଆପଡା ର ୭ଟି, ଗଞ୍ଜାମ ର .୮୩ଟି, ସମ୍ବଲପୁର ର୨୫ .ଟି, ନୟାଗଡ଼୮ଟି ଓ ରାୟଗଡ଼ା ର୭ଟି ସ୍କୁଲ ରହିଛି।

ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଉତ୍କର୍ଷତା ପାଇଁ ପ୍ରତିଯୋଗୀ ମନୋଭାବ ର ବିକାଶ ଜରୁରୀ । ରୂପାନ୍ତର ପରେ ସ୍କୁଲ ର ପରିବେଶ ପିଲାଙ୍କ ଭିତରେ ପ୍ରତିଯୋଗୀ ମନୋଭାବ କୁ ଅଧିକ ସୁଦୃଢ କରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।ଶିକ୍ଷା କ୍ଷେତ୍ରରେ ରାଜ୍ୟରେ ଆରମ୍ଭ ହୋଇଥିବା ଏ ନୂଆ ଯୁଗର ପୁରା ସୁଯୋଗ ନେବା ପାଇଁ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ମାନଙ୍କୁ ଆହ୍ବାନ ଜଣାଇଥିଲେ। ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ। କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ। ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣନ୍ତୁ। ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ ଚ୍ୟାଲେଞ୍ଜକୁ ସାମ୍ନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।”

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର ୫-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି। ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ। ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ।

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି। ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି। ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୪ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ଭାରତୀ ସାହୁ , ସୌମ୍ୟ ଶ୍ରୀ ବଡପଣ୍ଡା ଭାଗ୍ୟ ଲକ୍ଷ୍ମୀ ପ୍ରଧାନ, ସ୍ମରଣିକା ପଟନାୟକ ଓ ସରସ୍ବତୀ ସାହୁ ପ୍ରମୁଖ ଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରୂପାନ୍ତର ଆମ ପାଇଁ ସୁଯୋଗ ଆଣିଛି। ତାର ସଦ୍ ବ୍ୟବହାର କରିବୁ ଓ ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ ପୂରଣ କରିବୁ। ଏହାସହିତ ସୋମାନଙ୍କ ଜୀବନର ଲକ୍ଷ୍ୟ ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ଙ୍କୁ କହିଥିଲେ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମନ୍ତ୍ରୀ ଜଗନ୍ନାଥ ସାରକା, ସରକାରୀ ଉପମୁଖ୍ୟ ସଚେତକ ରୋହିତ ପୂଜାରୀ, ବିଧାୟକ ରାଜେନ୍ଦ୍ର ଢୋଲକିଆ ଓ ସତ୍ୟନାରାୟଣ ସାହୁ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ।

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ ମତେ ନିର୍ଧାରିତ ସମୟ ସୀମା ମଧ୍ୟରେ ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର କାର୍ଯ୍ୟ ଶେଷ କରିଥିବାରୁ ସେ ସମସ୍ତ ଙ୍କୁ ଧନ୍ୟବାଦ ଜଣାଇଥିଲେ।

ସରକାରୀ ସ୍କୁଲରୁ ପାଠପଢି ସର୍ବଭାରତୀୟ ସେବାରେ ଯୋଗ ଦେଇ ଥିବା
ଉତ୍ତରାଞଳ ଡିଆଇଜି ସାର୍ଥକ ଷଡ଼ଙ୍ଗୀ ଓ special director PR &DW department ଅରବିନ୍ଦ ଡାକୁଆ ନିଷ୍ଠା ଓ ପରିଶ୍ରମ ଦ୍ବାରା ସବୁ କିଛି ହାସଲକ ରିପାରିବା ବୋଲି ମତ ଦେଇଥିଲେ।

ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

କେନ୍ଦୁଝରର ୧୦୦ ସ୍କୁଲ ସହିତ ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ। ୫-ଟି ରୂପାନ୍ତରିତ ସ୍କୁଲ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି। ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଦ୍ବିତୀୟ ଦିନ ଶିଶୁ ଦିବସରେ ବୌଦ, ସୋନପୁର, ଭଦ୍ରକ ଓ କେନ୍ଦୁଝର ଆଦି ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି।

କେବଳ କେନ୍ଦୁଝର ରେ ଶହେ ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି । ପ୍ରଥମ ଦିନରେ ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଥିଲା। ଆଜି ସୁଦ୍ଧା ୩୩୦ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି। ଏଥିରେ ହିଞ୍ଜିଳି ଓ ଶେରଗଡର ୫୦ଟି ସ୍କୁଲ ମଧ୍ୟ ସାମିଲ।

ଆଜି ଲୋକାର୍ପିତ ହୋଇଥିବା ୧୩୮ଟି ସ୍କୁଲ ମଧ୍ୟରୁ ବୌଦର୧୦ଟି, ସୋନପୁର .୧୧ଟି, ଭଦ୍ରକର ୧୭ ଟି, ଓ କେନ୍ଦୁଝରର ୧୦୦ଟି ସ୍କୁଲ ରହିଛି।

ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଶିକ୍ଷା ବିକାଶ କ୍ଷେତ୍ରରେ ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି। ଶିକ୍ଷା ହେଉଛି ରୂପାନ୍ତର ର ପ୍ରଥମ ପାହାଚ। ଶିକ୍ଷା। ଭିତ୍ତିଭୂମିର ରୂପାନ୍ତର ପିଲାମାନଙ୍କ ମନରେ ଅଶେଷ ପ୍ରେରଣା ଓ ଉତ୍ସାହ ଭରି ଦେଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ। କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ। ନୂଆ ନୂଆ technology ବିଷୟରେ ଜାଣନ୍ତୁ। ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।”

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି। ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି। ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ।. ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି। ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ।

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି। ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି। ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ। ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୪ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ୟସ୍ମିନ ରଣା ,ତୁଳସୀ ସାହୁ ଉତ୍ପଳିକା ପଲାଇ ଓ ଲୋପାମୁଦ୍ରା ମହାନ୍ତ ପ୍ରମୁଖ ଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି। ଆମ ସ୍କୁଲ ସବୁଠୁ ଭଲ ବୋଲି ସମସ୍ତେ ଉତ୍ସାହର ସହ କହିଥିଲେ ଏବଂ ସୋମାନଙ୍କ ଜୀବନର ଲକ୍ଷ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଙ୍କୁ କହିଥିଲେ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ନିରଞନ ପୂଜାରୀ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ ବିଧାୟକ ପ୍ରଦୀପ ଅମାତ୍ ଓ ବ୍ୟୋମକେଶ ରାୟ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ।

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ।

ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।