Categories
ଆଜିର ଖବର ରାଜ୍ୟ ଖବର

ତିନି ମନ୍ତ୍ରୀଙ୍କୁ ଶପଥ କରାଇଲେ ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ

ଭୁବନେଶ୍ବର: ଏକ ବର୍ଣ୍ଣାଢ୍ୟ ଉତ୍ସବରେ ଆଜି ତିନି ନୂଆମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନେ ହେଲେ ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଏବଂ ସାରଦା ନାୟକ। ସେମାନଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ ଶପଥପାଠ କରାଇଛନ୍ତି। ଲୋକସଭା ଭବନରେ ଥିବା କନଭେନସନ ହଲରେ ତାଙ୍କୁ ଶପଥ କରାଯାଇଛି।

ଏହି ଶପଥ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ମନ୍ତ୍ରୀ ମଣ୍ଡଳର ସମସ୍ତ ସଦସ୍ୟ ଏବଂ ବିଧାୟକଗଣ ଉପସ୍ଥିତ ଥିଲେ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ପ୍ରେକ୍ଷାଳୟକୁ ସମସ୍ତ ଅତିଥୀ ପହଞ୍ଚିସାରିଥିଲେ। ଏହାପରେ ରାଜ୍ୟପାଳ ଆସିବା ପରେ ଶପଥପାଠ ଆରମ୍ଭ କରାଯାଇଥିଲା। ଆଉ କିଛି ସମୟ ପରେ ସେମାନଙ୍କୁ ଦାୟିତ୍ବ ବଣ୍ଟନ କରାଯିବ। ସମସ୍ତେ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।

Categories
ଆଜିର ଖବର ବ୍ୟକ୍ତିତ୍ୱ ରାଜ୍ୟ ଖବର

ଓଡ଼ିଶା ବିଧାନସଭାରେ ସଦ୍‌ଭାବନା ଦିବସ ପାଳିତ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଓଡ଼ିଶା ବିଧାନସଭା ପକ୍ଷରୁ ସଦ୍‌ଭାବନା ଦିବସ ଅବସରରେ ଶପଥପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ବିଧାନସଭାର ସମସ୍ତ ଅଧିକାରୀ ଓ କର୍ମଚାରୀ ଦେଶର ଶାନ୍ତି, ଜାତୀୟ ସଂହତି ଓ ସାଂପ୍ରଦାୟିକ ସଦ୍‌ଭାବ ବଜାୟ ରଖିବା ନିମନ୍ତେ ଶପଥ ନେଇଥିଲେ। ସଚିବ ଶ୍ରୀ ଦାଶରଥୀ ଶତପଥୀ ଏହି ଶପଥପାଠ କରାଇଥିଲେ।

ପ୍ରକାଶଯୋଗ୍ୟ ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ସ୍ମୃତିରେ ଦେଶରେ ଶାନ୍ତି, ଜାତୀୟ ସଂହତି ଓ ସାଂପ୍ରଦାୟିକ ସଦ୍‌ଭାବ ଅକ୍ଷୁଣ୍ଣ ରଖିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ତାଙ୍କ ଜନ୍ମତିଥି ଅଗଷ୍ଟ ୨୦ ତାରିଖରେ ସଦ୍‌ଭାବନା ଦିବସ ପାଳନ କରାଯାଇଥାଏ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ବାଲୁକା କଳାରେ ଅଭିନନ୍ଦନ ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ଦେଶର ପନ୍ଦରତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଦ୍ରୌପଦୀ ମୁର୍ମୁ। ସେ ସଂସଦଭବନର ସେଣ୍ଟ୍ରାଲ ହଲରେ ତାଙ୍କୁ ଶପଥପାଠ କରାଇଛନ୍ତି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏନ ଭି ରମଣା।ସେ ଶପଥ ପାଠ ନେବା ପରେ ସାରା ଦେଶରେ ଆନନ୍ଦନର ଲହରୀ ଖେଳିଯାଇଛି। କାରଣ ସେ ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ପଦରେ ଅଧିଷ୍ଠିତ ହୋଇଛନ୍ତି।

ତେବେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ବେଶୀ ଖୁସି ହୋଇଛନ୍ତି ଓଡିଶାର ଜନ ସାଧାରଣ। କାରଣ ସେ ହେଉଛନ୍ତି ଓଡିଶାର ଝିଅ। ସେହି ଖୁସିକୁ ନିଜ କଳାମାଧ୍ୟମରେ ବାଣ୍ଟିଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ସେ ପୁରୀ ବେଳାଭୂମିରେ ନିର୍ମାଣ କରିଛନ୍ତି ବାଲୁକା କଳା।

ଏହି କଳାରେ ସୁଦର୍ଶନ ଦ୍ରୌପଦୀ ମୁର୍ମୁ ଶପଥ ନେବା ବେଳେ ଯେଉଁ ପ୍ରକାରର ଶାଢୀ ପିନ୍ଧିଛନ୍ତି ସେହି ଶାଢୀରେ ତାଙ୍କର ଏକ ଅବିକଳ କଳା ନିର୍ମାଣ କରିଛନ୍ତି। ଏଥିସହିତ ତାଙ୍କ ପାଖରେ କରିଛନ୍ତି ରାଷ୍ଟ୍ରପତି ଭବନର ଏକ ପ୍ରତୀକାତ୍ମକ ସ୍ଥାପତ୍ୟ। ଏହାର ତଳେ ଇଂରାଜୀରେ ଲେଖିଛନ୍ତି A Historic Day For Nation.

ପୂର୍ବରୁ ସୁଦର୍ଶନ ଦ୍ରୌପଦୀଙ୍କ ଉପରେ ଆଉ ଏକ କଳା ମଧ୍ୟ କରିଥିଲେ। ସେ ଯେଉଁଦିନ ବିଜୟଲଭା କରିଥିଲେ ସେଦିନ ମଧ୍ୟ ସେ ପୁରୀ ବେଳା ଭୂମିରେ ବାଲୁକା କଳା କରିଥିଲେ। ସେହି କଳା ମାଧ୍ୟମରେ ସେ ଦ୍ରୌପଦୀଙ୍କୁ ଅଭିନନ୍ଦନ ମଧ୍ୟ ଜଣାଇଥିଲେ। ସୁଦର୍ଶନଙ୍କ ଏହି କଳା ବର୍ତ୍ତମାନ ପୁରୀ ବେଳାଭୂମିର ପର୍ଯ୍ୟଟକଙ୍କୁ ବେଶ ଆକୃଷ୍ଟ କରିବାରେ ଲାଗିଛି।

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଜିଲ୍ଲାସ୍ତରୀୟ ଶପଥପାଠ

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗଂଜାମ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଚଳିତ ମାସ ୨୭ ତାରିଖଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ପାଳିତ ହେବ। ଚଳିତବର୍ଷର ବିଷୟବସ୍ତୁ ସତର୍କ ଭାରତ, ସମୃଦ୍ଧ ଭାରତ ରଖାଯାଇଛି। ଏହି ଅବସରରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ପୌରୋହିତ୍ୟରେ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ଶପଥପାଠ କରାଇ ଦୁର୍ନୀତି ନିବାରଣ ଦିଗରେ ସରକାରଙ୍କ ଦ୍ୱାରା କରାଯାଉଥିବା ସମସ୍ତ ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରିବା ଉପରେ ଗୁରୁତ୍ୱ ଦେଇଥିଲେ।

ଦେଶ ପ୍ରଗତି ପଥରେ ଦୁର୍ନୀତି ବାଧକ ସାଜୁଛି। ଏଣୁ ଦୁର୍ନୀତି ସଂପୂର୍ଣ୍ଣ ହଟିଲେ ଦେଶ ପ୍ରଗତି ଦିଗରେ ଅଗ୍ରସର ହେବ। ଏ ଦିଗରେ ସମସ୍ତ ନାଗରିକ ସଚେତନ ହେବା ଜରୁରୀ। ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଚଳିତ ବର୍ଷର ସତର୍କ ଭାରତ, ସମୃଦ୍ଧ ଭାରତ ବିଷୟବସ୍ତୁକୁ ନେଇ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହେବ।

ଏଥିରେ ସମସ୍ତ କର୍ମଚାରୀ ଏବଂ କର୍ମଚାରୀଙ୍କ ପରିବାରବର୍ଗଙ୍କ ସଦସ୍ୟଗଣ ଅଂଶଗ୍ରହଣ କରିପାରିବେ। କୋଭିଡ଼୍ କଟକଣା ଯୋଗୁଁ ଚଳିତବର୍ଷର ଏହି ପ୍ରତିଯୋଗିତାଟି ହ୍ୱାଟସ ଆପ୍‌ରେ ଅନୁଷ୍ଠିତ ହେବ। ପ୍ରତିଯୋଗୀ ଓଡ଼ିଆ କିମ୍ବା ଇଂରାଜୀ ଭାଷାରେ ଯେକୌଣସି ଗୋଟିଏ ଭାଷାରେ ବକ୍ତୃତା ପ୍ରେରଣ କରିପାରିବେ। ବକ୍ତୃତା ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ସକାଶେ ୩ ମିନିଟ୍ ସମୟସୀମା ମଧ୍ୟରେ ଏକ ଭିଡ଼ିଓ ରେକଡ଼ିଂ କରି ହ୍ୱାଟସ୍ ଅପ୍ ନଂ ୯୮୬୧୦୧୪୮୩୫କୁ ଚଳିତ ମାସ ୩୦ ତାରିଖ ଦିନ ଦିବା ୧୦ ଘଣ୍ଟାରୁ ୧୧ ଘଣ୍ଟା ମଧ୍ୟରେ ପ୍ରତିଯୋଗୀ ସେମାନଙ୍କ ହ୍ୱାଟସ୍ ଅପ୍ ନମ୍ବରରୁ ପ୍ରେରଣ କରିବେ। ସବିଶେଷ ତଥ୍ୟ ନିମନ୍ତେ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟରୁ ଅବଗତ ହୋଇପାରିବେ।